ଇଥିଓପିଆ ସଂସଦର ମିଳିତ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 17th, 12:25 pm
ପ୍ରାଚୀନ ଜ୍ଞାନ ଓ ଆଧୁନିକ ଆକାଂକ୍ଷାର ସମନ୍ୱୟ ଥିବା ଏକ ଜାତିର ହୃଦୟସ୍ଥଳ ତଥା ଗଣତନ୍ତ୍ରର ଏହି ମନ୍ଦିରକୁ ଆସିଥିବାରୁ ମୁଁ ନିଜକୁ ଗୌରବାନ୍ୱିତ ମନେକରୁଛି। ଆପଣମାନଙ୍କ ସଂସଦ, ଆପଣମାନଙ୍କ ଜନତା ଏବଂ ଆପଣମାନଙ୍କ ଗଣତାନ୍ତ୍ରିକ ଯାତ୍ରା ପ୍ରତି ଗଭୀର ସମ୍ମାନର ସହିତ ମୁଁ ଏଠାକୁ ଆସିଛି।ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
December 17th, 12:12 pm
ପ୍ରଧାନମନ୍ତ୍ରୀ ଭାରତୀୟମାନଙ୍କ ପକ୍ଷରୁ ଇଥିଓପିଆ ସାଂସଦମାନଙ୍କୁ ବନ୍ଧୁତା ଏବଂ ସଦ୍ଭାବନାର ଶୁଭେଚ୍ଛା ଜଣାଇ ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ସେ କହିଥିଲେ ଯେ, ସଂସଦକୁ ସମ୍ବୋଧିତ କରିବା ଏବଂ ଗଣତନ୍ତ୍ରର ଏହି ମନ୍ଦିର ମାଧ୍ୟମରେ, ଇଥିଓପିଆର ଭବିଷ୍ୟତ ଗଠନ କରୁଥିବା ସାଧାରଣ ଜନତା - କୃଷକ, ଉଦ୍ୟୋଗୀ, ଗର୍ବିତ ମହିଳା ଏବଂ ଯୁବକମାନଙ୍କ ସହ କଥା ହେବା ଏକ ସୌଭାଗ୍ୟର ବିଷୟ। ତାଙ୍କୁ ସର୍ବୋଚ୍ଚ ପୁରସ୍କାର - ‘ଗ୍ରେଟ୍ ଅନର ନିଶାନ ଅଫ ଇଥିଓପିଆ’ ପ୍ରଦାନ କରିବା ପାଇଁ ସେ ଇଥିଓପିଆର ଜନତା ଏବଂ ସରକାରଙ୍କୁ ଧନ୍ୟବାଦ ଜଣାଇଥିଲେ। ଦୁଇଦେଶର ଗୁରୁତ୍ବପୂର୍ଣ୍ଣ ସମ୍ପର୍କ କଥା ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ଯେ, ଏହି ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ ରହିଆସିଥିବା ଦୀର୍ଘକାଳୀନ ସମ୍ପର୍କ ରଣନୈତିକ ସହଭାଗୀତା ସ୍ତରକୁ ଉନ୍ନୀତ ହୋଇଛି।ଶ୍ରୀ ପ୍ରଣବ ମୁଖାର୍ଜୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ
December 11th, 10:34 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ପ୍ରଣବ ମୁଖାର୍ଜୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଶ୍ରୀ ମୁଖାର୍ଜୀଙ୍କୁ ଜଣେ ଉଚ୍ଚକୋଟୀର ରାଜନେତା ଏବଂ ଅସାଧାରଣ ବିଦ୍ୱାନ ଭାବେ ପ୍ରଶଂସା କରିଥିଲେ, ଯିଏକି ଦଶନ୍ଧି ଦଶନ୍ଧି ଧରି ସାର୍ବଜନୀନ ଜୀବନରେ ଅତୁଟ ଉତ୍ସର୍ଗୀକୃତ ଭାବେ ଭାରତର ସେବା କରିଥିଲେ।ଲୋକସଭାରେ ଗୃହମନ୍ତ୍ରୀଙ୍କ ଅଭିଭାଷଣକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ
December 10th, 10:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ଉଲ୍ଲେଖନୀୟ ଅଭିଭାଷଣକୁ ପ୍ରଶଂସା କରିଛନ୍ତି।ରାଜ୍ୟସଭା ଅଧ୍ୟକ୍ଷ ଥିରୁ ସି.ପି. ରାଧାକୃଷ୍ଣନଙ୍କ ସମ୍ବର୍ଦ୍ଧନା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 01st, 11:15 am
ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି, ଏବଂ ଆଜି ଆମ ସମସ୍ତ ତଥା ଗୃହର ସମସ୍ତ ମାନନୀୟ ସଦସ୍ୟଙ୍କ ପାଇଁ ଏକ ଗର୍ବର ମୁହୂର୍ତ୍ତ। ଆପଣଙ୍କୁ ସ୍ୱାଗତ କରିବା ଏବଂ ଆପଣଙ୍କ ମାର୍ଗଦର୍ଶନରେ, ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିବା, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ଏବଂ ଗୃହ ମାଧ୍ୟମରେ ଦେଶକୁ ପ୍ରଗତି ପଥରେ ଆଗେଇ ନେବା ପାଇଁ ଆପଣଙ୍କ ଅମୂଲ୍ୟ ମାର୍ଗଦର୍ଶନ ଗ୍ରହଣ କରିବା। ଏହା ଆମ ସମସ୍ତଙ୍କ ପାଇଁ ଏକ ମହାନ ସୁଯୋଗ। ଗୃହ ପକ୍ଷରୁ, ମୋ ପକ୍ଷରୁ, ମୁଁ ଆପଣଙ୍କୁ ହୃଦୟର ସହିତ ଅଭିନନ୍ଦନ ଏବଂ ଶୁଭକାମନା ଜଣାଉଛି। ମୁଁ ଆପଣଙ୍କୁ ଏହା ମଧ୍ୟ ଆଶ୍ୱସ୍ତି ଦେଉଛି ଯେ, ଏହି ଗୃହରେ ବସିଥିବା ସମସ୍ତ ମାନନୀୟ ସଦସ୍ୟ, ଉଚ୍ଚ ଗୃହର ମର୍ଯ୍ୟାଦା ବଜାୟ ରଖି, ସର୍ବଦା ଆପଣଙ୍କ ମର୍ଯ୍ୟାଦା ପ୍ରତି ସଚେତନ ରହିବେ ଏବଂ ସୌଜନ୍ୟ ବଜାୟ ରଖିବେ। ମୁଁ ଆପଣଙ୍କୁ ଏହା ଆଶ୍ୱସ୍ତି ଦେଉଛି।ରାଜ୍ୟସଭା ଅଧ୍ୟକ୍ଷ ଶ୍ରୀ ସି.ପି. ରାଧାକୃଷ୍ଣନଙ୍କ ସମ୍ବର୍ଦ୍ଧନା ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ
December 01st, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାର ପ୍ରଥମ ଅଧ୍ୟକ୍ଷତା ପାଇଁ ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକୃଷ୍ଣନଙ୍କୁ ସ୍ୱାଗତ କରିଥିଲେ । ପ୍ରଧାନମନ୍ତ୍ରୀ ଏହି ଦିନକୁ ରାଜ୍ୟସଭାର ସମସ୍ତ ମାନ୍ୟବର ସଦସ୍ୟଙ୍କ ପାଇଁ ଏକ ଗର୍ବର ମୁହୂର୍ତ୍ତ ଭାବରେ ବର୍ଣ୍ଣନା କରିଥିଲେ। ନୂଆ ଅଧ୍ୟକ୍ଷଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ କହିଥିଲେ, ଏହି ଗୃହ ଏବଂ ମୋ ପକ୍ଷରୁ, ମୁଁ ଆପଣଙ୍କୁ ମୋର ହୃଦୟରୁ ଅଭିନନ୍ଦନ ଏବଂ ଶୁଭେଚ୍ଛା ଜଣାଉଛି। ମୁଁ ଆପଣଙ୍କୁ ଏହା ମଧ୍ୟ ପ୍ରତିଶ୍ରୁତି ଦେଉଛି ଯେ, ଏହି ଉଚ୍ଚ ସଦନର ସମସ୍ତ ମାନ୍ୟବର ସଦସ୍ୟ ସର୍ବଦା ଏହି ମହାନ ଅନୁଷ୍ଠାନର ମର୍ଯ୍ୟାଦାକୁ ବଜାୟ ରଖିବେ ଏବଂ ନିଜର ମର୍ଯ୍ୟାଦାକୁ ବଜାୟ ରଖିବାରେ ସର୍ବଦା ସତର୍କ ରହିବେ। ଏହା ଆପଣଙ୍କ ପ୍ରତି ମୋର ଦୃଢ଼ ପ୍ରତିଶୃତି।ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 25th, 10:20 am
ଉତ୍ତର ପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ , ଜାତୀୟ ସ୍ଵୟଂ ସେବକ ସଂଘର ପରମ ପୂଜ୍ୟ ସରସଂଘଚାଳକ ଡକ୍ଟର ମୋହନ ଭାଗବତ ଜୀ , ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ , ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ପୂଜ୍ୟ ମହନ୍ତ ନୃତ୍ୟ ଗୋପାଳ ଦାସ ଜୀ , ପୂଜ୍ୟ ସନ୍ଥ ସମାଜ , ଏଠାରେ ଉପସ୍ଥିତ ସମସ୍ତ ଭକ୍ତ , ଦେଶ ଏବଂ ବିଶ୍ଵ ସ୍ତରରୁ ଏଠାକୁ ଆସି ଏହା ଐତିହାସିକ ମୁହୂର୍ତ୍ତ ର ସାକ୍ଷୀ ହୋଇଥିବା ପରମ ରାମ ଭକ୍ତ , ମହିଳାମାନେ ଏବଂ ଭଦ୍ରବ୍ୟକ୍ତି ଗଣ !ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ୱଜାରୋହଣ ଉତ୍ସବକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 25th, 10:13 am
