Prime Minister’s meeting with H.E. Mr. Kyriakos Mitsotakis, Prime Minister of the Hellenic Republic of Greece
February 19th, 07:15 pm
On the sidelines of the AI Impact Summit, PM Modi met the Prime Minister of Greece, Kyriakos Mitsotakis. The two leaders reviewed the entire gamut of the bilateral strategic partnership and reaffirmed their commitment to further strengthening cooperation in new areas of interest. They noted that the India-EU FTA will open new avenues for trade and investment between the two countries.ଗ୍ରୀସ ପ୍ରଧାନମନ୍ତ୍ରୀଙ୍କ ଠାରୁ ଟେଲିଫୋନ କଲ୍ ପାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 19th, 02:51 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହେଲେନିକ ରିପବ୍ଲିକର ପ୍ରଧାନମନ୍ତ୍ରୀ ମହାମାନ୍ୟ କିରିଆକୋସ ମିତସୋତାକିସଙ୍କ ଠାରୁ ଫୋନ କଲ୍ ପାଇଛନ୍ତି ।ଗ୍ରୀସ୍ର ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 02nd, 08:22 am
ଗ୍ରୀସ୍ର ପ୍ରଧାନମନ୍ତ୍ରୀ ଶ୍ରୀ କିରିୟାକୋସ୍ ମିତ୍ସୋଟାକିସ୍ ଫୋନ୍ କଲ୍ କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥା ହୋଇଛନ୍ତି ।ଗ୍ରୀସ୍ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ୍ ବିବୃତି
February 21st, 01:30 pm
ପ୍ରଧାନମନ୍ତ୍ରୀ ମିତସୋ-ତାକିସ୍ ଏବଂ ତାଙ୍କ ପ୍ରତିନିଧି ଦଳକୁ ଭାରତରେ ସ୍ୱାଗତ କରି ମୁଁ ଅତ୍ୟନ୍ତ ଆନନ୍ଦିତ । ଗତବର୍ଷ ଗ୍ରୀସ୍ ଗସ୍ତ ପରେ ତାଙ୍କର ଭାରତ ଗସ୍ତ ଦୁଇ ଦେଶ ମଧ୍ୟରେ ରଣନୈତିକ ଭାଗିଦାରୀକୁ ସୁଦୃଢ଼ କରିବାର ସଙ୍କେତ। ଏବଂ ଷୋହଳ ବର୍ଷ ର ବ୍ୟବଧାନ ପରେ ଗ୍ରୀସ୍ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ନିଶ୍ଚିତ ଭାବରେ ଏକ ଐତିହାସିକ ଅବସର ।ଜି-୨୦ ୟୁନିଭର୍ସିଟି କନେକ୍ଟ ସମାପନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 26th, 04:12 pm
