The party governing Punjab today has neither clean intentions nor honesty: PM Modi in Jalandhar
July 17th, 04:31 pm
PM Modi addressed a massive public rally in Jalandhar, Punjab, where he highlighted the transformation of India's railway infrastructure, outlined the BJP's vision for a Viksit Punjab and called for a double-engine government to unlock the state's full potential. He also spoke about the growing opportunities for Punjab's youth through India's emerging sports economy.PM addresses an energy-packed public rally in Jalandhar, Punjab
July 17th, 04:30 pm
PM Modi addressed a massive public rally in Jalandhar, Punjab, where he highlighted the transformation of India's railway infrastructure, outlined the BJP's vision for a Viksit Punjab and called for a double-engine government to unlock the state's full potential. He also spoke about the growing opportunities for Punjab's youth through India's emerging sports economy.The development of Chandigarh has always been the absolute priority of our government: PM Modi
July 17th, 02:08 pm
Launching multiple development projects in Chandigarh, PM Modi asserted that the development of Chandigarh has always been an absolute priority of the current government. He detailed the massive structural changes implemented in the region over the past decade. Congratulating the residents on the inauguration of healthcare, education and infrastructure projects, he also praised the city for striving to improve its cleanliness rankings.ଚଣ୍ଡୀଗଡ଼ରେ ₹୪,୭୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦୀ
July 17th, 01:45 pm
