୧୭ଶ ବ୍ରିକ୍‌ସ ସମ୍ମିଳନୀର ପରିବେଶ ଅଧିବେଶନ, ସିଓପି-୩୦ ଓ ବିଶ୍ୱ ସ୍ୱାସ୍ଥ୍ୟ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ବୋଧନ

July 07th, 11:38 pm

ପରିବେଶ, ସିଓପି-୩୦ ଓ ବିଶ୍ୱ ସ୍ୱାସ୍ଥ୍ୟ ସଂପର୍କିତ ଏକ ଅଧିବେଶନକୁ ଆଜି ପ୍ରଧାନମନ୍ତ୍ରୀ ସମ୍ବୋଧନ କରିଛନ୍ତି। ଏହି ଅଧିବେଶନରେ ଯୋଗ ଦେଇଥିଲେ ବିକ୍ସ ସଦସ୍ୟ, ସହଯୋଗୀ ରାଷ୍ଟ୍ର ଓ ନିମନ୍ତ୍ରିତ ଦେଶ। ବିଶ୍ୱର ଭବିଷ୍ୟତ ପାଇଁ ଏତେ ବଡ଼ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏକ ଅଧିବେଶନ ଆୟୋଜନ କରିଥିବାରୁ ବ୍ରାଜିଲକୁ ସେ ଧନ୍ୟବାଦ ଜ୍ଞାପନ କରିଥିଲେ। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ଭାରତ ପାଇଁ ଜଳବାୟୁ ପରିବର୍ତ୍ତନ କେବଳ ଏକ ଶକ୍ତି ସମସ୍ୟାର ମୁକାବିଲା ନୁହେଁ, ବରଂ ଏହା ହେଉଛି ଜୀବସତ୍ତା ଓ ପରିବେଶ ମଧ୍ୟରେ ସନ୍ତୁଳନକୁ ପ୍ରଭାବିତ କରୁଥିବା ପ୍ରସଙ୍ଗ। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ଭାରତ ପାଇଁ ପରିବେଶ ନ୍ୟାୟ ହେଉଛି ଏକ ନୈତିକ ଦାୟିତ୍ୱ, ଯାହାକୁ ସେ ନିଶ୍ଚିତ ଭାବେ ସଂପାଦନ କରିବ। ପରିବେଶର ସୁରକ୍ଷା ପାଇଁ ଭାରତର ଗଭୀର ପ୍ରତିବଦ୍ଧତା ଦୋହରାଇ ଅନ୍ତର୍ଜାତୀୟ ସୌର ସହଯୋଗ, ବିପର୍ଯ୍ୟୟରହିତ ଭିତ୍ତିଭୂମି ସହଯୋଗ, ବିଶ୍ୱ ଜୈବଇନ୍ଧନ ସହଯୋଗ, ଅନ୍ତର୍ଜାତୀୟ ବିଗ୍ କ୍ୟାଟ ସହଯୋଗ, ମିଶନ ଲାଇଫ୍, ମାଆ ନାଁରେ ଗଛଟିଏ ପରି ଭାରତର ଜନହିତ, ଗ୍ରହହିତ ଅଭିବୃଦ୍ଧି ଓ ବିକାଶ ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସେ ବିସ୍ତୃତ ଭାବେ ଉଲ୍ଲେଖ କରିଥିଲେ

ପରିବେଶ, COP-30 ଏବଂ ବିଶ୍ୱ ସ୍ୱାସ୍ଥ୍ୟ ଉପରେ ବ୍ରିକ୍ସ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

July 07th, 11:13 pm

ମୁଁ ଖୁସି ଯେ ବ୍ରାଜିଲର ଅଧ୍ୟକ୍ଷତାରେ ବ୍ରିକ୍ସ ପରିବେଶ ଏବଂ ସ୍ୱାସ୍ଥ୍ୟ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଗୁଡ଼ିକୁ ଉଚ୍ଚ ପ୍ରାଥମିକତା ଦେଇଛି। ଏହି ବିଷୟଗୁଡ଼ିକ କେବଳ ପରସ୍ପର ସହିତ ଜଡିତ ନୁହେଁ ବରଂ ମାନବତାର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।