ନେକ୍ସଟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 12th, 10:47 pm
ଆଜି, ମାର୍ଚ୍ଚ ୧୨ ତାରିଖ, ଏକ ଐତିହାସିକ ଦିନ । ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ମହାତ୍ମା ଗାନ୍ଧୀ ସାବରମତୀ ଆଶ୍ରମରୁ ଦାଣ୍ଡି ଯାତ୍ରା ଆରମ୍ଭ କରିଥିଲେ । ଏହା ଭାରତର ସ୍ୱାଧୀନତା ଆନ୍ଦୋଳନରେ ଏକ ନୂତନ ମୋଡ଼ ଥିଲା, କାରଣ ଏହି ଯାତ୍ରା ଦେଶର ପ୍ରତିଟି କୋଣକୁ ଏକମାତ୍ର ଲକ୍ଷ୍ୟ ‘ଭାରତର ସ୍ୱାଧୀନତା’ ସହିତ ଯୋଡ଼ିଥିଲା। ଆଜି ଏହି ଐତିହାସିକ ଯାତ୍ରାର ପ୍ରାୟ ୧୦୦ ବର୍ଷ ପରେ, ଆମେ ଭାରତୀୟମାନେ ଆଉ ଏକ ଯାତ୍ରାରେ ବାହାରିଛୁ । ଏହି ଯାତ୍ରା ହେଉଛି ବିକଶିତ ଭାରତର ଯାତ୍ରା । ଆମର ଲକ୍ଷ୍ୟ ଗୋଟିଏ, ଆମର ଗନ୍ତବ୍ୟ ସ୍ଥଳ ମଧ୍ୟ ଗୋଟିଏ, ତାହା ହେଲା- ବିକଶିତ ଭାରତ। ଏହି ଲକ୍ଷ୍ୟ ପ୍ରାପ୍ତି ଦିଗରେ, ଏହିଭଳି ସମ୍ମିଳନୀରେ ହେଉଥିବା ମନ୍ଥନ ଏବଂ ସେଥିରୁ ବାହାରୁଥିବା ଅମୃତ ଏକ ବଡ଼ ଭୂମିକା ଗ୍ରହଣ କରେ । ମୋତେ ନେକ୍ସଟ ସମ୍ମିଳନୀକୁ (Nxt Summit) ନିମନ୍ତ୍ରଣ କରିଥିବାରୁ ମୁଁ ଆପଣ ସମସ୍ତଙ୍କ ନିକଟରେ କୃତଜ୍ଞ । ଏଠାକୁ ଦେଶ ଓ ବିଦେଶରୁ ଅନେକ ସହକର୍ମୀ ଆସିଛନ୍ତି; କିଛି ପୁରୁଣା ପରିଚିତ ମଧ୍ୟ ଅଛନ୍ତି । ମୁଁ ଆପଣ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି । ବନ୍ଧୁଗଣ, ୨୧ତମ ଶତାବ୍ଦୀର ଏହି ସମୟ ‘ନ ଭୂତୋ ନ ଭବିଷ୍ୟତି’ (ଯାହା ପୂର୍ବରୁ କେବେ ଘଟିନି କି ଭବିଷ୍ୟତରେ ଘଟିବ ନାହିଁ) ଭଳି । ଗୋଟିଏ ପଟେ ଯୁଦ୍ଧର ଭୟାବହତା ରହିଛି, ଯୋଗାଣ ଶୃଙ୍ଖଳା ପୁଣି ଥରେ ନଷ୍ଟ ହେଉଛି ଏବଂ ଜାତିସଂଘ ଭଳି ବିଶ୍ୱସ୍ତରୀୟ ସଂସ୍ଥାଗୁଡ଼ିକର ପ୍ରାସଙ୍ଗିକତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେଉଛି । ଏଭଳି ସମୟରେ, ଏହି ପ୍ରତିକୂଳ ପରିସ୍ଥିତି ମଧ୍ୟରେ ବି ଆମ ଭାରତ ଅଗ୍ରସର ହେଉଛି । ଆଜି ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ, ଯେଉଁ ଦେଶର ନାମ ସବୁଠାରୁ ଅଧିକ ଆଲୋଚନା ହେଉଛି, ତାହା ହେଉଛି ଭାରତ । ସାମ୍ପ୍ରତିକ ଅନେକ ସଙ୍କଟ ମଧ୍ୟରେ, ବିଶ୍ୱର ପ୍ରତ୍ୟେକ ଗମ୍ଭୀର ନେତା ଏବଂ ପ୍ରତ୍ୟେକ ଜ୍ଞାନୀ ବ୍ୟକ୍ତିଙ୍କର ଭାରତ ପ୍ରତି ବହୁତ ବଡ଼ ଆଶା ରହିଛି । ନିକଟରେ ଫିନଲ୍ୟାଣ୍ଡର ରାଷ୍ଟ୍ରପତି ଆଲେକ୍ସଜାଣ୍ଡାର ଷ୍ଟବ ଭାରତ ଆସିଥିଲେ । ସେ କହିଥିଲେ ଯେ ‘ଦକ୍ଷିଣ ବିଶ୍ୱ (ଗ୍ଲୋବାଲ ସାଉଥ’) ଏବେ ବିଶ୍ୱର ଦିଗ ନିର୍ଣ୍ଣୟ କରିବ ଏବଂ ସେହି ଦିଗ ନିର୍ଦ୍ଧାରଣ କରିବାରେ ଭାରତ ସବୁଠାରୁ ଶକ୍ତିଶାଳୀ ଦେଶ ହେବ । ଏହା ପୂର୍ବରୁ କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ କାର୍ଣ୍ଣି ମଧ୍ୟ କହିଥିଲେ ଯେ ଆଗାମୀ ତିନି ଦଶନ୍ଧି ମଧ୍ୟରେ ବିଶ୍ୱର ଅର୍ଥନୈତିକ ମାଧ୍ୟାକର୍ଷଣ ଯେଉଁ କେନ୍ଦ୍ରକୁ ସ୍ଥାନାନ୍ତରିତ ହେଉଛି, ତାହା ହେଉଛି ଭାରତ । ଫ୍ରାନ୍ସର ରାଷ୍ଟ୍ରପତି ମାକ୍ରୋଁ ମଧ୍ୟ ବିଶ୍ୱାସ କରନ୍ତି ଯେ ବିଶ୍ୱର ବଡ଼ ବଡ଼ ସମସ୍ୟାର ସମାଧାନ ପାଇଁ ଭାରତ ଏକ ଅପରିହାର୍ଯ୍ୟ ଅଂଶୀଦାର ପାଲଟିଛି । ଆଜି ଯଦି ଆମେ ବୈଷୟିକ ଏବଂ ଅର୍ଥନୈତିକ ଜଗତର ବିଶ୍ୱସ୍ତରୀୟ ନେତାମାନଙ୍କ ବକ୍ତବ୍ୟର ସାରାଂଶ କାଢ଼ିବା, ତେବେ କେବଳ ଗୋଟିଏ ଭାବନା ଉକୁଟି ଆସେ - ଯଦି ଆପଣ ଭବିଷ୍ୟତର ଅଂଶ ହେବାକୁ ଚାହୁଁଛନ୍ତି, ତେବେ ଆପଣଙ୍କୁ ଭାରତ ସହିତ ଯୋଡ଼ି ହେବାକୁ ପଡ଼ିବ; ଆପଣଙ୍କୁ ଭାରତରେ ରହିବାକୁ ହେବ ।ଏନଏକ୍ସଟି ଶିଖର ସମ୍ମିଳନୀକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 12th, 08:30 pm
ପ୍ରଧାନମନ୍ତ୍ରୀ ଆଜି ଆଇଟିଭି ନେଟୱାର୍କର ଏନଏକ୍ସଟି ଶିଖର ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ଐତିହାସିକ ଦାଣ୍ଡିଯାତ୍ରାର ବାର୍ଷିକୀ ସଂପର୍କରେ ଉଲ୍ଲେଖ କରି ସେ ଭାରତର ସ୍ବାଧୀନତା ସଂଗ୍ରାମ ସହ ଏକ ବିକଶିତ ଦେଶ ହେବାକୁ ଭାରତ ଚଳାଇଥିବା ଅଭିଯାନର ସମାନତା ଆଙ୍କିଥିଲେ। ଶ୍ରୀ ମୋଦି ଗୁରୁତ୍ୱାରୋପ କରି କହିଥିଲେ ଯେ ଯେପରି ୧୯୩୦ ମାର୍ଚ୍ଚ ଦେଶକୁ ସ୍ୱାଧୀନତା ଆଡକୁ ନେଇଥିଲା, ସେହିପରି ବର୍ତ୍ତମାନର ବିକଶିତ ଭାରତ ମିଶନ ହେଉଛି ୧୪୦ କୋଟି ଭାରତୀୟଙ୍କ ସାମୂହିକ ଲକ୍ଷ୍ୟ। ସେ କହିଥିଲେ, ଆଜି, ସେହି ଐତିହାସିକ ଯାତ୍ରାର ପ୍ରାୟ ୧୦୦ ବର୍ଷ ପରେ, ଆମେ ଭାରତୀୟମାନେ ପୁଣି ଥରେ 'ବିକଶିତ ଭାରତ' ପାଇଁ ଏକ ନୂତନ ଯାତ୍ରା ଆରମ୍ଭ କରିଛୁ।କର୍ଣ୍ଣାଟକର ବେଙ୍ଗଲୁରରେ ବିଭିନ୍ନ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
August 10th, 01:30 pm
କର୍ଣ୍ଣାଟକର ରାଜ୍ୟପାଳ ଶ୍ରୀ ଥାଓ୍ୱରଚନ୍ଦ ଗହଲୋଟ ଜୀ, ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଜୀ, କେନ୍ଦ୍ରରେ ମୋର ସହଯୋଗୀ ମନୋହରଲାଲ ଖଟ୍ଟର ଜୀ, ଏଚ୍ ଡି କୁମାରସ୍ୱାମୀ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ବି. ସୋମନ୍ନା ଜୀ, ସୁଶ୍ରୀ ଶୋଭା ଜୀ, ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର ଜୀ, କର୍ଣ୍ଣାଟକ ସରକାରଙ୍କ ମନ୍ତ୍ରୀ ବି.