ପ୍ରଧାନମନ୍ତ୍ରୀ ମୋଦୀ ଗ୍ରୀଷ୍ମ ଗରମକୁ ଦୂର କରିବା ପାଇଁ ଟିପ୍ସ ସେୟାର କରିଛନ୍ତି, ମନ କୀ ବାତରେ ନାଗରିକମାନଙ୍କୁ ହାଇଡ୍ରେଟ୍ ରହିବାକୁ ପରାମର୍ଶ ଦେଇଛନ୍ତି
May 31st, 11:30 am
‘ମନ୍ କି ବାତ୍’ରେ ପୁଣିଥରେ ଆପଣମାନଙ୍କ ସହ ଯୋଡ଼ିହୋଇ ମୋତେ ବହୁତ ଖୁସି ଲାଗୁଛି । ଦେଶର ଭିନ୍ନ ଭିନ୍ନ ଅଞ୍ଚଳରେ ଆମ ଦେଶର ଲୋକେ ଦେଶ ହିତ, ସମାଜର ହିତ ପାଇଁ ଏଭଳି ଚମତ୍କାର କରୁଛନ୍ତି ଯେ ସେମାନଙ୍କ ବିଷୟରେ ଶୁଣିଲେ ଆମକୁ ନୂତନ ପ୍ରେରଣା ମିଳୁଛି । ଆଜିର କାର୍ଯ୍ୟକ୍ରମର ଆରମ୍ଭ ମୁଁ ଆଥଲେଟିକ୍ସରେ ଦେଶର ଏଭଳି ଗୋଟିଏ ଉପଲବ୍ଧିରୁ କରୁଛି । କିଛିଦିନ ପୂର୍ବେ ଝାଡ଼ଖଣ୍ଡର ରାଞ୍ଚିରେ ଜାତୀୟ ସିନିୟର ଆଥଲେଟିକ୍ସ ଫେଡେରେସନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ସମଗ୍ର ଦେଶରୁ ଆସିଥିବା ପ୍ରାୟ ୮୦୦ ଖେଳାଳି ଅଂଶଗ୍ରହଣ କରିଥିଲେ । ଏଥିରେ ଚାରୋଟି ଭିନ୍ନ ଇଭେଣ୍ଟରେ ଚାରୋଟି ଜାତୀୟ ରେକର୍ଡ ଭଙ୍ଗ ହେଲା । ଗୁରିନ୍ଦରବୀର ସିଂ, ବିଶାଳ ଟିକେ, ତେଜସ୍ୱୀନ ଶଙ୍କର, ଦେବ୍ ମୀଣା ଏବଂ କୂଲଦୀପ କୁମାର । ଏହି ବନ୍ଧୁମାନେ ବିଭିନ୍ନ ଶ୍ରେଣୀରେ ନୂତନ ରେକର୍ଡ ସୃଷ୍ଟି କଲେ । ସର୍ବପ୍ରଥମେ ମୁଁ ଏମାନଙ୍କୁ ସମସ୍ତଙ୍କୁ ଅନେକ ଅନେକ ଅଭିନନ୍ଦନ ଜଣାଉଛି ।୨୦୨୬ ୟୁ-୨୩ ଏସୀୟ ଚାମ୍ପିଅନସିପରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଭାରତୀୟ କୁସ୍ତିଯୋଦ୍ଧାମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
May 28th, 08:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଏତନାମର ଦା ନାଙ୍ଗରେ ଆୟୋଜିତ ୨୦୨୬ ୟୁ-୨୩ ଏସୀୟ ଚାମ୍ପିଅନସିପରେ ଚମତ୍କାର ପ୍ରଦର୍ଶନ ପାଇଁ ଭାରତୀୟ କୁସ୍ତିଯୋଦ୍ଧାମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ମଣିପୁରର ଇମ୍ଫାଲରେ ଯୁବ ବ୍ୟାପାର ଏବଂ କ୍ରୀଡ଼ା ରାଜ୍ୟ / କେନ୍ଦ୍ରଶାସିତ ଅଞ୍ଚଳର ମନ୍ତ୍ରୀ ମାନଙ୍କର ‘ଚିନ୍ତନ ଶିବିର’ରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନର ଓଡ଼ିଆ ଅନୁବାଦ
April 24th, 10:10 am
