From Panchayat to Parliament, PM Modi outlines roadmap for women’s leadership at Nari Shakti Vandan Sammelan
April 13th, 11:15 am
In his address at the Nari Shakti Vandan Sammelan, PM Modi said the Nari Shakti Vandan Act must be implemented on time. Highlighting the critical role of women in the Viksit Bharat journey, the Prime Minister expressed satisfaction that his government has created schemes for every stage of women's life cycle. He also urged women to take the discussions from the programme to every village in the country.‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 13th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଉଦବୋଧନ ଦେଇଛନ୍ତି। ବୈଶାଖୀର ପବିତ୍ର ଅବସର ଏବଂ ଦେଶର ବିଭିନ୍ନ ସ୍ଥାନରେ ନବବର୍ଷ ପାଳନର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ଜାଲିଆନାୱାଲା ବାଗ ହତ୍ୟାକାଣ୍ଡର ସହିଦମାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶ୍ରୀ ମୋଦୀ ଦୃଢ଼ତାର ସହ କହିଛନ୍ତି, ‘‘ଭାରତ ଏକବିଂଶ ଶତାବ୍ଦୀର ସବୁଠାରୁ ବଡ଼ ନିଷ୍ପତ୍ତି ମଧ୍ୟରୁ ଗୋଟିଏ ନେବାକୁ ଯାଉଛି, ଏହା ନାରୀ ଶକ୍ତି ପାଇଁ ଉତ୍ସର୍ଗୀକୃତ ।’’ଟିଭି୯ ଶିଖର ସମ୍ମିଳନୀ ୨୦୨୬ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 23rd, 08:30 pm
ଗତ କିଛି ସମୟ ମଧ୍ୟରେ ମୋତେ ଥରେ - ଦୁଇଥର ଟିଭି୯ ଭାରତବର୍ଷ ଦେଖିବାର ସୁଯୋଗ ମିଳିଛି । ସାଧାରଣତଃ, ଆପଣଙ୍କର ଧ୍ୟାନ ଯୁଦ୍ଧ ଏବଂ କ୍ଷେପଣାସ୍ତ୍ର ଉପରେ ବହୁତ ରହିଥାଏ ଏବଂ ଆଜିକାଲି ଆପଣ ବିଷୟବସ୍ତୁକୁ ନେଇ ଅତିଭରଣ ହେଉଛନ୍ତି । ବଡ଼-ବଡ଼ ଦେଶଗୁଡ଼ିକ ଟିଭି୯କୁ ଅନେକ ତଥ୍ୟ ଯୋଗାଇବାକୁ ସ୍ଥିର ମନେ କରୁଛନ୍ତି । କିନ୍ତୁ ଏକ ଗମ୍ଭୀର କଥା ହେଉଛି, ଆଜି ବିଶ୍ୱ ଯେଉଁ ଗମ୍ଭୀର ପରିସ୍ଥିତି ଦେଇ ଗତି କରୁଛି , ତାହା ଅଭୂତପୂର୍ବ ଏବଂ ଅତ୍ୟନ୍ତ ଗମ୍ଭୀର। ଏହି ପରିସ୍ଥିତି ମଧ୍ୟରେ, ଆଜି ଟିଭି୯ ନେଟୱାର୍କ ବିଚାରଧାରା ପାଇଁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମଞ୍ଚ ତିଆରି କରିଛି। ଆଜି ଏହି ଶିଖର ସମ୍ମିଳନୀରେ, ଆପଣ ସମସ୍ତେ ଭାରତ ଏବଂ ବିଶ୍ୱ ବିଷୟ ଉପରେ ଆଲୋଚନା କରୁଛନ୍ତି। ମୁଁ ଆପଣ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି । ଏହି ଶିଖର ସମ୍ମିଳନୀ ପାଇଁ ମୁଁ ଶୁଭେଚ୍ଛା ଜଣାଉଛି, ଏବଂ ସମସ୍ତ ଅତିଥିମାନଙ୍କୁ ଅଭିନନ୍ଦନ ଜଣାଉଛି ।Prime Minister Shri Narendra Modi addresses TV9 Network Summit
