୨୬ ନଭେମ୍ବରରେ ସଫ୍ରାନ ଏୟାରକ୍ରାଫ୍ଟ ଇଞ୍ଜିନ ସର୍ଭିସେସ୍ ଇଣ୍ଡିଆ ସୁବିଧାର ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
November 25th, 04:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୬ ନଭେମ୍ବର ସକାଳ ୧୦ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରର ଜିଏମଆର୍ ଏରୋସ୍ପେସ ଏବଂ ଶିଳ୍ପ ପାର୍କ – ଏସ୍ଇଜେଡରେ ଅବସ୍ଥିତ ସଫ୍ରାନ ଏୟାରକ୍ରାଫ୍ଟ ଇଞ୍ଜିନ ସର୍ଭିସେସ୍ ଇଣ୍ଡିଆ (ଏସ୍ଏଇଏସ୍ଆଇ) ସୁବିଧାର ଉଦ୍ଘାଟନ କରିବେ ।୧୩ ରୁ ୧୫ ସେପ୍ଟେମ୍ବର: ମିଜୋରାମ, ମଣିପୁର, ଆସାମ, ପଶ୍ଚିମବଙ୍ଗ ଓ ବିହାର ଗସ୍ତରେ ପ୍ରଧାନମନ୍ତ୍ରୀ
September 12th, 02:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୩ ରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ମିଜୋରାମ, ମଣିପୁର, ଆସାମ, ପଶ୍ଚିମବଙ୍ଗ ଏବଂ ବିହାର ଗସ୍ତ କରିବେ।For the benefits of central schemes to reach Bengal, a BJP government is essential: PM Modi in Kolkata
August 22nd, 06:00 pm
PM Modi addressed an overflowing crowd gathered at a public meeting in Kolkata where he declared that Bengal’s rise is essential for India’s rise. He firmly reassured, “The BJP government at the Centre has continuously supported Bengal’s growth. From highways to railways, Bengal has received three times more funds than under UPA. But the biggest challenge is that funds sent from Delhi are looted by the state government and not spent on people’s welfare. Instead, they are siphoned off to TMC cadres,” he said.PM Modi’s Kolkata rally: Call for a Viksit Bangla, real ‘poriborton’ and end of TMC’s misrule!
August 22nd, 05:57 pm
PM Modi addressed an overflowing crowd gathered at a public meeting in Kolkata where he declared that Bengal’s rise is essential for India’s rise. He firmly reassured, “The BJP government at the Centre has continuously supported Bengal’s growth. From highways to railways, Bengal has received three times more funds than under UPA. But the biggest challenge is that funds sent from Delhi are looted by the state government and not spent on people’s welfare. Instead, they are siphoned off to TMC cadres,” he said.ୟୁଇଆର୍-II ଏବଂ ଦ୍ୱାରିକା ଏକ୍ସପ୍ରେସ-ୱେର ଦିଲ୍ଲୀ ସେକ୍ସନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 17th, 12:45 pm
