ହାଇଦ୍ରାବାଦରେ ସଫ୍ରାନ ଏୟାରକ୍ରାଫ୍ଟ ଇଞ୍ଜିନ ସର୍ଭିସେସ୍ ଇଣ୍ଡିଆ ସୁବିଧାର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 26th, 10:10 am

ମୋ ପାଖରେ ସମୟ କମ ରହିଛି କାରଣ ମୋତେ ସଂସଦରେ ପହଞ୍ଚିବାକୁ ପଡିବ । ସେଠାରେ ରାଷ୍ଟ୍ରପତିଙ୍କ ସହ ଏକ ବୈଠକ ରହିଛି । ସେଥିପାଇଁ ଭାଷଣକୁ ଲମ୍ବା ନକରି କେବଳ କିଛି ବିନ୍ଦୁ ଉପରେ ମୁଁ ମୋ କଥାକୁ ସମାପନ କରିବି । ଆଜିଠାରୁ ଭାରତର ବେସାମରିକ ବିମାନ ଚଳାଚଳ କ୍ଷେତ୍ରର ଉନ୍ନତି ହେବ । ସଫ୍ରାନର ଏହି ନୂଆ ଉଦ୍ୟମ ଭାରତକୁ ଏକ ବୈଶ୍ୱିକ ଏମଆରଓ ହବରେ ପରିଣତ କରିପାରିଛି । ବିଶ୍ୱର ଏରୋସ୍ପେଶ ସେକ୍ଟରରେ ଏହି ଏମଆରଓ ସୁବିଧା ଯୁବକମାନଙ୍କ ଲାଗି ନୂଆ ସୁଯୋଗ ସୃଷ୍ଟି କରିବ । ୨୪ ନଭେମ୍ବର ୨୦୨୫ରେ ମୁଁ ସଫ୍ରାନ ବୋର୍ଡ ଓ ପରିଚାଳନା କମିଟିକୁ ସାକ୍ଷାତ କରିଥିଲି । ପୂର୍ବରୁ ବି ସାକ୍ଷାତ କରିଥିଲି । ପ୍ରତି ସାକ୍ଷାତରେ ଭାରତକୁ ନେଇ ସେମାନଙ୍କର ଆଶା ଓ ବିଶ୍ୱାସ ରହିଛି ବୋଲି ମୁଁ ଅନୁଭବ କଲି । ମୋର ବିଶ୍ୱାସ ରହିଛି ଯେ ଭାରତବର୍ଷରେ ସାଫ୍ରନର ପୁଞ୍ଜି ନିବେଶ ଆଗକୁ ବି ଜାରି ରହିବ । ଏହି ସୁବିଧା ପାଇଁ ଟିମ ସଫ୍ରାନକୁ ମୁଁ ହୃଦୟରୁ କୃତଜ୍ଞତା ଜ୍ଞାପନ କରୁଛି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଇଦ୍ରାବାଦରେ ସଫରାନ ଏୟାରକ୍ରାଫ୍ଟ ଇଞ୍ଜିନ ସର୍ଭିସେସ୍ ଇଣ୍ଡିଆ (ଏସ୍ଏଇଏସ୍ଆଇ) ସୁବିଧାର ଉଦଘାଟନ କରିଛନ୍ତି

