ଇଥିଓପିଆ ସଂସଦର ମିଳିତ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

December 17th, 12:25 pm

ପ୍ରାଚୀନ ଜ୍ଞାନ ଓ ଆଧୁନିକ ଆକାଂକ୍ଷାର ସମନ୍ୱୟ ଥିବା ଏକ ଜାତିର ହୃଦୟସ୍ଥଳ ତଥା ଗଣତନ୍ତ୍ରର ଏହି ମନ୍ଦିରକୁ ଆସିଥିବାରୁ ମୁଁ ନିଜକୁ ଗୌରବାନ୍ୱିତ ମନେକରୁଛି। ଆପଣମାନଙ୍କ ସଂସଦ, ଆପଣମାନଙ୍କ ଜନତା ଏବଂ ଆପଣମାନଙ୍କ ଗଣତାନ୍ତ୍ରିକ ଯାତ୍ରା ପ୍ରତି ଗଭୀର ସମ୍ମାନର ସହିତ ମୁଁ ଏଠାକୁ ଆସିଛି।

ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

December 17th, 12:12 pm

ପ୍ରଧାନମନ୍ତ୍ରୀ ଭାରତୀୟମାନଙ୍କ ପକ୍ଷରୁ ଇଥିଓପିଆ ସାଂସଦମାନଙ୍କୁ ବନ୍ଧୁତା ଏବଂ ସଦ୍ଭାବନାର ଶୁଭେଚ୍ଛା ଜଣାଇ ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ସେ କହିଥିଲେ ଯେ, ସଂସଦକୁ ସମ୍ବୋଧିତ କରିବା ଏବଂ ଗଣତନ୍ତ୍ରର ଏହି ମନ୍ଦିର ମାଧ୍ୟମରେ, ଇଥିଓପିଆର ଭବିଷ୍ୟତ ଗଠନ କରୁଥିବା ସାଧାରଣ ଜନତା - କୃଷକ, ଉଦ୍ୟୋଗୀ, ଗର୍ବିତ ମହିଳା ଏବଂ ଯୁବକମାନଙ୍କ ସହ କଥା ହେବା ଏକ ସୌଭାଗ୍ୟର ବିଷୟ। ତାଙ୍କୁ ସର୍ବୋଚ୍ଚ ପୁରସ୍କାର - ‘ଗ୍ରେଟ୍ ଅନର ନିଶାନ ଅଫ ଇଥିଓପିଆ’ ପ୍ରଦାନ କରିବା ପାଇଁ ସେ ଇଥିଓପିଆର ଜନତା ଏବଂ ସରକାରଙ୍କୁ ଧନ୍ୟବାଦ ଜଣାଇଥିଲେ। ଦୁଇଦେଶର ଗୁରୁତ୍ବପୂର୍ଣ୍ଣ ସମ୍ପର୍କ କଥା ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ଯେ, ଏହି ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ ରହିଆସିଥିବା ଦୀର୍ଘକାଳୀନ ସମ୍ପର୍କ ରଣନୈତିକ ସହଭାଗୀତା ସ୍ତରକୁ ଉନ୍ନୀତ ହୋଇଛି।

Prime Minister holds bilateral talks with the Prime Minister of Ethiopia

December 17th, 12:02 am

During his visit to Ethiopia, PM Modi held discussions with Ethiopian PM Dr. Abiy Ahmed Ali in Addis Ababa. Both leaders reviewed the entire spectrum of the bilateral relationship and agreed to elevate the ties to the level of a Strategic Partnership. PM Modi thanked Ethiopia for its solidarity in the wake of the Pahalgam terror attack. Following the talks, the two leaders witnessed the exchange of MoUs.

