ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 25th, 10:20 am
ଉତ୍ତର ପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ , ଜାତୀୟ ସ୍ଵୟଂ ସେବକ ସଂଘର ପରମ ପୂଜ୍ୟ ସରସଂଘଚାଳକ ଡକ୍ଟର ମୋହନ ଭାଗବତ ଜୀ , ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ , ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ପୂଜ୍ୟ ମହନ୍ତ ନୃତ୍ୟ ଗୋପାଳ ଦାସ ଜୀ , ପୂଜ୍ୟ ସନ୍ଥ ସମାଜ , ଏଠାରେ ଉପସ୍ଥିତ ସମସ୍ତ ଭକ୍ତ , ଦେଶ ଏବଂ ବିଶ୍ଵ ସ୍ତରରୁ ଏଠାକୁ ଆସି ଏହା ଐତିହାସିକ ମୁହୂର୍ତ୍ତ ର ସାକ୍ଷୀ ହୋଇଥିବା ପରମ ରାମ ଭକ୍ତ , ମହିଳାମାନେ ଏବଂ ଭଦ୍ରବ୍ୟକ୍ତି ଗଣ !ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ୱଜାରୋହଣ ଉତ୍ସବକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 25th, 10:13 am
ଦେଶର ସାମାଜିକ-ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ କ୍ଷେତ୍ରରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଅବସର। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଅଯୋଧ୍ୟାରେ ପବିତ୍ର ଶ୍ରୀ ରାମ ଜନ୍ମଭୂମି ମନ୍ଦିରର ଶିଖରରେ ଆନୁଷ୍ଠାନିକ ଭାବରେ ଏକ ଗୈରିକ ପତାକା ଉତ୍ତୋଳନ କରିଛନ୍ତି। ଧ୍ୱଜାରୋହଣ ଉତ୍ସବ ମନ୍ଦିର ନିର୍ମାଣର ଆନୁଷ୍ଠାନିକ ସମାପ୍ତି ଏବଂ ସାଂସ୍କୃତିକ ଉତ୍ସବ ଓ ଜାତୀୟ ଏକତାର ଏକ ନୂତନ ଅଧ୍ୟାୟର ପ୍ରତୀକ। ଏହି ଅବସରରେ ଏକ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ଅଯୋଧ୍ୟା ସହର ଭାରତର ସାଂସ୍କୃତିକ ଚେତନାର ଆଉ ଏକ ଶିଖରର ସାକ୍ଷୀ ହେଉଛି। ଆଜି ସମଗ୍ର ଭାରତ ଏବଂ ସମଗ୍ର ବିଶ୍ୱ ପ୍ରଭୁ ଶ୍ରୀ ରାମଙ୍କ ଭାବନାରେ ସମ୍ପୂର୍ଣ୍ଣ ରାମମୟ ହୋଇ ଉଠିଛି । ଶ୍ରୀ ମୋଦୀ କହିଛନ୍ତି, ପ୍ରତ୍ୟେକ ରାମ ଭକ୍ତଙ୍କ ହୃଦୟରେ ଆଜି ଅନନ୍ୟ ସନ୍ତୋଷ, ଅସୀମ କୃତଜ୍ଞତା ଏବଂ ଅପାର ଦିବ୍ୟ ଆନନ୍ଦ ରହିଛି। ସେ କହିଛନ୍ତି, ଶହ ଶହ ବର୍ଷ ପୁରୁଣା କ୍ଷତ ସୁସ୍ଥ ହେଉଛି। ଅନେକ ଶତାବ୍ଦୀର ଯନ୍ତ୍ରଣା ଶେଷ ହେଉଛି ଏବଂ ଶହ ଶହ ବର୍ଷର ସଂକଳ୍ପ ଆଜି ସିଦ୍ଧି ଲାଭ କରୁଛି। ସେ କହିଛନ୍ତି, ଏହା ଏକ ଯଜ୍ଞର ପରିଣାମ ଯାହାର ଅଗ୍ନି ପାଞ୍ଚ ଶହ ବର୍ଷ ଧରି ପ୍ରଜ୍ଜ୍ୱଳିତ ରହିଥିଲା। ଏହି ଯଜ୍ଞର ବିଶ୍ୱାସ କେବେ ଟଳମଳ ହୋଇନଥିଲା। ଗୋଟିଏ ମୁହୂର୍ତ୍ତ ପାଇଁ ମଧ୍ୟ ବିଶ୍ୱାସ ଭାଙ୍ଗି ନଥିଲା। ଆଜି ପ୍ରଭୁ ଶ୍ରୀରାମଙ୍କ ପବିତ୍ର ସ୍ଥାନର ଅସୀମ ଶକ୍ତି ଏବଂ ଶ୍ରୀରାମଙ୍କ ପରିବାରର ଦିବ୍ୟ ମହିମା ଏହି ଧର୍ମଧ୍ୱଜ ରୂପରେ ସବୁଠାରୁ ଦିବ୍ୟ ଓ ମହାନ ମନ୍ଦିରରେ ପ୍ରତିଷ୍ଠିତ ହୋଇଛି।Bihar has defeated lies and upheld the truth: PM Modi from BJP HQ post NDA’s major victory
