The future of farming lies not merely in "Produce More,” but in "Produce Better": PM Modi at FAO

May 20th, 11:00 pm

Accepting the Agricola Medal for 2026 from the FAO, PM Modi said the recognition reflected India’s commitment to human welfare, food security and sustainable development. He dedicated the honour to Indian farmers and the country’s agricultural scientific community. He also highlighted initiatives such as ‘Per Drop More Crop’, micro-irrigation and precision farming, which are guiding India’s agricultural policies.

Prime Minister receives Agricola Medal from the Food and Agriculture Organization (FAO) of the United Nations in Rome

May 20th, 10:55 pm

Accepting the Agricola Medal for 2026 from the FAO, PM Modi said the recognition reflected India’s commitment to human welfare, food security and sustainable development. He dedicated the honour to Indian farmers and the country’s agricultural scientific community. He also highlighted initiatives such as ‘Per Drop More Crop’, micro-irrigation and precision farming, which are guiding India’s agricultural policies.

ଗ୍ୟାଙ୍ଗଟକ୍ ଅର୍ଚିଡାରିୟମ୍ ଗସ୍ତ ସମୟରେ ସିକିମର ଅସାଧାରଣ ଜୈବ ବିବିଧତାକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ

April 28th, 03:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସିକିମର ଗାଙ୍ଗଟକଠାରେ ଥିବା ଅର୍ଚିଡାରିୟମ୍ ପରିଦର୍ଶନ କରିଥିଲେ ଏବଂ ଏହାର ସୌନ୍ଦର୍ଯ୍ୟ ତଥା ରାଜ୍ୟର ଅସାଧାରଣ ଜୈବ ବିବିଧତା ପ୍ରତି ଗଭୀର ପ୍ରଶଂସା ବ୍ୟକ୍ତ କରିଥିଲେ।

ଅପ୍ରେଲ ୧୪ରେ ଉତ୍ତରାଖଣ୍ଡ ଏବଂ ଉତ୍ତର ପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

April 13th, 04:11 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୪ ଏପ୍ରିଲ୍, ୨୦୨୬ରେ ଉତ୍ତରାଖଣ୍ଡ ଏବଂ ଉତ୍ତର ପ୍ରଦେଶ ଗସ୍ତ କରିବେ। ପ୍ରାୟ ୧୧:୧୫ ସମୟରେ, ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶର ସହାରନପୁରରେ ଦିଲ୍ଲୀ-ଡେରାଡୁନ୍ ଅର୍ଥନୈତିକ କରିଡର ବନ୍ୟପ୍ରାଣୀ କରିଡରର ଉଚ୍ଚ ଅଂଶ ସମୀକ୍ଷା କରିବେ। ପ୍ରାୟ ୧୧:୪୦ ସମୟରେ, ପ୍ରଧାନମନ୍ତ୍ରୀ ଡେରାଡୁନ୍ ନିକଟସ୍ଥ ଜୟ ମା' ଦାତ କାଳୀ ମନ୍ଦିର ପରିଦର୍ଶନ ଏବଂ ପୂଜା କରିବେ। ଏହା ପରେ, ପ୍ରାୟ ୧୨:୩୦ ସମୟରେ, ପ୍ରଧାନମନ୍ତ୍ରୀ ଡେରାଡୁନ୍ରେ ଏକ ସାଧାରଣ କାର୍ଯ୍ୟକ୍ରମରେ ଦିଲ୍ଲୀ-ଡେରାଡୁନ୍ ଅର୍ଥନୈତିକ କରିଡରର ଉଦଘାଟନ କରିବେ ଏବଂ ସମାବେଶକୁ ସମ୍ବୋଧିତ କରିବେ।

India – Finland Joint Statement on the State Visit of President of the Republic of Finland

March 05th, 08:03 pm

At the invitation of PM Modi, Finland President Alexander Stubb is on a State Visit to India from 4-7 March 2026. They held wide-ranging discussions during a bilateral meeting. The two leaders affirmed the deep and enduring friendship between India and Finland, built on a foundation of mutual respect and the values of democracy and rule of law, as well as commitment to global peace, security and international law.

