ମରିସସ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 24th, 09:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ଡକ୍ଟର ନବୀନଚନ୍ଦ୍ର ରାମଗୁଲାମଙ୍କ ସହ ଆଜି ଟେଲିଫୋନ ଯୋଗେ ବାର୍ତ୍ତାଳାପ କରିଛନ୍ତି ।ଶ୍ରୀ ନାରାୟଣ ଗୁରୁ ଏବଂ ଗାନ୍ଧୀଜୀଙ୍କ ମଧ୍ୟରେ ବାର୍ତ୍ତାଳାପର ଶତବାର୍ଷିକୀ ସମାରୋହ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 24th, 11:30 am
ଆଜି ଏହି ପରିସରରେ ଦେଶର ଇତିହାସରେ ଏକ ଅଭୂତପୂର୍ବ ଘଟଣାର ସ୍ମରଣ କରିବାର ସାକ୍ଷୀ ହେଉଛି। ଏକ ଏମିତି ଐତିହାସିକ ଘଟଣା, ଯାହା କେବଳ ଆମର ସ୍ୱାଧୀନତା ଆନ୍ଦୋଳନକୁ ଏକ ନୂତନ ଦିଗ ପ୍ରଦାନ କରି ନ ଥିଲା ବରଂ ସ୍ୱାଧୀନତାର ଲକ୍ଷ୍ୟ ଏବଂ ଏକ ସ୍ୱାଧୀନ ଭାରତର ସ୍ୱପ୍ନକୁ ଦୃଢ଼ ଅର୍ଥ ମଧ୍ୟ ଦେଇଥିଲା। 100 ବର୍ଷ ପୂର୍ବେ ଶ୍ରୀ ନାରାୟଣ ଗୁରୁ ଏବଂ ମହାତ୍ମା ଗାନ୍ଧୀଙ୍କ ସେହି ସାକ୍ଷାତ ଆଜି ମଧ୍ୟ ସେତିକି ପ୍ରେରଣାଦାୟୀ ଏବଂ ପ୍ରାସଙ୍ଗିକ। 100 ବର୍ଷ ପୂର୍ବେ ଯେଉଁ ବୈଠକ ହୋଇଥିଲା, ତାହା ଆଜି ମଧ୍ୟ ସାମାଜିକ ସୌହାର୍ଦ୍ଦ୍ୟ ଏବଂ ବିକଶିତ ଭାରତର ସାମୂହିକ ଲକ୍ଷ୍ୟ ପାଇଁ ଶକ୍ତିର ଏକ ବଡ଼ ଉତ୍ସ ହୋଇ ରହିଛି। ଏହି ଐତିହାସିକ ଅବସରରେ ମୁଁ ଶ୍ରୀ ନାରାୟଣ ଗୁରୁଙ୍କ ପାଦତଳେ ପ୍ରଣାମ କରୁଛି। ମୁଁ ଗାନ୍ଧୀଜୀଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।ଶ୍ରୀ ନାରାୟଣ ଗୁରୁ ଏବଂ ମହାତ୍ମା ଗାନ୍ଧୀଙ୍କ ମଧ୍ୟରେ ଐତିହାସିକ ଆଲୋଚନାର ଶତବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
June 24th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଭାରତର ଦୁଇ ମହାନ ଆଧ୍ୟାତ୍ମିକ ଏବଂ ନୈତିକ ନେତା ଶ୍ରୀ ନାରାୟଣ ଗୁରୁ ଏବଂ ମହାତ୍ମା ଗାନ୍ଧୀଙ୍କ ମଧ୍ୟରେ ହୋଇଥିବା ଐତିହାସିକ ଆଲୋଚନାର ଶତବାର୍ଷିକୀ ପାଳନ ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଥିଲେ। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ସମ୍ମାନପୂର୍ବକ ଶୁଭେଚ୍ଛା ଜଣାଇଥିଲେ, କହିଥିଲେ ଯେ ଆଜି ଏହି ସ୍ଥାନ ଦେଶର ଇତିହାସରେ ଏକ ଅଭୂତପୂର୍ବ ମୁହୂର୍ତ୍ତର ସାକ୍ଷୀ ହେଉଛି। ସେ ଗୁରୁତ୍ୱାରୋପ କରିଥିଲେ ଯେ , ଏହା ଏକ ଐତିହାସିକ ଘଟଣା ଯାହା ଆମର ସ୍ୱାଧୀନତା ଆନ୍ଦୋଳନକୁ ନୂତନ ଦିଗଦର୍ଶନ ଦେଇଥିଲା, ସ୍ୱାଧୀନତାର ଉଦ୍ଦେଶ୍ୟ ଏବଂ ସ୍ୱାଧୀନ ଭାରତର ସ୍ୱପ୍ନକୁ ପ୍ରକୃତ ଅର୍ଥ ଦେଇଥିଲା। ୧୦୦ ବର୍ଷ ପୂର୍ବେ ଶ୍ରୀ ନାରାୟଣ ଗୁରୁ ଏବଂ ମହାତ୍ମା ଗାନ୍ଧୀଙ୍କ ମଧ୍ୟରେ ହୋଇଥିବା ସାକ୍ଷାତ ଆଜି ମଧ୍ୟ ପ୍ରେରଣାଦାୟକ ଏବଂ ପ୍ରାସଙ୍ଗିକ ଅଟେ, ଏବଂ ସାମାଜିକ ସଦ୍ଭାବ ଏବଂ ଏକ ବିକଶିତ ଭାରତର ସାମୂହିକ ଲକ୍ଷ୍ୟ ପାଇଁ ଶକ୍ତିର ଏକ ଶକ୍ତିଶାଳୀ ଉତ୍ସ ଭାବରେ କାର୍ଯ୍ୟ କରେ, ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ଏହି ଐତିହାସିକ ଅବସରରେ, ସେ ଶ୍ରୀ ନାରାୟଣ ଗୁରୁଙ୍କ ପାଦତଳେ ପ୍ରଣାମ କରିଥିଲେ ଏବଂ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ପ୍ରଧାନମନ୍ତ୍ରୀ ୨୪ ଜୁନ୍, ୨୦୨୫ରେ ଶ୍ରୀ ନାରାୟଣ ଗୁରୁ ଏବଂ ମହାତ୍ମା ଗାନ୍ଧୀଙ୍କ ମଧ୍ୟରେ ହୋଇଥିବା ବାର୍ତ୍ତାଳାପର ଶତାବ୍ଦୀ ସମାରୋହର ଶୁଭାରମ୍ଭ କରିବେ
June 23rd, 05:24 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ୨୪ ଜୁନ୍, ୨୦୨୫ ପୂର୍ବାହ୍ନ ପ୍ରାୟ ୧୧ଟାରେ ଦିଲ୍ଲୀର ବିଜ୍ଞାନ ଭବନରେ ଭାରତର ଦୁଇ ମହାନ୍ ଆଧ୍ୟାତ୍ମିକ ଏବଂ ନୈତିକ ବ୍ୟକ୍ତି ଶ୍ରୀ ନାରାୟଣ ଗୁରୁ ଏବଂ ଶ୍ରୀ ମହାତ୍ମା ଗାନ୍ଧୀଙ୍କ ମଧ୍ୟରେ ହୋଇଥିବା ବାର୍ତ୍ତାଳାପର ଶତାବ୍ଦୀ ସମାରୋହର ଶୁଭାରମ୍ଭ କରିବେ । ପ୍ରଧାନମନ୍ତ୍ରୀ ଏହି ଅବସରରେ ଉପସ୍ଥିତ ଜନ ସମାବେଶକୁ ସମ୍ବୋଧିତ କରିବେ ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିଜଙ୍କୁ ତାଙ୍କର ଐତିହାସିକ ଦ୍ୱିତୀୟ କାର୍ଯ୍ୟକାଳ ପାଇଁ ଅଭିନନ୍ଦନ ଜଣାଇଛନ୍ତି
