ଜନସାଧାରଣଙ୍କ ସାମୂହିକ ପ୍ରୟାସକୁ ସାମ୍ନାକୁ ଆଣିବା ପାଇଁ 'ମନ୍ କୀ ବାତ୍' ଏକ ଉତ୍କୃଷ୍ଟ ପ୍ଲାଟଫର୍ମ: ପ୍ରଧାନମନ୍ତ୍ରୀ ମୋଦୀ
November 30th, 11:30 am
ଚଳିତ ମାସର ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ ନଭେମ୍ବର ମାସର ପ୍ରମୁଖ ଘଟଣା ଉପରେ ଆଲୋକପାତ କରିଥିଲେ, ଯେଉଁଥିରେ ସମ୍ବିଧାନ ଦିବସ ଉତ୍ସବ, ବନ୍ଦେ ମାତରମର 150ତମ ବାର୍ଷିକୀ, ଅଯୋଧ୍ୟାରେ ଧର୍ମ ଧ୍ୱଜ ଉତ୍ତୋଳନ, ଆଇଏନଏସ 'ମାହେ' ଅନ୍ତର୍ଭୁକ୍ତ ଏବଂ କୁରୁକ୍ଷେତ୍ରରେ ଆନ୍ତର୍ଜାତୀୟ ଗୀତା ମହୋତ୍ସବ ଅନ୍ତର୍ଭୁକ୍ତ । ରେକର୍ଡ ପରିମାଣର ଖାଦ୍ୟଶସ୍ୟ ଓ ମହୁ ଉତ୍ପାଦନ, ଭାରତର କ୍ରୀଡା ସଫଳତା, ସଂଗ୍ରହାଳୟ ଓ ପ୍ରାକୃତିକ କୃଷି ଭଳି ଗୁରୁତ୍ୱପୂର୍ଣ୍ଣ ବିଷୟବସ୍ତୁ ଉପରେ ମଧ୍ୟ ସେ ଆଲୋକପାତ କରିଥିଲେ । କାଶୀ-ତାମିଲ ସଙ୍ଗମମର ଅଂଶ ହେବାକୁ ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ ।ହାଇଦ୍ରାବାଦରେ ସଫ୍ରାନ ଏୟାରକ୍ରାଫ୍ଟ ଇଞ୍ଜିନ ସର୍ଭିସେସ୍ ଇଣ୍ଡିଆ ସୁବିଧାର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 26th, 10:10 am
ମୋ ପାଖରେ ସମୟ କମ ରହିଛି କାରଣ ମୋତେ ସଂସଦରେ ପହଞ୍ଚିବାକୁ ପଡିବ । ସେଠାରେ ରାଷ୍ଟ୍ରପତିଙ୍କ ସହ ଏକ ବୈଠକ ରହିଛି । ସେଥିପାଇଁ ଭାଷଣକୁ ଲମ୍ବା ନକରି କେବଳ କିଛି ବିନ୍ଦୁ ଉପରେ ମୁଁ ମୋ କଥାକୁ ସମାପନ କରିବି । ଆଜିଠାରୁ ଭାରତର ବେସାମରିକ ବିମାନ ଚଳାଚଳ କ୍ଷେତ୍ରର ଉନ୍ନତି ହେବ । ସଫ୍ରାନର ଏହି ନୂଆ ଉଦ୍ୟମ ଭାରତକୁ ଏକ ବୈଶ୍ୱିକ ଏମଆରଓ ହବରେ ପରିଣତ କରିପାରିଛି । ବିଶ୍ୱର ଏରୋସ୍ପେଶ ସେକ୍ଟରରେ ଏହି ଏମଆରଓ ସୁବିଧା ଯୁବକମାନଙ୍କ ଲାଗି ନୂଆ ସୁଯୋଗ ସୃଷ୍ଟି କରିବ । ୨୪ ନଭେମ୍ବର ୨୦୨୫ରେ ମୁଁ ସଫ୍ରାନ ବୋର୍ଡ ଓ ପରିଚାଳନା କମିଟିକୁ ସାକ୍ଷାତ କରିଥିଲି । ପୂର୍ବରୁ ବି ସାକ୍ଷାତ କରିଥିଲି । ପ୍ରତି ସାକ୍ଷାତରେ ଭାରତକୁ ନେଇ ସେମାନଙ୍କର ଆଶା ଓ ବିଶ୍ୱାସ ରହିଛି ବୋଲି ମୁଁ ଅନୁଭବ କଲି । ମୋର ବିଶ୍ୱାସ ରହିଛି ଯେ ଭାରତବର୍ଷରେ ସାଫ୍ରନର ପୁଞ୍ଜି ନିବେଶ ଆଗକୁ ବି ଜାରି ରହିବ । ଏହି ସୁବିଧା ପାଇଁ ଟିମ ସଫ୍ରାନକୁ ମୁଁ ହୃଦୟରୁ କୃତଜ୍ଞତା ଜ୍ଞାପନ କରୁଛି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଇଦ୍ରାବାଦରେ ସଫରାନ ଏୟାରକ୍ରାଫ୍ଟ ଇଞ୍ଜିନ ସର୍ଭିସେସ୍ ଇଣ୍ଡିଆ (ଏସ୍ଏଇଏସ୍ଆଇ) ସୁବିଧାର ଉଦଘାଟନ କରିଛନ୍ତି
November 26th, 10:00 am
୨୬.୧୧.୨୦୨୫ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଜିଏମଆର ଏରୋସ୍ପେସ୍ ଏବଂ ଇଣ୍ଡଷ୍ଟ୍ରିଆଲ୍ ପାର୍କ – ଏସଇଜେଡରେ ଅବସ୍ଥିତ ସଫରାନ୍ ଏୟାରକ୍ରାଫ୍ଟ ଇଞ୍ଜିନ୍ ସର୍ଭିସେସ୍ ଇଣ୍ଡିଆ (ଏସଏଇଏସଆଇ) ସୁବିଧାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆଲୋକପାତ କରି କହିଥିଲେ ଯେ, ଆଜିଠାରୁ ଭାରତର ବିମାନ ଚଳାଚଳ କ୍ଷେତ୍ର ଏକ ନୂତନ ଉଡ଼ାଣ ନେଉଛି। ସଫରାନର ନୂତନ ସୁବିଧା ଭାରତକୁ ଏକ ବିଶ୍ୱସ୍ତରୀୟ ମେଣ୍ଟେନାନ୍ସ, ରିପେୟାର ଏବଂ ଓଭରହଲ୍ (ଏମଆରଓ) ହବ୍ ଭାବରେ ପ୍ରତିଷ୍ଠା କରିବାରେ ସାହାଯ୍ୟ କରିବ। ପ୍ରଧାନମନ୍ତ୍ରୀ ରେଖାଙ୍କିତ କରିଥିଲେ ଯେ ଏହି ଏମଆରଓ ସୁବିଧା ଉଚ୍ଚ-ପ୍ରଯୁକ୍ତିବିଦ୍ୟା ମହାକାଶ କ୍ଷେତ୍ରରେ ଯୁବପିଢ଼ି ପାଇଁ ନୂତନ ସୁଯୋଗ ସୃଷ୍ଟି କରିବ। ସେ ମନେ ପକାଇଥିଲେ ଯେ, ସେ ୨୪ ନଭେମ୍ବରରେ ସଫରାନ ବୋର୍ଡ ଏବଂ ପରିଚାଳନାକୁ ଭେଟିଥିଲେ ଏବଂ ଉଲ୍ଲେଖ କରିଥିଲେ ଯେ ପୂର୍ବରୁ ମଧ୍ୟ ସେମାନଙ୍କ ସହିତ ପ୍ରତ୍ୟେକ ଆଲୋଚନାରେ ସେ ଭାରତ ସମ୍ପର୍କରେ ସେମାନଙ୍କର ଆତ୍ମବିଶ୍ୱାସ ଏବଂ ଆଶା ଦେଖିଥିଲେ। ସେ ଆଶା ପ୍ରକାଶ କରିଥିଲେ ଯେ ଭାରତରେ ସଫରାନ ର ନିବେଶ ସମାନ ଗତିରେ ଜାରି ରହିବ। ତାଙ୍କର ଶୁଭକାମନା ଜଣାଇ ପ୍ରଧାନମନ୍ତ୍ରୀ ଏହି ନୂତନ ସୁବିଧା ପାଇଁ ଟିମ୍ ସଫରାନକୁ ଅଭିନନ୍ଦନ ଜଣାଇଥିଲେ।ପରବର୍ତ୍ତୀ ଦଶନ୍ଧି ପାଇଁ ଭାରତ- ଜାପାନ ମିଳିତ ପରିକଳ୍ପନା : ଏହି ସ୍ୱତନ୍ତ୍ର ରଣନୀତିକ ଏବଂ ବୈଶ୍ୱିକ ସହଭାଗିତା ବୃଦ୍ଧି ନିମନ୍ତେ ଆଠଗୋଟି ଦିଗ
August 29th, 07:11 pm
ଆଇନର ଶାସନ ଉପରେ ଆଧାରିତ ଏକ ମୁକ୍ତ, ଶାନ୍ତିପୂର୍ଣ୍ଣ ସମୃଦ୍ଧି ଏବଂ ବଳପୂର୍ବକ ଦଖଲମୁକ୍ତ ଭାରତ - ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରର ସମାନ ଦୃଷ୍ଟିକୋଣ ସହିତ ଭାରତ ଏବଂ ଜାପାନ, ପରିପୂରକ ସମ୍ବଳ ପ୍ରଦାନ, ପ୍ରଯୁକ୍ତିବିଦ୍ୟାର ଶକ୍ତି ଏବଂ ମୂଲ୍ୟ ପ୍ରତିଯୋଗିତା ସହିତ ଦୁଇ ଦେଶର ଅର୍ଥନୀତି ଏବଂ ବନ୍ଧୁତା ତଥା ପାରସ୍ପରିକ ସଦ୍ଭାବନାର ଦୀର୍ଘ ପରମ୍ପରା ସହିତ ଉଭୟ ରାଷ୍ଟ୍ର, ଆଗାମୀ ଏକ ଦଶନ୍ଧି ମଧ୍ୟରେ ନିଜ ନିଜର ରାଷ୍ଟ୍ର ଏବଂ ବିଶ୍ୱରେ ଘଟୁଥିବା ପରିବର୍ତ୍ତନ ତଥା ସୁଯୋଗମାନଙ୍କୁ ମିଳିତ ଭାବରେ ସନ୍ଧାନ କରିବା ନିମନ୍ତେ ପରସ୍ପରର ଅଭିପ୍ରାୟ ବ୍ୟକ୍ତ କରୁଛ, ଯାହା ଉଭୟ ରାଷ୍ଟ୍ରର ଘରୋଇ ଲକ୍ଷ୍ୟ ହାସଲ କରିବା ଦିଗରେ ସହାୟକ ଏବଂ ନିଜ ନିଜ ରାଷ୍ଟ୍ର ଏବଂ ପରବର୍ତ୍ତୀ ପିଢ଼ିର ଲୋକମାନଙ୍କୁ ପୂର୍ବାପେକ୍ଷା ଅଧିକ ନିକଟତର କରାଇବ ।ନୂଆଦିଲ୍ଲୀର ଭାରତ ମଣ୍ଡପମରେ ବିଶ୍ୱ ବିମାନ ପରିବହନ ଶିଖର ସମ୍ମିଳନୀର ପୂର୍ଣ୍ଣାଙ୍ଗ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 02nd, 05:34 pm
