ପ୍ରଧାନମନ୍ତ୍ରୀ ମୋଦୀ ଗ୍ରୀଷ୍ମ ଗରମକୁ ଦୂର କରିବା ପାଇଁ ଟିପ୍ସ ସେୟାର କରିଛନ୍ତି, ମନ କୀ ବାତରେ ନାଗରିକମାନଙ୍କୁ ହାଇଡ୍ରେଟ୍ ରହିବାକୁ ପରାମର୍ଶ ଦେଇଛନ୍ତି

May 31st, 11:30 am

‘ମନ୍ କି ବାତ୍’ରେ ପୁଣିଥରେ ଆପଣମାନଙ୍କ ସହ ଯୋଡ଼ିହୋଇ ମୋତେ ବହୁତ ଖୁସି ଲାଗୁଛି । ଦେଶର ଭିନ୍ନ ଭିନ୍ନ ଅଞ୍ଚଳରେ ଆମ ଦେଶର ଲୋକେ ଦେଶ ହିତ, ସମାଜର ହିତ ପାଇଁ ଏଭଳି ଚମତ୍କାର କରୁଛନ୍ତି ଯେ ସେମାନଙ୍କ ବିଷୟରେ ଶୁଣିଲେ ଆମକୁ ନୂତନ ପ୍ରେରଣା ମିଳୁଛି । ଆଜିର କାର୍ଯ୍ୟକ୍ରମର ଆରମ୍ଭ ମୁଁ ଆଥଲେଟିକ୍ସରେ ଦେଶର ଏଭଳି ଗୋଟିଏ ଉପଲବ୍ଧିରୁ କରୁଛି । କିଛିଦିନ ପୂର୍ବେ ଝାଡ଼ଖଣ୍ଡର ରାଞ୍ଚିରେ ଜାତୀୟ ସିନିୟର ଆଥଲେଟିକ୍ସ ଫେଡେରେସନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ସମଗ୍ର ଦେଶରୁ ଆସିଥିବା ପ୍ରାୟ ୮୦୦ ଖେଳାଳି ଅଂଶଗ୍ରହଣ କରିଥିଲେ । ଏଥିରେ ଚାରୋଟି ଭିନ୍ନ ଇଭେଣ୍ଟରେ ଚାରୋଟି ଜାତୀୟ ରେକର୍ଡ ଭଙ୍ଗ ହେଲା । ଗୁରିନ୍ଦରବୀର ସିଂ, ବିଶାଳ ଟିକେ, ତେଜସ୍ୱୀନ ଶଙ୍କର, ଦେବ୍ ମୀଣା ଏବଂ କୂଲଦୀପ କୁମାର । ଏହି ବନ୍ଧୁମାନେ ବିଭିନ୍ନ ଶ୍ରେଣୀରେ ନୂତନ ରେକର୍ଡ ସୃଷ୍ଟି କଲେ । ସର୍ବପ୍ରଥମେ ମୁଁ ଏମାନଙ୍କୁ ସମସ୍ତଙ୍କୁ ଅନେକ ଅନେକ ଅଭିନନ୍ଦନ ଜଣାଉଛି ।

ଗୋଆ ରାଜ୍ୟ ପ୍ରତିଷ୍ଠା ଦିବସ ଅବସରରେ ଗୋଆବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

May 30th, 08:36 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୋଆ ରାଜ୍ୟ ପ୍ରତିଷ୍ଠା ଦିବସ ଅବସରରେ ଆଜି ଗୋଆବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭାରତ ଶକ୍ତି ସପ୍ତାହ ୨୦୨୬ର ଉଦଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 27th, 10:15 am

କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ , ଗୋଆର ମୁଖ୍ୟମନ୍ତ୍ରୀ, ଅନ୍ୟ ମନ୍ତ୍ରୀଗଣ , ରାଷ୍ଟ୍ରଦୂତ, ସିଇଓ, ସମ୍ମାନିତ ଅତିଥି ଏବଂ ଅନ୍ୟ ସମସ୍ତ ମାନ୍ୟଗଣ୍ୟବ୍ୟକ୍ତି , ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !

ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭାରତ ଶକ୍ତି ସପ୍ତାହ ୨୦୨୬ର ଉଦଘାଟନୀ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 27th, 10:08 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ଭାରତ ଶକ୍ତି ସପ୍ତାହ-୨୦୨୬’ର ଉଦଘାଟନ ସମାରୋହକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ଶ୍ରୀ ମୋଦୀ କହିଛନ୍ତି ଯେ, ଶକ୍ତି ସପ୍ତାହର ଏହି ନୂତନ ସଂସ୍କରଣରେ ପ୍ରାୟ ୧୨୫ଟି ଦେଶର ପ୍ରତିନିଧି ଗୋଆରେ ଏକତ୍ରିତ ହୋଇଛନ୍ତି। ସମସ୍ତ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରି ପ୍ରତିନିଧିମାନେ ଶକ୍ତି-ସୁରକ୍ଷା ଏବଂ ସ୍ଥାୟୀ ଭବିଷ୍ୟତ ବିଷୟରେ ଆଲୋଚନା କରିବା ପାଇଁ ଭାରତ ଆସିଛନ୍ତି ବୋଲି ଉଲ୍ଲେଖ କରିଛନ୍ତି।

ଗୋଆ ମୁକ୍ତି ଦିବସରେ ସ୍ୱାଧୀନତା ସଂଗ୍ରାମୀଙ୍କ ବଳିଦାନକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ

December 19th, 10:35 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଗୋଆ ମୁକ୍ତି ଦିବସ ଦେଶକୁ ଭାରତର ଜାତୀୟ ଯାତ୍ରାର ଏକ ନିର୍ଣ୍ଣାୟକ ଅଧ୍ୟାୟ ମନେ ପକାଉଛି। ଯେଉଁମାନେ ଅନ୍ୟାୟକୁ ସ୍ୱୀକାର କରିବାକୁ ମନା କରିଥିଲେ ଏବଂ ସାହସ ଓ ଦୃଢ଼ ବିଶ୍ୱାସର ସହ ସ୍ୱାଧୀନତା ପାଇଁ ଲଢ଼ିଥିଲେ, ସେମାନଙ୍କ ଅଦମ୍ୟ ଉତ୍ସାହକୁ ସେ ସ୍ମରଣ କରିଥିଲେ। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ଗୋଆର ସାମଗ୍ରିକ ପ୍ରଗତି ଦିଗରେ କାର୍ଯ୍ୟ କରୁଥିବାରୁ ସେମାନଙ୍କ ବଳିଦାନ ଦେଶକୁ ପ୍ରେରଣା ଯୋଗାଇବ।

ଗୋଆର ଅର୍ପୋରା ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

December 07th, 07:08 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୋଆର ଅର୍ପୋରା ଠାରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ ମଧ୍ୟ ଏହି ଦୁର୍ଘଟଣାରେ ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।

ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପାର୍ତ୍ତଗଳି ଜୀବୋତ୍ତମ ମଠର ୫୫୦ତମ ବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 28th, 03:35 pm

ଆଜିର ଏହି ପବିତ୍ର ଅବସର ମୋ ମନକୁ ଅତି ଆନନ୍ଦିତ କରିଛି। ସନ୍ଥ ଏବଂ ମୁନିମାନଙ୍କ ଗହଣରେ ବସିବା ନିଜର ଏକ ଆଧ୍ୟାତ୍ମିକ ଅନୁଭୂତି। ଏଠାରେ ଉପସ୍ଥିତ ବହୁ ସଂଖ୍ୟକ ଭକ୍ତ ଏହି ମଠର ଶତାବ୍ଦୀ ପୁରୁଣା ସ୍ପନ୍ଦନଶୀଳ ଶକ୍ତିକୁ ଆହୁରି ମଜବୁତ କରେ। ଏହି ସମାରୋହରେ ଆପଣମାନଙ୍କ ମଧ୍ୟରେ ଉପସ୍ଥିତ ରହିବା ପାଇଁ ମୁଁ ନିଜକୁ ଭାଗ୍ୟବାନ ମନେ କରୁଛି। ଏଠାକୁ ଆସିବା ପୂର୍ବରୁ, ମୁଁ ରାମ ମନ୍ଦିର ଏବଂ ବୀର ବିଟ୍ଠଲ ମନ୍ଦିରରେ ପ୍ରାର୍ଥନା କରିବାର ସୌଭାଗ୍ୟ ପାଇଥିଲି। ସେଠାକାର ଶାନ୍ତ ଏବଂ ଭକ୍ତିପୂର୍ଣ୍ଣ ପରିବେଶ ଏହି ସମାରୋହର ଆଧ୍ୟାତ୍ମିକ ସାରକୁ ଆହୁରି ଗଭୀର କରିଥିଲା ।

