ନେକ୍ସଟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 12th, 10:47 pm

ଆଜି, ମାର୍ଚ୍ଚ ୧୨ ତାରିଖ, ଏକ ଐତିହାସିକ ଦିନ । ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ମହାତ୍ମା ଗାନ୍ଧୀ ସାବରମତୀ ଆଶ୍ରମରୁ ଦାଣ୍ଡି ଯାତ୍ରା ଆରମ୍ଭ କରିଥିଲେ । ଏହା ଭାରତର ସ୍ୱାଧୀନତା ଆନ୍ଦୋଳନରେ ଏକ ନୂତନ ମୋଡ଼ ଥିଲା, କାରଣ ଏହି ଯାତ୍ରା ଦେଶର ପ୍ରତିଟି କୋଣକୁ ଏକମାତ୍ର ଲକ୍ଷ୍ୟ ‘ଭାରତର ସ୍ୱାଧୀନତା’ ସହିତ ଯୋଡ଼ିଥିଲା। ଆଜି ଏହି ଐତିହାସିକ ଯାତ୍ରାର ପ୍ରାୟ ୧୦୦ ବର୍ଷ ପରେ, ଆମେ ଭାରତୀୟମାନେ ଆଉ ଏକ ଯାତ୍ରାରେ ବାହାରିଛୁ । ଏହି ଯାତ୍ରା ହେଉଛି ବିକଶିତ ଭାରତର ଯାତ୍ରା । ଆମର ଲକ୍ଷ୍ୟ ଗୋଟିଏ, ଆମର ଗନ୍ତବ୍ୟ ସ୍ଥଳ ମଧ୍ୟ ଗୋଟିଏ, ତାହା ହେଲା- ବିକଶିତ ଭାରତ। ଏହି ଲକ୍ଷ୍ୟ ପ୍ରାପ୍ତି ଦିଗରେ, ଏହିଭଳି ସମ୍ମିଳନୀରେ ହେଉଥିବା ମନ୍ଥନ ଏବଂ ସେଥିରୁ ବାହାରୁଥିବା ଅମୃତ ଏକ ବଡ଼ ଭୂମିକା ଗ୍ରହଣ କରେ । ମୋତେ ନେକ୍ସଟ ସମ୍ମିଳନୀକୁ (Nxt Summit) ନିମନ୍ତ୍ରଣ କରିଥିବାରୁ ମୁଁ ଆପଣ ସମସ୍ତଙ୍କ ନିକଟରେ କୃତଜ୍ଞ । ଏଠାକୁ ଦେଶ ଓ ବିଦେଶରୁ ଅନେକ ସହକର୍ମୀ ଆସିଛନ୍ତି; କିଛି ପୁରୁଣା ପରିଚିତ ମଧ୍ୟ ଅଛନ୍ତି । ମୁଁ ଆପଣ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି । ବନ୍ଧୁଗଣ, ୨୧ତମ ଶତାବ୍ଦୀର ଏହି ସମୟ ‘ନ ଭୂତୋ ନ ଭବିଷ୍ୟତି’ (ଯାହା ପୂର୍ବରୁ କେବେ ଘଟିନି କି ଭବିଷ୍ୟତରେ ଘଟିବ ନାହିଁ) ଭଳି । ଗୋଟିଏ ପଟେ ଯୁଦ୍ଧର ଭୟାବହତା ରହିଛି, ଯୋଗାଣ ଶୃଙ୍ଖଳା ପୁଣି ଥରେ ନଷ୍ଟ ହେଉଛି ଏବଂ ଜାତିସଂଘ ଭଳି ବିଶ୍ୱସ୍ତରୀୟ ସଂସ୍ଥାଗୁଡ଼ିକର ପ୍ରାସଙ୍ଗିକତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେଉଛି । ଏଭଳି ସମୟରେ, ଏହି ପ୍ରତିକୂଳ ପରିସ୍ଥିତି ମଧ୍ୟରେ ବି ଆମ ଭାରତ ଅଗ୍ରସର ହେଉଛି । ଆଜି ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ, ଯେଉଁ ଦେଶର ନାମ ସବୁଠାରୁ ଅଧିକ ଆଲୋଚନା ହେଉଛି, ତାହା ହେଉଛି ଭାରତ । ସାମ୍ପ୍ରତିକ ଅନେକ ସଙ୍କଟ ମଧ୍ୟରେ, ବିଶ୍ୱର ପ୍ରତ୍ୟେକ ଗମ୍ଭୀର ନେତା ଏବଂ ପ୍ରତ୍ୟେକ ଜ୍ଞାନୀ ବ୍ୟକ୍ତିଙ୍କର ଭାରତ ପ୍ରତି ବହୁତ ବଡ଼ ଆଶା ରହିଛି । ନିକଟରେ ଫିନଲ୍ୟାଣ୍ଡର ରାଷ୍ଟ୍ରପତି ଆଲେକ୍ସଜାଣ୍ଡାର ଷ୍ଟବ ଭାରତ ଆସିଥିଲେ । ସେ କହିଥିଲେ ଯେ ‘ଦକ୍ଷିଣ ବିଶ୍ୱ (ଗ୍ଲୋବାଲ ସାଉଥ’) ଏବେ ବିଶ୍ୱର ଦିଗ ନିର୍ଣ୍ଣୟ କରିବ ଏବଂ ସେହି ଦିଗ ନିର୍ଦ୍ଧାରଣ କରିବାରେ ଭାରତ ସବୁଠାରୁ ଶକ୍ତିଶାଳୀ ଦେଶ ହେବ । ଏହା ପୂର୍ବରୁ କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ କାର୍ଣ୍ଣି ମଧ୍ୟ କହିଥିଲେ ଯେ ଆଗାମୀ ତିନି ଦଶନ୍ଧି ମଧ୍ୟରେ ବିଶ୍ୱର ଅର୍ଥନୈତିକ ମାଧ୍ୟାକର୍ଷଣ ଯେଉଁ କେନ୍ଦ୍ରକୁ ସ୍ଥାନାନ୍ତରିତ ହେଉଛି, ତାହା ହେଉଛି ଭାରତ । ଫ୍ରାନ୍ସର ରାଷ୍ଟ୍ରପତି ମାକ୍ରୋଁ ମଧ୍ୟ ବିଶ୍ୱାସ କରନ୍ତି ଯେ ବିଶ୍ୱର ବଡ଼ ବଡ଼ ସମସ୍ୟାର ସମାଧାନ ପାଇଁ ଭାରତ ଏକ ଅପରିହାର୍ଯ୍ୟ ଅଂଶୀଦାର ପାଲଟିଛି । ଆଜି ଯଦି ଆମେ ବୈଷୟିକ ଏବଂ ଅର୍ଥନୈତିକ ଜଗତର ବିଶ୍ୱସ୍ତରୀୟ ନେତାମାନଙ୍କ ବକ୍ତବ୍ୟର ସାରାଂଶ କାଢ଼ିବା, ତେବେ କେବଳ ଗୋଟିଏ ଭାବନା ଉକୁଟି ଆସେ - ଯଦି ଆପଣ ଭବିଷ୍ୟତର ଅଂଶ ହେବାକୁ ଚାହୁଁଛନ୍ତି, ତେବେ ଆପଣଙ୍କୁ ଭାରତ ସହିତ ଯୋଡ଼ି ହେବାକୁ ପଡ଼ିବ; ଆପଣଙ୍କୁ ଭାରତରେ ରହିବାକୁ ହେବ ।

