Honouring the Sikh community’s faith and progress is our responsibility and privilege: PM on the 350th Shaheedi Samagam of Sri Guru Tegh Bahadur Ji

March 01st, 06:28 pm

PM Modi addressed the 350th Martyrdom Year (Shaheedi Samagam) of ‘Hind di Chadar’ Sri Guru Teg Bahadur Sahib Ji. Paying his respects, the PM stated that today we all remember the great Guru on this significant anniversary and expressed that it is a matter of great fortune to be part of such a historic and sacred event.

PM Modi addresses 350th Shaheedi Samagam of Sri Guru Teg Bahadur Ji; highlights initiatives for the Sikh community and social unity

March 01st, 06:00 pm

PM Modi addressed the 350th Martyrdom Year (Shaheedi Samagam) of ‘Hind di Chadar’ Sri Guru Teg Bahadur Sahib Ji. Paying his respects, the PM stated that today we all remember the great Guru on this significant anniversary and expressed that it is a matter of great fortune to be part of such a historic and sacred event.

ପବିତ୍ର ପ୍ରକାଶ ଉତ୍ସବ ଅବସରରେ ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

December 27th, 12:06 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ପ୍ରକାଶ ଉତ୍ସବ ଅବସରରେ ଆଜି ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ସେ ସାହସ, କରୁଣା ଏବଂ ବଳିଦାନର ପ୍ରତିମୂର୍ତ୍ତି ହୋଇ ରହିଛନ୍ତି। ତାଙ୍କ ଜୀବନ ଏବଂ ଶିକ୍ଷା ଆମକୁ ସତ୍ୟ, ନ୍ୟାୟ, ଧାର୍ମିକତା ଏବଂ ମାନବିକ ମର୍ଯ୍ୟାଦା ରକ୍ଷା କରିବା ପାଇଁ ପ୍ରେରଣା ଦେଇଥାଏ। ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଜୀଙ୍କ ଦୂରଦୃଷ୍ଟି ପିଢ଼ି ପରେ ପିଢ଼ିଙ୍କୁ ସେବା ଏବଂ ନିଃସ୍ୱାର୍ଥପର କର୍ତ୍ତବ୍ୟ ଦିଗରେ ମାର୍ଗଦର୍ଶନ ଜାରି ରଖିଛି ବୋଲି ଶ୍ରୀ ମୋଦୀ କହିଛନ୍ତି।

Gen Z & Gen Alpha will lead India to the goal of a Viksit Bharat: PM Modi

December 26th, 01:30 pm

While addressing the national programme marking ‘Veer Baal Diwas’ in New Delhi, PM Modi stated that the Sahibzades broke the boundaries of age and stage and stood like a rock against the cruel Mughal empire. The PM highlighted that the courage and ideals of Mata Gujri, Shri Guru Gobind Singh Ji, and the four Sahibzades continue to give strength to every Indian. He added that India will demonstrate complete liberation from the colonial mindset by 2035.

PM Modi addresses Veer Baal Diwas programme in New Delhi

December 26th, 01:00 pm

While addressing the national programme marking ‘Veer Baal Diwas’ in New Delhi, PM Modi stated that the Sahibzades broke the boundaries of age and stage and stood like a rock against the cruel Mughal empire. The PM highlighted that the courage and ideals of Mata Gujri, Shri Guru Gobind Singh Ji, and the four Sahibzades continue to give strength to every Indian. He added that India will demonstrate complete liberation from the colonial mindset by 2035.