ସୁରେଶ ଜୀ, ବିରୋଧୀ ଦଳ ନେତା ଆର୍. ଅଶୋକ ଜୀ, ସାଂସଦ ତେଜସ୍ୱୀ ସୂର୍ଯ୍ୟା ଜୀ, ଡାକ୍ତର ମଂଜୁନାଥ ଜୀ, ଏମଏଲଏ ବିଜୟେନ୍ଦ୍ର ୟେଡିୟୁରପ୍ପା ଜୀ ଓ କର୍ଣ୍ଣାଟକର ମୋର ଭାଇ ଓ ଭଉଣୀମାନେ,କର୍ଣ୍ଣାଟକର ବେଙ୍ଗାଲୁରୁରେ ପ୍ରାୟ ୨୨,୮୦୦ କୋଟି ଟଙ୍କାର ମେଟ୍ରୋ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 10th, 01:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ବେଙ୍ଗାଲୁରୁରେ ପ୍ରାୟ ୭,୧୬୦ କୋଟି ଟଙ୍କା ମୂଲ୍ୟର ବାଙ୍ଗାଲୋର ମେଟ୍ରୋର ୟେଲୋ ଲାଇନର ଉଦଘାଟନ କରିଛନ୍ତି ଏବଂ ୧୫୬୧୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବାଙ୍ଗାଲୋର ମେଟ୍ରୋ ପର୍ଯ୍ୟାୟ - ୩ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ସେ ବେଙ୍ଗାଲୁରୁର କେଏସଆର ରେଳ ଷ୍ଟେସନରେ ତିନୋଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ କହିଥିଲେ ଯେ, , କର୍ଣ୍ଣାଟକର ଭୂମିରେ ପାଦ ଦେବା ପରେ ଏହି ସ୍ଥାନରେ ସେ ଆପଣାର ଭାବନାକୁ ଅନୁଭବ କରିଥିଲେ। କର୍ଣ୍ଣାଟକ ସଂସ୍କୃତିର ସମୃଦ୍ଧି, ଏହାର ଲୋକଙ୍କ ସ୍ନେହ ଏବଂ କନ୍ନଡ ଭାଷାର ମଧୁରତା, ଯାହା ହୃଦୟକୁ ଗଭୀର ଭାବରେ ସ୍ପର୍ଶ କରେ, ସେସବୁ ଉପରେ ଆଲୋକପାତ କରି ଶ୍ରୀ ମୋଦୀ ବେଙ୍ଗାଲୁରୁର ଅଧିଷ୍ଠାତ୍ରୀ ଦେବୀ ଆନ୍ନାମ୍ମା ଥାଇଙ୍କ ଚରଣରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ତାଙ୍କ ବକ୍ତବ୍ୟ ଆରମ୍ଭ କରିଥିଲେ। ଶହ ଶହ ବର୍ଷ ପୂର୍ବେ ନାଦପ୍ରଭୁ କେମ୍ପେଗୌଡ଼ା ବେଙ୍ଗାଲୁରୁ ସହରର ମୂଳଦୁଆ ସ୍ଥାପନ କରିଥିଲେ । ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ କେମ୍ପେଗୌଡ଼ା ପରମ୍ପରାକୁ ମୂଳରେ ରଖି ଏକ ସହରର କଳ୍ପନା କରିଥିଲେ ଏବଂ ପ୍ରଗତିର ନୂତନ ଶିଖରରେ ପହଞ୍ଚିଥିଲେ। ବେଙ୍ଗାଲୁରୁ ସର୍ବଦା ସେହି ଭାବନାକୁ ବଞ୍ଚାଇ ରଖିଛି ଏବଂ ଏହାକୁ ସଂରକ୍ଷଣ କରିଆସିଛି ଏବଂ ଆଜି, ବେଙ୍ଗାଲୁରୁ ସେହି ସ୍ୱପ୍ନକୁ ସାକାର କରୁଛି,ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।ଗାନ୍ଧୀନଗରରେ ଗୁଜରାଟର ସହରାଞ୍ଚଳ ବିକାଶର ୨୦ ବର୍ଷ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 27th, 11:30 am