ଏନଏକ୍ସଟି ଶିଖର ସମ୍ମିଳନୀକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

March 12th, 08:30 pm

ପ୍ରଧାନମନ୍ତ୍ରୀ ଆଜି ଆଇଟିଭି ନେଟୱାର୍କର ଏନଏକ୍ସଟି ଶିଖର ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ଐତିହାସିକ ଦାଣ୍ଡିଯାତ୍ରାର ବାର୍ଷିକୀ ସଂପର୍କରେ ଉଲ୍ଲେଖ କରି ସେ ଭାରତର ସ୍ବାଧୀନତା ସଂଗ୍ରାମ ସହ ଏକ ବିକଶିତ ଦେଶ ହେବାକୁ ଭାରତ ଚଳାଇଥିବା ଅଭିଯାନର ସମାନତା ଆଙ୍କିଥିଲେ। ଶ୍ରୀ ମୋଦି ଗୁରୁତ୍ୱାରୋପ କରି କହିଥିଲେ ଯେ ଯେପରି ୧୯୩୦ ମାର୍ଚ୍ଚ ଦେଶକୁ ସ୍ୱାଧୀନତା ଆଡକୁ ନେଇଥିଲା, ସେହିପରି ବର୍ତ୍ତମାନର ବିକଶିତ ଭାରତ ମିଶନ ହେଉଛି ୧୪୦ କୋଟି ଭାରତୀୟଙ୍କ ସାମୂହିକ ଲକ୍ଷ୍ୟ। ସେ କହିଥିଲେ, ଆଜି, ସେହି ଐତିହାସିକ ଯାତ୍ରାର ପ୍ରାୟ ୧୦୦ ବର୍ଷ ପରେ, ଆମେ ଭାରତୀୟମାନେ ପୁଣି ଥରେ 'ବିକଶିତ ଭାରତ' ପାଇଁ ଏକ ନୂତନ ଯାତ୍ରା ଆରମ୍ଭ କରିଛୁ।