ଆସନ୍ତୁ ଗୋଟିଏ ମୁହୂର୍ତ୍ତ ପାଇଁ ଚିନ୍ତା କରିବା; ଆମେ ସେହି ଲୋକ ଯେଉଁମାନେ ଦେଶ ପାଇଁ ଜୀବନ ବଳିଦାନ ଦେବାର ସୁଯୋଗ ପାଇନାହୁଁ । ଭଗତ ସିଂହ, ସୁଖଦେବ, ଚନ୍ଦ୍ରଶେଖର ଓ ଆଜାଦଙ୍କୁ ଯେଉଁ ଭାଗ୍ୟ ମିଳିଥିଲା, ତାହା ଆମକୁ ମିଳିନଥିଲା। କିନ୍ତୁ ଆମେ ଭରତଙ୍କ ପାଇଁ ବଞ୍ଚିବାର ସୁଯୋଗ ପାଇଛୁ। ୧୦୦ ବର୍ଷ ପୁରୁଣାକୁ ଦେଖନ୍ତୁ ଏବଂ ୧୯୧୯, ୧୯୨୦, ୧୯୨୨, ୧୯୨୩, ୧୯୨୫ ମସିହାକୁ କଳ୍ପନା କରନ୍ତୁ । ସେହି ସମୟରେ ଯୁବକମାନେ ସ୍ଥିର କରିଥିଲେ ଯେ ଦେଶକୁ ମୁକ୍ତ କରିବା ପାଇଁ ଯାହା ବି କରିବାକୁ ପଡ଼ିବ ସେମାନେ କରିବେ। ସେମାନେ ଯାହା ବାଟ ପାଇବେ ତାହାକୁ ବ୍ୟବହାର କରିବେ। ଆଉ ସେହି ସମୟର ଯୁବକମାନେ ସେମାନଙ୍କ ଯାତ୍ରା ଆରମ୍ଭ କରିଥିଲେ । ସେମାନେ ସେମାନଙ୍କ ବହିଗୁଡ଼ିକୁ ଆଲମାରୀରେ ବନ୍ଦ କରି ଦେଉଥିଲେ ଏବଂ ସେମାନେ ଜେଲ୍ ଯିବାକୁ ପସନ୍ଦ କରୁଥିଲେ। ସେମାନେ ଫାଶୀ ଦଣ୍ଡ ଭୋଗିବାକୁ ପସନ୍ଦ କରୁଥିଲେ। ସେମାନେ ନିଜ ପାଇଁ ଯାହା ବି ରାସ୍ତା ପାଊଥିଲେ, ସେହି ରାସ୍ତାରେ ଚାଲୁଥିଲେ। ପ୍ରାୟ ୧୦୦ ବର୍ଷ ପୂର୍ବେ ସାହସିକତା ଚରମ ସୀମାରେ ପହଞ୍ଚିଥିଲା; ବଳିଦାନର ବାତାବରଣ ସୃଷ୍ଟି ହେଲା; ମାତୃଭୂମି ପାଇଁ ମରିବାର ଇଚ୍ଛା ଦୃଢ଼ ହୋଇଗଲା; ଏବଂ ୨୫ ବର୍ଷ ମଧ୍ୟରେ ଦେଶ ସ୍ୱାଧୀନ ହେଲା । ଏହା ଘଟିଲା କି ନାହିଁ ସାଥୀମାନେ, ସେମାନଙ୍କ ପ୍ରୟାସ ଯୋଗୁଁ ଏହା ଘଟିଛି କି ନାହିଁ? ସେହି ୨୫ ବର୍ଷ ମଧ୍ୟରେ ଯେଉଁ ଦେଶବ୍ୟାପୀ ଉତ୍ସାହ ସୃଷ୍ଟି ହୋଇଥିଲା ତାହା ୧୯୪୭ମସିହାରେ ଦେଶକୁ ସ୍ୱାଧୀନତା ଦେଇଥିଲା।ଜି - ୨୦ ବିଶ୍ୱବିଦ୍ୟାଳୟ କନେକ୍ଟ ଫିନାଲେକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
