Prime Minister extends greetings on Buddha Purnima
May 01st, 09:11 am
Prime Minister Shri Narendra Modi today extended his best wishes to all citizens on the auspicious occasion of Buddha Purnima. Highlighting a strong commitment towards realising the ideals of Lord Buddha, the Prime Minister hoped that his thoughts would deepen the spirit of joy and togetherness in society. He further urged everyone to reiterate the resolve to adopt the life values of Lord Buddha on this sacred occasion that inspires walking on the path of peace, compassion, and goodwill.In India, democracy means last mile delivery: PM Modi at 28th CSPOC
January 15th, 11:00 am
In his address while inaugurating the 28th CSPOC at the Central Hall of Samvidhan Sadan, PM Modi highlighted India’s democratic journey. Remarking that India is the mother of democracy, the PM noted the increasing representation of women in government bodies and persity of Indian languages. He further highlighted that India has begun using AI in Parliament to improve its functioning.ସମ୍ବିଧାନ ସଦନର କେନ୍ଦ୍ରୀୟ ହଲରେ ଆୟୋଜିତ ରାଷ୍ଟ୍ରମଣ୍ଡଳ ଦେଶର ବାଚସ୍ପତି ଓ ପିଠାସୀନ ଅଧିକାରୀଙ୍କ ୨୮ତମ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 15th, 10:32 am
ଏହି ବିଶେଷ ଅବସରରେ ଅତିଥିମାନଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ ସେମାନଙ୍କ ଉପସ୍ଥିତି ପ୍ରତି ସମ୍ମାନ ଜଣାଇଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ, ପ୍ରତ୍ୟେକ ବ୍ୟକ୍ତି ଯେଉଁ ସ୍ଥାନରେ ବସିଛନ୍ତି ତାହା ଭାରତର ଗଣତାନ୍ତ୍ରିକ ଯାତ୍ରାରେ ବହୁତ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରେ। ଉପନିବେଶବାଦୀ ଶାସନର ଶେଷ ବର୍ଷଗୁଡ଼ିକରେ, ଯେତେବେଳେ ଭାରତର ସ୍ୱାଧୀନତା ପାଖେଇ ଆସୁଥିଲା, ଦେଶର ସମ୍ବିଧାନ ପ୍ରସ୍ତୁତ କରିବା ପାଇଁ ସମ୍ବିଧାନ ସଭା ଏହି କେନ୍ଦ୍ରୀୟ ହଲରେ ଏକାଠି ହୋଇଥିଲା। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ସ୍ୱାଧୀନତାର ୭୫ ବର୍ଷ ଧରି ଏହି ଭବନ ଭାରତର ସଂସଦ ଭାବରେ କାର୍ଯ୍ୟ କରିଥିଲା, ଯେଉଁଠାରେ ଦେଶର ଭବିଷ୍ୟତକୁ ଆକାର ଦେବାକୁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଏବଂ ବିତର୍କ ଅନୁଷ୍ଠିତ ହୋଇଥିଲା। ଶ୍ରୀ ମୋଦୀ ଆହୁରି କହିଛନ୍ତି ଯେ, ଭାରତ ଏବେ ଏହି ଐତିହାସିକ ସ୍ଥାନକୁ ସମ୍ବିଧାନ ସଦନ ଭାବରେ ନାମିତ କରିଛି ଏବଂ ଏହାକୁ ଗଣତନ୍ତ୍ର ପାଇଁ ଉତ୍ସର୍ଗ କରିଛି। ସେ ଉଲ୍ଲେଖ କରିଥିଲେ ଯେ, ନିକଟରେ ଭାରତ ସମ୍ବିଧାନ କାର୍ଯ୍ୟକାରୀ ହେବାର ୭୫ ବର୍ଷ ପୁର୍ତି ପାଳନ କରିଥିଲା। ସମ୍ବିଧାନ ଗୃହରେ ସମସ୍ତ ସମ୍ମାନିତ ଅତିଥିଙ୍କ ଉପସ୍ଥିତି ଭାରତର ଗଣତନ୍ତ୍ର ପାଇଁ ଏକ ଅତ୍ୟନ୍ତ ସ୍ୱତନ୍ତ୍ର ମୁହୂର୍ତ୍ତ ବୋଲି ସେ କହିଥିଲେ।PM Modi greets everyone on Buddha Purnima
May 12th, 08:47 am
The Prime Minister, Shri Narendra Modi has extended his greetings to all citizens on the auspicious occasion of Buddha Purnima. In a message posted on social media platform X, the Prime Minister said;ପଡକାଷ୍ଟରେ ଲେକ୍ସ ଫ୍ରିଡମ୍ୟାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପର ଓଡ଼ିଆ ଅନୁବାଦ
March 16th, 11:47 pm
ମୋର ଶକ୍ତି ମୋଦୀ ହେବାରେ ନୁହେଁ; ଏହା ୧୪୦ କୋଟି ଭାରତୀୟଙ୍କ ଠାରୁ ଆସିଛି, ହଜାର ହଜାର ବର୍ଷର ଆମ ଦେଶର ସମୃଦ୍ଧ ସାଂସ୍କୃତିକ ଏବଂ ଐତିହାସିକ ପରମ୍ପରାରୁ ଆସିଛି। ଏହା ହିଁ ମୋର ପ୍ରକୃତ ଶକ୍ତି । ମୁଁ ଯେଉଁଠିକୁ ବି ଯାଏ, ମୁଁ ମୋଦୀ ଭାବେ ଯାଏ ନାହିଁ- ବେଦ ଠାରୁ ଆରମ୍ଭ କରି ବିବେକାନନ୍ଦ ପର୍ଯ୍ୟନ୍ତ ଆମ ସଭ୍ୟତାର ହଜାର ହଜାର ବର୍ଷ ପୁରୁଣା ମହାନ ପରମ୍ପରାକୁ ମୁଁ ସାଙ୍ଗରେ ନେଇ ଯାଇଥାଏ। ମୁଁ ୧୪୦ କୋଟି ଲୋକଙ୍କ ପ୍ରତିନିଧିତ୍ବ କରୁଛି, ସେମାନଙ୍କ ସ୍ୱପ୍ନ ଏବଂ ସେମାନଙ୍କ ଆକାଂକ୍ଷାକୁ ପ୍ରତିନିଧିତ୍ୱ କରୁଛି । ସେଥିପାଇଁ ଯେତେବେଳେ ମୁଁ ବିଶ୍ୱର କୌଣସି ନେତାଙ୍କ ସହ ହାତ ମିଳାଉଛି, ତାହା କେବଳ ମୋଦୀଙ୍କ ହାତ ନୁହେଁ- ଏହା ୧୪୦ କୋଟି ଭାରତୀୟଙ୍କ ହାତ। ମୋର ଶକ୍ତି ମୋର ନୁହେଁ; ଏହା ହେଉଛି ଭାରତର ଶକ୍ତି । ଯେତେବେଳେ ବି ଆମେ ଶାନ୍ତି କଥା କହୁଛୁ, ବିଶ୍ୱ ଶୁଣେ, କାରଣ ଏହା ମହାତ୍ମା ଗାନ୍ଧୀଙ୍କ ଦେଶ ବୁଦ୍ଧଙ୍କ ଭୂମି। ଆମେ ସଂଘର୍ଷକୁ ନୁହେଁ; ଆମେ ଶାନ୍ତିକୁ ସମର୍ଥନ କରୁଛୁ। ଆମେ ପ୍ରକୃତି ସହିତ ସଂଘର୍ଷ ଚାହୁଁନାହୁଁ କିମ୍ବା ଜାତି ମାନଙ୍କ ମଧ୍ୟରେ ସଂଘର୍ଷ ଚାହୁଁନାହୁଁ - ଆମେ ଏପରି ଦେଶ ଯିଏ ସହଯୋଗରେ ବିଶ୍ୱାସ କରୁ । ଶାନ୍ତି ପ୍ରତିଷ୍ଠା ଦିଗରେ ଯଦି ଆମେ କୌଣସି ପ୍ରକାର ଅବଦାନ ଦେଇପାରିବା, ତେବେ ଆମେ ସବୁବେଳେ ତାହା କରିବାକୁ ଚେଷ୍ଟା କରୁଛୁ। ମୋ ଜୀବନ ଅତ୍ୟଧିକ ଦାରିଦ୍ର୍ୟରୁ ବାହାରିଥିଲା, ତଥାପି ଆମେ କେବେ ବି ଏହା ଦ୍ୱାରା ବୋଝ ଅନୁଭବ କରିନଥିଲୁ। ସାରା ଜୀବନ ଜୋତା ପିନ୍ଧିଥିବା ବ୍ୟକ୍ତି ଯଦି ହଠାତ୍ ଏହାକୁ ହରାଇଥାନ୍ତି, ତେବେ ସେମାନେ ହୁଏତ ସଂଘର୍ଷ କରିପାରନ୍ତି। କିନ୍ତୁ ଯେଉଁମାନେ କେବେ ଜୋତା ପିନ୍ଧି ନାହାନ୍ତି, ସେମାନଙ୍କ ପାଇଁ ଏଥିରୁ ବଞ୍ଚିତ ହେବାର କୌଣସି ଭାବନା ନଥାଏ- ଆମେ କେବଳ ସେମାନଙ୍କ ଭଳି ଜୀବନ ଅତିବାହିତ କରୁଛୁ।ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ୍ମ୍ୟାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସାକ୍ଷାତକାର
March 16th, 05:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ଼ମ୍ୟାନଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ମନଖୋଲା ଆଲୋଚନାରେ କାହିଁକି ସେ ଉପବାସ କରନ୍ତି ଓ ଉପବାସ କରିବାରେ କିପରି ସକ୍ଷମ ହୁଅନ୍ତି ବୋଲି ପ୍ରଶ୍ନ କରାଯିବାରୁ ଉପବାସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରତି ସମ୍ମାନ ଭାବେ ଗ୍ରହଣ କରିଥିବାରୁ ଲେକ୍ସ ଫ୍ରିଡମ୍ୟାନଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ ପ୍ରଧାନମନ୍ତ୍ରୀ। ଶ୍ରୀ ମୋଦୀ କହିଥିଲେ, ଭାରତରେ ଧାର୍ମିକ ପରମ୍ପରା ଦୈନନ୍ଦିନ ଜୀବନ ସହିତ ଓତଃପ୍ରୋତ ଭାବେ ଜଡ଼ିତ। ଭାରତର ସୁପ୍ରିମକୋର୍ଟଙ୍କ ବ୍ୟାଖ୍ୟା ଅନୁସାରେ ହିନ୍ଦୁ ଧର୍ମ କେବଳ ଧାର୍ମିକ ବିଧି ବିଧାନ ନୁହେଁ। ବରଂ ଏହା ହେଉଛି ମଣିଷ ଜୀବନକୁ ପଥ ପ୍ରଦର୍ଶନ କରୁଥିବା ଏକ ଦର୍ଶନ। ସେ କହିଥିଲେ ଯେ, ଶୃଙ୍ଖଳିତ ଜୀବନ ପାଇଁ ଉପବାସ ହେଉଛି ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏହା ଜଣକର ଅନ୍ତଃ ଓ ବାହ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା କରିଥାଏ। ପ୍ରଧାନମନ୍ତ୍ରୀ କହିଥିଲେ, ଉପବାସ ଜଣକର ଇନ୍ଦ୍ରିୟଗୁଡ଼ିକୁ ଆହୁରି ଶକ୍ତିଶାଳୀ କରିଥାଏ, ସେମାନଙ୍କୁ ଆହୁରି ସମ୍ବେଦନଶୀଳ ଓ ସଚେତନ କରିଥାଏ। ସେ ନିଜ ଅନୁଭବରୁ କହିଥିଲେ ଯେ, ଉପବାସ ସମୟରେ କୌଣସି ଟିକିଏ ସୂକ୍ଷ୍ମ କଥାକୁ ମଧ୍ୟ ଜଣେ ସ୍ପଷ୍ଟ ଭାବେ ମନେ ରଖିପାରେ। ସେ ଆହୁରି କହିଥିଲେ, ଚିନ୍ତନ ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରିଥାଏ ଉପବାସ। ଏହା ନୂଆ ଦୃଷ୍ଟିକୋଣ ପ୍ରଦାନ କରିବା ସହିତ ଅଭିନବ ଚିନ୍ତନ ପ୍ରକ୍ରିୟାକୁ ପ୍ରୋତ୍ସାହିତ କରିଥାଏ। ଶ୍ରୀ ମୋଦୀ ସ୍ପଷ୍ଟ କରିଥିଲେ ଯେ, କେବଳ ଖାଦ୍ୟ ନ ଖାଇବା ଉପବାସ ନୁହେଁ, ଏହା ହେଉଛି ପ୍ରସ୍ତୁତି ଓ ବିଶୁଦ୍ଧିକରଣର ଏକ ବୈଜ୍ଞାନିକ ପ୍ରକ୍ରିୟା। ସେ କହିଥିଲେ ଯେ, ଉପବାସ କରିବା ପୂର୍ବରୁ ବେଶ୍ କିଛି ଦିନ ଆୟୁର୍ବେଦିକ୍ ଓ ଯୋଗ ଜରିଆରେ ସେ ନିଜ ଶରୀରକୁ ଉପବାସ ପାଇଁ ପ୍ରସ୍ତୁତ କରନ୍ତି। ଏହି ସମୟରେ ନିୟମିତ ଓ ପର୍ଯ୍ୟାପ୍ତ ଭାବେ ପାଣି ପିଇବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଉପବାସ ଆରମ୍ଭ ହେବା ମାତ୍ରେ ଏହାକୁ ସେ ସମର୍ପଣ ଓ ଆତ୍ମଶୃଙ୍ଖଳା ଏକ କାମ ବୋଲି ବିଚାର କରନ୍ତି। ଏହା ସହିତ ଗଭୀର ଆତ୍ମଚିନ୍ତନ ଓ ଧ୍ୟାନକୁ ଗୁରୁତ୍ୱ ଦିଅନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପବାସ କରିବାର ଏହି ଅଭ୍ୟାସ ତାଙ୍କର ନିଜ ଜୀବନର ଏକ ଘଟଣାରୁ ଆରମ୍ଭ ହୋଇଥିଲା। ସ୍କୁଲରେ ପଢୁଥିବା ବେଳେ ମହାତ୍ମା ଗାନ୍ଧିଙ୍କ ପ୍ରେରଣାରୁ ହୋଇଥିବା ଏକ ଅଭିଯାନରୁ ଏହା ଆରମ୍ଭ ହୋଇଥିଲା। ଯେତେବେଳେ ସେ ପ୍ରଥମ ଥର ଉପବାସ କରିଥିଲେ, ତାଙ୍କ ଶରୀରରେ ଅଧିକ ଶକ୍ତି ଓ ଚେତନା ଆସିଥିବାର ସେ ଅନୁଭବ କରିଥିଲେ। ଏଥିରୁ ସେ ନିଶ୍ଚିତ ହେଲେ ଯେ, ଉପବାସର ଏକ ବଡ଼ ପରିବର୍ତ୍ତନକାରୀ ଶକ୍ତି ଅଛି। ସେ ଉଲ୍ଲେଖ କରିଥିଲେ, ଉପବାସ ତାଙ୍କୁ ମାନ୍ଦା କରିନଥାଏ, ବରଂ ଏହା ତାଙ୍କ କାର୍ଯ୍ୟଦକ୍ଷତାକୁ ଆହୁରି ବୃଦ୍ଧି କରିଥାଏ। ଉପବାସ ସମୟରେ ତାଙ୍କ ମନକୁ ସ୍ୱତଃପ୍ରବୃତ୍ତ ଭାବେ ସକରାତ୍ମକ ଚିନ୍ତନ ଓ ସୃଜନଶୀଳତା ଆପେ ଆପେ ଆସିଥାଏ। ନିଜକୁ ପରିପ୍ରକାଶ କରିବାରେ ଏହା ଏକ ଅତୁଳନୀୟ ଅନୁଭବ ପ୍ରଦାନ କରିଥାଏ ବୋଲି କହିଥିଲେ ପ୍ରଧାନମନ୍ତ୍ରୀ।Prime Minister conferred with the Order of the Druk Gyalpo
March 22nd, 03:39 pm
Prime Minister Narendra Modi was conferred the Order of the Druk Gyalpo, Bhutan’s highest civilian decoration, by His Majesty the King of Bhutan in a public ceremony at the Tendrelthang, Thimphu. Prime Minister Modi is the first foreign leader to be given this prestigious award. His Majesty the King of Bhutan had announced the conferment of the award during Bhutan’s 114th National Day celebrations held at the Tashichhodzong, Thimphu in December 2021.