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ନୀତିନ ଗଡ଼କରୀ ଜୀ, ହରିୟାଣାର ମୁଖ୍ୟମନ୍ତ୍ରୀ ନୟବ ସିଂହ ସୈନୀ ଜୀ, ଦିଲ୍ଲୀର ଉପ ରାଜ୍ୟପାଳ ବିନୟ ସକ୍ସେନା ଜୀ, ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭଉଣୀ ରେଖା ଗୁପ୍ତା ଜୀ, କେନ୍ଦ୍ରରେ ମନ୍ତ୍ରୀ ପରିଷଦର ମୋର ସହଯୋଗୀ ଅଜୟ ଟମ୍ମା ଜୀ, ହର୍ଷ ମାଲହୋତ୍ରା ଜୀ, ଦିଲ୍ଲୀ ଏବଂ ହରିୟାଣାର ସାଂସଦଗଣ, ଉପସ୍ଥିତ ମନ୍ତ୍ରୀଗଣ, ଅନ୍ୟ ଜନ ପ୍ରତିନିଧିଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧,୦୦୦ କୋଟି ଟଙ୍କାର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି
August 17th, 12:39 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ରୋହିଣୀ ଠାରେ ପ୍ରାୟ ୧୧,୦୦୦ କୋଟି ଟଙ୍କା ମୂଲ୍ୟର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ସ୍ଥାନର ଗୁରୁତ୍ୱ ଉପରେ ମତବ୍ୟକ୍ତ କରିଥିଲେ, କହିଥିଲେ ଯେ ଏକ୍ସପ୍ରେସୱେର ନାମ ଦ୍ୱାରକା ଏବଂ ଏହି କାର୍ଯ୍ୟକ୍ରମ ରୋହିଣୀରେ ଅନୁଷ୍ଠିତ ହେଉଛି। ସେ ଜନ୍ମାଷ୍ଟମୀର ଉତ୍ସବର ବାତାବରଣ ଉପରେ ଆଲୋକପାତ କରିଥିଲେ ଏବଂ ସେ ନିଜେ ଦ୍ୱାରକାଧୀଶଙ୍କ ଭୂମିରୁ ଆସିଥିବା ସଂଯୋଗ ସମ୍ପର୍କରେ ମଧ୍ୟ ଉଲ୍ଲେଖ କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ସମଗ୍ର ବାତାବରଣ ଭଗବାନ ଶ୍ରୀକୃଷ୍ଣଙ୍କ ଭକ୍ତିରେ ଗଭୀର ଭାବରେ ପ୍ରଭାବିତ ହୋଇଛି।କର୍ଣ୍ଣାଟକର ବେଙ୍ଗଲୁରରେ ବିଭିନ୍ନ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
August 10th, 01:30 pm
କର୍ଣ୍ଣାଟକର ରାଜ୍ୟପାଳ ଶ୍ରୀ ଥାଓ୍ୱରଚନ୍ଦ ଗହଲୋଟ ଜୀ, ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଜୀ, କେନ୍ଦ୍ରରେ ମୋର ସହଯୋଗୀ ମନୋହରଲାଲ ଖଟ୍ଟର ଜୀ, ଏଚ୍ ଡି କୁମାରସ୍ୱାମୀ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ବି. ସୋମନ୍ନା ଜୀ, ସୁଶ୍ରୀ ଶୋଭା ଜୀ, ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର ଜୀ, କର୍ଣ୍ଣାଟକ ସରକାରଙ୍କ ମନ୍ତ୍ରୀ ବି.