ମଞ୍ଚ ଉପରେ ଉପସ୍ଥିତ ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ସ୍ଥାନୀୟ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଜୀ, କେନ୍ଦ୍ରରେ ମନ୍ତ୍ରୀମଣ୍ଡଳ ସହଯୋଗୀ ମନୋହର ଲାଲ ଜୀ, ସି. ଆର. ପାଟିଲ ଜୀ, ଗୁଜରାଟ ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ ଏବଂ ଗୁଜରାଟର କୋଣ-ଅନୁକୋଣରୁ ଏଠାକୁ ଆସି ଉପସ୍ଥିତ ଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ।ଗୁଜରାଟ ସହରାଞ୍ଚଳ ବିକାଶ କାହାଣୀର 20 ବର୍ଷ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
May 27th, 11:09 am
୧୯୪୭ ମସିହାରେ ଭାରତକୁ ତିନୋଟି ଭାଗରେ ବିଭାଜିତ କରାଯିବା ପରେ ଭାରତ ଉପରେ ହୋଇଥିବା ପ୍ରଥମ ଆତଙ୍କବାଦୀ ଆକ୍ରମଣକୁ ମନେ ପକାଇ ଶ୍ରୀ ମୋଦୀ କହିଥିଲେ ଯେ, ପାକିସ୍ତାନ ଆତଙ୍କବାଦୀମାନଙ୍କୁ ଆଶ୍ରୟ ଦେଇ ଗୋଟିଏ ଅଂଶ ହଡ଼ପ କରିଥିଲା। ସେ ସର୍ଦ୍ଦାର ପଟେଲଙ୍କ ଦୃଷ୍ଟିକୋଣକୁ ମନେ ପକାଇଥିଲେ ଏବଂ କହିଥିଲେ ଯେ ପାକିସ୍ତାନ ଅଧିକୃତ କାଶ୍ମୀର ( ପିଓକେ ) ପୁନରୁଦ୍ଧାର ନହେବା ପର୍ଯ୍ୟନ୍ତ ଭାରତୀୟ ସେନା ଅଟକିବା ଉଚିତ୍ ନୁହେଁ। ତଥାପି, ପଟେଲଙ୍କ ପରାମର୍ଶ ପାଳନ କରାଯାଇ ନଥିଲା ବୋଲି ସେ କହିଥିଲେ। ଶ୍ରୀ ମୋଦୀ ଗୁରୁତ୍ୱାରୋପ କରି କହିଥିଲେ ଯେ, ଆତଙ୍କବାଦର ଏହି ଐତିହ୍ୟ ଗତ 75 ବର୍ଷ ଧରି ଜାରି ରହିଛି ଏବଂ ପହଲଗାଓଁରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଏହାର ଆଉ ଏକ ଭୟଙ୍କର ରୂପ ଥିଲା। ସେ ଦୃଢ଼ତାର ସହିତ କହିଥିଲେ ଯେ କୂଟନୈତିକ ଖେଳ ଖେଳିବା ସତ୍ତ୍ୱେ, ପାକିସ୍ତାନ ବାରମ୍ବାର ଯୁଦ୍ଧରେ ଭାରତର ସାମରିକ ଶକ୍ତିର ସମ୍ମୁଖୀନ ହୋଇଛି। ସେ ଉଲ୍ଲେଖ କରିଥିଲେ ଯେ , ତିନି ଥର ଭାରତର ସଶସ୍ତ୍ର ବାହିନୀ ପାକିସ୍ତାନକୁ ନିର୍ଣ୍ଣାୟକ ଭାବରେ ପରାସ୍ତ କରିଥିଲା, ଯାହା ସ୍ପଷ୍ଟ କରେ ଯେ, ପାକିସ୍ତାନ ସିଧାସଳଖ ସାମରିକ ସଂଘର୍ଷରେ ବିଜୟୀ ହୋଇପାରିବ ନାହିଁ। ପାକିସ୍ତାନ ତାର ସୀମା ସମ୍ପର୍କରେ ଜାଣିଛି ବୋଲି ସ୍ୱୀକାର କରି ଶ୍ରୀ ମୋଦୀ କହିଥିଲେ ଯେ , ପଡ଼ୋଶୀ ଦେଶ ଛାୟା ଯୁଦ୍ଧ ଆରମ୍ଭ କରିଛି। ସେ ବ୍ୟାଖ୍ୟା କରିଥିଲେ ଯେ, ପ୍ରଶିକ୍ଷିତ ଆତଙ୍କବାଦୀମାନଙ୍କୁ ରୀତିମତ ସାମରିକ ତାଲିମ ମାଧ୍ୟମରେ ଭାରତରେ ଅନୁପ୍ରବେଶ କରାଯାଉଥିଲା , ଯାହାର ଲକ୍ଷ୍ୟ ଥିଲା ଶାନ୍ତିପୂର୍ଣ୍ଣ ତୀର୍ଥଯାତ୍ରା କରୁଥିବା ଲୋକଙ୍କ ସମେତ ନିରୀହ ଏବଂ ନିରସ୍ତ୍ର ସାଧାରଣ ଲୋକଙ୍କୁ ଟାର୍ଗେଟ କରିବା।In the past 10 years, India has moved beyond incremental change to witness impactful transformation: PM Modi on Civil Services Day
April 21st, 11:30 am
