ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତିଙ୍କ ସଂଖ୍ୟା ୩୩ ରୁ ୩୭ କୁ ବୃଦ୍ଧିକୁ କେନ୍ଦ୍ର କ୍ୟାବିନେଟ୍ର ଅନୁମୋଦନ
May 05th, 07:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଆଜି ସୁପ୍ରିମକୋର୍ଟ (ବିଚାରପତିଙ୍କ ସଂଖ୍ୟା) ସଂଶୋଧନ ବିଲ୍, ୨୦୨୬କୁ ସଂସଦରେ ଆଗତ କରିବା ପ୍ରସ୍ତାବକୁ ମଞ୍ଜୁରି ଦେଇଛନ୍ତି, ଯାହା ଦ୍ୱାରା ସୁପ୍ରିମକୋର୍ଟ (ବିଚାରପତିଙ୍କ ସଂଖ୍ୟା) ଅଧିନିୟମ, ୧୯୫୬ରେ ସଂଶୋଧନ କରାଯାଇ ଭାରତର ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତିଙ୍କ ସଂଖ୍ୟା ୪ଟି ବୃଦ୍ଧି କରାଯାଇ ବର୍ତ୍ତମାନର ୩୩ରୁ ୩୭କୁ (ଭାରତର ପ୍ରଧାନ ବିଚାରପତିଙ୍କୁ ବାଦ ଦେଇ) କରାଯାଇପାରିବ।