November 26th, 10:00 am

୨୬.୧୧.୨୦୨୫ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଜିଏମଆର ଏରୋସ୍ପେସ୍ ଏବଂ ଇଣ୍ଡଷ୍ଟ୍ରିଆଲ୍ ପାର୍କ – ଏସଇଜେଡରେ ଅବସ୍ଥିତ ସଫରାନ୍ ଏୟାରକ୍ରାଫ୍‌ଟ ଇଞ୍ଜିନ୍ ସର୍ଭିସେସ୍ ଇଣ୍ଡିଆ (ଏସଏଇଏସଆଇ) ସୁବିଧାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆଲୋକପାତ କରି କହିଥିଲେ ଯେ, ଆଜିଠାରୁ ଭାରତର ବିମାନ ଚଳାଚଳ କ୍ଷେତ୍ର ଏକ ନୂତନ ଉଡ଼ାଣ ନେଉଛି। ସଫରାନର ନୂତନ ସୁବିଧା ଭାରତକୁ ଏକ ବିଶ୍ୱସ୍ତରୀୟ ମେଣ୍ଟେନାନ୍ସ, ରିପେୟାର ଏବଂ ଓଭରହଲ୍‌ (ଏମଆରଓ) ହବ୍ ଭାବରେ ପ୍ରତିଷ୍ଠା କରିବାରେ ସାହାଯ୍ୟ କରିବ। ପ୍ରଧାନମନ୍ତ୍ରୀ ରେଖାଙ୍କିତ କରିଥିଲେ ଯେ ଏହି ଏମଆରଓ ସୁବିଧା ଉଚ୍ଚ-ପ୍ରଯୁକ୍ତିବିଦ୍ୟା ମହାକାଶ କ୍ଷେତ୍ରରେ ଯୁବପିଢ଼ି ପାଇଁ ନୂତନ ସୁଯୋଗ ସୃଷ୍ଟି କରିବ। ସେ ମନେ ପକାଇଥିଲେ ଯେ, ସେ ୨୪ ନଭେମ୍ବରରେ ସଫରାନ ବୋର୍ଡ ଏବଂ ପରିଚାଳନାକୁ ଭେଟିଥିଲେ ଏବଂ ଉଲ୍ଲେଖ କରିଥିଲେ ଯେ ପୂର୍ବରୁ ମଧ୍ୟ ସେମାନଙ୍କ ସହିତ ପ୍ରତ୍ୟେକ ଆଲୋଚନାରେ ସେ ଭାରତ ସମ୍ପର୍କରେ ସେମାନଙ୍କର ଆତ୍ମବିଶ୍ୱାସ ଏବଂ ଆଶା ଦେଖିଥିଲେ। ସେ ଆଶା ପ୍ରକାଶ କରିଥିଲେ ଯେ ଭାରତରେ ସଫରାନ ର ନିବେଶ ସମାନ ଗତିରେ ଜାରି ରହିବ। ତାଙ୍କର ଶୁଭକାମନା ଜଣାଇ ପ୍ରଧାନମନ୍ତ୍ରୀ ଏହି ନୂତନ ସୁବିଧା ପାଇଁ ଟିମ୍ ସଫରାନକୁ ଅଭିନନ୍ଦନ ଜଣାଇଥିଲେ।

ପ୍ରଧାନମନ୍ତ୍ରୀ ୪୮ତମ ପ୍ରଗତି ବୈଠକରେ ଅଧ୍ୟକ୍ଷତା କଲେ

June 25th, 09:11 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ସାଉଥ ବ୍ଲକରେ ପ୍ରଗତିର ୪୮ତମ ବୈଠକରେ ଅଧ୍ୟକ୍ଷତା କରିଥିଲେ । ପ୍ରଗତି କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସାମିଲ କରୁଥିବା ସକ୍ରିୟ ଶାସନ ଏବଂ ସମୟଭିତ୍ତକ କାର୍ଯ୍ୟାନ୍ୱୟନ ସମ୍ବନ୍ଧିତ ଆଇସିଟି ଆଧାରିତ ବହୁସ୍ତରୀୟ ପ୍ଲାଟଫର୍ମ ।

In the past 10 years, India has moved beyond incremental change to witness impactful transformation: PM Modi on Civil Services Day

April 21st, 11:30 am

PM Modi addressed civil servants on Civil Services Day, celebrating 75 years of the Constitution and Sardar Patel’s 150th birth anniversary. Emphasizing holistic development and next-gen reforms, he urged officers to drive impactful change and build a Viksit Bharat. He also conferred the PM’s Awards for Excellence in Public Administration.

