ଏଆଇ ସଫଳତା ଠାରୁ ଆରମ୍ଭ କରି ଟି-20 ବିଶ୍ୱକପ୍ ପର୍ଯ୍ୟନ୍ତ, ପ୍ରଧାନମନ୍ତ୍ରୀ ମୋଦୀ ମନ କି ବାତରେ ଭାରତର ଉତ୍ଥାନକୁ ଦର୍ଶାଇଛନ୍ତି
February 22nd, 11:30 am
ଚଳିତ ମାସର 'ମନ୍ କି ବାତ୍'ରେ ପ୍ରଧାନମନ୍ତ୍ରୀ ମୋଦୀ ଦିଲ୍ଲୀରେ ଆୟୋଜିତ ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ ନିଜର ଅନୁଭୂତି ବିଷୟରେ କହିଥିଲେ। ସେ ଭାରତୀୟ ବଂଶୋଦ୍ଭବ କ୍ରିକେଟର, ଅଙ୍ଗଦାନ, ନଦୀ ମହୋତ୍ସବ, ଡିଜିଟାଲ ସୁରକ୍ଷା, ପରୀକ୍ଷା ପେ ଚର୍ଚ୍ଚା ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋକପାତ କରିଥିଲେ । ସେ ଦର୍ଶାଇଛନ୍ତି ଯେ 23 ଫେବୃଆରୀରେ ରାଷ୍ଟ୍ରପତି ଭବନରେ 'ରାଜାଜୀ ଉତ୍ସବ' ପାଳନ କରାଯିବ । ପ୍ରଧାନମନ୍ତ୍ରୀ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିତା ଜୀଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ନାରୀ ଶକ୍ତି ସହ ତାଙ୍କର ଗଭୀର ସମ୍ପର୍କ ବିଷୟରେ ଉଲ୍ଲେଖ କରିଛନ୍ତି ।“ପରୀକ୍ଷା ପେ ଚର୍ଚ୍ଚା ୨୦୨୬” କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
February 06th, 10:21 am
ମୁଁ, ସାନଭୀ ଆଚାର୍ଯ୍ୟ। ମୁଁ ଆପଣଙ୍କ ରାଜ୍ୟ, ଅର୍ଥାତ୍ ଗୁଜରାଟରୁ ଆସିଛି। ମୋର ପ୍ରଥମ ପ୍ରଶ୍ନ ହେଉଛି ଯେ, ଆମର ପିତାମାତା ଆମ ବିଷୟରେ ଚିନ୍ତା କରନ୍ତି, ଆମର ଶିକ୍ଷକମାନେ ମଧ୍ୟ ଆମକୁ ସହଯୋଗ କରନ୍ତି। କିନ୍ତୁ ମୁଖ୍ୟ ସମସ୍ୟା ସେତେବେଳେ ଉପୁଜେ, ଯେତେବେଳେ ଆମର ଶିକ୍ଷକମାନେ ପାଠପଢ଼ାର ଏକ ଭିନ୍ନ ଢାଞ୍ଚା ଗ୍ରହଣ କରିବାକୁ ପରାମର୍ଶ ଦିଅନ୍ତି। ପିତାମାତା ଆଉ ଗୋଟିଏ ଅଲଗା ପ୍ରକାର ଢାଞ୍ଚା ଅନୁସରଣ କରିବାକୁ କହନ୍ତି ଏବଂ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ତ ଆଉ ଗୋଟିଏ ଅଲଗା ଟ୍ରେଣ୍ଡ ଚାଲୁଥାଏ। ଏମିତି ସମୟରେ ଆମେ ଭ୍ରମିତ ହୋଇଯାଉଛୁ ଯେ, ପ୍ରକୃତରେ କେଉଁ ଢାଞ୍ଚା ଗ୍ରହଣ କରିବୁପରୀକ୍ଷା ପେ ଚର୍ଚ୍ଚା 2026ରେ ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 06th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପରୀକ୍ଷା ପେ ଚର୍ଚ୍ଚା (ପିପିସି)ର ନବମ ସଂସ୍କରଣରେ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀ ଦିଲ୍ଲୀସ୍ଥିତ ତାଙ୍କ ବାସଭବନରେ ଏକଜାମ୍ ୱାରିୟର୍ସମାନଙ୍କ ସହ ଏକ ଅନୌପଚାରିକ ଆଲୋଚନା କରିଥିଲେ।Prime Minister Invites everyone to Join #ParikshaPeCharcha26
