Bharat Innovates is becoming a bridge between Indian talent and European capital: PM Modi in Nice, France
June 14th, 04:36 pm
PM Modi and French President Emmanuel Macron jointly inaugurated Bharat Innovates 2026 in Nice, France. Addressing a gathering, PM Modi highlighted India’s deep-tech revolution and the transformative potential of AI, satellite technology, advanced manufacturing and clean energy. He called for trusted, inclusive and human-centric innovation, while reaffirming India’s vision of becoming a global innovation hub.ଭାରତ ଇନୋଭେଟ୍ସ ୨୦୨୬’ରେ ଯୋଗଦେଲେ ପ୍ରଧାନମନ୍ତ୍ରୀ
June 14th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି ନାଇସ୍ ସହରସ୍ଥିତ ପାଲାଇସ୍ ଡେସ୍ ଏକ୍ସପୋଜିସନ୍ସରେ ମିଳିତ ଭାବରେ ଭାରତ ଇନୋଭେଟ୍ସ ୨୦୨୬ର ଉଦଘାଟନ କରିଛନ୍ତି। ଏହି ତିନି ଦିନିଆ କାର୍ଯ୍ୟକ୍ରମ ଭାରତର ଡିପ୍-ଟେକ୍ ଷ୍ଟାର୍ଟ-ଅପ୍ସ, ନବସୃଜନକାରୀ, ଗବେଷକ ଏବଂ ନିବେଶକମାନଙ୍କୁ ବିଶ୍ୱ ନବସୃଜନ ପାଣ୍ଠି ଏବଂ ଅନ୍ତର୍ଜାତୀୟ ସଂସ୍ଥାମାନଙ୍କ ସହ ଯୋଡ଼ିବାକୁ ଲକ୍ଷ୍ୟ ରଖିଛି। ଏହା ବିଶ୍ୱ ସ୍ତରରେ ଭାରତର ଅଗ୍ରଣୀ ଡିପ୍-ଟେକ୍ର ପ୍ରଦର୍ଶନ କରିଥାଏ ତଥା ୧୩ ଗୁରୁତ୍ବପୂର୍ଣ୍ଣ ପ୍ରଯୁକ୍ତି କ୍ଷେତ୍ରରେ ୧୨୦ ଉନ୍ନତ ଷ୍ଟାର୍ଟଅପ୍, ୨୦ରୁ ଅଧିକ ଉତ୍କର୍ଷ ପ୍ରତିଷ୍ଠାନର ଉପସ୍ଥାପିତ କରିଥାଏ। ବିଶ୍ୱର ୩୫୦ରୁ ଅଧିକ ଶ୍ରେଷ୍ଠ ନିବେଶକ ଏବଂ ଭେଞ୍ଚର କ୍ୟାପିଟାଲିଷ୍ଟ ମଧ୍ୟ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରୁଛନ୍ତି।ପ୍ରଧାନମନ୍ତ୍ରୀ ମୋଦୀ ଗ୍ରୀଷ୍ମ ଗରମକୁ ଦୂର କରିବା ପାଇଁ ଟିପ୍ସ ସେୟାର କରିଛନ୍ତି, ମନ କୀ ବାତରେ ନାଗରିକମାନଙ୍କୁ ହାଇଡ୍ରେଟ୍ ରହିବାକୁ ପରାମର୍ଶ ଦେଇଛନ୍ତି
May 31st, 11:30 am
