ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ଆନୁଷ୍ଠାନିକ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

February 08th, 11:19 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ମାଲେସିଆର ପ୍ରଧାନମନ୍ତ୍ରୀ ମହାମହିମ ଦାତୋ ସେରୀ ଅନୱର ଇବ୍ରାହିମ ପେରଡାନା ପୁତ୍ରା ପରିସରରେ ସ୍ୱାଗତ କରିଛନ୍ତି । ସେଠାରେ ତାଙ୍କୁ ଆନୁଷ୍ଠାନିକ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି। ଏହା ପରେ, ଦୁଇ ନେତା ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସରକାରୀ ବାସଭବନ ସେରୀ ପେରଡାନାରେ ସୀମିତ ଏବଂ ପ୍ରତିନିଧିସ୍ତରୀୟ ଆଲୋଚନା କରିଛନ୍ତି ।

ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି

February 08th, 08:35 am

ପ୍ରଥମେ, ମୁଁ ମୋର ଘନିଷ୍ଠ ବନ୍ଧୁ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କୁ ତାଙ୍କର ହୃଦୟସ୍ପର୍ଶୀ ଓ ଭବ୍ୟ ସ୍ୱାଗତ ପାଇଁ ସହୃଦୟତାର ସହିତ କୃତଜ୍ଞତା ଜଣାଉଛି। ଗତ ବର୍ଷ, ମୁଁ ଏସିଆନ୍ ଶିଖର ସମ୍ମିଳନୀ ପାଇଁ ମାଲେସିଆ ଯାତ୍ରା କରିପାରି ନଥିଲି। କିନ୍ତୁ ମୁଁ ମୋର ପ୍ରିୟ ବନ୍ଧୁଙ୍କୁ ପ୍ରତିଶ୍ରୁତି ଦେଇଥିଲି ଯେ, ମୁଁ ଯଥାଶୀଘ୍ର ମାଲେସିଆ ଗସ୍ତ କରିବି। ଆଜି, ୨୦୨୬ର ମୋର ପ୍ରଥମ ବିଦେଶ ଯାତ୍ରାରେ, ମୁଁ ମାଲେସିଆ ଆସିଛି।

India Malaysia Joint Statement on the occasion of the Official visit by Prime minister of India to Malaysia

February 08th, 08:30 am

At the invitation of Prime Minister of Malaysia, His Excellency, Dato’ Seri Anwar Ibrahim, His Excellency, Shri Narendra Modi, Prime Minister of the Republic of India, undertook an official visit to Malaysia from 7 to 8 February 2026. The visit reflected the deep-rooted friendship and enduring people-to-people ties, based on civilizational connections between the two countries. It reaffirmed the shared commitment of the two Leaders to further consolidate and expand the India–Malaysia Comprehensive Strategic Partnership.

୨୨ତମ ଆସିଆନ-ଭାରତ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

October 26th, 02:20 pm

ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କୁ ତାଙ୍କ ସଫଳ ଆସିଆନ ଅଧ୍ୟକ୍ଷତା ପାଇଁ ମୁଁ ସହୃଦୟତାର ସହିତ ଅଭିନନ୍ଦନ ଜଣାଉଛି। ମୁଁ ଫିଲିପାଇନ୍ସର ରାଷ୍ଟ୍ରପତି ମାର୍କୋସଙ୍କୁ ଭାରତର ଦେଶ ସଂଯୋଜକ ହିସାବରେ ଦକ୍ଷତାର ସହିତ କାର୍ଯ୍ୟ ସମ୍ପାଦନ କରିଥିବାରୁ ଧନ୍ୟବାଦ ଜଣାଉଛି। ମୁଁ ଆସିଆନ୍‌ର ନୂତନ ସଦସ୍ୟ ଭାବରେ ତିମୋର-ଲେଷ୍ଟେଙ୍କୁ ସ୍ୱାଗତ ଜଣାଉଛି।

କୁଆଲାଲମ୍ପୁରରେ ୨୨ତମ ଆସିଆନ-ଭାରତ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ

October 26th, 02:06 pm

୨୨ତମ ଆସିଆନ-ଭାରତ ଶିଖର ସମ୍ମିଳନୀ ୨୬ ଅକ୍ଟୋବର ୨୦୨୫ରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭର୍ଚୁଆଲ୍ ମାଧ୍ୟମରେ ଏହି ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ। ପ୍ରଧାନମନ୍ତ୍ରୀ ଏବଂ ଆସିଆନ ନେତାମାନେ ମିଳିତ ଭାବେ ଆସିଆନ-ଭାରତ ସମ୍ପର୍କରେ ହେଉଥିବା ଅଗ୍ରଗତିର ସମୀକ୍ଷା କରିଥିଲେ ଏବଂ ବ୍ୟାପକ ରଣନୈତିକ ସହଭାଗୀତାକୁ ସୁଦୃଢ଼ କରିବା ପାଇଁ ବିଭିନ୍ନ ପଦକ୍ଷେପ ଉପରେ ଆଲୋଚନା କରିଥିଲେ। ଏହା ଥିଲା ଭାରତ-ଆସିଆନ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କର ଦ୍ୱାଦଶ ଅଂଶଗ୍ରହଣ।

22ତମ ଆସିଆନ-ଭାରତ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ

October 25th, 09:48 am

ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ମୋଦୀ 26 ଅକ୍ଟୋବର, 2025 ରେ 22ତମ ଆସିଆନ - ଭାରତ ଶିଖର ସମ୍ମିଳନୀରେ ଭର୍ଚୁଆଲ ମାଧ୍ୟମରେ ଯୋଗଦେବେ । ଆମର ଆକ୍ଟ ଇଷ୍ଟ ପଲିସି ଏବଂ ଭାରତ-ପ୍ରଶାନ୍ତ ମହାସାଗରୀୟ ଦୃଷ୍ଟିକୋଣ ଅନୁଯାୟୀ ପ୍ରଧାନମନ୍ତ୍ରୀ ମୋଦୀ ଆସିଆନ ନେତାମାନଙ୍କ ସହ ଆସିଆନ-ଭାରତ ସମ୍ପର୍କର ଅଗ୍ରଗତିର ମିଳିତ ସମୀକ୍ଷା କରିବେ ।

Joint Statement on an Enhanced Partnership between the Republic of India and Brunei Darussalam

September 04th, 01:26 pm

At the invitation of His Majesty Sultan Haji Hassanal Bolkiah, PM Narendra Modi, visited Brunei Darussalam. This was PM Modi’s first visit as well as the first bilateral visit by an Indian PM to Brunei Darussalam. Reflecting on the excellent progress over the years in bilateral relations, both leaders reaffirmed their commitment to further strengthen, deepen and enhance partnership in all areas of mutual interest.