ବିଶ୍ୱ ନେତା ଏବଂ ନାଗରିକମାନଙ୍କୁ ସେମାନଙ୍କର ହାର୍ଦ୍ଦିକ ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ

June 10th, 11:50 pm

ପ୍ରଧାନମନ୍ତ୍ରୀ ବିଶ୍ୱ ନେତା ଏବଂ ସମାଜର ସମସ୍ତ ବର୍ଗର ଲୋକଙ୍କ ପ୍ରତି ସେମାନଙ୍କର ହାର୍ଦ୍ଦିକ ଶୁଭେଚ୍ଛା ଏବଂ ଅଭିନନ୍ଦନ ବାର୍ତ୍ତା ପାଇଁ ଗଭୀର କୃତଜ୍ଞତା ପ୍ରକାଶ କରିଛନ୍ତି । ଏହି ଶୁଭକାମନା ଦ୍ୱାରା ଗଭୀର ଭାବରେ ପ୍ରଭାବିତ ହୋଇ ସେ କହିଥିଲେ ଯେ, ଭାରତର ସେବା କରିବା ଏବଂ ଦେଶର ବିକାଶ ଯାତ୍ରାରେ ଯୋଗଦାନ ଦେବା ତାଙ୍କ ପାଇଁ ଏକ ସୌଭାଗ୍ୟ । ଲୋକଙ୍କ ବିଶ୍ୱାସ ହିଁ ତାଙ୍କର ଶକ୍ତିର ସବୁଠାରୁ ବଡ ଶକ୍ତି ବୋଲି ଗୁରୁତ୍ୱାରୋପ କରି ପ୍ରଧାନମନ୍ତ୍ରୀ ଏକ ବିକଶିତ ଭାରତର ଦୃଷ୍ଟିକୋଣକୁ ସାକାର କରିବା, ୧୪୦ କୋଟି ଭାରତୀୟଙ୍କ ଆକାଂକ୍ଷା ପୂରଣ କରିବା ଏବଂ ଭାରତର ବିଶ୍ୱ ସହଭାଗୀତାକୁ ଆହୁରି ମଜବୁତ କରିବା ପାଇଁ ଅଧିକ ସମର୍ପଣ ଭାବ ସହିତ କାର୍ଯ୍ୟ କରିବାକୁ ତାଙ୍କର ପୂର୍ଣ୍ଣ ପ୍ରତିବଦ୍ଧତାକୁ ପୁନଃ ଦୋହରାଇଛନ୍ତି ।

ତୃତୀୟ ଭାରତ-ନୋର୍ଡିକ୍ ଶିଖର ସମ୍ମିଳନୀ ଅବସରରେ ଫିନଲ୍ୟାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

May 19th, 06:42 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୯ ମଇ ୨୦୨୬ରେ ଓସଲୋରେ ଅନୁଷ୍ଠିତ ତୃତୀୟ ଭାରତ-ନୋର୍ଡିକ୍ ଶିଖର ସମ୍ମିଳନୀ ଅବସରରେ ଫିନଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ପେଟେରି ଓର୍ପୋଙ୍କ ସହ ସାକ୍ଷାତ୍ କରିଥିଲେ।

ତୃତୀୟ ଭାରତ-ନୋର୍ଡିକ୍ ଶିଖର ସମ୍ମିଳନୀରେ ମିଳିତ ପ୍ରେସ୍ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ

May 19th, 04:25 pm

ଆଜି ତୃତୀୟ ଭାରତ-ନର୍ଡିକ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରି ମୁଁ ଅତ୍ୟନ୍ତ ଆନନ୍ଦିତ । ସର୍ବପ୍ରଥମେ, ମୁଁ ଏହି ଶିଖର ସମ୍ମିଳନୀ ଆୟୋଜନ କରିବା ପାଇଁ ନରୱେର ପ୍ରଧାନମନ୍ତ୍ରୀଙ୍କୁ ସହୃଦୟରୁ ଧନ୍ୟବାଦ ଜଣାଉଛି। ଏଠାରେ ଉପସ୍ଥିତ ସମସ୍ତ ନର୍ଡିକ ନେତାମାନଙ୍କୁ ମଧ୍ୟ ମୁଁ ସ୍ୱାଗତ କରୁଛି।

Prime Minister’s Departure Statement ahead of his visit to the UAE, Netherlands, Sweden, Norway, and Italy

May 15th, 07:56 am

PM Modi is embarking on a five-nation visit to the UAE, the Netherlands, Sweden, Norway and Italy from 15-20 May 2026. During the visit, he will meet various Heads of State and hold discussions to further strengthen partnerships across key sectors. Highlights of the visit include his participation in the European Round Table for Industry in Sweden and the 3rd India-Nordic Summit in Oslo.