ପ୍ରାୟ ଦେଢ଼ ବର୍ଷ ପୂର୍ବେ ଦେଶର ନ୍ୟାୟ ବ୍ୟବସ୍ଥାରେ କରାଯାଇଥିବା ଐତିହାସିକ ଏବଂ ବ୍ୟାପକ ପରିବର୍ତ୍ତନକୁ ସ୍ମରଣ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପନିବେଶବାଦୀ ଦଣ୍ଡମୂଳକ ଆଇନରୁ ନ୍ୟାୟକେନ୍ଦ୍ରିକ ବ୍ୟବସ୍ଥାକୁ ଦେଶ ରୂପାନ୍ତରିତ ହୋଇଛି। “ଭାରତୀୟ ନ୍ୟାୟ ସଂହିତାର କାର୍ଯ୍ୟାନ୍ୱୟନ ଚଣ୍ଡିଗଡ଼ରୁ ହିଁ ଆରମ୍ଭ ହୋଇଥିଲା,” ବୋଲି ଶ୍ରୀ ମୋଦୀ ମତ ଦେଇଥିଲେ।PM to visit Haryana, Chandigarh and Punjab on 17th July
July 15th, 06:40 pm
PM Modi will visit Haryana, Chandigarh and Punjab on 17th July. During the visit, he will flag off India’s first Hydrogen train between Jind and Sonipat at Jind railway station and lay the foundation stone of the Sikh Museum at Kurukshetra. He will also launch multiple development projects in Jind, Haryana, Chandigarh and Jalandhar, Punjab. The projects span across railways, road, healthcare and education.୨୦ ଓ ୨୧ ଜୁନରେ ବିହାର, ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
June 19th, 05:48 pm
19.06.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦ ଓ ୨୧ ଜୁନରେ ବିହାର, ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ଗସ୍ତ କରିବେ। ସେ ୨୦ ଜୁନରେ ବିହାରର ସିୱାନ ଗସ୍ତ କରିବେ ଏବଂ ମଧ୍ୟାହ୍ନ ପ୍ରାୟ ୧୨ ଟାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ। ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’
May 25th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ସାରା ଦେଶ ଆତଙ୍କବାଦ ବିରୁଦ୍ଧରେ ଏକଜୁଟ, ଆକ୍ରୋଶରେ ପୂର୍ଣ୍ଣ ଏବଂ ସଂକଳ୍ପବଦ୍ଧ । ଆଜି ପ୍ରତ୍ୟେକ ଭାରତୀୟର ସଂକଳ୍ପ ହେଉଛି, ଆମକୁ ଆତଙ୍କବାଦର ଅନ୍ତ ଘଟାଇବାକୁ ପଡ଼ିବ । ବନ୍ଧୁଗଣ, ଅପରେଶନ୍ ସିନ୍ଦୂର ସମୟରେ ଆମ ସେନାବାହିନୀ ଯେଉଁ ବୀରତ୍ୱ ପ୍ରଦର୍ଶନ କରିଛନ୍ତି, ତାହା ପ୍ରତ୍ୟେକ ଭାରତୀୟକୁ ଗର୍ବିତ କରିଛି । ଯେଉଁ ସଠିକତା ସହିତ ଆମ ସେନାବାହିନୀ ସୀମା ଆରପାରିରେ ରହିଥିବା ଆତଙ୍କବାଦୀ ଆଡ୍ଡାସ୍ଥଳୀଗୁଡ଼ିକୁ ଧ୍ୱଂସ କଲେ ତାହା ବେଶ୍ ଚମତ୍କାର । ଅପରେଶନ୍ ସିନ୍ଦୂର ସାରା ବିଶ୍ୱରେ ଆତଙ୍କ ବିରୁଦ୍ଧରେ ହେଉଥିବା ସଂଗ୍ରାମକୁ ନୂତନ ବିଶ୍ୱାସ ଏବଂ ଉତ୍ସାହରେ ଭରିଦେଇଛି ।ହରିୟାଣାର ହିସାର ବିମାନ ବନ୍ଦରର ନୂତନ ଟର୍ମିନାଲ ଭବନର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