ଗୋଆରେ ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପର୍ତଗଲି ଜୀବୋତ୍ତମ ମଠର ୫୫୦ତମ ବାର୍ଷିକୀ ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

November 28th, 03:30 pm

28.11.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୋଆରେ ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପର୍ତଗଲି ଜୀବୋତ୍ତମ ମଠର ୫୫୦ତମ ବାର୍ଷିକୀ ସମାରୋହରେ ଉଦବୋଧନ ଦେଇଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ପବିତ୍ର ଅବସରରେ ତାଙ୍କର ମନ ଗଭୀର ଶାନ୍ତିରେ ପରିପୂର୍ଣ୍ଣ। ସେ ଆଲୋକପାତ କରିଥିଲେ ଯେ ସନ୍ଥମାନଙ୍କ ଉପସ୍ଥିତିରେ ବସିବା ବାସ୍ତବରେ ଏକ ଆଧ୍ୟାତ୍ମିକ ଅନୁଭୂତି। ଏଠାରେ ଉପସ୍ଥିତ ବହୁ ସଂଖ୍ୟକ ଭକ୍ତ ଏହି ମଠର ଶତାବ୍ଦୀ ପୁରୁଣା ଜୀବନ୍ତ ଶକ୍ତିକୁ ଆହୁରି ବୃଦ୍ଧି କରୁଛନ୍ତି ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ କହିଥିଲେ ଯେ ଆଜି ଏହି ସମାରୋହରେ ଲୋକଙ୍କ ମଧ୍ୟରେ ଉପସ୍ଥିତ ରହିବା ପାଇଁ ସେ ନିଜକୁ ଭାଗ୍ୟବାନ ମନେ କରୁଛନ୍ତି। ସେ ଉଲ୍ଲେଖ କରିଥିଲେ ଯେ ଏଠାକୁ ଆସିବା ପୂର୍ବରୁ ତାଙ୍କୁ ରାମ ମନ୍ଦିର ଏବଂ ବୀର ବିଠଲ ମନ୍ଦିର ପରିଦର୍ଶନ କରିବାର ସୌଭାଗ୍ୟ ମିଳିଥିଲା। ସେ କହିଥିଲେ ଯେ ସେଠାକାର ଶାନ୍ତି ଏବଂ ପରିବେଶ ଏହି ସମାରୋହର ଆଧ୍ୟାତ୍ମିକତାକୁ ଆହୁରି ଗଭୀର କରିଛି।

ନଭେମ୍ବର ୨୮ରେ ପ୍ରଧାନମନ୍ତ୍ରୀଙ୍କ କର୍ଣ୍ଣାଟକ ଓ ଗୋଆ ଗସ୍ତ

November 27th, 12:04 pm

ପ୍ରଧାନମନ୍ତ୍ରୀ ନଭେମ୍ବର ୨୮ରେ କର୍ଣ୍ଣାଟକ ଓ ଗୋଆ ଗସ୍ତରେ ଯିବେ । ପୂର୍ବାହ୍ନ ପ୍ରାୟ ୧୧ଟା ୩୦ରେ ପ୍ରଧାନମନ୍ତ୍ରୀ କର୍ଣ୍ଣାଟକର ଉଡୁପି ସ୍ଥିତ ଶ୍ରୀ କୃଷ୍ଣ ମଠକୁ ଗସ୍ତ କରିବେ । ପରେ ସେ ଗୋଆ ଯିବେ, ଯେଉଁଠାରେ ଅପରାହ୍ନ ୩ଟା ୧୫ରେ ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପାର୍ତ୍ତଗଳି ଜୀବୋତ୍ତମ ମଠର ୫୫୦ ବର୍ଷପୂର୍ତ୍ତି ଅବସରରେ ଅନୁଷ୍ଠିତ ‘ଶ୍ରାଦ୍ଧ ପଞ୍ଚଶତମନୋତ୍ସବ’ ପରିଦର୍ଶନ କରିବେ

Prime Minister welcomes increased participation of youth in events like Ironman 70.3 at Goa

November 09th, 10:00 pm

The Prime Minister, Shri Narendra Modi has welcomed the increased participation by youth in events like Ironman 70.3 which was held in Goa today. Shri Modi stated that such events contribute towards FitIndia movement. Congratulations to everyone who took part. Delighted that two of our young Party colleagues, Annamalai and Tejasvi Surya are among those who have successfully completed the Ironman Triathlon, Shri Modi said.