September 26th, 04:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଜି -୨୦ ବିଶ୍ୱବିଦ୍ୟାଳୟ କନେକ୍ଟ ଫିନାଲେ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ଭାରତର ଯୁବବର୍ଗଙ୍କ ମଧ୍ୟରେ ଭାରତର ଜି - ୨୦ ଅଧ୍ୟକ୍ଷତା ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ବିଭିନ୍ନ ଜି-୨୦ କାର୍ଯ୍ୟକ୍ରମରେ ସେମାନଙ୍କ ଅଂଶଗ୍ରହଣ ବୃଦ୍ଧି କରିବା ଉଦ୍ଦେଶ୍ୟରେ ଜି-୨୦ ବିଶ୍ୱବିଦ୍ୟାଳୟ ସଂଯୋଗ କାର୍ଯ୍ୟକ୍ରମ ହାତକୁ ନିଆ ଯାଇଥିଲା । ଏହି ଅବସରରେ ପ୍ରଧାନମନ୍ତ୍ରୀ ଜି-୨୦ ଭାରତ ଅଧ୍ୟକ୍ଷତାର ବୃହତ୍ ସଫଳତା : ଦୂରଦର୍ଶୀ ନେତୃତ୍ୱ, ଅନ୍ତର୍ଭୁକ୍ତି ଆଭିମୁଖ୍ୟ , ଭାରତର ଜି -୨୦ ଅଧ୍ୟକ୍ଷତା: ବସୁଧୈବ କୁଟୁମ୍ବକମ୍; ଜି-୨୦ ବିଶ୍ୱବିଦ୍ୟାଳୟ ସଂଯୋଗ କାର୍ଯ୍ୟକ୍ରମର ସଂକଳନ; ଏବଂ ଜି-୨୦ରେ ଭାରତୀୟ ସଂସ୍କୃତି ପ୍ରଦର୍ଶନ ଶୀର୍ଷକ ୪ଟି ପ୍ରକାଶନକୁ ଉନ୍ମୋଚନ କରିଥିଲେ ।ବେଙ୍ଗାଲୁରୁର ଇସ୍ରୋ କେନ୍ଦ୍ରରୁ ଫେରିବା ପରେ ଦିଲ୍ଲୀରେ ସମବେତ ଜନତାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 26th, 01:18 pm
ଆଜି ପ୍ରାତଃରେ ମୁଁ ବେଙ୍ଗାଲୁରୁରେ ଥିଲି, ସକାଳେ ବହୁତ ଶୀଘ୍ର ପହଞ୍ଚିଥିଲି ଆଉ ସ୍ଥିର କରିଥିଲି ଯେ ଭାରତକୁ ଯାଇ ଦେଶକୁ ଏତେ ବିରାଟ ସିଦ୍ଧି ପ୍ରଦାନ କରାଇଥିବା ବୈଜ୍ଞାନିକମାନଙ୍କର ଦର୍ଶନ କରିବି ଆଉ ଏଥିପାଇଁ ମୁଁ ସକାଳୁ- ସକାଳୁ ସେଠାକୁ ଚାଲିଗଲି । କିନ୍ତୁ ସେଠାରେ ଜନତା ଜନାର୍ଦ୍ଦନ ସକାଳୁ ହିଁ ସୂର୍ଯ୍ୟୋଦୟର ମଧ୍ୟ ପୂର୍ବରୁ ହାତରେ ତିରଙ୍ଗା ଧରି ଚନ୍ଦ୍ରଯାନର ସଫଳତା ପାଇଁ ଯେଉଁ ପ୍ରକାରର ଉତ୍ସବ ପାଳନ କଲେ, ତାହା ହେଉଛି ଖୁବ ପ୍ରେରିତ କରିବା ଭଳି ଆଉ ଏବେ ଟାଣ ଖରାରେ ସୂର୍ଯ୍ୟ ବରାବର ଉତପ୍ତ ହେଉଅଛି ଆଉ ଏହି ମାସରେ ଖରା ତ ଚମଡ଼ାକୁ ମଧ୍ୟ ଚିରି ଦେଇଥାଏ । ଏଭଳି ଟାଣ ଖରାରେ ଆପଣ ସମସ୍ତଙ୍କର ଏଠାକୁ ଆସିବା ଆଉ ଚନ୍ଦ୍ରଯାନର ସଫଳତାକୁ ଉତ୍ସବ ଭଳି ପାଳନ କରିବା ଏବଂ ମୋତେ ମଧ୍ୟ ଏହି ପାଳନର ଅଂଶୀଦାର ହେବାର ସୌଭାଗ୍ୟ ମିଳିଲା, ଏହା ମଧ୍ୟ ହେଉଛି ମୋର ସୌଭାଗ୍ୟ । ଆଉ ମୁଁ ଏଥିପାଇଁ ଆପଣ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ।ଦିଲ୍ଲୀରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ପ୍ରଦାନ କରାଯାଇଛି
