ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଘଟିଥିବା ବସ ଦୁର୍ଘଟଣା ଜନିତ ପ୍ରାଣହାନିକୁ ନେଇ ଶୋକପ୍ରକାଶ କଲେ ପ୍ରଧାନମନ୍ତ୍ରୀ
June 26th, 12:12 pm
ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଘଟିଥିବା ବସ ଦୁର୍ଘଟଣାଜନିତ ପ୍ରାଣହାନିକୁ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହିତ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ସେହିପରି ଆହତମାନଙ୍କ ପାଇଁ ୫୦,୦୦୦ ଟଙ୍କାର ସହାୟତା ଘୋଷଣା କରାଯାଇଛି।