India – Finland Joint Statement on the State Visit of President of the Republic of Finland

March 05th, 08:03 pm

At the invitation of PM Modi, Finland President Alexander Stubb is on a State Visit to India from 4-7 March 2026. They held wide-ranging discussions during a bilateral meeting. The two leaders affirmed the deep and enduring friendship between India and Finland, built on a foundation of mutual respect and the values of democracy and rule of law, as well as commitment to global peace, security and international law.

PM Modi congratulates Boong’s team on winning the BAFTA, calls it a moment of pride for Manipur and the nation

February 23rd, 05:10 pm

PM Modi congratulated the ‘BOONG’ film team for winning an award in the Children’s & Family Film category at the BAFTA Film Awards. He noted that this achievement is a moment of immense joy, especially for Manipur. The PM added that the award highlights the immense creative talent present in the nation.

ବରିଷ୍ଠ ଅଭିନେତା ଶ୍ରୀ ଗୋବର୍ଦ୍ଧନ ଅସରାନୀଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ

October 21st, 09:16 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବରିଷ୍ଠ ଅଭିନେତା ଶ୍ରୀ ଗୋବର୍ଦ୍ଧନ ଅସରାନୀଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ଭାରତୀୟ ଚଳଚ୍ଚିତ୍ର ପ୍ରତି ତାଙ୍କର ଅପାର ଅବଦାନ ଏବଂ ସବୁ ପିଢ଼ିର ଲୋକଙ୍କ ମନରେ ଖୁସି ଆଣିବାର ଦକ୍ଷତାକୁ ସ୍ମରଣ କରି ପ୍ରଧାନମନ୍ତ୍ରୀ ଏହି ଅଭିନେତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

Prime Minister condoles demise of noted film personality, B. Saroja Devi Ji

July 14th, 03:40 pm

The Prime Minister, Shri Narendra Modi has expressed deep grief over demise of noted film personality, B. Saroja Devi Ji.

ମୁମ୍ୱାଇରେ ୱେଭସ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

May 01st, 03:35 pm

ୱେଭସ ଶିଖର ସମ୍ମିଳନୀରେ ଉପସ୍ଥିତ ମହାରାଷ୍ଟ୍ରର ରାଜ୍ୟପାଳ ସି. ପି. ରାଧାକ୍ରିଷ୍ଣନ ଜୀ, ମହାରାଷ୍ଟ୍ରର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ ଜୀ, ଏଲ. ମୁରୁଗନ ଜୀ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, ଅଜିତ ପାୱାର ଜୀ, ବିଶ୍ୱର କୋଣ ଅନୁକୋଣରୁ ଯୋଡି ହୋଇଥିବା ସୃଜନଶୀଳ ବିଶ୍ୱର ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି, ବିଭିନ୍ନ ଦେଶରୁ ଆସି ଯୋଗଦେଇଥିବା ସୂଚନା, ଯୋଗାଯୋଗ, କଳା ଏବଂ ସଂସ୍କୃତି ବିଭାଗର ମନ୍ତ୍ରୀଗଣ, ବିଭିନ୍ନ ଦେଶର ରାଷ୍ଟ୍ରଦୂତ, ବିଶ୍ୱର କୋଣ ଅନୁକୋଣରୁ ଆସି ଏଠାରେ ଯୋଗଦେଇଥିବା ସୃଜନଶୀଳ ବିଶ୍ୱର ବ୍ୟକ୍ତିବିଶେଷ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଏବଂ ଭଦ୍ରବ୍ୟକ୍ତିଗଣ!