PM Modi addressed civil servants on Civil Services Day, celebrating 75 years of the Constitution and Sardar Patel’s 150th birth anniversary. Emphasizing holistic development and next-gen reforms, he urged officers to drive impactful change and build a Viksit Bharat. He also conferred the PM’s Awards for Excellence in Public Administration.୧୭ତମ ପ୍ରଶାସନିକ ସେବା ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
April 21st, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 17ତମ ପ୍ରଶାସନିକ ସେବା ଦିବସ ଅବସରରେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଶାସନିକ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଧିକାରୀମାନଙ୍କୁ ସମ୍ବୋଧିତ କରିଛନ୍ତି। ସେ ସାଧାରଣ ପ୍ରଶାସନରେ ଉତ୍କର୍ଷତା ପାଇଁ ପ୍ରଧାନମନ୍ତ୍ରୀ ପୁରସ୍କାର ମଧ୍ୟ ପ୍ରଦାନ କରିଥିଲେ। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ପ୍ରଶାସନିକ ସେବା ଦିବସରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଚଳିତ ବର୍ଷ ଏହି ଦିବସ ପାଳନର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ, କାରଣ ଏହା ସମ୍ବିଧାନର 75ତମ ବର୍ଷ ଏବଂ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ 150ତମ ଜନ୍ମବାର୍ଷିକୀ ବୋଲି ସେ ଉଲ୍ଲେଖ କରିଥିଲେ । ୨୧ ଏପ୍ରିଲ୍ ୧୯୪୭ରେ ସର୍ଦ୍ଦାର ପଟେଲଙ୍କ ଉଲ୍ଲେଖନୀୟ ବକ୍ତବ୍ୟ, ଯେଉଁଥିରେ ସେ ସରକାରୀ କର୍ମଚାରୀମାନଙ୍କୁ 'ଭାରତର ଇସ୍ପାତ ସଂରଚନା' ବୋଲି କହିଥିଲେ, ତାହାକୁ ମନେ ପକାଇ, ଶ୍ରୀ ମୋଦୀ ପଟେଲଙ୍କର ଅମଲାତନ୍ତ୍ରକୁ ନେଇ ରହିଥିବା ଦୃଷ୍ଟିକୋଣ ଉପରେ ଗୁରୁତ୍ୱାରୋପ କରିଥିଲେ, ଯାହା ଶୃଙ୍ଖଳା, ସଚ୍ଚୋଟତା ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ବଜାୟ ରଖି ଦେଶକୁ ଅତ୍ୟନ୍ତ ସମର୍ପଣର ସହିତ ସେବା କରିବା ପାଇଁ କହିଥାଏ । ସେ ଭାରତକୁ ଏକ ବିକଶିତ ଭାରତ ହେବା ପାଇଁ ସଂକଳ୍ପ ପରିପ୍ରେକ୍ଷୀରେ ସର୍ଦ୍ଦାର ପଟେଲଙ୍କ ଆଦର୍ଶର ପ୍ରାସଙ୍ଗିକତା ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ସର୍ଦ୍ଦାର ପଟେଲଙ୍କ ଦୃଷ୍ଟିକୋଣ ଏବଂ ଐତିହ୍ୟକୁ ହୃଦୟର ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।