May 06th, 02:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଥୋନି ଆଲବାନିଜଙ୍କ ସହ ଟେଲିଫୋନରେ ବାର୍ତ୍ତାଳାପ କଲେ ଏବଂ ଅଷ୍ଟ୍ରେଲିଆର ୩୨ତମ ପ୍ରଧାନମନ୍ତ୍ରୀ ଭାବେ ତାଙ୍କର ଐତିହାସିକ ପୁନଃନିର୍ବାଚନ ବିଜୟ ପାଇଁ ଅଭିନନ୍ଦନ ଜଣାଇଲେ ।ପଡକାଷ୍ଟରେ ଲେକ୍ସ ଫ୍ରିଡମ୍ୟାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପର ଓଡ଼ିଆ ଅନୁବାଦ
March 16th, 11:47 pm
ମୋର ଶକ୍ତି ମୋଦୀ ହେବାରେ ନୁହେଁ; ଏହା ୧୪୦ କୋଟି ଭାରତୀୟଙ୍କ ଠାରୁ ଆସିଛି, ହଜାର ହଜାର ବର୍ଷର ଆମ ଦେଶର ସମୃଦ୍ଧ ସାଂସ୍କୃତିକ ଏବଂ ଐତିହାସିକ ପରମ୍ପରାରୁ ଆସିଛି। ଏହା ହିଁ ମୋର ପ୍ରକୃତ ଶକ୍ତି । ମୁଁ ଯେଉଁଠିକୁ ବି ଯାଏ, ମୁଁ ମୋଦୀ ଭାବେ ଯାଏ ନାହିଁ- ବେଦ ଠାରୁ ଆରମ୍ଭ କରି ବିବେକାନନ୍ଦ ପର୍ଯ୍ୟନ୍ତ ଆମ ସଭ୍ୟତାର ହଜାର ହଜାର ବର୍ଷ ପୁରୁଣା ମହାନ ପରମ୍ପରାକୁ ମୁଁ ସାଙ୍ଗରେ ନେଇ ଯାଇଥାଏ। ମୁଁ ୧୪୦ କୋଟି ଲୋକଙ୍କ ପ୍ରତିନିଧିତ୍ବ କରୁଛି, ସେମାନଙ୍କ ସ୍ୱପ୍ନ ଏବଂ ସେମାନଙ୍କ ଆକାଂକ୍ଷାକୁ ପ୍ରତିନିଧିତ୍ୱ କରୁଛି । ସେଥିପାଇଁ ଯେତେବେଳେ ମୁଁ ବିଶ୍ୱର କୌଣସି ନେତାଙ୍କ ସହ ହାତ ମିଳାଉଛି, ତାହା କେବଳ ମୋଦୀଙ୍କ ହାତ ନୁହେଁ- ଏହା ୧୪୦ କୋଟି ଭାରତୀୟଙ୍କ ହାତ। ମୋର ଶକ୍ତି ମୋର ନୁହେଁ; ଏହା ହେଉଛି ଭାରତର ଶକ୍ତି । ଯେତେବେଳେ ବି ଆମେ ଶାନ୍ତି କଥା କହୁଛୁ, ବିଶ୍ୱ ଶୁଣେ, କାରଣ ଏହା ମହାତ୍ମା ଗାନ୍ଧୀଙ୍କ ଦେଶ ବୁଦ୍ଧଙ୍କ ଭୂମି। ଆମେ ସଂଘର୍ଷକୁ ନୁହେଁ; ଆମେ ଶାନ୍ତିକୁ ସମର୍ଥନ କରୁଛୁ। ଆମେ ପ୍ରକୃତି ସହିତ ସଂଘର୍ଷ ଚାହୁଁନାହୁଁ କିମ୍ବା ଜାତି ମାନଙ୍କ ମଧ୍ୟରେ ସଂଘର୍ଷ ଚାହୁଁନାହୁଁ - ଆମେ ଏପରି ଦେଶ ଯିଏ ସହଯୋଗରେ ବିଶ୍ୱାସ କରୁ । ଶାନ୍ତି