India must not only fulfill its own needs but also emerge as a global food supplier: PM Modi

May 29th, 06:45 pm

The Prime Minister Shri Narendra Modi addressed the Viksit Krishi Sankalp Abhiyan via video conferencing today. Delivering his remarks on the occasion, he remarked that the launch of the Viksit Krishi Sankalp Abhiyan as a significant initiative for farmers and an unique effort to support agricultural development.

ବିକଶିତ କୃଷି ସଂକଳ୍ପ ଅଭିଯାନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

May 29th, 06:44 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ବିକଶିତ କୃଷି ସଂକଳ୍ପ ଅଭିଯାନକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ନିଜର ବକ୍ତବ୍ୟ ପ୍ରଦାନ କରି ସେ କହିଥିଲେ ଯେ କୃଷକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଏବଂ କୃଷି ବିକାଶକୁ ସହାୟତା କରିବା ଲାଗି ଏକ ଅନନ୍ୟ ପ୍ରୟାସ ଭାବେ ବିକଶିତ କୃଷି ସଂକଳ୍ପ ଅଭିଯାନର ଶୁଭାରମ୍ଭ କରାଯାଇଛି। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ ମୌସୁମୀ ଋତୁ ପାଖେଇ ଆସୁଥିବା ବେଳେ ଏବଂ ଖରିଫ ଋତୁ ପାଇଁ ପ୍ରସ୍ତୁତି ଆରମ୍ଭ ହେବା ସହିତ ଆଗାମୀ ୧୨ ରୁ ୧୫ ଦିନ ମଧ୍ୟରେ ବୈଜ୍ଞାନିକ, ବିଶେଷଜ୍ଞ, ଅଧିକାରୀ ଏବଂ ପ୍ରଗତିଶୀଳ କୃଷକମାନଙ୍କୁ ନେଇ ଗଠିତ ୨୦୦୦ ଦଳ ୭୦୦ ରୁ ଅଧିକ ଜିଲ୍ଲାରେ ଯାତ୍ରା କରିବେ ଏବଂ ଗ୍ରାମାଞ୍ଚଳର ଲକ୍ଷ ଲକ୍ଷ କୃଷକଙ୍କ ନିକଟରେ ପହଞ୍ଚିବେ। ଭାରତର କୃଷି କ୍ଷେତ୍ରକୁ ସୁଦୃଢ଼ କରିବା ପାଇଁ ସେମାନଙ୍କର ଉତ୍ସର୍ଗୀକୃତତାକୁ ସ୍ୱୀକାର କରି ସେହି ସମସ୍ତ କୃଷକ ଏବଂ ଏହି ଦଳର ଅଂଶଗ୍ରହଣକାରୀଙ୍କୁ ଶୁଭେଚ୍ଛା ଜଣାଇଥିଲେ।

Viksit Haryana for Viksit Bharat, this is our resolve: PM Modi in Yamuna Nagar, Haryana

April 14th, 12:00 pm

PM Modi inaugurated and laid the foundation stone of various development projects in Yamuna Nagar, Haryana. He underlined that Haryana is witnessing the double speed of development under the Union & State governments. The PM expressed pride in advancing the vision of Dr. Ambedkar. He announced that the Thermal Power Plant will benefit Haryana. The PM honored the memory of Jallianwala Bagh patriots.

