'ଭୋକାଲ୍ ଫର୍ ଲୋକାଲ୍' – ମନ୍ କି ବାତ୍ ରେ ସ୍ୱଦେଶୀ ଗର୍ବର ସହ ପର୍ବପର୍ବାଣୀ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅନୁରୋଧ

August 31st, 11:30 am

ଚଳିତ ମାସର ମନ୍ କି ବାତ୍ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ମୋଦୀ ବନ୍ୟା ଏବଂ ଭୂସ୍ଖଳନ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିଥିବା ସୁରକ୍ଷା ବାହିନୀ ଏବଂ ନାଗରିକମାନଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଛନ୍ତି। ଜମ୍ମୁ-କଶ୍ମୀରରେ କ୍ରୀଡ଼ା ପ୍ରତିଯୋଗିତା, ସୌରଶକ୍ତି, 'ଅପରେସନ୍ ପୋଲୋ' ଏବଂ ଭାରତୀୟ ସଂସ୍କୃତିର ବିଶ୍ବବ୍ୟାପୀ ପ୍ରସାର ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସେ ଆଲୋକପାତ କରିଥିଲେ। ପାର୍ବଣ ଋତୁରେ ମେଡ୍ ଇନ୍ ଇଣ୍ଡିଆ ଉତ୍ପାଦ କିଣିବା ଏବଂ ସ୍ୱଚ୍ଛତା ବଜାୟ ରଖିବାର ଗୁରୁତ୍ୱ ବିଷୟରେ ପ୍ରଧାନମନ୍ତ୍ରୀ ନାଗରିକମାନଙ୍କୁ ସ୍ମରଣ କରାଇଥିଲେ ।

ଗଣେଶ ଚତୁର୍ଥୀ ଅବସରରେ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀଙ୍କ ହାର୍ଦ୍ଦିକ ଅଭିନନ୍ଦନ

August 27th, 07:35 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗଣେଶ ଚତୁର୍ଥୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ।

ଗୁଜରାଟର ଅହମ୍ମଦାବାଦରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

August 25th, 06:42 pm

ଆଜି ଆପଣମାନେ ପରିବେଶକୁ ବନାଇ ରଖିଛନ୍ତି । ଅନେକ ଥର ମନରେ ଆସେ ଏହା କିପରି ଭାଗ୍ୟ ଯେ ଲକ୍ଷ ଲକ୍ଷ ଲୋକଙ୍କ ପ୍ରେମ ଏବଂ ସେମାନଙ୍କ ଆଶୀର୍ବାଦ, ମୁଁ ଆପଣମାନଙ୍କୁ ଯେତେ ଧନ୍ୟବାଦ କଲେ ବି ସେତେ କମ୍ ହେବ । ଦେଖନ୍ତୁ ସେଠାରେ କେହି ଛୋଟ ନରେନ୍ଦ୍ର ଛିଡ଼ା ହୋଇଗଲାଣି ।

ଗୁଜରାଟର ଅହମଦାବାଦରେ ୫୪୦୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

August 25th, 06:15 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଅହମଦାବାଦରେ ୫୪ ଶହ କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି । ସମବେତ ଜନସଭାକୁ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ, ଗଣେଶ ପୂଜା ଲାଗି ସାରା ଦେଶ ଏବେ ଉତ୍ସବମୁଖର ରହିଛି । ଗଣପତିଙ୍କ ଆଶୀର୍ବାଦରେ ଚଳିତ ପୂଜାଠାରୁ ଗୁଜରାଟର ବିକାଶ ଲାଗି ବିଭିନ୍ନ ଉନ୍ନତିମୂଳକ କାମର ଶୁଭାରମ୍ଭ କରାଯିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।

ଗୁଜରାଟର ଦାହୋଡରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

May 26th, 11:45 am

ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, ଗୁଜରାଟ ସରକାରଙ୍କ କ୍ୟାବିନେଟର ମୋର ସମସ୍ତ ସହକର୍ମୀ, ସାଂସଦ, ବିଧାୟକ, ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ଦାହୋଡର ମୋର ପ୍ରିୟ ଭାଇ ଓ ଭଉଣୀମାନେ,