March 23rd, 08:00 pm
PM Modi addressed the TV9 Summit and emphasized that India's economy is progressing rapidly, leaving behind the pre-2014 conditions. He affirmed that India stands with its own interests, with peace and with dialogue and gave a detailed account of the country's development momentum over the last 23 days. Asserting that national interest must be placed above party interest, the PM drew inspiration from icons who always placed the nation above self.Assam’s progress is giving new momentum to entire Northeast: PM Modi in Guwahati
March 13th, 05:30 pm
PM Modi inaugurated and laid foundation stones for development projects worth around ₹19,480 crore in Guwahati, Assam. He transferred more than ₹18,000 crore under the PM Kisan Samman Nidhi scheme to Annadatas across the nation and distributed land pattas to tea plantation workers in Assam. He noted that the progress of Assam is giving new momentum to the entire North East and is emerging as a model state for the nation.PM Modi launches various development works in Guwahati, Assam
March 13th, 05:00 pm
PM Modi inaugurated and laid foundation stones for development projects worth around ₹19,480 crore in Guwahati, Assam. He transferred more than ₹18,000 crore under the PM Kisan Samman Nidhi scheme to Annadatas across the nation and distributed land pattas to tea plantation workers in Assam. He noted that the progress of Assam is giving new momentum to the entire North East and is emerging as a model state for the nation.ନେକ୍ସଟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 12th, 10:47 pm