ଅଯୋଧ୍ୟାରେ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ, ସମର୍ପଣ ଏବଂ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 30th, 02:15 pm
ଅଯୋଧ୍ୟାରେ ସମସ୍ତ ଲୋକମାନଙ୍କୁ ମୋର ପ୍ରଣାମ ! ଜାନୁଆରୀ ୨୨ତାରିଖରେ ହେବାକୁ ଥିବା ଏହି ଐତିହାସିକ ମୁହୂର୍ତ୍ତକୁ ଆଜି ସମଗ୍ର ବିଶ୍ୱ ଉତ୍ସୁକତାର ସହ ଅପେକ୍ଷା କରିଛି। ତେଣୁ ଅଯୋଧ୍ୟା ବାସୀଙ୍କ ମଧ୍ୟରେ ଉତ୍ସାହ ଓ ବହୁତ ଆନନ୍ଦ ହେବା ସ୍ୱାଭାବିକ। ମୁଁ ଭାରତ ମାଟିର କୋଣ ଅନୁକୋଣ ଏବଂ ଭାରତର ପ୍ରତ୍ୟେକ ବ୍ୟକ୍ତିଙ୍କର ମୁଁ ଉପାସକ ଅଟେ, ଏବଂ ମୁଁ ମଧ୍ୟ ଆପଣଙ୍କ ପରି ସେତିକି ଉତ୍ସାହିତ ଅଛି| ଆମ ସମସ୍ତଙ୍କ ଏହି ଉତ୍ସାହ, ଏହି ଆନନ୍ଦ କିଛି ସମୟ ପୂର୍ବରୁ ଅଯୋଧ୍ୟାର ରାସ୍ତାରେ ଦେଖିବାକୁ ମିଳିଥିଲା। ଏମିତି ଲାଗୁଥିଲା ଯେମିତି ପୂରା ଅଯୋଧ୍ୟା ସହର ରାସ୍ତାକୁ ଓହ୍ଲାଇଆସିଛି। ଏହି ଭଲପାଇବା ଏବଂ ଆଶୀର୍ବାଦ ପାଇଁ ମୁଁ ଆପଣସମସ୍ତଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି । ମୋ ସହିତ ଯୋଗ ଦିଅନ୍ତୁ -୧୫,୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ
December 30th, 02:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅଯୋଧ୍ୟା ଧାମରେ ୧୫,୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ ଏବଂ ଶିଳାନ୍ୟାସ କରିଛନ୍ତି । ଏଥିରେ ଅଯୋଧ୍ୟା ଏବଂ ଏହାର ଆଖପାଖ ଅଞ୍ଚଳର ବିକାଶ ପାଇଁ ପ୍ରାୟ ୧୧,୧୦୦ କୋଟି ଟଙ୍କାର ପ୍ରକଳ୍ପ ଏବଂ ଉତ୍ତରପ୍ରଦେଶର ଅନ୍ୟାନ୍ୟ ପ୍ରକଳ୍ପ ସହିତ ଜଡିତ ପ୍ରାୟ ୪୬୦୦ କୋଟି ଟଙ୍କାର ପ୍ରକଳ୍ପ ଅନ୍ତର୍ଭୁକ୍ତ ।ଅନ୍ତରାଷ୍ଟ୍ରୀୟ ସଂଗ୍ରହାଳୟ ଏକ୍ସପୋ-୨୦୨୩ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
May 18th, 11:00 am
କ୍ୟାବିନେଟରେ ମୋର ସହଯୋଗୀ ଜି. କିଷନ ରେଡ୍ଡୀ ମହାଶୟ, ମୀନାକ୍ଷୀ ଲେଖୀ ମହାଶୟା, ଅର୍ଜୁନ ରାମ ମେଘୱାଲ ମହାଶୟ, ଲ୍ୟୁଭର ସଂଗ୍ରହାଳୟର ନିର୍ଦ୍ଦେଶକ ମୈନୁଅଲ ରୱାତେ ମହାଶୟ, ବିଶ୍ୱର ଭିନ୍ନ ଭିନ୍ନ ଦେଶରୁ ଆସିଥିବା ଅତିଥିଗଣ, ଅନ୍ୟ ମହାନୁଭବ, ଭଦ୍ରମହିଳା ଓ ଭଦ୍ରବ୍ୟକ୍ତିଗଣ, ଆପଣ ସମସ୍ତଙ୍କୁ ଅନ୍ତରାଷ୍ଟ୍ରୀୟ ସଂଗ୍ରହାଳୟ ଦିବସର ବହୁତ- ବହୁତ ଶୁଭକାମନା। ଆଜି ଏଠାରେ ସଂଗ୍ରହାଳୟ ଜଗତର ମହାନ ବ୍ୟକ୍ତିତ୍ୱ ମାନେ ଏକାଠି ହୋଇଛନ୍ତି । ଆଜିର ଏହି ଅବସର ଏଥିପାଇଁ ମଧ୍ୟ ହେଉଛି ସ୍ୱତନ୍ତ୍ର କାରଣ ଭାରତ ନିଜ ସ୍ୱାଧୀନତାର 75 ବର୍ଷ ପୂରଣ ହେବା ଅବସରରେ ଅମୃତ ମହୋତ୍ସବ ପାଳନ କରୁଛି ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଇଣ୍ଟରନାସନାଲ ମିଉଜିୟମ ଏକ୍ସପୋ-୨୦୨୩ ଉଦଘାଟିତ
May 18th, 10:58 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧୮-୫-୨୦୨୩) ନୂଆଦିଲ୍ଲୀର ପ୍ରଗତି ମୈଦାନ ଠାରେ ଆନ୍ତର୍ଜାତିକ ସଂଗ୍ରହାଳୟ ପ୍ରଦର୍ଶନୀ-୨୦୨୩କୁ ଉଦଘାଟନ କରିଛନ୍ତି । ସେ ମଧ୍ୟ ନର୍ଥ ଓ ସାଉଥ ବ୍ଲକରେ ଏକ ଆଭାସୀ ଜାତାୟତକ୍ଷମ ଜାତୀୟ ସଂଗ୍ରହାଳୟକୁ ଉଦଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ବୈଷୟିକ ମେଳା, ସଂରକ୍ଷଣ ଲ୍ୟାବ ଓ ଏହି ଅବସରରେ ଆୟୋଜିତ ପ୍ରଦର୍ଶନୀକୁ ବୁଲି ଦେଖିଥିଲେ । ସଂଗ୍ରହାଳୟ, ସ୍ଥାୟୀ ଓ ନିରନ୍ତର ଏବଂ ଜନକଲ୍ୟାଣ ବିଷୟବସ୍ତୁ ଉପରେ ଆଧାରିତ ୪୭ତମ ଆନ୍ତର୍ଜାତିକ ସଂଗ୍ରହାଳୟ ଦିବସ ଯାହାକି ସ୍ୱାଧୀନତାର ଅମୃତ ମହୋତ୍ସବ ଅବସରରେ ପାଳନ କରାଯାଉଛି, ତା’ର ଅଂଶବିଶେଷ ଭାବେ ଏହି ଆନ୍ତର୍ଜାତିକ ସଂଗ୍ରହାଳୟ ପ୍ରଦର୍ଶନୀ ଆୟୋଜିତ ହେଉଛି ।ନୂଆଦିଲ୍ଲୀ ଠାରେ ବୀର ବାଲ ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
December 26th, 04:10 pm
ଆଜି ଦେଶ ପ୍ରଥମ ‘ବୀର ବାଲ ଦିବସ’ ପାଳନ କରୁଛି । ଯେଉଁ ଦିନକୁ, ଯେଉଁ ବଳିଦାନକୁ ଆମେ ପିଢ଼ି ପିଢ଼ି ଧରି ସ୍ମରଣ କରିଆସୁଛ, ଆଜି ଏକ ରାଷ୍ଟ୍ର ଭାବରେ ଏକଜୁଟ ହୋଇ ତାଙ୍କୁ ପ୍ରଣାମ କରିବାର ଏକ ନୂତନ ଆରମ୍ଭ ହୋଇଛି। ଶହୀଦଙ୍କ ସପ୍ତାହ ଏବଂ ବୀର ବାଲ ଦିବସ, ଆମର ଶିଖ ପରମ୍ପରା ପାଇଁ ଭାବନାରେ ପରିପୂର୍ଣ୍ଣ, କିନ୍ତୁ ଏହାଦ୍ୱାରା ଆକାଶ ଭଳି ଅନନ୍ତ ପ୍ରେରଣା ମଧ୍ୟ ଯୋଡ଼ି ହୋଇଛି । ‘ବୀର ବାଲ ଦିବସ’ ଆମକୁ ମନେ ପକାଇବ ଯେ ସାହସିକତାର ପରାକାଷ୍ଠା ସମୟରେ କମ୍ ବୟସ ଗୁରୁତ୍ୱପୂର୍ଣ୍ଣ ନୁହେଁ, ‘ବୀର ବାଲ ଦିବସ’ ଆମକୁ ମନେ ପକାଇବ ଯେ ଦଶ ଜଣ ଗୁରୁଙ୍କର ଅବଦାନକତା ଅଟେ! ‘ବୀର ବାଲ ଦିବସ’ ଆମକୁ କହିବ ଯେ ଭାରତ କ’ଣ? ଭାରତର ପରିଚୟ କ’ଣ! ପ୍ରତ୍ୟେକ ବର୍ଷ ବୀର ବାଲ ଦିବସର ଏହି ପୂଣ୍ୟ ଅବସର ଆମକୁ ନିଜର ଅତୀତକୁ ଚିହ୍ନିବା ପାଇଁ ଏବଂ ଆଗାମୀ ଭବିଷ୍ୟତର ନିର୍ମାଣ କରିବାକୁ ପ୍ରେରଣା ଦେବ । ଭାରତର ଯୁବଗୋଷ୍ଠୀଙ୍କର ସାମର୍ଥ୍ୟ କ’ଣ ଅଟେ, ଭାରତର ଯୁବ ପିଢ଼ି କିଭଳି ଅତୀତରେ ଦେଶର ସୁରକ୍ଷା କରିଛି, ଆମ ଯୁବପିଢ଼ି କିପରି ଭାରତର ମାନବିକତାର ଅନ୍ଧକାରୁ ବାହାର କରିଛି, ‘ବୀର ବାଲ ଦିବସ’ ଆଗାମୀ ଦଶନ୍ଧି ଏବଂ ଶତାବ୍ଦୀ ପାଇଁ ଘୋଷଣା କରିବ ।