ମୁମ୍ୱାଇରେ ୱେଭସ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 01st, 03:35 pm
ୱେଭସ ଶିଖର ସମ୍ମିଳନୀରେ ଉପସ୍ଥିତ ମହାରାଷ୍ଟ୍ରର ରାଜ୍ୟପାଳ ସି. ପି. ରାଧାକ୍ରିଷ୍ଣନ ଜୀ, ମହାରାଷ୍ଟ୍ରର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ ଜୀ, ଏଲ. ମୁରୁଗନ ଜୀ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, ଅଜିତ ପାୱାର ଜୀ, ବିଶ୍ୱର କୋଣ ଅନୁକୋଣରୁ ଯୋଡି ହୋଇଥିବା ସୃଜନଶୀଳ ବିଶ୍ୱର ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି, ବିଭିନ୍ନ ଦେଶରୁ ଆସି ଯୋଗଦେଇଥିବା ସୂଚନା, ଯୋଗାଯୋଗ, କଳା ଏବଂ ସଂସ୍କୃତି ବିଭାଗର ମନ୍ତ୍ରୀଗଣ, ବିଭିନ୍ନ ଦେଶର ରାଷ୍ଟ୍ରଦୂତ, ବିଶ୍ୱର କୋଣ ଅନୁକୋଣରୁ ଆସି ଏଠାରେ ଯୋଗଦେଇଥିବା ସୃଜନଶୀଳ ବିଶ୍ୱର ବ୍ୟକ୍ତିବିଶେଷ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଏବଂ ଭଦ୍ରବ୍ୟକ୍ତିଗଣ!ୱେଭ୍ସ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 01st, 11:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମୁମ୍ବାଇର ଜିଓ ୱାର୍ଲ୍ଡ ସେଣ୍ଟରରେ ଭାରତର ପ୍ରଥମ ବିଶ୍ୱ ଅଡିଓ ଭିଜୁଆଲ୍ ଏବଂ ମନୋରଞ୍ଜନ ସମ୍ମିଳନୀ-ୱେଭ୍ସ ୨୦୨୫କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି, ସେ ଆଜି ପାଳିତ ହେଉଥିବା ମହାରାଷ୍ଟ୍ର ଦିବସ ଏବଂ ଗୁଜରାଟ ରାଜ୍ୟ ପ୍ରତିଷ୍ଠା ଦିବସ ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ । ସମସ୍ତ ଅନ୍ତର୍ଜାତୀୟ ସ୍ତରର ବିଶିଷ୍ଟ ବ୍ୟକ୍ତି, ରାଷ୍ଟ୍ରଦୂତ ଏବଂ ସୃଜନଶୀଳ ଶିଳ୍ପପତିଙ୍କ ଉପସ୍ଥିତିକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ ଏହି ସମାବେଶର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରି କହିଥିଲେ ଯେ ୧୦୦ ରୁ ଅଧିକ ଦେଶର କଳାକାର, ନବସୃଜନକାରୀ, ନିବେଶକ ଏବଂ ନୀତି ନିର୍ଦ୍ଧାରକମାନେ ପ୍ରତିଭା ଏବଂ ସୃଜନଶୀଳତାର ଏକ ବିଶ୍ୱ ପରିବେଶ ପାଇଁ ମୂଳଦୁଆ ସ୍ଥାପନ କରିବା ଲାଗି ଏକାଠି ହୋଇଛନ୍ତି। ‘‘ୱେଭ୍ସ କେବଳ ଏକ ସଂକ୍ଷିପ୍ତ ଶବ୍ଦ ନୁହେଁ ବରଂ ସଂସ୍କୃତି, ସୃଜନଶୀଳତା ଏବଂ ସାର୍ବଜନୀନ ସଂଯୋଗକୁ ପ୍ରତିନିଧିତ୍ୱ କରୁଥିବା ଏକ ତରଙ୍ଗ’’ । ସେ ଆହୁରି ଉଲ୍ଲେଖ କରିଥିଲେ ଯେ ଏହି ସମ୍ମିଳନୀ ଚଳଚ୍ଚିତ୍ର, ସଙ୍ଗୀତ, ଗେମିଂ, ଆନିମେସନ୍ ଏବଂ କାହାଣୀ କହିବାର ବ୍ୟାପକ ବିଶ୍ୱକୁ ପ୍ରଦର୍ଶନ କରେ, ଯାହା କଳାକାର ଏବଂ ସ୍ରଷ୍ଟାମାନଙ୍କୁ ସଂଯୋଗ ଏବଂ ସହଯୋଗ କରିବା ପାଇଁ ଏକ ବିଶ୍ୱସ୍ତରୀୟ ପ୍ଲାଟଫର୍ମ ପ୍ରଦାନ କରେ। ପ୍ରଧାନମନ୍ତ୍ରୀ ଏହି ଐତିହାସିକ ଅବସରରେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଭାରତ ଏବଂ ବିଦେଶର ବିଶିଷ୍ଟ ଅତିଥିମାନଙ୍କୁ ସ୍ୱାଗତ ଜଣାଇଥିଲେ।କିମ୍ବଦନ୍ତୀ ଅଭିନେତା ତଥା ଚଳଚ୍ଚିତ୍ର ନିର୍ମାତା ମନୋଜ କୁମାରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ
April 04th, 08:34 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କିମ୍ବଦନ୍ତୀ ଅଭିନେତା ଏବଂ ଚଳଚ୍ଚିତ୍ର ନିର୍ମାତା ଶ୍ରୀ ମନୋଜ କୁମାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ସେ ଅଭିନେତା ମନୋଜ କୁମାରଙ୍କୁ ଭାରତୀୟ ସିନେମାର ପ୍ରତୀକ ଭାବରେ ପ୍ରଶଂସା କରିଛନ୍ତି । ବିଶେଷକରି ତାଙ୍କ ଚଳଚ୍ଚିତ୍ରରେ ପ୍ରତିଫଳିତ ଦେଶପ୍ରେମର ଉତ୍ସାହ ପାଇଁ ତାଙ୍କୁ ମନେ ପକାଯାଇଥାଏ ।Prime Minister condoles passing away of Shri MT Vasudevan Nair
December 26th, 10:16 am
The Prime Minister, Shri Narendra Modi has condoled the passing away of Shri MT Vasudevan Nair Ji, one of the most respected figures in Malayalam cinema and literature. Prime Minister Shri Modi remarked that Shri MT Vasudevan Nair Ji's works, with their profound exploration of human emotions, have shaped generations and will continue to inspire many more.ଚଳଚ୍ଚିତ୍ର ନିର୍ମାତା ଶ୍ୟାମ ବେନେଗାଲ୍ଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ
December 23rd, 11:00 pm
ବିଶିଷ୍ଟ ଚଳଚ୍ଚିତ୍ର ନିର୍ମାତା ଶ୍ରୀ ଶ୍ୟାମ ବେନେଗାଲଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି।କିମ୍ବଦନ୍ତୀ ଅଭିନେତା ରାଜ କପୁରଙ୍କ ୧୦୦ତମ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
December 14th, 11:17 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କିମ୍ବଦନ୍ତୀ ଅଭିନେତା ଶ୍ରୀ ରାଜ କପୁରଙ୍କୁ ତାଙ୍କର ୧୦୦ ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ରାଜ କପୁର ଜଣେ ଦୂରଦୃଷ୍ଟି ସମ୍ପନ୍ନ ଚଳଚ୍ଚିତ୍ର ନିର୍ମାତା, ଅଭିନେତା ଏବଂ ସବୁଦିନିଆ ଶୋମ୍ୟାନ୍ ଭାବରେ ପ୍ରଶଂସା କରିଥିଲେ । ଶ୍ରୀ ରାଜ କପୁରଙ୍କୁ କେବଳ ଜଣେ ଚଳଚ୍ଚିତ୍ର ନିର୍ମାତା ନୁହେଁ ବରଂ ଭାରତୀୟ ସିନେମାକୁ ବିଶ୍ୱ ସ୍ତରରେ ପହଞ୍ଚାଇଥିବା ଜଣେ ସାଂସ୍କୃତିକ ରାଷ୍ଟ୍ରଦୂତ ଏବଂ ଚଳଚ୍ଚିତ୍ର ନିର୍ମାତା ଏବଂ ଅଭିନେତାମାନଙ୍କର ପୀଢ଼ି ତାଙ୍କଠାରୁ ବହୁତ କିଛି ଶିକ୍ଷା କରିପାରିବେ ।ଶ୍ରୀ ବୁଦ୍ଧଦେବ ଦାସଗୁପ୍ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ
June 10th, 11:44 am
ଚଳଚ୍ଚିତ୍ର ନିର୍ମାତା, ଚିନ୍ତକ ତଥା କବି ଶ୍ରୀ ବୁଦ୍ଧଦେବ ଦାସଗୁପ୍ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକଟ କରିଛନ୍ତି ।