ପ୍ରଧାନମନ୍ତ୍ରୀଙ୍କ ୟୁଏଇ, ନେଦରଲ୍ୟାଣ୍ଡ, ସ୍ୱିଡେନ, ନରୱେ ଏବଂ ଇଟାଲୀ ଗସ୍ତ (ମେ' 15 - 20, 2026)

May 11th, 09:00 pm

ପ୍ରଧାନମନ୍ତ୍ରୀ ମୋଦୀ 15 ମେ' ରୁ 20 ମେ' , 2026 ପର୍ଯ୍ୟନ୍ତ ୟୁଏଇ, ନେଦରଲ୍ୟାଣ୍ଡ, ସ୍ୱିଡେନ, ନରୱେ ଏବଂ ଇଟାଲୀ ଗସ୍ତ କରିବେ। ଏହି ଗସ୍ତ ସମୟରେ, ସେ ୟୁଏଇ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ମତ ବିନିମୟ କରିବେ। ନେଦରଲ୍ୟାଣ୍ଡରେ, ପ୍ରଧାନମନ୍ତ୍ରୀ ରାଜା ୱିଲେମ-ଆଲେକଜାଣ୍ଡାରଙ୍କୁ ଭେଟି ପ୍ରଧାନମନ୍ତ୍ରୀ ରବ ଜେଟେନଙ୍କ ସହ ଆଲୋଚନା କରିବେ। ସ୍ୱିଡେନରେ, ସେ ପ୍ରଧାନମନ୍ତ୍ରୀ କ୍ରିଷ୍ଟରସନଙ୍କ ସହ ଆଲୋଚନା କରିବେ। ନରୱେରେ, ସେ ରାଜା ହାରାଲ୍ଡ ପଞ୍ଚମଙ୍କୁ ସାକ୍ଷାତ କରିବେ ଏବଂ ପ୍ରଧାନମନ୍ତ୍ରୀ ଜୋନାସ ଗାହର ଷ୍ଟୋରଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ। ପରେ, ସେ ପ୍ରଧାନମନ୍ତ୍ରୀ ଜୋର୍ଜିଆ ମେଲୋନିଙ୍କ ସହ ଆଲୋଚନା କରିବା ପାଇଁ ଇଟାଲୀ ଗସ୍ତ କରିବେ।

