India-Israel partnership has stood the test of time: PM Modi at the India-Israel Joint Press Meet
February 26th, 03:30 pm
In his remarks during the India-Israel Joint Press Meet, PM Modi expressed his happiness at visiting Israel. He highlighted the historic decision to elevate the India-Israel time-tested partnership to a Special Strategic Partnership. He noted that discussions were held on giving new direction and greater momentum to cooperation across sectors between the two countries. The PM reiterated his firm commitment against terrorism and welcomed the Gaza Peace Plan.କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 11th, 02:45 pm
ଗୁଜରାଟର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ଉପମୁଖ୍ୟମନ୍ତ୍ରୀ ହର୍ଷ ସଂଘଭି, ଗୁଜରାଟ ସରକାରଙ୍କ ଅନ୍ୟାନ୍ୟ ମନ୍ତ୍ରୀଗଣ , ସଂସଦ ଏବଂ ବିଧାନସଭାର ସଦସ୍ୟ, ମହାମହିମ , ଶିଳ୍ପ ଜଗତର ପ୍ରତିନିଧି, ଅନ୍ୟ ସମ୍ମାନିତ ଅତିଥିଗଣ , ମହିଳା ଏବଂ ଭଦ୍ର ଲୋକମାନୋରାଜକୋଟଠାରେ କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
January 11th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ରାଜକୋଟଠାରେ କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ, 2026 ବର୍ଷ ଆରମ୍ଭ ପରେ ଏହା ତାଙ୍କର ପ୍ରଥମ ଗୁଜରାଟ ଗସ୍ତ। ସେ ଏହା ଉପରେ ଆଲୋକପାତ କରି କହିଥିଲେ, ସକାଳେ ସେ ଭଗବାନ ସୋମନାଥଙ୍କ ଦିବ୍ୟ ଦର୍ଶନ କରିଥିଲେ ଏବଂ ବର୍ତ୍ତମାନ ରାଜକୋଟରେ ଏକ ମହାନ କାର୍ଯ୍ୟକ୍ରମରେ ଯୋଗ ଦେଉଛନ୍ତି। ‘ବିକାଶ ଭି, ବୀରାସତ ଭି’ (ଐତିହ୍ୟକୁ ନେଇ ବିକାଶ) ମନ୍ତ୍ର ସବୁଠି ଗୁଞ୍ଜରିତ ହେଉଛି। ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ଯୋଗଦେବା ପାଇଁ ଦେଶ ଏବଂ ବିଶ୍ୱରୁ ଆସିଥିବା ସମସ୍ତ ସହକର୍ମୀଙ୍କୁ ସେ ସ୍ୱାଗତ କରିଥିଲେ ଏବଂ ଶୁଭେଚ୍ଛା ଜଣାଇଥିଲେ।ରୁଷ ରାଷ୍ଟ୍ରପତିଙ୍କ ଭାରତ ଗସ୍ତର ପରିଣାମଗୁଡ଼ିକର ତାଲିକା
December 05th, 05:53 pm
ଭାରତ ଏବଂ ରୁଷ ସରକାରଙ୍କ ମଧ୍ୟରେ ଗୋଟିଏ ଦେଶର ନାଗରିକଙ୍କ ଅନ୍ୟ ଦେଶର ଅଞ୍ଚଳରେ ଅସ୍ଥାୟୀ ଶ୍ରମ କାର୍ଯ୍ୟକଳାପ ଉପରେ ରାଜିନାମା।23ତମ ଭାରତ ରୁଷ ବାର୍ଷିକ ଶିଖର ସମ୍ମିଳନୀ ପରେ ମିଳିତ ବକ୍ତବ୍ୟ