ଆଇ. ଏ. ଟି. ଏ. ର 81ତମ ବାର୍ଷିକ ସାଧାରଣ ସଭାରେ, ଏବଂ ବିଶ୍ୱ ବିମାନ ପରିବହନ ଶିଖର ସମ୍ମିଳନୀରେ, ମୁଁ ଆପଣ ସମସ୍ତ ଅତିଥିଙ୍କୁ ଭାରତକୁ ସ୍ୱାଗତ କରୁଛି ଏବଂ ଆପଣଙ୍କୁ ଅଭିନନ୍ଦନ ଜଣାଉଛି। 4 ଦଶନ୍ଧି ପରେ ଭାରତରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏହି 4 ଦଶନ୍ଧି ମଧ୍ୟରେ ଭାରତରେ ଅନେକ କିଛି ବଦଳିଛି। ଆଜିର ଭାରତ ପୂର୍ବ ଅପେକ୍ଷା ଅଧିକ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ। ଆମେ କେବଳ ବିଶ୍ୱ ବିମାନ ଚଳାଚଳ ଇକୋ-ସିଷ୍ଟମରେ ଏକ ବିଶାଳ ବଜାର ନୁହେଁ, ବରଂ ନୀତିଗତ ନେତୃତ୍ୱ, ନବସୃଜନ ଏବଂ ସମାବେଶୀ ବିକାଶର ପ୍ରତୀକ ମଧ୍ୟ ଅଟେ । ଆଜି ଭାରତ ବିଶ୍ୱ ମହାକାଶ-ବିମାନ ଚଳାଚଳ କ୍ଷେତ୍ରରେ ଏକ ଉଦୀୟମାନ ନେତୃତ୍ୱ ନେଉଛି। ବିଗତ ଦଶନ୍ଧିରେ ଭାରତର ବେସାମରିକ ବିମାନ ଚଳାଚଳ କ୍ଷେତ୍ରରେ ଯେଉଁ ଐତିହାସିକ ସଫଳତା ମିଳିଛି, ତାହା ଆପଣମାନେ ସମସ୍ତେ ଜାଣନ୍ତି।ଆଇଏଟିଏ ର ୮୧ତମ ବାର୍ଷିକ ସାଧାରଣ ବୈଠକ ଏବଂ ବିଶ୍ୱ ବାୟୁ ପରିବହନ ସମ୍ମିଳନୀର ଅଧିବେଶନକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 02nd, 05:00 pm
ବିଶ୍ୱସ୍ତରୀୟ ବିମାନ ଭିତ୍ତିଭୂମି ବିକାଶ ଏବଂ ସଂଯୋଗ ବୃଦ୍ଧି ପ୍ରତି ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଇଣ୍ଟରନାସନାଲ୍ ଏୟାର ଟ୍ରାନ୍ସପୋର୍ଟ ଆସୋସିଏସନ (ଆଇଏଟିଏ)ର ୮୧ତମ ବାର୍ଷିକ ସାଧାରଣ ବୈଠକ (ଏଜିଏମ) ଏବଂ ୱାର୍ଲଡ୍ ଏୟାର ଟ୍ରାନ୍ସପୋର୍ଟ ସମିଟ୍ (ଡବ୍ଲୁଏଟିଏସ)ର ଅଧିବେଶନରେ ଉଦବୋଧନ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଅତିଥିମାନଙ୍କୁ ସ୍ୱାଗତ କରି ଚାରି ଦଶନ୍ଧି ପରେ ଭାରତକୁ ଫେରିବା ଘଟଣାଟିର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ସେ ଏହି ସମୟ ମଧ୍ୟରେ ଭାରତ ଯେଉଁ ଉଲ୍ଲେଖନୀୟ ପରିବର୍ତ୍ତନ ଆଣିଛି ତାହା ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ କହିଥିଲେ ଯେ ଆଜିର ଭାରତ ପୂର୍ବାପେକ୍ଷା ଅଧିକ ଆତ୍ମବିଶ୍ୱାସୀ। କେବଳ ଏକ ବିଶାଳ ବଜାର ଭାବରେ ନୁହେଁ ବରଂ ନୀତି ନେତୃତ୍ୱ, ନବସୃଜନ ଏବଂ ସମନ୍ବିତ ବିକାଶର ପ୍ରତୀକ ଭାବରେ ସେ ବିଶ୍ୱ ବିମାନ ଚଳାଚଳ ଇକୋସିଷ୍ଟମରେ ଭାରତର ଭୂମିକା ଉପରେ ଗୁରୁତ୍ୱାରୋପ କରିଥିଲେ। ଆଜି, ଭାରତ ମହାକାଶ-ବିମାନ ଚଳାଚଳ କ୍ଷେତ୍ରରେ ଏକ ବିଶ୍ୱ ନେତା ଭାବରେ ଉଭା ହେଉଛି, ବୋଲି ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଥିଲେ। ସେ ଏହି ଅବସରରେ ଉଲ୍ଲେଖ କରିଥିଲେ ଯେ ବେସାମରିକ ବିମାନ ଚଳାଚଳ କ୍ଷେତ୍ର ଗତ ଦଶନ୍ଧିରେ ଐତିହାସିକ ଉନ୍ନତି ଦେଖିଛି, ଯାହାକୁ ସ୍ୱୀକୃତି ମିଳିପାରିଛି।ଆଦମପୁର ଏୟାର ବେସ୍ରେ ବୀର ବାୟୁସେନା ଓ ସୈନିକଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