August 26th, 12:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଦିଲ୍ଲୀରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଚନ୍ଦ୍ରଯାନ- 3 ମୁନ ଲ୍ୟାଣ୍ଡର ସଫଳ ଅବତରଣ ପରେ ଇସ୍ରୋ ଟିମ୍ କୁ ସାକ୍ଷାତ କରିବା ପରେ ପ୍ରଧାନମନ୍ତ୍ରୀ ଆଜି ବେଙ୍ଗାଲୁରୁରୁ ଦିଲ୍ଲୀ ଠାରେ ପହଞ୍ଚିଛନ୍ତି। ଦକ୍ଷିଣ ଆଫ୍ରିକା ଏବଂ ଗ୍ରୀସ ଗସ୍ତ ପରେ ପ୍ରଧାନମନ୍ତ୍ରୀ ସିଧାସଳଖ ବେଙ୍ଗାଲୁରୁ ଯାଇଥିଲେ। ଶ୍ରୀ ଜେପି ନଡ୍ଡ଼ା ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିବା ସହ ତାଙ୍କର ସଫଳ ଗସ୍ତ ତଥା ଭାରତୀୟ ବୈଜ୍ଞାନିକମାନଙ୍କ ମହତ୍ତ୍ବପୂର୍ଣ୍ଣ ସଫଳତା ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ଦକ୍ଷିଣ ଆଫ୍ରିକା ଏବଂ ଗ୍ରୀସକୁ ସଫଳ ଯାତ୍ରା ପରେ ବେଙ୍ଗାଲୁରୁରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଉତ୍ସାହଜନକ ସ୍ୱାଗତ
August 26th, 10:08 am
ଆଜି ଦକ୍ଷିଣ ଆଫ୍ରିକା ଏବଂ ଗ୍ରୀସ ଗସ୍ତରୁ ଫେରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବେଙ୍ଗାଲୁରୁରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ଦକ୍ଷିଣ ଆଫ୍ରିକାରେ ବ୍ରିକ୍ସ ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ ଏବଂ ପରେ ଗ୍ରୀସ ଗସ୍ତ କରିଥିଲେ। ପ୍ରଧାନମନ୍ତ୍ରୀ ସ୍ଥାନୀୟ ନେତାଙ୍କ ସହ ବିଭିନ୍ନ ଦ୍ୱିପାକ୍ଷିକ ବୈଠକ ଏବଂ ଆଲୋଚନା କରିଥିଲେ। ସେ ଉଭୟ ଦେଶର ଭାରତୀୟ ଗୋଷ୍ଠୀ ସହିତ ମଧ୍ୟ ସାକ୍ଷାତ କରିଥିଲେ। ଭିସି ମାଧ୍ୟମରେ ଚନ୍ଦ୍ରଯାନ -3 ମୁନ ଲ୍ୟାଣ୍ଡର ଅବତରଣକୁ ଦେଖିଥିବା ପ୍ରଧାନମନ୍ତ୍ରୀ ପରେ ଇସ୍ରୋ ଟିମ ସହ ସାକ୍ଷତ କରିବାକୁ ବେଙ୍ଗାଲୁରୁରେ ପହଞ୍ଚିଛନ୍ତି।ଭାରତ-ଗ୍ରୀସ୍ ସଂଯୁକ୍ତ ବକ୍ତବ୍ୟ
August 25th, 11:11 pm
