ପ୍ରଧାନମନ୍ତ୍ରୀ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି
ସରକାରଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ
ରିଲିଫ ବ୍ୟବସ୍ଥାର ତଦାରଖ ଏବଂ ମୃତଦେହକୁ ଶୀଘ୍ର ଫେରାଇ ଆଣିବା ପାଇଁ ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ କୁଏତ ଗସ୍ତ କରିବେ
ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ମୃତ ଭାରତୀୟ ନାଗରିକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ୭ ଲୋକ କଲ୍ୟାଣ ମାର୍ଗସ୍ଥିତ ତାଙ୍କ ବାସଭବନରେ କୁଏତରେ ଅଗ୍ନିକାଣ୍ଡ ଘଟଣାରେ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଥିଲେ, ଯେଉଁଥିରେ ଅନେକ ଭାରତୀୟ ନାଗରିକ ପ୍ରାଣ ହରାଇଛନ୍ତି ଏବଂ ଅନେକ ଆହତ ହୋଇଛନ୍ତି ।

ଏହି ଦୁର୍ଭାଗ୍ୟଜନକ ଘଟଣାରେ ପ୍ରଧାନମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଭାରତ ସରକାର ଯଥାସମ୍ଭବ ସହାୟତା ଯୋଗାଇ ଦେବାକୁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ତୁରନ୍ତ କୁଏତ ଗସ୍ତ କରି ରିଲିଫ ବ୍ୟବସ୍ଥାର ତଦାରଖ କରିବା ସହ ମୃତ ଦେହକୁ ଶୀଘ୍ର ଫେରାଇ ଆଣିବା ରେ ସହାୟତା କରିବେ।

ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ମୃତ ଭାରତୀୟ ନାଗରିକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ।

ଏହି ବୈଠକରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ. ଏସ୍ ଜୟଶଙ୍କର, ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ କୀର୍ତ୍ତିବର୍ଦ୍ଧନ ସିଂହ, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶ୍ରୀ ପ୍ରମୋଦ କୁମାର ମିଶ୍ର, ଜାତୀୟ ସୁରକ୍ଷା ପରାମର୍ଶଦାତା ଶ୍ରୀ ଅଜିତ ଡୋଭାଲ, ବୈଦେଶିକ ସଚିବ ଶ୍ରୀ ବିନୟ କ୍ୱାତ୍ରା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
How India brought the lion back from the brink: In Union minister Bhupender Yadav's words

Media Coverage

How India brought the lion back from the brink: In Union minister Bhupender Yadav's words
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 09, 2026
August 09, 2026

Vikas Bhi, Virasat Bhi: PM Modi’s Blueprint for a Rooted Yet Future-Ready Bharat