ଅଷ୍ଟ୍ରେଲିଆରେ ଆତଙ୍କବାଦୀ ଆକ୍ରମଣକୁ ପ୍ରଧାନମନ୍ତ୍ରୀଙ୍କ ନିନ୍ଦା

December 14th, 05:23 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅଷ୍ଟ୍ରେଲିଆର ବୋଣ୍ଡି ବିଚ୍‌ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣର କଡା ନିନ୍ଦା କରିଛନ୍ତି । ଏହି ଆକ୍ରମଣରେ ଯିହୂଦୀ ପର୍ବ ହନୁକ୍କାର ପ୍ରଥମ ଦିନ ପାଳନ କରୁଥିବା ଲୋକମାନଙ୍କୁ ଟାର୍ଗେଟ କରାଯାଇଥିଲା ।

ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଆନ୍ଥୋନି ଆଲବାନିଜ ଓ ଜୋଡି ହେଡେନଙ୍କ ବିବାହ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

November 29th, 09:05 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାଙ୍କର ଘନିଷ୍ଠ ବନ୍ଧୁ ତଥା ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଆନ୍ଥୋନି ଆଲବାନିଜ ଓ ଜୋଡି ହେଡେନଙ୍କୁ ସେମାନଙ୍କ ବିବାହ ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ।

Joint statement by the Government of India, the Government of Australia and the Government of Canada

November 22nd, 09:21 pm

India, Australia, and Canada have agreed to enter into a new trilateral partnership: the Australia-Canada-India Technology and Innovation (ACITI) Partnership. The three sides agreed to strengthen their ambition in cooperation on critical and emerging technologies. The Partnership will also examine the development and mass adoption of artificial intelligence to improve citizens' lives.

ଜି୨୦ ନେତାମାନଙ୍କ ଶିଖର ସମ୍ମିଳନୀରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

November 21st, 10:43 pm

ପ୍ରଧାନମନ୍ତ୍ରୀ ଶୀ ନରେନ୍ଦ୍ର ମୋଦୀ ଏବଂ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଶ୍ରୀ ଆନ୍ଥୋନୀ ଆଲବାନିଜ ଆଜି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଜି୨୦ ନେତାଙ୍କ ଶିଖର ସମ୍ମିଳନୀ ଅବସରରେ ସାକ୍ଷାତ କରିଛନ୍ତି । ୨୦୨୦ରେ ସମ୍ପର୍କକୁ ବ୍ୟାପକ ରଣନୈତିକ ସହଭାଗୀତା ସ୍ତରରେ ପହଞ୍ଚାଇବା ପରେ, ଗତ ପାଞ୍ଚ ବର୍ଷ ମଧ୍ୟରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସହଯୋଗର ଗଭୀରତା ଏବଂ ବିବିଧତା ଉପରେ ଉଭୟ ନେତା ସନ୍ତୋଷ ପ୍ରକାଶ କରିଛନ୍ତି । ସମ୍ପ୍ରତି ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣା ପ୍ରତି ସମବେଦନା ପ୍ରକାଶ କରିବା ସହ ପ୍ରଧାନମନ୍ତ୍ରୀ ଆଲବାନିଜ ଭାରତ ପ୍ରତି ତାଙ୍କର ଏକତା ଭାବନା ପ୍ରକାଶ କରିଛନ୍ତି । ଦୁଇ ନେତା ଆତଙ୍କବାଦ ବିରୁଦ୍ଧରେ ବିଶ୍ୱସ୍ତରୀୟ ଲଢ଼େଇକୁ ଅଧିକ ସଶକ୍ତ କରିବା ପାଇଁ ନିଜର ପ୍ରତିବଦ୍ଧା ଦୋହରାଇଥିଲେ ।

‘ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ୨୦୨୫’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ପ୍ରଧାନମନ୍ତ୍ରୀ

September 24th, 06:33 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୨୫ ତାରିଖ ସନ୍ଧ୍ୟା ପ୍ରାୟ ୬ଟା ୧୫ ମିନିଟରେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ‘ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ୨୦୨୫’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।

