ପ୍ରଖ୍ୟାତ ଅଭିନେତା ଶ୍ରୀ ଧର୍ମେନ୍ଦ୍ରଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ

November 24th, 03:06 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଖ୍ୟାତ ଅଭିନେତା ଶ୍ରୀ ଧର୍ମେନ୍ଦ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ସେ ଶ୍ରୀ ଧର୍ମେନ୍ଦ୍ରଙ୍କ ବିୟୋଗକୁ ଭାରତୀୟ ଚଳଚ୍ଚିତ୍ର ଜଗତରେ ଏକ ଯୁଗର ଅବସାନ ଭାବେ ବର୍ଣ୍ଣନା କରିଛନ୍ତି ।

ସତୀଶ ଶାହଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

October 25th, 07:44 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବରିଷ୍ଠ ଅଭିନେତା ଶ୍ରୀ ସତୀଶ ଶାହଙ୍କ ବିୟୋଗରେ ଶୋକ ପ୍ରକାଶ କରିବା ସହ ତାଙ୍କୁ ଭାରତୀୟ ମନୋରଞ୍ଜନର ଜଣେ ପ୍ରକୃତ କିମ୍ବଦନ୍ତୀ ବୋଲି କହିଛନ୍ତି ।

ବରିଷ୍ଠ ଅଭିନେତା ଶ୍ରୀ ଗୋବର୍ଦ୍ଧନ ଅସରାନୀଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ

October 21st, 09:16 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବରିଷ୍ଠ ଅଭିନେତା ଶ୍ରୀ ଗୋବର୍ଦ୍ଧନ ଅସରାନୀଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ଭାରତୀୟ ଚଳଚ୍ଚିତ୍ର ପ୍ରତି ତାଙ୍କର ଅପାର ଅବଦାନ ଏବଂ ସବୁ ପିଢ଼ିର ଲୋକଙ୍କ ମନରେ ଖୁସି ଆଣିବାର ଦକ୍ଷତାକୁ ସ୍ମରଣ କରି ପ୍ରଧାନମନ୍ତ୍ରୀ ଏହି ଅଭିନେତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ମୁମ୍ୱାଇରେ ୱେଭସ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

May 01st, 03:35 pm

ୱେଭସ ଶିଖର ସମ୍ମିଳନୀରେ ଉପସ୍ଥିତ ମହାରାଷ୍ଟ୍ରର ରାଜ୍ୟପାଳ ସି. ପି. ରାଧାକ୍ରିଷ୍ଣନ ଜୀ, ମହାରାଷ୍ଟ୍ରର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ ଜୀ, ଏଲ. ମୁରୁଗନ ଜୀ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, ଅଜିତ ପାୱାର ଜୀ, ବିଶ୍ୱର କୋଣ ଅନୁକୋଣରୁ ଯୋଡି ହୋଇଥିବା ସୃଜନଶୀଳ ବିଶ୍ୱର ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି, ବିଭିନ୍ନ ଦେଶରୁ ଆସି ଯୋଗଦେଇଥିବା ସୂଚନା, ଯୋଗାଯୋଗ, କଳା ଏବଂ ସଂସ୍କୃତି ବିଭାଗର ମନ୍ତ୍ରୀଗଣ, ବିଭିନ୍ନ ଦେଶର ରାଷ୍ଟ୍ରଦୂତ, ବିଶ୍ୱର କୋଣ ଅନୁକୋଣରୁ ଆସି ଏଠାରେ ଯୋଗଦେଇଥିବା ସୃଜନଶୀଳ ବିଶ୍ୱର ବ୍ୟକ୍ତିବିଶେଷ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଏବଂ ଭଦ୍ରବ୍ୟକ୍ତିଗଣ!