ହରିୟାଣାର ଯମୁନାନଗରରେ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ତଥା ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

April 14th, 11:54 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହରିୟାଣାର ଯମୁନା ନଗରରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ହରିୟାଣାବାସୀଙ୍କୁ ଶୁଭେଚ୍ଛା ଜଣାଇ, ଏହାକୁ ମା' ସରସ୍ୱତୀଙ୍କ ଜନ୍ମସ୍ଥାନ, ମନ୍ତ୍ର ଦେବୀଙ୍କ ବାସସ୍ଥାନ, ପଞ୍ଚମୁଖୀ ହନୁମାନ ଜୀଙ୍କ ସ୍ଥାନ ଏବଂ କପାଳମୋଚନ ସାହିବଙ୍କ ଆଶୀର୍ବାଦପ୍ରାପ୍ତ ସ୍ଥାନ ଭାବରେ ସ୍ୱୀକାର କରି ହରିୟାଣାର ପବିତ୍ର ଭୂମିକୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ସେ ଏହାକୁ ‘ସଂସ୍କୃତି, ଭକ୍ତି ଏବଂ ସମର୍ପଣର ସଂଗମ’ ଭାବରେ ବର୍ଣ୍ଣନା କରିଥିଲେ। ସେ ବାବାସାହେବ ଆମ୍ବେଦକରଙ୍କ ୧୩୫ତମ ଜୟନ୍ତୀ ଅବସରରେ ସମସ୍ତ ନାଗରିକଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି । ସେ ବାବାସାହେବଙ୍କ ଦୂରଦୃଷ୍ଟି ଏବଂ ପ୍ରେରଣାର ସ୍ମୃତିଚାରଣ କରିଥିଲେ, ଯାହା ଭାରତର ବିକାଶ ଯାତ୍ରାରେ ମାର୍ଗଦର୍ଶନ କରିଚାଲିଛି।

ଭିଡିଓ କନଫରେନ୍ସିଂ ଜରିଆରେ ରୋଜଗାର ମେଳା ଅଧୀନରେ ୭୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

December 23rd, 11:00 am

ଗତକାଲି ବିଳମ୍ବିତ ରାତିରେ ମୁଁ କୁଏତରୁ ଫେରିଥିଲି। ସେଠାରେ ମୁଁ ଭାରତର ଯୁବକ ଏବଂ ବୃତ୍ତିଜୀବୀମାନଙ୍କୁ ଭେଟିଲି, ଅନେକ କଥା ବାର୍ତ୍ତା ହୋଇଥିଲା । ଏବେ ଏଠାକୁ ଆସିବା ପରେ ଦେଶର ଯୁବପିଢ଼ିଙ୍କ ସହ ମୋର ପ୍ରଥମ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହା ଏକ ବହୁତ ଖୁସିର କଥା। ଆଜି ଦେଶର ହଜାର ହଜାର ଯୁବପିଢ଼ିଙ୍କ ପାଇଁ ଜୀବନର ଏକ ନୂଆ ଆରମ୍ଭ ହେଉଛି। ଆପଣଙ୍କର ବର୍ଷ ବର୍ଷର ସ୍ୱପ୍ନ ପୂରଣ ହୋଇଛି, ବର୍ଷ ବର୍ଷର କଠିନ ପରିଶ୍ରମ ସଫଳ ହୋଇଛି । ୨୦୨୪ର ଏହି ଅତିବାହିତ ବର୍ଷ ଆପଣଙ୍କୁ ଏବଂ ଆପଣଙ୍କ ପରିବାର ସଦସ୍ୟଙ୍କୁ ନୂଆ ଖୁସି ଦେବାକୁ ଯାଉଛି । ମୁଁ ସମସ୍ତ ଯୁବକମାନଙ୍କୁ ଏବଂ ଆପଣଙ୍କ ପରିବାରକୁ ମୋର ଅନେକ ଅନେକ ଅଭିନନ୍ଦନ ଜଣାଉଛି ।

ରୋଜଗାର ମେଳା ଅଧୀନରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗ ଓ ସଂସ୍ଥାରେ ନବନିଯୁକ୍ତ କର୍ମଚାରୀଙ୍କୁ ୭୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