ଗୁଜରାଟର ଦାହୋଡ଼ରେ 24,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

May 26th, 11:40 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଦାହୋଡ଼ ଠାରେ 24,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି ଯେ , ମେ’ 26 ତାରିଖଟି ବିଶେଷ ଗୁରୁତ୍ୱ ବହନ କରେ, କାରଣ ହେଉଛି ଏହି ଦିନ ସେ 2014 ରେ ପ୍ରଧାନମନ୍ତ୍ରୀ ଭାବରେ ପ୍ରଥମ ଥର ପାଇଁ ଶପଥ ଗ୍ରହଣ କରିଥିଲେ। ସେ ଗୁଜରାଟର ଲୋକ, ଯେଉଁମାନେ ତାଙ୍କୁ ରାଷ୍ଟ୍ରର ନେତୃତ୍ୱ ନେବାର ଦାୟିତ୍ୱ ଦେଇଥିଲେ, ସେମାନଙ୍କର ଅତୁଟ ସମର୍ଥନ ଏବଂ ଆଶୀର୍ବାଦକୁ ସ୍ୱୀକାର କରିଥିଲେ। ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ ଯେ, ଏହି ବିଶ୍ୱାସ ଏବଂ ଉତ୍ସାହ ଦିନରାତି ଦେଶ ସେବା କରିବା ପାଇଁ ତାଙ୍କ ଉତ୍ସର୍ଗକୁ ପ୍ରୋତ୍ସାହିତ କରିଛି । ବର୍ଷ ବର୍ଷ ଧରି, ଭାରତ ଏପରି ନିଷ୍ପତ୍ତି ନେଇଛି , ଯାହା ଅଭୂତପୂର୍ବ ଏବଂ ଅକଳ୍ପନୀୟ ଥିଲା, ଅନେକ ଦଶନ୍ଧି ପୁରୁଣା ପ୍ରତିବନ୍ଧକରୁ ମୁକ୍ତ ହୋଇ ପ୍ରତ୍ୟେକ କ୍ଷେତ୍ରରେ ଭାରତ ଅଗ୍ରଗତି କରିଛି। ଆଜି, ଦେଶ ହତାଶା ଏବଂ ଅନ୍ଧକାରର ଯୁଗରୁ ଆତ୍ମବିଶ୍ୱାସ ଏବଂ ଆଶାବାଦର ଏକ ନୂତନ ଯୁଗକୁ ଗତି କରୁଛି, ବୋଲି ସେ ମଧ୍ୟ କହିଛନ୍ତି।

ମୁମ୍ବାଇରେ ଅଭିଜାତ ମରାଠୀ ଭାଷା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 05th, 07:05 pm

ମହାରାଷ୍ଟ୍ରର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ, ମୁଖ୍ୟମନ୍ତ୍ରୀ ଶ୍ରୀମାନ ଏକନାଥ ସିନ୍ଦେ, ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ, ଅଜିତ ପାୱାର, କେନ୍ଦ୍ରରେ ଥିବା ମୋର ସମସ୍ତ ସହଯୋଗୀ, ଅନେକ ପିଢି ଧରି ନିଜର ଗାୟକିର ଛାପ ଛାଡିଥିବା ଆଶା ପ୍ରସିଦ୍ଦ ଅଭିନେତା ଭାଇ ସଚିନ, ନାମଦେବ କାମ୍ବଲେ, ସଦାନନ୍ଦ ମୋରେ ଜୀ, ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରୀ ଭାଇ ଦୀପକ, ମଙ୍ଗଳପ୍ରଭାତ ଲୋଧା, ମଙ୍ଗଲପ୍ରଭାତ ଲୋଧା, ବିଜେପିର ମୁମ୍ବାଇ ସଭାପତି ଭାଇ ଆଶିଷ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଭାଇ ଏବଂ ଭଉଣୀମାନେ !