ଫଳାଫଳ ତାଲିକା : ପ୍ରଧାନମନ୍ତ୍ରୀଙ୍କ ଇଥିଓପିଆ ଗସ୍ତ

December 16th, 10:41 pm

ଦ୍ୱିପାକ୍ଷିକ ସମ୍ପର୍କ ‘ରଣନୈତିକ ସହଭାଗୀତା’ ସ୍ତରକୁ ବୃଦ୍ଧି କରିବା

କେରଳର ତିରୁବନନ୍ତପୁରମଠାରେ ଭିଝିଞ୍ଜମ ଅନ୍ତର୍ଜାତୀୟ ବନ୍ଦରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ

May 02nd, 02:06 pm

କେରଳର ରାଜ୍ୟପାଳ ରାଜେନ୍ଦ୍ର ଆର୍ଲେକର ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ପି. ବିଜୟନ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀଗଣ, ମଞ୍ଚରେ ଉପସ୍ଥିତ ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ଏବଂ କେରଳର ମୋର ଭାଇ ଓ ଭଉଣୀମାନେ।

କେରଳରେ ୮୮୦୦ କୋଟି ଟଙ୍କା ମୂଲ୍ୟର ଭିଜିଞ୍ଜାମ ଅନ୍ତର୍ଜାତୀୟ ବନ୍ଦରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

May 02nd, 01:16 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର ତିରୁଅନନ୍ତପୁରମରେ ୮,୮୦୦ କୋଟି ଟଙ୍କା ମୂଲ୍ୟର ଭିଜିଞ୍ଜାମ ଅନ୍ତର୍ଜାତୀୟ ଗଭୀର ଜଳ ବହୁମୁଖୀ ବନ୍ଦରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଭଗବାନ ଆଦି ଶଙ୍କରାଚାର୍ଯ୍ୟଙ୍କ ଜନ୍ମବାର୍ଷିକୀର ପବିତ୍ର ଅବସରରେ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ତିନି ବର୍ଷ ପୂର୍ବେ ସେପ୍ଟେମ୍ବର ମାସରେ, ସେ ଆଦି ଶଙ୍କରାଚାର୍ଯ୍ୟଙ୍କ ପୂଜ୍ୟ ଜନ୍ମସ୍ଥାନ ପରିଦର୍ଶନ କରିବାର ସୌଭାଗ୍ୟ ଲାଭ କରିଥିଲେ। ତାଙ୍କ ସଂସଦୀୟ କ୍ଷେତ୍ର କାଶୀର ବିଶ୍ୱନାଥ ଧାମ ପରିସରରେ ଆଦି ଶଙ୍କରାଚାର୍ଯ୍ୟଙ୍କ ଏକ ବିଶାଳ ପ୍ରତିମୂର୍ତ୍ତି ପ୍ରତିଷ୍ଠିତ ହୋଇଥିବାରୁ ସେ ଆନନ୍ଦ ପ୍ରକାଶ କରିଥିଲେ। ଏହି ପ୍ରତିଷ୍ଠାନ ଆଦି ଶଙ୍କରାଚାର୍ଯ୍ୟଙ୍କ ବ୍ୟାପକ ଆଧ୍ୟାତ୍ମିକ ଜ୍ଞାନ ଏବଂ ଶିକ୍ଷା ପ୍ରତି ଏକ ଶ୍ରଦ୍ଧାଞ୍ଜଳିର ସ୍ୱରୂପ ବୋଲି ସେ ଗୁରୁତ୍ୱାରୋପ କରିଥିଲେ। ସେ ଆହୁରି ମଧ୍ୟ ଉଲ୍ଲେଖ କରିଥିଲେ ଯେ ତାଙ୍କୁ ଉତ୍ତରାଖଣ୍ଡର ପବିତ୍ର କେଦାରନାଥ ଧାମରେ ଆଦି ଶଙ୍କରାଚାର୍ଯ୍ୟଙ୍କ ଦିବ୍ୟ ପ୍ରତିମା ଉନ୍ମୋଚନ କରିବାର ଗୌରବ ମଧ୍ୟ ମିଳିଥିଲା। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଆଉ ଏକ ସ୍ୱତନ୍ତ୍ର ଅବସର, କାରଣ ଆଜି କେଦାରନାଥ ମନ୍ଦିରର ଦ୍ୱାର ଭକ୍ତମାନଙ୍କ ପାଇଁ ଖୋଲାଯାଇଛି। କେରଳରୁ ଜନ୍ମିତ ଆଦି ଶଙ୍କରାଚାର୍ଯ୍ୟ ଦେଶର ବିଭିନ୍ନ କୋଣରେ ମଠ ପ୍ରତିଷ୍ଠା କରିଥିଲେ, ଯାହା ଦ୍ୱାରା ଜାତୀୟ ଚେତନା ଜାଗ୍ରତ ହୋଇଥିଲା ବୋଲି ପ୍ରଧାନମନ୍ତ୍ରୀ ମୋଦୀ ଗୁରୁତ୍ୱାରୋପ କରିଥିଲେ। ସେ କହିଥିଲେ, ଆଦି ଶଙ୍କରଙ୍କ ପ୍ରୟାସ ଏକ ସୁସଂହତ ଏବଂ ଆଧ୍ୟାତ୍ମିକ ଭାବରେ ପ୍ରବୁଦ୍ଧ ଭାରତ ପାଇଁ ମୂଳଦୁଆ ସ୍ଥାପନ କରିଥିଲା।