April 14th, 11:00 am
ମୁଁ କହିବି, ବାବାସାହେବ ଆମ୍ବେଦକର, ଆପଣମାନେ ସମସ୍ତେ ଦୁଇଥର କୁହନ୍ତୁ, ଅମର ରହେ ! ଅମର ରହେ!ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୪୧୦ କୋଟି ଟଙ୍କାରୁ ଅଧିକ ବ୍ୟୟ ଅଟକଳ ବିଶିଷ୍ଟ ହିସାର ବିମାନବନ୍ଦରର ନୂତନ ଟର୍ମିନାଲ ଭବନର ଶିଳାନ୍ୟାସ କଲେ
April 14th, 10:16 am
ବିମାନ ଯାତ୍ରାକୁ ସମସ୍ତଙ୍କ ପାଇଁ ସୁରକ୍ଷିତ, ସୁଲଭ ଏବଂ ସୁଲଭ କରିବା ପାଇଁ ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହରିୟାଣାର ହିସାରରେ ମହାରାଜା ଅଗ୍ରସେନ ବିମାନବନ୍ଦରର ନୂତନ ଟର୍ମିନାଲ କୋଠାର ଶିଳାନ୍ୟାସ କରିଛନ୍ତି, ଯାହାର ବ୍ୟୟଅଟକଳ ୪୧୦ କୋଟି ଟଙ୍କାରୁ ଅଧିକ ହେବ। ସମାବେଶକୁ ସମ୍ବୋଧିତ କରି ସେ ହରିୟାଣାର ଲୋକମାନଙ୍କୁ ଅଭିବାଦନ ଜଣାଇଥିଲେ ଏବଂ ସେମାନଙ୍କର ଶକ୍ତି, କ୍ରୀଡାପ୍ରେମ ଏବଂ ଭାଇଚାରା ରାଜ୍ୟର ପରିଚୟ ବୋଲି ସ୍ୱୀକାର କରିଥିଲେ। ଏହି ବ୍ୟସ୍ତବହୁଳ ଅମଳ ଋତୁରେ ଉପସ୍ଥିତ ବହୁ ସଂଖ୍ୟକ ଲୋକଙ୍କ ଆଶୀର୍ବାଦ ପାଇଁ ସେ ତାଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।"ତିନୋଟି ନୂତନ ଅପରାଧିକ ଆଇନ"ର ସଫଳ ରୂପାୟନକୁ ଦେଶକୁ ସମର୍ପଣ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 03rd, 12:15 pm
ଚଣ୍ଡିଗଡ଼ ଆସିବା ପରେ ମୋତେ ଲାଗୁଛି ମୁଁ ମୋ ପ୍ରିୟଜନଙ୍କ ମଧ୍ୟକୁ ଆସିଯାଇଛି । ଚଣ୍ଡିଗଡ଼ର ପରିଚୟ ଶକ୍ତି-ସ୍ୱରୂପା ମାଚଣ୍ଡିକାଙ୍କ ନାମ ସହିତ ଯୋଡି ହୋଇଛି । ମା’ଚଣ୍ଡି, ଅର୍ଥାତ୍ ଶକ୍ତିର ସେହି ସ୍ୱରୂପ ଯାହା ଦ୍ୱାରା ସତ୍ୟ ଓ ନ୍ୟାୟ ପ୍ରତିଷ୍ଠିତ ହୋଇଥାଏ । ଏହା ଭାବନା ଭାରତୀୟ ନ୍ୟାୟ ସଂହିତା, ନାଗରିକ ସୁରକ୍ଷା ସଂହିତାର ସମ୍ପୂର୍ଣ୍ଣ ପ୍ରାରୁପର ଆଧାର ମଧ୍ୟ ଅଟେ । ବିକଶିତ ଭାରତର ସଂକଳ୍ପ ନେଇ ଏମିତି ସମୟରେ ଦେଶ ଆଗକୁ ବଢ଼ୁଛି, ଯେତେବେଳେ ବେଳେ ସମ୍ବିଧାନର ୭୫ ବର୍ଷ ବିତିଗଲାଣି... ତା'ପରେ ସମ୍ବିଧାନର ଭାବନାରେ ଅନୁପ୍ରାଣିତ ହୋଇ ଭାରତୀୟ ନ୍ୟାୟ ସଂହିତା ପ୍ରଭାବ ଆରମ୍ଭ ହେବା, ତାହାର ପ୍ରଭାବରେ ଆସିବା ଏହା ଏକ ବହୁତ ବଡ ପ୍ରାରମ୍ଭ । ଦେଶର ନାଗରିକଙ୍କ ପାଇଁ ଆମ ସମ୍ବିଧାନ ରେ ପରିକଳ୍ପନା କରାଯାଇଥିବା ଆଦର୍ଶକୁ ପୂରଣ କରିବା ପାଇଁ ଏହା ଏକ ସମନ୍ୱିତ ପ୍ରୟାସ । ଏହି ଆଇନଗୁଡ଼ିକ କିପରି କାର୍ଯ୍ୟକାରୀ ହେବ ତାହାର ଲାଇଭ୍ ଡେମୋ ଦେଖୁଥିଲି। ଏବଂ ମୁଁ ଏଠାରେ ସମସ୍ତଙ୍କୁ ଅନୁରୋଧ କରୁଛି ଯେ ସେମାନେ ସମୟ ବାହାର କରନ୍ତୁ ଏବଂ ଏହି ଲାଇଭ୍ ଡେମୋକୁ ନିଶ୍ଚିତ ଦେଖନ୍ତୁ । ଆଇନର ଛାତ୍ରଛାତ୍ରୀମାନେ, ବାରର