ସୁରିନାମର ପୂର୍ବତନ ରାଷ୍ଟ୍ରପତିଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
March 31st, 11:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୁରିନାମର ପୂର୍ବତନ ରାଷ୍ଟ୍ରପତି ଶ୍ରୀ ଚନ୍ଦ୍ରିକାପ୍ରସାଦ ସନ୍ତୋଖି ଜୀଙ୍କ ଆକସ୍ମିକ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହା କେବଳ ସୁରିନାମ ପାଇଁ ନୁହେଁ, ବରଂ ବିଶ୍ୱବ୍ୟାପୀ ପ୍ରବାସୀ ଭାରତୀୟଙ୍କ ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି। ସ୍ୱର୍ଗତ ନେତାଙ୍କ ସହ ତାଙ୍କର ଅନେକ ସାକ୍ଷାତକୁ ସ୍ମରଣ କରି ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ ଯେ ସୁରିନାମ ପାଇଁ ସନ୍ତୋଖି ଜୀଙ୍କ ଅକ୍ଳାନ୍ତ ସେବା ଏବଂ ଭାରତ-ସୁରିନାମ ସମ୍ପର୍କକୁ ମଜବୁତ କରିବାରେ ତାଙ୍କର ପ୍ରୟାସ ସେମାନଙ୍କ ଆଲୋଚନାରେ ସ୍ପଷ୍ଟ ଭାବରେ ପ୍ରତିଫଳିତ ହୋଇଥିଲା। ସେ ଭାରତୀୟ ସଂସ୍କୃତି ପ୍ରତି ସନ୍ତୋଖି ଜୀଙ୍କ ବିଶେଷ ଅନୁରାଗ ଉପରେ ମଧ୍ୟ ଆଲୋକପାତ କରିଥିଲେ ଏବଂ ଉଲ୍ଲେଖ କରିଥିଲେ ଯେ ସଂସ୍କୃତରେ ଶପଥ ଗ୍ରହଣ କରିବା ସମୟରେ ସେ ଅନେକ ହୃଦୟ ଜିତିଥିଲେ।ସୁରିନାମ୍ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 21st, 10:57 pm
ଗୁୟାନାର ଜର୍ଜଟାଉନରେ ନଭେମ୍ବର ୨୦ ତାରିଖରେ ଅନୁଷ୍ଠିତ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୁରିନାମ୍ ପ୍ରଧାନମନ୍ତ୍ରୀ ଶ୍ରୀ ଚନ୍ଦ୍ରିକାପ୍ରସାଦ ସାନ୍ତୋଖୀଙ୍କୁ ଭେଟିଛନ୍ତି ।ଦ୍ଵିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 21st, 02:15 am
ମୋର ବନ୍ଧୁ ରାଷ୍ଟ୍ରପତି ଇରଫାନ ଅଲ୍ଲୀ ଏବଂ ପ୍ରଧାନମନ୍ତ୍ରୀ ଡ଼ିଙ୍କନ ମିଚେଲଙ୍କ ସହ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀର ଆୟୋଜନ କରି ମୁଁ ଅତ୍ୟନ୍ତ ଆନନ୍ଦିତ । ମୁଁ କାରିକମ୍ ପରିବାରର ସମସ୍ତ ସଦସ୍ୟଙ୍କୁ ହୃଦୟରୁ ସ୍ୱାଗତ କରୁଛି ଏବଂ ଏହି ଶିଖର ସମ୍ମିଳନୀର ଉତ୍ତମ ଆୟୋଜନ ପାଇଁ ରାଷ୍ଟ୍ରପତି ଇରଫାନ ଅଲ୍ଲୀଙ୍କୁ ବିଶେଷ ଭାବରେ ଧନ୍ୟବାଦ ଜଣାଉଛି ।ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ
November 21st, 02:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଗ୍ରେନାଡା ର ପ୍ରଧାନମନ୍ତ୍ରୀ, ବର୍ତ୍ତମାନର କାରିକମ୍ ଅଧ୍ୟକ୍ଷ ମହାମହିମ ଶ୍ରୀ ଡିକନ୍ ମିଚେଲ, 20 ନଭେମ୍ବର 2024 ରେ ଜର୍ଜଟାଉନରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ଅଧ୍ୟକ୍ଷତା କରିଥିଲେ । ଏହି ଶିଖର ସମ୍ମିଳନୀର ଆୟୋଜନ କରିଥିବାରୁ ପ୍ରଧାନମନ୍ତ୍ରୀ ଗୁୟାନା ରାଷ୍ଟ୍ରପତି ମହାମହିମ ଇରଫାନ ଅଲ୍ଲୀଙ୍କୁ ଧନ୍ୟବାଦ ଜଣାଇଥିଲେ । ୨୦୧୯ରେ ନ୍ୟୁୟର୍କରେ ପ୍ରଥମ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଗୁୟାନା ରାଷ୍ଟ୍ରପତି ଏବଂ ଗ୍ରେନାଡା ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ଏହି ଶିଖର ସମ୍ମିଳନୀରେ ଯୋଗ ଦେଇଥିଲେ -