India is building its own Large Language Model considering our diversity: PM Modi at AI Action Summit

February 11th, 03:15 pm

In his address during the AI Action Summit in Paris, PM Modi highlighted AI’s potential and the need for global governance to ensure ethical, inclusive, and responsible use. He stressed reducing biases, AI-driven innovation in health, education, and sustainability, and the importance of skilling for future jobs. PM Modi also showcased India’s leadership in AI adoption, digital infrastructure, and its commitment to a people-centric AI future.

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ୟାରିସଠାରେ ଏଆଇ ଆକ୍ସନ ଶିଖର ସମ୍ମିଳନୀର ସହ ଅଧ୍ୟକ୍ଷତା କଲେ

February 11th, 03:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ୟାରିସଠାରେ ଫ୍ରାନ୍ସ ର ରାଷ୍ଟ୍ରପତି ଶ୍ରୀ ଇମାନୁଏଲ ମାକ୍ରୋନଙ୍କ ସହ ଏଆଇ ଆକ୍ସନ ଶିଖର ସମ୍ମିଳନୀର ସହ-ଅଧ୍ୟକ୍ଷତା କରିଥିଲେ । ଫେବ୍ରୁଆରି ୬ରୁ ୭ ତାରିଖ ପର୍ଯ୍ୟନ୍ତ ବିଜ୍ଞାନ ଦିବସରୁ ଆରମ୍ଭ ହୋଇଥିବା ସପ୍ତାହବ୍ୟାପୀ ଏହି ସମ୍ମିଳନୀ ପରେ ଫେବ୍ରୁଆରି ୮ରୁ ୯ ତାରିଖ ପର୍ଯ୍ୟନ୍ତ ସାଂସ୍କୃତିକ ସପ୍ତାହ ସହ ଶେଷ ହୋଇଥିଲା। ବିଶ୍ୱସ୍ତରୀୟ ନେତା, ନୀତି ନିର୍ମାତା ଏବଂ ଶିଳ୍ପ ବିଶେଷଜ୍ଞଙ୍କ ଉପସ୍ଥିତିରେ ଏକ ଉଚ୍ଚସ୍ତରୀୟ ବିଭାଗରେ ଏହା ଶେଷ ହୋଇଥିଲା।

India is driving not only its own growth but also the world's growth: PM Modi at India Energy Week

February 11th, 11:37 am

At India Energy Week, PM Modi highlighted India's energy ambitions based on resources, innovation, economic strength, strategic geography and sustainability. He emphasised India's rapid progress in renewables, biofuels and green energy, policy reforms and investment opportunities, reaffirming the country's commitment to driving global growth and energy transformation.