୧୭ତମ ପ୍ରଶାସନିକ ସେବା ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ

April 21st, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 17ତମ ପ୍ରଶାସନିକ ସେବା ଦିବସ ଅବସରରେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଶାସନିକ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଧିକାରୀମାନଙ୍କୁ ସମ୍ବୋଧିତ କରିଛନ୍ତି। ସେ ସାଧାରଣ ପ୍ରଶାସନରେ ଉତ୍କର୍ଷତା ପାଇଁ ପ୍ରଧାନମନ୍ତ୍ରୀ ପୁରସ୍କାର ମଧ୍ୟ ପ୍ରଦାନ କରିଥିଲେ। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ପ୍ରଶାସନିକ ସେବା ଦିବସରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଚଳିତ ବର୍ଷ ଏହି ଦିବସ ପାଳନର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ, କାରଣ ଏହା ସମ୍ବିଧାନର 75ତମ ବର୍ଷ ଏବଂ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ 150ତମ ଜନ୍ମବାର୍ଷିକୀ ବୋଲି ସେ ଉଲ୍ଲେଖ କରିଥିଲେ । ୨୧ ଏପ୍ରିଲ୍ ୧୯୪୭ରେ ସର୍ଦ୍ଦାର ପଟେଲଙ୍କ ଉଲ୍ଲେଖନୀୟ ବକ୍ତବ୍ୟ, ଯେଉଁଥିରେ ସେ ସରକାରୀ କର୍ମଚାରୀମାନଙ୍କୁ 'ଭାରତର ଇସ୍ପାତ ସଂରଚନା' ବୋଲି କହିଥିଲେ, ତାହାକୁ ମନେ ପକାଇ, ଶ୍ରୀ ମୋଦୀ ପଟେଲଙ୍କର ଅମଲାତନ୍ତ୍ରକୁ ନେଇ ରହିଥିବା ଦୃଷ୍ଟିକୋଣ ଉପରେ ଗୁରୁତ୍ୱାରୋପ କରିଥିଲେ, ଯାହା ଶୃଙ୍ଖଳା, ସଚ୍ଚୋଟତା ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ବଜାୟ ରଖି ଦେଶକୁ ଅତ୍ୟନ୍ତ ସମର୍ପଣର ସହିତ ସେବା କରିବା ପାଇଁ କହିଥାଏ । ସେ ଭାରତକୁ ଏକ ବିକଶିତ ଭାରତ ହେବା ପାଇଁ ସଂକଳ୍ପ ପରିପ୍ରେକ୍ଷୀରେ ସର୍ଦ୍ଦାର ପଟେଲଙ୍କ ଆଦର୍ଶର ପ୍ରାସଙ୍ଗିକତା ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ସର୍ଦ୍ଦାର ପଟେଲଙ୍କ ଦୃଷ୍ଟିକୋଣ ଏବଂ ଐତିହ୍ୟକୁ ହୃଦୟର ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ହରିୟାଣାର ହିସାର ବିମାନ ବନ୍ଦରର ନୂତନ ଟର୍ମିନାଲ ଭବନର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

April 14th, 11:00 am

ମୁଁ କହିବି, ବାବାସାହେବ ଆମ୍ବେଦକର, ଆପଣମାନେ ସମସ୍ତେ ଦୁଇଥର କୁହନ୍ତୁ, ଅମର ରହେ ! ଅମର ରହେ!

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୪୧୦ କୋଟି ଟଙ୍କାରୁ ଅଧିକ ବ୍ୟୟ ଅଟକଳ ବିଶିଷ୍ଟ ହିସାର ବିମାନବନ୍ଦରର ନୂତନ ଟର୍ମିନାଲ ଭବନର ଶିଳାନ୍ୟାସ କଲେ

April 14th, 10:16 am

ବିମାନ ଯାତ୍ରାକୁ ସମସ୍ତଙ୍କ ପାଇଁ ସୁରକ୍ଷିତ, ସୁଲଭ ଏବଂ ସୁଲଭ କରିବା ପାଇଁ ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହରିୟାଣାର ହିସାରରେ ମହାରାଜା ଅଗ୍ରସେନ ବିମାନବନ୍ଦରର ନୂତନ ଟର୍ମିନାଲ କୋଠାର ଶିଳାନ୍ୟାସ କରିଛନ୍ତି, ଯାହାର ବ୍ୟୟଅଟକଳ ୪୧୦ କୋଟି ଟଙ୍କାରୁ ଅଧିକ ହେବ। ସମାବେଶକୁ ସମ୍ବୋଧିତ କରି ସେ ହରିୟାଣାର ଲୋକମାନଙ୍କୁ ଅଭିବାଦନ ଜଣାଇଥିଲେ ଏବଂ ସେମାନଙ୍କର ଶକ୍ତି, କ୍ରୀଡାପ୍ରେମ ଏବଂ ଭାଇଚାରା ରାଜ୍ୟର ପରିଚୟ ବୋଲି ସ୍ୱୀକାର କରିଥିଲେ। ଏହି ବ୍ୟସ୍ତବହୁଳ ଅମଳ ଋତୁରେ ଉପସ୍ଥିତ ବହୁ ସଂଖ୍ୟକ ଲୋକଙ୍କ ଆଶୀର୍ବାଦ ପାଇଁ ସେ ତାଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।