ଜି୭ ବୈଠକରେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 18th, 02:49 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ଜୁନ୍ ୨୦୨୫ରେ କାନାଡାର କାନାନାସ୍କିସ୍‌ଠାରେ ୫୧ତମ ଜି୭ ଶିଖର ସମ୍ମିଳନୀ ଅବସରରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଶ୍ରୀ ଆଣ୍ଟୋନି ଆଲବାନିଜ୍‌ଙ୍କୁ ଭେଟିଥିଲେ ।

Today, when one sees India, then they can be rest assured that Democracy can deliver: PM at ABP Network India@2047 Summit

May 06th, 08:04 pm

PM Modi, at the ABP News India@2047 Summit in Bharat Mandapam, hailed India's bold strides towards becoming a developed nation. Applauding the inspiring journeys of Drone Didis and Lakhpati Didis, he spotlighted key reforms, global trade pacts, and the transformative impact of DBT—underscoring his government's unwavering commitment to Nation First.

Prime Minister Shri Narendra Modi addresses ABP Network India@2047 Summit

May 06th, 08:00 pm

PM Modi, at the ABP News India@2047 Summit in Bharat Mandapam, hailed India's bold strides towards becoming a developed nation. Applauding the inspiring journeys of Drone Didis and Lakhpati Didis, he spotlighted key reforms, global trade pacts, and the transformative impact of DBT—underscoring his government's unwavering commitment to Nation First.

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିଜଙ୍କୁ ତାଙ୍କର ଐତିହାସିକ ଦ୍ୱିତୀୟ କାର୍ଯ୍ୟକାଳ ପାଇଁ ଅଭିନନ୍ଦନ ଜଣାଇଛନ୍ତି

May 06th, 02:41 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଥୋନି ଆଲବାନିଜଙ୍କ ସହ ଟେଲିଫୋନରେ ବାର୍ତ୍ତାଳାପ କଲେ ଏବଂ ଅଷ୍ଟ୍ରେଲିଆର ୩୨ତମ ପ୍ରଧାନମନ୍ତ୍ରୀ ଭାବେ ତାଙ୍କର ଐତିହାସିକ ପୁନଃନିର୍ବାଚନ ବିଜୟ ପାଇଁ ଅଭିନନ୍ଦନ ଜଣାଇଲେ ।

ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବାରୁ ଶ୍ରୀ ଅନ୍ଥୋନି ଆଲବାନିଜଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

May 03rd, 06:57 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବାରୁ ଶ୍ରୀ ଆନ୍ଥୋନି ଆଲବାନିଜଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

When growth is driven by aspirations, it becomes inclusive and sustainable: PM Modi at Rising Bharat Summit

April 08th, 08:30 pm

PM Modi addressed the News18 Rising Bharat Summit. He remarked on the dreams, determination, and passion of the youth to develop India. The PM highlighted key initiatives, including zero tax on income up to ₹12 lakh, 10,000 new medical seats and 6,500 new IIT seats, 50,000 new Atal Tinkering Labs and over 52 crore Mudra Yojana loans. The PM congratulated the Parliament for enacting Waqf law.