ପ୍ରତିଷ୍ଠା ଦିଗରେ ଯଦି ଆମେ କୌଣସି ପ୍ରକାର ଅବଦାନ ଦେଇପାରିବା, ତେବେ ଆମେ ସବୁବେଳେ ତାହା କରିବାକୁ ଚେଷ୍ଟା କରୁଛୁ। ମୋ ଜୀବନ ଅତ୍ୟଧିକ ଦାରିଦ୍ର୍ୟରୁ ବାହାରିଥିଲା, ତଥାପି ଆମେ କେବେ ବି ଏହା ଦ୍ୱାରା ବୋଝ ଅନୁଭବ କରିନଥିଲୁ। ସାରା ଜୀବନ ଜୋତା ପିନ୍ଧିଥିବା ବ୍ୟକ୍ତି ଯଦି ହଠାତ୍ ଏହାକୁ ହରାଇଥାନ୍ତି, ତେବେ ସେମାନେ ହୁଏତ ସଂଘର୍ଷ କରିପାରନ୍ତି। କିନ୍ତୁ ଯେଉଁମାନେ କେବେ ଜୋତା ପିନ୍ଧି ନାହାନ୍ତି, ସେମାନଙ୍କ ପାଇଁ ଏଥିରୁ ବଞ୍ଚିତ ହେବାର କୌଣସି ଭାବନା ନଥାଏ- ଆମେ କେବଳ ସେମାନଙ୍କ ଭଳି ଜୀବନ ଅତିବାହିତ କରୁଛୁ।ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ୍ମ୍ୟାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସାକ୍ଷାତକାର
March 16th, 05:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ଼ମ୍ୟାନଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ମନଖୋଲା ଆଲୋଚନାରେ କାହିଁକି ସେ ଉପବାସ କରନ୍ତି ଓ ଉପବାସ କରିବାରେ କିପରି ସକ୍ଷମ ହୁଅନ୍ତି ବୋଲି ପ୍ରଶ୍ନ କରାଯିବାରୁ ଉପବାସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରତି ସମ୍ମାନ ଭାବେ ଗ୍ରହଣ କରିଥିବାରୁ ଲେକ୍ସ ଫ୍ରିଡମ୍ୟାନଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ ପ୍ରଧାନମନ୍ତ୍ରୀ। ଶ୍ରୀ ମୋଦୀ କହିଥିଲେ, ଭାରତରେ ଧାର୍ମିକ ପରମ୍ପରା ଦୈନନ୍ଦିନ ଜୀବନ ସହିତ ଓତଃପ୍ରୋତ ଭାବେ ଜଡ଼ିତ। ଭାରତର ସୁପ୍ରିମକୋର୍ଟଙ୍କ ବ୍ୟାଖ୍ୟା ଅନୁସାରେ ହିନ୍ଦୁ ଧର୍ମ କେବଳ ଧାର୍ମିକ ବିଧି ବିଧାନ ନୁହେଁ। ବରଂ ଏହା ହେଉଛି ମଣିଷ ଜୀବନକୁ ପଥ ପ୍ରଦର୍ଶନ କରୁଥିବା ଏକ ଦର୍ଶନ। ସେ କହିଥିଲେ ଯେ, ଶୃଙ୍ଖଳିତ ଜୀବନ ପାଇଁ ଉପବାସ ହେଉଛି ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏହା ଜଣକର ଅନ୍ତଃ ଓ ବାହ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା କରିଥାଏ। ପ୍ରଧାନମନ୍ତ୍ରୀ କହିଥିଲେ, ଉପବାସ ଜଣକର ଇନ୍ଦ୍ରିୟଗୁଡ଼ିକୁ ଆହୁରି ଶକ୍ତିଶାଳୀ କରିଥାଏ, ସେମାନଙ୍କୁ ଆହୁରି ସମ୍ବେଦନଶୀଳ ଓ ସଚେତନ କରିଥାଏ। ସେ ନିଜ ଅନୁଭବରୁ କହିଥିଲେ ଯେ, ଉପବାସ ସମୟରେ କୌଣସି ଟିକିଏ ସୂକ୍ଷ୍ମ କଥାକୁ ମଧ୍ୟ ଜଣେ ସ୍ପଷ୍ଟ ଭାବେ ମନେ ରଖିପାରେ। ସେ ଆହୁରି କହିଥିଲେ, ଚିନ୍ତନ ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରିଥାଏ ଉପବାସ। ଏହା ନୂଆ ଦୃଷ୍ଟିକୋଣ ପ୍ରଦାନ କରିବା ସହିତ ଅଭିନବ ଚିନ୍ତନ ପ୍ରକ୍ରିୟାକୁ ପ୍ରୋତ୍ସାହିତ କରିଥାଏ। ଶ୍ରୀ ମୋଦୀ ସ୍ପଷ୍ଟ କରିଥିଲେ ଯେ, କେବଳ ଖାଦ୍ୟ ନ ଖାଇବା ଉପବାସ ନୁହେଁ, ଏହା ହେଉଛି ପ୍ରସ୍ତୁତି ଓ ବିଶୁଦ୍ଧିକରଣର ଏକ ବୈଜ୍ଞାନିକ ପ୍ରକ୍ରିୟା। ସେ କହିଥିଲେ ଯେ, ଉପବାସ କରିବା ପୂର୍ବରୁ ବେଶ୍ କିଛି ଦିନ ଆୟୁର୍ବେଦିକ୍ ଓ ଯୋଗ ଜରିଆରେ ସେ ନିଜ ଶରୀରକୁ ଉପବାସ ପାଇଁ ପ୍ରସ୍ତୁତ କରନ୍ତି। ଏହି ସମୟରେ ନିୟମିତ ଓ ପର୍ଯ୍ୟାପ୍ତ ଭାବେ ପାଣି ପିଇବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଉପବାସ ଆରମ୍ଭ ହେବା ମାତ୍ରେ ଏହାକୁ ସେ ସମର୍ପଣ ଓ ଆତ୍ମଶୃଙ୍ଖଳା ଏକ କାମ ବୋଲି ବିଚାର କରନ୍ତି। ଏହା ସହିତ ଗଭୀର ଆତ୍ମଚିନ୍ତନ ଓ ଧ୍ୟାନକୁ ଗୁରୁତ୍ୱ ଦିଅନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପବାସ କରିବାର ଏହି ଅଭ୍ୟାସ ତାଙ୍କର ନିଜ ଜୀବନର ଏକ ଘଟଣାରୁ ଆରମ୍ଭ ହୋଇଥିଲା। ସ୍କୁଲରେ ପଢୁଥିବା ବେଳେ ମହାତ୍ମା ଗାନ୍ଧିଙ୍କ ପ୍ରେରଣାରୁ ହୋଇଥିବା ଏକ ଅଭିଯାନରୁ ଏହା ଆରମ୍ଭ ହୋଇଥିଲା। ଯେତେବେଳେ ସେ ପ୍ରଥମ ଥର ଉପବାସ କରିଥିଲେ, ତାଙ୍କ ଶରୀରରେ ଅଧିକ ଶକ୍ତି ଓ ଚେତନା ଆସିଥିବାର ସେ ଅନୁଭବ କରିଥିଲେ। ଏଥିରୁ ସେ ନିଶ୍ଚିତ ହେଲେ ଯେ, ଉପବାସର