ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 28th, 12:15 pm
ଉଦଘାଟନ ହୋଇଗଲା ? ଉଦଘାଟନ ହୋଇଗଲା ? ନା, ଏବେ ଅଧା କାମ ହୋଇଛି। ମୁଁ କେବଳ ସେହି ପରଦା ହଟାଇଛି, କିନ୍ତୁ ଆଜି ମୁଁ ଚାହୁଁଛି ଯେ ଏହି ବିମାନବନ୍ଦରର ଉଦଘାଟନ ଅବସରରେ ଏଠାରେ ଯିଏ କେହି ଉପସ୍ଥିତ ଅଛନ୍ତି , ଆପଣମାନେ ସମସ୍ତେ ଏହା କରନ୍ତୁ , ଏବଂ ସେଥିପାଇଁ ଆପଣ ଆପଣଙ୍କର ମୋବାଇଲ୍ ଫୋନ୍ ବାହାର କରନ୍ତୁ ଏବଂ ମୋବାଇଲ୍ ଫୋନ୍ର ଫ୍ଲାସ୍ ଲାଇଟ୍କୁ ଅନ୍ କରନ୍ତୁ ଏବଂ ଭାବନ୍ତୁ ଆପଣ ଏହାର ଉଦ୍ଘାଟନ କରୁଛନ୍ତି । ଆପଣ ଦୀପ ଜାଳି ଏଠାରେ ଉପସ୍ଥିତ ଥିବା ପ୍ରତ୍ୟେକ ବ୍ୟକ୍ତି , ଆଜି ଏହି ବିମାନବନ୍ଦରର ଉଦଘାଟନ କରୁଛନ୍ତି। ଏହା ଆପଣଙ୍କର ସମ୍ପତ୍ତି, ଏହା ଆପଣଙ୍କର ଭବିଷ୍ୟତ, ଏହା ଆପଣଙ୍କର କଠିନ ପରିଶ୍ରମ ଏବଂ ସେଥିପାଇଁ ଏହାର ଉଦଘାଟନ ମଧ୍ୟ ଆପଣମାନଙ୍କ ହାତରେ କରାଯାଉଛି , ଆପଣ ଆପଣଙ୍କର ଭାରତ ମାତାର ଜୟ କହି, ହାତ ଉଠାଇ, ସମ୍ପୂର୍ଣ୍ଣ ଟର୍ଚ୍ଚଲାଇଟ୍ ଦେଖାନ୍ତୁ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଅନେକ - ଅନେକ ଧନ୍ୟବାଦ। ଏବେ ଉଦଘାଟନ ହୋଇଗଲା ।୧୧,୨୦୦ କୋଟି ଟଙ୍କା ନିବେଶରେ ନିର୍ମିତ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦର ପର୍ଯ୍ୟାୟ-୧ର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 28th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଜିଓ୍ବାରଠାରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଗର୍ବ ଓ ଆନନ୍ଦ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ବିକଶିତ ଉତ୍ତରପ୍ରଦେଶ ଓ ବିକଶିତ ଭାରତ ଅଭିଯାନ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ଯୋଡ଼ାଯାଇଛି। ଭାରତର ବୃହତ୍ତମ ରାଜ୍ୟ ଏବେ ସର୍ବାଧିକ ସଂଖ୍ୟକ ଅନ୍ତର୍ଜାତୀୟ ବିମାନବନ୍ଦର ଥିବା ରାଜ୍ୟମାନଙ୍କ ମଧ୍ୟରେ ଅନ୍ୟତମ ପାଲଟିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ସେ ଦୁଇଗୁଣ ଆନନ୍ଦ ଅନୁଭବ କରୁଛନ୍ତି, ପ୍ରଥମତଃ ସେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଓ ଏବେ ଉଦ୍ଘାଟନ ମଧ୍ୟ କରିଛନ୍ତି ଓ ଦ୍ବିତୀୟତଃ ଏହି ବିମାନବନ୍ଦରର ନାମ ଉତ୍ତରପ୍ରଦେଶ ସହିତ ସଂପର୍କିତ ରହିଛି। “ଏହି ରାଜ୍ୟ ମୋତେ ନିଜର ପ୍ରତିନିଧି ଭାବେ ସଂସଦକୁ ପଠାଇଥିଲା ଓ ଏହାର ନାମ ଏବେ ଏହି ଭବ୍ୟ ବିମାନବନ୍ଦର ସହ ଯୋଡ଼ି ହୋଇଛି।ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ବିଷୟରେ ରାଜ୍ୟସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷ
March 24th, 02:05 pm
ଆମେ ସମସ୍ତେ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ଏବଂ ଏହାର ପରିଣାମସ୍ୱରୂପ ପରିସ୍ଥିତି ବିଷୟରେ ଅବଗତ। ଏହି କଠିନ ପରିସ୍ଥିତି ଉପରେ ସରକାରଙ୍କ ମତାମତ ରଖିବା ପାଇଁ ମୁଁ ଆଜି ସଂସଦର ଉଚ୍ଚ ସଦନ ସମ୍ମୁଖରେ ତଥା ଦେଶବାସୀଙ୍କ ସମ୍ମୁଖରେ ଉପସ୍ଥିତ ହୋଇଛି। ପଶ୍ଚିମ ଏସିଆରେ ଏହି ଯୁଦ୍ଧ ତିନି ସପ୍ତାହରୁ ଅଧିକ ସମୟ ଧରି ଚାଲିଛି। ଏହି ଯୁଦ୍ଧ ସାରା ବିଶ୍ୱରେ ଏକ ଗୁରୁତର ଶକ୍ତି ସଙ୍କଟ ସୃଷ୍ଟି କରିଛି। ଭାରତ ପାଇଁ ମଧ୍ୟ ଏହି ପରିସ୍ଥିତି ଚିନ୍ତାଜନକ। ଏହି ଯୁଦ୍ଧ ଆମର ବ୍ୟବସାୟିକ ପଥକୁ ପ୍ରଭାବିତ କରୁଛି। ଏହାର ପ୍ରଭାବରେ ପେଟ୍ରୋଲ, ଡିଜେଲ, ଗ୍ୟାସ ଏବଂ ସର ଭଳି ଆବଶ୍ୟକ ସାମଗ୍ରୀର ନିୟମିତ ଯୋଗାଣ ବାଧାପ୍ରାପ୍ତ ହେଉଛି। ପ୍ରାୟ ୧ କୋଟି ଭାରତୀୟ ଉପସାଗରୀୟ ଦେଶଗୁଡ଼ିକରେ ବସବାସ କରନ୍ତି ଏବଂ କାମ କରନ୍ତି। ସେମାନଙ୍କ ଜୀବନ ଓ ଜୀବିକାର ସୁରକ୍ଷା ମଧ୍ୟ ଭାରତ ପାଇଁ ଏକ ପ୍ରମୁଖ ଚିନ୍ତାର ବିଷୟ। ବିଶ୍ୱର ବିଭିନ୍ନ ସ୍ଥାନରୁ ଅସଂଖ୍ୟ ଜାହାଜ ହରମୁଜ୍ ପ୍ରଣାଳୀରେ ଅଟକି ରହିଛି, ଯେଉଁଥିରେ ବହୁ ସଂଖ୍ୟକ ଭାରତୀୟ କ୍ରୁ ସଦସ୍ୟ ଅଛନ୍ତି। ଏହା ଭାରତ ପାଇଁ ମଧ୍ୟ ଏକ ବଡ଼ ଚିନ୍ତାର ବିଷୟ। ଏପରି ଏକ କଠିନ ପରିସ୍ଥିତିରେ, ଭାରତୀୟ ସଂସଦର ଏହି ଉଚ୍ଚ ସଦନରୁ ସମଗ୍ର ବିଶ୍ୱକୁ ଶାନ୍ତି ଏବଂ ଆଲୋଚନା ପାଇଁ ଏକ ମିଳିତ ସ୍ୱର ଶୁଣାଯିବା ଅତ୍ୟନ୍ତ ଜରୁରୀ।ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ରାଜ୍ୟସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
March 24th, 02:00 pm
୨୪ ମାର୍ଚ୍ଚ ୨୦୨୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ଉଦବୋଧନ ଦେଇ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ସରକାରଙ୍କ ମତ ଉପସ୍ଥାପନ କରିଥିଲେ। ସେ କହିଥିଲେ ଯେ ତିନି ସପ୍ତାହରୁ ଅଧିକ ସମୟ ଧରି ଚାଲୁଥିବା ଏହି ସଂଘର୍ଷ ଗଭୀର ବିଶ୍ୱ ଶକ୍ତି ସଙ୍କଟ ସୃଷ୍ଟି କରିଛି, ଯାହା ଭାରତ ପାଇଁ ଚିନ୍ତାଜନକ ପ୍ରଭାବ ଫେଳାଇଛି। ସେ ଉଲ୍ଲେଖ କରିଥିଲେ ଯେ ଏହା ଭାରତର ବାଣିଜ୍ୟ ମାର୍ଗକୁ ବାଧାପ୍ରାପ୍ତ କରୁଛି ଏବଂ ପେଟ୍ରୋଲ, ଡିଜେଲ, ଗ୍ୟାସ ଓ ସାର ପରି ଅତ୍ୟାବଶ୍ୟକୀୟ ସାମଗ୍ରୀର