ଦିଲ୍ଲୀର ମେଜର ଧ୍ୟାନ ଚାନ୍ଦ ଜାତୀୟ ଷ୍ଟାଡିୟମରେ ‘ବୀର ବାଲ ଦିବସ’ଐତିହାସିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ
December 26th, 12:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ମେଜର ଧ୍ୟାନ ଚାନ୍ଦ ଜାତୀୟ ଷ୍ଟାଡିୟମରେ ‘ବୀର ବାଲ ଦିବସ’ ନାମକ ଏକ ଐତିହାସିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ପ୍ରାୟ ତିନି ଶହ ବାଲ କିର୍ତ୍ତନୀଙ୍କ ଦ୍ୱାରା ପ୍ରଦର୍ଶିତ ‘ଶବଦ୍ କିର୍ତ୍ତନ’ ରେ ଯୋଗ ଦେଇଥିଲେ। ଏହି ମହତ୍ବପୂର୍ଣ୍ଣ ଉତ୍ସବରେ ପ୍ରଧାନମନ୍ତ୍ରୀ ଦିଲ୍ଲୀରେ ପ୍ରାୟ ତିନି ହଜାର ପିଲାଙ୍କ ଦ୍ୱାରା ମାର୍ଚ୍ଚ-ପାଷ୍ଟକୁ ପତାକା ଦେଖାଇଥିଲେ।ବୁଦ୍ଧ ପୂର୍ଣ୍ଣିମା ଅବସରରେ ଭର୍ଚୁଆଲ ଭେସାକ ବୈଶ୍ଵିକ ସମାରୋହରେ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ
May 25th, 07:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବୁଦ୍ଧ ପୂର୍ଣ୍ଣିମା ଅବସରରେ ଅର୍ଥାତ୍ 26 ମେ 2021 ଦିନ ସକାଳ ପ୍ରାୟ 09:45 ସମୟରେ ଭର୍ଚୁଆଲ ଭେସାକ ବୈଶ୍ଵିକ ସମାରୋହରେ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିବେ ।PM Modi's message at India-Japan Samvad Conference
December 21st, 09:30 am
PM Narendra Modi addressed the India-Japan Samvad Conference. He said the governments must keep “humanism” at the core of its policies. “We had dialogues in past but they were aimed at pulling others down, now let us rise together,” he said.Lasting solutions can come from the ideals of Lord Buddha: PM Modi
July 04th, 09:05 am
PM Narendra Modi addressed Dharma Chakra Diwas celebration via video conferencing. He said, Buddhism teaches respect — Respect for people. Respect for the poor. Respect for women. Respect for peace and non-violence. Therefore, the teachings of Buddhism are the means to a sustainable planet.PM Modi addresses Dharma Chakra Diwas celebration via video conferencing