ରବି ନାଏକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

October 15th, 08:58 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୋଆ ସରକାରଙ୍କ ମନ୍ତ୍ରୀ ଶ୍ରୀ ରବି ନାଏକଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଭାରତରେ ଫିଡେ ବିଶ୍ୱକପକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

August 26th, 11:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତ ଦ୍ୱାରା ପ୍ରତିଷ୍ଠିତ ଫିଡେ ବିଶ୍ୱକପ ୨୦୨୫ ଆୟୋଜନ କରିବାକୁ ପ୍ରସ୍ତୁତି କରୁଥିବାରୁ ଅତ୍ୟନ୍ତ ଗର୍ବ ଏବଂ ଉତ୍ସାହ ପ୍ରକାଶ କରିଛନ୍ତି । ଦୁଇ ଦଶନ୍ଧିରୁ ଅଧିକ ସମୟ ପରେ ଭାରତ ମାଟିରେ ଏହି ଟୁର୍ଣ୍ଣାମେଣ୍ଟ ହେବାକୁ ଯାଉଛି ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଗୋଆର ମୁଖ୍ୟମନ୍ତ୍ରୀ

August 20th, 06:11 pm

ଗୋଆର ମୁଖ୍ୟମନ୍ତ୍ରୀ ଡକ୍ଟର ପ୍ରମୋଦ ସାୱନ୍ତ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଗୋଆର ରାଜ୍ୟପାଳ

August 04th, 05:04 pm

ଗୋଆର ରାଜ୍ୟପାଳ ଶ୍ରୀ ପୁସାପତି ଅଶୋକ ଗଜପତି ରାଜୁ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

2047 ରେ ବିକଶିତ ଭାରତର ମାର୍ଗ ଆତ୍ମନିର୍ଭରଶୀଳତା ମାଧ୍ୟମରେ ଯାଇଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

July 27th, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆଉ ଥରେ ଦେଶର ସଫଳତା ଏବଂ ଦେଶବାସୀଙ୍କ ଉପଲବ୍ଧି ବିଷୟରେ କଥା ହେବା । ଗତ କିଛି ସପ୍ତାହରେ କ୍ରୀଡ଼ା ହେଉ, ବିଜ୍ଞାନ ହେଉ କିମ୍ବା ସଂସ୍କୃତି ହେଉ, ବହୁତ କିଛି ଏମିତି ହୋଇଛି, ଯାହା ଉପରେ ପ୍ରତ୍ୟେକ ଭାରତବାସୀ ଗର୍ବିତ । ଏବେ ନିକଟରେ ଶୁଭାଂଶୁ ଶୁକ୍ଳାଙ୍କ ମହାକାଶରୁ ଫେରିବାକୁ ନେଇ ଦେଶରେ ବହୁତ ଚର୍ଚ୍ଚା ହେଲା । ଶୁଭାଂଶୁ ଯେମିତି ପୃଥିବୀପୃଷ୍ଠରେ ସୁରକ୍ଷିତ ଭାବେ ଓହ୍ଲାଇଲେ, ଲୋକେ ଉତ୍ସାହିତ ହୋଇଉଠିଲେ । ପ୍ରତ୍ୟେକ ହୃଦୟରେ ଖୁସିର ଲହରି ଖେଳିଗଲା । ସମଗ୍ର ଦେଶ ଗର୍ବରେ ପରିପୂର୍ଣ୍ଣ ହୋଇଗଲା । ମୋର ମନେଅଛି, ଯେତେବେଳେ ଅଗଷ୍ଟ ୨୦୨୩ରେ ଚନ୍ଦ୍ରଯାନ-୩ର ସଫଳ ଅବତରଣ ହୋଇଥିଲା, ସେତେବେଳେ ଦେଶରେ ଗୋଟିଏ ନୂଆ ବାତାବରଣ ସୃଷ୍ଟି ହୋଇଥିଲା । ବିଜ୍ଞାନକୁ ନେଇ, ମହାକାଶକୁ ନେଇ ପିଲାମାନଙ୍କ ମନରେ ଏକ ନୂଆ ଜିଜ୍ଞାସା ମଧ୍ୟ ଜାଗ୍ରତ ହୋଇଥିଲା । ଏବେ ଛୋଟ ଛୋଟ ପିଲାମାନେ କହୁଛନ୍ତି, ଆମେ ବି ମହାକାଶକୁ ଯିବୁ । ଆମେ ବି ଚନ୍ଦ୍ରପୃଷ୍ଠରେ ଓହ୍ଲାଇବୁ – ମହାକାଶ ବିଜ୍ଞାନୀ ହେବୁ ।