ଆଜି, ମାର୍ଚ୍ଚ ୧୨ ତାରିଖ, ଏକ ଐତିହାସିକ ଦିନ । ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ମହାତ୍ମା ଗାନ୍ଧୀ ସାବରମତୀ ଆଶ୍ରମରୁ ଦାଣ୍ଡି ଯାତ୍ରା ଆରମ୍ଭ କରିଥିଲେ । ଏହା ଭାରତର ସ୍ୱାଧୀନତା ଆନ୍ଦୋଳନରେ ଏକ ନୂତନ ମୋଡ଼ ଥିଲା, କାରଣ ଏହି ଯାତ୍ରା ଦେଶର ପ୍ରତିଟି କୋଣକୁ ଏକମାତ୍ର ଲକ୍ଷ୍ୟ ‘ଭାରତର ସ୍ୱାଧୀନତା’ ସହିତ ଯୋଡ଼ିଥିଲା। ଆଜି ଏହି ଐତିହାସିକ ଯାତ୍ରାର ପ୍ରାୟ ୧୦୦ ବର୍ଷ ପରେ, ଆମେ ଭାରତୀୟମାନେ ଆଉ ଏକ ଯାତ୍ରାରେ ବାହାରିଛୁ । ଏହି ଯାତ୍ରା ହେଉଛି ବିକଶିତ ଭାରତର ଯାତ୍ରା । ଆମର ଲକ୍ଷ୍ୟ ଗୋଟିଏ, ଆମର ଗନ୍ତବ୍ୟ ସ୍ଥଳ ମଧ୍ୟ ଗୋଟିଏ, ତାହା ହେଲା- ବିକଶିତ ଭାରତ। ଏହି ଲକ୍ଷ୍ୟ ପ୍ରାପ୍ତି ଦିଗରେ, ଏହିଭଳି ସମ୍ମିଳନୀରେ ହେଉଥିବା ମନ୍ଥନ ଏବଂ ସେଥିରୁ ବାହାରୁଥିବା ଅମୃତ ଏକ ବଡ଼ ଭୂମିକା ଗ୍ରହଣ କରେ । ମୋତେ ନେକ୍ସଟ ସମ୍ମିଳନୀକୁ (Nxt Summit) ନିମନ୍ତ୍ରଣ କରିଥିବାରୁ ମୁଁ ଆପଣ ସମସ୍ତଙ୍କ ନିକଟରେ କୃତଜ୍ଞ । ଏଠାକୁ ଦେଶ ଓ ବିଦେଶରୁ ଅନେକ ସହକର୍ମୀ ଆସିଛନ୍ତି; କିଛି ପୁରୁଣା ପରିଚିତ ମଧ୍ୟ ଅଛନ୍ତି । ମୁଁ ଆପଣ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି । ବନ୍ଧୁଗଣ, ୨୧ତମ ଶତାବ୍ଦୀର ଏହି ସମୟ ‘ନ ଭୂତୋ ନ ଭବିଷ୍ୟତି’ (ଯାହା ପୂର୍ବରୁ କେବେ ଘଟିନି କି ଭବିଷ୍ୟତରେ ଘଟିବ ନାହିଁ) ଭଳି । ଗୋଟିଏ ପଟେ ଯୁଦ୍ଧର ଭୟାବହତା ରହିଛି, ଯୋଗାଣ ଶୃଙ୍ଖଳା ପୁଣି ଥରେ ନଷ୍ଟ ହେଉଛି ଏବଂ ଜାତିସଂଘ ଭଳି ବିଶ୍ୱସ୍ତରୀୟ ସଂସ୍ଥାଗୁଡ଼ିକର ପ୍ରାସଙ୍ଗିକତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେଉଛି । ଏଭଳି ସମୟରେ, ଏହି ପ୍ରତିକୂଳ ପରିସ୍ଥିତି ମଧ୍ୟରେ ବି ଆମ ଭାରତ ଅଗ୍ରସର ହେଉଛି । ଆଜି ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ, ଯେଉଁ ଦେଶର ନାମ ସବୁଠାରୁ ଅଧିକ ଆଲୋଚନା ହେଉଛି, ତାହା ହେଉଛି ଭାରତ । ସାମ୍ପ୍ରତିକ ଅନେକ ସଙ୍କଟ ମଧ୍ୟରେ, ବିଶ୍ୱର ପ୍ରତ୍ୟେକ ଗମ୍ଭୀର ନେତା ଏବଂ ପ୍ରତ୍ୟେକ ଜ୍ଞାନୀ ବ୍ୟକ୍ତିଙ୍କର ଭାରତ ପ୍ରତି ବହୁତ ବଡ଼ ଆଶା ରହିଛି । ନିକଟରେ ଫିନଲ୍ୟାଣ୍ଡର ରାଷ୍ଟ୍ରପତି ଆଲେକ୍ସଜାଣ୍ଡାର ଷ୍ଟବ ଭାରତ ଆସିଥିଲେ । ସେ କହିଥିଲେ ଯେ ‘ଦକ୍ଷିଣ ବିଶ୍ୱ (ଗ୍ଲୋବାଲ ସାଉଥ’) ଏବେ ବିଶ୍ୱର ଦିଗ ନିର୍ଣ୍ଣୟ କରିବ ଏବଂ ସେହି ଦିଗ ନିର୍ଦ୍ଧାରଣ କରିବାରେ ଭାରତ ସବୁଠାରୁ ଶକ୍ତିଶାଳୀ ଦେଶ ହେବ । ଏହା ପୂର୍ବରୁ କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ କାର୍ଣ୍ଣି ମଧ୍ୟ କହିଥିଲେ ଯେ ଆଗାମୀ ତିନି ଦଶନ୍ଧି ମଧ୍ୟରେ ବିଶ୍ୱର ଅର୍ଥନୈତିକ ମାଧ୍ୟାକର୍ଷଣ ଯେଉଁ କେନ୍ଦ୍ରକୁ ସ୍ଥାନାନ୍ତରିତ ହେଉଛି, ତାହା ହେଉଛି ଭାରତ । ଫ୍ରାନ୍ସର ରାଷ୍ଟ୍ରପତି ମାକ୍ରୋଁ ମଧ୍ୟ ବିଶ୍ୱାସ କରନ୍ତି ଯେ ବିଶ୍ୱର ବଡ଼ ବଡ଼ ସମସ୍ୟାର ସମାଧାନ ପାଇଁ ଭାରତ ଏକ ଅପରିହାର୍ଯ୍ୟ ଅଂଶୀଦାର ପାଲଟିଛି । ଆଜି ଯଦି ଆମେ ବୈଷୟିକ ଏବଂ ଅର୍ଥନୈତିକ ଜଗତର ବିଶ୍ୱସ୍ତରୀୟ ନେତାମାନଙ୍କ ବକ୍ତବ୍ୟର ସାରାଂଶ କାଢ଼ିବା, ତେବେ କେବଳ ଗୋଟିଏ ଭାବନା ଉକୁଟି ଆସେ - ଯଦି ଆପଣ ଭବିଷ୍ୟତର ଅଂଶ ହେବାକୁ ଚାହୁଁଛନ୍ତି, ତେବେ ଆପଣଙ୍କୁ ଭାରତ ସହିତ ଯୋଡ଼ି ହେବାକୁ ପଡ଼ିବ; ଆପଣଙ୍କୁ ଭାରତରେ ରହିବାକୁ ହେବ ।ଏନଏକ୍ସଟି ଶିଖର ସମ୍ମିଳନୀକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 12th, 08:30 pm