ଯୋଗାଣକୁ ପ୍ରଭାବିତ କରୁଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ପ୍ରାୟ ୧୦ ମିଲିୟନ୍ ଭାରତୀୟ ଉପସାଗରୀୟ ଦେଶଗୁଡ଼ିକରେ ବାସ ଓ କାର୍ଯ୍ୟରତ ଅଛନ୍ତି, ତେଣୁ ସେମାନଙ୍କ ସୁରକ୍ଷା ଓ ଜୀବିକା ଗୁରୁତ୍ୱପୂର୍ଣ୍ଣ ଚିନ୍ତାର ବିଷୟ। ସେ ହର୍ମୁଜ୍ ପ୍ରଣାଳୀରେ ଜାହାଜରେ ଫସିଥିବା ଭାରତୀୟ କ୍ରୁ ସଦସ୍ୟଙ୍କ ଉପରେ ମଧ୍ୟ ଚିନ୍ତା ବ୍ୟକ୍ତ କରିଥିଲେ। “ଏପରି ପରିସ୍ଥିତିରେ, ଭାରତୀୟ ସଂସଦର ଏହି ଉଚ୍ଚ ସଦନ ସମଗ୍ର ବିଶ୍ୱରେ ଶାନ୍ତି ଓ ଆଲୋଚନା ପାଇଁ ଏକତ୍ରିତ ସ୍ୱର ଉଠାଇବା ଅତ୍ୟନ୍ତ ଆବଶ୍ୟକ,” ବୋଲି ସେ କହିଥିଲେ।ଆସାମ ଗୋଲାଘାଟରେ ପଲିପ୍ରପଲିନ ପ୍ଲାଂଟ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 14th, 03:30 pm
ଭାରତ ମାତାଙ୍କର ଜୟ ହେଉ । ଆସାମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା, କେନ୍ଦ୍ର କ୍ୟାବିନେଟ ସହଯୋଗୀ ସର୍ବାନନ୍ଦ ସୋନୱାଲ, ହରଦୀପ ସିଂ ପୁରୀ, ରାଜ୍ୟ ସରକାରଙ୍କ ମନ୍ତ୍ରିବର୍ଗ, ସାଂସଦ, ବିଧାୟକ ବନ୍ଧୁ, ଏଇଠି ଅଧିକ ସଂଖ୍ୟାରେ ସମବେତ ଭାଇ ଓ ଉଭଣୀମାନେ ।ଆସାମର ଗୋଲାଘାଟରେ ବାୟୋ-ଇଥାନଲ ପ୍ଲାଣ୍ଟ ଉଦଘାଟନ ଓ ପଲିପ୍ରୋପାଇଲିନ ୟୁନିଟ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
September 14th, 03:00 pm
ସ୍ୱଚ୍ଛ ଶକ୍ତିକୁ ପ୍ରୋତ୍ସାହିତ କରିବା ପାଇଁ ଏବଂ ଜୀବାଶ୍ମ ଇନ୍ଧନ ଉପରେ ନିର୍ଭରତା କମ୍ କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ଆସାମର ଗୋଲାଘାଟ ସ୍ଥିତ ନୁମାଲିଗଡ଼ ରିଫାଇନାରୀ ଲିମିଟେଡ (ଏନଆରଏଲ)ରେ ଆସାମ ବାୟୋ ଇଥାନଲ ପ୍ଲାଣ୍ଟର ଉଦଘାଟନ ପଲିପ୍ରୋପାଇଲିନ ୟୁନିଟର ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ଉପସ୍ଥିତ ଜନସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଆସାମର ସମସ୍ତ ଜନସାଧାରଣଙ୍କୁ ଶାରଦୀୟ ଦୁର୍ଗାପୂଜାର ହାର୍ଦ୍ଦିକ ଶୁଭକାମନା ଜଣାଇଥିଲେ । ସେ ମହାନ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ଶ୍ରୀମନ୍ତ ଶଙ୍କରଦେବଙ୍କ ଜୟନ୍ତୀର ମହତ୍ୱକୁ ସ୍ୱୀକାର କରିଥିଲେ ଏବଂ ପୂଜ୍ୟ ଗୁରୁଜନଙ୍କୁ ସାଦର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।ଦିଲ୍ଲୀର ଯଶୋଭୂମିରେ ‘ସେମିକନ୍ ଇଣ୍ଡିଆ -୨୦୨୫’ କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 02nd, 10:40 am
କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଜିତିନ ପ୍ରସାଦ, ସେମି’ର ଅଧ୍ୟକ୍ଷ ଅଜିତ ମନୋଚା, ଭାରତ ଏବଂ ବିଦେଶର ସେମିକଣ୍ଡକ୍ଟର ଶିଳ୍ପର ସିଇଓ ଏବଂ ସେମାନଙ୍କ ସହଯୋଗୀ, ବିଭିନ୍ନ ଦେଶରୁ ଏଠାରେ ଉପସ୍ଥିତ ଆମର ଅତିଥି, ଷ୍ଟାର୍ଟ-ଅପ୍ ସହିତ ସମ୍ପୃକ୍ତ ଉଦ୍ୟୋଗୀ, ବିଭିନ୍ନ ରାଜ୍ୟର ମୋର ଯୁବ ଛାତ୍ର ବନ୍ଧୁ, ମହିଳା ଏବଂ ଭଦ୍ରବ୍ୟକ୍ତିଗଣ !ନୂଆଦିଲ୍ଲୀରେ ସେମିକନ୍ ଇଣ୍ଡିଆ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 02nd, 10:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ଆଜି ନୂଆଦିଲ୍ଲୀର ଯଶୋଭୂମିଠାରେ ସେମିକନ୍ ଇଣ୍ଡିଆ - ୨୦୨୫ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି। ଭାରତର ସେମିକଣ୍ଡକ୍ଟର ଇକୋସିଷ୍ଟମକୁ ପ୍ରୋତ୍ସାହିତ କରିବା ପାଇଁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଭାରତ ଏବଂ ବିଦେଶର ସେମିକଣ୍ଡକ୍ଟର ଶିଳ୍ପର ସିଇଓ ଏବଂ ସେମାନଙ୍କ ସହଯୋଗୀଙ୍କ ଉପସ୍ଥିତିକୁ ସ୍ୱୀକାର କରିଛନ୍ତି। ସେ ବିଭିନ୍ନ ଦେଶରୁ ଆସିଥିବା ବିଶିଷ୍ଟ ଅତିଥି, ଷ୍ଟାର୍ଟ-ଅପ୍ ସହ ଜଡିତ ଉଦ୍ୟୋଗୀ ଏବଂ ଦେଶର ବିଭିନ୍ନ ରାଜ୍ୟରୁ ଆସିଥିବା ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ କରିଛନ୍ତି।ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 20th, 04:16 pm
ଓଡ଼ିଶାର ରାଜ୍ୟପାଳ ହରି ବାବୁ ଜୀ, ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ଜୁଏଲ ଓରାମ ଜୀ, ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଜୀ, ପ୍ରଭାତୀ ପରିଡା ଜୀ, ରାଜ୍ୟ ସରକାରଙ୍କ ଅନ୍ୟାନ୍ୟ ମନ୍ତ୍ରୀ, ସାଂସଦ ଏବଂ ବିଧାୟକ ତଥା ଓଡ଼ିଶାର ମୋର ସମସ୍ତ ଭାଇ ଓ ଭଉଣୀମାନେ!ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ୧୮,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 20th, 04:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭୁବନେଶ୍ୱରରେ ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ରାଜ୍ୟସ୍ତରୀୟ ସମାରୋହରେ ଅଧ୍ୟକ୍ଷତା କରିଛନ୍ତି। ଓଡ଼ିଶାର ସାମଗ୍ରିକ ବିକାଶ ପ୍ରତି ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ, ପ୍ରଧାନମନ୍ତ୍ରୀ ପାନୀୟ ଜଳ, ଜଳସେଚନ, କୃଷି ଭିତ୍ତିଭୂମି, ସ୍ୱାସ୍ଥ୍ୟ ଭିତ୍ତିଭୂମି, ଗ୍ରାମୀଣ ରାସ୍ତା ଏବଂ ସେତୁ, ଜାତୀୟ ରାଜପଥର କେତେକ ଖଣ୍ଡ ଏବଂ ଏକ ନୂତନ ରେଳ ଲାଇନ ସମେତ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରଗୁଡ଼ିକରେ ୧୮,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ।ଉଦୀୟମାନ ଉତ୍ତର-ପୂର୍ବ ନିବେଶକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 23rd, 11:00 am
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ସୁକାନ୍ତା ମଜୂମଦାର ଜୀ, ମଣିପୁରର ରାଜ୍ୟପାଳ ଅଜୟ ଭଲ୍ଲା ଜୀ, ଆସାମର ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା ଜୀ, ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଜୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହା ଜୀ, ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଜୀ, ସିକିମର ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତମାଙ୍ଗ ଜୀ, ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ନେଫିଉ ରିଓ ଜୀ, ମିଜୋରାମର ମୁଖ୍ୟମନ୍ତ୍ରୀ ଲାଲଦୁହୋମା ଜୀ, ସମସ୍ତ ଶିଳ୍ପପତି, ନିବେଶକ, ଭଦ୍ର ମହିଳା ଏବଂ ଭଦ୍ରଲୋକ!ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 23rd, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀ ୨୦୨୫କୁ ଉଦଘାଟନ କରିଛନ୍ତି। କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ସ୍ୱାଗତ ଜଣାଇ ପ୍ରଧାନମନ୍ତ୍ରୀ ଉତ୍ତର-ପୂର୍ବାଞ୍ଚଳର ଭବିଷ୍ୟତ ପ୍ରତି ଗର୍ବ, ଉତ୍ସାହ ଏବଂ ଅପାର ବିଶ୍ୱାସ ପ୍ରକାଶ କରିଥିଲେ। ଭାରତ ମଣ୍ଡପମରେ ଅନୁଷ୍ଠିତ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ମନେ ପକାଇ ସେ ଉଲ୍ଲେଖ କରିଥିଲେ ଯେ ଆଜିର କାର୍ଯ୍ୟକ୍ରମ ଉତ୍ତର-ପୂର୍ବରେ ନିବେଶର ଉତ୍ସବ। ପ୍ରଧାନମନ୍ତ୍ରୀ ସମ୍ମିଳନୀରେ ଶିଳ୍ପ ନେତାମାନଙ୍କର ଗୁରୁତ୍ୱପୂର୍ଣ୍ଣ ଉପସ୍ଥିତିକୁ ଉଲ୍ଲେଖ କରିଥିଲେ ଏବଂ ଏହି କ୍ଷେତ୍ରରେ ସୁଯୋଗ ବିଷୟରେ ସେମାନଙ୍କର ଉତ୍ସାହ ବିଷୟରେ ଆଲୋଚନା କରିଥିଲେ। ସମସ୍ତ ମନ୍ତ୍ରଣାଳୟ ଏବଂ ରାଜ୍ୟ ସରକାରଙ୍କୁ ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ଏକ ଅନୁକୂଳ ନିବେଶ ପରିବେଶ ସୃଷ୍ଟି କରିବାରେ ସେମାନଙ୍କ ପ୍ରୟାସକୁ ପ୍ରଶଂସା କରିଥିଲେ। ନିଜର ଶୁଭକାମନା ଜଣାଇ ପ୍ରଧାନମନ୍ତ୍ରୀ ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀକୁ ପ୍ରଶଂସା କରିଥିଲେ ଏବଂ ଏହି ଅଞ୍ଚଳର ନିରନ୍ତର ଅଭିବୃଦ୍ଧି ଏବଂ ସମୃଦ୍ଧି ପ୍ରତି ତାଙ୍କର ପ୍ରତିବଦ୍ଧତାକୁ ଦୋହରାଇଥିଲେ।