ସାଥିମାନେ ଦେଖନ୍ତୁ, ନ୍ୟାୟପାଳିକାର ସାଥିମାନଙ୍କୁ ଯଦି ସୁବିଧା ହେବ, ସେମାନେ ମଧ୍ୟ ଦେଖନ୍ତୁ, ଏହି ଅବସରରେ ମୁଁ ସମସ୍ତ ଦେଶବାସୀଙ୍କୁ ଭାରତୀୟ ନ୍ୟାୟ ସଂହିତା, ନାଗରିକ ସଂହିତାର ଲାଗୁ ହେବା ପାଇଁ ଶୁଭେଚ୍ଛା ଜଣାଉଛି। ଏବଂ ମୁଁ ଚଣ୍ଡିଗଡ଼ ପ୍ରଶାସନ ସହ ଜଡିତ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ।ତିନୋଟି ନୂତନ ଅପରାଧିକ ଆଇନର ସଫଳ ରୂପାୟନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 03rd, 11:47 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଚଣ୍ଡିଗଡ଼ଠାରେ ତିନୋଟି ରୂପାନ୍ତରିତ ନୂତନ ଅପରାଧିକ ଆଇନ- ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମର ସଫଳ ରୂପାୟନକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ସମବେତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ ଚଣ୍ଡିଗଡ଼ର ପରିଚୟ ଦେବୀ ମା' ଚଣ୍ଡୀଙ୍କ ସହ ଜଡ଼ିତ, ଯିଏ ସତ୍ୟ ଓ ନ୍ୟାୟ ପ୍ରତିଷ୍ଠା କରୁଥିବା ଶକ୍ତିର ଏକ ରୂପ । ସେ ଆହୁରି ମଧ୍ୟ କହିଛନ୍ତି ଯେ ସମାନ ଦର୍ଶନ ଭାରତୀୟ ନ୍ୟାୟ ସଂହିତା ଏବଂ ଭାରତୀୟ ନାଗରିକ ସୁରକ୍ଷା ସଂହିତାର ସମଗ୍ର ଫର୍ମାଟର ଆଧାର ଥିଲା । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତୀୟ ସମ୍ବିଧାନର ଭାବନାରେ ଅନୁପ୍ରାଣିତ ହୋଇ ଭାରତୀୟ ନ୍ୟାୟ ସଂହିତା କାର୍ଯ୍ୟକାରୀ ହେବା ଏକ ଚମତ୍କାର ମୁହୂର୍ତ୍ତ, କାରଣ ଦେଶ ବିକଶିତ ଭାରତର ସଂକଳ୍ପ ସହିତ ଭାରତୀୟ ସମ୍ବିଧାନର ୭୫ ବର୍ଷ ପୂର୍ତ୍ତି ଅବସରରେ ଆଗକୁ ବଢ଼ିବାର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତରେ ରହିଛି । ଦେଶର ନାଗରିକଙ୍କ ପାଇଁ ଆମ ସମ୍ବିଧାନ ଯେଉଁ ଆଦର୍ଶର ପରିକଳ୍ପନା କରିଛି ତାହାକୁ ପୂରଣ କରିବା ଦିଗରେ ଏହା ଏକ ଠୋସ୍ ପ୍ରୟାସ ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ ଏହାର ସିଧା ପ୍ରଦର୍ଶନ ଦ୍ୱାରା କିପରି ଆଇନ କାର୍ଯ୍ୟକାରୀ ହେବ ତାହାର ଝଲକ ସେ ନିକଟରେ ପାଇଛନ୍ତି। ଏହି ଆଇନର ସିଧା ପ୍ରଦର୍ଶନ ପରିଦର୍ଶନ କରିବାକୁ ପ୍ରଧାନମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ। ତିନୋଟି ନୂତନ ଅପରାଧିକ ଆଇନର ସଫଳ ରୂପାୟନ ଅବସରରେ ସେ ସମସ୍ତ ନାଗରିକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଚଣ୍ଡିଗଡ଼ ପ୍ରଶାସନର ସମସ୍ତ ଅଂଶଗ୍ରହଣକାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ଚଣ୍ଡିଗଡରେ ତିନୋଟି ନୂତନ ଅପରାଧିକ ଆଇନର ସଫଳ ରୂପାୟନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ପ୍ରଧାନମନ୍ତ୍ରୀ ମୋଦୀ