‘ମନ୍ କି ବାତ୍’ରେ ପୁଣିଥରେ ଆପଣମାନଙ୍କ ସହ ଯୋଡ଼ିହୋଇ ମୋତେ ବହୁତ ଖୁସି ଲାଗୁଛି । ଦେଶର ଭିନ୍ନ ଭିନ୍ନ ଅଞ୍ଚଳରେ ଆମ ଦେଶର ଲୋକେ ଦେଶ ହିତ, ସମାଜର ହିତ ପାଇଁ ଏଭଳି ଚମତ୍କାର କରୁଛନ୍ତି ଯେ ସେମାନଙ୍କ ବିଷୟରେ ଶୁଣିଲେ ଆମକୁ ନୂତନ ପ୍ରେରଣା ମିଳୁଛି । ଆଜିର କାର୍ଯ୍ୟକ୍ରମର ଆରମ୍ଭ ମୁଁ ଆଥଲେଟିକ୍ସରେ ଦେଶର ଏଭଳି ଗୋଟିଏ ଉପଲବ୍ଧିରୁ କରୁଛି । କିଛିଦିନ ପୂର୍ବେ ଝାଡ଼ଖଣ୍ଡର ରାଞ୍ଚିରେ ଜାତୀୟ ସିନିୟର ଆଥଲେଟିକ୍ସ ଫେଡେରେସନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ସମଗ୍ର ଦେଶରୁ ଆସିଥିବା ପ୍ରାୟ ୮୦୦ ଖେଳାଳି ଅଂଶଗ୍ରହଣ କରିଥିଲେ । ଏଥିରେ ଚାରୋଟି ଭିନ୍ନ ଇଭେଣ୍ଟରେ ଚାରୋଟି ଜାତୀୟ ରେକର୍ଡ ଭଙ୍ଗ ହେଲା । ଗୁରିନ୍ଦରବୀର ସିଂ, ବିଶାଳ ଟିକେ, ତେଜସ୍ୱୀନ ଶଙ୍କର, ଦେବ୍ ମୀଣା ଏବଂ କୂଲଦୀପ କୁମାର । ଏହି ବନ୍ଧୁମାନେ ବିଭିନ୍ନ ଶ୍ରେଣୀରେ ନୂତନ ରେକର୍ଡ ସୃଷ୍ଟି କଲେ । ସର୍ବପ୍ରଥମେ ମୁଁ ଏମାନଙ୍କୁ ସମସ୍ତଙ୍କୁ ଅନେକ ଅନେକ ଅଭିନନ୍ଦନ ଜଣାଉଛି ।ନୂଆଦିଲ୍ଲୀରେ ଜ୍ଞାନ ଭାରତମ୍ ଉପରେ ଆୟୋଜିତ ଅନ୍ତର୍ଜାତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 12th, 04:54 pm
ଆଜି ବିଜ୍ଞାନ ଭବନ ଭାରତର ସୁବର୍ଣ୍ଣ ଅତୀତର ସାକ୍ଷୀ ଭାବରେ ଦଣ୍ଡାୟମାନ । କିଛି ଦିନ ପୂର୍ବରୁ ମୁଁ ଜ୍ଞାନ ଭାରତମ୍ ମିଶନର ଘୋଷଣା କରିଥିଲି। ଏବଂ ଆଜି ଏତେ କମ୍ ସମୟ ମଧ୍ୟରେ ଆମେ ଜ୍ଞାନ ଭାରତମ୍ ଅନ୍ତର୍ଜାତୀୟ ସମ୍ମିଳନୀର ଆୟୋଜନ କରୁଛୁ। ଏହା ସହିତ ଜଡ଼ିତ ପୋର୍ଟାଲର ମଧ୍ୟ ନିକଟରେ ଶୁଭାରମ୍ଭ କରାଯାଇଛି। ଏହା କୌଣସି ସରକାରୀ କିମ୍ବା ଶିକ୍ଷା ସମ୍ବନ୍ଧୀୟ କାର୍ଯ୍ୟକ୍ରମ ନୁହେଁ; ଜ୍ଞାନ ଭାରତମ୍ ମିଶନ ଭାରତର ସଂସ୍କୃତି, ସାହିତ୍ୟ ଏବଂ ଚେତନାର ଏକ ଗୁରୁତ୍ଵ ବହନ କରୁଛି । ହଜାର ହଜାର ପିଢ଼ିର ଚିନ୍ତାଧାରା, ଭାରତର ବିଶିଷ୍ଟ ଋଷି , ବିଦ୍ୱାନମାନଙ୍କ ଜ୍ଞାନ ଏବଂ ଗବେଷଣା, ଆମର ପାରମ୍ପରିକ ଜ୍ଞାନ ପରମ୍ପରା, ଆମର ବୈଜ୍ଞାନିକ ଐତିହ୍ୟ, ଆମେ ଜ୍ଞାନ ଭାରତମ୍ ମିଶନ ମାଧ୍ୟମରେ ସେଗୁଡ଼ିକୁ ଡିଜିଟାଇଜେସନ୍ କରିବାକୁ ଯାଉଛୁ। ଏହି ମିଶନ ପାଇଁ ମୁଁ ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି। ମୁଁ ଜ୍ଞାନ ଭାରତମ୍ ର ସମଗ୍ର ଦଳକୁ ଏବଂ ସଂସ୍କୃତି ମନ୍ତ୍ରଣାଳୟକୁ ମଧ୍ୟ ଶୁଭେଚ୍ଛା ଜଣାଉଛି।