When growth is driven by aspirations, it becomes inclusive and sustainable: PM Modi at Rising Bharat Summit

April 08th, 08:30 pm

PM Modi addressed the News18 Rising Bharat Summit. He remarked on the dreams, determination, and passion of the youth to develop India. The PM highlighted key initiatives, including zero tax on income up to ₹12 lakh, 10,000 new medical seats and 6,500 new IIT seats, 50,000 new Atal Tinkering Labs and over 52 crore Mudra Yojana loans. The PM congratulated the Parliament for enacting Waqf law.

ନ୍ୟୁଜ ୧୮ ରାଇଜିଂ ଭାରତ ସମିଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ

April 08th, 08:15 pm

ମଙ୍ଗଳବାର ଦିନ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ନ୍ୟୁଜ ୧୮ ରାଇଜିଂ ଭାରତ ସମିଟରେ ପ୍ରଧାନମନ୍ତ୍ରୀ ଉଦବୋଧନ ଦେଇଛନ୍ତି । ଭାରତ ତଥା ସାରା ବିଶ୍ୱର ଅନେକ ନେତାଙ୍କ ସହ ଭାବ ବିନିମୟ କରିବାର ସୁଯୋଗ ଦେଇଥିବାରୁ ନ୍ୟୁଜ ୧୮ ନେଟବାର୍କକୁ ପ୍ରଧାନମନ୍ତ୍ରୀ କୃତଜ୍ଞତା ଜ୍ଞାପନ କରିଥିଲେ । ଭାରତର ଯୁବବର୍ଗଙ୍କ ଆକାଂକ୍ଷାକୁ ଫୋକସ କରିଥିବାରୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ । ଚଳିତ ବର୍ଷ ପ୍ରାରମ୍ଭରେ ଭାରତ ମଣ୍ଡପମରେ ବିବେକାନନ୍ଦ ଜୟନ୍ତୀ ପାଳନ ଅବସରରେ ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ କଥା ମନେ ପକାଇ ଭାରତବର୍ଷକୁ ଏକ ବିକଶିତ ଦେଶରେ ପରିଣତ କରିବା ପାଇଁ ଯୁବକମାନଙ୍କର ରହିଥିବା ସ୍ୱପ୍ନ ଓ ଆକାଂକ୍ଷା ପ୍ରଧାନମନ୍ତ୍ରୀ କହିଥିଲେ । ୨୦୪୭ ସୁଦ୍ଧା ବିକଶିତ ଭାରତ ନିର୍ମାଣ ଲକ୍ଷ୍ୟରେ ସବୁସ୍ତରରେ ଅନ୍ତର୍ଦୃଷ୍ଟିର ଆବଶ୍ୟକତା ରହିଥିବା ସେ କହିଥିଲେ । ତେବେ ଅମୃତ କାଳ ସୃଷ୍ଟି କରିବା ପାଇଁ ଏହି ଅନ୍ତର୍ଦୃଷ୍ଟିର ଆବଶ୍ୟକତା ରହିଥିବା ପ୍ରଧାନମନ୍ତ୍ରୀ ଦୋହରାଇ ଥିଲେ ।

India is not just a workforce, we are a world force driving global change: PM Modi

March 01st, 11:00 am

The Prime Minister Shri Narendra Modi participated in the NXT Conclave in the Bharat Mandapam, New Delhi today. Addressing the gathering, he extended his heartfelt congratulations on the auspicious launch of NewsX World. He highlighted that the network includes channels in Hindi, English, and various regional languages, and today, it is going global. He also remarked on the initiation of several fellowships and scholarships, extending his best wishes for these programs.