ପ୍ରଧାନମନ୍ତ୍ରୀ ଆଜି ଆଇଟିଭି ନେଟୱାର୍କର ଏନଏକ୍ସଟି ଶିଖର ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ଐତିହାସିକ ଦାଣ୍ଡିଯାତ୍ରାର ବାର୍ଷିକୀ ସଂପର୍କରେ ଉଲ୍ଲେଖ କରି ସେ ଭାରତର ସ୍ବାଧୀନତା ସଂଗ୍ରାମ ସହ ଏକ ବିକଶିତ ଦେଶ ହେବାକୁ ଭାରତ ଚଳାଇଥିବା ଅଭିଯାନର ସମାନତା ଆଙ୍କିଥିଲେ। ଶ୍ରୀ ମୋଦି ଗୁରୁତ୍ୱାରୋପ କରି କହିଥିଲେ ଯେ ଯେପରି ୧୯୩୦ ମାର୍ଚ୍ଚ ଦେଶକୁ ସ୍ୱାଧୀନତା ଆଡକୁ ନେଇଥିଲା, ସେହିପରି ବର୍ତ୍ତମାନର ବିକଶିତ ଭାରତ ମିଶନ ହେଉଛି ୧୪୦ କୋଟି ଭାରତୀୟଙ୍କ ସାମୂହିକ ଲକ୍ଷ୍ୟ। ସେ କହିଥିଲେ, ଆଜି, ସେହି ଐତିହାସିକ ଯାତ୍ରାର ପ୍ରାୟ ୧୦୦ ବର୍ଷ ପରେ, ଆମେ ଭାରତୀୟମାନେ ପୁଣି ଥରେ 'ବିକଶିତ ଭାରତ' ପାଇଁ ଏକ ନୂତନ ଯାତ୍ରା ଆରମ୍ଭ କରିଛୁ।ଦିଲ୍ଲୀରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 08th, 03:54 pm
ଆଜି, ଆମେ ସମସ୍ତେ ଦିଲ୍ଲୀରେ ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ର ହୋଇଛୁ। କିଛି ସମୟ ପୂର୍ବରୁ ଏଠାଂରେ ୩୩,୫୦୦ କୋଟି ଟଙ୍କର ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ ହୋଇଛି । ମେଟ୍ରୋର ସମ୍ପ୍ରସାରଣରୁ ଆରମ୍ଭ କରି ହଜାର ହଜାର ସରକାରୀ କର୍ମଚାରୀଙ୍କ ବାସଗୃହ ପର୍ଯ୍ୟନ୍ତ, ଦେଶର ରାଜଧାନୀରେ ସୁବିଧାଗୁଡିକର ନିରନ୍ତର ବିସ୍ତାର ହେଉଛି, ଏକ ନୂଆ ଶକ୍ତି ପ୍ରଦାନ କରାଯାଉଛି । ଆପଣମାନେ ଦିଲ୍ଲୀବାସୀ ଗୋଟିଏ ବର୍ଷ ପୂର୍ବରୁ ଯେଉଁ ନୂତନ ଆଶା ଏବଂ ସଂକଳ୍ପ ସହତ ଏଠାରେ ବିଜେପିର ଡବଲ ଇଞ୍ଜିନ ସରକାର ଗଠନ କରିଥିଲେ, ତାହାର ପରିଣାମ ଆଜି ଏଠାରେ ହୋଇଥିବା ବିକାଶମୂଳକ କାର୍ଯ୍ୟରେ ଦୃଶ୍ୟମାନ ହେଉଛି । ମୁଁ ଦିଲ୍ଲୀର ସମସ୍ତ ନାଗରିକମାନଙ୍କୁ ଏହି ବିକାଶର ଏହି ନିରନ୍ତର ଧାରା ପାଇଁ ଅଭିନନ୍ଦନ ଜଣାଉଛି ।ଦିଲ୍ଲୀରେ ପ୍ରାୟ ₹୩୩,୫୦୦ କୋଟିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 08th, 10:26 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀଠାରେ ପ୍ରାୟ ୩୩,୫୦୦ କୋଟି ଟଙ୍କା ମୂଲ୍ୟର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ, ଆଜି, ଆମେ ସମସ୍ତେ ଦିଲ୍ଲୀର ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ରିତ ହୋଇଛୁ।ନ୍ୟୁଜ୍ ୧୮ ରାଇଜିଂ ଭାରତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 27th, 08:30 pm
