ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’
May 25th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ସାରା ଦେଶ ଆତଙ୍କବାଦ ବିରୁଦ୍ଧରେ ଏକଜୁଟ, ଆକ୍ରୋଶରେ ପୂର୍ଣ୍ଣ ଏବଂ ସଂକଳ୍ପବଦ୍ଧ । ଆଜି ପ୍ରତ୍ୟେକ ଭାରତୀୟର ସଂକଳ୍ପ ହେଉଛି, ଆମକୁ ଆତଙ୍କବାଦର ଅନ୍ତ ଘଟାଇବାକୁ ପଡ଼ିବ । ବନ୍ଧୁଗଣ, ଅପରେଶନ୍ ସିନ୍ଦୂର ସମୟରେ ଆମ ସେନାବାହିନୀ ଯେଉଁ ବୀରତ୍ୱ ପ୍ରଦର୍ଶନ କରିଛନ୍ତି, ତାହା ପ୍ରତ୍ୟେକ ଭାରତୀୟକୁ ଗର୍ବିତ କରିଛି । ଯେଉଁ ସଠିକତା ସହିତ ଆମ ସେନାବାହିନୀ ସୀମା ଆରପାରିରେ ରହିଥିବା ଆତଙ୍କବାଦୀ ଆଡ୍ଡାସ୍ଥଳୀଗୁଡ଼ିକୁ ଧ୍ୱଂସ କଲେ ତାହା ବେଶ୍ ଚମତ୍କାର । ଅପରେଶନ୍ ସିନ୍ଦୂର ସାରା ବିଶ୍ୱରେ ଆତଙ୍କ ବିରୁଦ୍ଧରେ ହେଉଥିବା ସଂଗ୍ରାମକୁ ନୂତନ ବିଶ୍ୱାସ ଏବଂ ଉତ୍ସାହରେ ଭରିଦେଇଛି ।ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
April 27th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ଯେତେବେଳେ ମୁଁ ଆପଣଙ୍କ ସହିତ ମନର କଥା ହେଉଛି, ସେତେବେଳେ ମନରେ ଗଭୀର ପୀଡ଼ା ରହିଛି । ଏପ୍ରିଲ ୨୨ ତାରିଖ ଦିନ ପହଲଗାମ୍ ଠାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଦେଶର ପ୍ରତ୍ୟେକ ନାଗରିକକୁ ବ୍ୟଥିତ କରିଛି । ପୀଡ଼ିତ ପରିବାରଙ୍କ ପ୍ରତି ପ୍ରତ୍ୟେକ ଭାରତୀୟଙ୍କ ମନରେ ଗଭୀର ସମବେଦନା ରହିଛି । ସେ ଯେକୌଣସି ରାଜ୍ୟର ହୋଇଥାଆନ୍ତୁ ନା କାହିଁକି, ଯେକୌଣସି ଭାଷାଭାଷୀ ହୋଇଥାଆନ୍ତୁ ନା କାହିଁକି, ସମସ୍ତେ ସେହିମାନଙ୍କ ଯନ୍ତ୍ରଣାକୁ ଅନୁଭବ କରୁଛନ୍ତି, ଯେଉଁମାନେ ଏହି ଆକ୍ରମଣରେ ନିଜ ପରିବାରର ଲୋକଙ୍କୁ ହରାଇଛନ୍ତି । ଆତଙ୍କବାଦୀ ଆକ୍ରମଣର ଚିତ୍ରଗୁଡ଼ିକୁ ଦେଖି ପ୍ରତ୍ୟେକ ଭାରତୀୟର ରକ୍ତ ତାତି ଉଠୁଛି, ସେ କଥା ମୁଁ ଅନୁଭବ କରିପାରୁଛି । ପହଲଗାମରେ ହୋଇଥିବା ଏହି ଆକ୍ରମଣ, ଆତଙ୍କବାଦର ପୃଷ୍ଠପୋଷକଙ୍କ ହତାଶା ଭାବକୁ ଦର୍ଶାଉଛି, ସେମାନଙ୍କ କାପୁରୁଷପଣିଆକୁ ପ୍ରଦର୍ଶିତ କରୁଛି । କାଶ୍ମୀରରେ ଶାନ୍ତି ଫେରିଆସୁଥିବା ସମୟରେ - ସ୍କୁଲ-କଲେଜମାନଙ୍କରେ ଗୋଟିଏ ଉତ୍ସାହ ଥିଲା, ନିର୍ମାଣ କାର୍ଯ୍ୟରେ ଅଭୂତପୂର୍ବ ଗତିଶୀଳତା ଆସିଥିଲା, ଗଣତନ୍ତ୍ର ଦୃଢ଼ୀଭୂତ ହେଉଥିଲା, ପର୍ଯ୍ୟଟକମାନଙ୍କ ସଂଖ୍ୟାରେ ରେକର୍ଡ଼ ବୃଦ୍ଧି ହୋଇଚାଲିଥିଲା, ଲୋକମାନଙ୍କ ଆୟ ବୃଦ୍ଧି ହେଉଥିଲା, ଯୁବବର୍ଗଙ୍କ ପାଇଁ ନୂତନ ସୁଯୋଗ ସୃଷ୍ଟି ହୋଇଚାଲିଥିଲା – ଏଭଳି ସମୟରେ ଦେଶର ଶତ୍ରୁ, ଜାମ୍ମୁ-କାଶ୍ମୀରର ଶତ୍ରୁମାନଙ୍କ ପକ୍ଷରେ ଏହା ଅସହ୍ୟ ହେଲା । ଆତଙ୍କବାଦୀ ଓ ଆତଙ୍କକୁ ପ୍ରଶ୍ରୟ ଦେଉଥିବା ଶକ୍ତିମାନେ ଚାହାଁନ୍ତି ଯେ, କାଶ୍ମୀର ପୁଣିଥରେ ଧ୍ୱଂସ ହେଇଯାଉ, ତେଣୁ ସେମାନେ ଏତେ ବଡ଼ ଷଡ଼ଯନ୍ତ୍ର ଘଟାଇଲେ । ଆତଙ୍କବାଦ ବିରୁଦ୍ଧରେ ଏହି ଯୁଦ୍ଧରେ ଦେଶର ଏକତା, ୧୪୦ କୋଟି ଭାରତୀୟଙ୍କ ଏକଜୁଟପଣିଆ ଆମର ସବୁଠାରୁ ବଡ଼ ଶକ୍ତି । ଏହି ଏକତା, ଆତଙ୍କବାଦ ବିରୁଦ୍ଧରେ ଆମର ନିର୍ଣ୍ଣାୟକ ସଂଗ୍ରାମର ଆଧାର । ଦେଶ ଆଗରେ ଦେଖାଦେଇଥିବା ଏହି ଆହ୍ୱାନର ମୁକାବିଲା କରିବା ପାଇଁ ଆମକୁ ଆମ ସଂକଳ୍ପକୁ ସୁଦୃଢ଼ କରିବାକୁ ହେବ । ଗୋଟିଏ ରାଷ୍ଟ୍ର ହିସାବରେ ଆମକୁ ଦୃଢ଼ ଇଚ୍ଛାଶକ୍ତି ପ୍ରଦର୍ଶିତ କରିବାକୁ ହେବ । ଏହି ଆତଙ୍କବାଦୀ ଆକ୍ରମଣ ପରେ ସମଗ୍ର ଦେଶର ସ୍ୱର ଏକ ହୋଇଥିବା କଥା ଆଜି ସାରା ବିଶ୍ୱ ଦେଖୁଛି ।ଦନ୍ତେୱାଡାରେ ଛତିଶଗଡ ପୁଲିସ ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ
April 26th, 05:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଛତିଶଗଡର ଦନ୍ତେୱାଡା ଜିଲ୍ଲାରେ ଛତିଶଗଡ ପୁଲିସ ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କରିଛନ୍ତି । ଏହି ଆକ୍ରମଣରେ ପ୍ରାଣ ହରାଇଥିବା ବୀର ଜୱାନମାନଙ୍କୁ ମଧ୍ୟ ଶ୍ରୀ ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ନାରୀଶକ୍ତି ସମାଜର ବାଧାବିଘ୍ନକୁ ଭାଙ୍ଗି ଅଗ୍ରସର ହେଉଛନ୍ତି : 'ମନ କି ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
January 28th, 11:45 am
ନୂଆ ବର୍ଷର ପ୍ରଥମ 'ମନ କି ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ ମହିଳା ସଶକ୍ତିକରଣ ,ସ୍ୱଚ୍ଛତା ,ଜନଔଷଧି କେନ୍ଦ୍ର ଏବଂ ପଦ୍ମ ପୁରସ୍କାର ବିଷୟରେ କହିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ମହାତ୍ମାଗାନ୍ଧୀଙ୍କୁ ମଧ୍ୟ ସ୍ମରଣ କରି କହିଲେ ଯେ ବାପୁ କେବଳ ଶାନ୍ତି ଏବଂ ଅହିଂସାର ମନ୍ତ୍ରରେ ବିଶ୍ୱାସ କରୁଥିଲେ । ପ୍ରଧାନମନ୍ତ୍ରୀ କହିଲେ ଯେ ଯଦି ଆମେ ତାଙ୍କ ଦ୍ଵାରା ଦେଖାଯାଇଥିବା ମାର୍ଗର ପାଳନ କରିବା ତ ମହାତ୍ମାଗାନ୍ଧୀଙ୍କ ପାଇଁ ଏକ ଉତ୍ତମ ଶ୍ରଦ୍ଧାଞ୍ଜଳି ହେବ ।Text of PM’s interaction with students at Education City, Dantewada
May 09th, 07:23 pm
Chhattisgarh has the ability to transform India's future: PM Modi in Bastar
May 09th, 07:10 pm
PM at Dantewada
May 09th, 03:38 pm
MoUs signed at Dantewada, in the presence of Prime Minister Shri Narendra Modi
May 09th, 12:45 pm
PM's visit and interaction with students at Education City, Jawanga, Dantewada
May 09th, 12:40 pm