ଇଥାନଲ ମିଶ୍ରିତ ପେଟ୍ରୋଲ (ଇବିପି) କାର୍ଯ୍ୟକ୍ରମ ଅଧୀନରେ ରାଷ୍ଟ୍ରାୟତ୍ତ ତୈଳ ବିପଣନ କମ୍ପାନୀ (ଓଏମସି) ଦ୍ୱାରା ଇଥାନଲ କ୍ରୟ ବ୍ୟବସ୍ଥାକୁ କ୍ୟାବିନେଟ ମଞ୍ଜୁରି
January 29th, 03:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (ସିସିଇଏ) ଭାରତ ସରକାରଙ୍କ ଇଥାନଲ ମିଶ୍ରିତ ପେଟ୍ରୋଲ (ଇବିପି) କାର୍ଯ୍ୟକ୍ରମ ଅଧୀନରେ 1 ନଭେମ୍ବର, 2024ରୁ 31 ଅକ୍ଟୋବର, 2025 ପର୍ଯ୍ୟନ୍ତ ଇଥାନଲ ଯୋଗାଣ ବର୍ଷ (ଇଏସୱାଇ) ପାଇଁ ରାଷ୍ଟ୍ରାୟତ୍ତ ତୈଳ ବିପଣନ କମ୍ପାନୀଗୁଡ଼ିକ (ଓଏମସି) ପାଇଁ ଇଥାନଲ କ୍ରୟ ମୂଲ୍ୟ ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରି ଦେଇଛନ୍ତି। ତଦନୁଯାୟୀ, ଇଥାନଲ ଯୋଗାଣ ବର୍ଷ 2024-25 (1 ନଭେମ୍ବର 2024ରୁ 31 ଅକ୍ଟୋବର 2025) ପାଇଁ ଇବିପି କାର୍ଯ୍ୟକ୍ରମ ନିମନ୍ତେ ସି ହେଭୀ ମୋଲାସେସ (ସିଏଚଏମ)ରୁ ଉତ୍ପନ୍ନ ଇଥାନଲର ଏକ୍ସ-ମିଲ୍ ଦର ଲିଟର ପିଛା 56.58 ଟଙ୍କାରୁ ବୃଦ୍ଧି କରାଯାଇ ଲିଟର ପିଛା 57.97 ଟଙ୍କାରେ ଧାର୍ଯ୍ୟ କରାଯାଇଛି।ମହାରାଷ୍ଟ୍ରର ୱାର୍ଦ୍ଧାରେ ଜାତୀୟ 'ପିଏମ୍ ବିଶ୍ୱକର୍ମା' କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 20th, 11:45 am
ଦୁଇ ଦିନ ତଳେ ଆମେ ସମସ୍ତେ ବିଶ୍ୱକର୍ମା ପୂଜା ପାଳନ କରିଥିଲୁ। ଆଉ ଆଜି ୱାର୍ଦ୍ଧାର ପବିତ୍ର ଭୂମିରେ ଆମେ ପିଏମ ବିଶ୍ୱକର୍ମା ଯୋଜନାର ସଫଳତାର ଉତ୍ସବ ପାଳନ କରୁଛୁ । ଆଜିର ଦିନଟି ମଧ୍ୟ ବିଶେଷ, କାରଣ ୧୯୩୨ ମସିହା ଆଜିର ଦିନରେ ମହାତ୍ମା ଗାନ୍ଧୀ ଅସ୍ପୃଶ୍ୟତା ବିରୋଧରେ ଅଭିଯାନ ଆରମ୍ଭ କରିଥିଲେ। ଏଭଳି ପରିସ୍ଥିତିରେ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତିର ଏହି ଉତ୍ସବ, ବିନୋବା ଭାବେ ଜୀ ଙ୍କର ଏହି ସାଧନାସ୍ଥଳୀ, ମହାତ୍ମା ଗାନ୍ଧୀଙ୍କର କର୍ମଭୂମି,ୱାର୍ଧାର ଏହି ଭୂମି, ସଫଳତା ଓ ପ୍ରେରଣାର ଏମିତି ସଂଗମ, ଯାହାକି ଭାରତର ବିକଶିତ ଭାରତ ପାଇଁ ଆମର ସଂକଳ୍ପକୁ ନୂତନ ଶକ୍ତି ପ୍ରଦାନ କରିବ। ବିଶ୍ୱକର୍ମା ଯୋଜନା ମାଧ୍ୟମରେ ଆମେ କଠିନ ପରିଶ୍ରମ ମାଧ୍ୟମରେ ସମୃଦ୍ଧି, ଏହାର ଦକ୍ଷତାକୁ ଏକ ଉନ୍ନତ ଭବିଷ୍ୟତର ଯେଉଁ ସଙ୍କଳ୍ପ ନେଇଛୁ, ୱାର୍ଦ୍ଧାରେ ବାପୁଙ୍କ ପ୍ରେରଣା ସେହି ସଂକଳ୍ପଗୁଡ଼ିକୁ ସଫଳତାର ସହ ନେବାରେ ମାଧ୍ୟମ ହେବ । ଏହି ଅବସରରେ ମୁଁ ଏହି ଯୋଜନା ସହ ଜଡ଼ିତ ସମସ୍ତ ଜନସାଧାରଣ, ଦେଶର ସମସ୍ତ ହିତାଧିକାରୀଙ୍କୁ ଏହି ଅବସରରେ ଅଭିନନ୍ଦନ ଜଣାଉଛି ।ମହାରାଷ୍ଟ୍ରର ୱାର୍ଦ୍ଧାଠାରେ ଜାତୀୟ ପିଏମ୍ ବିଶ୍ୱକର୍ମା କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 20th, 11:30 am