ସୁରେଶ ଜୀ, ବିରୋଧୀ ଦଳ ନେତା ଆର୍. ଅଶୋକ ଜୀ, ସାଂସଦ ତେଜସ୍ୱୀ ସୂର୍ଯ୍ୟା ଜୀ, ଡାକ୍ତର ମଂଜୁନାଥ ଜୀ, ଏମଏଲଏ ବିଜୟେନ୍ଦ୍ର ୟେଡିୟୁରପ୍ପା ଜୀ ଓ କର୍ଣ୍ଣାଟକର ମୋର ଭାଇ ଓ ଭଉଣୀମାନେ,କର୍ଣ୍ଣାଟକର ବେଙ୍ଗାଲୁରୁରେ ପ୍ରାୟ ୨୨,୮୦୦ କୋଟି ଟଙ୍କାର ମେଟ୍ରୋ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 10th, 01:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ବେଙ୍ଗାଲୁରୁରେ ପ୍ରାୟ ୭,୧୬୦ କୋଟି ଟଙ୍କା ମୂଲ୍ୟର ବାଙ୍ଗାଲୋର ମେଟ୍ରୋର ୟେଲୋ ଲାଇନର ଉଦଘାଟନ କରିଛନ୍ତି ଏବଂ ୧୫୬୧୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବାଙ୍ଗାଲୋର ମେଟ୍ରୋ ପର୍ଯ୍ୟାୟ - ୩ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ସେ ବେଙ୍ଗାଲୁରୁର କେଏସଆର ରେଳ ଷ୍ଟେସନରେ ତିନୋଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ କହିଥିଲେ ଯେ, , କର୍ଣ୍ଣାଟକର ଭୂମିରେ ପାଦ ଦେବା ପରେ ଏହି ସ୍ଥାନରେ ସେ ଆପଣାର ଭାବନାକୁ ଅନୁଭବ କରିଥିଲେ। କର୍ଣ୍ଣାଟକ ସଂସ୍କୃତିର ସମୃଦ୍ଧି, ଏହାର ଲୋକଙ୍କ ସ୍ନେହ ଏବଂ କନ୍ନଡ ଭାଷାର ମଧୁରତା, ଯାହା ହୃଦୟକୁ ଗଭୀର ଭାବରେ ସ୍ପର୍ଶ କରେ, ସେସବୁ ଉପରେ ଆଲୋକପାତ କରି ଶ୍ରୀ ମୋଦୀ ବେଙ୍ଗାଲୁରୁର ଅଧିଷ୍ଠାତ୍ରୀ ଦେବୀ ଆନ୍ନାମ୍ମା ଥାଇଙ୍କ ଚରଣରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ତାଙ୍କ ବକ୍ତବ୍ୟ ଆରମ୍ଭ କରିଥିଲେ। ଶହ ଶହ ବର୍ଷ ପୂର୍ବେ ନାଦପ୍ରଭୁ କେମ୍ପେଗୌଡ଼ା ବେଙ୍ଗାଲୁରୁ ସହରର ମୂଳଦୁଆ ସ୍ଥାପନ କରିଥିଲେ । ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ କେମ୍ପେଗୌଡ଼ା ପରମ୍ପରାକୁ ମୂଳରେ ରଖି ଏକ ସହରର କଳ୍ପନା କରିଥିଲେ ଏବଂ ପ୍ରଗତିର ନୂତନ ଶିଖରରେ ପହଞ୍ଚିଥିଲେ। ବେଙ୍ଗାଲୁରୁ ସର୍ବଦା ସେହି ଭାବନାକୁ ବଞ୍ଚାଇ ରଖିଛି ଏବଂ ଏହାକୁ ସଂରକ୍ଷଣ କରିଆସିଛି ଏବଂ ଆଜି, ବେଙ୍ଗାଲୁରୁ ସେହି ସ୍ୱପ୍ନକୁ ସାକାର କରୁଛି,ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।ନୂଆଦିଲ୍ଲୀରେ ଏମ୍.ଏସ୍. ସ୍ୱାମୀନାଥନ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 07th, 09:20 am
ମୋର କ୍ୟାବିନେଟ ସହଯୋଗୀ ଶିବରାଜ ସିଂହ ଚୌହାନ , ଏମ.ଏସ. ସ୍ୱାମୀନାଥନ ରିସର୍ଚ୍ଚ ଫାଉଣ୍ଡେସନର ଅଧ୍ୟକ୍ଷ ଡକ୍ଟର ସୌମ୍ୟ ସ୍ୱାମୀନାଥନ , ନୀତି ଆୟୋଗର ସଦସ୍ୟ ଡକ୍ଟର ରମେଶ ଚାନ୍ଦ , ମୁଁ ଦେଖୁଛି ଯେ ସ୍ୱାମୀନାଥନଙ୍କ ପରିବାରର ସମସ୍ତ ସଦସ୍ୟ ଏଠାରେ ଉପସ୍ଥିତ ଅଛନ୍ତି, ମୁଁ ସେମାନଙ୍କୁ ମଧ୍ୟ ପ୍ରଣାମ ଜଣାଉଛି । ସମସ୍ତ ବୈଜ୍ଞାନିକ, ଅନ୍ୟାନ୍ୟ ମହାନ ବ୍ୟକ୍ତି, ମହିଳା ଏବଂ ସଜ୍ଜନଙ୍କୁ ମୋର ଶୁଭେଚ୍ଛା ଜଣାଉଛି !ଏମ୍.