ଏନଏକ୍ସଟି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୋଗଦାନ

March 01st, 10:34 am

ଶନିବାର ଦିନ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ ହୋଇଥିବା ଏନଏକ୍ସଟି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଛନ୍ତି । ନ୍ୟୁଜ ଏକ୍ସ ୱାର୍ଲଡ଼ ଚ୍ୟାନେଲ ଶୁଭ ଉନ୍ମୋଚନ ଉତ୍ସବରେ ଯୋଗ ଦେଇ ସମବେତ ଜନତାକୁ ଉଦବୋଧନ ଦେବା ଅବସରରେ ପ୍ରଧାନମନ୍ତ୍ରୀ ନିଜ ହୃଦୟରୁ ସଭିଁଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି । ହିନ୍ଦୀ, ଇଂରାଜୀ ଓ ଅନ୍ୟାନ୍ୟ ଆଂଚଳିକ ଭାଷାରେ ନିଜ ନେଟବାର୍କ ଖୋଲିଥିବା ଏହି ସଂସ୍ଥା ଏବେ ଏକ ବୈଶ୍ୱିକ ଚ୍ୟାନେଲରେ ପରିଣତ ହୋଇପାରିଛି । ବିଭିନ୍ନପ୍ରକାର ସ୍କଲାରସିପ ଓ ଫେଲୋସିପ ଆରମ୍ଭ କରାଯାଇଥିବାରୁ ସେ ଏଥିପାଇଁ ଧନ୍ୟବାଦ ଜ୍ଞାପନ କରିଥିଲେ ।

ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ

February 04th, 07:00 pm

ମୁଁ ମାନ୍ୟବର ରାଷ୍ଟ୍ରପତିଜୀଙ୍କ ସମ୍ୱୋଧନ ଉପରେ ଧନ୍ୟବାଦ ଜଣାଇବାକୁ ଆଜି ଏଠାରେ ଉପସ୍ଥିତ ହୋଇଛି। ଗତକାଲି ଏବଂ ଆଜି ବିଳମ୍ୱିତ ରାତି ପର୍ଯ୍ୟନ୍ତ, ସମସ୍ତ ମାନ୍ୟବର ସାଂସଦମାନେ ସେମାନଙ୍କ ଚିନ୍ତାଧାରା ଦ୍ୱାରା କୃତଜ୍ଞତାର ସହ ସମୃଦ୍ଧ କରିଥିଲେ। ଅନେକ ସମ୍ମାନନୀୟ ଅଭିଜ୍ଞ ସାଂସଦ ମଧ୍ୟ ନିଜର ମତ ବ୍ୟକ୍ତ କରିଥିଲେ, ଏବଂ ସ୍ୱାଭାବିକ ଭାବେ ଗଣତନ୍ତ୍ରର ଏକ ପରମ୍ପରା ମଧ୍ୟ ରହିଛି, ଯେଉଁଠି ଆବଶ୍ୟକତା ଥିଲା, ସେଠାରେ ପ୍ରଶଂସା କରାଯାଉଥିଲା, ଯେଉଁଠି କିଛି ଅସୁବିଧା ଥିଲା, କିଛି ନକାରାତ୍ମକ କଥାବାର୍ତ୍ତା ମଧ୍ୟ ହେଉଥିଲା, କିନ୍ତନ୍ତୁ ଏହା ଅତି ସ୍ୱାଭାବିକ! ଅଧ୍ୟକ୍ଷ ମହୋଦୟ, ଏହା ମୋ ପାଇଁ ଏକ ବଡ଼ ସୌଭାଗ୍ୟ ଯେ ଦେଶର ଲୋକମାନେ ମୋତେ ୧୪ ତମ ଥର ଏହି ସ୍ଥାନରେ ବସି ରାଷ୍ଟ୍ରପତିଜୀଙ୍କ ଅଭିଭାଷଣ ପ୍ରତି କୃତଜ୍ଞତା ବ୍ୟକ୍ତ କରିବାର ସୁଯୋଗ ଦେଇଛନ୍ତି ଏବଂ ସେଥିପାଇଁ ମୁଁ ଆଜି ମଧ୍ୟ ଜନସାଧାରଣଙ୍କୁ ବହୁତ ସମ୍ମାନର ସହ କୃତଜ୍ଞତା ଜଣାଇବାକୁ ଚାହୁଁଛି, ଏବଂ ଯେଉଁମାନେ ଗୃହରେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ଏବଂ ଆଲୋଚନାକୁ ସମୃଦ୍ଧ କରିଥିଲେ ସେମାନଙ୍କୁ ମଧ୍ୟ ମୁଁ କୃତଜ୍ଞତା ଜଣାଉଛି।

ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

February 04th, 06:55 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଉତ୍ତର ଦେଇଛନ୍ତି। ସଦନକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଗତକାଲି ଏବଂ ଆଜି ଆଲୋଚନାରେ ଅଂଶଗ୍ରହଣ କରିଥିବା ସମସ୍ତ ମାନ୍ୟବର ସାଂସଦଙ୍କ ଯୋଗଦାନକୁ ପ୍ରଶଂସା କରିଥିଲେ। ସେ ଉଲ୍ଲେଖ କରିଥିଲେ ଯେ ଗଣତନ୍ତ୍ରର ପରମ୍ପରାରେ ଆବଶ୍ୟକ ସ୍ଥଳେ ପ୍ରଶଂସା ଏବଂ ଆବଶ୍ୟକ ସ୍ଥଳେ କିଛି ନକାରାତ୍ମକ ମନ୍ତବ୍ୟ ସାମିଲ ଥାଏ, ଯାହା ସ୍ୱାଭାବିକ। ଚତୁର୍ଦ୍ଦଶ ଥର ପାଇଁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଉତ୍ତର ରଖିବାକୁ ସୁଯୋଗ ଦେଇଥିବାରୁ ସେ ଜନସାଧାରଣଙ୍କୁ କୃତଜ୍ଞତା ବ୍ୟକ୍ତ କରିଥିଲେ। ଏହି ଆଲୋଚନାରେ ଭାଗ ନେଇଥିବା ସମସ୍ତଙ୍କୁ ସେମାନଙ୍କର ବିଚାର ପାଇଁ ସେ ପ୍ରଶଂସା କରିଥିଲେ।

ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଭାରତ ମୋବିଲିଟି ଗ୍ଲୋବାଲ ଏକ୍ସପୋ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 17th, 11:00 am

ଗତଥର ଯେତେବେଳେ ମୁଁ ଆପଣମାନଙ୍କ ମଧ୍ୟକୁ ଆସିଥିଲି, ସେତେବେଳେ ଲୋକସଭା ନିର୍ବାଚନ ଆଉ ଦୂରରେ ନଥିଲା। ସେହି ସମୟରେ ମୁଁ ଆପଣମାନଙ୍କ ବିଶ୍ୱାସ ଯୋଗୁଁ କହିଥିଲି ଯେ ପରବର୍ତ୍ତୀ ସମୟରେ ମଧ୍ୟ ମୁଁ ନିଶ୍ଚିତ ଭାବେ ଇଣ୍ଡିଆ ମୋବିଲିଟି ଏକ୍ସପୋକୁ ଆସିବି । ଦେଶ ତୃତୀୟ ଥର ପାଇଁ ଆମକୁ ଆଶୀର୍ବାଦ ଦେଇଛି, ଆପଣମାନେ ପୁଣି ଥରେ ମୋତେ ଏଠାକୁ ଡାକିଛନ୍ତି, ମୁଁ ଆପଣ ସମସ୍ତଙ୍କୁ କୃତଜ୍ଞତା ଜଣାଉଛି ।