ପାଟନା ପକ୍ଷୀ ଅଭୟାରଣ୍ୟ ଏବଂ ଛାରୀ-ଧାଣ୍ଡରେ ନୂତନ ରାମସର ସ୍ଥଳଗୁଡ଼ିକୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ

January 31st, 10:52 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଟାହ (ଉତ୍ତର ପ୍ରଦେଶ)ରେ ଥିବା ପାଟନା ପକ୍ଷୀ ଅଭୟାରଣ୍ୟ ଏବଂ କଚ୍ଛ (ଗୁଜରାଟ)ରେ ଥିବା ଛାରୀ-ଧାଣ୍ଡକୁ ରାମସର ତାଲିକାରେ ସାମିଲ ହେବାକୁ ସ୍ୱାଗତ କରିଛନ୍ତି। ସ୍ଥାନୀୟ ଜନସାଧାରଣ ଏବଂ ଆର୍ଦ୍ରଭୂମି ସଂରକ୍ଷଣ ପ୍ରତି ଆଗ୍ରହୀ ଥିବା ସମସ୍ତଙ୍କୁ ଅଭିନନ୍ଦନ ଜଣାଇ ଶ୍ରୀ ମୋଦୀ କହିଛନ୍ତି ଯେ ଏହି ସ୍ୱୀକୃତି ଜୈବିବିଧତାର ସଂରକ୍ଷଣ ଏବଂ ଗୁରୁତ୍ୱପୂର୍ଣ୍ଣ ପରିସଂସ୍ଥାର ସୁରକ୍ଷା ପ୍ରତି ଆମର ପ୍ରତିବଦ୍ଧତାକୁ ଦୋହରାଇଥାଏ।

ତାମିଲନାଡୁର କୋଏମ୍ବାଟୁରରେ ଦକ୍ଷିଣ ଭାରତ ପ୍ରାକୃତିକ ଚାଷ ସମ୍ମେଳନ ୨୦୨୫ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଦେଇଥିବା ଅଭିଭାଷଣ

November 19th, 07:01 pm

ତାମିଲନାଡୁ ରାଜ୍ୟପାଳ ଆର. ଏନ ରବିଜୀ, କେନ୍ଦ୍ର କ୍ୟାବିନେଟ ସହଯୋଗୀ ଏଲ. ମୁଗୁଗାନଜୀ, ତାମିଲନାଡୁ କୃଷି ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଡ. କେ.ରାମସ୍ୱାମୀଜୀ, ବିଭିନ୍ନ କୃଷି ଅନୁଷ୍ଠାନର ମାନ୍ୟ ଗଣ୍ୟ ପଦାଧିକାରୀ, ଜନପ୍ରତିନିଧି ଗଣ, କୃଷକ ଭାଇ ଓ ଉଭଣୀ ଏବଂ ଡିଜିଟାଲ ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ ଯୋଡି ହୋଇଥିବା ସାରା ଦେଶର ଲକ୍ଷ ଲକ୍ଷ କୃଷକମାନେ । ମୁଁ ଆପଣମାନଙ୍କୁ ସମସ୍ତଙ୍କୁ ଅଭିବାଦନ ଜଣାଉଛି । ବନାକ୍କମ ଓ ନମସ୍କାର ସହ ଆପଣମାନଙ୍କୁ ମୁଁ ସ୍ୱାଗତ କରୁଛି । ପ୍ରଥମତଃ ମୁଁ ଆପଣ ସମସ୍ତଙ୍କଠାରୁ ଓ ସାରା ଦେଶର ଚାଷୀଙ୍କଠାରୁ କ୍ଷମା ପ୍ରାର୍ଥନା ମାଗୁଛି । ପୁଟ୍ଟପର୍ତୀରେ ଭଗବାନ ସତ୍ୟସାଇ ବାବାଙ୍କ କାର୍ଯ୍ୟକ୍ରମ ପାଇଁ ମୋର ଏଠାକୁ ଆସିବାକୁ ପ୍ରାୟ ଘଂଟାଏ ବିଳମ୍ବ ହୋଇଗଲା । ମୁଁ ଦେଖୁଛି ଏଇଠି ବହୁ ଲୋକ ମୋତେ ଅପେକ୍ଷା କରିଛନ୍ତି । ତେଣୁ ବିଳମ୍ବରେ ଆସିଥିବାରୁ ଆପଣମାନଙ୍କଠାରୁ ମୁଁ କ୍ଷମା ପ୍ରାର୍ଥନା କରୁଛି ।