Prime Minister Shri Narendra Modi participates in Abhijat Marathi language program in Mumbai, Maharashtra

October 05th, 07:00 pm

Addressing the gathering, the Prime Minister remarked that the Marathi language has officially been granted the status of a classical langPrime Minister Narendra Modi participated in the Abhijat Marathi Language program in Mumbai, Maharashtra. Addressing the gathering, PM Modi remarked that the Marathi language has officially been granted the status of a classical language by the Central Government. PM Modi emphasized the significance of this moment, describing it as a golden milestone in the history of the Marathi language as he acknowledged the long-standing aspirations of Marathi-speaking people and expressed delight in contributing towards fulfilling Maharashtra's dream.uage by the Central Government. Shri Modi emphasized the significance of this moment, describing it as a golden milestone in the history of the Marathi language as he acknowledged the long-standing aspirations of Marathi-speaking people and expressed delight in contributing towards fulfilling Maharashtra's dream.

ଓଡିଶାର ଭୁବନେଶ୍ୱରଠାରେବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦ୍‌ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 17th, 12:26 pm

ଓଡିଶାର ରାଜ୍ୟପାଳ ରଘୁବର ଦାସଜୀ, ଏଠିକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜୀ , କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଜୁଏଲ ଓରାମ ଜୀ, ଧର୍ମେନ୍ଦ୍ର ପ୍ରଧାନ ଜୀ, ଅନ୍ନପୂର୍ଣ୍ଣା ଦେବୀ ଜୀ, ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଜୀ, ଶ୍ରୀମତୀ ପ୍ରଭାତୀ ପରିଡ଼ା ଜୀ, ସାଂସଦଗଣ, ବିଧାୟକ, ଦେଶର କୋଣ ଅନୁକୋଣରୁ ଆଜି ଆମ ସହ ଜଡ଼ିତ ଯୋଡି ହୋଇଥିବା ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଏବଂଓଡିଶର ମୋର ଭାଇ ଓ ଭଉଣୀମାନେ

ଭୁବନେଶ୍ୱରରେ ସର୍ବବୃହତ ମହିଳା କେନ୍ଦ୍ରିତ ଯୋଜନା ‘ସୁଭଦ୍ରା’ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 17th, 12:24 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭୁବନେଶ୍ୱରରେ ଓଡ଼ିଶା ସରକାରଙ୍କ ପ୍ରମୁଖ ଯୋଜନା ‘ସୁଭଦ୍ରା’ର ଶୁଭାରମ୍ଭ କରିଛନ୍ତି । ଏହା ସର୍ବବୃହତ୍, ଏକକ ମହିଳା କେନ୍ଦ୍ରୀତ ଯୋଜନା ଏବଂ ଏଥିରେ ୧ କୋଟିରୁ ଅଧିକ ମହିଳା ସାମିଲ ହେବେ ବୋଲି ଆଶା କରାଯାଉଛି। ପ୍ରଧାନମନ୍ତ୍ରୀ ୧୦ ଲକ୍ଷରୁ ଅଧିକ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ହସ୍ତାନ୍ତରର ଶୁଭାରମ୍ଭ କରିଛନ୍ତି । ଶ୍ରୀ ମୋଦୀ ୨୮୦୦ କୋଟିରୁ ଅଧିକ ଟଙ୍କାର ରେଳ ପ୍ରକଳ୍ପ ପାଇଁ ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିବା ସହ ୧୦୦୦ କୋଟିରୁ ଅଧିକ ଟଙ୍କାର ଜାତୀୟ ରାଜପଥ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ । ପ୍ରଧାନମନ୍ତ୍ରୀ ପାଖାପାଖି ୧୪ଟି ରାଜ୍ୟର ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନା ଅଧୀନରେ ପ୍ରାୟ ୧୦ ଲକ୍ଷ ହିତାଧିକାରୀଙ୍କୁ ଗୃହ ନିର୍ମାଣ ସହାୟତାର ପ୍ରଥମ କିସ୍ତି ଜାରି କରିଥିଲେ। ସେ ଦେଶବ୍ୟାପୀ ପିଏମଏୱାଇ (ଗ୍ରାମୀଣ ଏବଂ ସହରାଞ୍ଚଳ)ର ୨୬ ଲକ୍ଷ ହିତାଧିକାରୀଙ୍କ ପାଇଁ ଗୃହ ପ୍ରବେଶ ଉତ୍ସବରେ ଅଂଶଗ୍ରହଣ କରିଥିଲେ ଏବଂ ପିଏମଏୱାଇ (ଗ୍ରାମୀଣ ଏବଂ ସହରାଞ୍ଚଳ) ହିତାଧିକାରୀଙ୍କୁ ଗୃହ ଚାବି ହସ୍ତାନ୍ତର କରିଥିଲେ । ଏହାବ୍ୟତୀତ, ସେ ପିଏମଏୱାଇ-ଜି ପାଇଁ ଅତିରିକ୍ତ ପରିବାରର ସର୍ଭେ ପାଇଁ ଆବାସ + ୨୦୨୪ ଆପ୍ ଏବଂ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନା - ସହରାଞ୍ଚଳ (ପିଏମଏୱାଇ-ୟୁ) ୨.୦ର କାର୍ଯ୍ୟକାରିତା ନିର୍ଦ୍ଦେଶାବଳୀର ଉନ୍ମୋଚନ କରିଥିଲେ ।

ଗଣେଶ ଚତୁର୍ଥୀ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 07th, 09:00 am

ଗଣେଶ ଚତୁର୍ଥୀ ଅବସରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ମହାକାଶ କ୍ଷେତ୍ରରେ ସଂସ୍କାର ଦ୍ୱାରା ଦେଶର ଯୁବବର୍ଗ ଉପକୃତ ହୋଇଛନ୍ତି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

August 25th, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ପୁଣିଥରେ ମୋର ସମସ୍ତ ପରିଜନଙ୍କୁ ସ୍ୱାଗତ କରୁଛି । ଆଜି ପୁଣି ଥରେ ଆଲୋଚନା ହେବ – ଦେଶର ଉପଲବ୍ଧି ସମ୍ପର୍କରେ, ଦେଶର ସାମୂହିକ ପ୍ରଚେଷ୍ଟା ସମ୍ପର୍କରେ । ଏକବିଂଶ ଶତାବ୍ଦୀର ଭାରତରେ ଏଭଳି ବହୁତ କିଛି ଘଟୁଛି, ଯାହା ବିକଶିତ ଭାରତର ମୂଳଦୁଆକୁ ସୁଦୃଢ଼ କରୁଛି । ଯେମିତିକି, ଏଇ ଅଗଷ୍ଟ ୨୩ ତାରିଖ ଦିନ ଆମେ ସମସ୍ତ ଦେଶବାସୀ ପ୍ରଥମ ଜାତୀୟ ମହାକାଶ ଦିବସ ପାଳନ କଲୁ । ଆପଣମାନେ ସମସ୍ତେ ଏହି ଦିନଟି ସହ ଚନ୍ଦ୍ରଯାନ-୩ର ସଫଳତାକୁ ନେଇ ପୁଣିଥରେ ଉତ୍ସବ ପାଳନ କରିଥିବେ ବୋଲି ମୋର ବିଶ୍ୱାସ । ଗତବର୍ଷ ଠିକ୍ ଏହି ଦିନ ଚନ୍ଦ୍ରଯାନ-୩ ଚନ୍ଦ୍ରର ଦକ୍ଷିଣ ଭାଗରେ ଶିବ-ଶକ୍ତି ପଏଣ୍ଟ ଠାରେ ସଫଳତାର ସହ ଅବତରଣ କରିଥିଲା । ଏହି ଉପଲବ୍ଧି ହାସଲ କରିବାରେ ଭାରତ ବିଶ୍ୱର ପ୍ରଥମ ଦେଶ ହୋଇପାରିଲା ।

ରୋଜଗାର ମେଳାରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ (ଭିଡିଓ କନଫରେନ୍ସିଂ ଜରିଆରେ)