ମୁଁ ଖୁସି ଯେ ଦେଶର କ୍ରୀଡ଼ା ମନ୍ତ୍ରୀଙ୍କ ସମ୍ମିଳନୀ ଏହି ‘ଚିନ୍ତନ ଶିବିର’ ଚଳିତ ବର୍ଷ ମଣିପୁରରେ ଅନୁଷ୍ଠିତ ହେଉଛି। ଉତ୍ତର ପୂର୍ବର ଅନେକ କ୍ରୀଡ଼ାବିତ୍ ତିରଙ୍ଗାକୁ ଗୌରବାନ୍ୱିତ କରି ଦେଶ ପାଇଁ ପଦକ ଜିତିଛନ୍ତି । ଦେଶର କ୍ରୀଡା ପରମ୍ପରାକୁ ଆଗକୁ ନେବାରେ ଉତ୍ତର ପୂର୍ବ ଏବଂ ମଣିପୁର ଯଥେଷ୍ଟ ଅବଦାନ ରଖିଛନ୍ତି। ସାଗୋଲ କାଙ୍ଗଜାଇ, ଥାଙ୍ଗ-ତା, ୟୁବି ଲକ୍ପୀ, ମୁକନା ଏବଂ ହିଆଙ୍ଗ ତନ୍ନାବା ଭଳି ସ୍ୱଦେଶୀ ଖେଳଗୁଡିକ ନିଶ୍ଚିତ ଭାବରେ ଅତ୍ୟନ୍ତ ଆକର୍ଷଣୀୟ । ଉଦାହରଣ ସ୍ୱରୂପ, ମଣିପୁରର ଓଲାଓବିରେ କବାଡିର ଝଲକ ଅଛି । ହିଆଙ୍ଗ ତନ୍ନାବା କେରଳର ଏକ ଡଙ୍ଗା ରେସକୁ ମନେ ପକାଇଥାଏ। ଏବଂ ମଣିପୁରର ପୋଲୋ ସହିତ ଏକ ଐତିହାସିକ ସମ୍ପର୍କ ଅଛି। ଯେପରି ଉତ୍ତର ପୂର୍ବ ଦେଶର ସାଂସ୍କୃତିକ ବିବିଧତା ପାଇଁ ନୂତନ ରଙ୍ଗ ଯୋଗ କରିଥାଏ, ଏହା ଦେଶର କ୍ରୀଡା ବିବିଧତାକୁ ମଧ୍ୟ ନୂଆ ଦିଗ ଦେଇଥାଏ। ମୁଁ ଆଶା କରୁଛି ଯେ ଦେଶର ବିଭିନ୍ନ ସ୍ଥାନରୁ ଆସିଥିବା କ୍ରୀଡା ମନ୍ତ୍ରୀମାନେ ମଣିପୁର ଠାରୁ ବହୁତ କିଛି ଶିଖିବେ ଏବଂ ମୁଁ ନିଶ୍ଚିତ ଯେ ମଣିପୁରର ଲୋକଙ୍କ ଭଲ ପାଇବା ଏବଂ ଆତିଥ୍ୟ ଆପଣଙ୍କ ରହଣିକୁ ଅଧିକ ଆନନ୍ଦଦାୟକ କରିବ । ଏହି ‘ଚିନ୍ତନ ଶିବିର’ରେ ଅଂଶଗ୍ରହଣ କରୁଥିବା ସମସ୍ତ କ୍ରୀଡ଼ା ମନ୍ତ୍ରୀ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ମୁଁ ସ୍ୱାଗତ ଏବଂ ଅଭିନନ୍ଦନ ଜଣାଉଛି।ପ୍ରଧାନମନ୍ତ୍ରୀ ମଣିପୁରର ଇମ୍ଫାଲରେ ଯୁବ ବ୍ୟାପାର ଏବଂ କ୍ରୀଡ଼ା ରାଜ୍ୟ / କେନ୍ଦ୍ର ଶାସିତ ଅଞ୍ଚଳର ମନ୍ତ୍ରୀ ମାନଙ୍କର ‘ଚିନ୍ତନ ଶିବିର’ କୁ ସମ୍ବୋଧିତ କରିଛନ୍ତି
April 24th, 10:05 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ ମଣିପୁରର ଇମ୍ଫାଲରେ ଯୁବ ବ୍ୟାପାର ଏବଂ କ୍ରୀଡ଼ା ରାଜ୍ୟ / ୟୁଟି ମନ୍ତ୍ରୀ ମାନଙ୍କର ‘ଚିନ୍ତନ ଶିବିର’ ଙ୍କୁ ସମ୍ବୋଧିତ କରିଛନ୍ତି।ସୋସିଆଲ ମିଡିଆ କର୍ଣ୍ଣର 6 ନଭେମ୍ବର 2016
November 06th, 08:02 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟ ର ପ୍ରତିଦିନ ଡୋଜ । ଗଭରନାନ୍ସ ରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁଏସୀୟ ଚାମ୍ପିଅନ୍ସ ଟ୍ରଫି ୨୦୧୬ ବିଜୟିନୀ ଭାରତୀୟ ମହିଳା ହକି ଦଳକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
November 05th, 07:50 pm
Prime Minister Shri Narendra Modi has congratulated the Indian Women’s Hockey Team for winning the Asian Champions Trophy 2016.