February 05th, 09:56 pm
Prime Minister Shri Narendra Modi invited everyone to join #ParikshaPeCharcha26 to be held tomorrow, 6th February at 10 AM. He highlighted that this year’s edition will feature very interesting topics relating to examinations, notably the importance of remaining stress free and focusing on learning. The Prime Minister emphasized that this platform has always been one he enjoys, as it provides him with the opportunity to interact with bright minds from across the country.ଦେବମୋଗ୍ରା, କୋଏମ୍ବାଟୁର, ରାୟପୁର, ଗୌହାଟୀ ଏବଂ ଦିଲ୍ଲୀର ୭, ଲୋକ କଲ୍ୟାଣ ମାର୍ଗରେ ଏକ୍ସାମ୍ ୱାରିୟର୍ସଙ୍କ ସହ ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ
February 03rd, 04:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନାଗରିକମାନଙ୍କୁ ଫେବୃଆରୀ ୬ ତାରିଖରେ ସ୍ୱତନ୍ତ୍ର ‘ପରୀକ୍ଷା ପେ ଚର୍ଚ୍ଚା’ ଏପିସୋଡର ଆକର୍ଷଣୀୟ ବାର୍ତ୍ତାଳାପ ଏବଂ ଭାରତର ଯୁବକମାନଙ୍କ ସାମୂହିକ ଉତ୍ସାହର ସାକ୍ଷୀ ହେବା ପାଇଁ ନିମନ୍ତ୍ରଣ କରିଛନ୍ତି।ଚଳିତ ବର୍ଷର ପରୀକ୍ଷା ପେ ଚର୍ଚ୍ଚା ପାଇଁ ପ୍ରଧାନମନ୍ତ୍ରୀ ଛାତ୍ରଛାତ୍ରୀ, ଅଭିଭାବକ ଏବଂ ଶିକ୍ଷକଙ୍କଠାରୁ ମତାମତ ଗ୍ରହଣ କରିଛନ୍ତି
January 07th, 07:05 pm
ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଖେଇ ଆସୁଥିବା ବେଳେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୁଣିଥରେ ବହୁ ପ୍ରତୀକ୍ଷିତ ବାର୍ଷିକ କାର୍ଯ୍ୟକ୍ରମ 'ପରୀକ୍ଷା ପେ ଚର୍ଚ୍ଚା’ରେ ଛାତ୍ରଛାତ୍ରୀ, ଅଭିଭାବକ ଏବଂ ଶିକ୍ଷକମାନଙ୍କ ସହ ଭାବିନିମୟ କରିବେ।Prime Minister congratulates everyone who has cleared the CBSE Class XII and X examinations
May 13th, 02:36 pm
The Prime Minister, Shri Narendra Modi congratulated everyone who has cleared the CBSE Class XII and X examinations, today. This is the outcome of your determination, discipline and hard work. Today is also a day to acknowledge the role played by parents, teachers and all others who have contributed to this feat, Shri Modi added.ପଡକାଷ୍ଟରେ ଲେକ୍ସ ଫ୍ରିଡମ୍ୟାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପର ଓଡ଼ିଆ ଅନୁବାଦ
March 16th, 11:47 pm
ମୋର ଶକ୍ତି ମୋଦୀ ହେବାରେ ନୁହେଁ; ଏହା ୧୪୦ କୋଟି ଭାରତୀୟଙ୍କ ଠାରୁ ଆସିଛି, ହଜାର ହଜାର ବର୍ଷର ଆମ ଦେଶର ସମୃଦ୍ଧ ସାଂସ୍କୃତିକ ଏବଂ ଐତିହାସିକ ପରମ୍ପରାରୁ ଆସିଛି। ଏହା ହିଁ ମୋର ପ୍ରକୃତ ଶକ୍ତି । ମୁଁ ଯେଉଁଠିକୁ ବି ଯାଏ, ମୁଁ ମୋଦୀ ଭାବେ ଯାଏ ନାହିଁ- ବେଦ ଠାରୁ ଆରମ୍ଭ କରି ବିବେକାନନ୍ଦ ପର୍ଯ୍ୟନ୍ତ ଆମ ସଭ୍ୟତାର ହଜାର ହଜାର ବର୍ଷ ପୁରୁଣା ମହାନ ପରମ୍ପରାକୁ ମୁଁ ସାଙ୍ଗରେ ନେଇ ଯାଇଥାଏ। ମୁଁ ୧୪୦ କୋଟି ଲୋକଙ୍କ ପ୍ରତିନିଧିତ୍ବ କରୁଛି, ସେମାନଙ୍କ ସ୍ୱପ୍ନ ଏବଂ ସେମାନଙ୍କ ଆକାଂକ୍ଷାକୁ ପ୍ରତିନିଧିତ୍ୱ କରୁଛି । ସେଥିପାଇଁ ଯେତେବେଳେ ମୁଁ ବିଶ୍ୱର କୌଣସି ନେତାଙ୍କ ସହ ହାତ ମିଳାଉଛି, ତାହା କେବଳ ମୋଦୀଙ୍କ ହାତ ନୁହେଁ- ଏହା ୧୪୦ କୋଟି ଭାରତୀୟଙ୍କ ହାତ। ମୋର ଶକ୍ତି ମୋର ନୁହେଁ; ଏହା ହେଉଛି ଭାରତର ଶକ୍ତି । ଯେତେବେଳେ ବି ଆମେ ଶାନ୍ତି କଥା କହୁଛୁ, ବିଶ୍ୱ ଶୁଣେ, କାରଣ ଏହା ମହାତ୍ମା ଗାନ୍ଧୀଙ୍କ ଦେଶ ବୁଦ୍ଧଙ୍କ ଭୂମି। ଆମେ ସଂଘର୍ଷକୁ ନୁହେଁ; ଆମେ ଶାନ୍ତିକୁ ସମର୍ଥନ କରୁଛୁ। ଆମେ ପ୍ରକୃତି ସହିତ ସଂଘର୍ଷ ଚାହୁଁନାହୁଁ କିମ୍ବା ଜାତି ମାନଙ୍କ ମଧ୍ୟରେ ସଂଘର୍ଷ ଚାହୁଁନାହୁଁ - ଆମେ ଏପରି ଦେଶ ଯିଏ ସହଯୋଗରେ ବିଶ୍ୱାସ କରୁ । ଶାନ୍ତି ପ୍ରତିଷ୍ଠା ଦିଗରେ ଯଦି ଆମେ କୌଣସି ପ୍ରକାର ଅବଦାନ ଦେଇପାରିବା, ତେବେ ଆମେ ସବୁବେଳେ ତାହା କରିବାକୁ ଚେଷ୍ଟା କରୁଛୁ। ମୋ ଜୀବନ ଅତ୍ୟଧିକ ଦାରିଦ୍ର୍ୟରୁ ବାହାରିଥିଲା, ତଥାପି ଆମେ କେବେ ବି ଏହା ଦ୍ୱାରା ବୋଝ ଅନୁଭବ କରିନଥିଲୁ। ସାରା ଜୀବନ ଜୋତା ପିନ୍ଧିଥିବା ବ୍ୟକ୍ତି ଯଦି ହଠାତ୍ ଏହାକୁ ହରାଇଥାନ୍ତି, ତେବେ ସେମାନେ ହୁଏତ ସଂଘର୍ଷ କରିପାରନ୍ତି। କିନ୍ତୁ ଯେଉଁମାନେ କେବେ ଜୋତା ପିନ୍ଧି ନାହାନ୍ତି, ସେମାନଙ୍କ ପାଇଁ ଏଥିରୁ ବଞ୍ଚିତ ହେବାର କୌଣସି ଭାବନା ନଥାଏ- ଆମେ କେବଳ ସେମାନଙ୍କ ଭଳି ଜୀବନ ଅତିବାହିତ କରୁଛୁ।ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ୍ମ୍ୟାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସାକ୍ଷାତକାର
March 16th, 05:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ଼ମ୍ୟାନଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ମନଖୋଲା ଆଲୋଚନାରେ କାହିଁକି ସେ ଉପବାସ କରନ୍ତି ଓ ଉପବାସ କରିବାରେ କିପରି ସକ୍ଷମ ହୁଅନ୍ତି ବୋଲି ପ୍ରଶ୍ନ କରାଯିବାରୁ ଉପବାସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରତି ସମ୍ମାନ ଭାବେ ଗ୍ରହଣ କରିଥିବାରୁ ଲେକ୍ସ ଫ୍ରିଡମ୍ୟାନଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ ପ୍ରଧାନମନ୍ତ୍ରୀ। ଶ୍ରୀ ମୋଦୀ କହିଥିଲେ, ଭାରତରେ ଧାର୍ମିକ ପରମ୍ପରା ଦୈନନ୍ଦିନ ଜୀବନ ସହିତ ଓତଃପ୍ରୋତ ଭାବେ ଜଡ଼ିତ। ଭାରତର ସୁପ୍ରିମକୋର୍ଟଙ୍କ ବ୍ୟାଖ୍ୟା ଅନୁସାରେ ହିନ୍ଦୁ ଧର୍ମ କେବଳ ଧାର୍ମିକ ବିଧି ବିଧାନ ନୁହେଁ। ବରଂ ଏହା ହେଉଛି ମଣିଷ ଜୀବନକୁ ପଥ ପ୍ରଦର୍ଶନ କରୁଥିବା ଏକ ଦର୍ଶନ। ସେ କହିଥିଲେ ଯେ, ଶୃଙ୍ଖଳିତ ଜୀବନ ପାଇଁ ଉପବାସ ହେଉଛି ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏହା ଜଣକର ଅନ୍ତଃ ଓ ବାହ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା କରିଥାଏ। ପ୍ରଧାନମନ୍ତ୍ରୀ କହିଥିଲେ, ଉପବାସ ଜଣକର ଇନ୍ଦ୍ରିୟଗୁଡ଼ିକୁ ଆହୁରି ଶକ୍ତିଶାଳୀ କରିଥାଏ, ସେମାନଙ୍କୁ ଆହୁରି ସମ୍ବେଦନଶୀଳ ଓ ସଚେତନ କରିଥାଏ। ସେ ନିଜ ଅନୁଭବରୁ କହିଥିଲେ ଯେ, ଉପବାସ ସମୟରେ କୌଣସି ଟିକିଏ ସୂକ୍ଷ୍ମ କଥାକୁ ମଧ୍ୟ ଜଣେ ସ୍ପଷ୍ଟ ଭାବେ ମନେ ରଖିପାରେ। ସେ ଆହୁରି କହିଥିଲେ, ଚିନ୍ତନ ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରିଥାଏ ଉପବାସ। ଏହା ନୂଆ ଦୃଷ୍ଟିକୋଣ ପ୍ରଦାନ କରିବା ସହିତ ଅଭିନବ ଚିନ୍ତନ ପ୍ରକ୍ରିୟାକୁ ପ୍ରୋତ୍ସାହିତ କରିଥାଏ। ଶ୍ରୀ ମୋଦୀ ସ୍ପଷ୍ଟ କରିଥିଲେ ଯେ, କେବଳ ଖାଦ୍ୟ ନ ଖାଇବା ଉପବାସ ନୁହେଁ, ଏହା ହେଉଛି ପ୍ରସ୍ତୁତି ଓ ବିଶୁଦ୍ଧିକରଣର ଏକ ବୈଜ୍ଞାନିକ ପ୍ରକ୍ରିୟା। ସେ କହିଥିଲେ ଯେ, ଉପବାସ କରିବା ପୂର୍ବରୁ ବେଶ୍ କିଛି ଦିନ ଆୟୁର୍ବେଦିକ୍ ଓ ଯୋଗ ଜରିଆରେ ସେ ନିଜ ଶରୀରକୁ ଉପବାସ ପାଇଁ ପ୍ରସ୍ତୁତ କରନ୍ତି। ଏହି ସମୟରେ ନିୟମିତ ଓ ପର୍ଯ୍ୟାପ୍ତ ଭାବେ ପାଣି ପିଇବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଉପବାସ ଆରମ୍ଭ ହେବା ମାତ୍ରେ ଏହାକୁ ସେ ସମର୍ପଣ ଓ ଆତ୍ମଶୃଙ୍ଖଳା ଏକ କାମ ବୋଲି ବିଚାର କରନ୍ତି। ଏହା ସହିତ ଗଭୀର ଆତ୍ମଚିନ୍ତନ ଓ ଧ୍ୟାନକୁ ଗୁରୁତ୍ୱ ଦିଅନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପବାସ କରିବାର ଏହି ଅଭ୍ୟାସ ତାଙ୍କର ନିଜ ଜୀବନର ଏକ ଘଟଣାରୁ ଆରମ୍ଭ ହୋଇଥିଲା। ସ୍କୁଲରେ ପଢୁଥିବା ବେଳେ ମହାତ୍ମା ଗାନ୍ଧିଙ୍କ ପ୍ରେରଣାରୁ ହୋଇଥିବା ଏକ ଅଭିଯାନରୁ ଏହା ଆରମ୍ଭ ହୋଇଥିଲା। ଯେତେବେଳେ ସେ ପ୍ରଥମ ଥର ଉପବାସ କରିଥିଲେ, ତାଙ୍କ ଶରୀରରେ ଅଧିକ ଶକ୍ତି ଓ ଚେତନା ଆସିଥିବାର ସେ ଅନୁଭବ କରିଥିଲେ। ଏଥିରୁ ସେ ନିଶ୍ଚିତ ହେଲେ ଯେ, ଉପବାସର ଏକ ବଡ଼ ପରିବର୍ତ୍ତନକାରୀ ଶକ୍ତି ଅଛି। ସେ ଉଲ୍ଲେଖ କରିଥିଲେ, ଉପବାସ ତାଙ୍କୁ ମାନ୍ଦା କରିନଥାଏ, ବରଂ ଏହା ତାଙ୍କ କାର୍ଯ୍ୟଦକ୍ଷତାକୁ ଆହୁରି ବୃଦ୍ଧି କରିଥାଏ। ଉପବାସ ସମୟରେ ତାଙ୍କ ମନକୁ ସ୍ୱତଃପ୍ରବୃତ୍ତ ଭାବେ ସକରାତ୍ମକ ଚିନ୍ତନ ଓ ସୃଜନଶୀଳତା ଆପେ ଆପେ ଆସିଥାଏ। ନିଜକୁ ପରିପ୍ରକାଶ କରିବାରେ ଏହା ଏକ ଅତୁଳନୀୟ ଅନୁଭବ ପ୍ରଦାନ କରିଥାଏ ବୋଲି କହିଥିଲେ ପ୍ରଧାନମନ୍ତ୍ରୀ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’
February 23rd, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’କୁ ଆପଣ ସମସ୍ତଙ୍କୁ ସ୍ୱାଗତ । ଏବେ ଚମ୍ପିଆନ୍ସ ଟ୍ରଫି ଚାଲିଛି ଏବଂ ଚାରିଆଡ଼େ କ୍ରିକେଟ୍ ବିଷୟରେ ଆଲୋଚନା ହେଉଛି । କ୍ରିକେଟରେ ଶତକର ରୋମାଞ୍ଚ କ’ଣ, ତାହା ତ ଆମେ ସମସ୍ତେ ଭଲ ଭାବେ ଜାଣୁଁ, କିନ୍ତୁ ଆଜି ମୁଁ ଆପଣ ସମସ୍ତଙ୍କୁ କ୍ରିକେଟ୍ ନୁହେଁ, ବରଂ ଭାରତ ମହାକାଶରେ ଯେଉଁ ଶତକ ହାସଲ କରିଛି ସେ ବିଷୟରେ କହିବାକୁ ଯାଉଛି । ଗତ ମାସରେ ଦେଶ ଇସ୍ରୋର ୧୦୦ତମ ରକେଟ୍ ପ୍ରେରଣର ସାକ୍ଷୀ ହେଲା । ଏହା କେବଳ ଏକ ସଂଖ୍ୟା ନୁହେଁ, ବରଂ ଏଥିରୁ ମହାକାଶ ବିଜ୍ଞାନରେ ଆମର ନିତ୍ୟନୂତନ ଶିଖର ସ୍ପର୍ଶ କରିବାର ସଂକଳ୍ପ ବିଷୟରେ ମଧ୍ୟ ସୂଚନା ମିଳୁଛି । ଆମର ମହାକାଶ ଯାତ୍ରାର ଶୁଭାରମ୍ଭ ଅତି ସାଧାରଣ ଭାବେ ହୋଇଥିଲା । ଏଥିରେ ପ୍ରତି ପଦକ୍ଷେପରେ ଆହ୍ୱାନ ଥିଲା, କିନ୍ତୁ ଆମ ବୈଜ୍ଞାନିକମାନେ ବିଜୟ ଲାଭ କରି ଆଗକୁ ଆଗକୁ ବଢ଼ିଚାଲିଲେ । ସମୟ ସହିତ ମହାକାଶର ଏହି ଯାତ୍ରାରେ ଆମ ସଫଳତାର ତାଲିକା ଲମ୍ବା ହୋଇ ଚାଲିଲା । ଲଞ୍ଚ ଭେଇକିଲ୍ ନିର୍ମାଣ ହେଉ, ଚନ୍ଦ୍ରଯାନର ସଫଳତା ହେଉ, ମଙ୍ଗଳଯାନ ହେଉ, ଆଦିତ୍ୟ ଏଲ୍- ୱାନ୍ କିମ୍ବା ଗୋଟିଏ ରକେଟରେ ଏକାଥରରେ ୧୦୪ଟି ଉପଗ୍ରହ ପ୍ରେରଣର ଅଭୂତପୂର୍ବ ଅଭିଯାନ ହେଉ – ଇସ୍ରୋର ସଫଳତାର ପରିସର ବିଶାଳ ହୋଇଛି । ଗତ ୧୦ ବର୍ଷରେ ହିଁ ପ୍ରାୟଃ ୪୬୦ ଟି ଉପଗ୍ରହ ଲଞ୍ଚ୍ କରାଯାଇଛି ଏବଂ ଏଥିରେ ଅନ୍ୟ ଦେଶମାନଙ୍କର ମଧ୍ୟ ଅନେକ ଉପଗ୍ରହ ରହିଛି । ଗୋଟିଏ ବଡ଼ କଥା ହେଉଛି ଯେ, ଆମ ମହାକାଶ ବିଜ୍ଞାନୀମାନଙ୍କ ଦଳରେ ନାରୀଶକ୍ତିର ଅଂଶଗ୍ରହଣ କ୍ରମାଗତ ଭାବେ ବୃଦ୍ଧି ପାଉଛି । ଏହାଦେଖି ମଧ୍ୟ ମୋତେ ବହୁତ ଖୁସି ଲାଗୁଛି ଯେ, ଆଜି ମହାକାଶ କ୍ଷେତ୍ର ଆମ ଯୁବବର୍ଗଙ୍କର ପ୍ରିୟ ହୋଇଯାଇଛି । କିଛି ବର୍ଷ ପୂର୍ବେ ଏ କଥା କିଏ ବା ଚିନ୍ତା କରିଥିବ ଯେ, ଏହି କ୍ଷେତ୍ରରେ ଷ୍ଟାର୍ଟ-ଅପ୍ ଏବଂ ଘରୋଇ କମ୍ପାନୀଗୁଡ଼ିକର ସଂଖ୍ୟା ଶହ ଶହ ହୋଇଯିବ । ଆମର ଯେଉଁ ଯୁବକ-ଯୁବତୀ ଜୀବନରେ କିଛି ରୋମାଂଚକର ଏବଂ ଉତ୍ସାହଜନକ କାର୍ଯ୍ୟ କରିବାକୁ ଚାହୁଁଛନ୍ତି, ସେମାନଙ୍କ ପାଇଁ ଏହି ମହାକାଶ କ୍ଷେତ୍ର ଗୋଟିଏ ସୁନ୍ଦର ବିକଳ୍ପ ହେବାକୁ ଯାଉଛି ।ପରୀକ୍ଷାର ଚାପ ଓ ଚିନ୍ତାକୁ ସଫଳତାର ସହ ଦୂର କରିପାରିଥିବା ଅଭିଜ୍ଞ ଏକଜାମ୍ ୱାରିୟର୍ସମାନଙ୍କ ଠାରୁ ଶୁଣନ୍ତୁ : ପ୍ରଧାନମନ୍ତ୍ରୀ
February 17th, 07:41 pm
ଫେବୃଆରୀ ୧୮ ତାରିଖ ପୂର୍ବାହ୍ନ ୧୧ଟାରେ ପରୀକ୍ଷା ପେ ଚର୍ଚ୍ଚା ୨୦୨୫ର ଏକ ସ୍ୱତନ୍ତ୍ର ଏପିସୋଡ ପ୍ରସାରିତ ହେବ । ପରୀକ୍ଷାର ଚାପ ଓ ଚିନ୍ତାକୁ ସଫଳତାର ସହ ଅତିକ୍ରମ କରିପାରିଥିବା ଯୁବ ଏକଜମା୍ ୱାରିୟର୍ସମାନେ ଏଥିରେ ଅଂଶ ଗ୍ରହଣ କରିବେ ।ପରୀକ୍ଷା ସମୟରେ ସକରାତ୍ମକତା ଏକଜାମ୍ ୱାରିୟର୍ସଙ୍କ ସବୁଠୁ ବଡ଼ ସହଯୋଗୀଙ୍କ ମଧ୍ୟରୁ ଅନ୍ୟତମ:ପ୍ରଧାନମନ୍ତ୍ରୀ
February 15th, 05:58 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପରୀକ୍ଷା ପ୍ରସ୍ତୁତି ସମୟରେ ସକରାତ୍ମକତାକୁ ବିଦ୍ୟାର୍ଥୀମାନଙ୍କ ମହତ୍ୱପୂର୍ଣ୍ଣ ସହଯୋଗୀ ଭାବେ ଦର୍ଶାଇ ସମସ୍ତଙ୍କୁ ଆସନ୍ତାକାଲି ଠାରୁ ‘ପରୀକ୍ଷା ପେ ଚର୍ଚ୍ଚା’ ଦେଖିବାକୁ ଆଗ୍ରହ ପ୍ରକାଶ କରିଛନ୍ତି ।ସୁସ୍ଥତା ଏବଂ ମାନସିକ ଶାନ୍ତି ବିଷୟ ଉପରେ କଥା ଆସିଲେ ସଦ୍ଗୁରୁ ଜଗ୍ଗୀ ବାସୁଦେବ ସର୍ବଦା ସବୁଠାରୁ ପ୍ରେରଣାଦାୟକ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ରହିଛନ୍ତି : ପ୍ରଧାନମନ୍ତ୍ରୀ
February 14th, 08:15 pm
ଯେତେବେଳେ ସମ୍ପୂର୍ଣ୍ଣ ସୁସ୍ଥତା ଏବଂ ମାନସିକ ଶାନ୍ତି ବିଷୟ ଉପରେ କଥା ଆସେ ସଦ୍ଗୁରୁ ଜଗ୍ଗୀ ବାସୁଦେବ ସର୍ବଦା ସବୁଠାରୁ ପ୍ରେରଣାଦାୟକ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ରହିଛନ୍ତି ବୋଲି ମନ୍ତବ୍ୟ ଦେବା ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ‘ପରୀକ୍ଷା ପେ ଚର୍ଚ୍ଚା’ର ଚତୁର୍ଥ ଏପିସୋଡ ଦେଖିବାକୁ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ।ମେଦବହୁଳତା ବିରୋଧରେ ଲଢ଼େଇ ଓ ଫିଟନେସକୁ ପ୍ରୋତ୍ସାହିତ କରିବା ଦିଗରେ ନିରଜ ଚୋପ୍ରାଙ୍କ ପ୍ରୟାସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
February 12th, 02:00 pm
ମେଦବହୁଳତା ବିରୋଧରେ ଲଢ଼େଇ ଓ ଫିଟନେସକୁ ପ୍ରୋତ୍ସାହିତ କରିବା ଦିଗରେ ଅଲିମ୍ପିକ୍ ସ୍ୱର୍ଣ୍ଣ ପଦକ ବିଜେତା ନିରଜ ଚୋପ୍ରାଙ୍କ ପ୍ରୟାସକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି । ମେଦବହୁଳତା ବିରୋଧରେ ଲଢ଼େଇ ଏବଂ ସୁସ୍ଥ ଜୀବନଶୈଳୀ ଜାରି ରଖିବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି ।ପରୀକ୍ଷା ପେ ଚର୍ଚ୍ଚାର ସମସ୍ତ ଏପିସୋଡ୍ ଦେଖିବାକୁ ସମସ୍ତଙ୍କୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ
February 11th, 02:57 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସମସ୍ତଙ୍କୁ ପରୀକ୍ଷା ପେ ଚର୍ଚ୍ଚା ୨୦୨୫ର ସମସ୍ତ ଏପିସୋଡ୍ ଦେଖିବାକୁ ଏବଂ ପରୀକ୍ଷା ଯୋଦ୍ଧାମାନଙ୍କୁ ଉତ୍ସାହିତ କରିବାକୁ ଅନୁରୋଧ କରିଛନ୍ତି ।Pariksha Pe Charcha to Feature Special Episode on Mental Health and Wellbeing on 12th February: PM
February 11th, 01:53 pm
The Prime Minister, Shri Narendra Modi remarked that one of the most common topics that 'Exam Warriors' want to discuss is mental health and wellbeing. Therefore, this year’s Pariksha Pe Charcha has an episode specially dedicated to this topic which will play tomorrow, 12th February, Shri Modi added.‘Pariksha Pe Charcha’ is back and that too in a fresh and livelier format!: Prime Minister
February 06th, 01:18 pm
Urging all Exam Warriors, their parents and teachers to watch the Pariksha Pe Charcha 2025, the Prime Minister Shri Narendra Modi in a post on X wroteଏକଜାମ୍ ୱାରିୟର୍ସ ୱାର ଫେଷ୍ଟିଭାଲକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
January 07th, 07:33 pm
ପରୀକ୍ଷା ଚିନ୍ତାକୁ ଆର୍ଟ ବା କଳା ମାଧ୍ୟମରେ ହ୍ରାସ ସକାଶେ ଅନୁଷ୍ଠିତ ହୋଇଥିବା ଏକଜାମ୍ ୱାରିୟର୍ସ ଆର୍ଟ ଫେଷ୍ଟିଭାଲକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି ।The bond between students and teachers must be beyond syllabus and curriculum: PM Modi
January 29th, 11:26 am
PM Modi interacted with students, teachers and parents at Bharat Mandapam in New Delhi today during the 7th edition of Pariksha Pe Charcha (PPC). PM Modi urged the students to prepare themselves in advance to deal with stress and pressure situations. He said that students should possess the ability of standing firm against adverse situations and challenges.PM interacts with students, teachers and parents during Pariksha Pe Charcha 2024
January 29th, 11:25 am
PM Modi interacted with students, teachers and parents at Bharat Mandapam in New Delhi today during the 7th edition of Pariksha Pe Charcha (PPC). PM Modi urged the students to prepare themselves in advance to deal with stress and pressure situations. He said that students should possess the ability of standing firm against adverse situations and challenges.