May 13th, 03:45 pm
ଏହି ଜୟଘୋଷର ଶକ୍ତିକୁ ଏବେ ଏବେ ସାରା ଦୁନିଆଁ ଦେଖୁଛି। ଭାରତ ମାତା କୀ ଜୟ, ଏହା କେବଳ ଏକ ଘୋଷଣା ନୁହେଁ, ଏହା ଦେଶର ପ୍ରତିଟି ସେଇ ସୈନିକଙ୍କର ଶପଥ ଅଟେ, ଯିଏ ଦେଶମାତୃକାର ସମ୍ମାନ ଓ ମର୍ଯ୍ୟାଦା ପାଇଁ ଜୀବନକୁ ବାଜି ଲଗାଇ ଥାଏ। ଏହା ଦେଶର ପ୍ରତିଟି ନାଗରିକଙ୍କର ସ୍ୱର, ଯିଏ ଦେଶ ପାଇଁ ବଂଚିବାକୁ ଇଚ୍ଛା କରନ୍ତି, ଯିଏ କିଛି କରିବାକୁ ଇଚ୍ଛା କରନ୍ତି।ଆଦମପୁର ବାୟୁସେନା ଘାଟିଠାରେ ଦେଶର ସାହାସୀ ବାୟୁବୀର ଏବଂ ସୈନିକଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 13th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଦମପୁରସ୍ଥିତ ବାୟୁସେନା ଘାଟି ପରିଦର୍ଶନ କରିଥିଲେ ଏବଂ ଦେଶର ସାହସୀ ବାୟୁସେନା ଯୋଦ୍ଧା ଏବଂ ସୈନିକମାନଙ୍କ ସହିତ ମତ ବିନିମୟ କରିଥିଲେ। ସେମାନଙ୍କୁ ସମ୍ବୋଧିତ କରି, ସେ କହିଥିଲେ ଯେ ବିଶ୍ବ 'ଭାରତ ମାତା କି ଜୟ' ସ୍ଲୋଗାନର ଶକ୍ତି ଦେଖିଛି । ଏହା କେବଳ ଏକ ମନ୍ତ୍ର ମାତ୍ର ନୁହେଁ, ବରଂ ଭାରତ ମାତାର ମର୍ଯ୍ୟାଦା ବଜାୟ ରଖିବା ପାଇଁ ନିଜ ଜୀବନକୁ ବାଜି ଲଗାଉଥିବା ପ୍ରତ୍ୟେକ ସୈନିକଙ୍କ ଦ୍ୱାରା ନିଆଯାଉଥିବା ଏକ ବଜ୍ର ଶପଥ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ସ୍ଲୋଗାନ ପ୍ରତ୍ୟେକ ନାଗରିକଙ୍କ ସ୍ୱର, ଯିଏ ଦେଶ ପାଇଁ ବଞ୍ଚିବାକୁ ଏବଂ ଏକ ଅର୍ଥପୂର୍ଣ୍ଣ ଯୋଗଦାନ ଦେବାକୁ ଚାହେଁ। ସେ ଗୁରୁତ୍ୱାରୋପ କରିଥିଲେ ଯେ 'ଭାରତ ମାତା କୀ ଜୟ' ଯୁଦ୍ଧକ୍ଷେତ୍ର ଏବଂ ଗୁରୁତ୍ୱପୂର୍ଣ୍ଣ ମିଶନରେ ପ୍ରତିଧ୍ୱନିତ ହୋଇଥାଏ। ସେ ଉଲ୍ଲେଖ କରିଥିଲେ ଯେ ଯେତେବେଳେ ଭାରତୀୟ ସୈନିକମାନେ 'ଭାରତ ମାତା କୀ ଜୟ' ସ୍ଲୋଗାନ ଦିଅନ୍ତି, ସେତେବେଳେ ଶତ୍ରୁର ମେରୁଦଣ୍ଡ ଥରହର ହୋଇଯାଏ। ଭାରତର ସାମରିକ ଶକ୍ତି ଉପରେ ଗୁରୁତ୍ୱାରୋପ କରି ସେ କହିଥିଲେ ଯେ ଯେତେବେଳେ ଭାରତୀୟ ଡ୍ରୋନ ଶତ୍ରୁର ଦୁର୍ଗକୁ ଧ୍ୱଂସ କରେ ଏବଂ ଯେତେବେଳେ କ୍ଷେପଣାସ୍ତ୍ର ସଠିକ ଭାବରେ ଆକ୍ରମଣ କରେ, ସେତେବେଳେ ଶତ୍ରୁ କେବଳ ଗୋଟିଏ ବାକ୍ୟ ଶୁଣେ - 'ଭାରତ ମାତା କି ଜୟ'। ପ୍ରଧାନମନ୍ତ୍ରୀ ମୋଦୀ ଦୃଢ଼ତାର ସହିତ କହିଥିଲେ ଯେ ରାତିର ଅନ୍ଧାରରେ ମଧ୍ୟ, ଭାରତ ଆକାଶକୁ ଆଲୋକିତ କରିବାର କ୍ଷମତା ରଖେ, ଯାହା ଶତ୍ରୁକୁ ଆମ ଦେଶର ଅଦମ୍ୟ ଶକ୍ତିକୁ ଦେଖିବାକୁ ବାଧ୍ୟ କରେ। ସେ ଘୋଷଣା କରିଥିଲେ ଯେ ଯେତେବେଳେ ଭାରତର ସେନା ପରମାଣୁ ବ୍ଲାକମେଲର ବିପଦକୁ ଦୂର କରିବେ, ସେତେବେଳେ ସ୍ବର୍ଗ ମର୍ତ୍ତ୍ୟ ପାତାଳରେ ଗୋଟିଏ ଧ୍ବନି ପ୍ରତିଧ୍ୱନିତ ହେବ - 'ଭାରତ ମାତା କି ଜୟ'।India is not just a workforce, we are a world force driving global change: PM Modi