ନେକ୍ସଟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 12th, 10:47 pm

ଆଜି, ମାର୍ଚ୍ଚ ୧୨ ତାରିଖ, ଏକ ଐତିହାସିକ ଦିନ । ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ମହାତ୍ମା ଗାନ୍ଧୀ ସାବରମତୀ ଆଶ୍ରମରୁ ଦାଣ୍ଡି ଯାତ୍ରା ଆରମ୍ଭ କରିଥିଲେ । ଏହା ଭାରତର ସ୍ୱାଧୀନତା ଆନ୍ଦୋଳନରେ ଏକ ନୂତନ ମୋଡ଼ ଥିଲା, କାରଣ ଏହି ଯାତ୍ରା ଦେଶର ପ୍ରତିଟି କୋଣକୁ ଏକମାତ୍ର ଲକ୍ଷ୍ୟ ‘ଭାରତର ସ୍ୱାଧୀନତା’ ସହିତ ଯୋଡ଼ିଥିଲା। ଆଜି ଏହି ଐତିହାସିକ ଯାତ୍ରାର ପ୍ରାୟ ୧୦୦ ବର୍ଷ ପରେ, ଆମେ ଭାରତୀୟମାନେ ଆଉ ଏକ ଯାତ୍ରାରେ ବାହାରିଛୁ । ଏହି ଯାତ୍ରା ହେଉଛି ବିକଶିତ ଭାରତର ଯାତ୍ରା । ଆମର ଲକ୍ଷ୍ୟ ଗୋଟିଏ, ଆମର ଗନ୍ତବ୍ୟ ସ୍ଥଳ ମଧ୍ୟ ଗୋଟିଏ, ତାହା ହେଲା- ବିକଶିତ ଭାରତ। ଏହି ଲକ୍ଷ୍ୟ ପ୍ରାପ୍ତି ଦିଗରେ, ଏହିଭଳି ସମ୍ମିଳନୀରେ ହେଉଥିବା ମନ୍ଥନ ଏବଂ ସେଥିରୁ ବାହାରୁଥିବା ଅମୃତ ଏକ ବଡ଼ ଭୂମିକା ଗ୍ରହଣ କରେ । ମୋତେ ନେକ୍ସଟ ସମ୍ମିଳନୀକୁ (Nxt Summit) ନିମନ୍ତ୍ରଣ କରିଥିବାରୁ ମୁଁ ଆପଣ ସମସ୍ତଙ୍କ ନିକଟରେ କୃତଜ୍ଞ । ଏଠାକୁ ଦେଶ ଓ ବିଦେଶରୁ ଅନେକ ସହକର୍ମୀ ଆସିଛନ୍ତି; କିଛି ପୁରୁଣା ପରିଚିତ ମଧ୍ୟ ଅଛନ୍ତି । ମୁଁ ଆପଣ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି । ବନ୍ଧୁଗଣ, ୨୧ତମ ଶତାବ୍ଦୀର ଏହି ସମୟ ‘ନ ଭୂତୋ ନ ଭବିଷ୍ୟତି’ (ଯାହା ପୂର୍ବରୁ କେବେ ଘଟିନି କି ଭବିଷ୍ୟତରେ ଘଟିବ ନାହିଁ) ଭଳି । ଗୋଟିଏ ପଟେ ଯୁଦ୍ଧର ଭୟାବହତା ରହିଛି, ଯୋଗାଣ ଶୃଙ୍ଖଳା ପୁଣି ଥରେ ନଷ୍ଟ ହେଉଛି ଏବଂ ଜାତିସଂଘ ଭଳି ବିଶ୍ୱସ୍ତରୀୟ ସଂସ୍ଥାଗୁଡ଼ିକର ପ୍ରାସଙ୍ଗିକତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେଉଛି । ଏଭଳି ସମୟରେ, ଏହି ପ୍ରତିକୂଳ ପରିସ୍ଥିତି ମଧ୍ୟରେ ବି ଆମ ଭାରତ ଅଗ୍ରସର ହେଉଛି । ଆଜି ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ, ଯେଉଁ ଦେଶର ନାମ ସବୁଠାରୁ ଅଧିକ ଆଲୋଚନା ହେଉଛି, ତାହା ହେଉଛି ଭାରତ । ସାମ୍ପ୍ରତିକ ଅନେକ ସଙ୍କଟ ମଧ୍ୟରେ, ବିଶ୍ୱର ପ୍ରତ୍ୟେକ ଗମ୍ଭୀର ନେତା ଏବଂ ପ୍ରତ୍ୟେକ ଜ୍ଞାନୀ ବ୍ୟକ୍ତିଙ୍କର ଭାରତ ପ୍ରତି ବହୁତ ବଡ଼ ଆଶା ରହିଛି । ନିକଟରେ ଫିନଲ୍ୟାଣ୍ଡର ରାଷ୍ଟ୍ରପତି ଆଲେକ୍ସଜାଣ୍ଡାର ଷ୍ଟବ ଭାରତ ଆସିଥିଲେ । ସେ କହିଥିଲେ ଯେ ‘ଦକ୍ଷିଣ ବିଶ୍ୱ (ଗ୍ଲୋବାଲ ସାଉଥ’) ଏବେ ବିଶ୍ୱର ଦିଗ ନିର୍ଣ୍ଣୟ କରିବ ଏବଂ ସେହି ଦିଗ ନିର୍ଦ୍ଧାରଣ କରିବାରେ ଭାରତ ସବୁଠାରୁ ଶକ୍ତିଶାଳୀ ଦେଶ ହେବ । ଏହା ପୂର୍ବରୁ କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ କାର୍ଣ୍ଣି ମଧ୍ୟ କହିଥିଲେ ଯେ ଆଗାମୀ ତିନି ଦଶନ୍ଧି ମଧ୍ୟରେ ବିଶ୍ୱର ଅର୍ଥନୈତିକ ମାଧ୍ୟାକର୍ଷଣ ଯେଉଁ କେନ୍ଦ୍ରକୁ ସ୍ଥାନାନ୍ତରିତ ହେଉଛି, ତାହା ହେଉଛି ଭାରତ । ଫ୍ରାନ୍ସର ରାଷ୍ଟ୍ରପତି ମାକ୍ରୋଁ ମଧ୍ୟ ବିଶ୍ୱାସ କରନ୍ତି ଯେ ବିଶ୍ୱର ବଡ଼ ବଡ଼ ସମସ୍ୟାର ସମାଧାନ ପାଇଁ ଭାରତ ଏକ ଅପରିହାର୍ଯ୍ୟ ଅଂଶୀଦାର ପାଲଟିଛି । ଆଜି ଯଦି ଆମେ ବୈଷୟିକ ଏବଂ ଅର୍ଥନୈତିକ ଜଗତର ବିଶ୍ୱସ୍ତରୀୟ ନେତାମାନଙ୍କ ବକ୍ତବ୍ୟର ସାରାଂଶ କାଢ଼ିବା, ତେବେ କେବଳ ଗୋଟିଏ ଭାବନା ଉକୁଟି ଆସେ - ଯଦି ଆପଣ ଭବିଷ୍ୟତର ଅଂଶ ହେବାକୁ ଚାହୁଁଛନ୍ତି, ତେବେ ଆପଣଙ୍କୁ ଭାରତ ସହିତ ଯୋଡ଼ି ହେବାକୁ ପଡ଼ିବ; ଆପଣଙ୍କୁ ଭାରତରେ ରହିବାକୁ ହେବ ।

