ଇଥିଓପିଆ ସଂସଦର ମିଳିତ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 17th, 12:25 pm
ପ୍ରାଚୀନ ଜ୍ଞାନ ଓ ଆଧୁନିକ ଆକାଂକ୍ଷାର ସମନ୍ୱୟ ଥିବା ଏକ ଜାତିର ହୃଦୟସ୍ଥଳ ତଥା ଗଣତନ୍ତ୍ରର ଏହି ମନ୍ଦିରକୁ ଆସିଥିବାରୁ ମୁଁ ନିଜକୁ ଗୌରବାନ୍ୱିତ ମନେକରୁଛି। ଆପଣମାନଙ୍କ ସଂସଦ, ଆପଣମାନଙ୍କ ଜନତା ଏବଂ ଆପଣମାନଙ୍କ ଗଣତାନ୍ତ୍ରିକ ଯାତ୍ରା ପ୍ରତି ଗଭୀର ସମ୍ମାନର ସହିତ ମୁଁ ଏଠାକୁ ଆସିଛି।ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
December 17th, 12:12 pm
ପ୍ରଧାନମନ୍ତ୍ରୀ ଭାରତୀୟମାନଙ୍କ ପକ୍ଷରୁ ଇଥିଓପିଆ ସାଂସଦମାନଙ୍କୁ ବନ୍ଧୁତା ଏବଂ ସଦ୍ଭାବନାର ଶୁଭେଚ୍ଛା ଜଣାଇ ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ସେ କହିଥିଲେ ଯେ, ସଂସଦକୁ ସମ୍ବୋଧିତ କରିବା ଏବଂ ଗଣତନ୍ତ୍ରର ଏହି ମନ୍ଦିର ମାଧ୍ୟମରେ, ଇଥିଓପିଆର ଭବିଷ୍ୟତ ଗଠନ କରୁଥିବା ସାଧାରଣ ଜନତା - କୃଷକ, ଉଦ୍ୟୋଗୀ, ଗର୍ବିତ ମହିଳା ଏବଂ ଯୁବକମାନଙ୍କ ସହ କଥା ହେବା ଏକ ସୌଭାଗ୍ୟର ବିଷୟ। ତାଙ୍କୁ ସର୍ବୋଚ୍ଚ ପୁରସ୍କାର - ‘ଗ୍ରେଟ୍ ଅନର ନିଶାନ ଅଫ ଇଥିଓପିଆ’ ପ୍ରଦାନ କରିବା ପାଇଁ ସେ ଇଥିଓପିଆର ଜନତା ଏବଂ ସରକାରଙ୍କୁ ଧନ୍ୟବାଦ ଜଣାଇଥିଲେ। ଦୁଇଦେଶର ଗୁରୁତ୍ବପୂର୍ଣ୍ଣ ସମ୍ପର୍କ କଥା ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ଯେ, ଏହି ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ ରହିଆସିଥିବା ଦୀର୍ଘକାଳୀନ ସମ୍ପର୍କ ରଣନୈତିକ ସହଭାଗୀତା ସ୍ତରକୁ ଉନ୍ନୀତ ହୋଇଛି।'ବନ୍ଦେ ମାତରମ୍'ର ଭାବନା ଭାରତର ଅମର ଚେତନା ସହିତ ଜଡିତ: ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ
October 26th, 11:30 am
ଅକ୍ଟୋବର 31 ତାରିଖରେ ସର୍ଦ୍ଦାର ପଟେଲଙ୍କ 150ତମ ଜନ୍ମବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଛଠ ପୂଜା ଉତ୍ସବ, ପରିବେଶ ସୁରକ୍ଷା, ଭାରତୀୟ କୁକୁର ପ୍ରଜାତି, ଭାରତୀୟ କଫି, ଆଦିବାସୀ ସମ୍ପ୍ରଦାୟର ନେତା ଏବଂ ସଂସ୍କୃତ ଭାଷାର ଗୁରୁତ୍ୱ ଭଳି ଆକର୍ଷଣୀୟ ବିଷୟ ଉପରେ ମଧ୍ୟ ସେ ମତ ରଖିଛନ୍ତି । ପ୍ରଧାନମନ୍ତ୍ରୀ 'ବନ୍ଦେ ମାତରମ୍' ଗୀତର 150ତମ ବର୍ଷ ବିଷୟରେ ବିଶେଷ ଉଲ୍ଲେଖ କରିଥିଲେ।ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