ଭାରତ ଶକ୍ତି ସପ୍ତାହ ୨୦୨୫ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ

February 11th, 09:55 am

ଏକବିଂଶ ଶତାବ୍ଦୀ ଭାରତର ବୋଲି ବିଶ୍ୱବ୍ୟାପୀ ବିଶେଷଜ୍ଞମାନେ କହୁଥିବା ଦର୍ଶାଇ ଶ୍ରୀ ମୋଦୀ କହିଥିଲେ, ଭାରତ କେବଳ ଏହାର ଅଭିବୃଦ୍ଧି ନୁହେଁ ବରଂ ବିଶ୍ୱର ଅଭିବୃଦ୍ଧିକୁ ମଧ୍ୟ ତ୍ୱରାନ୍ୱିତ କରୁଛି ଏବଂ ଶକ୍ତି କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ସେ ଗୁରୁତ୍ୱାରୋପ କରି କହିଥିଲେ ଯେ ଭାରତର ଶକ୍ତି ଆକାଂକ୍ଷା ପାଞ୍ଚଟି ସ୍ତମ୍ଭ ଉପରେ ନିର୍ମିତ: ସମ୍ବଳର ଉପଯୋଗ, ମେଧାବୀ ମାନସିକତା ମଧ୍ୟରେ ଉଦ୍ଭାବନକୁ ପ୍ରୋତ୍ସାହିତ କରିବା, ଅର୍ଥନୈତିକ ଶକ୍ତି ଏବଂ ରାଜନୈତିକ ସ୍ଥିରତା, ରଣନୈତିକ ଭୌଗୋଳିକ ଶକ୍ତି ବାଣିଜ୍ୟକୁ ଆକର୍ଷଣୀୟ ଏବଂ ସହଜ କରିବା ତଥା ବିଶ୍ୱସ୍ଥାୟୀତ୍ବ ପ୍ରତି ପ୍ରତିବଦ୍ଧତା । ଏହି କାରଣଗୁଡ଼ିକ ଭାରତର ଶକ୍ତି କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି କରୁଛି ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ।

'ଉତ୍କର୍ଷ ଓଡ଼ିଶା'ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ - ଭୁବନେଶ୍ୱରରେ ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ

January 28th, 11:30 am

ରାଜ୍ୟପାଳ ଶ୍ରୀ ହରି ବାବୁ, ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ମନ୍ତ୍ରୀଗଣ, ଓଡ଼ିଶା ସରକାରଙ୍କ ମନ୍ତ୍ରୀ, ସାଂସଦ, ବିଧାୟକ, ଶିଳ୍ପ ଓ ବ୍ୟବସାୟ ଜଗତର ପ୍ରମୁଖ ଉଦ୍ୟୋଗୀ, ଦେଶ ଓ ବିଶ୍ୱର ନିବେଶକ ଏବଂ ଓଡ଼ିଶାର ମୋର ପ୍ରିୟ ଭାଇ ଭଉଣୀମାନେ !

ଭୁବନେଶ୍ୱରରେ 'ଉତ୍କର୍ଷ ଓଡ଼ିଶା' - ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 28th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭୁବନେଶ୍ୱରରେ ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ ୨୦୨୫ ଏବଂ ମେକ୍ ଇନ୍ ଓଡ଼ିଶା ପ୍ରଦର୍ଶନୀକୁ ଉଦଘାଟନ କରିଛନ୍ତି । ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଜାନୁଆରୀ ୨୦୨୫ରେ ଏହା ତାଙ୍କର ଦ୍ୱିତୀୟ ଓଡ଼ିଶା ଗସ୍ତ । ପ୍ରବାସୀ ଭାରତୀୟ ଦିବସ ୨୦୨୫ର ଉଦଘାଟନ ପାଇଁ ତାଙ୍କର ଗସ୍ତକୁ ମନେପକାଇ ସେ ଏପରି କହିଥିଲେ । ଏହା ଓଡ଼ିଶାରେ ଏପର୍ଯ୍ୟନ୍ତ ଅନୁଷ୍ଠିତ ସର୍ବବୃହତ୍ ବ୍ୟବସାୟ ସମ୍ମିଳନୀ ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ କହିଥିଲେ ଯେ ମେକ୍ ଇନ୍ ଓଡ଼ିଶା ୨୦୨୫ରେ ୫ରୁ ୬ ଗୁଣ ଅଧିକ ନିବେଶକ ଅଂଶଗ୍ରହଣ କରିଛନ୍ତି। ଏହି ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ସେ ଓଡ଼ିଶାବାସୀ ଓ ସରକାରଙ୍କୁ ଅଭିନନ୍ଦନ ଜଣାଇଥିଲେ।