ଏକ ବଡ଼ ପରିବର୍ତ୍ତନକାରୀ ଶକ୍ତି ଅଛି। ସେ ଉଲ୍ଲେଖ କରିଥିଲେ, ଉପବାସ ତାଙ୍କୁ ମାନ୍ଦା କରିନଥାଏ, ବରଂ ଏହା ତାଙ୍କ କାର୍ଯ୍ୟଦକ୍ଷତାକୁ ଆହୁରି ବୃଦ୍ଧି କରିଥାଏ। ଉପବାସ ସମୟରେ ତାଙ୍କ ମନକୁ ସ୍ୱତଃପ୍ରବୃତ୍ତ ଭାବେ ସକରାତ୍ମକ ଚିନ୍ତନ ଓ ସୃଜନଶୀଳତା ଆପେ ଆପେ ଆସିଥାଏ। ନିଜକୁ ପରିପ୍ରକାଶ କରିବାରେ ଏହା ଏକ ଅତୁଳନୀୟ ଅନୁଭବ ପ୍ରଦାନ କରିଥାଏ ବୋଲି କହିଥିଲେ ପ୍ରଧାନମନ୍ତ୍ରୀ।ଲେକ୍ସ ଫ୍ରିଡ୍ମ୍ୟାନଙ୍କ ସହ ଏକ ଅନ୍ତର୍ଦୃଷ୍ଟିପୂର୍ଣ୍ଣ ଆଲୋଚନାରେ ଯୋଗଦେଲେ ପ୍ରଧାନମନ୍ତ୍ରୀ
March 15th, 07:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମ୍ପ୍ରତି ପ୍ରସିଦ୍ଧ ପଡ୍କାଷ୍ଟର୍ ଏବଂ ଏଆଇ ଗବେଷକ ଲେକ୍ସ ଫ୍ରିଡମ୍ୟାନଙ୍କ ସହ ଏକ ଆକର୍ଷଣୀୟ ଏବଂ ବିଚାରୋତ୍ତେଜକ ଆଲୋଚନା କରିଥିଲେ । ତିନି ଘଣ୍ଟା ଧରି ଚାଲିଥିବା ଏହି ଆଲୋଚନାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବାଲ୍ୟକାଳ, ହିମାଳୟରେ ବିତାଇଥିବା ତାଙ୍କର ପ୍ରାରମ୍ଭିକ ବର୍ଷ ଏବଂ ସାର୍ବଜନୀନ ଜୀବନରେ ତାଙ୍କର ଯାତ୍ରା ସମେତ ବିଭିନ୍ନ ବିଷୟ ଉପରେ ଆଲୋଚନା କରାଯାଇଥିଲା । ପ୍ରସିଦ୍ଧ ଏଆଇ ଗବେଷକ ଏବଂ ପଡ୍କାଷ୍ଟର ଲେକ୍ସ ଫ୍ରିଡମ୍ୟାନଙ୍କ ସହିତ ଏହି ବହୁପ୍ରତିକ୍ଷୀତ ତିନି ଘଣ୍ଟାର ପଡ୍କାଷ୍ଟ ଆସନ୍ତା କାଲି, ୧୬ ମାର୍ଚ୍ଚ ୨୦୨୫ରେ ରିଲିଜ ହେବ । ଲେକ୍ସ ଫ୍ରିଡ୍ମ୍ୟାନ ଏହି ଆଲୋଚନାକୁ ତାଙ୍କ ଜୀବନର “ସର୍ବାଧିକ ଶକ୍ତିଶାଳୀ ବାର୍ତ୍ତାଳାପ ମଧ୍ୟରୁ ଅନ୍ୟତମ” ବୋଲି ବର୍ଣ୍ଣନା କରିଛନ୍ତି ।ଉଦ୍ୟୋଗୀ ନିଖିଲ କାମାଥଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
January 10th, 02:15 pm
ବର୍ତ୍ତମାନ ପର୍ଯ୍ୟନ୍ତ କେତେ ପୋଷ୍ଟ ପୋଡକାଷ୍ଟ କରିଛନ୍ତି ଆପଣପ୍ରଥମ ପଡକାଷ୍ଟରେ ଉଦ୍ୟୋଗୀ ନିଖିଲ କାମାତଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆଲୋଚନା
January 10th, 02:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନିଜର ପ୍ରଥମ ପଡ୍କାଷ୍ଟରେ ଉଦ୍ୟୋଗୀ ଓ ନିବେଶକ ନିଖିଲ କାମାତଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଜି ଆଲୋଚନା କରିଛନ୍ତି। ଏହି ମନଖୋଲା ଆଲୋଚନାରେ ଯେତେବେଳେ ପ୍ରଧାନମନ୍ତ୍ରୀଙ୍କୁ ତାଙ୍କର ପିଲାବେଳର କଥା ପଚରାଗଲା, ଉତ୍ତର ଗୁଜରାଟର ମେହସାନା ଜିଲ୍ଲାର ଏକ ଛୋଟ ସହର ବଡ଼ନଗରରେ ତାଙ୍କର ପିଲାଦିନ କେମିତି କଟିଥିଲା, ସେ ସଂପର୍କରେ ନିଜ ବାଲ୍ୟଜୀବନର ସବୁ କଥା କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ସେ କହିଛନ୍ତି, ଶିକ୍ଷା ପ୍ରତି ନିଜର ପ୍ରତିଶ୍ରୁତିବଦ୍ଧତା, ପୋଖରୀ, ଡାକ ଘର ଓ ପାଠାଗାର ପରି ଜରୁରୀ ସୁବିଧା ପାଇଁ ବେଶ୍ ପରିଚିତ ଗାଏକଓ୍ୱାଡ୍ ରାଜ୍ୟର ଏହି ସହର ବଡ଼ନଗର। ଗାଏକଓ୍ୱାଡ଼ ସରକାରୀ ପ୍ରାଥମିକ ସ୍କୁଲ ଓ ଭଗବତାଚାର୍ଯ୍ୟ ନାରାୟଣାଚାର୍ଯ୍ୟ ହାଇସ୍କୁଲରେ ପାଠ ପଢ଼ିବା ବେଳର ସ୍ମତି ସବୁ ମନେପକାଇଥିଲେ ପ୍ରଧାନମନ୍ତ୍ରୀ। ବଡ଼ନଗରରେ ବେଶ୍ କିଛି ଦିନ ରହିଥିବା ଚୀନର ଦାର୍ଶନିକ ହୁଏନସାଂଙ୍କ ଉପରେ ନିର୍ମିତ ହୋଇଥିବା ଏକ ଫିଲ୍ମ ସଂପର୍କରେ ଚୀନର ଦୂତାବାସକୁ ସେ ଲେଖିଥିବା ଚିଠି ସଂପର୍କରେ ଏକ ମଜାଦାର କଥା କହିଥିଲେ ମୋଦୀ। ୨୦୧୪ରେ ମୋଦିଜୀ ଭାରତର ପ୍ରଧାନମନ୍ତ୍ରୀ ହେବା ପରେ ଚୀନର ରାଷ୍ଟ୍ରପତି ସି ଜିନପିଙ୍ଗ୍ ଗୁଜରାଟ ଓ ବଡ଼ ନଗର ପରିଦର୍ଶନ କରିବାକୁ ଇଚ୍ଛା ପ୍ରକାଶ କରିଥିବାର ଅଭିଜ୍ଞତା ବି ବର୍ଣ୍ଣନା କରିଥିଲେ ମୋଦୀଜୀ। କାରଣ ହୁଏନସାଂଙ୍କ ସହିତ ଦୁଇ ରାଷ୍ଟ୍ରନେତାଙ୍କ ସହରର ଐତିହାସିକ ସଂପର୍କ ଦୃଷ୍ଟିରୁ ସି ଜିଙ୍ଗପିନ ଗୁଜରାଟ ଓ ବଡ଼ନଗର ପରିଦର୍ଶନ କରିବାକୁ ଇଚ୍ଛା ପ୍ରକାଶ କରିଲେ। ଦୁଇ ଦେଶ ମଧ୍ୟରେ ଥିବା ଦୃଢ଼ ସଂପର୍କ ଓ ମିଳିତ ଐତିହ୍ୟର ଏହା ଅନନ୍ୟ ଉଦାହରଣ ବୋଲି ମୋଦୀଜୀ କହିଥିଲେ।