March 01st, 11:00 am
The Prime Minister Shri Narendra Modi participated in the NXT Conclave in the Bharat Mandapam, New Delhi today. Addressing the gathering, he extended his heartfelt congratulations on the auspicious launch of NewsX World. He highlighted that the network includes channels in Hindi, English, and various regional languages, and today, it is going global. He also remarked on the initiation of several fellowships and scholarships, extending his best wishes for these programs.ଏନଏକ୍ସଟି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୋଗଦାନ
March 01st, 10:34 am
ଶନିବାର ଦିନ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ ହୋଇଥିବା ଏନଏକ୍ସଟି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଛନ୍ତି । ନ୍ୟୁଜ ଏକ୍ସ ୱାର୍ଲଡ଼ ଚ୍ୟାନେଲ ଶୁଭ ଉନ୍ମୋଚନ ଉତ୍ସବରେ ଯୋଗ ଦେଇ ସମବେତ ଜନତାକୁ ଉଦବୋଧନ ଦେବା ଅବସରରେ ପ୍ରଧାନମନ୍ତ୍ରୀ ନିଜ ହୃଦୟରୁ ସଭିଁଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି । ହିନ୍ଦୀ, ଇଂରାଜୀ ଓ ଅନ୍ୟାନ୍ୟ ଆଂଚଳିକ ଭାଷାରେ ନିଜ ନେଟବାର୍କ ଖୋଲିଥିବା ଏହି ସଂସ୍ଥା ଏବେ ଏକ ବୈଶ୍ୱିକ ଚ୍ୟାନେଲରେ ପରିଣତ ହୋଇପାରିଛି । ବିଭିନ୍ନପ୍ରକାର ସ୍କଲାରସିପ ଓ ଫେଲୋସିପ ଆରମ୍ଭ କରାଯାଇଥିବାରୁ ସେ ଏଥିପାଇଁ ଧନ୍ୟବାଦ ଜ୍ଞାପନ କରିଥିଲେ ।ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି ଏବଂ ଆଇଏନଏସ ବାଘଶୀର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 15th, 11:08 am
ଜାନୁଆରୀ ୧୫ ତାରିଖକୁ ସେନା ଦିବସ ଭାବେ ମଧ୍ୟ ପାଳନ କରାଯାଏ । ଦେଶର ସୁରକ୍ଷା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ପ୍ରତ୍ୟେକ ବୀର ବ୍ୟକ୍ତିଙ୍କୁ ମୁଁ ନମସ୍କାର କରୁଛି, ଆଜିର ଦିନରେ ମାତାଙ୍କ ସୁରକ୍ଷାରେ ନିୟୋଜିତ ପ୍ରତ୍ୟେକ ବୀର ବ୍ୟକ୍ତିଙ୍କୁ ମୁଁ ଅଭିନନ୍ଦନ ଜଣାଉଛି ।ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି, ଆଇଏନଏସ ବାଘଶୀରକୁ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ ମୋଦୀ
January 15th, 10:30 am