December 05th, 05:43 pm
ଭାରତ ଏବଂ ରୁଷ ମଧ୍ୟରେ ସ୍ୱତନ୍ତ୍ର ଏବଂ ବିଶେଷାଧିକାରପ୍ରାପ୍ତ ରଣନୀତିକ ସହଭାଗିତାକୁ ଆହୁରି ମଜବୁତ କରିବା ପାଇଁ ଦୁଇ ଦେଶର ନେତାମାନେ ସେମାନଙ୍କର ସମର୍ଥନକୁ ଦୋହରାଇଛନ୍ତି। ଚଳିତ ବର୍ଷ ଭାରତ ଏବଂ ରୁଷ ମଧ୍ୟରେ ରଣନୀତିକ ଭାଗିଦାରୀ ଘୋଷଣାର 25ତମ ବାର୍ଷିକୀ ଯାହାକି ଅକ୍ଟୋବର 2000 ରାଷ୍ଟ୍ରପତି ଭ୍ଲାଦିମିର ପୁତିନଙ୍କ ପ୍ରଥମ ଭାରତ ଗସ୍ତ ସମୟରେ ପ୍ରତିଷ୍ଠା କରାଯାଇଥିଲା।ନୂଆଦିଲ୍ଲୀର ଭାରତ ମଣ୍ଡପମରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଭାରତ-ରୁଷ ବ୍ୟବସାୟ ଫୋରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 05th, 03:45 pm
ପୀୟୁଷ ଜୀ ଯେପରି ଉଲ୍ଲେଖ କରିଥିବା ବିଭିନ୍ନ ବିଷୟଗୁଡ଼ିକୁ ଏବଂ ରାଷ୍ଟ୍ରପତିଙ୍କ ଦ୍ୱାରା ବର୍ଣ୍ଣିତ ସମ୍ଭାବନାଗୁଡ଼ିକୁ ବିଚାର କରି, ଆମେ ବହୁତ କମ୍ ସମୟ ମଧ୍ୟରେ ବିଶାଳ ଲକ୍ଷ୍ୟ ମଧ୍ୟ ହାସଲ କରିପାରିବା। ବ୍ୟବସାୟ ହେଉ କିମ୍ବା କୂଟନୀତି, ଯେକୌଣସି ସହଭାଗୀର ମୂଳଦୁଆ ହେଉଛି ପାରସ୍ପରିକ ବିଶ୍ୱାସ। ଏହି ବିଶ୍ୱାସ ହେଉଛି ଭାରତ-ରୁଷ ସମ୍ପର୍କର ସବୁଠାରୁ ବଡ଼ ଶକ୍ତି। ଏହା ଆମର ମିଳିତ ପ୍ରୟାସକୁ ଦିଗଦର୍ଶନ ଏବଂ ଗତି ପ୍ରଦାନ କରେ। ଏହା ହେଉଛି ଲଞ୍ଚ ପ୍ୟାଡ୍ ଯାହା ଆମକୁ ନୂତନ ସ୍ୱପ୍ନ ଏବଂ ଆକାଂକ୍ଷାକୁ ଆଗକୁ ବଢାଇବା ପାଇଁ ପ୍ରେରଣା ଦିଏ। ଗତ ବର୍ଷ, ରାଷ୍ଟ୍ରପତି ପୁଟିନ ଏବଂ ମୁଁ ୨୦୩୦ ସୁଦ୍ଧା ଦ୍ୱିପାକ୍ଷିକ ବାଣିଜ୍ୟରେ ୧୦୦ ବିଲିୟନ ଡଲାର ଅତିକ୍ରମ କରିବାର ଲକ୍ଷ୍ୟ ରଖିଥିଲୁ। କିନ୍ତୁ ଗତକାଲିଠାରୁ ରାଷ୍ଟ୍ରପତି ପୁଟିନଙ୍କ ସହ ମୋର ଆଲୋଚନା ଏବଂ ଆମେ ଦେଖୁଥିବା ସମ୍ଭାବନାକୁ ଆଧାର କରି, ମୁଁ ଭାବୁନାହିଁ ଯେ, ଆମକୁ ଆଉ ୨୦୩୦ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡିବ। ମୁଁ ତାହା ସ୍ପଷ୍ଟ ଭାବରେ ଦେଖିପାରୁଛି। ଆମେ ନିର୍ଦ୍ଧାରିତ ସମୟ ପୂର୍ବରୁ ସେହି ଲକ୍ଷ୍ୟ ହାସଲ କରିବା ପାଇଁ ଦୃଢ଼ ସଂକଳ୍ପ ସହିତ ଆଗକୁ ବଢ଼ୁଛୁ, ଏବଂ ମୋର ଆତ୍ମବିଶ୍ୱାସ ବୃଦ୍ଧି ପାଉଛି। ଶୁଳ୍କ ଏବଂ ଅଣ-ଶୁଳ୍କ ବାଧା ହ୍ରାସ କରାଯାଉଛି।