November 14th, 07:30 pm
PM Modi addressed the BJP headquarters in Delhi after the NDA’s historic mandate in Bihar, expressing deep gratitude to the people of the state for their unprecedented support. He said that this resounding victory reflects the unshakeable trust of Bihar’s citizens who have “created a storm” with their verdict. “Bihar Ne Garda Uda Diya,” he remarked.After NDA’s landslide Bihar victory, PM Modi takes the centre stage at BJP HQ
November 14th, 07:00 pm
PM Modi addressed the BJP headquarters in Delhi after the NDA’s historic mandate in Bihar, expressing deep gratitude to the people of the state for their unprecedented support. He said that this resounding victory reflects the unshakeable trust of Bihar’s citizens who have “created a storm” with their verdict. “Bihar Ne Garda Uda Diya,” he remarked.ନୌବାଣିଜ୍ୟ ନେତାଙ୍କ ମୁମ୍ବାଇ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 29th, 04:09 pm
ମହାରାଷ୍ଟ୍ର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଜୀ, କେନ୍ଦ୍ରମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଜୀ, ଶାନ୍ତନୁ ଠାକୁରଜୀ, କୀର୍ତିବର୍ଦ୍ଧନ ସିଂହ ଜୀ, ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, ଅଜିତ ପାୱାର ଜୀ, ସିପିଂ ଓ ଅନ୍ୟାନ୍ୟ ବିଭାଗ ସହ ଜଡିତ ନେତା, ଭଦ୍ରମଣ୍ଡଳୀ ।ମୁମ୍ବାଇଠାରେ ଇଣ୍ଡିଆ ମେରିଟାଇମ୍ ୱିକ୍ 2025ରେ ମେରିଟାଇମ୍ ଲିଡର୍ସ କନକ୍ଲେଭକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
October 29th, 04:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ମୁମ୍ବାଇଠାରେ ଇଣ୍ଡିଆ ମେରିଟାଇମ୍ ୱିକ୍ ବା ଭାରତ ସାମୁଦ୍ରିକ ସପ୍ତାହ 2025 କାର୍ଯ୍ୟକ୍ରମ ଅନ୍ତର୍ଗତ ମେରିଟାଇମ୍ ଲିଡର୍ସ କନକ୍ଲେଭ (ସାମୁଦ୍ରିକ ନେତୃବର୍ଗଙ୍କ ସମ୍ମିଳନୀ)କୁ ସମ୍ବୋଧିତ କରିଛନ୍ତି । ସେ ମଧ୍ୟ ବିଶ୍ୱ ସାମୁଦ୍ରିକ କ୍ଷେତ୍ରର ବରିଷ୍ଠ ପଦାଧିକାରୀଙ୍କୁ ନେଇ ଆୟୋଜିତ ମଞ୍ଚ ଗ୍ଲୋବାଲ୍ ମେରିଟାଇମ୍ ସିଇଓ ଫୋରମର ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଗ୍ଲୋବାଲ୍ ମେରିଟାଇମ୍ ଲିଡର୍ସ କନକ୍ଲେଭରେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରିଥିଲେ। ସେ କହିଥିଲେ, ଏହି କାର୍ଯ୍ୟକ୍ରମ 2016ରେ ମୁମ୍ବାଇରେ ଆରମ୍ଭ ହୋଇଥିଲା। ଏହା ବର୍ତ୍ତମାନ ଏକ ବିଶ୍ୱସ୍ତରୀୟ ଶିଖର ସମ୍ମିଳନୀରେ ପରିଣତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ। 