December 02nd, 07:05 pm
02.12.2024 : ଡିସେମ୍ବର ୩, ୨୦୨୪ ମଧ୍ୟାହ୍ନ ୧୨ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଣ୍ଡିଗଡ଼ଠାରେ ତିନୋଟି ଯୁଗାନ୍ତକାରୀ ନୂତନ ଅପରାଧିକ ଆଇନ- ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମର ସଫଳ ରୂପାୟନକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ।ଏନ୍ଡିଏ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ
October 17th, 09:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏନ୍ଡିଏ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀମାନଙ୍କର ଏକ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଜାତୀୟ ପ୍ରଗତିକୁ ଆଗକୁ ବଢ଼ାଇବା ଏବଂ ଗରିବ ତଥା ଦଳିତମାନଙ୍କୁ ସଶକ୍ତ କରିବା ପାଇଁ ପ୍ରତିବଦ୍ଧତାକୁ ସେ ନିଶ୍ଚିତ କରିଛନ୍ତି ।ପଞ୍ଜାବ ରାଜ୍ୟପାଳ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ଚଣ୍ଡିଗଡ଼ର ପ୍ରଶାସକ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ
June 26th, 12:22 pm
ପଞ୍ଜାବର ରାଜ୍ୟପାଳ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ଚଣ୍ଡିଗଡ଼ର ପ୍ରଶାସକ ଶ୍ରୀ ବନୱରିଲାଲ ପୁରୋହିତ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।Congress has not yet arrived in the 21st century: PM Modi in Mandi, HP
May 24th, 10:15 am
Addressing his second public meeting in Mandi, Himachal Pradesh, PM Modi spoke about the aspirations of the youth and the importance of women's empowerment. He stressed the need for inclusive development and equal opportunities for all citizens.ହିମାଚଳ ପ୍ରଦେଶର ଶିମଲା ଓ ମଣ୍ଡିରେ ଜନସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ
May 24th, 09:30 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହିମାଚଳ ପ୍ରଦେଶର ଶିମଲା ଏବଂ ମଣ୍ଡିରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବା ସହ ହିମାଚଳ ପ୍ରଦେଶ ପାଇଁ ଏକ ଆଗଧାଡ଼ିର ଦୃଷ୍ଟିକୋଣ ବିଷୟରେ ଆଲୋକପାତ କରିଥିଲେ । ପ୍ରଧାନମନ୍ତ୍ରୀ ରାଜ୍ୟ ଏବଂ ରାଜ୍ୟବାସୀଙ୍କ ସହ ତାଙ୍କର ଦୀର୍ଘଦିନର ସମ୍ପର୍କ ଉପରେ ଗୁରୁତ୍ୱାରୋପ କରି ସେମାନଙ୍କ ବିକାଶ ଏବଂ କଲ୍ୟାଣ ପ୍ରତି ତାଙ୍କର ପ୍ରତିବଦ୍ଧତାକୁ ଦୋହରାଇଥିଲେ ।ଗୁଜରାଟର ଅହମ୍ମଦାବାଦରେ ଉନ୍ନୟନମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 12th, 10:00 am
ଗୁଜୁରାଟର ରାଜ୍ୟପାଳ ଆଚାର୍ଯ୍ୟ ଶ୍ରୀ ଦେବବ୍ରତ ଜୀ, ଗୁଜୁରାଟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଜୀ, କ୍ୟାବିନେଟରେ ମୋର ସହକର୍ମୀ, ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, ସଂସଦରେ ମୋର ସହଯୋଗୀ ଏବଂ ଗୁଜରାଟ ପ୍ରଦେଶ ଭାରତୀୟ ଜନତା ପାର୍ଟିର ଅଧକ୍ଷ ଶ୍ରୀ ସିଆର ପାଟିଲ ଏବଂ ଦେଶର କୋଣ ଅନୁକୋଣରେ ଯୋଡି ହୋଇଥିବା ସମସ୍ତ ସମସ୍ତ ସମ୍ମାନିତ ରାଜ୍ୟପାଳ, ଆଦରଣୀୟ, ବିଧାୟକ ଗଣ, ମୁଖ୍ୟମନ୍ତ୍ରୀ ଗଣ, ସାଂସଦଗଣ, ବିଧାନସଭାର ସଦସ୍ୟ ଓ ମନ୍ତ୍ରୀଗଣ। ଦେଶର ୭୦୦ରୁ ଅଧିକ ସ୍ଥାନରେ ଲକ୍ଷ ଲକ୍ଷ ଲୋକ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରୁଥିବା ମୁଁ ସ୍କ୍ରିନରେ ଦେଖୁଛି । ବୋଧହୁଏ ଭାରତର କୋଣ ଅନୁକୋଣରେ ଏତେ ବଡ଼ ଘଟଣା ରେଳଇତିହାସରେ ପୂର୍ବରୁ କେବେ ଘଟିନଥିଲା। ଗତ ୧୦୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଏଭଳି ଘଟଣା ଘଟୁଛି। ଏହି ଭବ୍ୟ କାର୍ଯ୍ୟକ୍ରମ ପାଇଁ ମୁଁ ରେଳବାଇକୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି ।ଗୁଜରାଟର ଅହମ୍ମଦାବାଦରେ ୧,୦୬,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ
March 12th, 09:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜୁରାଟର ଅହମ୍ମଦାବାଦଠାରେ ଡେଡିକେଟେଡ୍ ଫ୍ରେଟ୍ କରିଡରର ଅପରେସନ୍ କଣ୍ଟ୍ରୋଲ ସେଣ୍ଟରରେ ୧,୦୬,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଆଜିର ବିକାଶ ପ୍ରକଳ୍ପଗୁଡିକରେ ରେଳ ଭିତ୍ତିଭୂମି, ଯୋଗାଯୋଗ ଏବଂ ପେଟ୍ରୋକେମିକାଲ ସମେତ ଏକାଧିକ କ୍ଷେତ୍ର ଅନ୍ତର୍ଭୁକ୍ତ । ଏଥିସହ ସେ ୧୦ଟି ନୂଆ ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି।ପ୍ରଧାନମନ୍ତ୍ରୀ ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ରେ କିନ୍ନର ଲାଭାର୍ଥୀଙ୍କ ଅନୁକରଣୀୟ ଭାବନାକୁ ପ୍ରଶଂସା କରିଛନ୍ତି
December 09th, 02:40 pm
