ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ

April 27th, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ଯେତେବେଳେ ମୁଁ ଆପଣଙ୍କ ସହିତ ମନର କଥା ହେଉଛି, ସେତେବେଳେ ମନରେ ଗଭୀର ପୀଡ଼ା ରହିଛି । ଏପ୍ରିଲ ୨୨ ତାରିଖ ଦିନ ପହଲଗାମ୍ ଠାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଦେଶର ପ୍ରତ୍ୟେକ ନାଗରିକକୁ ବ୍ୟଥିତ କରିଛି । ପୀଡ଼ିତ ପରିବାରଙ୍କ ପ୍ରତି ପ୍ରତ୍ୟେକ ଭାରତୀୟଙ୍କ ମନରେ ଗଭୀର ସମବେଦନା ରହିଛି । ସେ ଯେକୌଣସି ରାଜ୍ୟର ହୋଇଥାଆନ୍ତୁ ନା କାହିଁକି, ଯେକୌଣସି ଭାଷାଭାଷୀ ହୋଇଥାଆନ୍ତୁ ନା କାହିଁକି, ସମସ୍ତେ ସେହିମାନଙ୍କ ଯନ୍ତ୍ରଣାକୁ ଅନୁଭବ କରୁଛନ୍ତି, ଯେଉଁମାନେ ଏହି ଆକ୍ରମଣରେ ନିଜ ପରିବାରର ଲୋକଙ୍କୁ ହରାଇଛନ୍ତି । ଆତଙ୍କବାଦୀ ଆକ୍ରମଣର ଚିତ୍ରଗୁଡ଼ିକୁ ଦେଖି ପ୍ରତ୍ୟେକ ଭାରତୀୟର ରକ୍ତ ତାତି ଉଠୁଛି, ସେ କଥା ମୁଁ ଅନୁଭବ କରିପାରୁଛି । ପହଲଗାମରେ ହୋଇଥିବା ଏହି ଆକ୍ରମଣ, ଆତଙ୍କବାଦର ପୃଷ୍ଠପୋଷକଙ୍କ ହତାଶା ଭାବକୁ ଦର୍ଶାଉଛି, ସେମାନଙ୍କ କାପୁରୁଷପଣିଆକୁ ପ୍ରଦର୍ଶିତ କରୁଛି । କାଶ୍ମୀରରେ ଶାନ୍ତି ଫେରିଆସୁଥିବା ସମୟରେ - ସ୍କୁଲ-କଲେଜମାନଙ୍କରେ ଗୋଟିଏ ଉତ୍ସାହ ଥିଲା, ନିର୍ମାଣ କାର୍ଯ୍ୟରେ ଅଭୂତପୂର୍ବ ଗତିଶୀଳତା ଆସିଥିଲା, ଗଣତନ୍ତ୍ର ଦୃଢ଼ୀଭୂତ ହେଉଥିଲା, ପର୍ଯ୍ୟଟକମାନଙ୍କ ସଂଖ୍ୟାରେ ରେକର୍ଡ଼ ବୃଦ୍ଧି ହୋଇଚାଲିଥିଲା, ଲୋକମାନଙ୍କ ଆୟ ବୃଦ୍ଧି ହେଉଥିଲା, ଯୁବବର୍ଗଙ୍କ ପାଇଁ ନୂତନ ସୁଯୋଗ ସୃଷ୍ଟି ହୋଇଚାଲିଥିଲା – ଏଭଳି ସମୟରେ ଦେଶର ଶତ୍ରୁ, ଜାମ୍ମୁ-କାଶ୍ମୀରର ଶତ୍ରୁମାନଙ୍କ ପକ୍ଷରେ ଏହା ଅସହ୍ୟ ହେଲା । ଆତଙ୍କବାଦୀ ଓ ଆତଙ୍କକୁ ପ୍ରଶ୍ରୟ ଦେଉଥିବା ଶକ୍ତିମାନେ ଚାହାଁନ୍ତି ଯେ, କାଶ୍ମୀର ପୁଣିଥରେ ଧ୍ୱଂସ ହେଇଯାଉ, ତେଣୁ ସେମାନେ ଏତେ ବଡ଼ ଷଡ଼ଯନ୍ତ୍ର ଘଟାଇଲେ । ଆତଙ୍କବାଦ ବିରୁଦ୍ଧରେ ଏହି ଯୁଦ୍ଧରେ ଦେଶର ଏକତା, ୧୪୦ କୋଟି ଭାରତୀୟଙ୍କ ଏକଜୁଟପଣିଆ ଆମର ସବୁଠାରୁ ବଡ଼ ଶକ୍ତି । ଏହି ଏକତା, ଆତଙ୍କବାଦ ବିରୁଦ୍ଧରେ ଆମର ନିର୍ଣ୍ଣାୟକ ସଂଗ୍ରାମର ଆଧାର । ଦେଶ ଆଗରେ ଦେଖାଦେଇଥିବା ଏହି ଆହ୍ୱାନର ମୁକାବିଲା କରିବା ପାଇଁ ଆମକୁ ଆମ ସଂକଳ୍ପକୁ ସୁଦୃଢ଼ କରିବାକୁ ହେବ । ଗୋଟିଏ ରାଷ୍ଟ୍ର ହିସାବରେ ଆମକୁ ଦୃଢ଼ ଇଚ୍ଛାଶକ୍ତି ପ୍ରଦର୍ଶିତ କରିବାକୁ ହେବ । ଏହି ଆତଙ୍କବାଦୀ ଆକ୍ରମଣ ପରେ ସମଗ୍ର ଦେଶର ସ୍ୱର ଏକ ହୋଇଥିବା କଥା ଆଜି ସାରା ବିଶ୍ୱ ଦେଖୁଛି ।

ମହାକୁମ୍ଭ ଉପରେ ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 18th, 01:05 pm

ମୁଁ ଏଠାରେ ପ୍ରୟାଗରାଜରେ ଅନୁଷ୍ଠିତ ମହାକୁମ୍ଭ ଉପରେ ଏକ ବିବୃତ୍ତି ଦେବା ପାଇଁ ଉପସ୍ଥିତ ହୋଇଛି। ଏହି ସଦନ ମାଧ୍ୟମରେ, ମୁଁ ଲକ୍ଷ ଲକ୍ଷ ଦେଶବାସୀଙ୍କୁ ମୋର ପ୍ରଣାମ ଜଣାଉଛି, ଯେଉଁମାନଙ୍କର ଅବଦାନ ଦ୍ୱାରା ମହାକୁମ୍ଭ ମେଳାର ସଫଳ ଆୟୋଜନ ହୋଇଥିଲା । ମହାକୁମ୍ଭର ସଫଳତା ସୁନିଶ୍ଚିତ କରିବାରେ ଅନେକ ବ୍ୟକ୍ତିମାନଙ୍କର ଅବଦାନ ରହିଛି । ମୁଁ ସରକାର, ସମାଜ ଏବଂ ସମସ୍ତ ଉତ୍ସର୍ଗୀକୃତ କର୍ମୀଙ୍କୁ ଅଭିନନ୍ଦନ ଜଣାଉଛି। ମୁଁ ଦେଶବ୍ୟାପୀ ଭକ୍ତ, ଉତ୍ତର ପ୍ରଦେଶର ଜନସାଧାରଣ ଏବଂ ବିଶେଷକରି ପ୍ରୟାଗରାଜର ନାଗରିକମାନଙ୍କୁ ମଧ୍ୟ ମୋର କୃତଜ୍ଞତା ଜଣାଉଛି।

କୁମ୍ଭମେଳାର ସଫଳ ସମାପନ ସଂପର୍କରେ ଲୋକସଭାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

March 18th, 12:10 pm

ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆୟୋଜିତ କୁମ୍ଭମେଳାର ସଫଳ ସମାପନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଲୋକସଭାରେ ଉଦବୋଧନ ଦେଇଥିଲେ। ଯେଉଁ ଅଗଣିତ ନାଗରିକଙ୍କ ଉଦ୍ୟମରେ କୁମ୍ଭମେଳାର ଭବ୍ୟ ସଫଳତା ମିଳିଥିଲା ସେମାନଙ୍କୁ ସେ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଥିଲେ। ମହାକୁମ୍ଭକୁ ସଫଳ କରିବାରେ ବିଭିନ୍ନ ବ୍ୟକ୍ତି ବିଶେଷ ଓ ଗୋଷ୍ଠୀର ସାମୂହିକ ଅବଦାନ ଉପରେ ଆଲୋକପାତ କରି ସେ ସରକାର, ସମାଜ ଏବଂ ଏଥିରେ ସମ୍ପୃକ୍ତ ସମସ୍ତ ଉତ୍ସର୍ଗୀକୃତ କର୍ମୀଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ। ସମଗ୍ର ଦେଶରେ ଶ୍ରଦ୍ଧାଳୁ, ବିଶେଷ କରି ଉତ୍ତରପ୍ରଦେଶବାସୀ ଏବଂ ପ୍ରୟାଗରାଜବାସୀଙ୍କ ଅମୂଲ୍ୟ ସମର୍ଥନ ଏବଂ ଅଂଶଗ୍ରହଣ ପାଇଁ ଶ୍ରୀ ମୋଦୀ କୃତଜ୍ଞତା ଜ୍ଞାପନ କରିଥିଲେ।

Prime Minister pays homage to participants of Dandi March

March 12th, 09:01 am

Prime Minister, Shri Narendra Modi today paid homage to all those who participated in the historic Dandi March, a defining chapter in India’s freedom struggle. Shri Modi stated that led by Mahatma Gandhi, this March ignited a nationwide movement for self-reliance and independence. “The courage, sacrifice and unwavering commitment to truth and non-violence of all those who took part in the Dandi March continues to inspire generations”, Shri Modi added.