ତାମିଲନାଡୁର କୋଏମ୍ବାଟୁରଠାରେ ଦକ୍ଷିଣ ଭାରତ ପ୍ରାକୃତିକ କୃଷି ସମ୍ମିଳନୀ ୨୦୨୫କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 19th, 02:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର କୋଏମ୍ବାଟୁରଠାରେ ଦକ୍ଷିଣ ଭାରତ ଜୈବିକ କୃଷି ସମ୍ମିଳନୀ ୨୦୨୫ର ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କୋଏମ୍ବାଟୁରର ପବିତ୍ର ଭୂମିରେ ମାରୁଧାମାଲାଇର ଭଗବାନ ମୁରୁଗାନଙ୍କୁ ପ୍ରଣାମ କରି ତାଙ୍କର ବକ୍ତବ୍ୟ ଆରମ୍ଭ କରିଥିଲେ। ସେ କୋଏମ୍ବାଟୁରକୁ ସଂସ୍କୃତି, କରୁଣା ଏବଂ ସୃଜନଶୀଳତାର ଭୂମି ଭାବରେ ବର୍ଣ୍ଣନା କରିଛନ୍ତି। ଏହାକୁ ଦକ୍ଷିଣ ଭାରତର ଉଦ୍ୟୋଗୀ ଶକ୍ତିର ଏକ ଶକ୍ତି କେନ୍ଦ୍ର ଭାବରେ ସ୍ୱୀକୃତି ଦେଇଛନ୍ତି। ସେ ଆଲୋକପାତ କରିଛନ୍ତି ଯେ, ସହରର ବୟନ ଶିଳ୍ପ ଜାତୀୟ ଅର୍ଥନୀତିରେ ଏକ ପ୍ରମୁଖ ଯୋଗଦାନ ଦେଇଥାଏ। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, କୋଏମ୍ବାଟୁର ଏବେ ଆହୁରି ସ୍ୱତନ୍ତ୍ରତା ହାସଲ କରିଛି, କାରଣ ଏହାର ପୂର୍ବତନ ସାଂସଦ ଶ୍ରୀ ସି.ପି. ରାଧାକୃଷ୍ଣନ ଏବେ ଉପରାଷ୍ଟ୍ରପତି ଭାବରେ ଦେଶକୁ ନେତୃତ୍ୱ ଦେଉଛନ୍ତି।

ନୂଆଦିଲ୍ଲୀରେ ଏମ୍.ଏସ୍. ସ୍ୱାମୀନାଥନ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 07th, 09:20 am

ମୋର କ୍ୟାବିନେଟ ସହଯୋଗୀ ଶିବରାଜ ସିଂହ ଚୌହାନ , ଏମ.ଏସ. ସ୍ୱାମୀନାଥନ ରିସର୍ଚ୍ଚ ଫାଉଣ୍ଡେସନର ଅଧ୍ୟକ୍ଷ ଡକ୍ଟର ସୌମ୍ୟ ସ୍ୱାମୀନାଥନ , ନୀତି ଆୟୋଗର ସଦସ୍ୟ ଡକ୍ଟର ରମେଶ ଚାନ୍ଦ , ମୁଁ ଦେଖୁଛି ଯେ ସ୍ୱାମୀନାଥନଙ୍କ ପରିବାରର ସମସ୍ତ ସଦସ୍ୟ ଏଠାରେ ଉପସ୍ଥିତ ଅଛନ୍ତି, ମୁଁ ସେମାନଙ୍କୁ ମଧ୍ୟ ପ୍ରଣାମ ଜଣାଉଛି । ସମସ୍ତ ବୈଜ୍ଞାନିକ, ଅନ୍ୟାନ୍ୟ ମହାନ ବ୍ୟକ୍ତି, ମହିଳା ଏବଂ ସଜ୍ଜନଙ୍କୁ ମୋର ଶୁଭେଚ୍ଛା ଜଣାଉଛି !

ଏମ୍.ଏସ୍. ସ୍ୱାମୀନାଥନ୍‌ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମିଳନୀରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

August 07th, 09:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଆଇସିଏଆର୍ ପୁସାରେ ଆୟୋଜିତ ଏମ୍. ଏସ୍. ସ୍ୱାମୀନାଥନ୍ ଜନ୍ମ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମେଳନର ଉଦ୍‌ଘାଟନ କରି ଏହି ସମ୍ମିଳନୀକୁ ସମ୍ବୋଧିତ କରିଥିଲେ । ପ୍ରଫେସର ଏମ୍‌.ଏସ୍‌. ସ୍ୱାମୀନାଥନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ପ୍ରଧାନମନ୍ତ୍ରୀ ତାଙ୍କୁ ଜଣେ ଦୂରଦୃଷ୍ଟିସମ୍ପନ୍ନ ବ୍ୟକ୍ତି ଭାବରେ ବର୍ଣ୍ଣନା କରିଥିଲେ, ଯାହାଙ୍କ ଅବଦାନ ଯୁଗାନ୍ତକାରୀ । ସେ ଆହୁରି ମଧ୍ୟ କହିଥିଲେ ଯେ, ପ୍ରଫେସର ସ୍ୱାମୀନାଥନ ଜଣେ ମହାନ ବୈଜ୍ଞାନିକ ଥିଲେ ଯିଏ ବିଜ୍ଞାନକୁ ଜନସେବାର ମାଧ୍ୟମରେ ପରିଣତ କରିଥିଲେ । ଶ୍ରୀ ମୋଦୀ ଆଲୋକପାତ କରିଥିଲେ ଯେ, ପ୍ରଫେସର ସ୍ୱାମୀନାଥନ ଦେଶରେ ଖାଦ୍ୟ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ତାଙ୍କ ଜୀବନ ଉତ୍ସର୍ଗ କରିଥିଲେ । ପ୍ରଫେସର ସ୍ୱାମୀନାଥନ ଏକ ଜ୍ଞାନଚେତନା ଜାଗ୍ରତ କରିଥିଲେ ଯାହା ଆଗାମୀ ଶତାବ୍ଦୀ ପାଇଁ ଭାରତର ନୀତି ଏବଂ ପ୍ରାଥମିକତାକୁ ମାର୍ଗଦର୍ଶନ କରିବ । ପ୍ରଧାନମନ୍ତ୍ରୀ ସ୍ୱାମୀନାଥନ ଜନ୍ମ ଶତବାର୍ଷିକୀ ପାଳନ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଇଥିଲେ ।

୭ ଅଗଷ୍ଟରେ ନୂଆଦିଲ୍ଲୀରେ ଏମ୍‌ଏସ୍ ସ୍ୱାମୀନାଥନ ଶତବାର୍ଷିକୀ ଅର୍ନ୍ତଜାତୀୟ ସମ୍ମିଳନୀକୁ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

August 06th, 12:20 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୭ ତାରିଖ ସକାଳ ପ୍ରାୟ ୯ଟାରେ ନୂଆଦିଲ୍ଲୀର ଆଇସିଏଅ।।ର୍ ପିୟୁଏସ୍‌ଏ୍ ଠାରେ ଏମ୍‌ଏସ୍ ସ୍ୱାମୀନାଥନ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମିଳନୀକୁ ଉଦ୍‌ଘାଟନ କରିବେ । ସେ ଏହି ଅବସରରେ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।

PM Modi praises German Singer, Ms. CassMae for promoting Indian Culture on the Global Stage

March 18th, 03:25 pm

The Prime Minister, Shri Narendra Modi has praised German Singer, Ms. CassMae for promoting Indian Culture on the Global Stage.

