ପ୍ରଧାନମନ୍ତ୍ରୀ ୨୪ ଜୁନ୍, ୨୦୨୫ରେ ଶ୍ରୀ ନାରାୟଣ ଗୁରୁ ଏବଂ ମହାତ୍ମା ଗାନ୍ଧୀଙ୍କ ମଧ୍ୟରେ ହୋଇଥିବା ବାର୍ତ୍ତାଳାପର ଶତାବ୍ଦୀ ସମାରୋହର ଶୁଭାରମ୍ଭ କରିବେ
June 23rd, 05:24 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ୨୪ ଜୁନ୍, ୨୦୨୫ ପୂର୍ବାହ୍ନ ପ୍ରାୟ ୧୧ଟାରେ ଦିଲ୍ଲୀର ବିଜ୍ଞାନ ଭବନରେ ଭାରତର ଦୁଇ ମହାନ୍ ଆଧ୍ୟାତ୍ମିକ ଏବଂ ନୈତିକ ବ୍ୟକ୍ତି ଶ୍ରୀ ନାରାୟଣ ଗୁରୁ ଏବଂ ଶ୍ରୀ ମହାତ୍ମା ଗାନ୍ଧୀଙ୍କ ମଧ୍ୟରେ ହୋଇଥିବା ବାର୍ତ୍ତାଳାପର ଶତାବ୍ଦୀ ସମାରୋହର ଶୁଭାରମ୍ଭ କରିବେ । ପ୍ରଧାନମନ୍ତ୍ରୀ ଏହି ଅବସରରେ ଉପସ୍ଥିତ ଜନ ସମାବେଶକୁ ସମ୍ବୋଧିତ କରିବେ ।ଚିଲି ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ୍ ବିବୃତି
April 01st, 12:31 pm
ରାଷ୍ଟ୍ରପତି ବୋରିକଙ୍କର ଏହା ହେଉଛି ପ୍ରଥମ ଭାରତ ଗସ୍ତ। ଭାରତ ପ୍ରତି ତାଙ୍କର ଦୃଢ଼ ବନ୍ଧୁତା ଭାବନା ଏବଂ ଆମ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ତାଙ୍କର ପ୍ରତିବଦ୍ଧତା ପ୍ରକୃତରେ ପ୍ରଶଂସନୀୟ । ଏଥିପାଇଁ ମୁଁ ତାଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି ଏବଂ ତାଙ୍କୁ ତଥା ତାଙ୍କ ବିଶିଷ୍ଟ ପ୍ରତିନିଧି ଦଳକୁ ସ୍ୱାଗତ କରୁଛି ।ପଡକାଷ୍ଟରେ ଲେକ୍ସ ଫ୍ରିଡମ୍ୟାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପର ଓଡ଼ିଆ ଅନୁବାଦ
March 16th, 11:47 pm
ମୋର ଶକ୍ତି ମୋଦୀ ହେବାରେ ନୁହେଁ; ଏହା ୧୪୦ କୋଟି ଭାରତୀୟଙ୍କ ଠାରୁ ଆସିଛି, ହଜାର ହଜାର ବର୍ଷର ଆମ ଦେଶର ସମୃଦ୍ଧ ସାଂସ୍କୃତିକ ଏବଂ ଐତିହାସିକ ପରମ୍ପରାରୁ ଆସିଛି। ଏହା ହିଁ ମୋର ପ୍ରକୃତ ଶକ୍ତି । ମୁଁ ଯେଉଁଠିକୁ ବି ଯାଏ, ମୁଁ ମୋଦୀ ଭାବେ ଯାଏ ନାହିଁ- ବେଦ ଠାରୁ ଆରମ୍ଭ କରି ବିବେକାନନ୍ଦ ପର୍ଯ୍ୟନ୍ତ ଆମ ସଭ୍ୟତାର ହଜାର ହଜାର ବର୍ଷ ପୁରୁଣା ମହାନ ପରମ୍ପରାକୁ ମୁଁ ସାଙ୍ଗରେ ନେଇ ଯାଇଥାଏ। ମୁଁ ୧୪୦ କୋଟି ଲୋକଙ୍କ ପ୍ରତିନିଧିତ୍ବ କରୁଛି, ସେମାନଙ୍କ ସ୍ୱପ୍ନ ଏବଂ ସେମାନଙ୍କ ଆକାଂକ୍ଷାକୁ ପ୍ରତିନିଧିତ୍ୱ କରୁଛି । ସେଥିପାଇଁ ଯେତେବେଳେ ମୁଁ ବିଶ୍ୱର କୌଣସି ନେତାଙ୍କ ସହ ହାତ ମିଳାଉଛି, ତାହା କେବଳ ମୋଦୀଙ୍କ ହାତ ନୁହେଁ- ଏହା ୧୪୦ କୋଟି ଭାରତୀୟଙ୍କ ହାତ। ମୋର ଶକ୍ତି ମୋର ନୁହେଁ; ଏହା ହେଉଛି ଭାରତର ଶକ୍ତି । ଯେତେବେଳେ ବି ଆମେ ଶାନ୍ତି କଥା କହୁଛୁ, ବିଶ୍ୱ ଶୁଣେ, କାରଣ ଏହା ମହାତ୍ମା ଗାନ୍ଧୀଙ୍କ ଦେଶ ବୁଦ୍ଧଙ୍କ ଭୂମି। ଆମେ ସଂଘର୍ଷକୁ ନୁହେଁ; ଆମେ ଶାନ୍ତିକୁ ସମର୍ଥନ କରୁଛୁ। ଆମେ ପ୍ରକୃତି ସହିତ ସଂଘର୍ଷ ଚାହୁଁନାହୁଁ କିମ୍ବା ଜାତି ମାନଙ୍କ ମଧ୍ୟରେ ସଂଘର୍ଷ ଚାହୁଁନାହୁଁ - ଆମେ ଏପରି ଦେଶ ଯିଏ ସହଯୋଗରେ ବିଶ୍ୱାସ କରୁ । ଶାନ୍ତି ପ୍ରତିଷ୍ଠା ଦିଗରେ ଯଦି ଆମେ କୌଣସି ପ୍ରକାର ଅବଦାନ ଦେଇପାରିବା, ତେବେ ଆମେ ସବୁବେଳେ ତାହା କରିବାକୁ ଚେଷ୍ଟା କରୁଛୁ। ମୋ ଜୀବନ ଅତ୍ୟଧିକ ଦାରିଦ୍ର୍ୟରୁ ବାହାରିଥିଲା, ତଥାପି ଆମେ କେବେ ବି ଏହା ଦ୍ୱାରା ବୋଝ ଅନୁଭବ କରିନଥିଲୁ। ସାରା ଜୀବନ ଜୋତା ପିନ୍ଧିଥିବା ବ୍ୟକ୍ତି ଯଦି ହଠାତ୍ ଏହାକୁ ହରାଇଥାନ୍ତି, ତେବେ ସେମାନେ ହୁଏତ ସଂଘର୍ଷ କରିପାରନ୍ତି। କିନ୍ତୁ ଯେଉଁମାନେ କେବେ ଜୋତା ପିନ୍ଧି ନାହାନ୍ତି, ସେମାନଙ୍କ ପାଇଁ ଏଥିରୁ ବଞ୍ଚିତ ହେବାର କୌଣସି ଭାବନା ନଥାଏ- ଆମେ କେବଳ ସେମାନଙ୍କ ଭଳି ଜୀବନ ଅତିବାହିତ କରୁଛୁ।ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ୍ମ୍ୟାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସାକ୍ଷାତକାର
March 16th, 05:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ଼ମ୍ୟାନଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ମନଖୋଲା ଆଲୋଚନାରେ କାହିଁକି ସେ ଉପବାସ କରନ୍ତି ଓ ଉପବାସ କରିବାରେ କିପରି ସକ୍ଷମ ହୁଅନ୍ତି ବୋଲି ପ୍ରଶ୍ନ କରାଯିବାରୁ ଉପବାସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରତି ସମ୍ମାନ ଭାବେ ଗ୍ରହଣ କରିଥିବାରୁ ଲେକ୍ସ ଫ୍ରିଡମ୍ୟାନଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ ପ୍ରଧାନମନ୍ତ୍ରୀ। ଶ୍ରୀ ମୋଦୀ କହିଥିଲେ, ଭାରତରେ ଧାର୍ମିକ ପରମ୍ପରା ଦୈନନ୍ଦିନ ଜୀବନ ସହିତ ଓତଃପ୍ରୋତ ଭାବେ ଜଡ଼ିତ। ଭାରତର ସୁପ୍ରିମକୋର୍ଟଙ୍କ ବ୍ୟାଖ୍ୟା ଅନୁସାରେ ହିନ୍ଦୁ ଧର୍ମ କେବଳ ଧାର୍ମିକ ବିଧି ବିଧାନ ନୁହେଁ। ବରଂ ଏହା ହେଉଛି ମଣିଷ ଜୀବନକୁ ପଥ ପ୍ରଦର୍ଶନ କରୁଥିବା ଏକ ଦର୍ଶନ। ସେ କହିଥିଲେ ଯେ, ଶୃଙ୍ଖଳିତ ଜୀବନ ପାଇଁ ଉପବାସ ହେଉଛି ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏହା ଜଣକର ଅନ୍ତଃ ଓ ବାହ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା କରିଥାଏ। ପ୍ରଧାନମନ୍ତ୍ରୀ କହିଥିଲେ, ଉପବାସ ଜଣକର ଇନ୍ଦ୍ରିୟଗୁଡ଼ିକୁ ଆହୁରି ଶକ୍ତିଶାଳୀ କରିଥାଏ, ସେମାନଙ୍କୁ ଆହୁରି ସମ୍ବେଦନଶୀଳ ଓ ସଚେତନ କରିଥାଏ। ସେ ନିଜ ଅନୁଭବରୁ କହିଥିଲେ ଯେ, ଉପବାସ ସମୟରେ କୌଣସି ଟିକିଏ ସୂକ୍ଷ୍ମ କଥାକୁ ମଧ୍ୟ ଜଣେ ସ୍ପଷ୍ଟ ଭାବେ ମନେ ରଖିପାରେ। ସେ ଆହୁରି କହିଥିଲେ, ଚିନ୍ତନ ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରିଥାଏ ଉପବାସ। ଏହା ନୂଆ ଦୃଷ୍ଟିକୋଣ ପ୍ରଦାନ କରିବା ସହିତ ଅଭିନବ ଚିନ୍ତନ ପ୍ରକ୍ରିୟାକୁ ପ୍ରୋତ୍ସାହିତ କରିଥାଏ। ଶ୍ରୀ ମୋଦୀ ସ୍ପଷ୍ଟ କରିଥିଲେ ଯେ, କେବଳ ଖାଦ୍ୟ ନ ଖାଇବା ଉପବାସ ନୁହେଁ, ଏହା ହେଉଛି ପ୍ରସ୍ତୁତି ଓ ବିଶୁଦ୍ଧିକରଣର ଏକ ବୈଜ୍ଞାନିକ ପ୍ରକ୍ରିୟା। ସେ କହିଥିଲେ ଯେ, ଉପବାସ କରିବା ପୂର୍ବରୁ ବେଶ୍ କିଛି ଦିନ ଆୟୁର୍ବେଦିକ୍ ଓ ଯୋଗ ଜରିଆରେ ସେ ନିଜ ଶରୀରକୁ ଉପବାସ ପାଇଁ ପ୍ରସ୍ତୁତ କରନ୍ତି। ଏହି ସମୟରେ ନିୟମିତ ଓ ପର୍ଯ୍ୟାପ୍ତ ଭାବେ ପାଣି ପିଇବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଉପବାସ ଆରମ୍ଭ ହେବା ମାତ୍ରେ ଏହାକୁ ସେ ସମର୍ପଣ ଓ ଆତ୍ମଶୃଙ୍ଖଳା ଏକ କାମ ବୋଲି ବିଚାର କରନ୍ତି। ଏହା ସହିତ ଗଭୀର ଆତ୍ମଚିନ୍ତନ ଓ ଧ୍ୟାନକୁ ଗୁରୁତ୍ୱ ଦିଅନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପବାସ କରିବାର ଏହି ଅଭ୍ୟାସ ତାଙ୍କର ନିଜ ଜୀବନର ଏକ ଘଟଣାରୁ ଆରମ୍ଭ ହୋଇଥିଲା। ସ୍କୁଲରେ ପଢୁଥିବା ବେଳେ ମହାତ୍ମା ଗାନ୍ଧିଙ୍କ ପ୍ରେରଣାରୁ ହୋଇଥିବା ଏକ ଅଭିଯାନରୁ ଏହା ଆରମ୍ଭ ହୋଇଥିଲା। ଯେତେବେଳେ ସେ ପ୍ରଥମ ଥର ଉପବାସ କରିଥିଲେ, ତାଙ୍କ ଶରୀରରେ ଅଧିକ ଶକ୍ତି ଓ ଚେତନା ଆସିଥିବାର ସେ ଅନୁଭବ କରିଥିଲେ। ଏଥିରୁ ସେ ନିଶ୍ଚିତ ହେଲେ ଯେ, ଉପବାସର ଏକ ବଡ଼ ପରିବର୍ତ୍ତନକାରୀ ଶକ୍ତି ଅଛି। ସେ ଉଲ୍ଲେଖ କରିଥିଲେ, ଉପବାସ ତାଙ୍କୁ ମାନ୍ଦା କରିନଥାଏ, ବରଂ ଏହା ତାଙ୍କ କାର୍ଯ୍ୟଦକ୍ଷତାକୁ ଆହୁରି ବୃଦ୍ଧି କରିଥାଏ। ଉପବାସ ସମୟରେ ତାଙ୍କ ମନକୁ ସ୍ୱତଃପ୍ରବୃତ୍ତ ଭାବେ ସକରାତ୍ମକ ଚିନ୍ତନ ଓ ସୃଜନଶୀଳତା ଆପେ ଆପେ ଆସିଥାଏ। ନିଜକୁ ପରିପ୍ରକାଶ କରିବାରେ ଏହା ଏକ ଅତୁଳନୀୟ ଅନୁଭବ ପ୍ରଦାନ କରିଥାଏ ବୋଲି କହିଥିଲେ ପ୍ରଧାନମନ୍ତ୍ରୀ।The World This Week on India
December 24th, 11:59 am
India’s footprint on the global stage this week has been marked by a blend of diplomatic engagements, economic aspirations, cultural richness, and strategic initiatives.The World This Week on India
December 17th, 04:23 pm
In a week filled with notable achievements and international recognition, India has once again captured the world’s attention for its advancements in various sectors ranging from health innovations and space exploration to climate action and cultural influence on the global stage.