September 26th, 11:04 am

ଆଜିର ଏହି ରୋଜଗାର ମେଳାରେ ଯେଉଁ ଆବେଦନକାରୀ ମାନଙ୍କୁ ସରକାରୀ ସେବାରେ ନିଯୁକ୍ତି ପତ୍ର ମିଳିଛି, ସେହି ସମସ୍ତଙ୍କୁ ବହୁତ- ବହୁତ ଶୁଭେଚ୍ଛା । ଆପଣ ସମସ୍ତେ କଠିନ ପରିଶ୍ରମ ପରେ ଏହି ସଫଳତା ହାସଲ କରିଛନ୍ତି । ଆପଣମାନଙ୍କର ଚୟନ ଲକ୍ଷ- ଲକ୍ଷ ଆବେଦନକାରୀମାନଙ୍କ ମଧ୍ୟରୁ କରାଯାଇଛି, ଏଥିପାଇଁ ଏହି ସଫଳତାର ଆପଣଙ୍କ ଜୀବନରେ ବହୁତ ବଡ଼ ଗୁରୁତ୍ୱ ରହିଛି।

ରୋଜଗାର ମେଳାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

September 26th, 10:38 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରୋଜଗାର ମେଳାକୁ ସମ୍ବୋଧିତ କରିବା ସହ ଭିଡିଓ କନଫରେନ୍ସିଂ ଜରିଆରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀ ମାନଙ୍କୁ ପାଖାପାଖି ୫୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ଦେଶର ବିଭିନ୍ନ ବିଭାଗ ପକ୍ଷରୁ ମନୋନୀତ ହୋଇ ନିଯୁକ୍ତି ପାଇଥିବା କର୍ମଚାରୀମାନେ ଡାକ ବିଭାଗ, ଭାରତୀୟ ଅଡିଟ୍ ଓ ଆକାଉଣ୍ଟ ବିଭାଗ, ଆଣବିକ ଶକ୍ତି ବିଭାଗ, ରାଜସ୍ୱ ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସମେତ ବିଭିନ୍ନ ମନ୍ତ୍ରଣାଳୟ / ବିଭାଗରେ ସରକାରଙ୍କ ସହ ଯୋଗ ଦେବେ । ସାରା ଦେଶରେ ୪୬ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହୋଇଛି ।

The egoistic Congress-led Alliance intends to destroy the composite culture of Santana Dharma in both Rajasthan & India: PM Modi

September 25th, 04:03 pm

PM Modi addressed the Parivartan Sankalp Mahasabha in Jaipur, Rajasthan. While addressing the event PM Modi recalled Pt. Deendayal Upadhyaya on his birth anniversary. He said, “It is his thoughts and principles that have served as an inspiration to put an end to the Congress-led misrule in Rajasthan.

PM Modi addresses the Parivartan Sankalp Mahasabha in Jaipur, Rajasthan

September 25th, 04:02 pm

PM Modi addressed the Parivartan Sankalp Mahasabha in Jaipur, Rajasthan. While addressing the event PM Modi recalled Pt. Deendayal Upadhyaya on his birth anniversary. He said, “It is his thoughts and principles that have served as an inspiration to put an end to the Congress-led misrule in Rajasthan.

Sengol links us with a very important part of our past: PM Modi

September 19th, 01:50 pm

PM Modi addressed the Lok Sabha in the new building of the Parliament. Highlighting the importance of the occasion, the Prime Minister remarked that it is the dawn of the Amrit Kaal as India is moving forward with a resolve for the future by heading into the new Parliament edifice.

