Prime Minister pays homage to Bankim Chandra Chattopadhyay on His Jayanti
June 26th, 12:50 pm
The Prime Minister, Shri Narendra Modi, today, paid tributes to the great Bankim Chandra Chattopadhyay on his Jayanti, remembering him as a towering literary luminary whose writings ignited the spirit of patriotism and cultural pride among generations of Indians.ବନ୍ଦେ ମାତରମର ଦେଢ ଶହ ବର୍ଷ ପୂର୍ତି ଉପଲକ୍ଷେ ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 08th, 12:30 pm
ମୁଁ ଆପଣଙ୍କୁ ଓ ଗୃହର ସବୁ ମାନନୀୟ ସଦସ୍ୟଙ୍କୁ ଏହି ଅବସରରେ ଏକ ସାମୂହିକ ଚର୍ଚ୍ଚାର ମାହୋଲ ସୃଷ୍ଟି କରିଥିବାରୁ ହୃଦୟରୁ ଧନ୍ୟବାଦ ଜଣାଉଛି । ଯେଉଁ ମନ୍ତ୍ର ଓ ଯେଉଁ ଜୟଘୋଷ ଦେଶର ସ୍ୱାଧୀନତା ଆନ୍ଦୋଳନକୁ ଊର୍ଜ୍ଜା ଓ ପ୍ରେରଣା ଦେଇଥିଲା, ତ୍ୟାଗ ଓ ତପସ୍ୟାର ମାର୍ଗ ଦେଖାଇଥିଲା, ସେହି ବନ୍ଦେ ମାତରମର ପୁଣ୍ୟ ସ୍ମରଣ କରିବା, ଏହି ପବିତ୍ର ଗୃହରେ ଆମ ସମସ୍ତଙ୍କ ଲାଗି ବହୁତ ବଡ ସୌଭାଗ୍ୟ । ଆଉ ଆମ ସମସ୍ତଙ୍କ ଲାଗି ଗର୍ବର କଥା ଯେ, ବନ୍ଦେ ମାତରମର ଦେଢ ଶହ ବର୍ଷ ନିମିତ ଏହି ଐତିହାସିକ ଅବସରରେ ଆମେ ସାକ୍ଷୀ ପ୍ରସ୍ତୁତ କରୁଛୁ । ଏହା ଏପରି ଏକ କାଳଖଣ୍ଡ ଯାହା ଆମ ଇତିହାସର ଅଗଣିତ ଘଟଣାବଳୀକୁ ଆଗକୁ ନେଇ ଆସୁଛି । ଏହି ଚର୍ଚ୍ଚା ସଂସଦର ପ୍ରତିବଦ୍ଧତାକୁ ପ୍ରକଟ କରୁଛି । ଯଦି ଆମେ ମିଳିମିଶି ଏହାର ସଦୁପଯୋଗ କରନ୍ତି ତେବେ ଆସୁଥିବା ପିଢି ଲାଗି, ପ୍ରତି ପିଢି ଲାଗି ଏହା ଶିକ୍ଷାର କାରଣ ହୋଇପାରିବ ।"ବନ୍ଦେ ମାତରମ୍"ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଲୋକସଭାର ସ୍ୱତନ୍ତ୍ର ଆଲୋଚନାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
December 08th, 12:00 pm
ଶ୍ରୀ ମୋଦୀ କହିଛନ୍ତି ଯେ ଏହା ଏପରି ଏକ ସମୟ ଯେତେବେଳେ ଇତିହାସର ଅନେକ ପ୍ରେରଣାଦାୟକ ଅଧ୍ୟାୟ ପୁନର୍ବାର ଜୀବିତ ହେଉଛି। ସେ ଉଲ୍ଲେଖ କରିଥିଲେ ଯେ ଦେଶ ସମ୍ପ୍ରତି ସମ୍ବିଧାନର ୭୫ ବର୍ଷକୁ ଗର୍ବର ସହିତ ପାଳନ କରିଛି। ସେ ଉଲ୍ଲେଖ କରିଛନ୍ତି ଯେ, ଦେଶ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଏବଂ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀ ମଧ୍ୟ ପାଳନ କରୁଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ ସମ୍ପ୍ରତି ଦେଶ ଗୁରୁ ତେଗ ବାହାଦୁର ଜୀଙ୍କ ୩୫୦ତମ ସହିଦ ଦିବସ ପାଳନ କରିଛି।