ନେଟୱାର୍କ ୧୮ର ସମସ୍ତ ସାମ୍ବାଦିକ, ଏହି ବ୍ୟବସ୍ଥାର ତଦାରଖ କରୁଥିବା ସମସ୍ତ ସହକର୍ମୀ, ଏଠାରେ ଉପସ୍ଥିତ ସମସ୍ତ ସମ୍ମାନିତ ଅତିଥିମାନେ, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !ନେଟ୍ଓ୍ବର୍କ ୧୮ ରାଇଜିଂ ଭାରତ ସମିଟ୍ରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 27th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଇଜିଂ ଭାରତ ସମିଟ୍ରେ ଉଦବୋଧନ ଦେଇଥିଲେ, ଯାହାର ଶୀର୍ଷକ ଥିଲା ‘ଅନ୍ତର୍ନିହିତ ସାମର୍ଥ୍ୟ’। ଗତ ୧୧ ବର୍ଷରେ ଭାରତର ଯାତ୍ରାକୁ ଉଲ୍ଲେଖ କରି ଶ୍ରୀ ମୋଦୀ ଦେଶର ସାମର୍ଥ୍ୟକୁ ପୁଣି ହାସଲ କରିବା, ଆର୍ଥିକ ଆତ୍ମନିର୍ଭରଶୀଳତା ଓ ୨୦୪୭ ସୁଦ୍ଧା ଏକ ବିକଶିତ ଭାରତର ରୋଡମ୍ୟାପ୍ ସମ୍ପର୍କରେ ଆଲୋଚନା କରିଥିଲେ।ଏଆଇ ସଫଳତା ଠାରୁ ଆରମ୍ଭ କରି ଟି-20 ବିଶ୍ୱକପ୍ ପର୍ଯ୍ୟନ୍ତ, ପ୍ରଧାନମନ୍ତ୍ରୀ ମୋଦୀ ମନ କି ବାତରେ ଭାରତର ଉତ୍ଥାନକୁ ଦର୍ଶାଇଛନ୍ତି
February 22nd, 11:30 am
ଚଳିତ ମାସର 'ମନ୍ କି ବାତ୍'ରେ ପ୍ରଧାନମନ୍ତ୍ରୀ ମୋଦୀ ଦିଲ୍ଲୀରେ ଆୟୋଜିତ ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ ନିଜର ଅନୁଭୂତି ବିଷୟରେ କହିଥିଲେ। ସେ ଭାରତୀୟ ବଂଶୋଦ୍ଭବ କ୍ରିକେଟର, ଅଙ୍ଗଦାନ, ନଦୀ ମହୋତ୍ସବ, ଡିଜିଟାଲ ସୁରକ୍ଷା, ପରୀକ୍ଷା ପେ ଚର୍ଚ୍ଚା ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋକପାତ କରିଥିଲେ । ସେ ଦର୍ଶାଇଛନ୍ତି ଯେ 23 ଫେବୃଆରୀରେ ରାଷ୍ଟ୍ରପତି ଭବନରେ 'ରାଜାଜୀ ଉତ୍ସବ' ପାଳନ କରାଯିବ । ପ୍ରଧାନମନ୍ତ୍ରୀ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିତା ଜୀଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ନାରୀ ଶକ୍ତି ସହ ତାଙ୍କର ଗଭୀର ସମ୍ପର୍କ ବିଷୟରେ ଉଲ୍ଲେଖ କରିଛନ୍ତି ।Cabinet approves Rs. One Lakh Crore Urban Challenge Fund to Drive Market-Led Urban Transformation
February 14th, 01:09 pm
The Union Cabinet, chaired by PM Modi, has approved the launch of the Urban Challenge Fund (UCF) with a total Central Assistance of Rs. one lakh crore. This will lead to a total investment of Rs. four lakh crore in the urban sector over the next five years. The fund gives effect to the Government’s vision announced in Budget 2025–26 to implement proposals relating to Cities as Growth Hubs.ଇଟି ନାଓ ଗ୍ଲୋବାଲ ବ୍ୟାପାର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 13th, 08:30 pm