ପ୍ରଧାନମନ୍ତ୍ରୀ ଏଭଳି ସରକାରୀ ସୁବିଧାର ଲାଭ ପାଇବା ପାଇଁ କିନ୍ନର ସମାଜର ଅଧିକ ଲୋକମାନଙ୍କୁ ପ୍ରେରିତ କରିବା ର ଆବଶ୍ୟକତା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ଶ୍ରୀ ମୋଦୀ ସରକାରଙ୍କ ସବକା ସାଥ ସବକା ବିକାଶର ଭାବନା ଉପରେ ଆଲୋକପାତ କରିଥିଲେ ଯେଉଁଠାରେ ସମାଜର ପ୍ରତ୍ୟେକ ସ୍ତରରେ ବିକାଶ ପହଞ୍ଚିଛି । ସୁଶ୍ରୀ ମୋନାଙ୍କ ପ୍ରୟାସ ଓ ପ୍ରଗତି କୁ ନେଇ ସରକାରଙ୍କ ପ୍ରୟାସ ସଠିକ ଦିଗରେ ଅଗ୍ରସର ହେଉଥିବାରୁ ସେ ସନ୍ତୋଷ ବ୍ୟକ୍ତ କରିଛନ୍ତି। ଆସାମ ରେଳ ଷ୍ଟେସନରେ ଥିବା ସମସ୍ତ ଦୋକାନର ପରିଚାଳନା କୁ କିନ୍ନର ସମାଜର ଲୋକଙ୍କୁ ହସ୍ତାନ୍ତର କରିବାକୁ ରେଳବାଇର ନିଷ୍ପତ୍ତି ବିଷୟରେ ପ୍ରଧାନମନ୍ତ୍ରୀ ମୋଦୀ ସୂଚନା ଦେଇଛନ୍ତି ଏବଂ ସେଠାରେ ଦ୍ରୁତଗତିରେ ବ୍ୟବସାୟ ବୃଦ୍ଧି ପାଉଛି । ସେ ସୁଶ୍ରୀ ମୋନାଙ୍କୁ ତାଙ୍କର ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି।ନିଶା ନିବାରଣ ଅଭିଯାନରେ ଯୁବପିଢ଼ିଙ୍କ ଅଂଶଗ୍ରହଣ ବୃଦ୍ଧି ଅତ୍ୟନ୍ତ ଉତ୍ସାହଜନକ: ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
July 30th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆପଣ ସମସ୍ତଙ୍କୁ ବହୁତ ବହୁତ ସ୍ୱାଗତ । ଜୁଲାଇ ମାସ ଅର୍ଥାତ୍ ମୌସୁମୀର ମାସ, ବର୍ଷାର ମାସ । ଗତ କିଛିଦିନ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଉଦ୍ବେଗ ଏବଂ ଅସୁବିଧାରେ ପରିପୂର୍ଣ୍ଣ ଥିଲା । ଯମୁନା ସମେତ ଅନେକ ନଦୀରେ ବନ୍ୟା ଯୋଗୁଁ ଅନେକ ଅଞ୍ଚଳରେ ଲୋକମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି । ପାର୍ବତ୍ୟ ଅଞ୍ଚଳରେ କିଛି ଭୂସ୍ଖଳନର ଘଟଣା ମଧ୍ୟ ଘଟିଛି । ଏହି ସମୟ ମଧ୍ୟରେ ଦେଶର ପଶ୍ଚିମାଞ୍ଚଳ, ବିଶେଷକରି ଗୁଜରାଟର ପୂର୍ବ ଭାଗରେ କିଛିଦିନ ପୂର୍ବରୁ ବାତ୍ୟା ବିପର୍ଯ୍ୟୟ ମଧ୍ୟ ଆସିଥିଲା । କିନ୍ତୁ ବନ୍ଧୁଗଣ, ସାମୁହିକ ପ୍ରଚେଷ୍ଟାର ଶକ୍ତି କ’ଣ, ଏଭଳି ବିପର୍ଯ୍ୟୟଗୁଡ଼ିକ ସମୟରେ ମଧ୍ୟ ଦେଶବାସୀମାନେ ତାହା ପୁଣିଥରେ ଦେଖାଇଦେଇଛନ୍ତି । ସ୍ଥାନୀୟ ଲୋକେ, ଆମ ଏନ୍ଡିଆର୍ଏଫ୍ର ଯବାନ୍ମାନେ, ସ୍ଥାନୀୟ ପ୍ରଶାସନ ଦାୟିତ୍ୱରେ ଥିବା ବ୍ୟକ୍ତିମାନେ ଦିନ ରାତି ପରିଶ୍ରମ କରି ଏଭଳି ବିପର୍ଯ୍ୟୟଗୁଡ଼ିକର ମୁକାବିଲା କରିଛନ୍ତି । ଯେକୌଣସି ବିପତ୍ତିର ମୁକାବିଲା କରିବାରେ ଆମର ସାମର୍ଥ୍ୟ ଏବଂ ସମ୍ବଳର ବିଶେଷ ଭୂମିକା ରହିଥାଏ । କିନ୍ତୁ ଏହାସହିତ ଆମ ସମ୍ବେଦନଶୀଳତା ଏବଂ ଜଣେ ଅନ୍ୟ ଜଣକୁ ସାହାଯ୍ୟ କରିବାର ମନୋଭାବ ମଧ୍ୟ ସେତିକି ଗୁରୁତ୍ୱପୂର୍ଣ୍ଣ । ସର୍ବଜନ ହିତାୟର ଏହି ଭାବନା ଭାରତର ପରିଚୟ ଆଉ ଭାରତର ଶକ୍ତି ମଧ୍ୟ ଅଟେ ।