ୱେଭ୍ସ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

May 01st, 11:15 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମୁମ୍ବାଇର ଜିଓ ୱାର୍ଲ୍ଡ ସେଣ୍ଟରରେ ଭାରତର ପ୍ରଥମ ବିଶ୍ୱ ଅଡିଓ ଭିଜୁଆଲ୍ ଏବଂ ମନୋରଞ୍ଜନ ସମ୍ମିଳନୀ-ୱେଭ୍ସ ୨୦୨୫କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି, ସେ ଆଜି ପାଳିତ ହେଉଥିବା ମହାରାଷ୍ଟ୍ର ଦିବସ ଏବଂ ଗୁଜରାଟ ରାଜ୍ୟ ପ୍ରତିଷ୍ଠା ଦିବସ ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ । ସମସ୍ତ ଅନ୍ତର୍ଜାତୀୟ ସ୍ତରର ବିଶିଷ୍ଟ ବ୍ୟକ୍ତି, ରାଷ୍ଟ୍ରଦୂତ ଏବଂ ସୃଜନଶୀଳ ଶିଳ୍ପପତିଙ୍କ ଉପସ୍ଥିତିକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ ଏହି ସମାବେଶର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରି କହିଥିଲେ ଯେ ୧୦୦ ରୁ ଅଧିକ ଦେଶର କଳାକାର, ନବସୃଜନକାରୀ, ନିବେଶକ ଏବଂ ନୀତି ନିର୍ଦ୍ଧାରକମାନେ ପ୍ରତିଭା ଏବଂ ସୃଜନଶୀଳତାର ଏକ ବିଶ୍ୱ ପରିବେଶ ପାଇଁ ମୂଳଦୁଆ ସ୍ଥାପନ କରିବା ଲାଗି ଏକାଠି ହୋଇଛନ୍ତି। ‘‘ୱେଭ୍ସ କେବଳ ଏକ ସଂକ୍ଷିପ୍ତ ଶବ୍ଦ ନୁହେଁ ବରଂ ସଂସ୍କୃତି, ସୃଜନଶୀଳତା ଏବଂ ସାର୍ବଜନୀନ ସଂଯୋଗକୁ ପ୍ରତିନିଧିତ୍ୱ କରୁଥିବା ଏକ ତରଙ୍ଗ’’ । ସେ ଆହୁରି ଉଲ୍ଲେଖ କରିଥିଲେ ଯେ ଏହି ସମ୍ମିଳନୀ ଚଳଚ୍ଚିତ୍ର, ସଙ୍ଗୀତ, ଗେମିଂ, ଆନିମେସନ୍ ଏବଂ କାହାଣୀ କହିବାର ବ୍ୟାପକ ବିଶ୍ୱକୁ ପ୍ରଦର୍ଶନ କରେ, ଯାହା କଳାକାର ଏବଂ ସ୍ରଷ୍ଟାମାନଙ୍କୁ ସଂଯୋଗ ଏବଂ ସହଯୋଗ କରିବା ପାଇଁ ଏକ ବିଶ୍ୱସ୍ତରୀୟ ପ୍ଲାଟଫର୍ମ ପ୍ରଦାନ କରେ। ପ୍ରଧାନମନ୍ତ୍ରୀ ଏହି ଐତିହାସିକ ଅବସରରେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଭାରତ ଏବଂ ବିଦେଶର ବିଶିଷ୍ଟ ଅତିଥିମାନଙ୍କୁ ସ୍ୱାଗତ ଜଣାଇଥିଲେ।

ସମ୍ବିଧାନ ହେଉଛି ଆମର ମାର୍ଗଦର୍ଶକ :ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

December 29th, 11:30 am

ମନ୍ କୀ ବାତ୍ ର ଏହି ଏପିସୋଡ୍ ରେ ପ୍ରଧାନମନ୍ତ୍ରୀ ମୋଦୀ ସମ୍ବିଧାନର 75ତମ ବାର୍ଷିକୀ ଏବଂ ପ୍ରୟାଗରାଜରେ ମହାକୁମ୍ଭ ପାଇଁ ପ୍ରସ୍ତୁତି ସମେତ ଭାରତର ସଫଳତା ବିଷୟରେ ପ୍ରତିଫଳନ କରିଥିଲେ। ବସ୍ତର ଅଲିମ୍ପିକ୍ସର ସଫଳତାକୁ ସେ ପ୍ରଶଂସା କରିବା ସହ ମ୍ୟାଲେରିଆ ନିରାକରଣ ଏବଂ ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ କର୍କଟ ଚିକିତ୍ସା କ୍ଷେତ୍ରରେ ଅଗ୍ରଗତି ଭଳି ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟ ସଫଳତା ଉପରେ ଆଲୋକପାତ କରିଥିଲେ । ଏହାବ୍ୟତୀତ ଓଡ଼ିଶାର କଳାହାଣ୍ଡିରେ ହୋଇଥିବା କୃଷି ପରିବର୍ତ୍ତନକୁ ସେ ପ୍ରଶଂସା କରିଥିଲେ।