ନ୍ୟୁଜ ୧୮ ରାଇଜିଂ ଭାରତ ସମିଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ

April 08th, 08:15 pm

ମଙ୍ଗଳବାର ଦିନ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ନ୍ୟୁଜ ୧୮ ରାଇଜିଂ ଭାରତ ସମିଟରେ ପ୍ରଧାନମନ୍ତ୍ରୀ ଉଦବୋଧନ ଦେଇଛନ୍ତି । ଭାରତ ତଥା ସାରା ବିଶ୍ୱର ଅନେକ ନେତାଙ୍କ ସହ ଭାବ ବିନିମୟ କରିବାର ସୁଯୋଗ ଦେଇଥିବାରୁ ନ୍ୟୁଜ ୧୮ ନେଟବାର୍କକୁ ପ୍ରଧାନମନ୍ତ୍ରୀ କୃତଜ୍ଞତା ଜ୍ଞାପନ କରିଥିଲେ । ଭାରତର ଯୁବବର୍ଗଙ୍କ ଆକାଂକ୍ଷାକୁ ଫୋକସ କରିଥିବାରୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ । ଚଳିତ ବର୍ଷ ପ୍ରାରମ୍ଭରେ ଭାରତ ମଣ୍ଡପମରେ ବିବେକାନନ୍ଦ ଜୟନ୍ତୀ ପାଳନ ଅବସରରେ ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ କଥା ମନେ ପକାଇ ଭାରତବର୍ଷକୁ ଏକ ବିକଶିତ ଦେଶରେ ପରିଣତ କରିବା ପାଇଁ ଯୁବକମାନଙ୍କର ରହିଥିବା ସ୍ୱପ୍ନ ଓ ଆକାଂକ୍ଷା ପ୍ରଧାନମନ୍ତ୍ରୀ କହିଥିଲେ । ୨୦୪୭ ସୁଦ୍ଧା ବିକଶିତ ଭାରତ ନିର୍ମାଣ ଲକ୍ଷ୍ୟରେ ସବୁସ୍ତରରେ ଅନ୍ତର୍ଦୃଷ୍ଟିର ଆବଶ୍ୟକତା ରହିଥିବା ସେ କହିଥିଲେ । ତେବେ ଅମୃତ କାଳ ସୃଷ୍ଟି କରିବା ପାଇଁ ଏହି ଅନ୍ତର୍ଦୃଷ୍ଟିର ଆବଶ୍ୟକତା ରହିଥିବା ପ୍ରଧାନମନ୍ତ୍ରୀ ଦୋହରାଇ ଥିଲେ ।

Prime Minister meets former PM of Australia

March 01st, 02:33 pm

PM Modi met former Australian PM Tony Abbott at the NXT Conclave in New Delhi. Sharing the moment on X, he wrote, Delighted to meet my good friend and former Australian PM, Mr. Tony Abbott. He has always been a friend of India’s. We have all seen him enjoy millets during his current visit

ଭାରତ ଉପରେ ଚଳିତ ସପ୍ତାହରେ ବିଶ୍ୱ

February 06th, 01:03 pm

ଏହି ସପ୍ତାହରେ ଭାରତ ନିଜର ବୈଶ୍ବିକ ଭାଗିଦାରୀକୁ ସୁଦୃଢ଼ କରିବା, ବୈଷୟିକ ଏବଂ ମହାକାଶ ଅନୁସନ୍ଧାନକୁ ଆଗକୁ ବଢ଼ାଇବା ଏବଂ ବିଶ୍ୱ ସଂରକ୍ଷଣ ଏବଂ ସ୍ୱାସ୍ଥ୍ୟ ସେବା ପ୍ରୟାସରେ ଯୋଗଦାନ କରିବା ରେ ଉଲ୍ଲେଖନୀୟ ଅଗ୍ରଗତି କରିଛି । ଇସ୍ରାଏଲ ସହ ସମ୍ପର୍କ କୁ ସୁଦୃଢ଼ କରିବାଠାରୁ ଆରମ୍ଭ କରି ନୂତନ ଉପଗ୍ରହ କାର୍ଯ୍ୟକ୍ରମ ଆରମ୍ଭ କରିବା ଏବଂ ବିଦେଶରେ ଭାରତୀୟ ପ୍ରତିଭାଙ୍କ ଉପଲବ୍ଧିକୁ ସ୍ୱୀକୃତି ଦେବା ପର୍ଯ୍ୟନ୍ତ ଭାରତ ଅନ୍ତର୍ଜାତୀୟ ବ୍ୟାପାରରେ ନିଜର ବଢୁଥିବା ଭୂମିକାକୁ ଦୃଢ଼ତାର ସହ ବଜାୟ ରଖିଛି । ଭବିଷ୍ୟତ ସହଯୋଗ ପାଇଁ ୟୁରୋପ ଭାରତକୁ ଏକ ପ୍ରମୁଖ ସୁଯୋଗ ଭାବରେ ଦେଖୁଛି । ଆସନ୍ତୁ ଜାଣିବା ଏହି ସପ୍ତାହର କିଛି ପ୍ରମୁଖ ହାଇଲାଇଟ୍ ଉପରେ ।

ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି ଏବଂ ଆଇଏନଏସ ବାଘଶୀର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 15th, 11:08 am

ଜାନୁଆରୀ ୧୫ ତାରିଖକୁ ସେନା ଦିବସ ଭାବେ ମଧ୍ୟ ପାଳନ କରାଯାଏ । ଦେଶର ସୁରକ୍ଷା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ପ୍ରତ୍ୟେକ ବୀର ବ୍ୟକ୍ତିଙ୍କୁ ମୁଁ ନମସ୍କାର କରୁଛି, ଆଜିର ଦିନରେ ମାତାଙ୍କ ସୁରକ୍ଷାରେ ନିୟୋଜିତ ପ୍ରତ୍ୟେକ ବୀର ବ୍ୟକ୍ତିଙ୍କୁ ମୁଁ ଅଭିନନ୍ଦନ ଜଣାଉଛି ।

ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି, ଆଇଏନଏସ ବାଘଶୀରକୁ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ ମୋଦୀ

January 15th, 10:30 am

ବୁଧବାର ଦିନ ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି ଓ ଆଇଏନଏସ ବାଘଶୀର ଯୁଦ୍ଧପୋତକୁ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୁମ୍ବାଇର ନାଭାଲ ଡକୟାର୍ଡରେ ଏହି ଯୁଦ୍ଧପୋତ ସବୁ କାର୍ଯ୍ୟ।ରମ୍ଭ କରିଛନ୍ତି । ସମବେତ ଜନତାକୁ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ୧୫ ଜାନୁୟାରୀକୁ ସାରା ଦେଶ ସେନା ଦିବସ ଭାବେ ପାଳନ କରୁଛି । ଦେଶ ପାଇଁ ପ୍ରାଣବଳି ଦେଇଥିବା ସମସ୍ତ ବୀର ସୈନିକଙ୍କୁ ସେ ଏହି ଅବସରରେ ସାଲ୍ୟୁଟ କରିଛନ୍ତି ।

ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀଙ୍କ ଭାରତୀୟ ତଥା ପ୍ରଧାନମନ୍ତ୍ରୀଙ୍କ ଏକାଦଶ କ୍ରିକେଟ୍ ଦଳ ସହ ସାକ୍ଷାତକୁ ନେଇ ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ

November 28th, 07:33 pm

ଆଜି ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଅଲ୍‌ବାନିସ୍‌ଙ୍କର ଭାରତୀୟ ତଥା ପ୍ରଧାନମନ୍ତ୍ରୀଙ୍କ ଏକାଦଶ କ୍ରିକେଟ୍ ଦଳ ସହ ସାକ୍ଷାତକୁ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଖୁସି ବ୍ୟକ୍ତ କରିଛନ୍ତି । ଅଷ୍ଟ୍ରେଲିଆରେ ଚାଲିଥିବା ଟେଷ୍ଟ ମ୍ୟାଚ୍ ସିରିଜ୍‌ରେ ଉତ୍ସାହଜନକ ଆରମ୍ଭ ପାଇଁ ଶ୍ରୀ ମୋଦୀ ଭାରତୀୟ କ୍ରିକେଟ ଖେଳାଳୀମାନଙ୍କୁ ମଧ୍ୟ ପ୍ରଶଂସା କରିଛନ୍ତି ।