ଭାରତ - ରୁଷିଆ ବ୍ୟବସାୟିକ ଫୋରମରେ ରୁଷ ରାଷ୍ଟ୍ରପତିଙ୍କ ସହ ମିଳିତ ବିବୃତ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 05th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ରୁଷ ରାଷ୍ଟ୍ରପତି ମହାମହିମ ଶ୍ରୀ ଭ୍ଲାଦିମିର ପୁଟିନଙ୍କ ସହ ଭାରତ – ରୁଷ ବ୍ୟବସାୟିକ ଫୋରମକୁ ସମ୍ବୋଧିତ କରିଥିଲେ। ତାଙ୍କର ବକ୍ତବ୍ୟ ଉପସ୍ଥାପନ କରି ପ୍ରଧାନମନ୍ତ୍ରୀ ମହାମହିମ ରାଷ୍ଟ୍ରପତି ପୁଟିନ, ଭାରତ ଏବଂ ବିଦେଶରୁ ଆସିଥିବା ନେତୃବୃନ୍ଦ ତଥା ସମସ୍ତ ମାନ୍ୟବର ଅତିଥିମାନଙ୍କୁ ସ୍ୱାଗତ କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଭାରତ ରୁଷ ବ୍ୟବସାୟିକ ଫୋରମ ରାଷ୍ଟ୍ରପତି ପୁଟିନଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପକୁ ପ୍ରତିଫଳିତ କରୁଛି, ଯିଏ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ଏକ ବୃହତ୍ ପ୍ରତିନିଧିମଣ୍ଡଳୀକୁ ସାଙ୍ଗରେ ଆଣିଛନ୍ତି। ପ୍ରଧାନମନ୍ତ୍ରୀ ସମସ୍ତ ଉପସ୍ଥିତ ଲୋକଙ୍କୁ ତାଙ୍କର ହୃଦୟସ୍ପର୍ଶୀ ସ୍ୱାଗତକୁ ଆଲୋକପାତ କରି ପ୍ରକାଶ କରିଥିଲେ ଯେ, ସେମାନଙ୍କ ଗହଣରେ ରହିବା ଏକ ଅତ୍ୟନ୍ତ ଆନନ୍ଦର ମୁହୂର୍ତ୍ତ। ଶ୍ରୀ ମୋଦୀ ଫୋରମରେ ଯୋଗଦାନ କରି ତାଙ୍କର ଅମୂଲ୍ୟ ଚିନ୍ତାଧାରା ବାଣ୍ଟି ଥିବାରୁ ତାଙ୍କ ବନ୍ଧୁ ରାଷ୍ଟ୍ରପତି ପୁଟିନଙ୍କୁ ଗଭୀର କୃତଜ୍ଞତା ଜଣାଇଥିଲେ। ସେ ଜୋର ଦେଇଥିଲେ ଯେ, ବ୍ୟବସାୟ ପାଇଁ ସରଳୀକୃତ ଏବଂ ପୂର୍ବାନୁମାନଯୋଗ୍ୟ ବ୍ୟବସ୍ଥା ସୃଷ୍ଟି କରାଯାଉଛି ଏବଂ ସେ ଏହା ମଧ୍ୟ ଉଲ୍ଲେଖ କରିଥିଲେ ଯେ, ଭାରତ ଏବଂ ୟୁରେସିଆନ ଅର୍ଥନୈତିକ ସଂଘ ମଧ୍ୟରେ ଏକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଉପରେ ଆଲୋଚନା ଆରମ୍ଭ ହୋଇଛି।ରୁଷ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ
December 05th, 02:00 pm
ଆଜି ଭାରତ - ରୁଷ ୨୩ତମ ଶିଖର ସମ୍ମିଳନୀରେ ରାଷ୍ଟ୍ରପତି ପୁଟିନଙ୍କୁ ସ୍ୱାଗତ କରି ମୁଁ ବହୁତ ଖୁସି ଅନୁଭବ କରୁଛି। ଆମର ଦ୍ୱିପାକ୍ଷିକ ସମ୍ପର୍କ ଅନେକ ଐତିହାସିକ ମାଇଲଖୁଣ୍ଟ ଦେଇ ଗତି କରୁଥିବା ସମୟରେ ସେ ଭାରତ ଗସ୍ତରେ ଆସିଛନ୍ତି। ଠିକ୍ ୨୫ ବର୍ଷ ପୂର୍ବେ, ରାଷ୍ଟ୍ରପତି ପୁଟିନ ଆମର ରଣନୈତିକ ସହଭାଗୀତାର ମୂଳଦୁଆ ସ୍ଥାପନ କରିଥିଲେ। ୧୫ ବର୍ଷ ପୂର୍ବେ, ୨୦୧୦ ମସିହାରେ, ଆମର ସହଭାଗୀତାକୁ ସ୍ୱତନ୍ତ୍ର ଏବଂ ବିଶେଷାଧିକାର ପ୍ରାପ୍ତ ରଣନୀତିକ ଭାଗିଦାରୀର ମାନ୍ୟତା ମିଳିଥିଲା।PM Modi’s remarks during the joint press meet with Russian President Vladimir Putin
December 05th, 01:50 pm
PM Modi addressed the joint press meet with President Putin, highlighting the strong and time-tested India-Russia partnership. He said the relationship has remained steady like the Pole Star through global challenges. PM Modi announced new steps to boost economic cooperation, connectivity, energy security, cultural ties and people-to-people linkages. He reaffirmed India’s commitment to peace in Ukraine and emphasised the need for global unity in the fight against terrorism.ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନରେ କଥା ହେଲେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରୋଁ
August 21st, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫ୍ରାନ୍ସ ରାଷ୍ଟ୍ରପତି ମହାମହିମ ଇମାନୁଏଲ ମାକ୍ରୋଁଙ୍କ ଠାରୁ ଏକ ଫୋନ୍ କଲ୍ ପାଇ ତାଙ୍କ ସହିତ କଥା ହୋଇଛନ୍ତି।ଭିଡିଏନକେଏଚ୍ ଠାରେ ରୋଜାଟମ୍ ପ୍ୟାଭିଲିୟନ ପରିଦର୍ଶନ କରିଛନ୍ତି ପ୍ରଧାନମନ୍ତ୍ରୀ
July 09th, 04:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାମହିମ ରାଷ୍ଟ୍ରପତି ଶ୍ରୀ ଭ୍ଲାଦିମିର ପୁଟିନଙ୍କ ସହ ଆଜି ମସ୍କୋରେ ଥିବା ଅଲ୍ ଋଷୀୟ ପ୍ରଦର୍ଶନୀ କେନ୍ଦ୍ର, ଭିଡିଏନକେଏଚ୍ ପରିଦର୍ଶନ କରିଛନ୍ତି ।ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତି
April 08th, 01:16 pm
ମହାମହିମ, ଆପଣଙ୍କ ଭାରତ ଗସ୍ତ ଶୁଭ ସମୟରେ ପୋୟଲା ବୈଶାଖୀର ଠିକ୍ ଆଗମନ ପୂର୍ବରୁ ହୋଇଛି । ମୁଁ ଏହି ସୁଯୋଗରେ ଆପଣ ଓ ବାଂଲାଦେଶର ଲୋକମାନଙ୍କୁ ଶୁଭୋ ନବା ବର୍ଷୋର କାମନା ଜଣାଉଛି । ଆପଣଙ୍କ ଗସ୍ତ ଆମର ଲୋକ ଓ ରାଷ୍ଟ୍ର ମଧ୍ୟରେ ବନ୍ଧୁତ୍ୱର ଆଉ ଏକ ସୁନେଲୀ ଅଧ୍ୟାୟ(ସୁବର୍ଣ୍ଣ ଯୁଗ) । ଆମ ସମ୍ପର୍କରେ ଅସାଧାରଣ ପରିବର୍ତ୍ତନ ଓ ଭାଗିଦାରୀର ଉପଲବ୍ଧୀ ଆପଣଙ୍କ ଦୃଢ଼ ଓ ନିର୍ଣ୍ଣାୟକ ନେତୃତ୍ୱର ସ୍ପଷ୍ଟ ପରିଚୟ ଦେଉଛି । 1971 ମୁକ୍ତି ଯୁଦ୍ଧରେ ପ୍ରାଣ ହରାଇଥିବା ଭାରତୀୟ ଯବାନଙ୍କ ପ୍ରତି ସମ୍ମାନ ଦେବାର ଆପଣଙ୍କ ନିଷ୍ପତ୍ତି ଭାରତୀୟ ଲୋକଙ୍କୁ ଗଭୀର ଭାବେ ଛୁଇଁପାରିଛି । ପ୍ରତ୍ୟେକ ଭାରତୀୟ ଜାଣି ଗର୍ବ କରେ ଯେ ଭାରତୀୟ ସୈନିକ ଓ ବୀର ମୁକ୍ତି ଯୋଦ୍ଧାମାନେ ଆତଙ୍କବାଦର ଶାସନରୁ ବାଂଲାଦେଶକୁ ମୁକ୍ତ କରିବା ପାଇଁ ଏକାଠି ଲଢ଼ିଥିଲେ ।