ବ୍ରିଟେନର ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତ୍ତି
October 09th, 11:25 am
ପ୍ରଧାନମନ୍ତ୍ରୀ ଷ୍ଟାରମରଙ୍କ ନେତୃତ୍ୱରେ, ଭାରତ-ୟୁକେ ସମ୍ପର୍କରେ ଉଲ୍ଲେଖନୀୟ ପ୍ରଗତି ହୋଇଛି। ଏହି ବର୍ଷ ଜୁଲାଇରେ ମୋର ୟୁକେ ଗସ୍ତ ସମୟରେ, ଆମେ ଐତିହାସିକ ବ୍ୟାପକ ଅର୍ଥନୈତିକ ଏବଂ ବାଣିଜ୍ୟ ଚୁକ୍ତି (ସିଇଟିଏ) ଚୁଡାନ୍ତ କରିଥିଲୁ। ଏହି ଚୁକ୍ତିନାମା ଉଭୟ ଦେଶ ମଧ୍ୟରେ ଆମଦାନୀ ଖର୍ଚ୍ଚ ହ୍ରାସ କରିବ, ଯୁବକମାନଙ୍କ ପାଇଁ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ, ବାଣିଜ୍ୟକୁ ବୃଦ୍ଧି କରିବ ଏବଂ ଆମର ଶିଳ୍ପ ଏବଂ ଗ୍ରାହକ ଉଭୟଙ୍କୁ ଲାଭ ଦେବ।