: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ୱାର୍ଦ୍ଧାଠାରେ ଜାତୀୟ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ 'ଆଚାର୍ଯ୍ୟ ଚାଣକ୍ୟ ଦକ୍ଷତା ବିକାଶ' ଯୋଜନା ଏବଂ 'ପୁଣ୍ୟଶ୍ଲୋକ ଅହଲ୍ୟାଦେବୀ ହୋଲକର ମହିଳା ଷ୍ଟାର୍ଟଅପ୍ ଯୋଜନା'ର ଶୁଭାରମ୍ଭ କରିଥିଲେ। ସେ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ହିତାଧିକାରୀଙ୍କୁ ସାର୍ଟିଫିକେଟ୍ ଏବଂ ଋଣ ପ୍ରଦାନ କରିବା ସହ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଅଧୀନରେ ପ୍ରଗତିର ଏକ ବର୍ଷ ପୂର୍ତ୍ତି ଅବସରରେ ସମର୍ପିତ ଏକ ସ୍ମାରକୀ ଟିକଟ ମଧ୍ୟ ଉନ୍ମୋଚନ କରିଥିଲେ । ଶ୍ରୀ ମୋଦୀ ମହାରାଷ୍ଟ୍ରର ଅମରାବତୀଠାରେ ପ୍ରଧାନମନ୍ତ୍ରୀ ମେଗା ସମନ୍ୱିତ ଟେକ୍ସଟାଇଲ୍ ରିଜିୟନ୍ସ ଆଣ୍ଡ୍ ଆପାରେଲ୍ (ପିଏମ୍ ମିତ୍ର) ପାର୍କର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ପଦଯାତ୍ରା କରିଥିଲେ।ଅରୁଣାଚଳ ପ୍ରଦେଶରେ ବିକଶିତ ଭାରତ - ବିକଶିତ ଉତ୍ତର ପୂର୍ବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 09th, 11:09 am
ଅରୁଣାଚଳ ପ୍ରଦେଶ, ମଣିପୁର, ମେଘାଳୟ, ନାଗାଲାଣ୍ଡ, ସିକ୍କିମ ଏବଂ ତ୍ରିପୁରାର ରାଜ୍ୟପାଳ ମହୋଦୟ ଏବଂ ମୁଖ୍ୟମନ୍ତ୍ରୀ, କେନ୍ଦ୍ର କ୍ୟାବିନେଟରେ ମୋର ସାଥି, ରାଜ୍ୟର ମନ୍ତ୍ରୀଗଣ, ସାଂସଦ ସାଥି, ସମସ୍ତ ବିଧାୟକ ଗଣ, ଅନ୍ୟ ସମସ୍ତ ଜନପ୍ରତିନିଧି ଏବଂ ଏହି ସବୁ ରାଜ୍ୟର ମୋର ପ୍ରିୟ ଭାଇ ଭଉଣୀ!ଅରୁଣାଚଳ ପ୍ରଦେଶର ଇଟାନଗର ଠାରେ ବିକଶିତ ଭାରତ ବିକଶିତ ଉତ୍ତର ପୂର୍ବ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
March 09th, 10:46 am
ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଚାଲିଥିବା ଜାତୀୟ ପର୍ବ ବିକଶିତ ରାଜ୍ୟରୁ ବିକଶିତ ଭାରତ ବିଷୟରେ ଉଲ୍ଲେଖ କରିଥିଲେ । ସେ ବିକଶିତ ଉତ୍ତର ପୂର୍ବ ପାଇଁ ଉତ୍ତର -ପୂର୍ବାଞ୍ଚଳର ଲୋକମାନଙ୍କ ମଧ୍ୟରେ ନୂତନ ଉତ୍ସାହକୁ ସ୍ୱୀକାର କରିଥିଲେ । ଏହି ପଦକ୍ଷେପ ପାଇଁ ନାରୀ ଶକ୍ତିର ସହଯୋଗ ନିମନ୍ତେ ସେ କୃତଜ୍ଞତା ଜ୍ଞାପନ କରିଥିଲେ ।