December 23rd, 10:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରୋଜଗାର ମେଳାକୁ ସମ୍ବୋଧିତ କରିବା ସହ ବିଭିନ୍ନ ସରକାରୀ ବିଭାଗ ଏବଂ ସଂଗଠନରେ ନବନିଯୁକ୍ତ ଯୁବକଯୁବତୀମାନଙ୍କୁ ୭୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ରୋଜଗାର ମେଳା ନିଯୁକ୍ତି ସୃଷ୍ଟିକୁ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି । ଏହା ଯୁବପିଢ଼ିଙ୍କୁ ରାଷ୍ଟ୍ର ନିର୍ମାଣ ଓ ଆତ୍ମ-ସଶକ୍ତୀକରଣରେ ଯୋଗଦାନ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରି ସଶକ୍ତ କରିବ।

ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ସଚିବଙ୍କ ଚତୁର୍ଥ ଜାତୀୟ ସମ୍ମିଳନୀ ଅନୁଷ୍ଠିତ

December 15th, 10:15 pm

ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟ ସଚିବଙ୍କ ଚତୁର୍ଥ ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ । ଏହି ତିନି ଦିନିଆ ସମ୍ମିଳନୀ ୨୦୨୪ ଡିସେମ୍ବର ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା ।

ବିଶ୍ୱ ସମବାୟ ସମ୍ମିଳନୀ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 25th, 03:30 pm

ଭୁଟାନର ପ୍ରଧାନମନ୍ତ୍ରୀ, ମୋର ସାନ ଭାଇ, ଫିଜିର ଉପପ୍ରଧାନମନ୍ତ୍ରୀ, ଭାରତର ସମବାୟ ମନ୍ତ୍ରୀ ଅମିତ ଶାହା, ଅନ୍ତର୍ଜାତୀୟ ସମବାୟ ମେଣ୍ଟର ସଭାପତି, ଜାତିସଂଘର ସମସ୍ତ ପ୍ରତିନିଧିଗଣ, ବିଶ୍ଵରୁ ଏଠାକୁ ଆସିଥିବା ସମବାୟ ବିଶ୍ୱ ସହ ଜଡିତ ସମସ୍ତ ସହଯୋଗୀ, ସମଗ୍ର ବିଶ୍ୱର ମହିଳା ଏବଂ ଭଦ୍ରବ୍ୟକ୍ତିମାନେ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦ୍ୱାରା ଆଇସିଏ ବିଶ୍ୱ ସମବାୟ ସମ୍ମିଳନୀ ୨୦୨୪ ଉଦଘାଟିତ

November 25th, 03:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆଇସିଏ ବିଶ୍ୱ ସମବାୟ ସମ୍ମିଳନୀ ୨୦୨୪କୁ ଉଦଘାଟନ କରିଛନ୍ତି। ସମାରୋହକୁ ସମ୍ବୋଧିତ କରି ଶ୍ରୀ ମୋଦୀ ଭୁଟାନର ପ୍ରଧାନମନ୍ତ୍ରୀ ମହାମହିମ ଦାଶୋ ସେରିଙ୍ଗ ତୋବଗେ, ଫିଜିର ଉପପ୍ରଧାନମନ୍ତ୍ରୀ ମହାମହିମ ମାନୋଆ କାମିକାମିକା, କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହ, ଭାରତରେ ଅବସ୍ଥାପିତ ଜାତିସଂଘର ଆବାସିକ ସଂଯୋଜକ ସୋମ୍ବି ଶାର୍ପ, ଅନ୍ତର୍ଜାତୀୟ ସମବାୟ ମେଣ୍ଟର ସଭାପତି ଶ୍ରୀ ଏରିଏଲ ଗୁଆରକୋ, ବିଭିନ୍ନ ବିଦେଶୀ ଦେଶର ବିଶିଷ୍ଟ ବ୍ୟକ୍ତି ଏବଂ ଆଇସିଏ ଗ୍ଲୋବାଲ କୋଅପରେଟିଭ୍ ସମ୍ମିଳନୀ ୨୦୨୪ର ପ୍ରତିନିଧିମାନଙ୍କୁ ସ୍ୱାଗତ କରିଥିଲେ।

Mission of cleanliness is not a one day ritual but a lifelong ritual: PM Modi

October 02nd, 10:15 am

PM Modi commemorated the 10th anniversary of the Swachh Bharat Mission at Vigyan Bhawan, New Delhi. He launched sanitation projects worth over Rs 9,600 crore and emphasized the movement's significance as a public initiative involving millions of citizens. Highlighting collective efforts and community contributions, PM Modi celebrated the mission as a historic achievement that showcases India's commitment to cleanliness and environmental sustainability. The theme for this year’s campaign is “Swabhav Swachhata, Sanskaar Swachhata.”