ବୀର ବାଲ୍‍ ଦିବସ ଅବସରରେ ବୀର ସାହିବଜାଦେଙ୍କ ବଳିଦାନକୁ ସ୍ମରଣ କରିଛନ୍ତି ପ୍ରଧାନମନ୍ତ୍ରୀ

December 26th, 11:21 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବୀର ବାଲ୍‍ ଦିବସ ଅବସରରେ ସାହସୀ ସାହିବଜାଦେଙ୍କ ବଳିଦାନକୁ ସ୍ମରଣ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ଏହି ଦିନ ସାହସ, ଦୃଢ଼ ବିଶ୍ୱାସ ଏବଂ ଧାର୍ମିକତା ସହିତ ଜଡ଼ିତ।

କୁରୁକ୍ଷେତ୍ରରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କର ୩୫୦ ତମ ସହୀଦ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 25th, 04:40 pm

ହରିୟାଣା ରାଜ୍ୟପାଳ ଅସୀମ ଘୋଷ ଜୀ, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନାୟବ ସିଂହ ସାଇନି ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, ମନୋହର ଲାଲ ଜୀ, ରାଓ ଇନ୍ଦ୍ରଜିତ ସିଂହ ଜୀ, କ୍ରିଷନ ପାଲ ଜୀ, ହରିୟାଣା ଏସଜିପିସି ସଭାପତି ଜଗଦୀଶ ସିଂହ ଝିଣ୍ଡା ଜୀ, ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ସଜ୍ଜନମାନେ ।

ହରିୟାଣାର କୁରୁକ୍ଷେତ୍ରଠାରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ 350ତମ ସହିଦ ଦିବସ ବାର୍ଷିକୀ ସମାରୋହରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 25th, 04:38 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହରିୟାଣାର କୁରୁକ୍ଷେତ୍ରରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ 350ତମ ସହିଦ ଦିବସ ବାର୍ଷିକୀ ସମାରୋହ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ତାଙ୍କ ଅଭିଭାଷଣରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜିର ଦିନ ଭାରତର ଐତିହ୍ୟରେ ଏକ ସୁନ୍ଦର ସଙ୍ଗମ। ଆଜି ସକାଳେ ସେ ରାମାୟଣର ନଗରୀ ଅଯୋଧ୍ୟାରେ ଥିଲେ ଏବଂ ଏବେ ସେ ଗୀତାର ନଗରୀ କୁରୁକ୍ଷେତ୍ରରେ ଅଛନ୍ତି ବୋଲି ସେ ଉଲ୍ଲେଖ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ସମସ୍ତେ ଆଜି ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ 350ତମ ସହିଦ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି। ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମରେ ଉପସ୍ଥିତ ସନ୍ଥ ଏବଂ ସମ୍ମାନିତ ସଂଗତମାନଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ ଏବଂ ସମସ୍ତଙ୍କ ପ୍ରତି ନିଜର ଶ୍ରଦ୍ଧା ବ୍ୟକ୍ତ କରିଥିଲେ।

ତଖତ ଶ୍ରୀ ହରିମନ୍ଦିର ଜୀ ପାଟନା ସାହିବରେ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ

November 02nd, 10:10 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟାରେ ତଖତ ଶ୍ରୀ ହରିମନ୍ଦିର ଜୀ ପାଟନା ସାହିବରେ ପ୍ରାର୍ଥନା କରିଛନ୍ତି ।

ପବିତ୍ର ‘ଜୋର ସାହିବ’ ଦର୍ଶନ ଏବଂ ଗୁରୁ ଚରଣ ଯାତ୍ରାରେ ଅଂଶଗ୍ରହଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ

October 22nd, 06:41 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁରୁ ଚରଣ ଯାତ୍ରା ଅବସରରେ ଲୋକମାନଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇବା ସହ, ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଏବଂ ମାତା ସାହିବ କୌରଙ୍କ କାଳଜୟୀ ଶିକ୍ଷା ଏବଂ ଆଧ୍ୟାତ୍ମିକ ଐତିହ୍ୟକୁ ସ୍ମରଣ କରିଛନ୍ତି ।

ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଜୀ ଏବଂ ମାତା ସାହିବ କୌର ଜୀଙ୍କ ଅତ୍ୟନ୍ତ ପବିତ୍ର ତଥା ଅମୂଲ୍ୟ ‘ଜୋର ସାହିବ’ର ସୁରକ୍ଷା ଏବଂ ଉପଯୁକ୍ତ ପ୍ରଦର୍ଶନ ସମ୍ପର୍କରେ ସୁପାରିସ ସହିତ ଶିଖ ପ୍ରତିନିଧିମଣ୍ଡଳର ବିଶିଷ୍ଟ ଏବଂ ସଫଳ ସଦସ୍ୟମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 19th, 04:28 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶିଖ ପ୍ରତିନିଧିମଣ୍ଡଳର ବିଶିଷ୍ଟ ଏବଂ ସଫଳ ସଦସ୍ୟମାନଙ୍କୁ ସାକ୍ଷାତ କରିଛନ୍ତି । ଏମାନେ ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଜୀ ଏବଂ ମାତା ସାହିବ କୌର ଜୀଙ୍କ ଅତ୍ୟନ୍ତ ପବିତ୍ର ଏବଂ ଅମୂଲ୍ୟ ‘ଜୋର ସାହିବ’ର ସୁରକ୍ଷା ଏବଂ ଉପଯୁକ୍ତ ପ୍ରଦର୍ଶନ ସମ୍ପର୍କରେ ସେମାନଙ୍କର ସୁପାରିସ ପ୍ରଦାନ କରିଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ ପବିତ୍ର ସ୍ମୃତିଚିହ୍ନ ‘ଜୋର ସାହିବ’ ଯେପରି ଗୌରବଶାଳୀ ଶିଖ ଇତିହାସର ଏକ ଅଂଶ, ଠିକ୍‌ ସେହିପରି ଏହା ଆମ ଦେଶର ସାଂସ୍କୃତିକ ଲୋକ ପରମ୍ପରାର ମଧ୍ୟ ଏକ ଅଂଶବିଶେଷ। ‘‘ପବିତ୍ର ସ୍ମୃତିଚିହ୍ନ ଭବିଷ୍ୟତ ପିଢ଼ିକୁ ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଜୀଙ୍କ ଦ୍ୱାରା ପ୍ରଦର୍ଶିତ ସାହସ, ଧର୍ମ, ନ୍ୟାୟ ଏବଂ ସାମାଜିକ ସଦ୍ଭାବର ପଥ ଅନୁସରଣ କରିବାକୁ ପ୍ରେରଣା ଦେବ’’, ଶ୍ରୀ ମୋଦୀ କହିଛନ୍ତି।

ଗୁଜରାଟର ଦାହୋଡରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

May 26th, 11:45 am

ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, ଗୁଜରାଟ ସରକାରଙ୍କ କ୍ୟାବିନେଟର ମୋର ସମସ୍ତ ସହକର୍ମୀ, ସାଂସଦ, ବିଧାୟକ, ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ଦାହୋଡର ମୋର ପ୍ରିୟ ଭାଇ ଓ ଭଉଣୀମାନେ,

ଗୁଜରାଟର ଦାହୋଡ଼ରେ 24,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

May 26th, 11:40 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଦାହୋଡ଼ ଠାରେ 24,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି ଯେ , ମେ’ 26 ତାରିଖଟି ବିଶେଷ ଗୁରୁତ୍ୱ ବହନ କରେ, କାରଣ ହେଉଛି ଏହି ଦିନ ସେ 2014 ରେ ପ୍ରଧାନମନ୍ତ୍ରୀ ଭାବରେ ପ୍ରଥମ ଥର ପାଇଁ ଶପଥ ଗ୍ରହଣ କରିଥିଲେ। ସେ ଗୁଜରାଟର ଲୋକ, ଯେଉଁମାନେ ତାଙ୍କୁ ରାଷ୍ଟ୍ରର ନେତୃତ୍ୱ ନେବାର ଦାୟିତ୍ୱ ଦେଇଥିଲେ, ସେମାନଙ୍କର ଅତୁଟ ସମର୍ଥନ ଏବଂ ଆଶୀର୍ବାଦକୁ ସ୍ୱୀକାର କରିଥିଲେ। ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ ଯେ, ଏହି ବିଶ୍ୱାସ ଏବଂ ଉତ୍ସାହ ଦିନରାତି ଦେଶ ସେବା କରିବା ପାଇଁ ତାଙ୍କ ଉତ୍ସର୍ଗକୁ ପ୍ରୋତ୍ସାହିତ କରିଛି । ବର୍ଷ ବର୍ଷ ଧରି, ଭାରତ ଏପରି ନିଷ୍ପତ୍ତି ନେଇଛି , ଯାହା ଅଭୂତପୂର୍ବ ଏବଂ ଅକଳ୍ପନୀୟ ଥିଲା, ଅନେକ ଦଶନ୍ଧି ପୁରୁଣା ପ୍ରତିବନ୍ଧକରୁ ମୁକ୍ତ ହୋଇ ପ୍ରତ୍ୟେକ କ୍ଷେତ୍ରରେ ଭାରତ ଅଗ୍ରଗତି କରିଛି। ଆଜି, ଦେଶ ହତାଶା ଏବଂ ଅନ୍ଧକାରର ଯୁଗରୁ ଆତ୍ମବିଶ୍ୱାସ ଏବଂ ଆଶାବାଦର ଏକ ନୂତନ ଯୁଗକୁ ଗତି କରୁଛି, ବୋଲି ସେ ମଧ୍ୟ କହିଛନ୍ତି।