ଭାରତ ମୋବିଲିଟି ଗ୍ଲୋବାଲ ଏକ୍ସପୋ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 17th, 10:45 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଭାରତର ସର୍ବବୃହତ ମୋବିଲିଟି ଏକ୍ସପୋ ‘ଭାରତ ମୋବିଲିଟି ଗ୍ଲୋବାଲ ଏକ୍ସପୋ -୨୦୨୫’କୁ ଉଦଘାଟନ କରିଛନ୍ତି । ସଭାକୁ ସମ୍ବୋଧିତ କରି ସେ କ୍ରମାଗତଭାବେ ତୃତୀୟଥର ପାଇଁ ସରକାର ଗଠନ ଲାଗି ନିର୍ବାଚିତ ହୋଇଥିବାରୁ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଚଳିତ ବର୍ଷ ଜାତୀୟ ରାଜଧାନୀ ଅଞ୍ଚଳର ଆଉ ଦୁଇଟି ସ୍ଥାନକୁ ଏହି ପ୍ରଦର୍ଶନୀର କାୟା ବିସ୍ତାର ହୋଇଥିବା ଉଲ୍ଲେଖ କରି ସେ ଏହି ବର୍ଷର ମୋବିଲିଟି ଏକ୍ସପୋକୁ ବହୁତ ବଡ଼ ଆକାର ନେଇଥିବା କହିଛନ୍ତି। ଗତବର୍ଷ ଏହି ପ୍ରଦର୍ଶନୀରେ ୮୦୦ରୁ ଅଧିକ ପ୍ରଦର୍ଶକ ଏବଂ ଦେଢ଼ ଲକ୍ଷରୁ ଅଧିକ ଦର୍ଶକ ଆସିଥିଲେ। ଏଥର ଏଠାରେ ଦର୍ଶକଙ୍କ ସଂଖ୍ୟା ଆହୁରି ବଢ଼ିବ ବୋଲି ଆଶା କରାଯାଇଛି। ଚଳିତ ପ୍ରଦର୍ଶନୀ ସମୟରେ ଅର୍ଥାତ ଆସନ୍ତା ୫ ଦିନ ମଧ୍ୟରେ ଅନେକ ନୂଆ ଯାନ ଏଠାରେ ଉନ୍ମୋଚନ କରାଯିବ ଏବଂ ଏଥିରେ ବହୁ ପ୍ରତିନିଧି ଯୋଗ ଦେବେ ବୋଲି ଶ୍ରୀ ମୋଦୀ ଉଲ୍ଲେଖ କରିଛନ୍ତି। ଏହି ଅବିବୃଦ୍ଧି ଭାରତରେ ଯାତାୟାତ କ୍ଷେତ୍ରର ଭବିଷ୍ୟତ ସହ ଜଡ଼ିତ ବହୁତ ସକାରାତ୍ମକ ଦିଗକୁ ଦର୍ଶାଉଛି ବୋଲି ସେ ମତ ରଖିଛନ୍ତି। । କାର୍ଯ୍ୟକ୍ରମ ସ୍ଥଳରେ ପ୍ରଦର୍ଶନୀ ପରିଦର୍ଶନ ବିଷୟରେ ଉଲ୍ଲେଖ କରି ଶ୍ରୀ ମୋଦୀ କହିଥିଲେ ଯେ ଭାରତର ଅଟୋମୋବାଇଲ ଶିଳ୍ପ ଚମତ୍କାର ସୃଷ୍ଟି ସହ ଭବିଷ୍ୟତ ପାଇଁ ପ୍ରସ୍ତୁତ ରହିଛି। ସେ ଏହି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ବିକଶିତ ଭାରତ ଯୁବା ନେତା ଆଲୋଚନା ଆମ ଯୁବଶକ୍ତି, ସେମାନଙ୍କ ସ୍ୱପ୍ନ, ଦକ୍ଷତା ଏବଂ ଆକାଂକ୍ଷାରେ ଉତ୍ସାହ ଆଣିଛି: ପ୍ରଧାନମନ୍ତ୍ରୀ

January 10th, 07:24 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ବିକଶିତ ଭାରତ ଯୁବା ନେତା ଆଲୋଚନା ଆମ ଯୁବଶକ୍ତି, ସେମାନଙ୍କ ସ୍ୱପ୍ନ, ଦକ୍ଷତା ଏବଂ ଆକାଂକ୍ଷାରେ ଉତ୍ସାହ ଆଣିଛି । ଶ୍ରୀ ମୋଦୀ ଏହା ମଧ୍ୟ କହିଛନ୍ତି, ୨୦୨୫ ଜାନୁଆରୀ ୧୨ ତାରିଖରେ ଯୁବଶକ୍ତିଙ୍କ ସହ ଭାବ ବିନିମୟ କରିବାକୁ ସେ ଉତ୍ସାହର ସହ ଅପେକ୍ଷା କରି ରହିଛନ୍ତି ।

ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକଙ୍କ ୫୯ତମ ସର୍ବଭାରତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ

December 01st, 07:49 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୩୦ ନଭେମ୍ବରରୁ ୧ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ଭୁବନେଶ୍ୱରଠାରେ ପୁଲିସ ମହାନିର୍ଦ୍ଦେଶକ / ମହାନିରୀକ୍ଷକମାନଙ୍କର ୫୯ତମ ସର୍ବଭାରତୀୟ ସମ୍ମିଳନୀରେ ଯୋଗ ଦେଇଛନ୍ତି ।