ପ୍ରଧାନମନ୍ତ୍ରୀ ମେ ୩୧ରେ ମଧ୍ୟପ୍ରଦେଶ ଗସ୍ତ କରିବେ

May 30th, 11:15 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକମାତା ଦେବୀ ଅହିଲ୍ୟା ବାଇ ହୋଲକରଙ୍କ ୩୦୦ତମ ଜୟନ୍ତୀ ଅବସରରେ ମେ ୩୧ ତାରିଖରେ ମଧ୍ୟପ୍ରଦେଶ ଗସ୍ତ କରିବେ । ସେ ପୂର୍ବାହ୍ନ ପ୍ରାୟ ୧୧ଟା ୧୫ ମିନିଟରେ ଭୋପାଳରେ ଲୋକମାତା ଦେବୀ ଅହିଲ୍ୟାବାଇ ମହିଳା ସଶକ୍ତୀକରଣ ମହାସମ୍ମିଳନୀରେ ଭାଗ ନେବେ । ପ୍ରଧାନମନ୍ତ୍ରୀ ଭୋପାଳରେ ଅନେକ ଉନ୍ନୟନମୂକଳ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ ଏବଂ ଏକ ସମାରୋହରେ ଜନସାଧାରଣଙ୍କୁ ସମ୍ବୋଧିତ କରିବେ ।