July 04th, 09:04 am
PM Narendra Modi addressed Dharma Chakra Diwas celebration via video conferencing. He said, Buddhism teaches respect — Respect for people. Respect for the poor. Respect for women. Respect for peace and non-violence. Therefore, the teachings of Buddhism are the means to a sustainable planet.Time for expansionism is over, this is the era of development: PM Modi
July 03rd, 02:37 pm
PM Narendra Modi visited Nimu, where he interacted with the valorous Jawans. PM Modi paid rich tributes to the martyred soldiers in the Galwan valley. The PM applauded the soldiers and said, Through display of your bravery, a clear message has gone to the world about India’s strength...Your courage is higher than the heights where you are posted today.PM visits Nimu in Ladakh to interact with Indian troops
July 03rd, 02:35 pm
PM Narendra Modi visited Nimu, where he interacted with the valorous Jawans. PM Modi paid rich tributes to the martyred soldiers in the Galwan valley. The PM applauded the soldiers and said, Through display of your bravery, a clear message has gone to the world about India’s strength...Your courage is higher than the heights where you are posted today.Historic decisions taken by Cabinet to boost infrastructure across sectors
June 24th, 04:09 pm
Union Cabinet chaired by PM Narendra Modi took several landmark decisions, which will go a long way providing a much needed boost to infrastructure across sectors, which are crucial in the time of pandemic. The sectors include animal husbandry, urban infrastructure and energy sector.