ଆଦମପୁର ଏୟାର ବେସ୍‌ରେ ବୀର ବାୟୁସେନା ଓ ସୈନିକଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ

May 13th, 03:45 pm

ଏହି ଜୟଘୋଷର ଶକ୍ତିକୁ ଏବେ ଏବେ ସାରା ଦୁନିଆଁ ଦେଖୁଛି। ଭାରତ ମାତା କୀ ଜୟ, ଏହା କେବଳ ଏକ ଘୋଷଣା ନୁହେଁ, ଏହା ଦେଶର ପ୍ରତିଟି ସେଇ ସୈନିକଙ୍କର ଶପଥ ଅଟେ, ଯିଏ ଦେଶମାତୃକାର ସମ୍ମାନ ଓ ମର୍ଯ୍ୟାଦା ପାଇଁ ଜୀବନକୁ ବାଜି ଲଗାଇ ଥାଏ। ଏହା ଦେଶର ପ୍ରତିଟି ନାଗରିକଙ୍କର ସ୍ୱର, ଯିଏ ଦେଶ ପାଇଁ ବଂଚିବାକୁ ଇଚ୍ଛା କରନ୍ତି, ଯିଏ କିଛି କରିବାକୁ ଇଚ୍ଛା କରନ୍ତି।

ଆଦମପୁର ବାୟୁସେନା ଘାଟିଠାରେ ଦେଶର ସାହାସୀ ବାୟୁବୀର ଏବଂ ସୈନିକଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