85ରୁ ଅଧିକ ଦେଶର ଅଂଶଗ୍ରହଣ ଏକ ଦୃଢ଼ ବାର୍ତ୍ତା ଦେଉଛି ବୋଲି ଶ୍ରୀ ମୋଦୀ ଆଲୋକପାତ କରି କହିଥିଲେ। ସେ କାର୍ଯ୍ୟକ୍ରମରେ ଏକତ୍ରିତ ହୋଇଥିବା ପ୍ରମୁଖ ଜାହାଜ କମ୍ପାନୀ, ଷ୍ଟାର୍ଟଅପ୍, ନୀତି ନିର୍ଦ୍ଧାରକ ଏବଂ ନବସୃଜନକାରୀଙ୍କ ସିଇଓଙ୍କ ଉପସ୍ଥିତି ବିଷୟରେ ଉଲ୍ଲେଖ କରିଥିଲେ। ସେ କ୍ଷୁଦ୍ର ଦ୍ୱୀପ ରାଷ୍ଟ୍ରର ପ୍ରତିନିଧିମାନଙ୍କ ଉପସ୍ଥିତିକୁ ପ୍ରଶଂସା କରି କହିଥିଲେ, ସେମାନଙ୍କର ସାମୂହିକ ଦୃଷ୍ଟିକୋଣ ଶିଖର ସମ୍ମିଳନୀର ସମନ୍ୱୟ ଏବଂ ଶକ୍ତିକୁ ଉଲ୍ଲେଖନୀୟ ଭାବରେ ବୃଦ୍ଧି କରିଛି।ଆଇଏନଏସ ବିକ୍ରାନ୍ତରେ ସଶସ୍ତ୍ର ବାହିନୀ ସହିତ ଦୀପାବଳି ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 20th, 10:30 am
ଆଜି ଏକ ସୁନ୍ଦର ଦିନ, ଏହି ମୁହୂର୍ତ୍ତ ସ୍ମରଣୀୟ, ଏହି ଦୃଶ୍ୟ ଆଶ୍ଚର୍ଯ୍ୟଜନକ। ଆଜି ମୋର ଗୋଟିଏ ଦିଗରେ ଅଥଳ ସମୁଦ୍ରର ଜଳରାଶି ତ ଅନ୍ୟ ପଟେ ମା' ଭାରତୀର ବୀର ଯବାନମାନଙ୍କର ଅକଳନୀୟ ସାମର୍ଥ୍ୟ ରହିଛି । ଆଜି ମୋର ଗୋଟିଏ ପଟେ ଅନନ୍ତ କ୍ଷିତିଜ ବ୍ୟାପି ରହିଛି, ଅନନ୍ତ ଆକାଶ ରହିଛି, ତ ଅନ୍ୟ ପଟେ ଅନନ୍ତ ଶକ୍ତିକୁ ଧରି ରଖିଥିବା ଏହି ବିଶାଳ, ବିରାଟ ଆଇଏନଏସ ବିକ୍ରାନ୍ତ ରହିଛି । ସମୁଦ୍ରର ଜଳରାଶି ଉପରେ ସୂର୍ଯ୍ୟଙ୍କ କିରଣ ଏହି ଚମକ ଗୋଟିଏ ପଟେ ବୀର ଯବାନମାନଙ୍କ ଦ୍ୱାରା ଜଳା ଯାଇଥିବା ଦୀପାବଳିର ପ୍ରଦୀପମାଳା ରହିଛି । ଏହା ଆମର ଅଲୌକିକ ଦୀପମାଳାର ସମାହାର, ମୋର ସୌଭାଗ୍ୟ ଯେ ଏଥର ମୁଁ ନୌସେନାର ଆପଣମାନଙ୍କ ସମସ୍ତ ବୀର ଯବାନମାନଙ୍କ ଗହଣରେ ପବିତ୍ର ଦୀପାବଳି ପର୍ବ ପାଳନ କରୁଛି।ଆଇଏନଏସ ବିକ୍ରାନ୍ତରେ ଦେଶପ୍ରେମ ଓ ଆଲୋକର ଉତ୍ସବ ଦୀପାବଳି ପାଳିଲେ ପ୍ରଧାନମନ୍ତ୍ରୀ
October 20th, 10:00 am
ନୂଆଦିଲ୍ଲୀ,୨୧.୧୦.୨୦୨୫: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଇଏନଏସ ବିକ୍ରାନ୍ତରେ ଦୀପାବଳି ପାଳନ ସମୟରେ ସଶସ୍ତ୍ର ବାହିନୀର କର୍ମଚାରୀମାନଙ୍କୁ ସମ୍ବୋଧିତ କରିଛନ୍ତି। ଆଜିର ଏହି ଦିନକୁ ଏକ ସୁନ୍ଦର ଦିନ, ସୁନ୍ଦର ମୁହୂର୍ତ୍ତ ଏବଂ ଚମତ୍କାର ଦୃଶ୍ୟ ଭାବରେ ବର୍ଣ୍ଣନା କରି ଶ୍ରୀ ମୋଦୀ କହିଛନ୍ତି, ଏକ ପାର୍ଶ୍ଵରେ ବିଶାଳ ସମୁଦ୍ର ଏବଂ ଅନ୍ୟପଟେ ଭାରତ ମାତାର ସାହସୀ ସୈନିକମାନଙ୍କର ଅପାର ଶକ୍ତି ରହିଛି। ସେହିପରି ଗୋଟିଏ ପାର୍ଶ୍ୱରେ ଅସୀମ ଦିଗନ୍ତ ଏବଂ ଅସୀମ ଆକାଶ ଥିବାବେଳେ, ଅନ୍ୟ ପାର୍ଶ୍ୱରେ ଆଇଏନଏସ ବିକ୍ରାନ୍ତର ବିଶାଳ ଶକ୍ତି ପ୍ରଦର୍ଶନ କରାଯାଉଛି, ଯାହା ଅସୀମ ଶକ୍ତିକୁ ମୂର୍ତ୍ତିମନ୍ତ କରୁଛି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ସମୁଦ୍ରରେ ସୂର୍ଯ୍ୟକିରଣର ଚମକ ଦୀପାବଳି ସମୟରେ ବୀର ସୈନିକମାନଙ୍କ ଦ୍ୱାରା ପ୍ରଜ୍ଜ୍ୱଳିତ ଦୀପ ସହିତ ସମାନ, ଯାହା ଆଲୋକର ଏକ ଦିବ୍ୟ ମାଳା ସୃଷ୍ଟି କରୁଛି। ଭାରତୀୟ ନୌସେନାର ସାହସୀ ସୈନିକଙ୍କ ମଧ୍ୟରେ ଏହି ଦୀପାବଳି ପାଳନ କରିବା ମୋର ସୌଭାଗ୍ୟ ବୋଲି ପ୍ରଧାନମନ୍ତ୍ରୀ ବର୍ଣ୍ଣନା କରିଛନ୍ତି।ଅକ୍ଟୋବର ୧୬ରେ ଆନ୍ଧ୍ରପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
October 14th, 05:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬ ଅକ୍ଟୋବରରେ ଆନ୍ଧ୍ରପ୍ରଦେଶ ଗସ୍ତ କରିବେ । ଦିନ ପ୍ରାୟ ୧୧:୧୫ ସମୟରେ ସେ ନନ୍ଦ୍ୟାଲ ଜିଲ୍ଲାର ଶ୍ରୀଶୈଲମ ସ୍ଥିତ ଶ୍ରୀ ଭ୍ରମରାମ୍ବା ମଲ୍ଲିକାର୍ଜୁନ ସ୍ୱାମୀ ଭର୍ଲା ଦେବସ୍ଥାନମରେ ପୂଜା ଏବଂ ଦର୍ଶନ କରିବେ । ଏହା ପରେ, ପ୍ରାୟ ୧୨:୧୫ ସମୟରେ ଶ୍ରୀଶୈଲମ ସ୍ଥିତ ଶିବାଜୀ ସ୍ଫୁର୍ଥୀ କେନ୍ଦ୍ର ପରିଦର୍ଶନ କରିବେ ।ମହାରାଷ୍ଟ୍ରର ମୁମ୍ୱାଇରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
October 08th, 03:44 pm
ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀମାନ ଆଚାର୍ଯ୍ୟ ଦେବବ୍ରତ ଜୀ, ଏଠାକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭୀସ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଥିବା ମୋର ସହଯୋଗୀ ରାମଦାସ ଅଠାଓ୍ୱଲେ ଜୀ, କେଆର୍ ନାଇଡୁ ଜୀ, ମୁରଳୀଧର ମୋହୋଳ ଜୀ, ମହାରାଷ୍ଟ୍ର ସରକାରର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, ଅଜିତ ପାଓ୍ୱାର ଜୀ, ଅନ୍ୟ ମନ୍ତ୍ରୀଗଣ, ଭାରତରେ ଅବସ୍ଥାପିତ ଜାପାନର ରାଷ୍ଟ୍ରଦୂତ କେଇଜି ଓନୋ ଜୀ, ଅନ୍ୟ ମହାନୁଭବ, ଭାଇ ଓ ଭଉଣୀମାନେ!ନଭି ମୁମ୍ବାଇର ଅନ୍ତର୍ଜାତୀୟ ବିମାନବନ୍ଦର ଉଦଘାଟନ ସହ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
October 08th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନଭି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ଉଦଘାଟନ କରି, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଏବଂ ଲୋକାର୍ପଣ କରିଛନ୍ତି। ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କୁ ସ୍ୱାଗତ କରି, ପ୍ରଧାନମନ୍ତ୍ରୀ ଉପସ୍ଥିତ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ। ସେ ଏବେ ପାଳିତ ହୋଇଥିବା ବିଜୟା ଦଶମୀ ଏବଂ କୋଜାଗରୀ ପୂର୍ଣ୍ଣିମା ସମ୍ପର୍କରେ କହିଥିଲେ ଏବଂ ଆଗାମୀ ଦୀପାବଳି ଉତ୍ସବ ପାଇଁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି।ଅପରେସନ ସିନ୍ଦୂର ନେଇ ଲୋକସଭାରେ ସ୍ୱତନ୍ତ୍ର ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