ମିଳିତ ବିବୃତି: ସପ୍ତମ ଭାରତ-ଜର୍ମାନୀ ଆନ୍ତଃ-ସରକାରୀ ପରାମର୍ଶ (ଆଇଜିସି)

October 25th, 08:28 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଫେଡେରାଲ ଚାନ୍ସେଲର ଓଲାଫ୍ ସ୍କୋଲ୍ଜ୍ ୨୫ ଅକ୍ଟୋବର ୨୦୨୪ରେ ନୂଆଦିଲ୍ଲୀଠାରେ ଭାରତ-ଜର୍ମାନୀ ଆନ୍ତଃସରକାରୀ ପରାମର୍ଶ (ସପ୍ତମ ଆଇଜିସି)ର ସପ୍ତମ ରାଉଣ୍ଡର ସହ-ଅଧ୍ୟକ୍ଷତା କରିଥିଲେ । ଭାରତ ପକ୍ଷରୁ ଏହି ପ୍ରତିନିଧି ଦଳରେ ପ୍ରତିରକ୍ଷା ମନ୍ତ୍ରୀ,ବୈଦେଶିକ ବ୍ୟାପାର ମନ୍ତ୍ରୀ,ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ,ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରୀ,ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ (MOS) ଏବଂ ଦକ୍ଷତା ବିକାଶ ମନ୍ତ୍ରୀ (MOS) ଏବଂ ଜର୍ମାନୀ ପକ୍ଷରୁ ଅର୍ଥନୈତିକ ବ୍ୟାପାର ଓ ଜଳବାୟୁ କାର୍ଯ୍ୟ ମନ୍ତ୍ରୀ,ବୈଦେଶିକ ବ୍ୟାପାର ମନ୍ତ୍ରୀ, ଶ୍ରମ ଓ ସାମାଜିକ ବ୍ୟାପାର ଏବଂ ଶିକ୍ଷା ଓ ଗବେଷଣା ମନ୍ତ୍ରୀ ସାମିଲ ଥିଲେ। ଏହା ସହିତ ଏହି ପ୍ରତିନିଧି ଦଳରେ ଜର୍ମାନ ପକ୍ଷରୁ ଅର୍ଥ,ପରିବେଶ, ପ୍ରକୃତି ସଂରକ୍ଷଣ,ପରମାଣୁ ନିରାପତ୍ତା ଏବଂ ଖାଉଟି ସୁରକ୍ଷା ଏବଂ ଅର୍ଥନୈତିକ ସହଯୋଗ ଓ ବିକାଶ ପାଇଁ ସଂସଦୀୟ ରାଜ୍ୟ ସଚିବ ଏବଂ ଉଭୟ ପକ୍ଷର ବରିଷ୍ଠ ଅଧିକାରୀମାନେ ସାମିଲ ଥିଲେ।

Today India is working in every sector, in every area with unprecedented speed: PM at NDTV World Summit

October 21st, 10:25 am

Prime Minister Narendra Modi addressed the NDTV World Summit 2024. “Today, India is working in every sector and area with unprecedented speed”, the Prime Minister said. Noting the completion of 125 days of the third term of the government, PM Modi threw light on the work done in the country.

