ମେ 04, 2021ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ସହ ଏକ ଭର୍ଚୁଆଲ ସମ୍ମିଳନୀ କରିବେ । 

2004 ରୁ ଭାରତ ଏବଂ ବ୍ରିଟେନ ମଧ୍ୟରେ ଏକ ରଣନୈତିକ ଭାଗିଦାରୀ ଚାଲିଆସୁଛି । ଏହି ସମ୍ମିଳନୀ ନିୟମିତ ଉଚ୍ଚ ସ୍ତରୀୟ ବିନିମୟ ଏବଂ ବିଭିନ୍ନ କ୍ଷେତ୍ରରେ ସହଯୋଗ ବୃଦ୍ଧିରେ ସହାୟକ ହେବ । ଆମର ବହୁମୁଖୀ ରଣନୈତିକ ସମ୍ପର୍କକୁ ବୃଦ୍ଧି କରିବା ଏବଂ ପାରସ୍ପରିକ ସ୍ୱାର୍ଥ ସମ୍ବଳିତ ଆଞ୍ଚଳିକ ତଥା ବିଶ୍ଵ ସ୍ତରୀୟ ପ୍ରସଙ୍ଗରେ ସହଯୋଗ ବୃଦ୍ଧି କରିବା ଦିଗରେ ଏହି ସମ୍ମିଳନୀ ଏକ ଗୁରୁତ୍ୱପୂର୍ଣ୍ଣ ସୁଯୋଗ ପ୍ରଦାନ କରିବାରେ ସହାୟକ ହେବ । ଉଭୟ ନେତା କୋଭିଡ-19 ସହଯୋଗ ଏବଂ ମହାମାରୀର ମୁକାବିଲା ପାଇଁ ବିଶ୍ୱସ୍ତରୀୟ ଉଦ୍ୟମ ଉପରେ ମଧ୍ୟ ଆଲୋଚନା କରିବେ । 

ଏହି ଶିଖର ସମ୍ମିଳନୀ ଅବସରରେ ଏକ ବିସ୍ତୃତ ରୋଡମ୍ୟାପ୍ 2030 ଆରମ୍ଭ ହେବ, ଯାହା ଦୁଇ ଦେଶର ଲୋକମାନଙ୍କ ମଧ୍ୟରେ ସମ୍ପର୍କ ତଥା ବାଣିଜ୍ୟ ଓ ସମୃଦ୍ଧି, ପ୍ରତିରକ୍ଷା ଓ ସୁରକ୍ଷା, ଜଳବାୟୁ ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଭାରତ-ବ୍ରିଟେନ ସହଯୋଗକୁ ଆହୁରି ସୁଦୃଢ଼ କରିବା ପାଇଁ ପଥ ପରିଷ୍କାର କରିବ । 

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
On Puri’s Grand Road, a devotee’s submission

Media Coverage

On Puri’s Grand Road, a devotee’s submission
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 16, 2026
July 16, 2026

Atmanirbhar to Inclusive: PM Modi’s Blueprint for a Self-Reliant, Empowered & Culturally Rooted Bharat