July 29th, 05:32 pm
ଏହି ଅଧିବେଶନ ଆରମ୍ଭ ପୂର୍ବରୁ ଯେତେ ବେଳେ ମୁଁ ମିଡିଆ ବନ୍ଧୁମାନଙ୍କ ସହ କଥା ହେଉଥିଲି ସେତେବେଳେ ସାଂସଦମାନଙ୍କ ଉଦ୍ଦେଶ୍ୟରେ ଗୋଟିଏ କଥା କହିଥିଲି । ତାହା ହେଲା ଏହା ହେଉଛି ଏମିତି ଏକ ସ୍ୱତନ୍ତ୍ର ଅଧିବେଶନ ଯେଉଁଠି ଭାରତର ବିଜୟୋତ୍ସବ ପାଳିତ ହେଉଛି । ଯେଉଁଠି ଭାରତର ଗୌରବ ଗାନ ହେଉଛି ।ଅପରେସନ ସିନ୍ଦୂର ଉପରେ ଏକ ସ୍ୱତନ୍ତ୍ର ବିତର୍କ ସମୟରେ ଲୋକସଭାକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
July 29th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଲୋକସଭାରେ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଜବାବରେ ଭାରତର ଶକ୍ତିଶାଳୀ, ସଫଳ ଏବଂ ନିର୍ଣ୍ଣାୟକ ‘ଅପରେସନ୍ ସିନ୍ଦୂର’ ଉପରେ ଏକ ବିଶେଷ ଆଲୋଚନା ସମୟରେ ସମ୍ବୋଧନ କରିଥିଲେ। ସଦନକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଅଧିବେଶନର ଆରମ୍ଭରେ ଗଣମାଧ୍ୟମ ସହ ନିଜର ଆଲୋଚନାକୁ ସ୍ମରଣ କରି କହିଥିଲେ ଯେ ସେ ସମସ୍ତ ମାନ୍ୟବର ସାଂସଦମାନଙ୍କୁ ଏହି ଅଧିବେଶନକୁ ଭାରତର ବିଜୟର ଉତ୍ସବ ଏବଂ ଭାରତର ଗୌରବର ଶ୍ରଦ୍ଧାଞ୍ଜଳି ଭାବେ ପାଳନ କରିବାକୁ ନିବେଦନ କରିଥିଲେ।2047 ରେ ବିକଶିତ ଭାରତର ମାର୍ଗ ଆତ୍ମନିର୍ଭରଶୀଳତା ମାଧ୍ୟମରେ ଯାଇଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
July 27th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆଉ ଥରେ ଦେଶର ସଫଳତା ଏବଂ ଦେଶବାସୀଙ୍କ ଉପଲବ୍ଧି ବିଷୟରେ କଥା ହେବା । ଗତ କିଛି ସପ୍ତାହରେ କ୍ରୀଡ଼ା ହେଉ, ବିଜ୍ଞାନ ହେଉ କିମ୍ବା ସଂସ୍କୃତି ହେଉ, ବହୁତ କିଛି ଏମିତି ହୋଇଛି, ଯାହା ଉପରେ ପ୍ରତ୍ୟେକ ଭାରତବାସୀ ଗର୍ବିତ । ଏବେ ନିକଟରେ ଶୁଭାଂଶୁ ଶୁକ୍ଳାଙ୍କ ମହାକାଶରୁ ଫେରିବାକୁ ନେଇ ଦେଶରେ ବହୁତ ଚର୍ଚ୍ଚା ହେଲା । ଶୁଭାଂଶୁ ଯେମିତି ପୃଥିବୀପୃଷ୍ଠରେ ସୁରକ୍ଷିତ ଭାବେ ଓହ୍ଲାଇଲେ, ଲୋକେ ଉତ୍ସାହିତ ହୋଇଉଠିଲେ । ପ୍ରତ୍ୟେକ ହୃଦୟରେ ଖୁସିର ଲହରି ଖେଳିଗଲା । ସମଗ୍ର ଦେଶ ଗର୍ବରେ ପରିପୂର୍ଣ୍ଣ ହୋଇଗଲା । ମୋର ମନେଅଛି, ଯେତେବେଳେ ଅଗଷ୍ଟ ୨୦୨୩ରେ ଚନ୍ଦ୍ରଯାନ-୩ର ସଫଳ ଅବତରଣ ହୋଇଥିଲା, ସେତେବେଳେ ଦେଶରେ ଗୋଟିଏ ନୂଆ ବାତାବରଣ ସୃଷ୍ଟି ହୋଇଥିଲା । ବିଜ୍ଞାନକୁ ନେଇ, ମହାକାଶକୁ ନେଇ ପିଲାମାନଙ୍କ ମନରେ ଏକ ନୂଆ ଜିଜ୍ଞାସା ମଧ୍ୟ ଜାଗ୍ରତ ହୋଇଥିଲା । ଏବେ ଛୋଟ ଛୋଟ ପିଲାମାନେ କହୁଛନ୍ତି, ଆମେ ବି ମହାକାଶକୁ ଯିବୁ । ଆମେ ବି ଚନ୍ଦ୍ରପୃଷ୍ଠରେ ଓହ୍ଲାଇବୁ – ମହାକାଶ ବିଜ୍ଞାନୀ ହେବୁ ।ୟୁନେସ୍କୋ ବିଶ୍ୱ ଐତିହ୍ୟ ତାଲିକାରେ ଭାରତର “ମରାଠା ସାମରିକ ଦୃଶ୍ୟପଟ୍ଟ” ସାମିଲ କରାଯିବାକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