ସ୍ୱଚ୍ଛ ଭାରତ ଦିବସ ୨୦୨୪ରେ ଅଂଶଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 02nd, 10:10 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସ୍ୱଚ୍ଛ ଭାରତ ମିଶନ ଶୁଭାରମ୍ଭର ୧୦ ବର୍ଷ ପୂର୍ତ୍ତି ଅବସରରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଅକ୍ଟୋବର ୨ ତାରିଖ ୧୫୫ତମ ଗାନ୍ଧୀ ଜୟନ୍ତୀ ଅବସରରେ ସ୍ୱଚ୍ଛ ଭାରତ ଦିବସ ୨୦୨୪ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି । ଶ୍ରୀ ମୋଦୀ ଅମୃତ ଏବଂ ଅମୃତ ୨.୦, ଜାତୀୟ ସ୍ୱଚ୍ଛ ଗଙ୍ଗା ମିଶନ ଏବଂ ଗୋବର ଧନ ଯୋଜନା ସମେତ ୯୬୦୦ କୋଟି ରୁ ଅଧିକ ଟଙ୍କାର ଅନେକ ପରିମଳ ଏବଂ ସ୍ୱଚ୍ଛତା ପ୍ରକଳ୍ପର ଶୁଭାରମ୍ଭ ଏବଂ ଶିଳାନ୍ୟାସ କରିଛନ୍ତି । ସ୍ୱଚ୍ଛତା ହିଁ ସେବା ୨୦୨୪ର ଥିମ୍ ହେଉଛି 'ସ୍ୱଭାବ ସ୍ୱଚ୍ଛତା, ସଂସ୍କାର ସ୍ୱଚ୍ଛତା'।

ସ୍ୱଚ୍ଛ ଭାରତ ମିଶନ ଶୁଭାରମ୍ଭର ୧୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଅକ୍ଟୋବର ୨ରେ ସ୍ୱଚ୍ଛ ଭାରତ ଦିବସ ୨୦୨୪ରେ ଅଂଶଗ୍ରହଣ କରିବେ ପ୍ରଧାନମନ୍ତ୍ରୀ

September 30th, 08:59 pm

ସ୍ୱଚ୍ଛତା ପାଇଁ ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ଜନ ଆନ୍ଦୋଳନ - ସ୍ୱଚ୍ଛ ଭାରତ ମିଶନ ଶୁଭାରମ୍ଭର ୧୦ ବର୍ଷ ପୂର୍ତ୍ତି ଉପଲକ୍ଷେ,ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୫୫ତମ ଗାନ୍ଧୀ ଜୟନ୍ତୀ ଅବସରରେ ଅକ୍ଟୋବର ୨ ତାରିଖ ସକାଳ ପ୍ରାୟ ୧୦ଟାରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ସ୍ୱଚ୍ଛ ଭାରତ ଦିବସ ୨୦୨୪ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ।

It is my mission to make sure water reaches every house & farmer in the country: PM Modi in Jalore

April 21st, 03:00 pm

Campaigning for the 2024 Lok Sabha election has intensified, with Prime Minister Narendra Modi, the star campaigner for the NDA, amplifying his support for BJP candidates in Rajasthan. Addressing a massive rally in Jalore, PM Modi said, “In the first phase of voting, half of Rajasthan has taught Congress a good lesson. Rajasthan, deeply rooted in patriotism, knows that Congress can never build a strong India.”

PM Modi delivers high-octane speeches at public meetings in Jalore and Banswara, Rajasthan

April 21st, 02:00 pm

Campaigning for the 2024 Lok Sabha election has intensified, with Prime Minister Narendra Modi, the star campaigner for the NDA, amplifying his support for BJP candidates in Rajasthan. PM Modi addressed public meetings in Jalore and Banswara today. Addressing the event, he said, “In the first phase of voting, half of Rajasthan has taught Congress a good lesson. Rajasthan, deeply rooted in patriotism, knows that Congress can never build a strong India.”

Banas Kashi Sankul will give a boost to the income of more than 3 lakh farmers: PM Modi

February 23rd, 02:45 pm

Prime Minister Narendra Modi inaugurated and laid the foundation stone for multiple development projects worth more than Rs 13,000 crore in Varanasi. Addressing the gathering, the Prime Minister expressed gratitude for being present in Kashi once again and recalled being elected as the Parliamentarian of the city 10 years ago. He said that in these 10 years, Banaras has transformed him into a Banarasi.