ଦ୍ୱିତୀୟ ଭାରତ-ଅଷ୍ଟ୍ରେଲିଆ ବାର୍ଷିକ ଶିଖର ସମ୍ମିଳନୀ

November 20th, 08:38 pm

ରିଓ ଡି ଜେନେରୋରେ ନଭେମ୍ବର ୧୯ ତାରିଖରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଜ୍ ଦ୍ୱିତୀୟ ଭାରତ-ଅଷ୍ଟ୍ରେଲିଆ ବାର୍ଷିକ ଶିଖର ସମ୍ମିଳନୀ କରିଛନ୍ତି । ୨୦୨୩ ମାର୍ଚ୍ଚ ୧୦ରେ ପ୍ରଧାନମନ୍ତ୍ରୀ ଆଲବାନିଜଙ୍କ ଭାରତ ଗସ୍ତ ଅବସରରେ ନୂଆଦିଲ୍ଲୀ ଠାରେ ପ୍ରଥମ ବାର୍ଷିକ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା ।

ତଥ୍ୟ ପତ୍ର:୨୦୨୪ କ୍ୱାଡ ନେତୃବୃନ୍ଦଙ୍କ ସମ୍ମିଳନୀ

September 22nd, 12:06 pm

୨୧ ସେପ୍ଟେମ୍ବର ୨୦୨୪ରେ ରାଷ୍ଟ୍ରପତି ଯୋଶେଫ ଆର.ବାଇଡେନଙ୍କ ଅଧ୍ୟକ୍ଷତାରେ ୱିଲମନ୍ଟନ୍‌, ଡେଲୱେୟାରଠାରେ ଅନୁଷ୍ଠିତ ଚତୁର୍ଥ କ୍ୱାଡ ନେତୃବୃନ୍ଦଙ୍କ ଶିଖର ସମ୍ମିଳନୀରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିଜ, ଜାପାନର ପ୍ରଧାନମନ୍ତ୍ରୀ କିସିଦା ଫୁମିଓ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଥିଲେ ।

ତଥ୍ୟ ପତ୍ର : ହିନ୍ଦ-ପ୍ରଶାନ୍ତ କ୍ଷେତ୍ରରେ କର୍କଟର ଭାର କମାଇବା ପାଇଁ କ୍ୱାଡ ଦେଶମାନେ କର୍କଟ ମୁନ୍‌ଶଟ୍ ପଦକ୍ଷେପ ଆରମ୍ଭ କଲେ

September 22nd, 12:03 pm

ଆଜି ଆମେରିକା, ଅଷ୍ଟ୍ରେଲିଆ, ଭାରତ ଓ ଜାପାନ କର୍କଟ ରୋଗ ବିଲୋପ କରିବାରେ ସାହାଯ୍ୟ କରିବା ପାଇଁ ଏକ ଅଭିନବ ଉଦ୍ୟମ ଆରମ୍ଭ କରିଛନ୍ତି, ଯେମିତିକି ଆମେ ଇଣ୍ଡୋ-ପାସିଫିକ୍ (ହିନ୍ଦ-ପ୍ରଶାନ୍ତ କ୍ଷେତ୍ର)ରେ ଜାଣିଛୁ, ଆରମ୍ଭ ଗର୍ଭାଶୟ କର୍କଟରୁ ହୋଇଛି, ଏହା ଏକ ପ୍ରମୁଖ ପ୍ରତିରୋଧକାରୀ ରୋଗ ଯାହା ଏହି କ୍ଷେତ୍ରରେ ଏକ ପ୍ରମୁଖ ସ୍ୱାସ୍ଥ୍ୟ ସଂକଟ ଭାବେ ବଳବତ୍ତର ରହିଛି ଏବଂ ଅନ୍ୟାନ୍ୟ ପ୍ରକାରର କର୍କଟ ରୋଗର ସମାଧାନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବା। ଏହି ପଦକ୍ଷେପ କ୍ୱାଡ ଲିଡର୍ ସମ୍ମିଳନୀରେ କରାଯାଇଥିବା ବ୍ୟାପକ ଘୋଷଣାର ଏକ ଅଂଶ।