July 12th, 09:23 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ମରାଠା ସାମରିକ ଦୃଶ୍ୟପଟ୍ଟ ପ୍ରତିଷ୍ଠିତ ୟୁନେସ୍କୋ ବିଶ୍ୱ ଐତିହ୍ୟ ତାଲିକାରେ ସାମିଲ ହେବା ଉପରେ ଅତ୍ୟନ୍ତ ଗର୍ବ ଏବଂ ଆନନ୍ଦ ପ୍ରକାଶ କରିଛନ୍ତି ।ପଡକାଷ୍ଟରେ ଲେକ୍ସ ଫ୍ରିଡମ୍ୟାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପର ଓଡ଼ିଆ ଅନୁବାଦ
March 16th, 11:47 pm
ମୋର ଶକ୍ତି ମୋଦୀ ହେବାରେ ନୁହେଁ; ଏହା ୧୪୦ କୋଟି ଭାରତୀୟଙ୍କ ଠାରୁ ଆସିଛି, ହଜାର ହଜାର ବର୍ଷର ଆମ ଦେଶର ସମୃଦ୍ଧ ସାଂସ୍କୃତିକ ଏବଂ ଐତିହାସିକ ପରମ୍ପରାରୁ ଆସିଛି। ଏହା ହିଁ ମୋର ପ୍ରକୃତ ଶକ୍ତି । ମୁଁ ଯେଉଁଠିକୁ ବି ଯାଏ, ମୁଁ ମୋଦୀ ଭାବେ ଯାଏ ନାହିଁ- ବେଦ ଠାରୁ ଆରମ୍ଭ କରି ବିବେକାନନ୍ଦ ପର୍ଯ୍ୟନ୍ତ ଆମ ସଭ୍ୟତାର ହଜାର ହଜାର ବର୍ଷ ପୁରୁଣା ମହାନ ପରମ୍ପରାକୁ ମୁଁ ସାଙ୍ଗରେ ନେଇ ଯାଇଥାଏ। ମୁଁ ୧୪୦ କୋଟି ଲୋକଙ୍କ ପ୍ରତିନିଧିତ୍ବ କରୁଛି, ସେମାନଙ୍କ ସ୍ୱପ୍ନ ଏବଂ ସେମାନଙ୍କ ଆକାଂକ୍ଷାକୁ ପ୍ରତିନିଧିତ୍ୱ କରୁଛି । ସେଥିପାଇଁ ଯେତେବେଳେ ମୁଁ ବିଶ୍ୱର କୌଣସି ନେତାଙ୍କ ସହ ହାତ ମିଳାଉଛି, ତାହା କେବଳ ମୋଦୀଙ୍କ ହାତ ନୁହେଁ- ଏହା ୧୪୦ କୋଟି ଭାରତୀୟଙ୍କ ହାତ। ମୋର ଶକ୍ତି ମୋର ନୁହେଁ; ଏହା ହେଉଛି ଭାରତର ଶକ୍ତି । ଯେତେବେଳେ ବି ଆମେ ଶାନ୍ତି କଥା କହୁଛୁ, ବିଶ୍ୱ ଶୁଣେ, କାରଣ ଏହା ମହାତ୍ମା ଗାନ୍ଧୀଙ୍କ ଦେଶ ବୁଦ୍ଧଙ୍କ ଭୂମି। ଆମେ ସଂଘର୍ଷକୁ ନୁହେଁ; ଆମେ ଶାନ୍ତିକୁ ସମର୍ଥନ କରୁଛୁ। ଆମେ ପ୍ରକୃତି ସହିତ ସଂଘର୍ଷ ଚାହୁଁନାହୁଁ କିମ୍ବା ଜାତି ମାନଙ୍କ ମଧ୍ୟରେ ସଂଘର୍ଷ ଚାହୁଁନାହୁଁ - ଆମେ ଏପରି ଦେଶ ଯିଏ ସହଯୋଗରେ ବିଶ୍ୱାସ କରୁ । ଶାନ୍ତି ପ୍ରତିଷ୍ଠା ଦିଗରେ ଯଦି ଆମେ କୌଣସି ପ୍ରକାର ଅବଦାନ ଦେଇପାରିବା, ତେବେ ଆମେ ସବୁବେଳେ ତାହା କରିବାକୁ ଚେଷ୍ଟା କରୁଛୁ। ମୋ ଜୀବନ ଅତ୍ୟଧିକ ଦାରିଦ୍ର୍ୟରୁ ବାହାରିଥିଲା, ତଥାପି ଆମେ କେବେ ବି ଏହା ଦ୍ୱାରା ବୋଝ ଅନୁଭବ କରିନଥିଲୁ। ସାରା ଜୀବନ ଜୋତା ପିନ୍ଧିଥିବା ବ୍ୟକ୍ତି ଯଦି ହଠାତ୍ ଏହାକୁ ହରାଇଥାନ୍ତି, ତେବେ ସେମାନେ ହୁଏତ ସଂଘର୍ଷ କରିପାରନ୍ତି। କିନ୍ତୁ ଯେଉଁମାନେ କେବେ ଜୋତା ପିନ୍ଧି ନାହାନ୍ତି, ସେମାନଙ୍କ ପାଇଁ ଏଥିରୁ ବଞ୍ଚିତ ହେବାର କୌଣସି ଭାବନା ନଥାଏ- ଆମେ କେବଳ ସେମାନଙ୍କ ଭଳି ଜୀବନ ଅତିବାହିତ କରୁଛୁ।ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ୍ମ୍ୟାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସାକ୍ଷାତକାର