ନୂଆଦିଲ୍ଲୀରେ ଏନଡିଟିଭି ବିଶ୍ୱ ଶିଖର ସମ୍ମିଳନୀ ୨୦୨୪କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 21st, 10:16 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଅନୁଷ୍ଠିତ ଏନଡିଟିଭି ବିଶ୍ୱ ସମ୍ମିଳନୀ ୨୦୨୪ କୁ ସମ୍ବୋଧିତ କରିଛନ୍ତି। ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରିବା ସହ ଏହି ସମ୍ମିଳନୀରେ ବହୁ ପ୍ରସଙ୍ଗ ଉପରେ ଆଲୋଚନା ହେବ ବୋଲି କହିଥିଲେ। ବିଭିନ୍ନ କ୍ଷେତ୍ରରୁ ବିଶ୍ୱସ୍ତରୀୟ ନେତାଙ୍କ ଉପସ୍ଥିତିକୁ ମଧ୍ୟ ସେ ସ୍ୱୀକାର କରିଥିଲେ, ଯେଉଁମାନେ ସେମାନଙ୍କର ମତ ରଖିବେ।

ଆନ୍ତର୍ଜାତିକ ଦୂରସଞ୍ଚାର ସଂଘ- ବିଶ୍ୱ ଦୂରସଞ୍ଚାର ମାନକୀକରଣ ସମାବେଶ ୨୦୨୪ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱକୁ ଉଦ୍ୟୋଗ ମୁଖ୍ୟଙ୍କ ପ୍ରଶଂସା

October 15th, 02:23 pm

ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଆଜି ଅନୁଷ୍ଠିତ ଆନ୍ତର୍ଜାତିକ ଦୂରସଞ୍ଚାର ସଂଘ - ବିଶ୍ୱ ଦୂରସଞ୍ଚାର ମାନକୀକରଣ ସମାବେଶ (ITU-WTSA) ୨୦୨୪ରେ ଇଣ୍ଡିଆ ମୋବାଇଲ କଂଗ୍ରେସର ଅଷ୍ଟମ ସଂସ୍କରଣକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦଘାଟନ କରିଛନ୍ତି । ଆନ୍ତର୍ଜାତିକ ଦୂରସଞ୍ଚାର ସଂଘ ଡିଜିଟାଲ ଟେକ୍ନୋଲୋଜି କ୍ଷେତ୍ରରେ ଜାତିସଂଘର ଏକ ସଂସ୍ଥା ଏବଂ ଏହାର ମାନକୀକରଣ କାର୍ଯ୍ୟ ପାଇଁ ଡବ୍ଲୁଟିଏସଏ ପ୍ରଶାସନିକ ସଭା ଭାବେ କାର୍ଯ୍ୟ କରେ । ଏହା ପ୍ରତି ୪ ବର୍ଷରେ ଥରେ ଅନୁଷ୍ଠିତ ହୋଇଥାଏ । ପ୍ରଥମ ଥର ପାଇଁ ଭାରତ ଏବଂ ଏସିଆ-ପ୍ରଶାନ୍ତ ମହାସାଗରରେ ITU-WTSA ଅନୁଷ୍ଠିତ ହେଉଛି । ଟେଲିକମ୍‌, ଡିଜିଟାଲ ଏବଂ ଆଇସିଟି କ୍ଷେତ୍ରକୁ ପ୍ରତିନିଧିତ୍ୱ କରୁଥିବା ୧୯୦ରୁ ଅଧିକ ଦେଶର ୩୦୦୦ ରୁ ଅଧିକ ଉଦ୍ୟୋଗ ମୁଖ୍ୟ, ନୀତି ନିର୍ମାତା ଏବଂ ବୈଷୟିକ ବିଶେଷଜ୍ଞଙ୍କୁ ଏକାଠି କରିବା ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଶ୍ୱସ୍ତରୀୟ କାର୍ଯ୍ୟକ୍ରମ ।

ଆଇଟିୟୁ-ବିଶ୍ୱ ଦୂରସଂଚାର ମାନକୀକରଣ ସଭା ୨୦୨୪ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 15th, 10:05 am

ମନ୍ତ୍ରିମଣ୍ଡଳର ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ଚନ୍ଦ୍ରଶେଖର, ଆଇଟିୟୁର ମହାସଚିବ, ବିଭିନ୍ନ ଦେଶର ମନ୍ତ୍ରୀଗଣ, ଭାରତର ବିଭିନ୍ନ ରାଜ୍ୟରୁ ଆସିଥିବା ସମସ୍ତ ମନ୍ତ୍ରୀଗଣ, ଶିଳ୍ପନେତାଗଣ, ଟେଲିକମ୍ ବିଶେଷଜ୍ଞ, ଷ୍ଟାର୍ଟଅପ୍ ଦୁନିଆର ମୋର ପ୍ରିୟ ଯୁବକଗଣ, ଦେଶ ଓ ବିଶ୍ୱରୁ ଆସିଥିବା ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ଭଦ୍ରବ୍ୟକ୍ତି ମାନେ ।

ନୂଆଦିଲ୍ଲୀରେ ଆଇଟିୟୁ ବିଶ୍ୱ ଦୂରସଞ୍ଚାର ମାନକୀକରଣ ସମାବେଶ ୨୦୨୪ କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 15th, 10:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆନ୍ତର୍ଜାତିକ ଦୂରସଞ୍ଚାର ସଂଘ - ବିଶ୍ୱ ଦୂରସଞ୍ଚାର ମାନକ ସମାବେଶ (ଡବ୍ଲୁଟିଏସଏ) ୨୦୨୪କୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଶ୍ରୀ ମୋଦୀ ଇଣ୍ଡିଆ ମୋବାଇଲ୍ କଂଗ୍ରେସର ଅଷ୍ଟମ ସଂସ୍କରଣକୁ ମଧ୍ୟ ଉଦଘାଟନ କରିଥିଲେ। ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ସେ ବୁଲି ଦେଖିଥିଲେ।

ମିଳିତ ତଥ୍ୟ ପତ୍ର: ଯୁକ୍ତରାଷ୍ଟ୍ର ଆମେରିକା ଏବଂ ଭାରତ ମଧ୍ୟରେ ବ୍ୟାପକ ଏବଂ ବୈଶ୍ୱିକ ରଣନୈତିକ ଭାଗିଦାରୀକୁ ବିସ୍ତାର ଉପକ୍ରମ ଜାରି ରଖିବ ଆମେରିକା

