ଭାରତୀୟ ପାଣିପାଗ ବିଭାଗ ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 14th, 10:45 am
କେନ୍ଦ୍ର ମନ୍ତ୍ରୀ ପରିଷଦରେ ମୋର ସହଯୋଗୀ ଡକ୍ଟର ଜିତେନ୍ଦ୍ର ସିଂହ ଜୀ, ଡବ୍ଲୁଏମଓ ର ମହାସଚିବ ପ୍ରଫେସର ସେଲେସ୍ତେ ସାଓଲୋ ଜୀ, ବିଦେଶରୁ ଆସିଥିବା ଆମର ଅତିଥିବୃନ୍ଦ, ଆର୍ଥ ସାଇନ୍ସ ମନ୍ତ୍ରଣାଳୟର ସଚିବ ଡକ୍ଟର ଏମ୍ ରବିଚନ୍ଦ୍ରନ୍ ଜୀ, ଆଇଏମଡିର ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ଜୀ, ଅନ୍ୟ ମହାନୁଭବ, ସମସ୍ତ ବୈଜ୍ଞାନିକ ଓ ବିଭିନ୍ନ ବିଭାଗ ଏବଂ ସଂସ୍ଥାନର ଅଧିକାରୀ, ସଜ୍ଜନ ମଣ୍ଡଳୀ …ଭାରତୀୟ ପାଣିପାଗ ବିଭାଗର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 14th, 10:30 am
ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଂଶଗ୍ରହଣ କରିଛନ୍ତି । ଉତ୍ସବରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ସମ୍ପୃକ୍ତ ବିଭାଗର ଦେଢ ଶହତମ ଯାତ୍ରା କେବଳ ବିଭାଗର ସଫଳ ଯାତ୍ରାକୁ ବଖାଣୁନାହିଁ ବରଂ ଏହା ଭାରତୀୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ସଫଳ ଗାଥା ପ୍ରକାଶ କରୁଛି । ଏତେ ଦିନ ଭିତରେ ଆଇଏମଡି ଲକ୍ଷ ଲକ୍ଷ ଭାରତୀୟଙ୍କ ସେବା କରିଆସିଛି ଓ ଏହା ବିଜ୍ଞାନର ଅଗ୍ରଗତିର ଏକ ପ୍ରତୀକ । ଆଇଏମଡିର ସଫଳତା ପାଇଁ ଏହି ଅବସରରେ ଏକ କଏନ ଓ ପୋଷ୍ଟାଲ ଷ୍ଟାମ୍ପ ଉନ୍ମୋଚିତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି । ୨୦୪୭ରେ ଭାରତର ଶହେତମ ବର୍ଷ ପୂର୍ତି ଉପଲକ୍ଷେ ଆଇଏମଡିର ଭବିଷ୍ୟତ ରୂପରେଖ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ । ଏହି ଅବସରରେ ସାରା ଦେଶର ନାଗରିକଙ୍କୁ ପ୍ରଧାନମନ୍ତ୍ରୀ ଅଭିବାଦନ ଜଣାଇଥିଲେ ।ପ୍ରଚଳିତ କେନ୍ଦ୍ରୀୟ କ୍ଷେତ୍ର ଯୋଜନା ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମଏଫବିୱାଇ) ଏବଂ ପୁନର୍ଗଠିତ ପାଣିପାଗ ଆଧାରିତ ଫସଲ ବୀମା ଯୋଜନା (ଆରଡବ୍ଲୁବିସିଆଇଏସ)ର କାର୍ଯ୍ୟକାରିତା ପାଇଁ ଏଥିରେ ବୈଶିଷ୍ଟ୍ୟ/ବ୍ୟବସ୍ଥାର ପରିବର୍ତ୍ତନ/ସଂଯୋଗକୁ କ୍ୟାବିନେଟ ମଞ୍ଜୁରି
January 01st, 03:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଏବଂ ପୁନର୍ଗଠିତ ପାଣିପାଗ ଆଧାରିତ ଫସଲ ବୀମା ଯୋଜନାକୁ ୨୦୨୧-୨୨ ଠାରୁ ୨୦୨୫-୨୬ ପର୍ଯ୍ୟନ୍ତ ଜାରି ରଖିବାକୁ ମଞ୍ଜୁର କରିଛି । ଏହି ନିଷ୍ପତ୍ତି ୨୦୨୫-୨୬ ପର୍ଯ୍ୟନ୍ତ ସାରା ଦେଶର କୃଷକମାନଙ୍କ ପାଇଁ ଅଣ-ପ୍ରତିରୋଧଯୋଗ୍ୟ ପ୍ରାକୃତିକ ବିପର୍ଯ୍ୟୟରୁ ଫସଲ ପ୍ରତି ସୃଷ୍ଟି ହେଉଥିବା ବିପଦ ବିରୋଧରେ ବୀମା ଯୋଗାଇବାରେ ସାହାଯ୍ୟ କରିବ।