ନୂଆ ସଂସଦ ଭବନର ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

September 19th, 01:18 pm

ଆଜିଠାରୁ ନୂତନ ସଂସଦ ଭବନରେ ସଂସଦୀୟ କାର୍ଯ୍ୟ ଆରମ୍ଭ ହୋଇଛି । ନୂଆ ଲୋକସଭାରେ ପ୍ରଧାନମନ୍ତ୍ରୀ ଗୃହର ସଦସ୍ୟମାନଙ୍କୁ ଉଦ୍‌ବୋଧନ ଦେଇଛନ୍ତି । ଏଥିସହିତ ପ୍ରଥମ କାର୍ଯ୍ୟକ୍ରମରେ ନାରୀଶକ୍ତି ବନ୍ଦନ ଅଧିନିୟମ ଉପସ୍ଥାପନ ହୋଇଛି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ନୂଆ ସଂସଦ ଭବନର ଏହା ପ୍ରଥମ ଐତିହାସିକ ଅଧିବେଶନ । ସେଥି ପାଇଁ ପ୍ରତ୍ୟେକ ସାଂସଦ ଅଭିନନ୍ଦନର ପାତ୍ର । ସେ ନୂଆ ସଂସଦ ଭବନରେ ପ୍ରଥମ ଅଧିବେଶନର ପ୍ରଥମ ଦିବସରେ ଗୃହକୁ ସାଂସଦମାନଙ୍କୁ ସ୍ୱାଗତ କରିବା ସହ ସର୍ବପ୍ରଥମେ ଉଦ୍‌ବୋଧନ ଦେବାକୁ ବାଚସ୍ପତି ସୁଯୋଗ ଦେଇଥିବାରୁ ତାଙ୍କୁ କୃତଜ୍ଞତା ଜଣାଇଛନ୍ତି ।

ଗଣେଶ ଚତୁର୍ଥୀରେ ସମସ୍ତଙ୍କୁ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ

September 19th, 08:50 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଣେଶ ଚତୁର୍ଥୀର ଶୁଭ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଇଛନ୍ତି । ଏହି ଉତ୍ସବ ସମସ୍ତଙ୍କ ଜୀବନରେ ସୌଭାଗ୍ୟ, ସଫଳତା ଓ ସମୃଦ୍ଧି ଆଣିଦେଉ ବୋଲି ପ୍ରଧାନମନ୍ତ୍ରୀ କାମନା କରିଛନ୍ତି ।

ସଂସଦର ସ୍ୱତନ୍ତ୍ର ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 18th, 11:52 am

ଏହି ଅବସରରେ ଆମ ଦେଶର ୭୫ ବର୍ଷର ସଂସଦୀୟ ଯାତ୍ରା ଏବଂ ନୂଆ ଗୃହରେ ପ୍ରବେଶ କରିବା ପୂର୍ବରୁ ସେହି ପ୍ରେରଣାଦାୟକ ମୁହୂର୍ତ୍ତଗୁଡ଼ିକୁ ମନେ ପକାଇବା ପାଇଁ ଆମେ ଏହି ଐତିହାସିକ କୋଠାକୁ ବିଦାୟ ଦେଉଛୁ। ସ୍ୱାଧୀନତା ପୂର୍ବରୁ ଏହି ଗୃହକୁ ଇମ୍ପେରିଆଲ୍ ଲେଜିସଲେଟିଭ୍ କାଉନସିଲ୍ କୁହାଯାଉଥିଲା। ସ୍ୱାଧୀନତା ପରେ ଏହା ସଂସଦ ଭବନ ନାମରେ ପରିଚିତ ଥିଲା । ଏହା ସତ ଯେ ଏହି କୋଠା ନିର୍ମାଣ ପାଇଁ ନିଷ୍ପତ୍ତି ବିଦେଶୀ ସାଂସଦମାନେ ନେଇଥିଲେ, କିନ୍ତୁ ଆମେ କେବେ ବି ଏହି କଥାକୁ ଭୁଲି ପାରିବୁ ନାହିଁ ଏବଂ ଗର୍ବର ସହ କହିପାରିବା ଯେ ଏହି ଭବନ ନିର୍ମାଣରେ ମୋର ଦେଶବାସୀଙ୍କ ପରିଚୟ ଲାଗି, ମୋର ସାଥୀ ଦେଶବାସୀଙ୍କ କଠିନ ପରିଶ୍ରମ ଏଥିରେ ନିୟୋଜିତ ହୋଇଥିଲା ଏବଂ ଅର୍ଥ ମଧ୍ୟ ମୋ ଦେଶର ଲୋକମାନଙ୍କର ଥିଲା।