ଏନଏକ୍ସଟି ଶିଖର ସମ୍ମିଳନୀକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

March 12th, 08:30 pm

ପ୍ରଧାନମନ୍ତ୍ରୀ ଆଜି ଆଇଟିଭି ନେଟୱାର୍କର ଏନଏକ୍ସଟି ଶିଖର ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ଐତିହାସିକ ଦାଣ୍ଡିଯାତ୍ରାର ବାର୍ଷିକୀ ସଂପର୍କରେ ଉଲ୍ଲେଖ କରି ସେ ଭାରତର ସ୍ବାଧୀନତା ସଂଗ୍ରାମ ସହ ଏକ ବିକଶିତ ଦେଶ ହେବାକୁ ଭାରତ ଚଳାଇଥିବା ଅଭିଯାନର ସମାନତା ଆଙ୍କିଥିଲେ। ଶ୍ରୀ ମୋଦି ଗୁରୁତ୍ୱାରୋପ କରି କହିଥିଲେ ଯେ ଯେପରି ୧୯୩୦ ମାର୍ଚ୍ଚ ଦେଶକୁ ସ୍ୱାଧୀନତା ଆଡକୁ ନେଇଥିଲା, ସେହିପରି ବର୍ତ୍ତମାନର ବିକଶିତ ଭାରତ ମିଶନ ହେଉଛି ୧୪୦ କୋଟି ଭାରତୀୟଙ୍କ ସାମୂହିକ ଲକ୍ଷ୍ୟ। ସେ କହିଥିଲେ, ଆଜି, ସେହି ଐତିହାସିକ ଯାତ୍ରାର ପ୍ରାୟ ୧୦୦ ବର୍ଷ ପରେ, ଆମେ ଭାରତୀୟମାନେ ପୁଣି ଥରେ 'ବିକଶିତ ଭାରତ' ପାଇଁ ଏକ ନୂତନ ଯାତ୍ରା ଆରମ୍ଭ କରିଛୁ।

ପ୍ରଧାନମନ୍ତ୍ରୀ ରାଇସିନା ଡାଏଲଗ 2026 ରେ ଯୋଗ ଦେଇଛନ୍ତି

March 05th, 08:31 pm

ପ୍ରଧାନମନ୍ତ୍ରୀ ମୋଦୀ ଆଜି ନୂଆଦିଲ୍ଲୀରେ ରାଇସିନା ଡାଏଲଗ 2026 ରେ ଯୋଗ ଦେଇଥିଲେ। ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସେ ଫିନଲ୍ୟାଣ୍ଡ ରାଷ୍ଟ୍ରପତି ଆଲେକଜାଣ୍ଡର ଷ୍ଟବ୍ ଙ୍କ ଏକ ସୂଚନାପ୍ରଦ ଭାଷଣ ଶୁଣିଛନ୍ତି, ଯେଉଁଥିରେ ସେ ବିଭିନ୍ନ ବିଷୟ ଉପରେ ବକ୍ତବ୍ୟ ରଖିଥିଲେ।

