ଝାରସୁଗୁଡାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

September 26th, 09:05 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 27 ସେପ୍ଟେମ୍ବରରେ ଓଡ଼ିଶା ଗସ୍ତରେ ଆସିବେ। ପୂର୍ବାହ୍ନ ପ୍ରାୟ 11:30 ସମୟରେ, ସେ ଝାରସୁଗୁଡାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ। ଏହି ଅବସରରେ ସେ ଏକ ସାଧାରଣ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ। ଏହି ପ୍ରକଳ୍ପଗୁଡ଼ିକ ଦୂରସଞ୍ଚାର, ରେଳବାଇ, ଉଚ୍ଚଶିକ୍ଷା, ସ୍ୱାସ୍ଥ୍ୟସେବା, ଦକ୍ଷତା ବିକାଶ, ଗ୍ରାମୀଣ ଗୃହ ନିର୍ମାଣ କ୍ଷେତ୍ର ସମେତ ଅନ୍ୟାନ୍ୟ କ୍ଷେତ୍ର ସହ ଜଡ଼ିତ।