ବିଶ୍ୱ ବନ୍ୟଜନ୍ତୁ ଦିବସରେ ଆମ ଗ୍ରହର ଅବିଶ୍ୱସନୀୟ ଜୈବ ବିବିଧତାର ସୁରକ୍ଷା ତଥା ସଂରକ୍ଷଣ ପାଇଁ ପ୍ରତିବଦ୍ଧତା ଦୋହରାଇଲେ ପ୍ରଧାନମନ୍ତ୍ରୀ

March 03rd, 08:37 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିଶ୍ୱ ବନ୍ୟଜନ୍ତୁ ଦିବସ ଅବସରରେ ଆମ ଗ୍ରହର ଅବିଶ୍ୱସନୀୟ ଜୈବ ବିବିଧତାର ସୁରକ୍ଷା ତଥା ସଂରକ୍ଷଣ ପାଇଁ ପ୍ରତିବଦ୍ଧତାକୁ ଦୋହରାଇଛନ୍ତି ।

ମିଳିତ ବିବୃତି: ସପ୍ତମ ଭାରତ-ଜର୍ମାନୀ ଆନ୍ତଃ-ସରକାରୀ ପରାମର୍ଶ (ଆଇଜିସି)

October 25th, 08:28 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଫେଡେରାଲ ଚାନ୍ସେଲର ଓଲାଫ୍ ସ୍କୋଲ୍ଜ୍ ୨୫ ଅକ୍ଟୋବର ୨୦୨୪ରେ ନୂଆଦିଲ୍ଲୀଠାରେ ଭାରତ-ଜର୍ମାନୀ ଆନ୍ତଃସରକାରୀ ପରାମର୍ଶ (ସପ୍ତମ ଆଇଜିସି)ର ସପ୍ତମ ରାଉଣ୍ଡର ସହ-ଅଧ୍ୟକ୍ଷତା କରିଥିଲେ । ଭାରତ ପକ୍ଷରୁ ଏହି ପ୍ରତିନିଧି ଦଳରେ ପ୍ରତିରକ୍ଷା ମନ୍ତ୍ରୀ,ବୈଦେଶିକ ବ୍ୟାପାର ମନ୍ତ୍ରୀ,ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ,ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରୀ,ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ (MOS) ଏବଂ ଦକ୍ଷତା ବିକାଶ ମନ୍ତ୍ରୀ (MOS) ଏବଂ ଜର୍ମାନୀ ପକ୍ଷରୁ ଅର୍ଥନୈତିକ ବ୍ୟାପାର ଓ ଜଳବାୟୁ କାର୍ଯ୍ୟ ମନ୍ତ୍ରୀ,ବୈଦେଶିକ ବ୍ୟାପାର ମନ୍ତ୍ରୀ, ଶ୍ରମ ଓ ସାମାଜିକ ବ୍ୟାପାର ଏବଂ ଶିକ୍ଷା ଓ ଗବେଷଣା ମନ୍ତ୍ରୀ ସାମିଲ ଥିଲେ। ଏହା ସହିତ ଏହି ପ୍ରତିନିଧି ଦଳରେ ଜର୍ମାନ ପକ୍ଷରୁ ଅର୍ଥ,ପରିବେଶ, ପ୍ରକୃତି ସଂରକ୍ଷଣ,ପରମାଣୁ ନିରାପତ୍ତା ଏବଂ ଖାଉଟି ସୁରକ୍ଷା ଏବଂ ଅର୍ଥନୈତିକ ସହଯୋଗ ଓ ବିକାଶ ପାଇଁ ସଂସଦୀୟ ରାଜ୍ୟ ସଚିବ ଏବଂ ଉଭୟ ପକ୍ଷର ବରିଷ୍ଠ ଅଧିକାରୀମାନେ ସାମିଲ ଥିଲେ।

ଜର୍ମାନ ବ୍ୟବସାୟସମୂହର ୧୮ତମ ଏସିଆ - ପ୍ରଶାନ୍ତ ମହାସାଗରୀୟ ସମ୍ମିଳନୀ (ଏପିକେ ୨୦୨୪)ରେ ପ୍ରଧାନମନ୍ତ୍ରୀ

October 25th, 11:20 am

ମେୟର ଥିବା ସମୟରେ ତାଙ୍କର ପ୍ରଥମ ଭାରତ ଗସ୍ତ ଥିଲା ଏବଂ ପରବର୍ତ୍ତୀ ତିନି ଥର ଚାନସେଲର ଭାବରେ ତାଙ୍କ କାର୍ଯ୍ୟକାଳ ସମୟରେ ସେ ଆସିଛନ୍ତି, ଯାହା ଭାରତ-ଜର୍ମାନୀ ସମ୍ପର୍କ ଉପରେ ତାଙ୍କର ଗୁରୁତ୍ଵକୁ ଦର୍ଶାଏ ।

ଆସାମର ଜୋରହାଟରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 09th, 01:50 pm

ଆପଣମାନେ ସମସ୍ତେ ମୋତେ ଆଶୀର୍ବାଦ ଦେବା ପାଇଁ ଏତେ ସଂଖ୍ୟାରେ ଆସିଛନ୍ତି । ମୁଁ ମୁଣ୍ଡ ନୁଆଁଇ ଆପଣମାନକୁ କୃତଜ୍ଞତା ଜଣାଉଛି । ଆଉ ଏବେ ମୁଖ୍ୟମନ୍ତ୍ରୀ ମୋତେ କହୁଥିଲେ ଯେ ୨୦୦ଟି ସ୍ଥାନରେ ଲକ୍ଷ ଲକ୍ଷ ଲୋକ ବସିଛନ୍ତି, ଯେଉଁମାନେ ଭିଡିଓ ମାଧ୍ୟମରେ ଏହି ବିକାଶ ମହୋତ୍ସବରେ ଅଂଶୀଦାର ହେଉଛନ୍ତି । ମୁଁ ମଧ୍ୟ ସେମାନଙ୍କୁ ସ୍ୱାଗତ କରୁଛି। ଏବଂ ମୁଁ ଏହାକୁ ସୋସିଆଲ ମିଡିଆରେ ମଧ୍ୟ ଦେଖିଲି ... ଗୋଲାଘାଟବାସୀ କିପରି ହଜାର ହଜାର ଦୀପ ପ୍ରଜ୍ୱଳନ କରିଥିଲେ। ଆସାମବାସୀଙ୍କ ଏହି ସ୍ନେହ ଓ ଆତ୍ମୀୟତା ହିଁ ମୋର ସବୁଠାରୁ ବଡ଼ ସମ୍ପତ୍ତି। ଆଜି ମୁଁ ଆସାମବାସୀଙ୍କ ପାଇଁ ୧୭,୫୦୦ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବାର ସୁଯୋଗ ପାଇଛି । ଏଥିରେ ସ୍ୱାସ୍ଥ୍ୟ, ଗୃହ ନିର୍ମାଣ ଏବଂ ପେଟ୍ରୋଲିୟମ ସମ୍ବନ୍ଧୀୟ ପ୍ରକଳ୍ପ ଅନ୍ତର୍ଭୁକ୍ତ । ଏହା ଆସାମରେ ବିକାଶର ଗତିକୁ ଆହୁରି ତ୍ୱରାନ୍ୱିତ କରିବ । ଏହି ଉନ୍ନୟନମୂଳକ ପ୍ରକଳ୍ପ ପାଇଁ ମୁଁ ଆସାମର ସମସ୍ତ ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଉଛି ।

ଆସାମର ଜୋରହାଟରେ ୧୭,୫୦୦ କୋଟି ରୁ ଅଧିକ ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ

March 09th, 01:14 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆସାମର ଜୋରହାଟଠାରେ ୧୭,୫୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ଆଜିର ବିକାଶ ପ୍ରକଳ୍ପଗୁଡ଼ିକରେ ସ୍ୱାସ୍ଥ୍ୟ, ତୈଳ ଓ ଗ୍ୟାସ, ରେଳ ଏବଂ ଗୃହ ନିର୍ମାଣ କ୍ଷେତ୍ର ଅନ୍ତର୍ଭୁକ୍ତ ।

ଭାରତରେ ଚିତାବାଘଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ପ୍ରଧାନମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି

February 29th, 09:35 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତରେ ଚିତାବାଘଙ୍କ ବଢ଼ିଥିବା ସଂଖ୍ୟାକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି । ସେ କହିଛନ୍ତି ଯେ ଚିତାବାଘ ସଂଖ୍ୟାରେ ଏହି ଉଲ୍ଲେଖନୀୟ ବୃଦ୍ଧି ଜୈବ ବିବିଧତା ପ୍ରତି ଭାରତର ଅତୁଟ ସମର୍ପଣର ପ୍ରମାଣ ।

ଜି-୨୦ ୟୁନିଭର୍ସିଟି କନେକ୍ଟ ସମାପନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 26th, 04:12 pm

ଆସନ୍ତୁ ଗୋଟିଏ ମୁହୂର୍ତ୍ତ ପାଇଁ ଚିନ୍ତା କରିବା; ଆମେ ସେହି ଲୋକ ଯେଉଁମାନେ ଦେଶ ପାଇଁ ଜୀବନ ବଳିଦାନ ଦେବାର ସୁଯୋଗ ପାଇନାହୁଁ । ଭଗତ ସିଂହ, ସୁଖଦେବ, ଚନ୍ଦ୍ରଶେଖର ଓ ଆଜାଦଙ୍କୁ ଯେଉଁ ଭାଗ୍ୟ ମିଳିଥିଲା, ତାହା ଆମକୁ ମିଳିନଥିଲା। କିନ୍ତୁ ଆମେ ଭରତଙ୍କ ପାଇଁ ବଞ୍ଚିବାର ସୁଯୋଗ ପାଇଛୁ। ୧୦୦ ବର୍ଷ ପୁରୁଣାକୁ ଦେଖନ୍ତୁ ଏବଂ ୧୯୧୯, ୧୯୨୦, ୧୯୨୨, ୧୯୨୩, ୧୯୨୫ ମସିହାକୁ କଳ୍ପନା କରନ୍ତୁ । ସେହି ସମୟରେ ଯୁବକମାନେ ସ୍ଥିର କରିଥିଲେ ଯେ ଦେଶକୁ ମୁକ୍ତ କରିବା ପାଇଁ ଯାହା ବି କରିବାକୁ ପଡ଼ିବ ସେମାନେ କରିବେ। ସେମାନେ ଯାହା ବାଟ ପାଇବେ ତାହାକୁ ବ୍ୟବହାର କରିବେ। ଆଉ ସେହି ସମୟର ଯୁବକମାନେ ସେମାନଙ୍କ ଯାତ୍ରା ଆରମ୍ଭ କରିଥିଲେ । ସେମାନେ ସେମାନଙ୍କ ବହିଗୁଡ଼ିକୁ ଆଲମାରୀରେ ବନ୍ଦ କରି ଦେଉଥିଲେ ଏବଂ ସେମାନେ ଜେଲ୍ ଯିବାକୁ ପସନ୍ଦ କରୁଥିଲେ। ସେମାନେ ଫାଶୀ ଦଣ୍ଡ ଭୋଗିବାକୁ ପସନ୍ଦ କରୁଥିଲେ। ସେମାନେ ନିଜ ପାଇଁ ଯାହା ବି ରାସ୍ତା ପାଊଥିଲେ, ସେହି ରାସ୍ତାରେ ଚାଲୁଥିଲେ। ପ୍ରାୟ ୧୦୦ ବର୍ଷ ପୂର୍ବେ ସାହସିକତା ଚରମ ସୀମାରେ ପହଞ୍ଚିଥିଲା; ବଳିଦାନର ବାତାବରଣ ସୃଷ୍ଟି ହେଲା; ମାତୃଭୂମି ପାଇଁ ମରିବାର ଇଚ୍ଛା ଦୃଢ଼ ହୋଇଗଲା; ଏବଂ ୨୫ ବର୍ଷ ମଧ୍ୟରେ ଦେଶ ସ୍ୱାଧୀନ ହେଲା । ଏହା ଘଟିଲା କି ନାହିଁ ସାଥୀମାନେ, ସେମାନଙ୍କ ପ୍ରୟାସ ଯୋଗୁଁ ଏହା ଘଟିଛି କି ନାହିଁ? ସେହି ୨୫ ବର୍ଷ ମଧ୍ୟରେ ଯେଉଁ ଦେଶବ୍ୟାପୀ ଉତ୍ସାହ ସୃଷ୍ଟି ହୋଇଥିଲା ତାହା ୧୯୪୭ମସିହାରେ ଦେଶକୁ ସ୍ୱାଧୀନତା ଦେଇଥିଲା।