India – Finland Joint Statement on the State Visit of President of the Republic of Finland

March 05th, 08:03 pm

At the invitation of PM Modi, Finland President Alexander Stubb is on a State Visit to India from 4-7 March 2026. They held wide-ranging discussions during a bilateral meeting. The two leaders affirmed the deep and enduring friendship between India and Finland, built on a foundation of mutual respect and the values of democracy and rule of law, as well as commitment to global peace, security and international law.

ଫଳାଫଳ ତାଲିକା: ଫିନଲ୍ୟାଣ୍ଡ ରାଷ୍ଟ୍ରପତିଙ୍କ ଗସ୍ତ

March 05th, 04:36 pm

ଫଳାଫଳ ତାଲିକା: ଫିନଲ୍ୟାଣ୍ଡ ରାଷ୍ଟ୍ରପତିଙ୍କ ଗସ୍ତ

ଫିନଲ୍ୟାଣ୍ଡ ରାଷ୍ଟ୍ରପତିଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି

March 05th, 11:55 am

ଫିନଲ୍ୟାଣ୍ଡର ରାଷ୍ଟ୍ରପତି ଭାବରେ ରାଷ୍ଟ୍ରପତି ଷ୍ଟବ୍ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିଥିବାରୁ ମୁଁ ତାଙ୍କୁ ସ୍ୱାଗତ କରୁଛି। ରାଷ୍ଟ୍ରପତି ଷ୍ଟବ୍ କେବଳ ଜଣେ ପ୍ରସିଦ୍ଧ ବିଶ୍ୱ ନେତା ନୁହଁନ୍ତି ବରଂ ଜଣେ ସମ୍ମାନିତ ଚିନ୍ତାନାୟକ ଏବଂ ଲେଖକ ମଧ୍ୟ।

ଫିନଲ୍ୟାଣ୍ଡର ରାଷ୍ଟ୍ରପତି ଆଲେକଜାଣ୍ଡାର ଷ୍ଟବଙ୍କ ଭାରତ ଗସ୍ତକୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ

March 04th, 12:04 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତ ଗସ୍ତରେ ଆସିଥିବା ଫିନଲ୍ୟାଣ୍ଡ ଗଣତନ୍ତ୍ରର ରାଷ୍ଟ୍ରପତି ଶ୍ରୀ ଆଲେକଜାଣ୍ଡାର ଷ୍ଟବଙ୍କୁ ସ୍ୱାଗତ କରିଛନ୍ତି।

ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ଅବସରରେ ଫିନ୍‌ଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ପେଟେରୀ ଓରପୋଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

February 18th, 05:10 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୮ ଫେବୃଆରୀ ୨୦୨୬ରେ ନୂଆଦିଲ୍ଲୀରେ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ଅବସରରେ ଫିନ୍‌ଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀ ପେଟେରୀ ଓରପୋଙ୍କୁ ସାକ୍ଷାତ କରିଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଫିନଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ

February 18th, 02:04 pm

ଫିନଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ପେଟେରୀ ଅର୍ପୋ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ଫିନଲ୍ୟାଣ୍ଡର ରାଷ୍ଟ୍ରପତି ଆଲେକଜାଣ୍ଡର ଷ୍ଟବଙ୍କ ସହ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

August 27th, 08:32 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫିନଲ୍ୟାଣ୍ଡର ରାଷ୍ଟ୍ରପତି ଆଲେକଜାଣ୍ଡର ଷ୍ଟବଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି ।

ଫିନ୍‌ଲ୍ୟାଣ୍ଡର ରାଷ୍ଟ୍ରପତି ଆଲେକ୍‌ଜାଣ୍ଡର ଷ୍ଟବ୍‌ଙ୍କ ସହ ଟେଲିଫୋନ୍‌ରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