ପ୍ରତିଷ୍ଠା ଦିବସରେ ଗୋଆବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

May 30th, 04:43 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୋଆର ଲୋକମାନଙ୍କୁ ରାଜ୍ୟ ପ୍ରତିଷ୍ଠା ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ଏହି ଅବସରରେ ଶ୍ରୀ ମୋଦୀ କହିଛନ୍ତି, “ଗୋଆର ଅନନ୍ୟ ସଂସ୍କୃତି ଭାରତର ଗୌରବ । ଗୋଆ ଲୋକମାନେ ବିଭିନ୍ନ କ୍ଷେତ୍ରରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ଏହି ରାଜ୍ୟ ସର୍ବଦା ସମଗ୍ର ବିଶ୍ୱରୁ ଲୋକମାନଙ୍କୁ ଆକର୍ଷିତ କରିଆସିଛି ।”

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଗୋଆ ମୁଖ୍ୟମନ୍ତ୍ରୀ

January 23rd, 02:48 pm

ଗୋଆର ମୁଖ୍ୟମନ୍ତ୍ରୀ ଡ. ପ୍ରମୋଦ ସାୱନ୍ତ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

ଜାନୁଆରୀ ୧୮ ରେ ସ୍ୱାମିତ୍ଵ ଯୋଜନା ଅଧୀନରେ ସମ୍ପତ୍ତି ମାଲିକଙ୍କୁ ୬୫ ଲକ୍ଷରୁ ଅଧିକ ସମ୍ପତ୍ତି କାର୍ଡ ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

January 16th, 08:44 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୧୮ ତାରିଖ ଅପରାହ୍ନ ପ୍ରାୟ ୧୨.୩୦ ରେ ୧୦ଟି ରାଜ୍ୟ ଏବଂ ୨ ଟି କେନ୍ଦ୍ର ଶାସିତ ଅଞ୍ଚଳର ୨୩୦ରୁ ଅଧିକ ଜିଲ୍ଲାର ୫୦,୦୦୦ ରୁ ଅଧିକ ଗ୍ରାମର ସମ୍ପତ୍ତି ମାଲିକମାନଙ୍କୁ ସ୍ୱାମିତ୍ଵ ଯୋଜନା ଅଧୀନରେ ୬୫ ଲକ୍ଷରୁ ଅଧିକ ସମ୍ପତ୍ତି କାର୍ଡ ବଣ୍ଟନ କରିବେ ।

ସମ୍ବିଧାନ ହେଉଛି ଆମର ମାର୍ଗଦର୍ଶକ :ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

December 29th, 11:30 am

ମନ୍ କୀ ବାତ୍ ର ଏହି ଏପିସୋଡ୍ ରେ ପ୍ରଧାନମନ୍ତ୍ରୀ ମୋଦୀ ସମ୍ବିଧାନର 75ତମ ବାର୍ଷିକୀ ଏବଂ ପ୍ରୟାଗରାଜରେ ମହାକୁମ୍ଭ ପାଇଁ ପ୍ରସ୍ତୁତି ସମେତ ଭାରତର ସଫଳତା ବିଷୟରେ ପ୍ରତିଫଳନ କରିଥିଲେ। ବସ୍ତର ଅଲିମ୍ପିକ୍ସର ସଫଳତାକୁ ସେ ପ୍ରଶଂସା କରିବା ସହ ମ୍ୟାଲେରିଆ ନିରାକରଣ ଏବଂ ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ କର୍କଟ ଚିକିତ୍ସା କ୍ଷେତ୍ରରେ ଅଗ୍ରଗତି ଭଳି ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟ ସଫଳତା ଉପରେ ଆଲୋକପାତ କରିଥିଲେ । ଏହାବ୍ୟତୀତ ଓଡ଼ିଶାର କଳାହାଣ୍ଡିରେ ହୋଇଥିବା କୃଷି ପରିବର୍ତ୍ତନକୁ ସେ ପ୍ରଶଂସା କରିଥିଲେ।

PM to distribute over 50 lakh property cards to property owners under SVAMITVA Scheme

December 26th, 04:50 pm

Prime Minister Shri Narendra Modi will distribute over 50 lakh property cards under SVAMITVA Scheme to property owners in over 46,000 villages in 200 districts across 10 States and 2 Union territories on 27th December at around 12:30 PM through video conferencing.