ଏସ୍. ସ୍ୱାମୀନାଥନ୍ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମିଳନୀରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 07th, 09:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଆଇସିଏଆର୍ ପୁସାରେ ଆୟୋଜିତ ଏମ୍. ଏସ୍. ସ୍ୱାମୀନାଥନ୍ ଜନ୍ମ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମେଳନର ଉଦ୍ଘାଟନ କରି ଏହି ସମ୍ମିଳନୀକୁ ସମ୍ବୋଧିତ କରିଥିଲେ । ପ୍ରଫେସର ଏମ୍.ଏସ୍. ସ୍ୱାମୀନାଥନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ପ୍ରଧାନମନ୍ତ୍ରୀ ତାଙ୍କୁ ଜଣେ ଦୂରଦୃଷ୍ଟିସମ୍ପନ୍ନ ବ୍ୟକ୍ତି ଭାବରେ ବର୍ଣ୍ଣନା କରିଥିଲେ, ଯାହାଙ୍କ ଅବଦାନ ଯୁଗାନ୍ତକାରୀ । ସେ ଆହୁରି ମଧ୍ୟ କହିଥିଲେ ଯେ, ପ୍ରଫେସର ସ୍ୱାମୀନାଥନ ଜଣେ ମହାନ ବୈଜ୍ଞାନିକ ଥିଲେ ଯିଏ ବିଜ୍ଞାନକୁ ଜନସେବାର ମାଧ୍ୟମରେ ପରିଣତ କରିଥିଲେ । ଶ୍ରୀ ମୋଦୀ ଆଲୋକପାତ କରିଥିଲେ ଯେ, ପ୍ରଫେସର ସ୍ୱାମୀନାଥନ ଦେଶରେ ଖାଦ୍ୟ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ତାଙ୍କ ଜୀବନ ଉତ୍ସର୍ଗ କରିଥିଲେ । ପ୍ରଫେସର ସ୍ୱାମୀନାଥନ ଏକ ଜ୍ଞାନଚେତନା ଜାଗ୍ରତ କରିଥିଲେ ଯାହା ଆଗାମୀ ଶତାବ୍ଦୀ ପାଇଁ ଭାରତର ନୀତି ଏବଂ ପ୍ରାଥମିକତାକୁ ମାର୍ଗଦର୍ଶନ କରିବ । ପ୍ରଧାନମନ୍ତ୍ରୀ ସ୍ୱାମୀନାଥନ ଜନ୍ମ ଶତବାର୍ଷିକୀ ପାଳନ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଇଥିଲେ ।ଓଡ଼ିଶା ସମେତ ସମେତ ୬ଟି ରାଜ୍ୟର ୪ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ର ମଞ୍ଜୁରୀ
July 31st, 03:13 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ରେଳ ମନ୍ତ୍ରଣାଳୟର ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁର କରାଯାଇଛି। ଏସବୁ ପ୍ରକଳ୍ପ ପାଇଁ ୧୧,୧୬୯ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ରେଳ ପ୍ରକଳ୍ପ ଗୁଡ଼ିକ ହେଲା: ଇଟାର୍ସି-ନାଗପୁର ଚତୁର୍ଥ ଲାଇନ, ଛତ୍ରପତି ଶମ୍ଭାଜିନଗର (ଔରଙ୍ଗାବାଦ)-ପରଭଣୀ ଲାଇନ ଦୋହରୀକରଣ, ଆଲୁଆବାରି ରୋଡ୍-ନ୍ୟୁ ଜଲପାଇଗୁଡ଼ି ତୃତୀୟ ଓ ଚତୁର୍ଥ ଲାଇନ, ଡାଙ୍ଗପୋଷୀ-ଜରୋଲି ତୃତୀୟ ଓ ଚତୁର୍ଥ ଲାଇନ । ଏହାଦ୍ବାରା ଓଡ଼ିଶା ସମେତ ୬ଟି ରାଜ୍ୟର ୧୩ଟି ଜିଲ୍ଲା ଉପକୃତ ହେବେ ।ଅପରେସନ ସିନ୍ଦୂର ନେଇ ଲୋକସଭାରେ ସ୍ୱତନ୍ତ୍ର ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
July 29th, 05:32 pm