ୱେଭ୍ସ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

May 01st, 11:15 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମୁମ୍ବାଇର ଜିଓ ୱାର୍ଲ୍ଡ ସେଣ୍ଟରରେ ଭାରତର ପ୍ରଥମ ବିଶ୍ୱ ଅଡିଓ ଭିଜୁଆଲ୍ ଏବଂ ମନୋରଞ୍ଜନ ସମ୍ମିଳନୀ-ୱେଭ୍ସ ୨୦୨୫କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି, ସେ ଆଜି ପାଳିତ ହେଉଥିବା ମହାରାଷ୍ଟ୍ର ଦିବସ ଏବଂ ଗୁଜରାଟ ରାଜ୍ୟ ପ୍ରତିଷ୍ଠା ଦିବସ ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ । ସମସ୍ତ ଅନ୍ତର୍ଜାତୀୟ ସ୍ତରର ବିଶିଷ୍ଟ ବ୍ୟକ୍ତି, ରାଷ୍ଟ୍ରଦୂତ ଏବଂ ସୃଜନଶୀଳ ଶିଳ୍ପପତିଙ୍କ ଉପସ୍ଥିତିକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ ଏହି ସମାବେଶର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରି କହିଥିଲେ ଯେ ୧୦୦ ରୁ ଅଧିକ ଦେଶର କଳାକାର, ନବସୃଜନକାରୀ, ନିବେଶକ ଏବଂ ନୀତି ନିର୍ଦ୍ଧାରକମାନେ ପ୍ରତିଭା ଏବଂ ସୃଜନଶୀଳତାର ଏକ ବିଶ୍ୱ ପରିବେଶ ପାଇଁ ମୂଳଦୁଆ ସ୍ଥାପନ କରିବା ଲାଗି ଏକାଠି ହୋଇଛନ୍ତି। ‘‘ୱେଭ୍ସ କେବଳ ଏକ ସଂକ୍ଷିପ୍ତ ଶବ୍ଦ ନୁହେଁ ବରଂ ସଂସ୍କୃତି, ସୃଜନଶୀଳତା ଏବଂ ସାର୍ବଜନୀନ ସଂଯୋଗକୁ ପ୍ରତିନିଧିତ୍ୱ କରୁଥିବା ଏକ ତରଙ୍ଗ’’ । ସେ ଆହୁରି ଉଲ୍ଲେଖ କରିଥିଲେ ଯେ ଏହି ସମ୍ମିଳନୀ ଚଳଚ୍ଚିତ୍ର, ସଙ୍ଗୀତ, ଗେମିଂ, ଆନିମେସନ୍ ଏବଂ କାହାଣୀ କହିବାର ବ୍ୟାପକ ବିଶ୍ୱକୁ ପ୍ରଦର୍ଶନ କରେ, ଯାହା କଳାକାର ଏବଂ ସ୍ରଷ୍ଟାମାନଙ୍କୁ ସଂଯୋଗ ଏବଂ ସହଯୋଗ କରିବା ପାଇଁ ଏକ ବିଶ୍ୱସ୍ତରୀୟ ପ୍ଲାଟଫର୍ମ ପ୍ରଦାନ କରେ। ପ୍ରଧାନମନ୍ତ୍ରୀ ଏହି ଐତିହାସିକ ଅବସରରେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଭାରତ ଏବଂ ବିଦେଶର ବିଶିଷ୍ଟ ଅତିଥିମାନଙ୍କୁ ସ୍ୱାଗତ ଜଣାଇଥିଲେ।

କିମ୍ବଦନ୍ତୀ ଅଭିନେତା ତଥା ଚଳଚ୍ଚିତ୍ର ନିର୍ମାତା ମନୋଜ କୁମାରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

April 04th, 08:34 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କିମ୍ବଦନ୍ତୀ ଅଭିନେତା ଏବଂ ଚଳଚ୍ଚିତ୍ର ନିର୍ମାତା ଶ୍ରୀ ମନୋଜ କୁମାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ସେ ଅଭିନେତା ମନୋଜ କୁମାରଙ୍କୁ ଭାରତୀୟ ସିନେମାର ପ୍ରତୀକ ଭାବରେ ପ୍ରଶଂସା କରିଛନ୍ତି । ବିଶେଷକରି ତାଙ୍କ ଚଳଚ୍ଚିତ୍ରରେ ପ୍ରତିଫଳିତ ଦେଶପ୍ରେମର ଉତ୍ସାହ ପାଇଁ ତାଙ୍କୁ ମନେ ପକାଯାଇଥାଏ ।