ପ୍ରଧାନମନ୍ତ୍ରୀ ମିତସୋଟାକିସ୍ ଏବଂ ପ୍ରଧାନମନ୍ତ୍ରୀ ମୋଦୀ ସ୍ବୀକାର କରିଛନ୍ତି ଯେ ଉଭୟ ଭାରତ ଏବଂ ଗ୍ରୀସ୍ ଐତିହାସିକ ସଂଯୋଗର ଆଦାନ ପ୍ରଦାନ କରିଛନ୍ତି ଏବଂ ସହମତ ହୋଇଛନ୍ତି ଯେ ଯେଉଁ ସମୟରେ ବିଶ୍ୱସ୍ତରୀୟ ଅତୁଳନୀୟ ପରିବର୍ତ୍ତନ ଘଟୁଛି, ସେତେବେଳେ ଆମର ଦ୍ୱିପାକ୍ଷିକ ସମ୍ପର୍କକୁ ବଢ଼ାଇବା ପାଇଁ ପୁନଃନିର୍ମାଣ ଆଭିମୁଖ୍ୟ ଆବଶ୍ୟକ।ଗ୍ରୀସରେ ଇସ୍କନ ମୁଖ୍ୟ ଗୁରୁ ଦୟାନିଧି ଦାସଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ
August 25th, 10:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ଅଗଷ୍ଟ ୨୫ରେ ଗ୍ରୀସର ଏଥେନ୍ସରେ ଇସ୍କନ ମୁଖ୍ୟ ଗୁରୁ ଦୟାନିଧି ଦାସଙ୍କୁ ଭେଟିଛନ୍ତି ।ବିଶିଷ୍ଟ ଗ୍ରୀକ୍ ଗବେଷକ ଏବଂ ସଙ୍ଗୀତକାର କୋନଷ୍ଟାଣ୍ଟିନୋସ୍ କାଲାଇଟଜିସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
August 25th, 10:41 pm
ଭାରତ ପ୍ରତି ଭଲପାଇବା ଏବଂ ଭାରତୀୟ ସଙ୍ଗୀତ ଓ ନୃତ୍ୟ ପ୍ରତି କୋନଷ୍ଟାଣ୍ଟିନୋସ୍ କାଲାଇଟଜିସଙ୍କ ଆଗ୍ରହକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ । ୨୦୨୨ ନଭେମ୍ବର ୨୭ରେ ‘ମନ୍ କୀ ବାତ୍’ ର ୯୫ତମ ଅଧ୍ୟାୟରେ ପ୍ରଧାନମନ୍ତ୍ରୀ ତାଙ୍କ ବିଷୟରେ କହିଥିଲେ ।ଗ୍ରୀକ୍ ଶିକ୍ଷାବିତଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
August 25th, 10:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ଅଗଷ୍ଟ ୨୫ରେ ଏଥେନ୍ସରେ ଏଥେନ୍ସ ବିଶ୍ୱବିଦ୍ୟାଳୟରେ ଇଣ୍ଡୋଲୋଜିଷ୍ଟ ଏବଂ ସଂସ୍କୃତ ଓ ହିନ୍ଦୀ ପ୍ରଫେସର ଦିମିଟ୍ରିଓସ୍ ବାସିଲିୟାଡିସଙ୍କ ସମେତ ଏଥେନ୍ସ ବିଶ୍ୱବିଦ୍ୟାଳୟର ସୋସିଆଲ ଥିଓଲୋଜିର ଆସିଷ୍ଟାଣ୍ଟ ପ୍ରଫେସର ଡ. ଆପୋଷ୍ଟୋଲୋସ ମାଇକାଲିଡିସଙ୍କୁ ସାକ୍ଷାତ କରିଛନ୍ତି ।ଗ୍ରୀସର ଏଥେନ୍ସରେ ଭାରତୀୟ ସମୁଦାୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 25th, 09:30 pm
ଯେତେବେଳେ ଉତ୍ସବର ମାହୋଲ ହୋଇଥାଏ, ଉତ୍ସବର ବାତାବରଣ ହୋଇଥାଏ ସେତେବେଳେ ମନ ହୋଇଥାଏ ଶୀଘ୍ର ଶୀଘ୍ର ନିଜ ପରିବାରର ଲୋକଙ୍କ ଗହଣରେ ପହଞ୍ଚିଯିବା, ମୁଁ ମଧ୍ୟ ନିଜ ପରିବାରଜନଙ୍କ ମଧ୍ୟକୁ ଆସିଯାଇଛି । ଶ୍ରାବଣ ମାସ ଏକ ପ୍ରକାରରେ ହେଉଛି ଶିବଙ୍କ ମାସ, ଆଉ ଏହି ପବିତ୍ର ମାସରେ ଦେଶ ପୁଣି ଥରେ ଏକ ନୂଆ ଉପଳବ୍ଧି ହାସଲ କରିଛି । ଭାରତ ଚନ୍ଦ୍ରମାର ଅନ୍ଧକାର କ୍ଷେତ୍ର ଡାର୍କ ଜୋନ୍ ରେ ଦକ୍ଷିଣ ମେରୁରେ ଅବତରଣ କରିବାବାଲା ବିଶ୍ୱର ପ୍ରଥମ ଦେଶ ପାଲଟି ଗଲା । ଭାରତ ଚନ୍ଦ୍ରମାରେ ତିରଙ୍ଗା ଲହରାଇ ସମଗ୍ର ବିଶ୍ୱକୁ ଭାରତର ସାମର୍ଥ୍ୟ ସହିତ ପରିଚୟ କରାଇଛି । ସାରା ବିଶ୍ୱରୁ ଶୁଭେଚ୍ଛା ସନ୍ଦେଶ ମାନ ଆସୁଛି, ଲୋକ ନିଜର ଶୁଭକାମନା ପଠାଉଛନ୍ତି ଆଉ ମୋର ଦୃଢ଼ ବିଶ୍ୱାସ ଯେ ଲୋକମାନେ ଆପଣମାନଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଉଥିବେ, ଦେଉଛନ୍ତି ନା ? ଅନେକ ଗୁଡ଼ିଏ ଶୁଭେଚ୍ଛା ଆପଣମାନଙ୍କୁ ମଧ୍ୟ ମିଳଛି ନା ? ପ୍ରତ୍ୟେକ ହିନ୍ଦୁସ୍ତାନୀଙ୍କୁ ମିଳୁଛି । ସମଗ୍ର ସାମାଜିକ ଗଣମାଧ୍ୟମ ଶୁଭେଚ୍ଛା ସନ୍ଦେଶରେ ଭରପୂର ହୋଇ ରହିଛି । ଯେତେବେଳେ ସଫଳତା ଏତେ ବଡ଼ ହୋଇଥାଏ ସେତେବେଳେ ସଫଳତାର ଉତ୍ସାହ ଏହା ମଧ୍ୟ କ୍ରମାଗତ ଭାବେ ବଜାୟ ରହିଥାଏ । ଆପଣମାନଙ୍କ ଚେହେରା ମଧ୍ୟ କହୁଛି ବିଶ୍ୱର କେଉଁଠାରେ ମଧ୍ୟ ରୁହନ୍ତୁ କିନ୍ତୁ ଆପଣମାନଙ୍କ ହୃଦୟ ଭାରତ ପାଇଁ ସ୍ପନ୍ଦିତ ହେଉଛି । ଆପଣମାନଙ୍କ ହୃଦୟରେ ସ୍ପନ୍ଦିତ ହେଉଛି ଭାରତ, ଆପଣମାନଙ୍କ ହୃଦୟରେ ସ୍ପନ୍ଦିତ ହେଉଛି ଭାରତ, ଆପଣମାନଙ୍କ ହୃଦୟରେ ସ୍ପନ୍ଦିତ ହେଉଛି ଭାରତ । ମୁଁ ଆଜି ଗ୍ରୀସରେ ଆପଣମାନଙ୍କ ଗହଣକୁ ଆସି ପୁଣି ଥରେ ସମସ୍ତଙ୍କୁ ଚନ୍ଦ୍ରଯାନ, ତାହାର ଭବ୍ୟ ସଫଳତା ପାଇଁ ବହୁତ- ବହୁତ ଶୁଭେଚ୍ଛା ଜଣାଉଛି ।ଏଥେନ୍ସରେ ଭାରତୀୟ ସମୁଦାୟକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
August 25th, 09:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ଅଗଷ୍ଟ ୨୫ରେ ଏଥେନ୍ସର ଏଥେନ୍ସ କଞ୍ଜରଭଟୋଏରଠାରେ ଭାରତୀୟ ସମୁଦାୟକୁ ସମ୍ବୋଧନ କରିଥିଲେ ।ଗ୍ରୀସ୍ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆୟୋଜିତ ବ୍ୟବସାୟିକ ମଧ୍ୟାହ୍ନ ଭୋଜନରେ ଆଲୋଚନା କରିଥିଲେ ପ୍ରଧାନମନ୍ତ୍ରୀ
