ନୂଆଦିଲ୍ଲୀରେ ଅନ୍ତର୍ଜାତୀୟ ଆର୍ଯ୍ୟ ମହାସମ୍ମିଳନୀ ୨୦୨୫କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

October 31st, 06:08 pm

ଶ୍ରୀ ମୋଦୀ ମନେ ପକାଇଛନ୍ତି ଯେ ଗତ ବର୍ଷ, ଗୁଜରାଟରେ ମହର୍ଷି ଦୟାନନ୍ଦ ସରସ୍ୱତୀ ଜୀଙ୍କ ଜନ୍ମସ୍ଥାନରେ ଏକ ବିଶେଷ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ସେ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଅଂଶଗ୍ରହଣ କରିଥିଲେ। ପୂର୍ବରୁ, ତାଙ୍କୁ ଦିଲ୍ଲୀରେ ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ୨୦୦ତମ ଜନ୍ମବାର୍ଷିକୀ ସମାରୋହ ଉଦଘାଟନ କରିବାର ସୌଭାଗ୍ୟ ମିଳିଥିଲା। ସେ କହିଥିଲେ ଯେ ସେଠାରେ ଉଚ୍ଚାରିତ ବୈଦିକ ମନ୍ତ୍ର ଓ ଯଜ୍ଞାନୁଷ୍ଠାନର ଉର୍ଜ୍ଜାକୁ ସେ ଏବେ ବି ଅନୁଭବ କରିପାରୁଛନ୍ତି, ଯେପରିକି ତାହା ଗତକାଲି ଅନୁଷ୍ଠିତ ହୋଇଥିଲା ।

୩୧ ଅକ୍ଟୋବର ନୂଆଦିଲ୍ଲୀରେ ଅନ୍ତର୍ଜାତୀୟ ଆର୍ଯ୍ୟ ସମ୍ମିଳନୀ ୨୦୨୫ରେ ଯୋଗଦେବେ ପ୍ରଧାନମନ୍ତ୍ରୀ

October 29th, 10:57 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୩୧ ଅକ୍ଟୋବର ଦିନ ପ୍ରାୟ ୨:୪୫ ସମୟରେ ନୂଆଦିଲ୍ଲୀର ରୋହିଣୀରେ ଅନୁଷ୍ଠିତ ହେବାକୁ ଥିବା ଅନ୍ତର୍ଜାତୀୟ ଆର୍ଯ୍ୟ ସମ୍ମିଳନୀ ୨୦୨୫ରେ ଯୋଗଦେବେ । ଏହି କାର୍ଯ୍ୟକ୍ରମ ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ୨୦୦ତମ ଜନ୍ମବାର୍ଷିକୀ ଏବଂ ଆର୍ଯ୍ୟ ସମାଜର ୧୫୦ ବର୍ଷର ସେବା ଉପଲକ୍ଷେ ଆୟୋଜିତ ଜ୍ଞାନ ଜ୍ୟୋତି ମହୋତ୍ସବର ଏକ ପ୍ରମୁଖ ଅଂଶ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।

ଆର୍ଯ୍ୟ ସମାଜ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

November 22nd, 03:09 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁୟାନାର ଜର୍ଜଟାଉନରେ ଥିବା ଆର୍ଯ୍ୟସମାଜ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶ୍ରୀ ମୋଦୀ ଗୁୟାନାରେ ଭାରତୀୟ ସମାଜର ସଂସ୍କୃତିକୁ ସଂରକ୍ଷିତ କରିବାରେ ଆର୍ଯ୍ୟ ସମାଜର ପ୍ରୟାସ ଓ ଭୂମିକାକୁ ପ୍ରଶଂସା କରିଥିଲେ । ସେ କହିଥିଲେ, ଚଳିତ ବର୍ଷ ବହୁତ ସ୍ୱତନ୍ତ୍ର କାରଣ ଆମେ ସ୍ୱାମୀ ଦୟାନନ୍ଦ ସରସ୍ୱତୀଙ୍କ ୨୦୦ ତମ ଜୟନ୍ତୀ ପାଳନ କରୁଛନ୍ତି ।