ଦେଶର ସାମାଜିକ-ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ କ୍ଷେତ୍ରରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଅବସର। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଅଯୋଧ୍ୟାରେ ପବିତ୍ର ଶ୍ରୀ ରାମ ଜନ୍ମଭୂମି ମନ୍ଦିରର ଶିଖରରେ ଆନୁଷ୍ଠାନିକ ଭାବରେ ଏକ ଗୈରିକ ପତାକା ଉତ୍ତୋଳନ କରିଛନ୍ତି। ଧ୍ୱଜାରୋହଣ ଉତ୍ସବ ମନ୍ଦିର ନିର୍ମାଣର ଆନୁଷ୍ଠାନିକ ସମାପ୍ତି ଏବଂ ସାଂସ୍କୃତିକ ଉତ୍ସବ ଓ ଜାତୀୟ ଏକତାର ଏକ ନୂତନ ଅଧ୍ୟାୟର ପ୍ରତୀକ। ଏହି ଅବସରରେ ଏକ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ଅଯୋଧ୍ୟା ସହର ଭାରତର ସାଂସ୍କୃତିକ ଚେତନାର ଆଉ ଏକ ଶିଖରର ସାକ୍ଷୀ ହେଉଛି। ଆଜି ସମଗ୍ର ଭାରତ ଏବଂ ସମଗ୍ର ବିଶ୍ୱ ପ୍ରଭୁ ଶ୍ରୀ ରାମଙ୍କ ଭାବନାରେ ସମ୍ପୂର୍ଣ୍ଣ ରାମମୟ ହୋଇ ଉଠିଛି । ଶ୍ରୀ ମୋଦୀ କହିଛନ୍ତି, ପ୍ରତ୍ୟେକ ରାମ ଭକ୍ତଙ୍କ ହୃଦୟରେ ଆଜି ଅନନ୍ୟ ସନ୍ତୋଷ, ଅସୀମ କୃତଜ୍ଞତା ଏବଂ ଅପାର ଦିବ୍ୟ ଆନନ୍ଦ ରହିଛି। ସେ କହିଛନ୍ତି, ଶହ ଶହ ବର୍ଷ ପୁରୁଣା କ୍ଷତ ସୁସ୍ଥ ହେଉଛି। ଅନେକ ଶତାବ୍ଦୀର ଯନ୍ତ୍ରଣା ଶେଷ ହେଉଛି ଏବଂ ଶହ ଶହ ବର୍ଷର ସଂକଳ୍ପ ଆଜି ସିଦ୍ଧି ଲାଭ କରୁଛି। ସେ କହିଛନ୍ତି, ଏହା ଏକ ଯଜ୍ଞର ପରିଣାମ ଯାହାର ଅଗ୍ନି ପାଞ୍ଚ ଶହ ବର୍ଷ ଧରି ପ୍ରଜ୍ଜ୍ୱଳିତ ରହିଥିଲା। ଏହି ଯଜ୍ଞର ବିଶ୍ୱାସ କେବେ ଟଳମଳ ହୋଇନଥିଲା। ଗୋଟିଏ ମୁହୂର୍ତ୍ତ ପାଇଁ ମଧ୍ୟ ବିଶ୍ୱାସ ଭାଙ୍ଗି ନଥିଲା। ଆଜି ପ୍ରଭୁ ଶ୍ରୀରାମଙ୍କ ପବିତ୍ର ସ୍ଥାନର ଅସୀମ ଶକ୍ତି ଏବଂ ଶ୍ରୀରାମଙ୍କ ପରିବାରର ଦିବ୍ୟ ମହିମା ଏହି ଧର୍ମଧ୍ୱଜ ରୂପରେ ସବୁଠାରୁ ଦିବ୍ୟ ଓ ମହାନ ମନ୍ଦିରରେ ପ୍ରତିଷ୍ଠିତ ହୋଇଛି।ଜି-୨୦ ଶିଖର ସମ୍ମିଳନୀ ୨୦୨୫ ଅବସରରେ ଇଟାଲୀର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 23rd, 09:44 pm
ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗଠାରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ଇଟାଲୀର ପ୍ରଧାନମନ୍ତ୍ରୀ ମହାମହିମ ସୁଶ୍ରୀ ଜର୍ଜିଆ ମେଲୋନିଙ୍କୁ ଭେଟିଛନ୍ତି। ଚଳିତ ବର୍ଷ ଜୁନ୍ ମାସରେ କାନାଡାର କାନାନାସ୍କିସରେ ଜି-୭ ଶିଖର ସମ୍ମିଳନୀ ଅବସରରେ ଉଭୟ ନେତା ସଂକ୍ଷିପ୍ତ ଭାବେ ମତ ବିନିମୟ କରିଥିଲେ।ଆଇବିଏସଏ ନେତୃବର୍ଗଙ୍କ ସହିତ ବୈଠକ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିବୃତ୍ତି
November 23rd, 12:45 pm
ଜୋହାନ୍ସବର୍ଗ” ଭଳି ଏକ ଜୀବନ୍ତ ଏବଂ ସୁନ୍ଦର ନଗରୀରେ ଆଇବିଏସଏ ନେତୃବର୍ଗଙ୍କ ସହିତ ବୈଠକରେ ଅଂଶଗ୍ରହଣ କରିବା ମୋ ପାଇଁ ଏକ ଅତ୍ୟନ୍ତ ଆନନ୍ଦର ବିଷୟ ବୋଲି ମୁଁ କହିବାକୁ ଚାହେଁ। ଏହି କାର୍ଯ୍ୟକ୍ରମ ନିମନ୍ତେ ମୁଁ 'ଇବସା'ର ଅଧ୍ୟକ୍ଷ, ରାଷ୍ଟ୍ରପତି ଲୁଲାଙ୍କୁ ମୋର ହୃଦୟରୁ କୃତଜ୍ଞତା ବ୍ୟକ୍ତ କରୁଛି। ଏବଂ ଶ୍ରୀ ରାମାଫୋସାଙ୍କ ଭବ୍ୟ ଆତିଥ୍ୟ ସତ୍କାର ନିମନ୍ତେ ତାଙ୍କୁ ମଧ୍ୟ ମୋର ଧନ୍ୟବାଦ ପ୍ରଦାନ କରୁଛି।ଜୋହାନ୍ସବର୍ଗରେ ଭାରତ-ବ୍ରାଜିଲ-ଦକ୍ଷିଣ ଆଫ୍ରିକା (ଆଇବିଏସ୍ଏ) ନେତାମାନଙ୍କ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ
November 23rd, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଅନୁଷ୍ଠିତ ଭାରତ-ବ୍ରାଜିଲ-ଦକ୍ଷିଣ ଆଫ୍ରିକା (ଆଇବିଏସ୍ଏ) ନେତାମାନଙ୍କ ବୈଠକରେ ଅଂଶଗ୍ରହଣ କରିଛନ୍ତି । ଏହି ବୈଠକ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମଫୋସାଙ୍କ ଦ୍ୱାରା ଆୟୋଜିତ ହୋଇଥିଲା ଏବଂ ବ୍ରାଜିଲର ରାଷ୍ଟ୍ରପତି ଲୁଇଜ ଇନାସିୟୋ ଲୁଲା ଦା ସିଲଭା ଏଥିରେ ଯୋଗ ଦେଇଥିଲେ ।ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଦାନ କରିଥିବା ରାମନାଥ ଗୋଏଙ୍କା ଷଷ୍ଠ ଅଭିଭାଷଣ
November 17th, 08:30 pm
ଆଜି ଆମେ ସଭିଏଁ ଏଭଳି ଜଣେ ବିଭୂତିଙ୍କୁ ସମ୍ମାନ ପ୍ରଦର୍ଶନ କରିବା ନିମନ୍ତେ ଏଠାରେ ଆସି ଉପସ୍ଥିତ ହୋଇଛେ, ଯିଏ ଭାରତୀୟ ଲୋକତନ୍ତ୍ରରେ, ସାମ୍ବାଦିକତା କ୍ଷେତ୍ରରେ, ଅଭିବ୍ୟକ୍ତି ଏବଂ ଜନ ଆନ୍ଦୋଳନର ଶକ୍ତିକୁ ନୂତନ ଶୀର୍ଷରେ ପହଞ୍ଚାଇବାରେ ସକ୍ଷମ ହୋଇଥିଲେ । ରାମନାଥ ଗୋଏଙ୍କାଜୀ ଏଭଳି ଜଣେ ଦୂରଦ୍ରଷ୍ଟା ଭାବରେ, ଜଣେ ଅନୁଷ୍ଠାନ ନିର୍ମାତା ଭାବରେ, ଜଣେ ରାଷ୍ଟ୍ରବାଦୀ ରୂପରେ ଏବଂ ଜଣେ ଗଣମାଧ୍ୟମ ନେତୃତ୍ୱ ଭାବରେ, ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ, କେବଳ ଗୋଟିଏ ସମ୍ବାଦପତ୍ର ଭାବରେ ନୁହେଁ ବରଂ ଏକ ମିଶନ ଭାବରେ, ଭାରତର ଜନସାଧାରଣଙ୍କ ନିକଟରେ ଉପସ୍ଥାପନ କରିପାରିଥିଲେ । ଅନେକ ନେତୃତ୍ୱରେ ଏହି ଗୋଷ୍ଠୀ, ଭାରତର ଲୋକତାନ୍ତ୍ରିକ ମୂଲ୍ୟବୋଧ ଏବଂ ରାଷ୍ଟ୍ରୀୟ ହିତ ସାଧନର ସ୍ୱର ରୂପରେ ମଧ୍ୟ ଗୁଞ୍ଜରିତ ହୋଇପାରିଥିଲା । ସେଥି ନିମନ୍ତେ ଏକବିଂଶ ଶତାବ୍ଦୀର ଏହି କାଳଖଣ୍ଡରେ ଯେତେବେଳେ ଭାରତ ବିକଶିତ ହେବାର ସଂକଳ୍ପର ସହିତ ଆଗକୁ ଅଗ୍ରସର ହୋଇଚାଲିଛି, ସେତେବେଳେ ରାମନାଥ ଗୋଏଙ୍କାଜୀଙ୍କ ପ୍ରତିବଦ୍ଧତା, ତାଙ୍କର ପ୍ରୟାସ, ତାଙ୍କର ପରିକଳ୍ପନା, ଆମକୁ ଢେର୍ ପ୍ରେରଣା ଯୋଗାଉଛି । ମୁଁ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପ ନିକଟରେ କୃତଜ୍ଞତା ବ୍ୟକ୍ତ କରୁଛି ଯେ ଆପଣମାନେ ମୋତେ ଏହି ବ୍ୟାଖ୍ୟାନ ନିମନ୍ତେ ଆମନ୍ତ୍ରିତ କରିଛନ୍ତି, ମୁଁ ଆପଣମାନଙ୍କ ସମସ୍ତଙ୍କୁ ଏଥି ସକାଶେ ଅଭିନନ୍ଦନ ଜ୍ଞାପନ କରୁଛି ।ଷଷ୍ଠ ରାମନାଥ ଗୋଏଙ୍କା ବକ୍ତୃତା ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
November 17th, 08:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଦ ଇଣ୍ଡିଆନ ଏକ୍ସପ୍ରେସ ଦ୍ୱାରା ଆୟୋଜିତ ଷଷ୍ଠ ରାମନାଥ ଗୋଏଙ୍କା ବତ୍କୃତା ପ୍ରଦାନ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଥିଲେ, ଆଜି ଆମେ ଏମିତି ଜଣେ ବ୍ୟକ୍ତିତ୍ୱଙ୍କୁ ସ୍ମରଣ କରିବାକୁ ଏକାଠି ହୋଇଛୁ, ଯିଏକି ଭାରତର ଗଣତନ୍ତ୍ର, ପତ୍ରକାରିତା, ଅଭିବ୍ୟକ୍ତି ଏବଂ ଜନଆନ୍ଦୋଳନର ଶକ୍ତିକୁ ଉଚ୍ଚ ସ୍ଥାନକୁ ନେଇଯାଇଥିଲେ । ସେ ଉଲ୍ଲେଖ କରିଥିଲେ, ଶ୍ରୀ ରାମନାଥ ଗୋଏଙ୍କା ଦୃଷ୍ଟିସମ୍ପନ୍ନ, ସଂସ୍ଥାପକ, ଜାତୀୟତାବାଦୀ ଏବଂ ଗଣମାଧ୍ୟମ ନେତା ଭାବେ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ କେବଳ ଏକ ସମ୍ବାଦପତ୍ର ନୁହେଁ, ବରଂ ଜନତାଙ୍କ ମଧ୍ୟରେ ଏକ ମିଶନରେ ପରିଣତ କରିଥିଲେ । ସେ କହିଥିଲେ, ଗୋଏଙ୍କାଜୀଙ୍କ ନେତୃତ୍ୱରେ ଏହି ଗ୍ରୁପ ଭାରତର ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ଜାତୀୟ ହିତର ଏକ ସ୍ୱର ହୋଇପାରିଥିଲା । ସେ କହିଥିଲେ, ଏକବିଂଶ ଶତାବ୍ଦୀର ଏହି ଯୁଗରେ ଯେତେବେଳେ ଭାରତ ନିଜକୁ ବିକଶିତ କରିବାର ସଂକଳ୍ପରେ ଅଗ୍ରସର ହେଉଛି, ଗୋଏଙ୍କାଜୀଙ୍କର ଦୃଢ଼ତା ଏବଂ ଦୃଷ୍ଟି ଆମ ପାଇଁ ପ୍ରେରଣା । ବତ୍କୃତା ପାଇଁ ତାଙ୍କୁ ନିମନ୍ତ୍ରଣ କରିଥିବାରୁ ପ୍ରଧାନମନ୍ତ୍ରୀ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ କୃତଜ୍ଞତା ଜଣାଇବା ସହ ଉପସ୍ଥିତ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ ।ଗୁଜରାଟର ଡେଡିଆପଡ଼ାରେ 'ଜନଜାତି ଗୌରବ ଦିବସ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 15th, 03:15 pm
ମା’ ନର୍ମଦାର ଏହି ପବିତ୍ର ଭୂମି ଆଜି ପୁଣି ଥରେ ଏକ ଐତିହାସିକ ଘଟଣାର ସାକ୍ଷୀ ହେଉଛି। ଠିକ୍ ଅକ୍ଟୋବର ୩୧ ତାରିଖରେ ଆମେ ଏଠାରେ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ପାଳନ କରିଥିଲୁ। ଆମର ଏକତା ଏବଂ ବିବିଧତାକୁ ପାଳନ ପାଇଁ ଭାରତ ପର୍ବ ଆରମ୍ଭ ହୋଇଛି ଏବଂ ଆଜି, ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳନ କରୁଥିବା ଏହି ଭବ୍ୟ ସମାରୋହ ସହିତ, ଆମେ ଭାରତ ପର୍ବର ପୂର୍ଣ୍ଣତାର ସାକ୍ଷୀ ହୋଇ ରହିଛି । ଏହି ପବିତ୍ର ଅବସରରେ ମୁଁ ଭଗବାନ ବିର୍ସା ମୁଣ୍ଡାଙ୍କୁ ପ୍ରଣାମ କରୁଛି। ସ୍ୱାଧୀନତା ଆନ୍ଦୋଳନ ସମୟରେ ଗୁଜରାଟ, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ସମଗ୍ର ଜନ ଜାତୀୟ କ୍ଷେତ୍ରରେ, ସ୍ୱାଧୀନତାର ଅଗ୍ନି ପ୍ରଜ୍ଵଳିତ କରିଥିବା ଗୋବିନ୍ଦ ଗୁରୁଙ୍କ ଆର୍ଶୀବାଦ ମଧ୍ୟ ଆମ ସମସ୍ତଙ୍କ ସହ ଯୋଡି ହୋଇଛି। ମୁଁ ଏହି ମଞ୍ଚରୁ ଗୋବିନ୍ଦ ଗୁରୁଙ୍କୁ ମଧ୍ୟ ପ୍ରଣାମ କରୁଛି। କିଛି ସମୟ ପୂର୍ବରୁ ମୋତେ ମଧ୍ୟ ଦେବମୋଗରା ମାତାଙ୍କ ଦର୍ଶନ କରିବାର ସୌଭାଗ୍ୟ ମିଳିଥିଲା। ମୁଁ ମା’ଙ୍କ ଚରଣରେ ମଧ୍ୟ ପ୍ରଣାମ କରୁଛି। ଖୁବ ଲୋକ ଜାଣିଥିବେ, କାଶୀ ବିଶ୍ୱନାଥ କରିଡର, ଉଜ୍ଜୈନ ମହାକାଳ କରିଡର, ଅଯୋଧ୍ୟା ରାମ ମନ୍ଦିର, କେଦାରନାଥ ଧାମ ବିଷୟରେ ଆଲୋଚନା ହୋଇଥାଏ । ଗତ ଦଶନ୍ଧି ମଧ୍ୟରେ ଏଭଳି ଅନେକ ଧାର୍ମିକ ଏବଂ ଐତିହାସିକ ସ୍ଥାନ ବିକଶିତ ହୋଇଛି। କିନ୍ତୁ ଖୁବ୍ କମ୍ ଲୋକ ଜାଣିଥିବେ ଯେ ୨୦୦୩ ମସିହାରେ ଯେତେବେଳେ ମୁଁ ମୁଖ୍ୟମନ୍ତ୍ରୀ ଭାବରେ ଝିଅମାନଙ୍କ ଶିକ୍ଷା ପାଇଁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରେଲିଆ ପାଟନଙ୍କୁ ଆସିଥିଲି, ସେତେବେଳେ ମୁଁ ମା 'ଙ୍କୁ ପ୍ରଣାମ କରିବାକୁ ଆସିଥିଲି ଏବଂ ସେହି ସମୟରେ ଏମିତି ଅବସ୍ଥା ଥିଲା ଯେ ମୁଁ ଦେଖିଥିଲି, କେବଳ ଏକ ଛୋଟ ଝୁମ୍ପୁଡ଼ି ଭଳି ସ୍ଥାନ ଥିଲା। ମୁଁ ଗର୍ବର ସହ କହିପାରିବି ଯେ ମୁଁ ମୋ ଜୀବନରେ କରିଥିବା ସମସ୍ତ ପ୍ରମୁଖ ବିକାଶ କାର୍ଯ୍ୟ ମଧ୍ୟରେ ଦେବମୋଗରା ମାତାଙ୍କ ସ୍ଥାନରୁ ବିକାଶ କାର୍ଯ୍ୟ ସହିତ ଆରମ୍ଭ ହୋଇଥିଲା। ଏବଂ ଆଜି ଯେତେବେଳେ ମୁଁ ଏହି ସ୍ଥାନ ପରିଦର୍ଶନ କଲି, ସେତେବେଳେ ମୋତେ ଏହା ଦେଖି ବହୁତ ଖୁସି ଲାଗିଲା ଯେ ଲକ୍ଷ ଲକ୍ଷ ଲୋକ, ବିଶେଷ କରି ଆମର ଆଦିବାସୀ ଭାଇ ଓ ଭଉଣୀମାନେ, ଏବେ ମା 'ଙ୍କ ପ୍ରତି ଅପାର ଭକ୍ତି ସହିତ ସେଠାକୁ ଆସୁଛନ୍ତି।ଗୁଜୁରାଟ ଡେଡିଆପଡାରେ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଅବସରରେ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 15th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଡେଡିଆପଡ଼ାରେ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି। ଏହି ଅବସରରେ, ସେ ୯,୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଭିତ୍ତିଭୂମି ଏବଂ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ମା’ ନର୍ମଦାର ପବିତ୍ର ଭୂମି ଆଜି ଆଉ ଏକ ଐତିହାସିକ ଘଟଣାର ସାକ୍ଷୀ ହେଉଛି ବୋଲି କହି ଶ୍ରୀ ମୋଦୀ ସ୍ମରଣ କରିଛନ୍ତି ଯେ, ୩୧ ଅକ୍ଟୋବରରେ, ଭାରତର ଏକତା ଏବଂ ବିବିଧତାକୁ ପାଳନ କରିବା ପାଇଁ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ସେହି ସ୍ଥାନରେ ପାଳନ କରାଯାଇଥିଲା, ଭାରତ ପର୍ବ ଆରମ୍ଭ ହୋଇଥିଲା। ଆଜି ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀର ମହାନ ଉତ୍ସବ ସହିତ, ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ, ଆମେ ଭାରତ ପର୍ବର ପରିଣାମ ଦେଖୁଛୁ। ଏହି ପବିତ୍ର ଅବସରରେ ସେ ଭଗବାନ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଆଲୋକପାତ କରିଛନ୍ତି ଯେ, ଗୁଜରାଟ, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ସମଗ୍ର ଆଦିବାସୀ ଅଞ୍ଚଳରେ ସ୍ୱାଧୀନତାର ଭାବନା ଜାଗ୍ରତ କରିଥିବା ଗୋବିନ୍ଦ ଗୁରୁଙ୍କ ଆଶୀର୍ବାଦ ମଧ୍ୟ ଏହି କାର୍ଯ୍ୟକ୍ରମ ସହିତ ଜଡିତ। ମଞ୍ଚ ଉପରୁ ସେ ଗୋବିନ୍ଦ ଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ତାଙ୍କୁ କିଛି ସମୟ ପୂର୍ବରୁ ଦେବମୋଗ୍ରା ମାତାଙ୍କ ମନ୍ଦିରକୁ ଯିବାର ସୌଭାଗ୍ୟ ମିଳିଥିଲା ଏବଂ ପୁଣି ଥରେ ତାଙ୍କ ପାଦ ତଳେ ପ୍ରଣାମ କରିଥିଲେ।ନୟା ରାୟପୁରରେ ଛତିଶଗଡ଼ ବିଧାନ ସଭାର ନୂତନ ଭବନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 01st, 01:30 pm
ଛତିଶଗଡ଼ର ରାଜ୍ୟପାଳ ରମଣ ଡେକା ଜୀ, ଲୋକସଭା ବାଚସ୍ପତି ଓମ ବିର୍ଲା ଜୀ, ଛତିଶଗଡ଼ ବିଧାନସଭାର ଅଧ୍ୟକ୍ଷ ମୋର ବନ୍ଧୁ ରମଣ ସିଂହ ଜୀ, ରାଜ୍ୟର ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଇ ଜୀ, କେନ୍ଦ୍ର ସରକାରରେ ଥିବା ମୋର ସହଯୋଗୀ ମନ୍ତ୍ରୀ ତୋଖନ ସାହୁ ଜୀ, ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ଜୀ, ଅରୁଣ ସାୱ ଜୀ, ରାଜ୍ୟ ବିଧାନସଭାରେ ବିରୋଧୀ ଦଳ ନେତା ଚରଣ ଦାସ ମହନ୍ତ ଜୀ, ଉପସ୍ଥିତ ଅନ୍ୟ ମନ୍ତ୍ରୀଗଣ, ଜନ ପ୍ରତିନିଧିଗଣ ଏବଂ ଏଠାରେ ଥିବା ମହିଳା ଏବଂ ଭଦ୍ରବ୍ୟକ୍ତିଗଣ !ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଛତିଶଗଡର ନୟା ରାୟପୁରରେ ଛତିଶଗଡ ବିଧାନସଭାର ନୂତନ ଭବନକୁ ଉଦଘାଟନ କରିଛନ୍ତି
November 01st, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଛତିଶଗଡ଼ର ନୟା ରାୟପୁରରେ ରାଜ୍ୟ ବିଧାନସଭାର ନୂତନ କୋଠା ଉଦଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଛତିଶଗଡ଼ର ବିକାଶ ଯାତ୍ରା ପାଇଁ ଏକ ସୁବର୍ଣ୍ଣ ଆରମ୍ଭ। ସେ ଏହା ମଧ୍ୟ ଉଲ୍ଲେଖ କରିଥିଲେ, ବ୍ୟକ୍ତିଗତ ଭାବର ଏହା ତାଙ୍କ ପାଇଁ ଏକ ଅତ୍ୟନ୍ତ ଆନନ୍ଦଦାୟକ ଏବଂ ଗୁରୁତ୍ୱପୂର୍ଣ୍ଣ ଦିନ। ଏହି ଭୂମି ସହିତ ତାଙ୍କର ଗଭୀର ଭାବପ୍ରବଣ ସମ୍ପର୍କ ଉପରେ ମତ ଦେଇଥିଲେ, ଯାହା ଦଶନ୍ଧି ଧରି ପାଳିତ ହୋଇଥିଲା। ଜଣେ ଦଳୀୟ କର୍ମୀ ଭାବରେ ତାଙ୍କ ସମୟକୁ ମନେ ପକାଇ ଶ୍ରୀ ମୋଦୀ କହିଥିଲେ ଯେ, ସେ ଛତିଶଗଡ଼ରେ ବହୁତ ସମୟ ବିତାଇଥିଲେ ଏବଂ ବହୁତ କିଛି ଶିଖିଥିଲେ। ସେ ଛତିଶଗଡ଼ର ଦୃଷ୍ଟିକୋଣ, ଏହାର ସୃଷ୍ଟି ପାଇଁ ସଂକଳ୍ପ ଏବଂ ସେହି ସଂକଳ୍ପର ପୂରଣକୁ ଆହୁରି ମନେ ପକାଇ କହିଥିଲେ ଛତିଶଗଡ଼, ପରିବର୍ତ୍ତନର ପ୍ରତ୍ୟେକ ମୁହୂର୍ତ୍ତର ସେ ସାକ୍ଷୀ ଅଛନ୍ତି। ରାଜ୍ୟ ଏହାର ୨୫ ବର୍ଷର ଯାତ୍ରାରେ ଏକ ପ୍ରମୁଖ ମାଇଲଖୁଣ୍ଟରେ ପହଞ୍ଚିବା ସହିତ, ଏହି ମୁହୂର୍ତ୍ତର ଅଂଶ ହେବାର ସୁଯୋଗ ପାଇଁ ସେ କୃତଜ୍ଞତା ପ୍ରକାଶ କରିଥିଲେ। ରୌପ୍ୟ ଜୟନ୍ତୀ ପାଳନ ଅବସରରେ, ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟବାସୀଙ୍କ ପାଇଁ ନୂତନ ବିଧାନସଭା କୋଠା ଉଦଘାଟନ କରିବାର ସୁଯୋଗ ତାଙ୍କୁ ମିଳିଛି। ଏହି ଅବସରରେ ସେ ଛତିଶଗଡ଼ର ଜନସାଧାରଣ ଏବଂ ରାଜ୍ୟ ସରକାରଙ୍କୁ ତାଙ୍କର ଶୁଭେଚ୍ଛା ଏବଂ ଅଭିନନ୍ଦନ ଜଣାଇଥିଲେ।ମୁମ୍ବାଇ ଗ୍ଲୋବାଲ ଫିନଟେକ ଫେଷ୍ଟର ଷଷ୍ଠ ସଂସ୍କରଣରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 09th, 02:51 pm
ମହାମହିମ ପ୍ରଧାନମନ୍ତ୍ରୀ କେର ଷ୍ଟାର୍ମର, ଆରବିଆଇ ଗଭର୍ଣ୍ଣର, ଉଦଭାବକ, ନିବେଶକାରୀ, ନେତାଗଣ । ମୁମ୍ବାଇକୁ ଆପଣମାନଙ୍କୁ ସମସ୍ତଙ୍କୁ ସ୍ୱାଗତ ।‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟ ୨୦୨୫’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 09th, 02:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ମହାରାଷ୍ଟ୍ରର ମୁମ୍ବାଇଠାରେ ‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟ ୨୦୨୫’କୁ ସମ୍ବୋଧିତ କରିଛନ୍ତି। ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ ଜଣାଇ ଶ୍ରୀ ମୋଦୀ ମୁମ୍ବାଇକୁ ଶକ୍ତି, ଉଦ୍ୟୋଗ ଏବଂ ଅସୀମ ସମ୍ଭାବନାର ସହର ଭାବେ ବର୍ଣ୍ଣନା କରିଛନ୍ତି। ସେ ତାଙ୍କ ବନ୍ଧୁ, ବ୍ରିଟେନର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ କୀର ଷ୍ଟାରମରଙ୍କୁ ସ୍ୱତନ୍ତ୍ର ଭାବରେ ସ୍ୱାଗତ କରିଥିଲେ ଏବଂ ‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟିଭାଲ’ରେ ତାଙ୍କର ଉପସ୍ଥିତି ଏବଂ କାର୍ଯ୍ୟକ୍ରମରେ ସେ ଦେଇଥିବା ସମୟ ପାଇଁ ଧନ୍ୟବାଦ ଜଣାଇଥିଲେ।ବ୍ରିଟେନର ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତ୍ତି
October 09th, 11:25 am
ପ୍ରଧାନମନ୍ତ୍ରୀ ଷ୍ଟାରମରଙ୍କ ନେତୃତ୍ୱରେ, ଭାରତ-ୟୁକେ ସମ୍ପର୍କରେ ଉଲ୍ଲେଖନୀୟ ପ୍ରଗତି ହୋଇଛି। ଏହି ବର୍ଷ ଜୁଲାଇରେ ମୋର ୟୁକେ ଗସ୍ତ ସମୟରେ, ଆମେ ଐତିହାସିକ ବ୍ୟାପକ ଅର୍ଥନୈତିକ ଏବଂ ବାଣିଜ୍ୟ ଚୁକ୍ତି (ସିଇଟିଏ) ଚୁଡାନ୍ତ କରିଥିଲୁ। ଏହି ଚୁକ୍ତିନାମା ଉଭୟ ଦେଶ ମଧ୍ୟରେ ଆମଦାନୀ ଖର୍ଚ୍ଚ ହ୍ରାସ କରିବ, ଯୁବକମାନଙ୍କ ପାଇଁ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ, ବାଣିଜ୍ୟକୁ ବୃଦ୍ଧି କରିବ ଏବଂ ଆମର ଶିଳ୍ପ ଏବଂ ଗ୍ରାହକ ଉଭୟଙ୍କୁ ଲାଭ ଦେବ।