ଏହି ଅଧିବେଶନ ଆରମ୍ଭ ପୂର୍ବରୁ ଯେତେ ବେଳେ ମୁଁ ମିଡିଆ ବନ୍ଧୁମାନଙ୍କ ସହ କଥା ହେଉଥିଲି ସେତେବେଳେ ସାଂସଦମାନଙ୍କ ଉଦ୍ଦେଶ୍ୟରେ ଗୋଟିଏ କଥା କହିଥିଲି । ତାହା ହେଲା ଏହା ହେଉଛି ଏମିତି ଏକ ସ୍ୱତନ୍ତ୍ର ଅଧିବେଶନ ଯେଉଁଠି ଭାରତର ବିଜୟୋତ୍ସବ ପାଳିତ ହେଉଛି । ଯେଉଁଠି ଭାରତର ଗୌରବ ଗାନ ହେଉଛି ।ଅପରେସନ ସିନ୍ଦୂର ଉପରେ ଏକ ସ୍ୱତନ୍ତ୍ର ବିତର୍କ ସମୟରେ ଲୋକସଭାକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
July 29th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଲୋକସଭାରେ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଜବାବରେ ଭାରତର ଶକ୍ତିଶାଳୀ, ସଫଳ ଏବଂ ନିର୍ଣ୍ଣାୟକ ‘ଅପରେସନ୍ ସିନ୍ଦୂର’ ଉପରେ ଏକ ବିଶେଷ ଆଲୋଚନା ସମୟରେ ସମ୍ବୋଧନ କରିଥିଲେ। ସଦନକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଅଧିବେଶନର ଆରମ୍ଭରେ ଗଣମାଧ୍ୟମ ସହ ନିଜର ଆଲୋଚନାକୁ ସ୍ମରଣ କରି କହିଥିଲେ ଯେ ସେ ସମସ୍ତ ମାନ୍ୟବର ସାଂସଦମାନଙ୍କୁ ଏହି ଅଧିବେଶନକୁ ଭାରତର ବିଜୟର ଉତ୍ସବ ଏବଂ ଭାରତର ଗୌରବର ଶ୍ରଦ୍ଧାଞ୍ଜଳି ଭାବେ ପାଳନ କରିବାକୁ ନିବେଦନ କରିଥିଲେ।2047 ରେ ବିକଶିତ ଭାରତର ମାର୍ଗ ଆତ୍ମନିର୍ଭରଶୀଳତା ମାଧ୍ୟମରେ ଯାଇଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
July 27th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆଉ ଥରେ ଦେଶର ସଫଳତା ଏବଂ ଦେଶବାସୀଙ୍କ ଉପଲବ୍ଧି ବିଷୟରେ କଥା ହେବା । ଗତ କିଛି ସପ୍ତାହରେ କ୍ରୀଡ଼ା ହେଉ, ବିଜ୍ଞାନ ହେଉ କିମ୍ବା ସଂସ୍କୃତି ହେଉ, ବହୁତ କିଛି ଏମିତି ହୋଇଛି, ଯାହା ଉପରେ ପ୍ରତ୍ୟେକ ଭାରତବାସୀ ଗର୍ବିତ । ଏବେ ନିକଟରେ ଶୁଭାଂଶୁ ଶୁକ୍ଳାଙ୍କ ମହାକାଶରୁ ଫେରିବାକୁ ନେଇ ଦେଶରେ ବହୁତ ଚର୍ଚ୍ଚା ହେଲା । ଶୁଭାଂଶୁ ଯେମିତି ପୃଥିବୀପୃଷ୍ଠରେ ସୁରକ୍ଷିତ ଭାବେ ଓହ୍ଲାଇଲେ, ଲୋକେ ଉତ୍ସାହିତ ହୋଇଉଠିଲେ । ପ୍ରତ୍ୟେକ ହୃଦୟରେ ଖୁସିର ଲହରି ଖେଳିଗଲା । ସମଗ୍ର ଦେଶ ଗର୍ବରେ ପରିପୂର୍ଣ୍ଣ ହୋଇଗଲା । ମୋର ମନେଅଛି, ଯେତେବେଳେ ଅଗଷ୍ଟ ୨୦୨୩ରେ ଚନ୍ଦ୍ରଯାନ-୩ର ସଫଳ ଅବତରଣ ହୋଇଥିଲା, ସେତେବେଳେ ଦେଶରେ ଗୋଟିଏ ନୂଆ ବାତାବରଣ ସୃଷ୍ଟି ହୋଇଥିଲା । ବିଜ୍ଞାନକୁ ନେଇ, ମହାକାଶକୁ ନେଇ ପିଲାମାନଙ୍କ ମନରେ ଏକ ନୂଆ ଜିଜ୍ଞାସା ମଧ୍ୟ ଜାଗ୍ରତ ହୋଇଥିଲା । ଏବେ ଛୋଟ ଛୋଟ ପିଲାମାନେ କହୁଛନ୍ତି, ଆମେ ବି ମହାକାଶକୁ ଯିବୁ । ଆମେ ବି ଚନ୍ଦ୍ରପୃଷ୍ଠରେ ଓହ୍ଲାଇବୁ – ମହାକାଶ ବିଜ୍ଞାନୀ ହେବୁ ।ପଶ୍ଚିମବଙ୍ଗ ଦୁର୍ଗାପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ସମୟରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
July 18th, 02:35 pm
ଷ୍ଟିଲ ସିଟି ଭାବରେ ବିଶେଷ ଭାବେ ପରିଚିତ ପଶ୍ଚିମବଙ୍ଗର ଦୁର୍ଗାପୁର ସାରା ଦେଶର ଆକର୍ଷଣ । ତେଣୁ ସେହି ଧାରାରେ ଏହାର ଉନ୍ନତି ବି ଆମ ସରକାରଙ୍କ ଲକ୍ଷ୍ୟ । କିଛି ସମୟ ପୂର୍ବରୁ ଏହାର ବିକାଶ ପାଇଁ ମଞ୍ଜୁର କରାଯାଇଥିବା ୫୪ ଶହ କୋଟି ଟଙ୍କାର ଅର୍ଥ ବରାଦ କଥା ଚିନ୍ତା କରାଯାଇ ପାରେ । ବିଭିନ୍ନ ପ୍ରକଳ୍ପ ଦ୍ୱାରା ଯୋଗାଯୋଗ, ଗ୍ୟାସ ଆଧାରିତ ପରିବହନ ବ୍ୟବସ୍ଥାରେ ଉନ୍ନତି ଆସିବ । ମେକ ଇନ ଇଣ୍ଡିଆ ମେକ ଫର ବାର୍ଲଡ ଭାବଧାରାରେ ଏହି ସହର ଆଗାମୀ ଦିନରେ ସମୃଦ୍ଧି ପଥରେ ଯାତ୍ରା କରିବ । ଫଳରେ ଏହି ଜାଗାର ଯୁବବର୍ଗ ଚାକିରି ପାଇ ପାରିବେ ।ପଶ୍ଚିମବଙ୍ଗରେ ପ୍ରଧାନମନ୍ତ୍ରୀ : ଭେଟି ଦେଲେ 5,400 କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପ
July 18th, 02:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗର ଦୁର୍ଗାପୁରରେ 5,400 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପ ଗୁଡ଼ିକର ଶିଳାନ୍ୟାସ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି, ଇସ୍ପାତ ସହର ଭାବରେ ଜଣାଶୁଣା ଦୁର୍ଗାପୁର ଭାରତର ଶ୍ରମଶକ୍ତିର ଏକ ପ୍ରମୁଖ କେନ୍ଦ୍ର ବୋଲି ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଥିଲେ। ସେ ଭାରତର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଅବଦାନକୁ ସ୍ୱୀକାର କରି କହିଥିଲେ ଯେ, ଆଜି ସେହି ଭୂମିକାକୁ ଆହୁରି ମଜବୁତ କରିବାର ସୁଯୋଗ ଆସିଛି। ଶ୍ରୀ ମୋଦୀ ଗୁରୁତ୍ୱାରୋପ କରିଥିଲେ ଯେ, ଆଜି ଆରମ୍ଭ ହୋଇଥିବା ପ୍ରକଳ୍ପଗୁଡ଼ିକ ଏହି ଅଞ୍ଚଳରେ ସଂଯୋଗୀକରଣକୁ ବୃଦ୍ଧି କରିବ ଏବଂ ଗ୍ୟାସ- ଆଧାରିତ ପରିବହନ ଏବଂ ଗ୍ୟାସ - ଆଧାରିତ ଅର୍ଥନୀତିକୁ ପ୍ରୋତ୍ସାହିତ କରିବ ଏବଂ ଏକ ଇସ୍ପାତ ସହର ଭାବରେ ଦୁର୍ଗାପୁରର ପରିଚୟକୁ ସୁଦୃଢ଼ କରିବ । ପ୍ରଧାନମନ୍ତ୍ରୀ ତାଙ୍କ ବକ୍ତବ୍ୟରେ ଆହୁରି ମଧ୍ୟ କହିଥିଲେ ଯେ, ଏହି ପ୍ରକଳ୍ପଗୁଡ଼ିକ ମେକ୍ ଇନ୍ ଇଣ୍ଡିଆ, ମେକ୍ ଫର୍ ଦି ୱାର୍ଲ୍ଡ ର ଦୃଷ୍ଟିକୋଣ ସହିତ ସମନ୍ୱିତ ଏବଂ ପଶ୍ଚିମବଙ୍ଗକୁ ଆଗକୁ ବଢାଇବାରେ ସାହାଯ୍ୟ କରିବ। ସେ ଦୃଢ଼ୋକ୍ତି ପ୍ରକାଶ କରିଥିଲେ ଯେ, ଏହି ଅଞ୍ଚଳର ଯୁବକମାନଙ୍କ ପାଇଁ ଅନେକ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଏହି ବିକାଶ ପ୍ରକଳ୍ପଗୁଡ଼ିକ ପାଇଁ ସେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଥିଲେ।ବିହାରର ମୋତିହାରୀଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 18th, 11:50 am