May 13th, 03:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଦମପୁରସ୍ଥିତ ବାୟୁସେନା ଘାଟି ପରିଦର୍ଶନ କରିଥିଲେ ଏବଂ ଦେଶର ସାହସୀ ବାୟୁସେନା ଯୋଦ୍ଧା ଏବଂ ସୈନିକମାନଙ୍କ ସହିତ ମତ ବିନିମୟ କରିଥିଲେ। ସେମାନଙ୍କୁ ସମ୍ବୋଧିତ କରି, ସେ କହିଥିଲେ ଯେ ବିଶ୍ବ 'ଭାରତ ମାତା କି ଜୟ' ସ୍ଲୋଗାନର ଶକ୍ତି ଦେଖିଛି । ଏହା କେବଳ ଏକ ମନ୍ତ୍ର ମାତ୍ର ନୁହେଁ, ବରଂ ଭାରତ ମାତାର ମର୍ଯ୍ୟାଦା ବଜାୟ ରଖିବା ପାଇଁ ନିଜ ଜୀବନକୁ ବାଜି ଲଗାଉଥିବା ପ୍ରତ୍ୟେକ ସୈନିକଙ୍କ ଦ୍ୱାରା ନିଆଯାଉଥିବା ଏକ ବଜ୍ର ଶପଥ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ସ୍ଲୋଗାନ ପ୍ରତ୍ୟେକ ନାଗରିକଙ୍କ ସ୍ୱର, ଯିଏ ଦେଶ ପାଇଁ ବଞ୍ଚିବାକୁ ଏବଂ ଏକ ଅର୍ଥପୂର୍ଣ୍ଣ ଯୋଗଦାନ ଦେବାକୁ ଚାହେଁ। ସେ ଗୁରୁତ୍ୱାରୋପ କରିଥିଲେ ଯେ 'ଭାରତ ମାତା କୀ ଜୟ' ଯୁଦ୍ଧକ୍ଷେତ୍ର ଏବଂ ଗୁରୁତ୍ୱପୂର୍ଣ୍ଣ ମିଶନରେ ପ୍ରତିଧ୍ୱନିତ ହୋଇଥାଏ। ସେ ଉଲ୍ଲେଖ କରିଥିଲେ ଯେ ଯେତେବେଳେ ଭାରତୀୟ ସୈନିକମାନେ 'ଭାରତ ମାତା କୀ ଜୟ' ସ୍ଲୋଗାନ ଦିଅନ୍ତି, ସେତେବେଳେ ଶତ୍ରୁର ମେରୁଦଣ୍ଡ ଥରହର ହୋଇଯାଏ। ଭାରତର ସାମରିକ ଶକ୍ତି ଉପରେ ଗୁରୁତ୍ୱାରୋପ କରି ସେ କହିଥିଲେ ଯେ ଯେତେବେଳେ ଭାରତୀୟ ଡ୍ରୋନ ଶତ୍ରୁର ଦୁର୍ଗକୁ ଧ୍ୱଂସ କରେ ଏବଂ ଯେତେବେଳେ କ୍ଷେପଣାସ୍ତ୍ର ସଠିକ ଭାବରେ ଆକ୍ରମଣ କରେ, ସେତେବେଳେ ଶତ୍ରୁ କେବଳ ଗୋଟିଏ ବାକ୍ୟ ଶୁଣେ - 'ଭାରତ ମାତା କି ଜୟ'। ପ୍ରଧାନମନ୍ତ୍ରୀ ମୋଦୀ ଦୃଢ଼ତାର ସହିତ କହିଥିଲେ ଯେ ରାତିର ଅନ୍ଧାରରେ ମଧ୍ୟ, ଭାରତ ଆକାଶକୁ ଆଲୋକିତ କରିବାର କ୍ଷମତା ରଖେ, ଯାହା ଶତ୍ରୁକୁ ଆମ ଦେଶର ଅଦମ୍ୟ ଶକ୍ତିକୁ ଦେଖିବାକୁ ବାଧ୍ୟ କରେ। ସେ ଘୋଷଣା କରିଥିଲେ ଯେ ଯେତେବେଳେ ଭାରତର ସେନା ପରମାଣୁ ବ୍ଲାକମେଲର ବିପଦକୁ ଦୂର କରିବେ, ସେତେବେଳେ ସ୍ବର୍ଗ ମର୍ତ୍ତ୍ୟ ପାତାଳରେ ଗୋଟିଏ ଧ୍ବନି ପ୍ରତିଧ୍ୱନିତ ହେବ - 'ଭାରତ ମାତା କି ଜୟ'।

Viksit Haryana for Viksit Bharat, this is our resolve: PM Modi in Yamuna Nagar, Haryana

April 14th, 12:00 pm

PM Modi inaugurated and laid the foundation stone of various development projects in Yamuna Nagar, Haryana. He underlined that Haryana is witnessing the double speed of development under the Union & State governments. The PM expressed pride in advancing the vision of Dr. Ambedkar. He announced that the Thermal Power Plant will benefit Haryana. The PM honored the memory of Jallianwala Bagh patriots.

