କର୍ଣ୍ଣାଟକର ବେଙ୍ଗଲୁରରେ ବିଭିନ୍ନ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
August 10th, 01:30 pm
କର୍ଣ୍ଣାଟକର ରାଜ୍ୟପାଳ ଶ୍ରୀ ଥାଓ୍ୱରଚନ୍ଦ ଗହଲୋଟ ଜୀ, ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଜୀ, କେନ୍ଦ୍ରରେ ମୋର ସହଯୋଗୀ ମନୋହରଲାଲ ଖଟ୍ଟର ଜୀ, ଏଚ୍ ଡି କୁମାରସ୍ୱାମୀ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ବି. ସୋମନ୍ନା ଜୀ, ସୁଶ୍ରୀ ଶୋଭା ଜୀ, ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର ଜୀ, କର୍ଣ୍ଣାଟକ ସରକାରଙ୍କ ମନ୍ତ୍ରୀ ବି.ସୁରେଶ ଜୀ, ବିରୋଧୀ ଦଳ ନେତା ଆର୍. ଅଶୋକ ଜୀ, ସାଂସଦ ତେଜସ୍ୱୀ ସୂର୍ଯ୍ୟା ଜୀ, ଡାକ୍ତର ମଂଜୁନାଥ ଜୀ, ଏମଏଲଏ ବିଜୟେନ୍ଦ୍ର ୟେଡିୟୁରପ୍ପା ଜୀ ଓ କର୍ଣ୍ଣାଟକର ମୋର ଭାଇ ଓ ଭଉଣୀମାନେ,କର୍ଣ୍ଣାଟକର ବେଙ୍ଗାଲୁରୁରେ ପ୍ରାୟ ୨୨,୮୦୦ କୋଟି ଟଙ୍କାର ମେଟ୍ରୋ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 10th, 01:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ବେଙ୍ଗାଲୁରୁରେ ପ୍ରାୟ ୭,୧୬୦ କୋଟି ଟଙ୍କା ମୂଲ୍ୟର ବାଙ୍ଗାଲୋର ମେଟ୍ରୋର ୟେଲୋ ଲାଇନର ଉଦଘାଟନ କରିଛନ୍ତି ଏବଂ ୧୫୬୧୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବାଙ୍ଗାଲୋର ମେଟ୍ରୋ ପର୍ଯ୍ୟାୟ - ୩ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ସେ ବେଙ୍ଗାଲୁରୁର କେଏସଆର ରେଳ ଷ୍ଟେସନରେ ତିନୋଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ କହିଥିଲେ ଯେ, , କର୍ଣ୍ଣାଟକର ଭୂମିରେ ପାଦ ଦେବା ପରେ ଏହି ସ୍ଥାନରେ ସେ ଆପଣାର ଭାବନାକୁ ଅନୁଭବ କରିଥିଲେ। କର୍ଣ୍ଣାଟକ ସଂସ୍କୃତିର ସମୃଦ୍ଧି, ଏହାର ଲୋକଙ୍କ ସ୍ନେହ ଏବଂ କନ୍ନଡ ଭାଷାର ମଧୁରତା, ଯାହା ହୃଦୟକୁ ଗଭୀର ଭାବରେ ସ୍ପର୍ଶ କରେ, ସେସବୁ ଉପରେ ଆଲୋକପାତ କରି ଶ୍ରୀ ମୋଦୀ ବେଙ୍ଗାଲୁରୁର ଅଧିଷ୍ଠାତ୍ରୀ ଦେବୀ ଆନ୍ନାମ୍ମା ଥାଇଙ୍କ ଚରଣରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ତାଙ୍କ ବକ୍ତବ୍ୟ ଆରମ୍ଭ କରିଥିଲେ। ଶହ ଶହ ବର୍ଷ ପୂର୍ବେ ନାଦପ୍ରଭୁ କେମ୍ପେଗୌଡ଼ା ବେଙ୍ଗାଲୁରୁ ସହରର ମୂଳଦୁଆ ସ୍ଥାପନ କରିଥିଲେ । ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ କେମ୍ପେଗୌଡ଼ା ପରମ୍ପରାକୁ ମୂଳରେ ରଖି ଏକ ସହରର କଳ୍ପନା କରିଥିଲେ ଏବଂ ପ୍ରଗତିର ନୂତନ ଶିଖରରେ ପହଞ୍ଚିଥିଲେ। ବେଙ୍ଗାଲୁରୁ ସର୍ବଦା ସେହି ଭାବନାକୁ ବଞ୍ଚାଇ ରଖିଛି ଏବଂ ଏହାକୁ ସଂରକ୍ଷଣ କରିଆସିଛି ଏବଂ ଆଜି, ବେଙ୍ଗାଲୁରୁ ସେହି ସ୍ୱପ୍ନକୁ ସାକାର କରୁଛି,ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।