ଏହି ବିଶ୍ୱ ବାଣିଜ୍ୟ ସମ୍ମିଳନୀକୁ ଆପଣମାନଙ୍କୁ ସମସ୍ତଙ୍କୁ ସ୍ୱାଗତ; ମୁଁ ଆପଣମାନଙ୍କୁ ପ୍ରତ୍ୟେକଙ୍କୁ ଶୁଭେଚ୍ଛା ଜଣାଉଛି । ‘ବିଘ୍ନର ଏକଦଶନ୍ଧି, ପରିବର୍ତ୍ତନର ଏକ ଶତାବ୍ଦୀ’ ବିଷୟବସ୍ତୁ ଉପରେ ଆଲୋଚନା କରିବାକୁ ଆମେମାନେ ଏଠାରେ ଅଛୁ । ବିନୀତ ଜୀଙ୍କ ଭାଷଣ ଶୁଣିବା ପରେ,ମୁଁ ଅନୁଭବ କରୁଛି ଯେ ମୋର କାର୍ଯ୍ୟ ବହୁତ ସହଜ ହୋଇଯାଇଛି । କିନ୍ତୁ ମୁଁ ଏକ ଛୋଟ ଅନୁରୋଧ କରିବାକୁ ଚାହୁଁଛି - ଯେହେତୁ ଆପଣ ବହୁତ କିଛି ଜାଣନ୍ତି, ଏହା କେତେକ ସମୟରେ ଇଟି ରେ ମଧ୍ୟ ପ୍ରତିଫଳିତ ହେବା ଉଚିତ ।PM Modi addresses ET Now Global Business Summit 2026
February 13th, 08:00 pm
PM Modi addressed the ET Now Global Business Summit 2026 in New Delhi, highlighting the theme ‘A Decade of Disruption, A Century of Change.’ He noted that despite global shocks—from the pandemic to wars and supply chain breakdowns, India’s decade has been defined by strong growth, effective delivery, and a vibrant democracy. Recalling that India was the 11th-largest economy a decade ago, he said the nation is now rapidly moving toward becoming the world’s third-largest economy.No matter how many challenges there are, we have 140 crore solutions: PM Modi in Rajya Sabha
February 05th, 05:35 pm
PM Modi replied to the Motion of Thanks on the President’s Address in the Rajya Sabha. In his address, he highlighted that the President articulated the strength of every section and expressed faith in India’s bright future. Listing the government’s achievements over the past decade, he noted that while Congress viewed people as problems, the present government sees 140 crore Indians as the solution, with a focus on achieving a developed India by 2047.ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉତ୍ତର