August 25th, 08:33 pm
ଏହି କାର୍ଯ୍ୟକ୍ରମରେ ଜାହାଜ ଚଳାଚଳ, ଭିତ୍ତିଭୂମି, ଶକ୍ତି ସମେତ ବିଭିନ୍ନ କ୍ଷେତ୍ରର ଅଗ୍ରଣୀ ଭାରତୀୟ ଏବଂ ଗ୍ରୀକ ସିଇଓମାନେ ଅଂଶଗ୍ରହଣ କରିଥିଲେ।ଦକ୍ଷିଣ ଆଫ୍ରିକା ଏବଂ ଗ୍ରୀସ ଗସ୍ତରୁ ଫେରିବା ପରେ ତୁରନ୍ତ ଅଗଷ୍ଟ ୨୬ ରେ ବେଙ୍ଗାଲୁରୁସ୍ଥିତ ଇସ୍ରୋ ଟେଲିମେଟ୍ରି ଟ୍ରାକିଂ ଆଣ୍ଡ କମାଣ୍ଡ ନେଟୱାର୍କ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ
August 25th, 08:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨୬ ତାରିଖ ସକାଳ ପ୍ରାୟ ୭:୧୫ ରେ ବେଙ୍ଗାଲୁରୁସ୍ଥିତ ଇସ୍ରୋ ଟେଲିମେଟ୍ରି ଟ୍ରାକିଂ ଆଣ୍ଡ କମାଣ୍ଡ ନେଟୱାର୍କ (ଆଇଏସଟ୍ରାକ୍) ପରିଦର୍ଶନ କରିବେ । ଦକ୍ଷିଣ ଆଫ୍ରିକା ଓ ଗ୍ରୀସ ଗସ୍ତରୁ ଫେରିବା ପରେ ସେ ତୁରନ୍ତ ବେଙ୍ଗାଲୁରୁରେ ପହଞ୍ଚିବେ ।ଗ୍ରୀସ୍ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
August 25th, 05:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୫ ଅଗଷ୍ଟ ୨୦୨୩ ରେ ଏଥେନ୍ସ ଠାରେ ଗ୍ରୀସର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ କିରିଆକୋସ୍ ମିତ୍ସୋତାକିସଙ୍କୁ ଭେଟିଥିଲେ ।‘ଅଜ୍ଞାତ ସୈନିକଙ୍କ ସମାଧି’ରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
August 25th, 03:53 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ଅଗଷ୍ଟ ୨୫ରେ ଏଥେନ୍ସରେ ‘ଟମ୍ବ୍ ଅଫ୍ ଅନନୋନ୍ ସୋଲ୍ଜର’ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଅର୍ଡର ଅଫ୍ ଅନରରେ ସମ୍ମାନିତ କଲେ ଗ୍ରୀସ୍ ରାଷ୍ଟ୍ରପତି
August 25th, 03:04 pm
ଗ୍ରୀସ୍ ରାଷ୍ଟ୍ରପତି କାଟେରିନା ସାକେଲାରୋପୋଉଲୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଅର୍ଡର ଅଫ୍ ଅନରରେ ସମ୍ମାନିତ କରିଛନ୍ତି।