April 27th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ଯେତେବେଳେ ମୁଁ ଆପଣଙ୍କ ସହିତ ମନର କଥା ହେଉଛି, ସେତେବେଳେ ମନରେ ଗଭୀର ପୀଡ଼ା ରହିଛି । ଏପ୍ରିଲ ୨୨ ତାରିଖ ଦିନ ପହଲଗାମ୍ ଠାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଦେଶର ପ୍ରତ୍ୟେକ ନାଗରିକକୁ ବ୍ୟଥିତ କରିଛି । ପୀଡ଼ିତ ପରିବାରଙ୍କ ପ୍ରତି ପ୍ରତ୍ୟେକ ଭାରତୀୟଙ୍କ ମନରେ ଗଭୀର ସମବେଦନା ରହିଛି । ସେ ଯେକୌଣସି ରାଜ୍ୟର ହୋଇଥାଆନ୍ତୁ ନା କାହିଁକି, ଯେକୌଣସି ଭାଷାଭାଷୀ ହୋଇଥାଆନ୍ତୁ ନା କାହିଁକି, ସମସ୍ତେ ସେହିମାନଙ୍କ ଯନ୍ତ୍ରଣାକୁ ଅନୁଭବ କରୁଛନ୍ତି, ଯେଉଁମାନେ ଏହି ଆକ୍ରମଣରେ ନିଜ ପରିବାରର ଲୋକଙ୍କୁ ହରାଇଛନ୍ତି । ଆତଙ୍କବାଦୀ ଆକ୍ରମଣର ଚିତ୍ରଗୁଡ଼ିକୁ ଦେଖି ପ୍ରତ୍ୟେକ ଭାରତୀୟର ରକ୍ତ ତାତି ଉଠୁଛି, ସେ କଥା ମୁଁ ଅନୁଭବ କରିପାରୁଛି । ପହଲଗାମରେ ହୋଇଥିବା ଏହି ଆକ୍ରମଣ, ଆତଙ୍କବାଦର ପୃଷ୍ଠପୋଷକଙ୍କ ହତାଶା ଭାବକୁ ଦର୍ଶାଉଛି, ସେମାନଙ୍କ କାପୁରୁଷପଣିଆକୁ ପ୍ରଦର୍ଶିତ କରୁଛି । କାଶ୍ମୀରରେ ଶାନ୍ତି ଫେରିଆସୁଥିବା ସମୟରେ - ସ୍କୁଲ-କଲେଜମାନଙ୍କରେ ଗୋଟିଏ ଉତ୍ସାହ ଥିଲା, ନିର୍ମାଣ କାର୍ଯ୍ୟରେ ଅଭୂତପୂର୍ବ ଗତିଶୀଳତା ଆସିଥିଲା, ଗଣତନ୍ତ୍ର ଦୃଢ଼ୀଭୂତ ହେଉଥିଲା, ପର୍ଯ୍ୟଟକମାନଙ୍କ ସଂଖ୍ୟାରେ ରେକର୍ଡ଼ ବୃଦ୍ଧି ହୋଇଚାଲିଥିଲା, ଲୋକମାନଙ୍କ ଆୟ ବୃଦ୍ଧି ହେଉଥିଲା, ଯୁବବର୍ଗଙ୍କ ପାଇଁ ନୂତନ ସୁଯୋଗ ସୃଷ୍ଟି ହୋଇଚାଲିଥିଲା – ଏଭଳି ସମୟରେ ଦେଶର ଶତ୍ରୁ, ଜାମ୍ମୁ-କାଶ୍ମୀରର ଶତ୍ରୁମାନଙ୍କ ପକ୍ଷରେ ଏହା ଅସହ୍ୟ ହେଲା । ଆତଙ୍କବାଦୀ ଓ ଆତଙ୍କକୁ ପ୍ରଶ୍ରୟ ଦେଉଥିବା ଶକ୍ତିମାନେ ଚାହାଁନ୍ତି ଯେ, କାଶ୍ମୀର ପୁଣିଥରେ ଧ୍ୱଂସ ହେଇଯାଉ, ତେଣୁ ସେମାନେ ଏତେ ବଡ଼ ଷଡ଼ଯନ୍ତ୍ର ଘଟାଇଲେ । ଆତଙ୍କବାଦ ବିରୁଦ୍ଧରେ ଏହି ଯୁଦ୍ଧରେ ଦେଶର ଏକତା, ୧୪୦ କୋଟି ଭାରତୀୟଙ୍କ ଏକଜୁଟପଣିଆ ଆମର ସବୁଠାରୁ ବଡ଼ ଶକ୍ତି । ଏହି ଏକତା, ଆତଙ୍କବାଦ ବିରୁଦ୍ଧରେ ଆମର ନିର୍ଣ୍ଣାୟକ ସଂଗ୍ରାମର ଆଧାର । ଦେଶ ଆଗରେ ଦେଖାଦେଇଥିବା ଏହି ଆହ୍ୱାନର ମୁକାବିଲା କରିବା ପାଇଁ ଆମକୁ ଆମ ସଂକଳ୍ପକୁ ସୁଦୃଢ଼ କରିବାକୁ ହେବ । ଗୋଟିଏ ରାଷ୍ଟ୍ର ହିସାବରେ ଆମକୁ ଦୃଢ଼ ଇଚ୍ଛାଶକ୍ତି ପ୍ରଦର୍ଶିତ କରିବାକୁ ହେବ । ଏହି ଆତଙ୍କବାଦୀ ଆକ୍ରମଣ ପରେ ସମଗ୍ର ଦେଶର ସ୍ୱର ଏକ ହୋଇଥିବା କଥା ଆଜି ସାରା ବିଶ୍ୱ ଦେଖୁଛି ।India is not just a workforce, we are a world force driving global change: PM Modi
March 01st, 11:00 am
The Prime Minister Shri Narendra Modi participated in the NXT Conclave in the Bharat Mandapam, New Delhi today. Addressing the gathering, he extended his heartfelt congratulations on the auspicious launch of NewsX World. He highlighted that the network includes channels in Hindi, English, and various regional languages, and today, it is going global. He also remarked on the initiation of several fellowships and scholarships, extending his best wishes for these programs.ଏନଏକ୍ସଟି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୋଗଦାନ
March 01st, 10:34 am
ଶନିବାର ଦିନ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ ହୋଇଥିବା ଏନଏକ୍ସଟି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଛନ୍ତି । ନ୍ୟୁଜ ଏକ୍ସ ୱାର୍ଲଡ଼ ଚ୍ୟାନେଲ ଶୁଭ ଉନ୍ମୋଚନ ଉତ୍ସବରେ ଯୋଗ ଦେଇ ସମବେତ ଜନତାକୁ ଉଦବୋଧନ ଦେବା ଅବସରରେ ପ୍ରଧାନମନ୍ତ୍ରୀ ନିଜ ହୃଦୟରୁ ସଭିଁଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି । ହିନ୍ଦୀ, ଇଂରାଜୀ ଓ ଅନ୍ୟାନ୍ୟ ଆଂଚଳିକ ଭାଷାରେ ନିଜ ନେଟବାର୍କ ଖୋଲିଥିବା ଏହି ସଂସ୍ଥା ଏବେ ଏକ ବୈଶ୍ୱିକ ଚ୍ୟାନେଲରେ ପରିଣତ ହୋଇପାରିଛି । ବିଭିନ୍ନପ୍ରକାର ସ୍କଲାରସିପ ଓ ଫେଲୋସିପ ଆରମ୍ଭ କରାଯାଇଥିବାରୁ ସେ ଏଥିପାଇଁ ଧନ୍ୟବାଦ ଜ୍ଞାପନ କରିଥିଲେ ।