ଏହି ପବିତ୍ର ଶ୍ରାବଣ ମାସରେ ଆମେ ବାବା ସୋମେଶ୍ୱରନାଥଙ୍କ ଚରଣରେ ପ୍ରଣାମ କରୁଛୁ ଏବଂ ତାଙ୍କ ଠାରୁ ଆମେ ଆଶୀର୍ବାଦ ଆଣିଛୁ ଯେ ସଂପୂର୍ଣ୍ଣ ବିହାର ବାସୀଙ୍କ ଜୀବନରେ ସୁଖ ଏବଂ ସମୃଦ୍ଧି ଆସୁ।ବିହାରକୁ ୭୦୦୦ କୋଟି ଟଙ୍କାର ବିକାଶ ପ୍ରକଳ୍ପ ଭେଟି ଦେଲେ ପ୍ରଧାନମନ୍ତ୍ରୀ
July 18th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ମୋତିହାରୀରେ ୭୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ପବିତ୍ର ଶ୍ରାବଣ ମାସରେ ବାବା ସୋମେଶ୍ୱର ନାଥଙ୍କୁ ପ୍ରଣାମ କରି ପ୍ରଧାନମନ୍ତ୍ରୀ ବିହାରର ସମସ୍ତ ବାସିନ୍ଦାଙ୍କ ଜୀବନରେ ସୁଖ ଏବଂ ସମୃଦ୍ଧି ପାଇଁ ଆଶୀର୍ବାଦ ଲୋଡ଼ିଥିଲେ ଏବଂ ପ୍ରାର୍ଥନା କରିଥିଲେ। ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ ଏହା ଚମ୍ପାରଣ ଭୂମି, ଏକ ଇତିହାସ ସୃଷ୍ଟି କରିଥିବା ଭୂମି। ସ୍ୱାଧୀନତା ଆନ୍ଦୋଳନ ସମୟରେ ଏହି ଭୂମି ମହାତ୍ମା ଗାନ୍ଧୀଙ୍କୁ ଏକ ନୂତନ ଦିଗଦର୍ଶନ ଦେଇଥିଲା। ସେ ଗୁରୁତ୍ୱାରୋପ କରିଥିଲେ ଯେ ଏହି ଭୂମିରୁ ପ୍ରେରଣା ଏବେ ବିହାରର ନୂତନ ଭବିଷ୍ୟତ ଗଢ଼ିବ। ଏହି ବିକାଶ ପଦକ୍ଷେପ ପାଇଁ ସେ ଉପସ୍ଥିତ ସମସ୍ତ ଲୋକଙ୍କୁ ଏବଂ ବିହାରର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଥିଲେ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’
June 29th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆପଣ ସମସ୍ତଙ୍କୁ ସ୍ୱାଗତ, ଅଭିନନ୍ଦନ। ଆପଣମାନେ ଏବେ ଯୋଗର ଶକ୍ତି ଏବଂ ‘ଆନ୍ତର୍ଜାତିକ ଯୋଗଦିବସ’ର ସ୍ମୃତିରେ ପରିପୂର୍ଣ୍ଣ ଥିବ । ଏଥର ମଧ୍ୟ ଜୁନ୍ ୨୧ ତାରିଖ ଦିନ ଦେଶ-ଦୁନିଆର କୋଟି କୋଟି ଲୋକେ ‘ଆନ୍ତର୍ଜାତିକ ଯୋଗ ଦିବସ’ରେ ଅଂଶଗ୍ରହଣ କଲେ । ଆପଣମାନଙ୍କର ମନେଥିବ, ୧୦ ବର୍ଷ ପୂର୍ବେ ଏହାର ଶୁଭାରମ୍ଭ ହୋଇଥିଲା । ଏବେ ୧୦ ବର୍ଷରେ ଏହି ପରମ୍ପରା ପୂର୍ବବର୍ଷ ଅପେକ୍ଷା ଅଧିକରୁ ଅଧିକ ଭବ୍ୟ ହୋଇଚାଲିଛି । ଏହା ଏ ଦିଗକୁ ମଧ୍ୟ ସଂକେତ କରୁଛି କି ଅଧିକରୁ ଅଧିକ ଲୋକ ନିଜ ଦୈନନ୍ଦିନ ଜୀବନରେ ଯୋଗକୁ ଆପଣାଉଛନ୍ତି । ଆମେମାନେ ଏଥର ମଧ୍ୟ ଯୋଗ ଦିବସର ଅନେକ ଚିତ୍ତାକର୍ଷକ ଛବି ଦେଖିଛୁ । ବିଶାଖାପାଟନମର ସମୁଦ୍ରକୂଳରେ ୩ ଲକ୍ଷ ଲୋକ ଏକାଠି ଯୋଗାଭ୍ୟାସ କଲେ । ବିଶାଖାପାଟନମଠାରୁ ହିଁ ଆଉ ଏକ ଚମତ୍କାର ଦୃଶ୍ୟ ଦେଖିବାକୁ ମିଳିଲା । ଦୁଇ ହଜାରରୁ ଅଧିକ ଆଦିବାସୀ ଛାତ୍ରମାନେ ୧୦୮ ମିନିଟ୍ ପର୍ଯ୍ୟନ୍ତ ୧୦୮ ଥର ସୂର୍ଯ୍ୟ ନମସ୍କାର କଲେ । ଚିନ୍ତା କରନ୍ତୁ ତ, କେତେ ଶୃଙ୍ଖଳା, କେତେ ସମର୍ପଣ ଭାବ ରହିଥିବ ତାଙ୍କର । ଆମର ନୌବାହିନୀର ଜାହାଜ ଉପରେ ମଧ୍ୟ ଯୋଗର ଭବ୍ୟ ଦୃଶ୍ୟମାନ ଦେଖିବାକୁ ମିଳିଲା । ତେଲଙ୍ଗାନାରେ ୩ ହଜାର ଦିବ୍ୟାଙ୍ଗ ସାଥୀମାନେ ଏକସଙ୍ଗେ ଯୋଗ ଶିବିରରେ ଅଂଶଗ୍ରହଣ କଲେ । ସେମାନେ ଦେଖାଇଦେଲେ ଯେ ଯୋଗ କେଉଁଭଳି ଭାବରେ ସଶକ୍ତିକରଣର ମଧ୍ୟ ଗୋଟିଏ ମାଧ୍ୟମ । ଦିଲ୍ଲୀର ଜନସାଧାରଣ ଯୋଗକୁ ସ୍ୱଚ୍ଛ ଯମୁନା ସଂକଳ୍ପ ସହ ସଂଯୁକ୍ତ କଲେ ଏବଂ ଯମୁନା କୂଳରେ ଯାଇ ଯୋଗାଭ୍ୟାସ କଲେ । ଜମ୍ମୁ କାଶ୍ମୀରରେ ଚେନ୍ନାବ ପୋଲ ଯାହା ବିଶ୍ୱର ସବୁଠାରୁ ଉଚ୍ଚତା ବିଶିଷ୍ଟ ରେଳପୋଲ, ସେଠାରେ ମଧ୍ୟ ଲୋକେ ଯୋଗାଭ୍ୟାସ କଲେ । ହିମାଳୟର ବରଫାବୃତ ଶିଖର ଏବଂ ITBPର ଯବାନ, ସେଠାରେ ମଧ୍ୟ ଯୋଗାଭ୍ୟାସ ଦେଖିବାକୁ ମିଳିଲା, ସାହାସ ଏବଂ ସାଧନା ଏକାଠି ଦେଖିବାକୁ ମିଳିଲା । ଗୁଜୁରାଟର ଜନସାଧାରଣ ମଧ୍ୟ ଏକ ନୂତନ ଇତିହାସ ସୃଷ୍ଟି କଲେ । ୱଡନଗରରେ ୨୧୨୧ (ଦୁଇହଜାର ଶହେ ଏକୋଇଶ) ଜଣ ଏକସଙ୍ଗେ ଭୁଜଙ୍ଗାସନ କଲେ ଏବଂ ନୂତନ ରେକର୍ଡ ସୃଷ୍ଟି କଲେ । ନ୍ୟୁୟର୍କ, ଲଣ୍ଡନ, ଟୋକିଓ, ପ୍ୟାରିସ୍, ବିଶ୍ୱର ପ୍ରତ୍ୟେକ ବଡ଼ ସହରରୁ ଯୋଗର ଛବି ଆସିଲା ଏବଂ ପ୍ରତ୍ୟେକ ଛବିରେ ଗୋଟିଏ ବିଶେଷ କଥା ଦେଖିବାକୁ ମିଳିଲା ତାହା ହେଉଛି ଶାନ୍ତି, ସ୍ଥିରତା ଏବଂ ସନ୍ତୁଳନ । ଏଥରର ଥିମ୍ ମଧ୍ୟ ବହୁତ ସ୍ୱତନ୍ତ୍ର ଥିଲା, ‘Yoga for One Earth, One Health’, ଅର୍ଥାତ୍, ‘ଏକ ପୃଥିବୀ – ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ’ । ଏହା କେବଳ ଏକ ସ୍ଲୋଗାନ ନୁହେଁ, ଏହା ଏକ ଦିଗ ଯାହା ଆମକୁ ‘ବସୁଧୈବ କୁଟୁମ୍ବକମ୍’ର ଅନୁଭୂତି ପ୍ରଦାନ କରୁଛି । ଏଥରର ଯୋଗ ଦିବସର ଭବ୍ୟତା ଅଧିକରୁ ଅଧିକ ଲୋକଙ୍କ ଦ୍ୱାରା ଯୋଗକୁ ଆପଣାଇବାକୁ ନିଶ୍ଚୟ ପ୍ରେରଣା ଯୋଗାଇବ ବୋଲି ମୋର ବିଶ୍ୱାସ ।ଶ୍ରୀ ନାରାୟଣ ଗୁରୁ ଏବଂ ଗାନ୍ଧୀଜୀଙ୍କ ମଧ୍ୟରେ ବାର୍ତ୍ତାଳାପର ଶତବାର୍ଷିକୀ ସମାରୋହ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 24th, 11:30 am
ଆଜି ଏହି ପରିସରରେ ଦେଶର ଇତିହାସରେ ଏକ ଅଭୂତପୂର୍ବ ଘଟଣାର ସ୍ମରଣ କରିବାର ସାକ୍ଷୀ ହେଉଛି। ଏକ ଏମିତି ଐତିହାସିକ ଘଟଣା, ଯାହା କେବଳ ଆମର ସ୍ୱାଧୀନତା ଆନ୍ଦୋଳନକୁ ଏକ ନୂତନ ଦିଗ ପ୍ରଦାନ କରି ନ ଥିଲା ବରଂ ସ୍ୱାଧୀନତାର ଲକ୍ଷ୍ୟ ଏବଂ ଏକ ସ୍ୱାଧୀନ ଭାରତର ସ୍ୱପ୍ନକୁ ଦୃଢ଼ ଅର୍ଥ ମଧ୍ୟ ଦେଇଥିଲା। 100 ବର୍ଷ ପୂର୍ବେ ଶ୍ରୀ ନାରାୟଣ ଗୁରୁ ଏବଂ ମହାତ୍ମା ଗାନ୍ଧୀଙ୍କ ସେହି ସାକ୍ଷାତ ଆଜି ମଧ୍ୟ ସେତିକି ପ୍ରେରଣାଦାୟୀ ଏବଂ ପ୍ରାସଙ୍ଗିକ। 100 ବର୍ଷ ପୂର୍ବେ ଯେଉଁ ବୈଠକ ହୋଇଥିଲା, ତାହା ଆଜି ମଧ୍ୟ ସାମାଜିକ ସୌହାର୍ଦ୍ଦ୍ୟ ଏବଂ ବିକଶିତ ଭାରତର ସାମୂହିକ ଲକ୍ଷ୍ୟ ପାଇଁ ଶକ୍ତିର ଏକ ବଡ଼ ଉତ୍ସ ହୋଇ ରହିଛି। ଏହି ଐତିହାସିକ ଅବସରରେ ମୁଁ ଶ୍ରୀ ନାରାୟଣ ଗୁରୁଙ୍କ ପାଦତଳେ ପ୍ରଣାମ କରୁଛି। ମୁଁ ଗାନ୍ଧୀଜୀଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।