March 16th, 05:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ଼ମ୍ୟାନଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ମନଖୋଲା ଆଲୋଚନାରେ କାହିଁକି ସେ ଉପବାସ କରନ୍ତି ଓ ଉପବାସ କରିବାରେ କିପରି ସକ୍ଷମ ହୁଅନ୍ତି ବୋଲି ପ୍ରଶ୍ନ କରାଯିବାରୁ ଉପବାସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରତି ସମ୍ମାନ ଭାବେ ଗ୍ରହଣ କରିଥିବାରୁ ଲେକ୍ସ ଫ୍ରିଡମ୍ୟାନଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ ପ୍ରଧାନମନ୍ତ୍ରୀ। ଶ୍ରୀ ମୋଦୀ କହିଥିଲେ, ଭାରତରେ ଧାର୍ମିକ ପରମ୍ପରା ଦୈନନ୍ଦିନ ଜୀବନ ସହିତ ଓତଃପ୍ରୋତ ଭାବେ ଜଡ଼ିତ। ଭାରତର ସୁପ୍ରିମକୋର୍ଟଙ୍କ ବ୍ୟାଖ୍ୟା ଅନୁସାରେ ହିନ୍ଦୁ ଧର୍ମ କେବଳ ଧାର୍ମିକ ବିଧି ବିଧାନ ନୁହେଁ। ବରଂ ଏହା ହେଉଛି ମଣିଷ ଜୀବନକୁ ପଥ ପ୍ରଦର୍ଶନ କରୁଥିବା ଏକ ଦର୍ଶନ। ସେ କହିଥିଲେ ଯେ, ଶୃଙ୍ଖଳିତ ଜୀବନ ପାଇଁ ଉପବାସ ହେଉଛି ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏହା ଜଣକର ଅନ୍ତଃ ଓ ବାହ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା କରିଥାଏ। ପ୍ରଧାନମନ୍ତ୍ରୀ କହିଥିଲେ, ଉପବାସ ଜଣକର ଇନ୍ଦ୍ରିୟଗୁଡ଼ିକୁ ଆହୁରି ଶକ୍ତିଶାଳୀ କରିଥାଏ, ସେମାନଙ୍କୁ ଆହୁରି ସମ୍ବେଦନଶୀଳ ଓ ସଚେତନ କରିଥାଏ। ସେ ନିଜ ଅନୁଭବରୁ କହିଥିଲେ ଯେ, ଉପବାସ ସମୟରେ କୌଣସି ଟିକିଏ ସୂକ୍ଷ୍ମ କଥାକୁ ମଧ୍ୟ ଜଣେ ସ୍ପଷ୍ଟ ଭାବେ ମନେ ରଖିପାରେ। ସେ ଆହୁରି କହିଥିଲେ, ଚିନ୍ତନ ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରିଥାଏ ଉପବାସ। ଏହା ନୂଆ ଦୃଷ୍ଟିକୋଣ ପ୍ରଦାନ କରିବା ସହିତ ଅଭିନବ ଚିନ୍ତନ ପ୍ରକ୍ରିୟାକୁ ପ୍ରୋତ୍ସାହିତ କରିଥାଏ। ଶ୍ରୀ ମୋଦୀ ସ୍ପଷ୍ଟ କରିଥିଲେ ଯେ, କେବଳ ଖାଦ୍ୟ ନ ଖାଇବା ଉପବାସ ନୁହେଁ, ଏହା ହେଉଛି ପ୍ରସ୍ତୁତି ଓ ବିଶୁଦ୍ଧିକରଣର ଏକ ବୈଜ୍ଞାନିକ ପ୍ରକ୍ରିୟା। ସେ କହିଥିଲେ ଯେ, ଉପବାସ କରିବା ପୂର୍ବରୁ ବେଶ୍ କିଛି ଦିନ ଆୟୁର୍ବେଦିକ୍ ଓ ଯୋଗ ଜରିଆରେ ସେ ନିଜ ଶରୀରକୁ ଉପବାସ ପାଇଁ ପ୍ରସ୍ତୁତ କରନ୍ତି। ଏହି ସମୟରେ ନିୟମିତ ଓ ପର୍ଯ୍ୟାପ୍ତ ଭାବେ ପାଣି ପିଇବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଉପବାସ ଆରମ୍ଭ ହେବା ମାତ୍ରେ ଏହାକୁ ସେ ସମର୍ପଣ ଓ ଆତ୍ମଶୃଙ୍ଖଳା ଏକ କାମ ବୋଲି ବିଚାର କରନ୍ତି। ଏହା ସହିତ ଗଭୀର ଆତ୍ମଚିନ୍ତନ ଓ ଧ୍ୟାନକୁ ଗୁରୁତ୍ୱ ଦିଅନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପବାସ କରିବାର ଏହି ଅଭ୍ୟାସ ତାଙ୍କର ନିଜ ଜୀବନର ଏକ ଘଟଣାରୁ ଆରମ୍ଭ ହୋଇଥିଲା। ସ୍କୁଲରେ ପଢୁଥିବା ବେଳେ ମହାତ୍ମା ଗାନ୍ଧିଙ୍କ ପ୍ରେରଣାରୁ ହୋଇଥିବା ଏକ ଅଭିଯାନରୁ ଏହା ଆରମ୍ଭ ହୋଇଥିଲା। ଯେତେବେଳେ ସେ ପ୍ରଥମ ଥର ଉପବାସ କରିଥିଲେ, ତାଙ୍କ ଶରୀରରେ ଅଧିକ ଶକ୍ତି ଓ ଚେତନା ଆସିଥିବାର ସେ ଅନୁଭବ କରିଥିଲେ। ଏଥିରୁ ସେ ନିଶ୍ଚିତ ହେଲେ ଯେ, ଉପବାସର ଏକ ବଡ଼ ପରିବର୍ତ୍ତନକାରୀ ଶକ୍ତି ଅଛି। ସେ ଉଲ୍ଲେଖ କରିଥିଲେ, ଉପବାସ ତାଙ୍କୁ ମାନ୍ଦା କରିନଥାଏ, ବରଂ ଏହା ତାଙ୍କ କାର୍ଯ୍ୟଦକ୍ଷତାକୁ ଆହୁରି ବୃଦ୍ଧି କରିଥାଏ। ଉପବାସ ସମୟରେ ତାଙ୍କ ମନକୁ ସ୍ୱତଃପ୍ରବୃତ୍ତ ଭାବେ ସକରାତ୍ମକ ଚିନ୍ତନ ଓ ସୃଜନଶୀଳତା ଆପେ ଆପେ ଆସିଥାଏ। ନିଜକୁ ପରିପ୍ରକାଶ କରିବାରେ ଏହା ଏକ ଅତୁଳନୀୟ ଅନୁଭବ ପ୍ରଦାନ କରିଥାଏ ବୋଲି କହିଥିଲେ ପ୍ରଧାନମନ୍ତ୍ରୀ।Our language is the carrier of our culture: PM Modi at Akhil Bharatiya Marathi Sahitya Sammelan
February 21st, 05:00 pm
PM Modi inaugurated the 98th Akhil Bharatiya Marathi Sahitya Sammelan in New Delhi. Shri Modi highlighted that the Sammelan was taking place at a significant time when the nation was witnessing the 350th anniversary of Chhatrapati Shivaji Maharaj's coronation, the 300th birth anniversary of Punyashlok Ahilyabai Holkar, and the 75th anniversary of our Constitution, created through the efforts of Babasaheb Ambedkar.PM Modi inaugurates 98th Akhil Bharatiya Marathi Sahitya Sammelan
February 21st, 04:30 pm
PM Modi inaugurated the 98th Akhil Bharatiya Marathi Sahitya Sammelan in New Delhi. Shri Modi highlighted that the Sammelan was taking place at a significant time when the nation was witnessing the 350th anniversary of Chhatrapati Shivaji Maharaj's coronation, the 300th birth anniversary of Punyashlok Ahilyabai Holkar, and the 75th anniversary of our Constitution, created through the efforts of Babasaheb Ambedkar.Prime Minister pays homage to Chhatrapati Shivaji Maharaj on his Jayanti
February 19th, 09:36 am
The Prime Minister, Shri Narendra Modi has paid homage to Chhatrapati Shivaji Maharaj on his Jayanti.