ହରିୟାଣାର ଯମୁନାନଗରରେ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ତଥା ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

April 14th, 11:54 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହରିୟାଣାର ଯମୁନା ନଗରରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ହରିୟାଣାବାସୀଙ୍କୁ ଶୁଭେଚ୍ଛା ଜଣାଇ, ଏହାକୁ ମା' ସରସ୍ୱତୀଙ୍କ ଜନ୍ମସ୍ଥାନ, ମନ୍ତ୍ର ଦେବୀଙ୍କ ବାସସ୍ଥାନ, ପଞ୍ଚମୁଖୀ ହନୁମାନ ଜୀଙ୍କ ସ୍ଥାନ ଏବଂ କପାଳମୋଚନ ସାହିବଙ୍କ ଆଶୀର୍ବାଦପ୍ରାପ୍ତ ସ୍ଥାନ ଭାବରେ ସ୍ୱୀକାର କରି ହରିୟାଣାର ପବିତ୍ର ଭୂମିକୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ସେ ଏହାକୁ ‘ସଂସ୍କୃତି, ଭକ୍ତି ଏବଂ ସମର୍ପଣର ସଂଗମ’ ଭାବରେ ବର୍ଣ୍ଣନା କରିଥିଲେ। ସେ ବାବାସାହେବ ଆମ୍ବେଦକରଙ୍କ ୧୩୫ତମ ଜୟନ୍ତୀ ଅବସରରେ ସମସ୍ତ ନାଗରିକଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି । ସେ ବାବାସାହେବଙ୍କ ଦୂରଦୃଷ୍ଟି ଏବଂ ପ୍ରେରଣାର ସ୍ମୃତିଚାରଣ କରିଥିଲେ, ଯାହା ଭାରତର ବିକାଶ ଯାତ୍ରାରେ ମାର୍ଗଦର୍ଶନ କରିଚାଲିଛି।

ବିଭିନ୍ନ ରେଳ ପ୍ରକଳ୍ପର ଉଦ୍ ଘାଟନ ଓ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 06th, 01:00 pm

ତେଲେଙ୍ଗାନାର ରାଜ୍ୟପାଳ ଶ୍ରୀ ଜିଷ୍ଣୁ ଦେବ ବର୍ମାଜୀ, ଓଡ଼ିଶାର ରାଜ୍ୟପାଳ ଶ୍ରୀ ହରି ବାବୁ ଜୀ, ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ମନୋଜ ସିହ୍ନାଜୀ, ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଶ୍ରୀ ଓମାର ଅବଦୁଲ୍ଲା ଜୀ, ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ଶ୍ରୀ ରେବନ୍ତ ରେଡ୍ଡୀ ଜୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ ଜୀ, ଜି କିଶନ ରେଡ୍ଡୀ ଜୀ, ଜିତେନ୍ଦ୍ର ସିଂହ ଜୀ, ଭି ସୋମୈୟା ଜୀ, ରବନୀତ ସିଂ ବିଟ୍ଟୁ ଜୀ, ବନ୍ଦୀ ସଞ୍ଜୟ କୁମାର ଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦ, ବିଧାୟକଗଣ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ ।

ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 06th, 12:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପ୍ରଧାନମନ୍ତ୍ରୀ ନୂତନ ଜାମ୍ମୁ ରେଳ ଡିଭିଜନର ଉଦଘାଟନ କରିଥିଲେ। ସେ ପୂର୍ବତଟ ରେଳବାଇର ରାୟଗଡ଼ା ରେଳ ଡିଭିଜନ କୋଠାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଏବଂ ତେଲଙ୍ଗାନାରେ ଚାରଲାପଲ୍ଲୀ ନୂତନ ଟର୍ମିନାଲ ଷ୍ଟେସନର ଉଦଘାଟନ କରିଥିଲେ।

ଶ୍ରୀ ଗୁରୁ ଗୋବିନ୍ଦ ସିଂହଙ୍କ ପ୍ରକାଶ ଉତ୍ସବ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

January 06th, 09:33 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ଗୁରୁ ଗୋବିନ୍ଦ ସିଂହଙ୍କ ପ୍ରକାଶ ଉତ୍ସବ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଛନ୍ତି ଯେ ତାଙ୍କର ଚିନ୍ତାଧାରା ଆମକୁ ପ୍ରଗତିଶୀଳ, ସମୃଦ୍ଧ ଏବଂ କରୁଣାମୟ ସମାଜ ଗଠନ ପାଇଁ ପ୍ରେରଣା ଯୋଗାଉଛି।