April 16th, 05:45 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫିନ୍‌ଲ୍ୟାଣ୍ଡର ରାଷ୍ଟ୍ରପତି ଶ୍ରୀ ଆଲେକ୍‌ଜାଣ୍ଡର ଷ୍ଟବ୍‌ଙ୍କ ସହ ଟେଲିଫୋନ୍‌ରେ କଥା ହୋଇଛନ୍ତି ।

ଦ୍ବିତୀୟ ଭାରତ ନୋର୍ଡିକ୍ ଶିଖର ସମ୍ମିଳନୀ

May 04th, 07:44 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦ୍ବିତୀୟ ଭାରତ-ନୋର୍ଡିକ ଶିଖର ସମ୍ମିଳନୀରେ ଡେନମାର୍କର ପ୍ରଧାନମନ୍ତ୍ରୀ ସୁଶ୍ରୀ ମେଟେ ଫେଡିରିକ୍‌ସେନ, ଆଇସଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ସୁଶ୍ରୀ କାଟରିନା ଜାକୋବ୍‌ସଡୋଟିର, ନରୱେର ପ୍ରଧାନମନ୍ତ୍ରୀ ଶ୍ରୀ ଜୋନାସ ଗହର ଷ୍ଟୋର, ସ୍ବିଡେନର ପ୍ରଧାନମନ୍ତ୍ରୀ ସୁଶ୍ରୀ ମେଣ୍ଡେଲିନା ଏଣ୍ଡରସନ ଏବଂ ଫିନଲାଣ୍ଡର ପ୍ରଧାନମନ୍ତ୍ରୀ ସୁଶ୍ରୀ ସନା ମାରିନଙ୍କ ସହିତ ଭାଗ ନେଇଛନ୍ତି।

Prime Minister’s meeting with Prime Minister of Finland

May 04th, 04:33 pm

Prime Minister Narendra Modi met PM Sanna Marin of Finland, in Copenhagen on the sidelines of the 2nd India-Nordic Summit. Both leaders noted that areas like sustainability, digitalization and cooperation in science and education were important pillars of the bilateral partnership.

ଭାରତ-ଫିନଲ୍ୟାଣ୍ଡ ଭର୍ଚୁଆଲ ବୈଠକ ଅବସରରେ ପ୍ରଧାନମନ୍ତ୍ରୀଙ୍କ ପ୍ରାରମ୍ଭିକ ବକ୍ତବ୍ୟ

March 16th, 05:18 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଫିନଲ୍ୟାଣ୍ଡ ପ୍ରଧାନମନ୍ତ୍ରୀ ମହାମହିମ ସୁଶ୍ରୀ ସାନ୍ନା ମାରିନଙ୍କ ମଧ୍ୟରେ ଆଜି ଏକ ଭର୍ଚୁଆଲ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଉଭୟ ନେତା ଦ୍ୱିପାକ୍ଷିକ ପ୍ରସଙ୍ଗର ବ୍ୟାପକ ଦିଗ ସମେତ ଆପୋସ ହିତ ସମ୍ବଳିତ କ୍ଷେତ୍ରୀୟ ଏବଂ ବହୁପକ୍ଷୀୟ ପ୍ରସଙ୍ଗରେ ଆଲୋଚନା କରିଥିଲେ।

ଭାରତ-ଫିନଲ୍ୟାଣ୍ଡ ଭର୍ଚୁଆଲ ଶିଖର ସମ୍ମିଳନୀ

March 16th, 05:05 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଫିନଲ୍ୟାଣ୍ଡ ପ୍ରଧାନମନ୍ତ୍ରୀ ମହାମହିମ ସୁଶ୍ରୀ ସାନ୍ନା ମାରିନଙ୍କ ମଧ୍ୟରେ ଆଜି ଏକ ଭର୍ଚୁଆଲ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଉଭୟ ନେତା ଦ୍ୱିପାକ୍ଷିକ ପ୍ରସଙ୍ଗର ବ୍ୟାପକ ଦିଗ ସମେତ ଆପୋସ ହିତ ସମ୍ବଳିତ କ୍ଷେତ୍ରୀୟ ଏବଂ ବହୁପକ୍ଷୀୟ ପ୍ରସଙ୍ଗରେ ଆଲୋଚନା କରିଥିଲେ।