ବ୍ରାଜିଲ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
July 08th, 08:30 pm
ରିଓ ଏବଂ ବ୍ରାସିଲିଆରେ ଭବ୍ୟ ସ୍ୱାଗତ ପାଇଁ ମୁଁ ମୋର ପ୍ରିୟ ବନ୍ଧୁ ରାଷ୍ଟ୍ରପତି ଲୁଲାଙ୍କୁ ଆନ୍ତରିକତାର ସହ ଧନ୍ୟବାଦ ଜଣାଉଛି । ଆମାଜନର ସୌନ୍ଦର୍ଯ୍ୟ ଏବଂ ଆପଣଙ୍କ ସୌଜନ୍ୟତା ଦ୍ୱାରା ଆମେ ପ୍ରକୃତରେ ଅତ୍ୟନ୍ତ ପ୍ରଭାବିତ ।୧୭ଶ ବ୍ରିକ୍ସ ସମ୍ମିଳନୀର ପରିବେଶ ଅଧିବେଶନ, ସିଓପି-୩୦ ଓ ବିଶ୍ୱ ସ୍ୱାସ୍ଥ୍ୟ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ବୋଧନ
July 07th, 11:38 pm
ପରିବେଶ, ସିଓପି-୩୦ ଓ ବିଶ୍ୱ ସ୍ୱାସ୍ଥ୍ୟ ସଂପର୍କିତ ଏକ ଅଧିବେଶନକୁ ଆଜି ପ୍ରଧାନମନ୍ତ୍ରୀ ସମ୍ବୋଧନ କରିଛନ୍ତି। ଏହି ଅଧିବେଶନରେ ଯୋଗ ଦେଇଥିଲେ ବିକ୍ସ ସଦସ୍ୟ, ସହଯୋଗୀ ରାଷ୍ଟ୍ର ଓ ନିମନ୍ତ୍ରିତ ଦେଶ। ବିଶ୍ୱର ଭବିଷ୍ୟତ ପାଇଁ ଏତେ ବଡ଼ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏକ ଅଧିବେଶନ ଆୟୋଜନ କରିଥିବାରୁ ବ୍ରାଜିଲକୁ ସେ ଧନ୍ୟବାଦ ଜ୍ଞାପନ କରିଥିଲେ। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ଭାରତ ପାଇଁ ଜଳବାୟୁ ପରିବର୍ତ୍ତନ କେବଳ ଏକ ଶକ୍ତି ସମସ୍ୟାର ମୁକାବିଲା ନୁହେଁ, ବରଂ ଏହା ହେଉଛି ଜୀବସତ୍ତା ଓ ପରିବେଶ ମଧ୍ୟରେ ସନ୍ତୁଳନକୁ ପ୍ରଭାବିତ କରୁଥିବା ପ୍ରସଙ୍ଗ। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ଭାରତ ପାଇଁ ପରିବେଶ ନ୍ୟାୟ ହେଉଛି ଏକ ନୈତିକ ଦାୟିତ୍ୱ, ଯାହାକୁ ସେ ନିଶ୍ଚିତ ଭାବେ ସଂପାଦନ କରିବ। ପରିବେଶର ସୁରକ୍ଷା ପାଇଁ ଭାରତର ଗଭୀର ପ୍ରତିବଦ୍ଧତା ଦୋହରାଇ ଅନ୍ତର୍ଜାତୀୟ ସୌର ସହଯୋଗ, ବିପର୍ଯ୍ୟୟରହିତ ଭିତ୍ତିଭୂମି ସହଯୋଗ, ବିଶ୍ୱ ଜୈବଇନ୍ଧନ ସହଯୋଗ, ଅନ୍ତର୍ଜାତୀୟ ବିଗ୍ କ୍ୟାଟ ସହଯୋଗ, ମିଶନ ଲାଇଫ୍, ମାଆ ନାଁରେ ଗଛଟିଏ ପରି ଭାରତର ଜନହିତ, ଗ୍ରହହିତ ଅଭିବୃଦ୍ଧି ଓ ବିକାଶ ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସେ ବିସ୍ତୃତ ଭାବେ ଉଲ୍ଲେଖ କରିଥିଲେପରିବେଶ, COP-30 ଏବଂ ବିଶ୍ୱ ସ୍ୱାସ୍ଥ୍ୟ ଉପରେ ବ୍ରିକ୍ସ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
July 07th, 11:13 pm
ମୁଁ ଖୁସି ଯେ ବ୍ରାଜିଲର ଅଧ୍ୟକ୍ଷତାରେ ବ୍ରିକ୍ସ ପରିବେଶ ଏବଂ ସ୍ୱାସ୍ଥ୍ୟ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଗୁଡ଼ିକୁ ଉଚ୍ଚ ପ୍ରାଥମିକତା ଦେଇଛି। ଏହି ବିଷୟଗୁଡ଼ିକ କେବଳ ପରସ୍ପର ସହିତ ଜଡିତ ନୁହେଁ ବରଂ ମାନବତାର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।ବ୍ରାଜିଲ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 20th, 08:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୯ରେ ରିଓ ଡି ଜେନେରୋରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ବ୍ରାଜିଲ ରାଷ୍ଟ୍ରପତି ଶ୍ରୀ ଲୁଇଜ ଇନାସିଓ ଲୁଲା ଦା ସିଲଭାଙ୍କୁ ଭେଟିଛନ୍ତି । ବ୍ରାଜିଲର ଜି-୨୦ ଏବଂ ଆଇବିଏସଏ ଅଧ୍ୟକ୍ଷତାର ସଫଳତା ପାଇଁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇବା ସହ ରାଷ୍ଟ୍ରପତି ଲୁଲାଙ୍କୁ ତାଙ୍କ ଆତିଥେୟତା ପାଇଁ ଧନ୍ୟବାଦ ଜଣାଇଥିଲେ । ଦାରିଦ୍ୟ ଓ ବୁଭୁକ୍ଷୁତା ବିରୋଧରେ ବୈଶ୍ୱିକ ମେଣ୍ଟ ପ୍ରତିଷ୍ଠା ଦିଗରେ ବ୍ରାଜିଲର ପଦକ୍ଷେପକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିବା ସହ ଭାରତର ଦୃଢ଼ ସମର୍ଥନ ଜଣାଇଥିଲେ । ଜି-୨୦ ଟ୍ରୋଇକା ସଦସ୍ୟ ଭାବେ ପ୍ରଧାନମନ୍ତ୍ରୀ ଜି-୨୦ରେ ବ୍ରାଜିଲ ଦ୍ୱାରା ଆଗତ କାର୍ଯ୍ୟସୂଚୀକୁ ସମର୍ଥନ ଜଣାଇଥିଲେ । ଏହା ଶତତ ବିକାଶ ଏବଂ ବୈଶ୍ୱିକ ପ୍ରଶାସନିକ ସଂସ୍କାର, ଯାହାକି ଗ୍ଲୋବାଲ ସାଉଥର ଉଦବେଗକୁ ଗୁରୁତ୍ୱ ଦେଇଛି ସ୍ଥାନ ପାଇଛି । ଆସନ୍ତା ବର୍ଷ ବ୍ରିକ୍ସ ଏବଂ ସିଓପି ୩୦ରେ ବ୍ରାଜିଲର ନେତୃତ୍ୱ ପାଇଁ ସେ ଶୁଭେଚ୍ଛା ଜଣାଇବା ସହ ଭାରତର ସମ୍ପର୍ଣ୍ଣ ସହାୟତା ସକାଶେ ପ୍ରତିଶ୍ରୁତି ଦେଇଥିଲେ ।