ମେଦବହୁଳତା ବିରୋଧରେ ଲଢ଼ିବା ଏବଂ ତେଲ ବ୍ୟବହାର କମାଇବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନକୁ ଡାକ୍ତର ଓ କ୍ରୀଡାବିତ୍‌ଙ୍କ ସମେତ ବିଭିନ୍ନ କ୍ଷେତ୍ରରୁ ସମର୍ଥନ

January 31st, 06:25 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନିକଟରେ ମେଦବହୁଳତା ବିରୋଧରେ ଲଢ଼େଇ ଏବଂ ତେଲ ବ୍ୟବହାର କମାଇବା ପାଇଁ ଆହ୍ୱାନ ଦେଇଛନ୍ତି । ଏହାକୁ ଡାକ୍ତର, କ୍ରୀଡାବିତ୍ ତଥା ଜୀବନର ବିଭିନ୍ନ ବର୍ଗର ଲୋକମାନଙ୍କ ନିକଟରୁ ବ୍ୟାପକ ସମର୍ଥନ ମିଳିଛି ।

କିମ୍ବଦନ୍ତୀ ଅଭିନେତା ରାଜ କପୁରଙ୍କ ୧୦୦ତମ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

December 14th, 11:17 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କିମ୍ବଦନ୍ତୀ ଅଭିନେତା ଶ୍ରୀ ରାଜ କପୁରଙ୍କୁ ତାଙ୍କର ୧୦୦ ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ରାଜ କପୁର ଜଣେ ଦୂରଦୃଷ୍ଟି ସମ୍ପନ୍ନ ଚଳଚ୍ଚିତ୍ର ନିର୍ମାତା, ଅଭିନେତା ଏବଂ ସବୁଦିନିଆ ଶୋମ୍ୟାନ୍ ଭାବରେ ପ୍ରଶଂସା କରିଥିଲେ । ଶ୍ରୀ ରାଜ କପୁରଙ୍କୁ କେବଳ ଜଣେ ଚଳଚ୍ଚିତ୍ର ନିର୍ମାତା ନୁହେଁ ବରଂ ଭାରତୀୟ ସିନେମାକୁ ବିଶ୍ୱ ସ୍ତରରେ ପହଞ୍ଚାଇଥିବା ଜଣେ ସାଂସ୍କୃତିକ ରାଷ୍ଟ୍ରଦୂତ ଏବଂ ଚଳଚ୍ଚିତ୍ର ନିର୍ମାତା ଏବଂ ଅଭିନେତାମାନଙ୍କର ପୀଢ଼ି ତାଙ୍କଠାରୁ ବହୁତ କିଛି ଶିକ୍ଷା କରିପାରିବେ ।

ଚଳଚ୍ଚିତ୍ର ଅଭିନେତା ଥିରୁ ଦିଲ୍ଲୀ ଗଣେଶଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ

November 10th, 05:48 pm

ପ୍ରଖ୍ୟାତ ଚଳଚ୍ଚିତ୍ର ଅଭିନେତା ଥିରୁ ଦିଲ୍ଲୀ ଗଣେଶଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗଭୀର ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ଥିରୁ ଗଣେଶଙ୍କର ଅସାଧାରଣ ଅଭିନୟ ଦକ୍ଷତା ଥିଲା ଏବଂ ପ୍ରତ୍ୟେକ ଭୂମିକା ପାଇଁ ତାଙ୍କର ଅତୁଳନୀୟ ଅଭିନୟ ଓ ବିଭିନ୍ନ ପିଢ଼ିର ଦର୍ଶକଙ୍କ ସହ ଯୋଡ଼ି ହୋଇ ରହିବା ଦିଗରେ କ୍ଷମତା ପାଇଁ ସେ ସବୁଦିନ ମନେ ରହିବେ ।