ବୁଧବାର ଦିନ ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି ଓ ଆଇଏନଏସ ବାଘଶୀର ଯୁଦ୍ଧପୋତକୁ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୁମ୍ବାଇର ନାଭାଲ ଡକୟାର୍ଡରେ ଏହି ଯୁଦ୍ଧପୋତ ସବୁ କାର୍ଯ୍ୟ।ରମ୍ଭ କରିଛନ୍ତି । ସମବେତ ଜନତାକୁ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ୧୫ ଜାନୁୟାରୀକୁ ସାରା ଦେଶ ସେନା ଦିବସ ଭାବେ ପାଳନ କରୁଛି । ଦେଶ ପାଇଁ ପ୍ରାଣବଳି ଦେଇଥିବା ସମସ୍ତ ବୀର ସୈନିକଙ୍କୁ ସେ ଏହି ଅବସରରେ ସାଲ୍ୟୁଟ କରିଛନ୍ତି ।ଅକ୍ଟୋବର ୨୮ରେ ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତ
October 26th, 03:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୨୮ ତାରିଖରେ ଗୁଜରାଟ ଗସ୍ତରେ ଯିବେ । ପ୍ରାୟ ପୂର୍ବାହ୍ନ ୧୦ଟା ବେଳେ ପ୍ରଧାନମନ୍ତ୍ରୀ ସ୍ପେନ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସହ ମିଳିତ ଭାବେ ଟାଟା ଏୟାରକ୍ରାଫ୍ଟ କମ୍ପେ୍ଲକ୍ସର ଉଦଘାଟନ କରିବେ । ଟାଟା ଆଡଭାନ୍ସଡ ସିଷ୍ଟମସ ଲିମିଟେଡ କ୍ୟାମ୍ପସରେ ସି-୨୯୫ ବିମାନ ନିର୍ମାଣ କରାଯାଉଛି । ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ସେ ଭଦୋଦରାର ଲକ୍ଷ୍ମୀ ବିଳାସ ପ୍ୟାଲେସ ଯିବେ । ପ୍ରଧାନମନ୍ତ୍ରୀ ଭଦୋଦରାରୁ ଆମ୍ରେଲି ଯିବେ । ଅପରାହ୍ଣ ପ୍ରାୟ ୨ଟା ୪୫ ମିନିଟରେ ସେ ଆମ୍ରେଲିର ଦୁଧାଲା ଠାରେ ଭାରତମାତା ସରୋବରର ଉଦଘାଟନ କରିବେ । ଅପରାହ୍ଣ ପ୍ରାୟ ୩ଟା ବେଳେ ସେ ଆମ୍ରେଲିର ଲାଠିଠାରେ ୪,୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ ।ମିଳିତ ତଥ୍ୟ ପତ୍ର: ଯୁକ୍ତରାଷ୍ଟ୍ର ଆମେରିକା ଏବଂ ଭାରତ ମଧ୍ୟରେ ବ୍ୟାପକ ଏବଂ ବୈଶ୍ୱିକ ରଣନୈତିକ ଭାଗିଦାରୀକୁ ବିସ୍ତାର ଉପକ୍ରମ ଜାରି ରଖିବ ଆମେରିକା
September 22nd, 12:00 pm
ଆଜି ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଯୋଶେଫ୍ ଆର ବାଇଡେନ୍ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୃଢ଼ୋକ୍ତି ବ୍ୟକ୍ତ କରି କହିଛନ୍ତି ଯେ ଏକବିଂଶ ଶତାବ୍ଦୀର ନିର୍ଣ୍ଣାୟକ ଭାଗିଦାରୀ, ଆମେରିକା ଏବଂ ଭାରତ ମଧ୍ୟରେ ବ୍ୟାପକ ବୈଶ୍ୱିକ ଏବଂ ରଣନୈତିକ ଭାଗିଦାରୀ ନିର୍ଣ୍ଣାୟକ ଭାବରେ ବିଶ୍ୱ ସ୍ୱାର୍ଥରକ୍ଷା ନିମନ୍ତେ ଥିବା ଏକ ମହତ୍ତ୍ୱାକାଂକ୍ଷୀ କାର୍ଯ୍ୟସୂଚୀକୁ ପୂରଣ କରୁଛି । ଉଭୟ ନେତା ସେହି ଐତିହାସିକ କାଳଖଣ୍ଡ ସମ୍ପର୍କରେ ପ୍ରତିଫଳିତ କରିଥିଲେ ଯେତେବେଳେ ଯୁକ୍ତରାଷ୍ଟ୍ର ଆମେରିକା ଏବଂ ଭାରତ ମଧ୍ୟରେ ବିଶ୍ୱାସ ଏବଂ ସହଯୋଗର ଏକ ଅଭୂତପୂର୍ବ ପର୍ଯ୍ୟାୟରେ ରହିଥିଲା । ଗଣତନ୍ତ୍ର, ସ୍ୱାଧୀନତା, ଆଇନର ଶାସନ, ମାନବିକ ଅଧିକାର, ବିବିଧତା ଏବଂ ସମସ୍ତଙ୍କ ପାଇଁ ସମାନ ସୁଯୋଗ ବଜାୟ ରଖିବା ଦିଗରେ ଆମେରିକା ଏବଂ ଭାରତ ଭାଗିଦାରୀ ପ୍ରୟାସକୁ ଗୁରୁତ୍ୱ ଦେବା ଉଚିତ ବୋଲି ଉଭୟ ନେତା ପ୍ରତିବଦ୍ଧତା ପ୍ରକଟ କରିଛନ୍ତି । ଉଭୟ ନେତା ଆମେରିକା-ଭାରତ ପ୍ରମୁଖ ପ୍ରତିରକ୍ଷା ସହଭାଗୀତାକୁ ବିଶ୍ୱ ନିରାପତ୍ତା ଏବଂ ଶାନ୍ତିର ସ୍ତମ୍ଭରେ ପରିଣତ କରିଥିବା ଅଗ୍ରଗତିକୁ ଭୂୟସୀ ପ୍ରଶଂସା କରିଥିଲେ ଏବଂ ପ୍ରତିରକ୍ଷା ଶିଳ୍ପରେ ପରିଚାଳନା ସମନ୍ୱୟ, ସୂଚନା ଆଦାନ ପ୍ରଦାନ ଏବଂ ନବସୃଜନ ବୃଦ୍ଧିର ଲାଭ ଉପରେ ଆଲୋକପାତ କରିଥିଲେ । ରାଷ୍ଟ୍ରପତି ଯୋଶେଫ ଆର ବାଇଡେନ୍ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଶା ଓ ଦୃଢ଼ ବିଶ୍ୱାସ ବ୍ୟକ୍ତ କରି କହିଛନ୍ତି ଯେ ଆମର ଜନସାଧାରଣ, ଆମର ବେସାମରିକ ଏବଂ ବେସରକାରୀ କ୍ଷେତ୍ର ଏବଂ ଆମ ସରକାରଙ୍କ ନିବିଡ଼ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ଅକ୍ଳାନ୍ତ ପ୍ରୟାସ ଆଗାମୀ ଦଶନ୍ଧିରେ ଆମେରିକା-ଭାରତ ଭାଗିଦାରୀକୁ ଆହୁରି ଅଧିକ ଉଚ୍ଚତାକୁ ନେଇଯିବ ।India is progressing towards the goal of becoming a leading aviation hub: PM Modi
September 12th, 04:00 pm
PM Modi welcomed global leaders to the Civil Aviation Summit, emphasizing the sector's potential and growth in the Asia Pacific region. Highlighting India's aviation transformation, he noted the inclusive expansion of air travel, especially in Tier-2 and Tier-3 cities, through initiatives like the UDAN scheme. This has made air travel more accessible, benefiting millions, with regional connectivity and sustainable growth being key priorities.BJP is emphasizing the true social empowerment of Dalits and OBC: PM Modi in Patiala, Punjab
May 23rd, 05:00 pm
Ahead of the impending Lok Sabha elections in 2024, Prime Minister Narendra Modi addressed a powerful rally amid a passionate welcome by the people of Patiala, Punjab. PM Modi began his address by paying rich tributes to the land of ‘Guru Tegh Bahadur.’ He said, “After the five phases of voting, the message of the people of India resonates with ‘Fir ek Baar, Modi Sarkar’.” He urged Punjab to vote for the BJP to ensure a ‘Viksit Bharat.’ପଞ୍ଜାବରେ ଏକ ଶକ୍ତିଶାଳୀ ରାଲିକୁ ସମ୍ବୋଧିତ କରିବା ଅବସରରେ ପଟିଆଲାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଉତ୍ସାହଜନକ ସ୍ୱାଗତ