ଜି - ୨୦ ବିଶ୍ୱବିଦ୍ୟାଳୟ କନେକ୍ଟ ଫିନାଲେକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

September 26th, 04:11 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଜି -୨୦ ବିଶ୍ୱବିଦ୍ୟାଳୟ କନେକ୍ଟ ଫିନାଲେ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ଭାରତର ଯୁବବର୍ଗଙ୍କ ମଧ୍ୟରେ ଭାରତର ଜି - ୨୦ ଅଧ୍ୟକ୍ଷତା ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ବିଭିନ୍ନ ଜି-୨୦ କାର୍ଯ୍ୟକ୍ରମରେ ସେମାନଙ୍କ ଅଂଶଗ୍ରହଣ ବୃଦ୍ଧି କରିବା ଉଦ୍ଦେଶ୍ୟରେ ଜି-୨୦ ବିଶ୍ୱବିଦ୍ୟାଳୟ ସଂଯୋଗ କାର୍ଯ୍ୟକ୍ରମ ହାତକୁ ନିଆ ଯାଇଥିଲା । ଏହି ଅବସରରେ ପ୍ରଧାନମନ୍ତ୍ରୀ ଜି-୨୦ ଭାରତ ଅଧ୍ୟକ୍ଷତାର ବୃହତ୍ ସଫଳତା : ଦୂରଦର୍ଶୀ ନେତୃତ୍ୱ, ଅନ୍ତର୍ଭୁକ୍ତି ଆଭିମୁଖ୍ୟ , ଭାରତର ଜି -୨୦ ଅଧ୍ୟକ୍ଷତା: ବସୁଧୈବ କୁଟୁମ୍ବକମ୍‌; ଜି-୨୦ ବିଶ୍ୱବିଦ୍ୟାଳୟ ସଂଯୋଗ କାର୍ଯ୍ୟକ୍ରମର ସଂକଳନ; ଏବଂ ଜି-୨୦ରେ ଭାରତୀୟ ସଂସ୍କୃତି ପ୍ରଦର୍ଶନ ଶୀର୍ଷକ ୪ଟି ପ୍ରକାଶନକୁ ଉନ୍ମୋଚନ କରିଥିଲେ ।