ବାରାଣସୀରେ ୧୩,୦୦୦ କୋଟି ରୁ ଅଧିକ ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ

February 23rd, 02:28 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାରାଣସୀରେ ୧୩,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ପ୍ରଧାନମନ୍ତ୍ରୀ ବାରାଣସୀର କରଖିଆଓଁସ୍ଥିତ ୟୁପିଏସଆଇଡିଏ ଆଗ୍ରୋ ପାର୍କରେ ନିର୍ମିତ ବନାସକଣ୍ଠା ଜିଲ୍ଲା ସମବାୟ ଦୁଗ୍ଧ ଉତ୍ପାଦକ ସଂଘ ଲିମିଟେଡର ଦୁଗ୍ଧ ପ୍ରକ୍ରିୟାକରଣ ୟୁନିଟ୍ ବନାସ କାଶୀ ସଂକୁଳ ପରିଦର୍ଶନ କରିବା ସହ ଗାଈ ହିତାଧିକାରୀଙ୍କ ସହ ଆଲୋଚନା କରିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ନିଯୁକ୍ତି ପତ୍ର ଏବଂ ଜିଆଇ-ଅନୁମୋଦିତ ଉପଭୋକ୍ତା ପ୍ରମାଣପତ୍ର ମଧ୍ୟ ପ୍ରଦାନ କରିଥିଲେ। ସଡ଼କ, ରେଳ, ବିମାନ ଚଳାଚଳ, ପର୍ଯ୍ୟଟନ, ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ, ନଗର ଉନ୍ନୟନ ଓ ପରିମଳ ଭଳି ଗୁରୁତ୍ବପୂର୍ଣ୍ଣ କ୍ଷେତ୍ରକୁ ଆଜିର ବିକାଶ ମୂଳକ ପ୍ରକଳ୍ପ ଗୁଡ଼ିକ ପରିପୂର୍ଣ୍ଣ କରୁଛି ।

ଜିସିଏମଏମ୍‌ଏଫ୍‌, ଅମୁଲ ଫେଡେରେସନର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

February 22nd, 11:30 am

ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ଗୁଜରାଟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭାଇ ପଟେଲ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ପୁରୁଷୋତ୍ତମ ରୁପାଲା ଜୀ, ସଂସଦରେ ମୋର ସହକର୍ମୀ ସି ଆର ପାଟିଲ, ଅମୁଲର ଅଧ୍ୟକ୍ଷ ଶ୍ରୀ ଶ୍ୟାମଲ ଭାଇ ଏବଂ ଏତେ ସଂଖ୍ୟାରେ ଏଠାକୁ ଆସିଥିବା ମୋର ଭାଇ ଓ ଭଉଣୀମାନେ!

ଗୁଜରାଟର ଅହମ୍ମଦାବାଦଠାରେ ଗୁଜୁରାଟ ସମବାୟ ଦୁଗ୍ଧ ବିପଣନ ମହାସଂଘର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ

February 22nd, 10:44 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅହମ୍ମଦାବାଦର ମୋତେରାସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଗୁଜରାଟ ସମବାୟ ଦୁଗ୍ଧ ବିପଣନ ମହାସଂଘ (ଜିସିଏମ୍ଏମ୍ଏଫ୍)ର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗ ଦେଇଛନ୍ତି। ଏହି ଅବସରରେ ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ଦେଖିବା ସହ ସୁବର୍ଣ୍ଣ ଜୟନ୍ତୀ କଫି ଟେବୁଲ ପୁସ୍ତକ ଉନ୍ମୋଚନ କରିଛନ୍ତି। ଜିସିଏମଏମଏଫ ସମବାୟ ସମିତିର ସ୍ଥିରତା, ସେମାନଙ୍କର ଉଦ୍ୟୋଗୀ ମନୋଭାବ ଏବଂ କୃଷକମାନଙ୍କର ଦୃଢ଼ ସଂକଳ୍ପର ଏକ ପ୍ରମାଣ, ଯାହା ଅମୁଲକୁ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦୁଗ୍ଧ ବ୍ରାଣ୍ଡରେ ପରିଣତ କରିଛି ।