February 05th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ନିଜର ଉତ୍ତର ରଖିଛନ୍ତି। ଗୃହକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଅଭିଭାଷଣ ଲାଗି କୃତଜ୍ଞତା ଜଣାଇଥିଲେ ଓ କହିଥିଲେ ଯେ ଧନ୍ୟବାଦ ପ୍ରସ୍ତାବକୁ ସମର୍ଥନ କରିବା ତାଙ୍କ ପାଇଁ ଗର୍ବର ବିଷୟ। ସେ କହିଥିଲେ ଯେ ଗତ ଏକ ବର୍ଷରେ ବିକଶିତ ଭାରତ ଅଭିମୁଖୀ ଯାତ୍ରାରେ ଦ୍ରୁତ ପ୍ରଗତି ହୋଇଛି ଓ ପ୍ରତ୍ୟେକ କ୍ଷେତ୍ରରେ ଏବଂ ସମାଜର ସମସ୍ତ ବର୍ଗରେ ପରିବର୍ତ୍ତନ ଦୃଶ୍ୟମାନ ହୋଇଛି। ଦେଶ ସଠିକ୍ ଦିଗରେ ବହୁତ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ରାଷ୍ଟ୍ରପତି ଏହି ବିଷୟଗୁଡ଼ିକୁ ସମ୍ବେଦନଶୀଳତା ଏବଂ ସ୍ପଷ୍ଟତାର ସହିତ ଉପସ୍ଥାପନ କରିଥିଲେ ବୋଲି ଶ୍ରୀ ମୋଦୀ କହିଥିଲେ।କେରଳର ଥିରୁବନନ୍ତପୁରମରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 23rd, 11:00 am
କେରଳର ରାଜ୍ୟପାଳ ରାଜେନ୍ଦ୍ର ଆର୍ଲେକର, ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ, ବିଭିନ୍ନ ସ୍ଥାନରୁ ଯୋଡ଼ି ହୋଇଥିବା କେନ୍ଦ୍ର କ୍ୟାବିନେଟର ମୋର ସହଯୋଗୀ, ଥିରୁବନନ୍ତପୁରମର ଗୌରବ ଏବଂ ନବନିର୍ବାଚିତ ମେୟର, ମୋର ପୁରୁଣା ସହଯୋଗୀ ଭିଭି ରାଜେଶ ଜ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ର ବ୍ୟକ୍ତିମାନେ! ନମସ୍କାରମ୍!କେରଳର ଥିରୁଅନନ୍ତପୁରମଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 23rd, 10:45 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର ଥିରୁବନନ୍ତପୁରମରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ସହ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରୀ ମୋଦୀ କହିଥିଲେ ଯେ କେରଳର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ପ୍ରୟାସକୁ ନୂତନ ଗତି ମିଳିଛି। ସେ ଉଲ୍ଲେଖ କରିଥିଲେ ଯେ, କେରଳରେ ରେଳ ସଂଯୋଗୀକରଣ ଆହୁରି ମଜବୁତ ହୋଇଛି। ଏହା ବ୍ୟତୀତ, ଥିରୁବନନ୍ତପୁରମକୁ ଏକ ପ୍ରମୁଖ ଷ୍ଟାର୍ଟଅପ୍ ହବ୍ରେ ପରିଣତ କରିବା ପାଇଁ ପଦକ୍ଷେପ ନିଆଯାଇଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ପ୍ରଧାନମନ୍ତ୍ରୀ ସ୍ୱନିଧି କ୍ରେଡିଟ୍ କାର୍ଡ ଆରମ୍ଭ ହେବା ସହିତ, କେରଳରେ ଗରିବ ଲୋକଙ୍କ କଲ୍ୟାଣ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ରାଷ୍ଟ୍ରବ୍ୟାପୀ ପଦକ୍ଷେପ ଆରମ୍ଭ ହୋଇଛି। ଶ୍ରୀ ମୋଦୀ ଗୁରୁତ୍ୱାରୋପ କରିଥିଲେ ଯେ ଏହା ସାରା ଦେଶର ରାସ୍ତାକଡ଼ ବିକ୍ରେତା ଏବଂ ଫୁଟପାଥ୍ ଶ୍ରମିକଙ୍କୁ ଲାଭ ଦେବ। ସେ ଏହି ବିକାଶ ଏବଂ ରୋଜଗାର ସୃଷ୍ଟିକାରୀ ପଦକ୍ଷେପ ପାଇଁ କେରଳର ବାସିନ୍ଦା ଏବଂ ସମଗ୍ର ଦେଶର ନାଗରିକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ।