ନୂଆଦିଲ୍ଲୀରେ ଅନ୍ତର୍ଜାତୀୟ ଆର୍ଯ୍ୟ ମହାସମ୍ମିଳନୀ ୨୦୨୫କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

October 31st, 06:08 pm

ଶ୍ରୀ ମୋଦୀ ମନେ ପକାଇଛନ୍ତି ଯେ ଗତ ବର୍ଷ, ଗୁଜରାଟରେ ମହର୍ଷି ଦୟାନନ୍ଦ ସରସ୍ୱତୀ ଜୀଙ୍କ ଜନ୍ମସ୍ଥାନରେ ଏକ ବିଶେଷ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ସେ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଅଂଶଗ୍ରହଣ କରିଥିଲେ। ପୂର୍ବରୁ, ତାଙ୍କୁ ଦିଲ୍ଲୀରେ ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ୨୦୦ତମ ଜନ୍ମବାର୍ଷିକୀ ସମାରୋହ ଉଦଘାଟନ କରିବାର ସୌଭାଗ୍ୟ ମିଳିଥିଲା। ସେ କହିଥିଲେ ଯେ ସେଠାରେ ଉଚ୍ଚାରିତ ବୈଦିକ ମନ୍ତ୍ର ଓ ଯଜ୍ଞାନୁଷ୍ଠାନର ଉର୍ଜ୍ଜାକୁ ସେ ଏବେ ବି ଅନୁଭବ କରିପାରୁଛନ୍ତି, ଯେପରିକି ତାହା ଗତକାଲି ଅନୁଷ୍ଠିତ ହୋଇଥିଲା ।

Our government is making the vision of women-led development the axis of development: PM Modi in Bhopal, Madhya Pradesh

May 31st, 11:00 am

PM Modi participated in the Devi Ahilyabai Mahila Sashaktikaran Mahasammelan and launched multiple projects in Bhopal, Madhya Pradesh. Quoting Devi Ahilyabai, he reiterated that true governance means serving the people and improving their lives. Emphasising the government’s commitment to increasing women's participation in policymaking, the PM highlighted the progressive steps taken over the past decade.

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ପ୍ରଦେଶର ଭୋପାଳ ଠାରେ ଲୋକମାତା ଦେବୀ ଅହିଲ୍ୟାବାଇ ହୋଲକରଙ୍କ 300ତମ ଜନ୍ମବାର୍ଷିକୀ ଅବସରରେ ମହିଳା ସଶକ୍ତୀକରଣ ମହାସମ୍ମେଳନକୁ ସମ୍ବୋଧିତ କରିଛନ୍ତି

May 31st, 10:27 am

ଲୋକମାତା ଦେବୀ ଅହିଲ୍ୟାବାଇ ହୋଲକରଙ୍କ 300ତମ ଜନ୍ମବାର୍ଷିକୀ ଅବସରରେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଭୋପାଳରେ ଲୋକମାତା ଦେବୀ ଅହିଲ୍ୟାବାଇ ମହିଳା ସଶକ୍ତୀକରଣ ମହାସମ୍ମେଳନକୁ ସମ୍ବୋଧିତ କରିଥିଲେ। ସେ ଭୋପାଳରେ ଅନେକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ ମଧ୍ୟ କରିଥିଲେ। ଏହି କାର୍ଯ୍ୟକ୍ରମରେ ସେ 'ମା ଭାରତୀ'ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଏବଂ ଭାରତର ମହିଳାମାନଙ୍କ ଶକ୍ତିକୁ ସ୍ୱୀକାର କରି ତାଙ୍କ ବକ୍ତବ୍ୟ ଆରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଆଶୀର୍ବାଦ ଦେବାକୁ ଆସିଥିବା ଭଉଣୀ ଏବଂ ଝିଅମାନଙ୍କର ବିଶାଳ ସମାବେଶ ପାଇଁ ସେ କୃତଜ୍ଞତା ପ୍ରକାଶ କରିଥିଲେ, କହିଥିଲେ ଯେ ସେମାନଙ୍କ ଉପସ୍ଥିତିରେ ସେ ସମ୍ମାନିତ ଅନୁଭବ କରୁଛନ୍ତି। ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ ଯେ, ଆଜି ଲୋକମାତା ଦେବୀ ଅହିଲ୍ୟାବାଇ ହୋଲକରଙ୍କ 300ତମ ଜନ୍ମବାର୍ଷିକୀ, 140 କୋଟି ଭାରତୀୟଙ୍କ ପାଇଁ ପ୍ରେରଣାର ଏକ ଅବସର ଏବଂ ରାଷ୍ଟ୍ର ନିର୍ମାଣର ସ୍ମାରକୀ ପ୍ରୟାସରେ ଯୋଗଦାନ ଦେବାର ଏକ ମୁହୂର୍ତ୍ତ। ଦେବୀ ଅହିଲ୍ୟାବାଇଙ୍କ ଉଦ୍ଧୃତି ଦେଇ, ସେ ପୁନର୍ବାର କହିଥିଲେ ଯେ, ପ୍ରକୃତ ଶାସନ ଅର୍ଥ ହେଉଛି ଲୋକଙ୍କ ସେବା କରିବା ଏବଂ ସେମାନଙ୍କ ଜୀବନକୁ ଉନ୍ନତ କରିବା। ସେ ମନ୍ତବ୍ୟ ଦେଇଥିଲେ ଯେ, ଆଜିର କାର୍ଯ୍ୟକ୍ରମ ତାଙ୍କ ଦୃଷ୍ଟିକୋଣକୁ ପ୍ରତିଫଳିତ କରେ ଏବଂ ତାଙ୍କ ଆଦର୍ଶକୁ ଆଗକୁ ବଢ଼ାଏ। ପ୍ରଧାନମନ୍ତ୍ରୀ ଇନ୍ଦୋର ମେଟ୍ରୋର ଶୁଭାରମ୍ଭ ଏବଂ ଦାତିଆ ଏବଂ ସତନା ପାଇଁ ବିମାନ ସଂଯୋଗୀକରଣ ସମ୍ପର୍କରେ ଉଲ୍ଲେଖ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ, ଏହି ପ୍ରକଳ୍ପଗୁଡ଼ିକ ମଧ୍ୟପ୍ରଦେଶରେ ଭିତ୍ତିଭୂମିକୁ ବୃଦ୍ଧି କରିବ, ବିକାଶକୁ ତ୍ୱରାନ୍ୱିତ କରିବ ଏବଂ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ସେ ଉପସ୍ଥିତ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’

March 30th, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜିର ଏହି ପବିତ୍ର ଦିନରେ ମୋତେ ଆପଣମାନଙ୍କ ସହ ମନର କଥା ହେବାକୁ ସୁଯୋଗ ମିଳିଛି । ଆଜି ହେଉଛି ଚୈତ୍ର ମାସ ଶୁକ୍ଳପକ୍ଷ ପ୍ରତିପଦା ତିଥି । ଆଜିଠାରୁ ଚୈତ୍ର ନବରାତ୍ର ଆରମ୍ଭ ହେଉଛି । ଆଜିଠାରୁ ଭାରତୀୟ ନବବର୍ଷ ମଧ୍ୟ ଆରମ୍ଭ ହେଉଛି । ଏଥର ବିକ୍ରମ ସମ୍ବତ୍ସର ୨୦୮୨ ଆରମ୍ଭ ହେଉଛି । ବର୍ତ୍ତମାନ ମୋ ଆଗରେ ଆପଣମାନଙ୍କର ଅନେକ ଚିଠି ରହିଛି । କିଛି ବିହାରରୁ ଆସିଛି, କିଛି ପଶ୍ଚିମବଙ୍ଗରୁ, କିଛି ତାମିଲନାଡ଼ୁରୁ ଆସିଛି ତ ଆଉ କିଛି ଗୁଜରାଟରୁ । ଏସବୁରେ ଖୁବ ଆକର୍ଷକ ଢଙ୍ଗରେ ଲୋକେ ନିଜର ମନର କଥା ଲେଖି ପଠାଇଛନ୍ତି । ଅନେକ ଚିଠିରେ ଶୁଭେଚ୍ଛା ଓ ଅଭିନନ୍ଦନ ବାର୍ତ୍ତା ମଧ୍ୟ ରହିଛି । କିଛି ବାର୍ତ୍ତା ଆପଣମାନଙ୍କୁ ଶୁଣାଇବାକୁ ମୋର ଇଚ୍ଛା ହେଉଛି ।

ଗୁଜରାଟର ନବସାରୀରେ ଉନ୍ନୟନ ମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ।

March 08th, 11:50 am

ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ନବସାରୀସାଂସଦ ତଥା କେନ୍ଦ୍ର ସରକାରଙ୍କ ମୋର ସହକର୍ମୀ, କେନ୍ଦ୍ରମନ୍ତ୍ରୀ ଭାଇ ସିଆର ପାଟିଲ, ମଞ୍ଚରେ ଉପସ୍ଥିତ ଥିବା ପଞ୍ଚାୟତର ସଦସ୍ୟ ଏବଂ ଲକ୍ଷପତି ଦିଦିମାନେ , ଅନ୍ୟ ଜନପ୍ରତିନିଧି ଏବଂ ଏଠାରେ ବହୁ ସଂଖ୍ୟକ ଉପସ୍ଥିତ ଥିବା ଲୋକଙ୍କୁ, ବିଶେଷକରି ମୋ ମାଆ, ଭଉଣୀ ଏବଂ ଝିଅମାନଙ୍କୁ ଅଭିନନ୍ଦନ!

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ନବସାରୀରେ ଉନ୍ନୟନ ମୂଳକ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି

March 08th, 11:45 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ନବସାରୀ ଠାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି । ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ସେ ବହୁ ସଂଖ୍ୟାରେ ଯୋଗ ଦେଇଥିବା ମା', ଭଉଣୀ ଓ ଝିଅଙ୍କ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ପାଇଁ କୃତଜ୍ଞତା ଜ୍ଞାପନ କରିବା ସହ ଏହି ସ୍ୱତନ୍ତ୍ର ଦିବସରେ ଦେଶର ସମସ୍ତ ମହିଳାଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ ଆହୁରି ମଧ୍ୟ କହିଛନ୍ତି ଯେ ମହାକୁମ୍ଭରେ ତାଙ୍କୁ ମା' ଗଙ୍ଗା ଆଶୀର୍ବାଦ ଦେଇଥିବା ବେଳେ ଆଜି ମାତୃଶକ୍ତିର ମହାକୁମ୍ଭରେ ତାଙ୍କୁ ଆଶୀର୍ବାଦ ମିଳିଛି। ପ୍ରଧାନମନ୍ତ୍ରୀ ଆଜି ଗୁଜରାଟରେ ଦୁଇଟି ଯୋଜନା, ଜି - ସଫଲ (ଗୁଜରାଟ ସ୍କିମ୍ ଫର୍ ଅ​‌ନ୍ତୋଦୟ ଫାମିଲିଜ୍ ଫର୍ ଅଗମେଣ୍ଟିଂ ଲାଇଭଲିହୁଡ୍) ଏବଂ ଜି - ମୈତ୍ରୀ (ଗୁଜରାଟ ମେଣ୍ଟରସିପ୍ ଆଣ୍ଡ୍ ଆକ୍ସିଲରେସନ୍ ଅଫ୍ ଇଣ୍ଡିଭିଜୁଆଲ୍ ଫର ଟ୍ରାନ୍ସଫର୍ମିଂ ରୁରାଲ ଇନକମ୍) ଶୁଭାରମ୍ଭ ଉପରେ ଆଲୋକପାତ କରିଥିଲେ । ବିଭିନ୍ନ ଯୋଜନାର ଅର୍ଥ ସିଧାସଳଖ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି ବୋଲି ଉଲ୍ଲେଖ କରିବା ସହ ଏହି ସଫଳତା ପାଇଁ ସେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଚଳିତ କେନ୍ଦ୍ରୀୟ କ୍ଷେତ୍ର ଯୋଜନା ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମଏଫବିୱାଇ) ଏବଂ ପୁନର୍ଗଠିତ ପାଣିପାଗ ଆଧାରିତ ଫସଲ ବୀମା ଯୋଜନା (ଆରଡବ୍ଲୁବିସିଆଇଏସ)ର କାର୍ଯ୍ୟକାରିତା ପାଇଁ ଏଥିରେ ବୈଶିଷ୍ଟ୍ୟ/ବ୍ୟବସ୍ଥାର ପରିବର୍ତ୍ତନ/ସଂଯୋଗକୁ କ୍ୟାବିନେଟ ମଞ୍ଜୁରି

January 01st, 03:07 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଏବଂ ପୁନର୍ଗଠିତ ପାଣିପାଗ ଆଧାରିତ ଫସଲ ବୀମା ଯୋଜନାକୁ ୨୦୨୧-୨୨ ଠାରୁ ୨୦୨୫-୨୬ ପର୍ଯ୍ୟନ୍ତ ଜାରି ରଖିବାକୁ ମଞ୍ଜୁର କରିଛି । ଏହି ନିଷ୍ପତ୍ତି ୨୦୨୫-୨୬ ପର୍ଯ୍ୟନ୍ତ ସାରା ଦେଶର କୃଷକମାନଙ୍କ ପାଇଁ ଅଣ-ପ୍ରତିରୋଧଯୋଗ୍ୟ ପ୍ରାକୃତିକ ବିପର୍ଯ୍ୟୟରୁ ଫସଲ ପ୍ରତି ସୃଷ୍ଟି ହେଉଥିବା ବିପଦ ବିରୋଧରେ ବୀମା ଯୋଗାଇବାରେ ସାହାଯ୍ୟ କରିବ।

Ken-Betwa Link Project will open new doors of prosperity in Bundelkhand region: PM in Khajuraho, MP

December 25th, 01:00 pm

PM Modi inaugurated and laid the foundation stone of multiple development projects in Khajuraho. Highlighting that Shri Vajpayee's government in the past had seriously begun addressing water-related challenges, but were sidelined after 2004, the PM stressed that his government was now accelerating the campaign to link rivers across the country. He added that the Ken-Betwa Link Project is about to become a reality, opening new doors of prosperity in the Bundelkhand region.

ମଧ୍ୟପ୍ରଦେଶର ଖଜୁରାହୋଠାରେ କେନ-ବେତଓ୍ବା ନଦୀ ସଂଯୋଗୀକରଣ ଜାତୀୟ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

December 25th, 12:30 pm

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜନ୍ମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଖଜୁରାହୋଠାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ଲୋକମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଭାରତ ଓ ସମଗ୍ର ବିଶ୍ବର ଖ୍ରୀଷ୍ଟିଆନମାନଙ୍କୁ ଖ୍ରୀଷ୍ଟମାସର ଅଭିନନ୍ଦନ ଜଣାଇଛନ୍ତି । ରାଜ୍ୟରେ ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବଙ୍କ ନେତୃତ୍ବାଧୀନ ସରକାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ସେ ମଧ୍ୟପ୍ରଦେଶର ଲୋକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ସେ କହିଥିଲେ ଯେ ଗତ ଏକ ବର୍ଷ ମଧ୍ୟରେ ନୂଆ ନୂଆ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟକାରୀ ହେବା ସହ ବିକାଶମୂଳକ କାର୍ଯ୍ୟ ତ୍ବରାନ୍ବିତ ହୋଇଛି । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ଐତିହାସିକ କେନ-ବେତଓ୍ବା ନଦୀ ସଂଯୋଗୀକରଣ ପ୍ରକଳ୍ପ, ଦୌଧନ ଡ୍ୟାମ ଓ ମଧ୍ୟପ୍ରଦେଶର ପ୍ରଥମ ଭାସମାନ ସୌର ପ୍ରକଳ୍ପ ଓମକାରେଶ୍ବର ଭାସମାନ ସୌର ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି । ଏଥିପାଇଁ ସେ ମଧ୍ୟପ୍ରଦେଶ ଲୋକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।

The BJP government in Gujarat has prioritised water from the very beginning: PM Modi in Amreli

October 28th, 04:00 pm

PM Modi laid the foundation stone and inaugurated various development projects worth over Rs 4,900 crores in Amreli, Gujarat. The Prime Minister highlighted Gujarat's remarkable progress over the past two decades in ensuring water reaches every household and farm, setting an example for the entire nation. He said that the state's continuous efforts to provide water to every corner are ongoing and today's projects will further benefit millions of people in the region.

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆଜି ଗୁଜରାଟର ଅମରେଲିଠାରେ ୪,୯୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ

October 28th, 03:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଅମରେଲିଠାରେ ୪ ହଜାର ୯୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଆଜିର ଏହି ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକ ମଧ୍ୟରେ ରେଳବାଇ, ସଡ଼କ, ଜଳ ବିକାଶ ଓ ପର୍ଯ୍ୟଟନ ଆଦି କ୍ଷେତ୍ରର ପ୍ରକଳ୍ପଗୁଡ଼ିକ ଅନ୍ତର୍ଭୁକ୍ତ । ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ରାଜ୍ୟର ଅମରେଲି, ଜାମନଗର, ମୋର୍ବି, ଦେବଭୂମି ଦ୍ୱାରକା, ଜୁନାଗଡ଼, ପୋରବନ୍ଦର, କଚ୍ଛ ଏବଂ ବୋଟାଦ ଆଦି ଜିଲ୍ଳାର ଜନସାଧାରଣ ପ୍ରତ୍ୟକ୍ଷ ଭାବରେ ଉପକୃତ ହୋଇପାରିବେ ।

'ମନ୍ କୀ ବାତ୍'ର ଶ୍ରୋତାମାନେ ହିଁ ଏହି କାର୍ଯ୍ୟକ୍ରମର ପ୍ରକୃତ ଉପସ୍ଥାପକ: ପ୍ରଧାନମନ୍ତ୍ରୀ ମୋଦୀ

September 29th, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ପୁଣିଥରେ ଆମମାନଙ୍କୁ ଏକାଠି ହେବାର ସୁଯୋଗ ମିଳିଛି । ଆଜିର ଅଧ୍ୟାୟ ମୋତେ ଭାବପ୍ରବଣ କରୁଛି, ମୋତେ ଅନେକ ପୁରୁଣା ସ୍ମୃତିଗର୍ଭକୁ ନେଇଯାଉଛି, କାରଣ ଏହା ଯେ, ‘ମନ୍ କି ବାତ୍’ର ଆମର ଏହି ଯାତ୍ରା ୧୦ ବର୍ଷ ପୂରଣ କରିଛି । ୧୦ ବର୍ଷ ପୂର୍ବେ ‘ମନ୍ କି ବାତ୍’ର ଶୁଭାରମ୍ଭ ଅକ୍ଟୋବର ୩ ତାରିଖ ବିଜୟାଦଶମୀ ଦିନ ହୋଇଥିଲା ଏବଂ ଏହା ମଧ୍ୟ ଏକ ପବିତ୍ର ସଂଯୋଗ ଯେ, ଏ ବର୍ଷ ଅକ୍ଟୋବର ୩ ତାରିଖ ଦିନ ‘ମନ୍ କି ବାତ୍’କୁ ୧୦ ବର୍ଷ ପୂରଣ ହେଉଥିବାବେଳେ ନବରାତ୍ରର ପ୍ରଥମ ଦିନ ହୋଇଥିବ । ‘ମନ୍ କି ବାତ୍’ର ଏହି ସୁଦୀର୍ଘ ଯାତ୍ରାର ଏଭଳି ଅନେକ ପର୍ଯ୍ୟାୟ ରହିଛି, ଯାହାକୁ ମୁଁ କେବେହେଲେ ଭୁଲିପାରିବି ନାହିଁ । ‘ମନ୍ କି ବାତ୍’ର କୋଟି କୋଟି ଶ୍ରୋତା ଆମର ଏହି ଯାତ୍ରାର ଏଭଳି ସାଥି, ଯେଉଁମାନଙ୍କ ଠାରୁ ମୋତେ ନିରନ୍ତର ସହଯୋଗ ମିଳିଛି । ଦେଶର କୋଣ-ଅନୁକୋଣରୁ ସେମାନେ ତଥ୍ୟ ଉପଲବ୍ଧ କରାଇଛନ୍ତି । ‘ମନ୍ କି ବାତ୍’ର ଶ୍ରୋତାମାନେ ହିଁ ହେଉଛନ୍ତି ଏହି କାର୍ଯ୍ୟକ୍ରମର ପ୍ରକୃତ ସୂତ୍ରଧର । ସାଧାରଣତଃ ଏମିତି ଗୋଟିଏ ଧାରଣା ସୃଷ୍ଟି ହୋଇଛି ଯେ, କିଛି ମସଲାଯୁକ୍ତ ଚଟପଟି କଥା, କିମ୍ବା କିଛି ନକାରାତ୍ମକ କଥା ନ ଥିବା ଯାଏ ତାହାକୁ ଗୁରୁତ୍ୱ ଦିଆଯାଇନଥାଏ । କିନ୍ତୁ, ‘ମନ୍ କି ବାତ୍’ ଏହା ପ୍ରମାଣିତ କରିଛି ଯେ, ଦେଶର ଲୋକେ ସକାରାତ୍ମକ ତଥ୍ୟ ଜାଣିବା ପାଇଁ କେତେ ଅଧିକ ଉତ୍ସୁକ । ସକାରାତ୍ମକ କଥା, ପ୍ରେରଣାଦାୟୀ ଉଦାହରଣ, ପ୍ରୋତ୍ସାହିତ କରୁଥିବା କଥା ଲୋକଙ୍କୁ ବେଶ୍ ଭଲ ଲାଗିଥାଏ । ଯେମିତିକି ଗୋଟିଏ ପକ୍ଷୀ, ଯାହାର ନାଁ ଚକୋର । ତା’ ବିଷୟରେ କୁହାଯାଏ ଯେ, ସେ କେବଳ ବର୍ଷାଜଳ ପାନ କରିଥାଏ । ‘ମନ୍ କି ବାତ୍’ରେ ଆମେ ଦେଖିଲୁ ଯେ, ଲୋକେ ମଧ୍ୟ ଚକୋର ପକ୍ଷୀ ଭଳି ଦେଶର ଉପଲବ୍ଧି କଥା, ଲୋକଙ୍କ ସାମୁହିକ ଉପଲବ୍ଧି କଥା କେତେ ଗର୍ବର ସହିତ ଶୁଣୁଛନ୍ତି । ‘ମନ୍ କି ବାତ୍’ର ୧୦ ବର୍ଷର ଯାତ୍ରା ଏଭଳି ଏକ ମାଳ ଗୁନ୍ଥିଦେଇଛି, ଯେଉଁଥିରେ ପ୍ରତ୍ୟେକ ଅଧ୍ୟାୟ ସହ ନୂଆ କାହାଣୀ, ନୂଆ କୀର୍ତ୍ତିମାନ, ନୂତନ ବ୍ୟକ୍ତିତ୍ୱ ଯୋଡ଼ି ହୋଇଚାଲିଛନ୍ତି । ଆମ ସମାଜରେ ସାମୂହିକତାର ଭାବନା ସହ ଯାହା କିଛି କାର୍ଯ୍ୟ ହେଉଛି, ତାହାକୁ ‘ମନ୍ କି ବାତ୍’ ଜରିଆରେ ସମ୍ମାନ ପ୍ରାପ୍ତ ହୋଇଛି । ‘ମନ୍ କି ବାତ୍’ ପାଇଁ ଆସିଥିବା ଚିଠିଗୁଡ଼ିକ ପଢ଼ିବା ସମୟରେ ମୋ ମନ ବି ଗର୍ବରେ ଭରିଯାଏ । ଆମ ଦେଶରେ ଅନେକ ପ୍ରତିଭାଶାଳୀ ବ୍ୟକ୍ତି ଅଛନ୍ତି, ଯେଉଁମାନଙ୍କ ମନରେ ଦେଶ ଓ ସମାଜସେବା କରିବାର ଉତ୍ସାହ ଭରି ରହିଛି । ସେମାନେ ନିଃସ୍ୱାର୍ଥ ଭାବରେ ଜନସାଧାରଣଙ୍କ ସେବା କରିବାରେ ନିଜର ସମ୍ପୂର୍ଣ୍ଣ ଜୀବନ ସମର୍ପି ଦେଉଛନ୍ତି । ସେମାନଙ୍କ ବିଷୟରେ ଜାଣି ମୋ ମଧ୍ୟରେ ଶକ୍ତିର ଭରପୁର ସଂଚାର ହୋଇଯାଉଛି । ‘ମନ୍ କି ବାତ୍’ର ଏହି ସମ୍ପୂର୍ଣ୍ଣ ପ୍ରକ୍ରିୟା ମୋ ପାଇଁ ମନ୍ଦିରକୁ ଯାଇ ଦେବଦର୍ଶନ କରିବା ସଦୃଶ । ‘ମନ୍ କି ବାତ୍’ର ପ୍ରତ୍ୟେକ କଥାକୁ, ପ୍ରତ୍ୟେକ ଘଟଣାକୁ, ପ୍ରତ୍ୟେକ ଚିଠିକୁ ଯେତେବେଳେ ମୁଁ ମନେପକାଉଛି, ସେତେବେଳେ ମୋତେ ଲାଗୁଛି ଯେ, ଜନତା-ଜନାର୍ଦ୍ଦନ, ଯେଉଁମାନେ ମୋ ପାଇଁ ଈଶ୍ୱର ସଦୃଶ, ମୁଁ ସେମାନଙ୍କ ଦର୍ଶନ କରୁଛି ।

No power can stop the country whose youth is moving ahead with the resolve of Nation First: PM Modi

January 28th, 01:37 pm

Prime Minister Narendra Modi addressed the National Cadet Corps Rally at Cariappa Ground in New Delhi. The PM talked about the steps being taken to strengthen the NCC in the country in a period when the country is moving forward with new resolutions. He elaborated on the steps being taken to open the doors of the defence establishments for girls and women.

କ୍ୟାରିଅପ୍ପା ଗ୍ରାଉଣ୍ଡ ଏନସିସି ରାଲିରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 28th, 01:36 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୮.୦୧.୨୨) କ୍ୟାରିଅପ୍ପା ଗ୍ରାଉଣ୍ଡରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ର‌୍ୟାଲିକୁ ସମ୍ବୋଧନ କରିଛନ୍ତି । ପ୍ରଧାନମନ୍ତ୍ରୀ ଗାର୍ଡ ଅଫ ଅନର ନିରୀକ୍ଷଣ କରିବା ସହ ସମର ଶିକ୍ଷାର୍ଥୀ ବାହିନୀ ଦ୍ୱାରା ଆୟୋଜିତ ମାର୍ଚ୍ଚଫାଷ୍ଟର ମଧ୍ୟ ସମୀକ୍ଷା କରିଥିଲେ । ଏହାଛଡା ଶ୍ରୀ ମୋଦୀ ସମର ଶିକ୍ଷାର୍ଥୀମାନେ ସେମାନଙ୍କ ଦ୍ୱାରା ପ୍ରଦର୍ଶିତ ସେବା କୌଶଳ, ମାଇକ୍ରୋଲାଇଟ୍ ଫ୍ଲାଇଂ,ଖସଡିବା, ପାରାସେଲିଂ ଓ ସାଂସ୍କୃତିକ କାର୍ଯ୍ୟକ୍ରମର ମଧ୍ୟ ଅବଲୋକନ କରିଥିଲେ । ଶ୍ରେଷ୍ଠ ସମର ଶିକ୍ଷାର୍ଥୀ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଠାରୁ ପଦକ ଓ ବ୍ୟାଟନ ଗ୍ରହଣ କରିଥିଲେ ।

ଛୋଟ ପ୍ରୟାସ ବଡ଼ ପରିବର୍ତ୍ତନ ଆଣିଥାଏ: ପ୍ରଧାନମନ୍ତ୍ରୀ ମୋଦୀ

September 26th, 11:30 am

ଆପଣମାନେ ଜାଣନ୍ତି ଯେ, ମାଘ ମାସ ଆସିଲେ ଆମ ଦେଶରେ ବହୁତ ଲୋକ ଗଙ୍ଗାମାତା କିମ୍ବା କୌଣସି ଅନ୍ୟ ନଦୀତଟରେ କଳ୍ପବାସ କରିଥାନ୍ତି । ଏବେ ତ ଆଉ ଏହି ପରମ୍ପରା ନାହିଁ, କିନ୍ତୁ ପୂର୍ବ ସମୟରେ ତ ଏଭଳି ପରମ୍ପରା ରହିଥିଲା ଯେ, ଘରେ ସ୍ନାନ କରିବା ସମୟରେ ମଧ୍ୟ ନଦୀମାନଙ୍କୁ ସ୍ମରଣ କରାଯାଉଥିଲା । ଆଜି ହୁଏତ ଏହା ବିଲୁପ୍ତ ହୋଇଯାଇଥାଇ ପାରେ କିମ୍ବା ନାମମାତ୍ର ଜୀବିତ ଥାଇପାରେ । କିନ୍ତୁ ଏହା ଏକ ବହୁତ ବଡ଼ ପରମ୍ପରା ଥିଲା ଯାହା ପ୍ରାତଃକାଳରେ ସ୍ନାନ ସମୟରେ ହିଁ ବିଶାଳ ଭାରତର ଯାତ୍ରା କରାଇ ଦେଉଥିଲା । ମାନସିକ ଯାତ୍ରା! ଦେଶର କୋଣ ଅନୁକୋଣରୁ ଯୋଡ଼ି ହେବାପାଇଁ ପ୍ରେରଣା ପ୍ରଦାନ କରୁଥିଲା । ଭାରତରେ ସ୍ନାନ କରିବା ସମୟରେ ଗୋଟିଏ ଶ୍ଳୋକ ଆବୃତ୍ତି କରିବାର ପରମ୍ପରା ରହିଆସିଛି ।

ବିଶ୍ୱ ପରିବେଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

June 05th, 11:05 am

କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀମାନ ନିତୀନ ଗଡ଼କରୀ ମହାଶୟ, ନରେନ୍ଦ୍ର ସିଂହ ତୋମର ମହାଶୟ, ପ୍ରକାଶ ଜାବଡେକର ମହାଶୟ, ପୀୟୂଷ ଗୋୟଲ ମହାଶୟ, ଧର୍ମେନ୍ଦ୍ର ପ୍ରଧାନ ମହାଶୟ, ଗୁଜରାଟ ଖେଡ଼ାର ସାଂସଦ ଦେବୁସିଂହ ଜେସିଂଭାଇ ଚୌହାନ ମହାଶୟ, ୟୁପିର ହରଦୋଇର ସାଂସଦ ଭାଇ ଜୟପ୍ରକାଶ ରାୱତ ମହାଶୟ, ପୁଣେର ମେୟର ମୁରଲୀଧର ମହୋଲ ମହାଶୟ, ପିମ୍ପିରୀ ଚିଞ୍ଚୱାଡ଼ ମହାନଗର ନିଗମର ମେୟର ଭଉଣୀ ଉଷା ମହାଶୟା, ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଅନ୍ୟ ମହାନୁଭବ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ,

ବିଶ୍ୱ ପରିବେଶ ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍‍ବୋଧନ

June 05th, 11:04 am

ବିଶ୍ୱ ପରିବେଶ ଦିବସ ଅବସରରେ ଆଜି ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡ଼ିଓ କନଫରେନ୍ସିଂ ଯୋଗେ ଉଦ୍‍ବୋଧନ ଦେଇଛନ୍ତି । ଏହି କାର୍ଯ୍ୟକ୍ରମକୁ ମିଳିତ ଭାବେ ପେଟ୍ରୋଲିୟମ୍‍ ଓ ପ୍ରାକୃତିକ ବାଷ୍ପ ଏବଂ ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ମିଳିତ ଭାବେ ଆୟୋଜନ କରାଯାଇଥିଲା । କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ଅବସରରେ ପ୍ରଧାନମନ୍ତ୍ରୀ ପୁନେର ଜଣେ କୃଷକଙ୍କ ସହିତ ଭାବ ବିନିମୟ କରିଥିଲେ ଏବଂ ସେହି କୃଷକ ଜୈବ କୃଷି ଓ କୃଷି କ୍ଷେତ୍ରରେ ଜୈବଇନ୍ଧନ ବ୍ୟବହାର ସମ୍ପର୍କରେ ନିଜର ଅନୁଭୂତି ବଖାଣିଥିଲେ ।

‘କ୍ୟାଚ୍‍ ଦ ରେନ୍‍’ ଅଭିଯାନର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 22nd, 12:06 pm

ବିଶ୍ୱ ଜଳଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ବ୍ୟବସ୍ଥାରେ ‘ଜଳଶକ୍ତି ଅଭିଯାନ’ର ‘କ୍ୟାଚ ଦି ରେନ୍‌’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ କେନ୍‌-ବେଟୁଆ ନଦୀ ସଂଯୋଗ ପାଇଁ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଏବଂ ଉତ୍ତର ପ୍ରଦେଶ ଓ ମଧ୍ୟ ପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଏକ ଐତିହାସିକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ନଦୀ ସଂଯୋଗ ଯୋଜନାରେ ଜାତୀୟସ୍ତରର ଏହା ପ୍ରଥମ ପ୍ରକଳ୍ପ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଆଜି ମଧ୍ୟ ଏହି ଅବସରରେ ପ୍ରଧାନମନ୍ତ୍ରୀ ରାଜସ୍ଥାନ, ଉତ୍ତରାଖଣ୍ଡ, କର୍ଣ୍ଣାଟକ, ମହାରାଷ୍ଟ୍ର ଓ ଗୁଜରାଟର ସରପଞ୍ଚ ଓ ୱାର୍ଡ ପଞ୍ଚମାନଙ୍କ ସହ ମତବିନିମୟ କରିଛନ୍ତି ।

ବିଶ୍ୱ ଜଳ ଦିବସରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ‘ଜଳଶକ୍ତି ଅଭିଯାନ: ‘କ୍ୟାଚ ଦି ରେନ’ କାର୍ଯ୍ୟକ୍ରମର ଶୁଭାରମ୍ଭ

March 22nd, 12:05 pm

ବିଶ୍ୱ ଜଳଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ବ୍ୟବସ୍ଥାରେ ‘ଜଳଶକ୍ତି ଅଭିଯାନ’ର ‘କ୍ୟାଚ ଦି ରେନ୍‌’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ କେନ୍‌-ବେଟୁଆ ନଦୀ ସଂଯୋଗ ପାଇଁ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଏବଂ ଉତ୍ତର ପ୍ରଦେଶ ଓ ମଧ୍ୟ ପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଏକ ଐତିହାସିକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ନଦୀ ସଂଯୋଗ ଯୋଜନାରେ ଜାତୀୟସ୍ତରର ଏହା ପ୍ରଥମ ପ୍ରକଳ୍ପ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଆଜି ମଧ୍ୟ ଏହି ଅବସରରେ ପ୍ରଧାନମନ୍ତ୍ରୀ ରାଜସ୍ଥାନ, ଉତ୍ତରାଖଣ୍ଡ, କର୍ଣ୍ଣାଟକ, ମହାରାଷ୍ଟ୍ର ଓ ଗୁଜରାଟର ସରପଞ୍ଚ ଓ ୱାର୍ଡ ପଞ୍ଚମାନଙ୍କ ସହ ମତବିନିମୟ କରିଛନ୍ତି ।

ମାର୍ଚ୍ଚ 22ରେ ‘ଜଳ ଶକ୍ତି ଅଭିଯାନ : କ୍ୟାଚ୍ ଦ ରେନ୍’ ଅଭିଯାନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

March 21st, 12:54 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ ଜଳ ଦିବସ ମାର୍ଚ୍ଚ 22, 2021 ମଧ୍ୟାହ୍ନ ସାଢ଼େ 12ଟା ସମୟରେ ଭିଡିଓ କନଫରେନ୍ସିଂ ଜରିଆରେ ‘ଜଳ ଶକ୍ତି ଅଭିଯାନ: କ୍ୟାଚ୍ ଦ ରେନ୍’ ଅଭିଯାନର ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନଦୀ ସଂଯୋଗୀକରଣ ନିମନ୍ତେ ରାଷ୍ଟ୍ରବ୍ୟାପୀ ଯୋଜନାର ପ୍ରଥମ ପ୍ରକଳ୍ପ କେନ୍ ବେତୱା ଲିଙ୍କ ପ୍ରକଳ୍ପକୁ କାର୍ଯ୍ୟକାରୀ କରିବା ପାଇଁ ମଧ୍ୟପ୍ରଦେଶ ଏବଂ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଐତିହାସିକ ବୁଝାପତ୍ର ସ୍ୱାକ୍ଷରିତ ହେବ।