‘ଜ୍ଞାନ ଭାରତମ୍’ ଅନ୍ତର୍ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 12th, 04:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ, ଜ୍ଞାନ ଭାରତମ୍ ଉପରେ ଆୟୋଜିତ ଅନ୍ତର୍ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ବିଜ୍ଞାନ ଭବନ ଆଜି ଭାରତର ସୁବର୍ଣ୍ଣ ଅତୀତର ପୁନରୁତ୍ଥାନର ସାକ୍ଷୀ ହେଉଛି। ସେ ଉଲ୍ଲେଖ କରିଥିଲେ ଯେ ମାତ୍ର କିଛି ଦିନ ପୂର୍ବରୁ ସେ ଜ୍ଞାନ ଭାରତମ୍ ମିଶନ ଘୋଷଣା କରିଥିଲେ ଏବଂ ଏତେ କମ୍ ସମୟ ମଧ୍ୟରେ ଜ୍ଞାନ ଭାରତମ୍ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜନ କରାଯାଇଥିଲା। ଶ୍ରୀ ମୋଦୀ ସୂଚନା ଦେଇଥିଲେ ଯେ, ଏହି ମିଶନ ସହିତ ଜଡ଼ିତ ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରାଯାଇଛି। ଏହା ଏକ ସରକାରୀ କିମ୍ବା ଏକାଡେମିକ୍ କାର୍ଯ୍ୟକ୍ରମ ନୁହେଁ ଦର୍ଶାଇ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଜ୍ଞାନ ଭାରତମ୍ ମିଶନ ଭାରତର ସଂସ୍କୃତି, ସାହିତ୍ୟ ଏବଂ ଚେତନାର ଏକ ଘୋଷଣାରେ ପରିଣତ ହେବାକୁ ଯାଉଛି। ସେ ହଜାର ହଜାର ପିଢ଼ିର ଚିନ୍ତନଶୀଳ ପରମ୍ପରା ଉପରେ ଆଲୋକପାତ କରିଥିଲେ। ଭାରତର ଜ୍ଞାନ, ପରମ୍ପରା ଏବଂ ବୈଜ୍ଞାନିକ ଐତିହ୍ୟକୁ ରେଖାଙ୍କିତ କରି ସେ ଭାରତର ମହାନ ଋଷି, ଆଚାର୍ଯ୍ୟ ଏବଂ ବିଦ୍ୱାନମାନଙ୍କ ଜ୍ଞାନ ଏବଂ ଅନୁସନ୍ଧାନକୁ ସ୍ୱୀକାର କରିଥିଲେ। ଶ୍ରୀ ମୋଦୀ କହିଥିଲେ ଯେ ଜ୍ଞାନ ଭାରତମ୍ ମିଶନ ଜରିଆରେ ଏହି ଐତିହ୍ୟଗୁଡ଼ିକର ଡିଜିଟାଇଜେସନ୍ କରାଯାଉଛି। ଏହି ଅଭିଯାନ ପାଇଁ ସେ ସମସ୍ତ ନାଗରିକଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ସମଗ୍ର ଜ୍ଞାନ ଭାରତମ୍ ଦଳ ତଥା ସଂସ୍କୃତି ମନ୍ତ୍ରଣାଳୟକୁ ଶୁଭେଚ୍ଛା ଜଣାଇଥିଲେ।In India, Tradition meets innovation, Spirituality meets science, and curiosity meets creativity: PM Modi
