ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’

June 29th, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆପଣ ସମସ୍ତଙ୍କୁ ସ୍ୱାଗତ, ଅଭିନନ୍ଦନ। ଆପଣମାନେ ଏବେ ଯୋଗର ଶକ୍ତି ଏବଂ ‘ଆନ୍ତର୍ଜାତିକ ଯୋଗଦିବସ’ର ସ୍ମୃତିରେ ପରିପୂର୍ଣ୍ଣ ଥିବ । ଏଥର ମଧ୍ୟ ଜୁନ୍ ୨୧ ତାରିଖ ଦିନ ଦେଶ-ଦୁନିଆର କୋଟି କୋଟି ଲୋକେ ‘ଆନ୍ତର୍ଜାତିକ ଯୋଗ ଦିବସ’ରେ ଅଂଶଗ୍ରହଣ କଲେ । ଆପଣମାନଙ୍କର ମନେଥିବ, ୧୦ ବର୍ଷ ପୂର୍ବେ ଏହାର ଶୁଭାରମ୍ଭ ହୋଇଥିଲା । ଏବେ ୧୦ ବର୍ଷରେ ଏହି ପରମ୍ପରା ପୂର୍ବବର୍ଷ ଅପେକ୍ଷା ଅଧିକରୁ ଅଧିକ ଭବ୍ୟ ହୋଇଚାଲିଛି । ଏହା ଏ ଦିଗକୁ ମଧ୍ୟ ସଂକେତ କରୁଛି କି ଅଧିକରୁ ଅଧିକ ଲୋକ ନିଜ ଦୈନନ୍ଦିନ ଜୀବନରେ ଯୋଗକୁ ଆପଣାଉଛନ୍ତି । ଆମେମାନେ ଏଥର ମଧ୍ୟ ଯୋଗ ଦିବସର ଅନେକ ଚିତ୍ତାକର୍ଷକ ଛବି ଦେଖିଛୁ । ବିଶାଖାପାଟନମର ସମୁଦ୍ରକୂଳରେ ୩ ଲକ୍ଷ ଲୋକ ଏକାଠି ଯୋଗାଭ୍ୟାସ କଲେ । ବିଶାଖାପାଟନମଠାରୁ ହିଁ ଆଉ ଏକ ଚମତ୍କାର ଦୃଶ୍ୟ ଦେଖିବାକୁ ମିଳିଲା । ଦୁଇ ହଜାରରୁ ଅଧିକ ଆଦିବାସୀ ଛାତ୍ରମାନେ ୧୦୮ ମିନିଟ୍ ପର୍ଯ୍ୟନ୍ତ ୧୦୮ ଥର ସୂର୍ଯ୍ୟ ନମସ୍କାର କଲେ । ଚିନ୍ତା କରନ୍ତୁ ତ, କେତେ ଶୃଙ୍ଖଳା, କେତେ ସମର୍ପଣ ଭାବ ରହିଥିବ ତାଙ୍କର । ଆମର ନୌବାହିନୀର ଜାହାଜ ଉପରେ ମଧ୍ୟ ଯୋଗର ଭବ୍ୟ ଦୃଶ୍ୟମାନ ଦେଖିବାକୁ ମିଳିଲା । ତେଲଙ୍ଗାନାରେ ୩ ହଜାର ଦିବ୍ୟାଙ୍ଗ ସାଥୀମାନେ ଏକସଙ୍ଗେ ଯୋଗ ଶିବିରରେ ଅଂଶଗ୍ରହଣ କଲେ । ସେମାନେ ଦେଖାଇଦେଲେ ଯେ ଯୋଗ କେଉଁଭଳି ଭାବରେ ସଶକ୍ତିକରଣର ମଧ୍ୟ ଗୋଟିଏ ମାଧ୍ୟମ । ଦିଲ୍ଲୀର ଜନସାଧାରଣ ଯୋଗକୁ ସ୍ୱଚ୍ଛ ଯମୁନା ସଂକଳ୍ପ ସହ ସଂଯୁକ୍ତ କଲେ ଏବଂ ଯମୁନା କୂଳରେ ଯାଇ ଯୋଗାଭ୍ୟାସ କଲେ । ଜମ୍ମୁ କାଶ୍ମୀରରେ ଚେନ୍ନାବ ପୋଲ ଯାହା ବିଶ୍ୱର ସବୁଠାରୁ ଉଚ୍ଚତା ବିଶିଷ୍ଟ ରେଳପୋଲ, ସେଠାରେ ମଧ୍ୟ ଲୋକେ ଯୋଗାଭ୍ୟାସ କଲେ । ହିମାଳୟର ବରଫାବୃତ ଶିଖର ଏବଂ ITBPର ଯବାନ, ସେଠାରେ ମଧ୍ୟ ଯୋଗାଭ୍ୟାସ ଦେଖିବାକୁ ମିଳିଲା, ସାହାସ ଏବଂ ସାଧନା ଏକାଠି ଦେଖିବାକୁ ମିଳିଲା । ଗୁଜୁରାଟର ଜନସାଧାରଣ ମଧ୍ୟ ଏକ ନୂତନ ଇତିହାସ ସୃଷ୍ଟି କଲେ । ୱଡନଗରରେ ୨୧୨୧ (ଦୁଇହଜାର ଶହେ ଏକୋଇଶ) ଜଣ ଏକସଙ୍ଗେ ଭୁଜଙ୍ଗାସନ କଲେ ଏବଂ ନୂତନ ରେକର୍ଡ ସୃଷ୍ଟି କଲେ । ନ୍ୟୁୟର୍କ, ଲଣ୍ଡନ, ଟୋକିଓ, ପ୍ୟାରିସ୍, ବିଶ୍ୱର ପ୍ରତ୍ୟେକ ବଡ଼ ସହରରୁ ଯୋଗର ଛବି ଆସିଲା ଏବଂ ପ୍ରତ୍ୟେକ ଛବିରେ ଗୋଟିଏ ବିଶେଷ କଥା ଦେଖିବାକୁ ମିଳିଲା ତାହା ହେଉଛି ଶାନ୍ତି, ସ୍ଥିରତା ଏବଂ ସନ୍ତୁଳନ । ଏଥରର ଥିମ୍ ମଧ୍ୟ ବହୁତ ସ୍ୱତନ୍ତ୍ର ଥିଲା, ‘Yoga for One Earth, One Health’, ଅର୍ଥାତ୍, ‘ଏକ ପୃଥିବୀ – ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ’ । ଏହା କେବଳ ଏକ ସ୍ଲୋଗାନ ନୁହେଁ, ଏହା ଏକ ଦିଗ ଯାହା ଆମକୁ ‘ବସୁଧୈବ କୁଟୁମ୍ବକମ୍’ର ଅନୁଭୂତି ପ୍ରଦାନ କରୁଛି । ଏଥରର ଯୋଗ ଦିବସର ଭବ୍ୟତା ଅଧିକରୁ ଅଧିକ ଲୋକଙ୍କ ଦ୍ୱାରା ଯୋଗକୁ ଆପଣାଇବାକୁ ନିଶ୍ଚୟ ପ୍ରେରଣା ଯୋଗାଇବ ବୋଲି ମୋର ବିଶ୍ୱାସ ।

କେନ୍ଦ୍ର ଓ ଆସାମର ଏନ୍‌ଡିଏ ସରକାର ବୋଡୋ ସମ୍ପ୍ରଦାୟକୁ ସଶକ୍ତ କରିବା ଏବଂ ବୋଡୋ ଆକାଂକ୍ଷା ପୂରଣ କରିବା ପାଇଁ ନିରନ୍ତର କାର୍ଯ୍ୟ କରୁଛନ୍ତି ଓ ଏହି କାର୍ଯ୍ୟ ଅଧିକ ଉତ୍ସାହର ସହ ଜାରି ରହିବ : ପ୍ରଧାନମନ୍ତ୍ରୀ

February 15th, 04:08 pm

ଫେବୃଆରୀ ୧୭ରେ କୋକରାଝାରେ ଅନୁଷ୍ଠିତ ହେବାକୁ ଥିବାଐତିହାସିକ ଏକ ଦିନିଆ ସ୍ୱତନ୍ତ୍ର ବିଧାସନଭା ଅଧିବେଶନକୁପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି ।