ରୋଜଗାର ମେଳା ଅଧୀନରେ ନିଯୁକ୍ତି ପତ୍ର ବଣ୍ଟନ ବେଳେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର

January 24th, 11:30 am

୨୦୨୬ ବର୍ଷ ଆରମ୍ଭ ଆମ ଜୀବନରେ ନୂଆ ଆନନ୍ଦର ଅୟମାରମ୍ଭ । ଏହାସହ ଗତକାଲି ବସନ୍ତ ପଞ୍ଚମୀ ସରିବା ପରେ ଆପଣମାନଙ୍କ ଜୀବନରେ ଏକ ନୂଆ ବସନ୍ତ ଆସିଛି । ସମ୍ବିଧାନ ପ୍ରତି ଆପଣମାନଙ୍କ କର୍ତ୍ତବ୍ୟବୋଧତା ବି ଏହି ସମୟ ସୂଚିତ କରୁଛି । କାକତାଳୀୟ ନ୍ୟାୟରେ ଏବେ ଦେଶରେ ସାଧାରଣତନ୍ତ୍ର ଦିବସର ମାହୋଲ ରହିଛି । ଗତକାଲି ଜାନୁୟାରୀ ୨୩ ତାରିଖରେ ସୁଭାଷ ବୋଷଙ୍କ ଜୟନ୍ତୀରେ ଆମେ ପରାକ୍ରମ ଦିବସ ପାଳନ କରିଛେ । ଆସନ୍ତାକାଲି ଜାନୁୟାରୀ ୨୫ ତାରିଖରେ ଆମେ ଜାତୀୟ ମତଦାତା ଦିବସ ପାଳନ କରିବାକୁ ଯାଉଛେ । ତାପରେ ଜାନୁୟାରୀ ୨୬ରେ ଆମେ ସାଧାରଣତନ୍ତ୍ର ଦିବସ ପାଳନ କରିବା । ଆଜି ମଧ୍ୟ ଏକ ସ୍ୱତନ୍ତ୍ର ଦିବସ । ଆଜିର ଦିନରେ ଜନ ଗଣ ମନକୁ ଜାତୀୟ ସଙ୍ଗୀତ ଓ ବନ୍ଦେ ମାତରମକୁ ଜାତୀୟ ଗୀତ ଭାବେ ସମ୍ବିଧାନ ଗ୍ରହଣ କରିଥିଲା । ଏହି ମହତ୍ୱପୂର୍ଣ୍ଣ ଦିନରେ ୬୧ ହଜାରରୁ ଊର୍ଦ୍ଧ୍ୱ ଯୁବକ ସେମାନଙ୍କର ନୂଆ ଜୀବନ ଆରମ୍ଭ କରିଛନ୍ତି ।

ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୮ତମ ରୋଜଗାର ମେଳାକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 24th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୮ତମ ରୋଜଗାର ମେଳାକୁ ସମ୍ବୋଧନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ଲୋକଙ୍କ ଜୀବନରେ ନୂଆ ଆନନ୍ଦ ଆଣି ବର୍ଷ ୨୦୨୬ ଆରମ୍ଭ ହୋଇଛି । ଏହା ସହିତ ନାଗରିକଙ୍କୁ ସେମାନଙ୍କ ସାମ୍ବିଧାନିକ କର୍ତ୍ତବ୍ୟ ସହ ମଧ୍ୟ ଯୋଡ଼ିଛି। ଏହି ସମୟ ଗଣତନ୍ତ୍ର ଦିବସ ପରି ମହାନ ସମାରୋହ ସହ ମେଳ ଖାଉଛି। ସେ କହିଥିଲେ ଯେ, ୨୩ ଜାନୁଆରୀ ନେତାଜୀ ସୁଭାଷଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ଦେଶ ପରାକ୍ରମ ଦିବସ ପାଳନ କରିଥିଲା, ୨୫ ଜାନୁଆରୀରେ ଦେଶ ଜାତୀୟ ଭୋଟର ଦିବସ ପାଳନ କରିବ ଓ ତା’ ପରଦିନ ଗଣତନ୍ତ୍ର ଦିବସ ପାଳନ କରାଯିବ। ଆଜି ଦିନଟି ମଧ୍ୟ ଗୁରୁତ୍ବପୂର୍ଣ୍ଣ କାରଣ ଆଜି ସମ୍ବିଧାନ ‘ଜନ ଗଣ ମନ’କୁ ଜାତୀୟ ସଂଗୀତ ଓ ‘ବନ୍ଦେ ମାତରମ୍’କୁ ଜାତୀୟ ଗୀତ ମାନ୍ୟତା ପ୍ରଦାନ କରିଥିଲା। ଆଜିର ଦିନରେ ପ୍ରାୟ ୬୧ ହଜାର ଯୁବକଯୁବତୀ ସରକାରୀ ସେବା ପାଇଁ ନିଯୁକ୍ତିପତ୍ର ଗ୍ରହଣ ସହ ନିଜ ଜୀବନର ନୂଆ ଅଧ୍ୟାୟ ଆରମ୍ଭ କରୁଛନ୍ତି। ଶ୍ରୀ ମୋଦୀ ଏସବୁ ନିଯୁକ୍ତି ପତ୍ରକୁ ରାଷ୍ଟ୍ରନିର୍ମାଣ ଲାଗି ଏକ ଆମନ୍ତ୍ରଣ ଓ ବିକଶିତ ଭାରତ ନିର୍ମାଣ ଲାଗି ଏକ ଶପଥପତ୍ର ଭାବେ ବର୍ଣ୍ଣନା କରିଥିଲେ। ସେ କହିଥିଲେ ଯେ ଏମାନଙ୍କ ମଧ୍ୟରୁ କିଛି ଜାତୀୟ ସୁରକ୍ଷାକୁ ସୁଦୃଢ କରିବେ, ଶିକ୍ଷା ଓ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସଶକ୍ତ କରିବେ, ଆର୍ଥିକ ସେବାକୁ ସଦୃଢ କରିବେ ଏବଂ ଶକ୍ତି ନିରାପତ୍ତା ସୁନିଶ୍ଚିତ କରି ରାଷ୍ଟ୍ରାୟତ୍ତ ଉଦ୍ୟୋଗଙ୍କ ଅଭିବୃଦ୍ଧିରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ସମସ୍ତ ଯୁବଜନତାଙ୍କୁ ସେ ନିଜର ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ।

କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 11th, 02:45 pm

ଗୁଜରାଟର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ଉପମୁଖ୍ୟମନ୍ତ୍ରୀ ହର୍ଷ ସଂଘଭି, ଗୁଜରାଟ ସରକାରଙ୍କ ଅନ୍ୟାନ୍ୟ ମନ୍ତ୍ରୀଗଣ , ସଂସଦ ଏବଂ ବିଧାନସଭାର ସଦସ୍ୟ, ମହାମହିମ , ଶିଳ୍ପ ଜଗତର ପ୍ରତିନିଧି, ଅନ୍ୟ ସମ୍ମାନିତ ଅତିଥିଗଣ , ମହିଳା ଏବଂ ଭଦ୍ର ଲୋକମାନୋ

ରାଜକୋଟଠାରେ କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

January 11th, 02:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ରାଜକୋଟଠାରେ କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ, 2026 ବର୍ଷ ଆରମ୍ଭ ପରେ ଏହା ତାଙ୍କର ପ୍ରଥମ ଗୁଜରାଟ ଗସ୍ତ। ସେ ଏହା ଉପରେ ଆଲୋକପାତ କରି କହିଥିଲେ, ସକାଳେ ସେ ଭଗବାନ ସୋମନାଥଙ୍କ ଦିବ୍ୟ ଦର୍ଶନ କରିଥିଲେ ଏବଂ ବର୍ତ୍ତମାନ ରାଜକୋଟରେ ଏକ ମହାନ କାର୍ଯ୍ୟକ୍ରମରେ ଯୋଗ ଦେଉଛନ୍ତି। ‘ବିକାଶ ଭି, ବୀରାସତ ଭି’ (ଐତିହ୍ୟକୁ ନେଇ ବିକାଶ) ମନ୍ତ୍ର ସବୁଠି ଗୁଞ୍ଜରିତ ହେଉଛି। ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ଯୋଗଦେବା ପାଇଁ ଦେଶ ଏବଂ ବିଶ୍ୱରୁ ଆସିଥିବା ସମସ୍ତ ସହକର୍ମୀଙ୍କୁ ସେ ସ୍ୱାଗତ କରିଥିଲେ ଏବଂ ଶୁଭେଚ୍ଛା ଜଣାଇଥିଲେ।

ହାଇଦ୍ରାବାଦରେ ସଫ୍ରାନ ଏୟାରକ୍ରାଫ୍ଟ ଇଞ୍ଜିନ ସର୍ଭିସେସ୍ ଇଣ୍ଡିଆ ସୁବିଧାର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 26th, 10:10 am

ମୋ ପାଖରେ ସମୟ କମ ରହିଛି କାରଣ ମୋତେ ସଂସଦରେ ପହଞ୍ଚିବାକୁ ପଡିବ । ସେଠାରେ ରାଷ୍ଟ୍ରପତିଙ୍କ ସହ ଏକ ବୈଠକ ରହିଛି । ସେଥିପାଇଁ ଭାଷଣକୁ ଲମ୍ବା ନକରି କେବଳ କିଛି ବିନ୍ଦୁ ଉପରେ ମୁଁ ମୋ କଥାକୁ ସମାପନ କରିବି । ଆଜିଠାରୁ ଭାରତର ବେସାମରିକ ବିମାନ ଚଳାଚଳ କ୍ଷେତ୍ରର ଉନ୍ନତି ହେବ । ସଫ୍ରାନର ଏହି ନୂଆ ଉଦ୍ୟମ ଭାରତକୁ ଏକ ବୈଶ୍ୱିକ ଏମଆରଓ ହବରେ ପରିଣତ କରିପାରିଛି । ବିଶ୍ୱର ଏରୋସ୍ପେଶ ସେକ୍ଟରରେ ଏହି ଏମଆରଓ ସୁବିଧା ଯୁବକମାନଙ୍କ ଲାଗି ନୂଆ ସୁଯୋଗ ସୃଷ୍ଟି କରିବ । ୨୪ ନଭେମ୍ବର ୨୦୨୫ରେ ମୁଁ ସଫ୍ରାନ ବୋର୍ଡ ଓ ପରିଚାଳନା କମିଟିକୁ ସାକ୍ଷାତ କରିଥିଲି । ପୂର୍ବରୁ ବି ସାକ୍ଷାତ କରିଥିଲି । ପ୍ରତି ସାକ୍ଷାତରେ ଭାରତକୁ ନେଇ ସେମାନଙ୍କର ଆଶା ଓ ବିଶ୍ୱାସ ରହିଛି ବୋଲି ମୁଁ ଅନୁଭବ କଲି । ମୋର ବିଶ୍ୱାସ ରହିଛି ଯେ ଭାରତବର୍ଷରେ ସାଫ୍ରନର ପୁଞ୍ଜି ନିବେଶ ଆଗକୁ ବି ଜାରି ରହିବ । ଏହି ସୁବିଧା ପାଇଁ ଟିମ ସଫ୍ରାନକୁ ମୁଁ ହୃଦୟରୁ କୃତଜ୍ଞତା ଜ୍ଞାପନ କରୁଛି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଇଦ୍ରାବାଦରେ ସଫରାନ ଏୟାରକ୍ରାଫ୍ଟ ଇଞ୍ଜିନ ସର୍ଭିସେସ୍ ଇଣ୍ଡିଆ (ଏସ୍ଏଇଏସ୍ଆଇ) ସୁବିଧାର ଉଦଘାଟନ କରିଛନ୍ତି

November 26th, 10:00 am

୨୬.୧୧.୨୦୨୫ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଜିଏମଆର ଏରୋସ୍ପେସ୍ ଏବଂ ଇଣ୍ଡଷ୍ଟ୍ରିଆଲ୍ ପାର୍କ – ଏସଇଜେଡରେ ଅବସ୍ଥିତ ସଫରାନ୍ ଏୟାରକ୍ରାଫ୍‌ଟ ଇଞ୍ଜିନ୍ ସର୍ଭିସେସ୍ ଇଣ୍ଡିଆ (ଏସଏଇଏସଆଇ) ସୁବିଧାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆଲୋକପାତ କରି କହିଥିଲେ ଯେ, ଆଜିଠାରୁ ଭାରତର ବିମାନ ଚଳାଚଳ କ୍ଷେତ୍ର ଏକ ନୂତନ ଉଡ଼ାଣ ନେଉଛି। ସଫରାନର ନୂତନ ସୁବିଧା ଭାରତକୁ ଏକ ବିଶ୍ୱସ୍ତରୀୟ ମେଣ୍ଟେନାନ୍ସ, ରିପେୟାର ଏବଂ ଓଭରହଲ୍‌ (ଏମଆରଓ) ହବ୍ ଭାବରେ ପ୍ରତିଷ୍ଠା କରିବାରେ ସାହାଯ୍ୟ କରିବ। ପ୍ରଧାନମନ୍ତ୍ରୀ ରେଖାଙ୍କିତ କରିଥିଲେ ଯେ ଏହି ଏମଆରଓ ସୁବିଧା ଉଚ୍ଚ-ପ୍ରଯୁକ୍ତିବିଦ୍ୟା ମହାକାଶ କ୍ଷେତ୍ରରେ ଯୁବପିଢ଼ି ପାଇଁ ନୂତନ ସୁଯୋଗ ସୃଷ୍ଟି କରିବ। ସେ ମନେ ପକାଇଥିଲେ ଯେ, ସେ ୨୪ ନଭେମ୍ବରରେ ସଫରାନ ବୋର୍ଡ ଏବଂ ପରିଚାଳନାକୁ ଭେଟିଥିଲେ ଏବଂ ଉଲ୍ଲେଖ କରିଥିଲେ ଯେ ପୂର୍ବରୁ ମଧ୍ୟ ସେମାନଙ୍କ ସହିତ ପ୍ରତ୍ୟେକ ଆଲୋଚନାରେ ସେ ଭାରତ ସମ୍ପର୍କରେ ସେମାନଙ୍କର ଆତ୍ମବିଶ୍ୱାସ ଏବଂ ଆଶା ଦେଖିଥିଲେ। ସେ ଆଶା ପ୍ରକାଶ କରିଥିଲେ ଯେ ଭାରତରେ ସଫରାନ ର ନିବେଶ ସମାନ ଗତିରେ ଜାରି ରହିବ। ତାଙ୍କର ଶୁଭକାମନା ଜଣାଇ ପ୍ରଧାନମନ୍ତ୍ରୀ ଏହି ନୂତନ ସୁବିଧା ପାଇଁ ଟିମ୍ ସଫରାନକୁ ଅଭିନନ୍ଦନ ଜଣାଇଥିଲେ।

ନୌବାଣିଜ୍ୟ ନେତାଙ୍କ ମୁମ୍ବାଇ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 29th, 04:09 pm

ମହାରାଷ୍ଟ୍ର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଜୀ, କେନ୍ଦ୍ରମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଜୀ, ଶାନ୍ତନୁ ଠାକୁରଜୀ, କୀର୍ତିବର୍ଦ୍ଧନ ସିଂହ ଜୀ, ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, ଅଜିତ ପାୱାର ଜୀ, ସିପିଂ ଓ ଅନ୍ୟାନ୍ୟ ବିଭାଗ ସହ ଜଡିତ ନେତା, ଭଦ୍ରମଣ୍ଡଳୀ ।

ମୁମ୍ବାଇଠାରେ ଇଣ୍ଡିଆ ମେରିଟାଇମ୍ ୱିକ୍‌ 2025ରେ ମେରିଟାଇମ୍ ଲିଡର୍ସ କନକ୍ଲେଭକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

October 29th, 04:08 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ମୁମ୍ବାଇଠାରେ ଇଣ୍ଡିଆ ମେରିଟାଇମ୍ ୱିକ୍‌ ବା ଭାରତ ସାମୁଦ୍ରିକ ସପ୍ତାହ 2025 କାର୍ଯ୍ୟକ୍ରମ ଅନ୍ତର୍ଗତ ମେରିଟାଇମ୍ ଲିଡର୍ସ କନକ୍ଲେଭ (ସାମୁଦ୍ରିକ ନେତୃବର୍ଗଙ୍କ ସମ୍ମିଳନୀ)କୁ ସମ୍ବୋଧିତ କରିଛନ୍ତି । ସେ ମଧ୍ୟ ବିଶ୍ୱ ସାମୁଦ୍ରିକ କ୍ଷେତ୍ରର ବରିଷ୍ଠ ପଦାଧିକାରୀଙ୍କୁ ନେଇ ଆୟୋଜିତ ମଞ୍ଚ ଗ୍ଲୋବାଲ୍ ମେରିଟାଇମ୍ ସିଇଓ ଫୋରମର ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଗ୍ଲୋବାଲ୍ ମେରିଟାଇମ୍ ଲିଡର୍ସ କନକ୍ଲେଭରେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରିଥିଲେ। ସେ କହିଥିଲେ, ଏହି କାର୍ଯ୍ୟକ୍ରମ 2016ରେ ମୁମ୍ବାଇରେ ଆରମ୍ଭ ହୋଇଥିଲା। ଏହା ବର୍ତ୍ତମାନ ଏକ ବିଶ୍ୱସ୍ତରୀୟ ଶିଖର ସମ୍ମିଳନୀରେ ପରିଣତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ। 85ରୁ ଅଧିକ ଦେଶର ଅଂଶଗ୍ରହଣ ଏକ ଦୃଢ଼ ବାର୍ତ୍ତା ଦେଉଛି ବୋଲି ଶ୍ରୀ ମୋଦୀ ଆଲୋକପାତ କରି କହିଥିଲେ। ସେ କାର୍ଯ୍ୟକ୍ରମରେ ଏକତ୍ରିତ ହୋଇଥିବା ପ୍ରମୁଖ ଜାହାଜ କମ୍ପାନୀ, ଷ୍ଟାର୍ଟଅପ୍, ନୀତି ନିର୍ଦ୍ଧାରକ ଏବଂ ନବସୃଜନକାରୀଙ୍କ ସିଇଓଙ୍କ ଉପସ୍ଥିତି ବିଷୟରେ ଉଲ୍ଲେଖ କରିଥିଲେ। ସେ କ୍ଷୁଦ୍ର ଦ୍ୱୀପ ରାଷ୍ଟ୍ରର ପ୍ରତିନିଧିମାନଙ୍କ ଉପସ୍ଥିତିକୁ ପ୍ରଶଂସା କରି କହିଥିଲେ, ସେମାନଙ୍କର ସାମୂହିକ ଦୃଷ୍ଟିକୋଣ ଶିଖର ସମ୍ମିଳନୀର ସମନ୍ୱୟ ଏବଂ ଶକ୍ତିକୁ ଉଲ୍ଲେଖନୀୟ ଭାବରେ ବୃଦ୍ଧି କରିଛି।

India is continuously contributing to global food security: PM Modi at World Food India 2025

September 25th, 06:16 pm

In his address at World Food India 2025, PM Modi highlighted that global investors are looking towards India with great optimism. Reiterating his message from the Red Fort, the PM declared that this is the right time to invest in and expand in India. He emphasized that the government has established 10,000 FPOs since 2014, connecting lakhs of small farmers and bringing India’s agricultural persity to every household.

ୱାର୍ଲ୍ଡ ଫୁଡ୍ ଇଣ୍ଡିଆ 2025 ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 25th, 06:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ୱାର୍ଲ୍ଡ ଫୁଡ୍ ଇଣ୍ଡିଆ 2025 ଅବସରରେ ଏକ ସମାରୋହକୁ ସମ୍ବୋଧିତ କରିଛନ୍ତି। କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ, ଏହି କାର୍ଯ୍ୟକ୍ରମରେ କୃଷକ, ଉଦ୍ୟୋଗୀ, ନିବେଶକ, ଉଦ୍ଭାବକ ଏବଂ ଗ୍ରାହକ ସମସ୍ତେ ଏକତ୍ର ଉପସ୍ଥିତ ହୋଇଛନ୍ତି, ଯାହା ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ସମାରୋହକୁ ନୂତନ ସମ୍ପର୍କ, ନୂତନ ସଂଯୋଗ ଏବଂ ସୃଜନଶୀଳତାର ଏକ ମଞ୍ଚରେ ପରିଣତ କରିଛି। ପ୍ରଧାନମନ୍ତ୍ରୀ କହିଥିଲେ, ସେ କିଛି ସମୟ ପୂର୍ବରୁ ବିଭିନ୍ନ ପ୍ରଦର୍ଶନୀ ପରିଦର୍ଶନ କରିଛନ୍ତି ଏବଂ ପୁଷ୍ଟିସାର, ତୈଳ ବ୍ୟବହାର ହ୍ରାସ ଏବଂ ପ୍ୟାକେଜ୍ ହୋଇଥିବା ଉତ୍ପାଦଗୁଡ଼ିକର ସୁସ୍ଥତା ବୃଦ୍ଧି ଉପରେ ମୁଖ୍ୟତଃ ଧ୍ୟାନ ଦିଆଯିବା ଖୁସିର ବିଷୟ। ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମର ସମସ୍ତ ଅଂଶଗ୍ରହଣକାରୀଙ୍କୁ ତାଙ୍କର ଅଭିନନ୍ଦନ ଏବଂ ଶୁଭେଚ୍ଛା ଜଣାଇଥିଲେ।

ଭାରତ-ଜାପାନ ଅର୍ଥନୈତିକ ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 29th, 11:20 am

ମୁଁ ଆଜି ସକାଳେ ଟୋକିଓରେ ପହଞ୍ଚିଛି। ମୁଁ ବହୁତ ଖୁସି ଯେ ମୋର ଏହି ଯାତ୍ରା, ବ୍ୟବସାୟ ଜଗତର ମହାନ ବ୍ୟକ୍ତିମାନଙ୍କ ସହିତ ଆରମ୍ଭ ହେଉଛି।

ଭାରତ-ଜାପାନ ଅର୍ଥନୈତିକ ଫୋରମରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

August 29th, 11:02 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଜାପାନ ପ୍ରଧାନମନ୍ତ୍ରୀ ଶ୍ରୀ ଶିଗେରୁ ଇଶିବା, ଆଜି ଜାପାନର ରାଜଧାନୀ ଟୋକିଓଠାରେ ଭାରତୀୟ ଶିଳ୍ପ ମହାସଂଘ ଏବଂ ଜାପାନ ବ୍ୟବସାୟ ମହାସଂଘ (କେଇଡାନରେନ) ଦ୍ୱାରା ଆୟୋଜିତ ଭାରତ-ଜାପାନ ଅର୍ଥନୈତିକ ଫୋରମରେ ଯୋଗ ଦେଇଥିଲେ। ଭାରତ ଓ ଜାପାନର ବିଶିଷ୍ଟ ବ୍ୟବସାୟୀ ଓ ସିଇଓମାନେ ମଧ୍ୟ ଏହି ବୈଠକରେ ଉପସ୍ଥିତ ଥିଲେ।

ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 23rd, 10:10 pm

ମୁଁ ୱାର୍ଲ୍ଡ ଲିଡର୍ସ ଫୋରମକୁ ଆସିଥିବା ସମସ୍ତ ଅତିଥିଙ୍କୁ ଅଭିନନ୍ଦନ କରୁଛି । ଏହା ଫୋରମର ଉଚିତ ସମୟ, ତେଣୁ ଆପଣମାନଙ୍କୁ ପ୍ରଶଂସା କରୁଛି । ଏହି ଗତ ସପ୍ତାହରେ ମୁଁ ଲାଲକିଲ୍ଲାରୁ ପରବର୍ତ୍ତୀ ପିଢ଼ି ସଂସ୍କାର ବିଷୟ କହିଥିଲି, ଏବେ ଏହି ଫୋରମ ସେହି ଉଚ୍ଛ୍ୱାସକୁ ବହୁମୁଖୀ ଭୂମିକାରେ କାର୍ଯ୍ୟକାରୀ କରୁଛି ।

ନୂଆଦିଲ୍ଲୀରେ ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

August 23rd, 05:43 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଇକୋନୋମିକ ଟାଇମ୍ସ ଓ୍ବାର୍ଲ୍ଡ ଲିଡର୍ସ ଫୋରମରେ ଉଦବୋଧନ ଦେଇଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଓ୍ବାର୍ଲ୍ଡ ଲିଡର୍ସ ଫୋରମରେ ଯୋଗ ଦେଇଥିବା ସମ୍ମାନିତ ଅତିଥିମାନଙ୍କୁ ସ୍ବାଗତ କରିଥିଲେ । ଏକ ପ୍ରକୃଷ୍ଟ ସମୟରେ ଏହି ଫୋରମର ଆୟୋଜନ ହୋଇଥିବା ପ୍ରକାଶ କରି ଶ୍ରୀ ମୋଦୀ ଏହାର ଆୟୋଜକମାନଙ୍କୁ ପ୍ରସଂଶା କରିଥିଲେ । ସେ କହିଥିଲେ ଯେ ଗତ ସପ୍ତାହରେ ସେ ଲାଲକିଲ୍ଲାରୁ ପରବର୍ତ୍ତି ପିଢିର ସଂସ୍କାର କଥା କହିଥିଲେ ଓ ଏହି ଫୋରମ ଉକ୍ତ ଚିନ୍ତାଧାରାର ଶକ୍ତିକୁ ବହୁଗୁଣିତ କରିବା ଲାଗି କାମ କରୁଛି ।

The world acknowledges today that India possesses two infinite powers - Demography & Democracy: PM Modi

July 12th, 11:30 am

PM Modi addressed the Rozgar Mela and distributed appointment letters to newly appointed youth. He emphasized them that their common goal is national service, guided by the principle of Citizen First. The PM described the current phase as a Mahayagya of development, a national mission dedicated to poverty eradication and employment generation and called on the country’s youth to take this mission forward.

ରୋଜଗାର ମେଳାକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

July 12th, 11:00 am

ପ୍ରଧାନମନ୍ତ୍ରୀ ଭାରତର ଜନସଂଖ୍ୟାଗତ ଏବଂ ଗଣତାନ୍ତ୍ରିକ ଭିତ୍ତିଭୂମିର ଅତୁଳନୀୟ ଶକ୍ତି ଉପରେ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ ବିଶ୍ୱର ସର୍ବାଧିକ ଯୁବ ଜନସଂଖ୍ୟା ଏବଂ ସର୍ବବୃହତ ଗଣତନ୍ତ୍ର ସହିତ, ଭାରତରେ ଘରୋଇ ଏବଂ ବିଶ୍ୱ ସ୍ତରରେ ଭବିଷ୍ୟତକୁ ଗଢ଼ିବାର ଅନନ୍ୟ ସମ୍ଭାବନା ରହିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ବିଶାଳ ଯୁବ ବାହିନୀ ଭାରତର ସର୍ବୋତ୍ତମ ସମ୍ପତ୍ତି ଏବଂ ସରକାର ଏହି ପୁଞ୍ଜିକୁ ଦୀର୍ଘକାଳୀନ ସମୃଦ୍ଧିର ଉତ୍ପ୍ରେରକରେ ପରିଣତ କରିବା ପାଇଁ ପ୍ରୟାସରେ ସ୍ଥିର ରହିଛି।

ନୂଆଦିଲ୍ଲୀର ଭାରତ ମଣ୍ଡପମରେ ବିଶ୍ୱ ବିମାନ ପରିବହନ ଶିଖର ସମ୍ମିଳନୀର ପୂର୍ଣ୍ଣାଙ୍ଗ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

June 02nd, 05:34 pm

ଆଇ. ଏ. ଟି. ଏ. ର 81ତମ ବାର୍ଷିକ ସାଧାରଣ ସଭାରେ, ଏବଂ ବିଶ୍ୱ ବିମାନ ପରିବହନ ଶିଖର ସମ୍ମିଳନୀରେ, ମୁଁ ଆପଣ ସମସ୍ତ ଅତିଥିଙ୍କୁ ଭାରତକୁ ସ୍ୱାଗତ କରୁଛି ଏବଂ ଆପଣଙ୍କୁ ଅଭିନନ୍ଦନ ଜଣାଉଛି। 4 ଦଶନ୍ଧି ପରେ ଭାରତରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏହି 4 ଦଶନ୍ଧି ମଧ୍ୟରେ ଭାରତରେ ଅନେକ କିଛି ବଦଳିଛି। ଆଜିର ଭାରତ ପୂର୍ବ ଅପେକ୍ଷା ଅଧିକ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ। ଆମେ କେବଳ ବିଶ୍ୱ ବିମାନ ଚଳାଚଳ ଇକୋ-ସିଷ୍ଟମରେ ଏକ ବିଶାଳ ବଜାର ନୁହେଁ, ବରଂ ନୀତିଗତ ନେତୃତ୍ୱ, ନବସୃଜନ ଏବଂ ସମାବେଶୀ ବିକାଶର ପ୍ରତୀକ ମଧ୍ୟ ଅଟେ । ଆଜି ଭାରତ ବିଶ୍ୱ ମହାକାଶ-ବିମାନ ଚଳାଚଳ କ୍ଷେତ୍ରରେ ଏକ ଉଦୀୟମାନ ନେତୃତ୍ୱ ନେଉଛି। ବିଗତ ଦଶନ୍ଧିରେ ଭାରତର ବେସାମରିକ ବିମାନ ଚଳାଚଳ କ୍ଷେତ୍ରରେ ଯେଉଁ ଐତିହାସିକ ସଫଳତା ମିଳିଛି, ତାହା ଆପଣମାନେ ସମସ୍ତେ ଜାଣନ୍ତି।

ଆଇଏଟିଏ ର ୮୧ତମ ବାର୍ଷିକ ସାଧାରଣ ବୈଠକ ଏବଂ ବିଶ୍ୱ ବାୟୁ ପରିବହନ ସମ୍ମିଳନୀର ଅଧିବେଶନକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

June 02nd, 05:00 pm

ବିଶ୍ୱସ୍ତରୀୟ ବିମାନ ଭିତ୍ତିଭୂମି ବିକାଶ ଏବଂ ସଂଯୋଗ ବୃଦ୍ଧି ପ୍ରତି ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଇଣ୍ଟରନାସନାଲ୍ ଏୟାର ଟ୍ରାନ୍ସପୋର୍ଟ ଆସୋସିଏସନ (ଆଇଏଟିଏ)ର ୮୧ତମ ବାର୍ଷିକ ସାଧାରଣ ବୈଠକ (ଏଜିଏମ) ଏବଂ ୱାର୍ଲଡ୍ ଏୟାର ଟ୍ରାନ୍ସପୋର୍ଟ ସମିଟ୍ (ଡବ୍ଲୁଏଟିଏସ)ର ଅଧିବେଶନରେ ଉଦବୋଧନ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଅତିଥିମାନଙ୍କୁ ସ୍ୱାଗତ କରି ଚାରି ଦଶନ୍ଧି ପରେ ଭାରତକୁ ଫେରିବା ଘଟଣାଟିର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ସେ ଏହି ସମୟ ମଧ୍ୟରେ ଭାରତ ଯେଉଁ ଉଲ୍ଲେଖନୀୟ ପରିବର୍ତ୍ତନ ଆଣିଛି ତାହା ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ କହିଥିଲେ ଯେ ଆଜିର ଭାରତ ପୂର୍ବାପେକ୍ଷା ଅଧିକ ଆତ୍ମବିଶ୍ୱାସୀ। କେବଳ ଏକ ବିଶାଳ ବଜାର ଭାବରେ ନୁହେଁ ବରଂ ନୀତି ନେତୃତ୍ୱ, ନବସୃଜନ ଏବଂ ସମନ୍ବିତ ବିକାଶର ପ୍ରତୀକ ଭାବରେ ସେ ବିଶ୍ୱ ବିମାନ ଚଳାଚଳ ଇକୋସିଷ୍ଟମରେ ଭାରତର ଭୂମିକା ଉପରେ ଗୁରୁତ୍ୱାରୋପ କରିଥିଲେ। ଆଜି, ଭାରତ ମହାକାଶ-ବିମାନ ଚଳାଚଳ କ୍ଷେତ୍ରରେ ଏକ ବିଶ୍ୱ ନେତା ଭାବରେ ଉଭା ହେଉଛି, ବୋଲି ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଥିଲେ। ସେ ଏହି ଅବସରରେ ଉଲ୍ଲେଖ କରିଥିଲେ ଯେ ବେସାମରିକ ବିମାନ ଚଳାଚଳ କ୍ଷେତ୍ର ଗତ ଦଶନ୍ଧିରେ ଐତିହାସିକ ଉନ୍ନତି ଦେଖିଛି, ଯାହାକୁ ସ୍ୱୀକୃତି ମିଳିପାରିଛି।

Today, when one sees India, then they can be rest assured that Democracy can deliver: PM at ABP Network India@2047 Summit

May 06th, 08:04 pm

PM Modi, at the ABP News India@2047 Summit in Bharat Mandapam, hailed India's bold strides towards becoming a developed nation. Applauding the inspiring journeys of Drone Didis and Lakhpati Didis, he spotlighted key reforms, global trade pacts, and the transformative impact of DBT—underscoring his government's unwavering commitment to Nation First.

Prime Minister Shri Narendra Modi addresses ABP Network India@2047 Summit

May 06th, 08:00 pm

PM Modi, at the ABP News India@2047 Summit in Bharat Mandapam, hailed India's bold strides towards becoming a developed nation. Applauding the inspiring journeys of Drone Didis and Lakhpati Didis, he spotlighted key reforms, global trade pacts, and the transformative impact of DBT—underscoring his government's unwavering commitment to Nation First.