ବିହାରର ରାଜ୍ୟପାଳ ଶ୍ରୀ ରାଜେନ୍ଦ୍ର ଆର୍ଲେକର ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ନୀତୀଶ କୁମାର ଜୀ, ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଗିରିରାଜ ସିଂ ଜୀ, ହରଦୀପ ସିଂ ପୁରୀ ଜୀ, ଉପମୁଖ୍ୟମନ୍ତ୍ରୀ ବିଜୟ ସିହ୍ନା ଜୀ, ସମ୍ରାଟ ଚୌଧୁରୀ ଜୀ, ମଞ୍ଚରେ ବସିଥିବା ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ବେଗୁସରାଇରୁ ଆସିଥିବା ମୋର ପ୍ରିୟ ଭାଇ ଭଉଣୀମାନେ ।
March 02nd, 08:06 pm
ବିହାରର ରାଜ୍ୟପାଳ ଶ୍ରୀ ରାଜେନ୍ଦ୍ର ଆର୍ଲେକର ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ନୀତୀଶ କୁମାର ଜୀ, ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଗିରିରାଜ ସିଂ ଜୀ, ହରଦୀପ ସିଂ ପୁରୀ ଜୀ, ଉପମୁଖ୍ୟମନ୍ତ୍ରୀ ବିଜୟ ସିହ୍ନା ଜୀ, ସମ୍ରାଟ ଚୌଧୁରୀ ଜୀ, ମଞ୍ଚରେ ବସିଥିବା ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ବେଗୁସରାଇରୁ ଆସିଥିବା ମୋର ପ୍ରିୟ ଭାଇ ଭଉଣୀମାନେ ।ବିହାରର ବେଗୁସରାଇରେ ଏକାଧିକ ବିକାଶମୂଳକ ପ୍ରକଳ୍ପର ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ
March 02nd, 04:50 pm
: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ବେଗୁସରାଇଠାରେ ଦେଶବ୍ୟାପୀ ପ୍ରାୟ ୧.୪୮ ଲକ୍ଷ କୋଟି ଟଙ୍କାର ଏକାଧିକ ତୈଳ ଓ ଗ୍ୟାସ କ୍ଷେତ୍ର ପ୍ରକଳ୍ପ ଏବଂ ବିହାରରେ ୧୩,୪୦୦ ଟଙ୍କାରୁ ଅଧିକ ମୂଲ୍ୟର ଅନେକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।ପଶ୍ଚିମବଙ୍ଗର ଆରାମବାଗରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 01st, 03:15 pm
ଏକବିଂଶ ଶତାବ୍ଦୀର ଭାରତ ଦ୍ରୁତ ଗତିରେ ଆଗକୁ ବଢୁଛି । ଆମେ ସମସ୍ତେ ମିଶି ୨୦୪୭ ସୁଦ୍ଧା ଏକ ବିକଶିତ ଭାରତ ହାସଲ କରିବାର ମହତ୍ୱାକାଂକ୍ଷୀ ଲକ୍ଷ୍ୟ ଧାର୍ଯ୍ୟ କରିଛୁ । ଦେଶର ଗରିବ, କୃଷକ, ମହିଳା ଓ ଯୁବବର୍ଗ କଲ୍ୟାଣ ଆମ ଦେଶ ପାଇଁ ସର୍ବୋଚ୍ଚ ପ୍ରାଥମିକତା। ଆମେ କ୍ରମାଗତ ଭାବରେ ସେମାନଙ୍କ କଲ୍ୟାଣ ପାଇଁ ପଦକ୍ଷେପ ନେଇଛୁ ଏବଂ ଏହାର ସକାରାତ୍ମକ ଫଳାଫଳ ଆଜି ବିଶ୍ୱ ଦେଖୁଛି। ଗତ ୧୦ ବର୍ଷରେ ଦେଶର ୨୫ କୋଟି ଲୋକଙ୍କୁ ଦାରିଦ୍ର୍ୟମୁକ୍ତ କରାଯାଇଛି। ଏହା ଦର୍ଶାଉଛି ଯେ ଆମ ସରକାରଙ୍କ ଦିଗ ସଠିକ ରହିଛି, ସଠିକ ରହିଛି, ସଠିକ ରହିଛି ଏବଂ ତାହାର ମୂଳ କାରଣ ହେଉଛି ସ୍ବଚ୍ଛତା।