May 23rd, 04:30 pm
୨୦୨୪ରେ ହେବାକୁ ଥିବା ଲୋକସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଶକ୍ତିଶାଳୀ ରାଲିକୁ ସମ୍ବୋଧିତ କରିଥିବା ବେଳେ ପଞ୍ଜାବର ପଟିଆଲାବାସୀ ଏହାକୁ ଉତ୍ସାହର ସହ ସ୍ୱାଗତ କରିଛନ୍ତି। ଗୁରୁ ତେଗ ବାହାଦୁରଙ୍କ ଭୂମିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ। ସେ କହିଛନ୍ତି, ୫ଟି ପର୍ଯ୍ୟାୟ ମତଦାନ ପରେ ଭାରତବାସୀଙ୍କ ବାର୍ତ୍ତା 'ଫିର ଏକ ବାର, ମୋଦି ସରକାର'ରେ ପ୍ରତିଫଳିତ ହେଉଛି। 'ବିକଶିତ ଭାରତ' ସୁନିଶ୍ଚିତ କରିବା ପାଇଁ ସେ ପଞ୍ଜାବକୁ ବିଜେପିକୁ ଭୋଟ୍ ଦେବାକୁ ଅନୁରୋଧ କରିଛନ୍ତି।ରାଜସ୍ଥାନର ପୋଖରାନରେ ' ଭାରତ ଶକ୍ତି ଅଭ୍ୟାସ' କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 12th, 02:15 pm
ଆଜି ଆମେ ଏଠାରେ ଯେଉଁ ଦୃଶ୍ୟ ଦେଖିଛୁ, ଆମ ତିନି ସେନାର ବୀରତ୍ୱ ଆଶ୍ଚର୍ଯ୍ୟଜନକ । ଆକାଶରେ ଏହି ଗର୍ଜନ... ମାଟିରେ ଏହି ସାହସିକତା... ଏହି ବିଜୟ ଚିତ୍କାର ସବୁ ଦିଗରେ ଗୁଞ୍ଜରିତ ହୋଇଥିଲା... ଏହା ହେଉଛି ଏକ ନୂତନ ଭାରତର ଆହ୍ୱାନ । ଆଜି ଆମର ପୋଖରାନ ପୁଣି ଥରେ ଭାରତର ଆତ୍ମନିର୍ଭରଶୀଳତା, ଭାରତର ଆତ୍ମବିଶ୍ୱାସ ଏବଂ ଭାରତର ଆତ୍ମଗର୍ବର ଏହି ତ୍ରିମୂର୍ତ୍ତିର ସାକ୍ଷୀ ପାଲଟିଛି । ଏହା ହେଉଛି ପୋଖରାନ, ଯାହା ଭାରତର ପରମାଣୁ ଶକ୍ତିର ସାକ୍ଷୀ ହୋଇଛି ଏବଂ ଏଠାରେ ଆମେ ସ୍ୱଦେଶୀକରଣଠାରୁ ଆରମ୍ଭ କରି ସଶକ୍ତୀକରଣ ପର୍ଯ୍ୟନ୍ତ ଏହାର ଶକ୍ତି ମଧ୍ୟ ଦେଖୁଛୁ । ଆଜି ଭାରତ ଶକ୍ତିର ଏହି ପର୍ବ ବୀରତ୍ୱର ଭୂମି ରାଜସ୍ଥାନରେ ଅନୁଷ୍ଠିତ ହେଉଛି, କିନ୍ତୁ ଏହାର ଶବ୍ଦ କେବଳ ଭାରତରେ ନୁହେଁ ବରଂ ସମଗ୍ର ବିଶ୍ୱରେ ଶୁଣିବାକୁ ମିଳୁଛି ।'ଭାରତ ଶକ୍ତି' - ରାଜସ୍ଥାନର ପୋଖରାନରେ ଏକ ତ୍ରି-ସେବା ଫାୟାରିଂ ଏବଂ ଶକ୍ତି ଦକ୍ଷତା ଅଭ୍ୟାସ ସମୟରେ ଉପସ୍ଥିତ ରହିଥିଲେ ପ୍ରଧାନମନ୍ତ୍ରୀ
March 12th, 01:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ପୋଖରାନଠାରେ ତ୍ରି-ସେବା ଲାଇଭ୍ ଫାୟାର ଏବଂ କୌଶଳ ଅଭ୍ୟାସ ଆକାରରେ ସ୍ୱଦେଶୀ ପ୍ରତିରକ୍ଷା ସାମର୍ଥ୍ୟର ସମନ୍ୱିତ ପ୍ରଦର୍ଶନ ଦେଖିଥିଲେ । ଦେଶର ଆତ୍ମନିର୍ଭର ଭାରତ ଅଭିଯାନକୁ ଆଧାର କରି 'ଭାରତ ଶକ୍ତି' ଦେଶର ଦକ୍ଷତା ପ୍ରଦର୍ଶନ ପାଇଁ ବିଭିନ୍ନ ସ୍ୱଦେଶୀ ଅସ୍ତ୍ରଶସ୍ତ୍ର ପ୍ରଣାଳୀ ଏବଂ ପ୍ଲାଟଫର୍ମ ପ୍ରଦର୍ଶନ କରିବ ।