September 22nd, 12:00 pm

ଆଜି ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଯୋଶେଫ୍ ଆର ବାଇଡେନ୍ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୃଢ଼ୋକ୍ତି ବ୍ୟକ୍ତ କରି କହିଛନ୍ତି ଯେ ଏକବିଂଶ ଶତାବ୍ଦୀର ନିର୍ଣ୍ଣାୟକ ଭାଗିଦାରୀ, ଆମେରିକା ଏବଂ ଭାରତ ମଧ୍ୟରେ ବ୍ୟାପକ ବୈଶ୍ୱିକ ଏବଂ ରଣନୈତିକ ଭାଗିଦାରୀ ନିର୍ଣ୍ଣାୟକ ଭାବରେ ବିଶ୍ୱ ସ୍ୱାର୍ଥରକ୍ଷା ନିମନ୍ତେ ଥିବା ଏକ ମହତ୍ତ୍ୱାକାଂକ୍ଷୀ କାର୍ଯ୍ୟସୂଚୀକୁ ପୂରଣ କରୁଛି । ଉଭୟ ନେତା ସେହି ଐତିହାସିକ କାଳଖଣ୍ଡ ସମ୍ପର୍କରେ ପ୍ରତିଫଳିତ କରିଥିଲେ ଯେତେବେଳେ ଯୁକ୍ତରାଷ୍ଟ୍ର ଆମେରିକା ଏବଂ ଭାରତ ମଧ୍ୟରେ ବିଶ୍ୱାସ ଏବଂ ସହଯୋଗର ଏକ ଅଭୂତପୂର୍ବ ପର୍ଯ୍ୟାୟରେ ରହିଥିଲା । ଗଣତନ୍ତ୍ର, ସ୍ୱାଧୀନତା, ଆଇନର ଶାସନ, ମାନବିକ ଅଧିକାର, ବିବିଧତା ଏବଂ ସମସ୍ତଙ୍କ ପାଇଁ ସମାନ ସୁଯୋଗ ବଜାୟ ରଖିବା ଦିଗରେ ଆମେରିକା ଏବଂ ଭାରତ ଭାଗିଦାରୀ ପ୍ରୟାସକୁ ଗୁରୁତ୍ୱ ଦେବା ଉଚିତ ବୋଲି ଉଭୟ ନେତା ପ୍ରତିବଦ୍ଧତା ପ୍ରକଟ କରିଛନ୍ତି । ଉଭୟ ନେତା ଆମେରିକା-ଭାରତ ପ୍ରମୁଖ ପ୍ରତିରକ୍ଷା ସହଭାଗୀତାକୁ ବିଶ୍ୱ ନିରାପତ୍ତା ଏବଂ ଶାନ୍ତିର ସ୍ତମ୍ଭରେ ପରିଣତ କରିଥିବା ଅଗ୍ରଗତିକୁ ଭୂୟସୀ ପ୍ରଶଂସା କରିଥିଲେ ଏବଂ ପ୍ରତିରକ୍ଷା ଶିଳ୍ପରେ ପରିଚାଳନା ସମନ୍ୱୟ, ସୂଚନା ଆଦାନ ପ୍ରଦାନ ଏବଂ ନବସୃଜନ ବୃଦ୍ଧିର ଲାଭ ଉପରେ ଆଲୋକପାତ କରିଥିଲେ । ରାଷ୍ଟ୍ରପତି ଯୋଶେଫ ଆର ବାଇଡେନ୍ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଶା ଓ ଦୃଢ଼ ବିଶ୍ୱାସ ବ୍ୟକ୍ତ କରି କହିଛନ୍ତି ଯେ ଆମର ଜନସାଧାରଣ, ଆମର ବେସାମରିକ ଏବଂ ବେସରକାରୀ କ୍ଷେତ୍ର ଏବଂ ଆମ ସରକାରଙ୍କ ନିବିଡ଼ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ଅକ୍ଳାନ୍ତ ପ୍ରୟାସ ଆଗାମୀ ଦଶନ୍ଧିରେ ଆମେରିକା-ଭାରତ ଭାଗିଦାରୀକୁ ଆହୁରି ଅଧିକ ଉଚ୍ଚତାକୁ ନେଇଯିବ ।

ଗୁଜରାଟର ଗାନ୍ଧୀନଗରରେ ପୁନଃନିବେଶ ୨୦୨୪ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 16th, 11:30 am

ଗୁଜୁରାଟର ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବବ୍ରତ ଜୀ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ରଭାଇ ପଟେଲ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ ଜୀ, ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଶର୍ମା ଜୀ, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଯାଦବ ଜୀ, ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଜୀ ମଧ୍ୟ ଏଠାରେ ଦେଖୁଛି, ଗୋଆରେ ମୁଖ୍ୟମନ୍ତ୍ରୀ ମଧ୍ୟ ଦେଖାଯାଉଛନ୍ତି ଏବଂ ମୁଁ ଅନେକ ରାଜ୍ୟର ଶକ୍ତି ମନ୍ତ୍ରୀମାନଙ୍କୁ ମଧ୍ୟ ଦେଖୁଛି । ସେହିଭଳି ବିଦେଶରୁ ଆସିଥିବା ଅତିଥି, ଜର୍ମାନୀର ଅର୍ଥନୈତିକ ସହଯୋଗ ମନ୍ତ୍ରୀ, ଡେନମାର୍କର ଶିଳ୍ପ ବ୍ୟବସାୟ ମନ୍ତ୍ରୀମଣ୍ଡଳର ମୋର ସହଯୋଗୀ ପ୍ରହ୍ଲାଦ ଯୋଶୀଜୀ, ଶ୍ରୀପଦ ନାଏକ, ଏବଂ ବିଶ୍ୱର ବିଭିନ୍ନ ଦେଶର ସମସ୍ତ ପ୍ରତିନିଧି, ମହିଳା ଓ ଭଦ୍ରବ୍ୟକ୍ତି ମାନେ!