August 12th, 04:34 pm
Addressing the 18th International Olympiad on Astronomy and Astrophysics, PM Modi affirmed that India is deeply committed to nurturing scientific curiosity and empowering young minds. The PM highlighted the ‘One Nation One Subscription’ scheme that provides access to reputed international journals to students and researchers. He encouraged participants to align their efforts with the goal of benefiting humanity.ଅଷ୍ଟାଦଶ ଅନ୍ତର୍ଜାତୀୟ ଜ୍ୟୋତିର୍ବିଜ୍ଞାନ ଏବଂ ନଭୋବିଦ୍ୟା ବିଜ୍ଞାନ ଅଲମ୍ପିଆଡକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 12th, 04:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଅଷ୍ଟାଦଶ ଅନ୍ତର୍ଜାତୀୟ ଜ୍ୟୋତିର୍ବିଜ୍ଞାନ ଏବଂ ନଭୋବିଦ୍ୟା ବିଜ୍ଞାନ (ଆଷ୍ଟ୍ରୋନୋମି ଏବଂ ଆଷ୍ଟ୍ରୋଫିଜିକ୍ସ) ଅଲମ୍ପିଆଡକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ, ପ୍ରଧାନମନ୍ତ୍ରୀ ୬୪ଟି ଦେଶର ୩୦୦ ରୁ ଅଧିକ ଅଂଶଗ୍ରହଣକାରୀଙ୍କ ସହ ଯୋଡି ହୋଇଥିବାରୁ ଆନନ୍ଦ ପ୍ରକାଶ କରିଛନ୍ତି । ସେ ଅନ୍ତର୍ଜାତୀୟ ଅଲମ୍ପିଆଡ ପାଇଁ ସେମାନଙ୍କୁ ଭାରତରେ ସ୍ୱାଗତ କରିଛନ୍ତି । ସେ କହିଛନ୍ତି, ଭାରତରେ, ପରମ୍ପରା ନବସୃଜନ ସହିତ, ଆଧ୍ୟାତ୍ମିକତା ବିଜ୍ଞାନ ସହିତ ଏବଂ କୌତୁହଳ ସୃଜନଶୀଳତା ସହିତ ମିଶିଛି । ଶହ ଶହ ବର୍ଷ ଧରି, ଭାରତୀୟମାନେ ଆକାଶକୁ ଅବଲୋକନ କରି ବଡ଼ ବଡ ପ୍ରଶ୍ନ ପଚାରି ଆସୁଛନ୍ତି ବୋଲି ଶ୍ରୀ ମୋଦୀ ସୂଚନା ଦେଇଥିଲେ। ପ୍ରଧାନମନ୍ତ୍ରୀ ଆର୍ଯ୍ୟଭଟ୍ଟଙ୍କ ଉଦାହରଣ ଦେଇଥିଲେ , ଯିଏକି ପଞ୍ଚମ ଶତାବ୍ଦୀରେ ଶୂନ (୦)ର ଉଦ୍ଭାବନ କରିଥିଲେ। ପୃଥିବୀ ନିଜ ଅକ୍ଷ ଚାରି ପାଖରେ ଘୂରେ ବୋଲି ସେ ପ୍ରଥମେ କହିଥିଲେ। ‘‘କହିବାକୁ ଗଲେ, ସେ ଶୂନ୍ୟରୁ ଆରମ୍ଭ କରିଥିଲେ ଏବଂ ଇତିହାସ ସୃଷ୍ଟି କରିଥିଲେ!’’ ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ।