ବାରାଣସୀରେ ୭୨ତମ ଜାତୀୟ ଭଲିବଲ୍ ଟୁର୍ଣ୍ଣାମେଣ୍ଟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 04th, 01:00 pm

ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ, ୟୁପି ସରକାରଙ୍କ ମନ୍ତ୍ରୀ- ଭାଇ ରବିନ୍ଦ୍ର ଜୟସୱାଲ, ଦୟାଶଙ୍କର, ଗିରିଶ ଯାଦବ, ବାରାଣସୀର ମେୟର ଅଶୋକ ତିୱାରୀ, ଅନ୍ୟାନ୍ୟ ଜନପ୍ରତିନିଧି, ଭଲିବଲ୍ ଆସୋସିଏସନର ସମସ୍ତ ପଦାଧିକାରୀ, ସାରା ଦେଶର ସମସ୍ତ ଖେଳାଳି ଏବଂ ମୋର କାଶୀ ପରିବାର ସଦସ୍ୟଙ୍କୁ ନମସ୍କାର।

ବାରାଣାସୀରେ ଆୟୋଜିତ ୭୨ତମ ଜାତୀୟ ଭଲିବଲ ଟୁର୍ଣ୍ଣାମେଣ୍ଟକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 04th, 12:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରାଣାସୀରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୨ତମ ଜାତୀୟ ଭଲିବଲ୍ ଟୁର୍ଣ୍ଣାମେଣ୍ଟର ଉଦଘାଟନ କରିଛନ୍ତି। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଛନ୍ତି ଯେ, ବାରାଣାସୀର ସାଂସଦ ଭାବରେ ସେ ସମସ୍ତ ଖେଳାଳିଙ୍କୁ ସ୍ୱାଗତ ଏବଂ ଅଭିନନ୍ଦନ ଜଣାଇ ଖୁସି ଅନୁଭବ କରୁଛନ୍ତି। ଜାତୀୟ ଭଲିବଲ୍ ଚାମ୍ପିଅନସିପ୍ ଆଜି ବାରାଣସୀରେ ଆରମ୍ଭ ହେଉଛି। ଖେଳାଳିମାନେ ଅକ୍ଲାନ୍ତ ପରିଶ୍ରମ ପରେ ଏହି ଜାତୀୟ ଟୁର୍ଣ୍ଣାମେଣ୍ଟରେ ପହଞ୍ଚିଛନ୍ତି ଏବଂ ଆଗାମୀ ଦିନରେ ବାରାଣାସୀର ଭୂମିରେ ସେମାନଙ୍କର କଠିନ ପରିଶ୍ରମର ପରୀକ୍ଷଣ କରାଯିବ। ସେ କହିଛନ୍ତି ଯେ ଦେଶର ୨୮ଟି ରାଜ୍ୟର ଦଳ ଏକାଠି ହୋଇଛନ୍ତି, ଯାହାକି ଏକ ଭାରତ, ଶ୍ରେଷ୍ଠ ଭାରତର ଏକ ସୁନ୍ଦର ଚିତ୍ର ଉପସ୍ଥାପନ କରୁଛି। ପ୍ରଧାନମନ୍ତ୍ରୀ ଏହି ଚାମ୍ପିଅନସିପରେ ଅଂଶଗ୍ରହଣ କରୁଥିବା ସମସ୍ତ ଦଳଙ୍କୁ ତାଙ୍କର ଶୁଭକାମନା ଜଣାଇଥିଲେ।

ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ କନିଷ୍ଠ ପୁରୁଷ ହକି ଦଳକୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

December 11th, 09:49 pm

ଏଫ୍ଆଇଏଚ୍ ହକି ପୁରୁଷ କନିଷ୍ଠ ବିଶ୍ୱକପ୍ ୨୦୨୫ରେ ଇତିହାସ ସୃଷ୍ଟି କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତର କନିଷ୍ଠ ପୁରୁଷ ହକି ଦଳକୁ ଅଭିନନ୍ଦନ ଜଣାଇଛନ୍ତି।

ଏସିଆ କପରେ ରୌପ୍ୟଜୟୀ ଭାରତୀୟ ମହିଳା ହକି ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

September 14th, 09:21 pm

ପ୍ରଧାନମନ୍ତ୍ରୀ ଶୀ ନରେନ୍ଦ୍ର ମୋଦୀ ମହିଳା ଏସିଆ କପ ୨୦୨୫ରେ ଭାରତୀୟ ମହିଳା ହକି ଦଳକୁ ସେମାନଙ୍କର ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ଅଭିନନ୍ଦନ ଜଣାଇଛନ୍ତି, ଯେଉଁଠାରେ ସେମାନେ ରୌପ୍ୟ ପଦକ ଜିତିବା ସହ ଦେଶର ଗୌରବ ବଢ଼ାଇଛନ୍ତି ।

“ଏସିଆ କପ୍ ୨୦୨୫”ରେ ଐତିହାସିକ ବିଜୟ ପାଇଁ ଭାରତୀୟ ପୁରୁଷ ହକି ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

September 08th, 07:20 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାର ରାଜଗିରରେ ଆୟୋଜିତ, ପୁରୁଷ ହକି “ଏସିଆ କପ୍ ୨୦୨୫”ରେ ଚାମ୍ପିଅନ ହୋଇଥିବାରୁ ଭାରତୀୟ ଟିମକୁ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ଏହି ବିଜୟ ଅଧିକ ସ୍ୱତନ୍ତ୍ର କାରଣ ଗତ ଥର ବିଜେତା ଦକ୍ଷିଣ କୋରିଆକୁ ଏଥର ଭାରତ ହରାଇଛି ।

ଉତ୍ତରାଖଣ୍ଡର ଡେରାଡୁନରେ 38ତମ ଜାତୀୟ କ୍ରୀଡା ଉଦଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 28th, 09:36 pm

ଦେବଭୂମି ଉତ୍ତରାଖଣ୍ଡର ରାଜ୍ୟପାଳ ଗୁରମିତ୍ ସିଂହ ଜୀ, ଯୁବ ମୁଖ୍ୟମନ୍ତ୍ରୀ ପୁଷ୍କର ଧାମୀ ଜୀ, ମୋର ମନ୍ତ୍ରିମଣ୍ଡଳର ସହଯୋଗୀ ଅଜୟ ଟମ୍ଟା ଜୀ, ରକ୍ଷା ଖଡ଼ସେ ଜୀ, ଉତ୍ତରାଖଣ୍ଡ ବିଧାନସଭାର ବାଚସ୍ପତି ରିତୁ ଖଣ୍ଡୁରୀ ଜୀ, କ୍ରୀଡ଼ା ମନ୍ତ୍ରୀ ରେଖା ଆର୍ଯ୍ୟ ଜୀ, ରାଜ୍ୟଗୋଷ୍ଠୀ କ୍ରୀଡ଼ାର ସଭାପତି କ୍ରିସ୍ ଜେନକିନ୍ସ ଜୀ, ଆଇଓଏର ସଭାପତି ପି।ଟି ଉଷା ଜୀ, ସାଂସଦ ମହେନ୍ଦ୍ର ଭଟ୍ଟ ଜୀ, ଜାତୀୟ କ୍ରୀଡ଼ାରେ ଭାଗ ନେବାକୁ ଆସିଥିବା ସମସ୍ତ ଖେଳାଳି ଏବଂ ଅନନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି!

ଡେରାଡୁନରେ ୩୮ତମ ଜାତୀୟ କ୍ରୀଡ଼ାର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 28th, 09:02 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରାଖଣ୍ଡର ଡେରାଡୁନରେ ୩୮ତମ ଜାତୀୟ କ୍ରୀଡ଼ାର ଉଦଘାଟନ କରିଛନ୍ତି। ଏହି ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି, ଯୁବକମାନଙ୍କ ଶକ୍ତିରେ ଉତ୍ତରାଖଣ୍ଡ ଆଜି ଉଜ୍ଜ୍ୱଳ ହୋଇଉଠିଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ବାବା କେଦାରନାଥ, ବଦ୍ରିନାଥ ଏବଂ ମା’ ଗଙ୍ଗାଙ୍କ ଆଶୀର୍ବାଦରେ ଆଜି ୩୮ତମ ଜାତୀୟ କ୍ରୀଡ଼ା ଆରମ୍ଭ ହେଉଛି। ଉତ୍ତରାଖଣ୍ଡ ଗଠନ ହେବାର ଏହା ୨୫ତମ ବର୍ଷ ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ କହିଥିଲେ ଯେ ସମଗ୍ର ଦେଶର ଯୁବ କ୍ରୀଡ଼ାବିତମାନେ ଏହି ଯୁବ ରାଜ୍ୟରେ ନିଜର ସାମର୍ଥ୍ୟ ପ୍ରଦର୍ଶନ କରିବେ। ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି କାର୍ଯ୍ୟକ୍ରମରେ ‘ଏକ ଭାରତ, ଶ୍ରେଷ୍ଠ ଭାରତ’ର ଏକ ସୁନ୍ଦର ଚିତ୍ର ପ୍ରଦର୍ଶିତ ହୋଇଛି। ଜାତୀୟ କ୍ରୀଡ଼ାର ଏହି ସଂସ୍କରଣରେ ଅନେକ ସ୍ଥାନୀୟ ଖେଳକୁ ସାମିଲ କରାଯାଇଛି ଏବଂ ଏହାର ବିଷୟବସ୍ତୁ ‘ସବୁଜ କ୍ରୀଡ଼ା’ ରଖାଯାଇଛି କାରଣ ଏଥିରେ ପରିବେଶ ଅନୁକୂଳ ସାମଗ୍ରୀର ବ୍ୟବହାର କରାଯାଇଛି। ଏହି ବିଷୟବସ୍ତୁ ଉପରେ ବିସ୍ତୃତ ଭାବେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଇ-ବର୍ଜ୍ୟବସ୍ତୁରୁ ଟ୍ରଫି ଏବଂ ପଦକ ମଧ୍ୟ ପ୍ରସ୍ତୁତ କରାଯାଇଛି ଏବଂ ପ୍ରତ୍ୟେକ ପଦକ ବିଜେତାଙ୍କ ନାମରେ ଏକ ବୃକ୍ଷ ରୋପଣ କରାଯିବ, ଯାହା ଏକ ବଡ଼ ପଦକ୍ଷେପ। ଚମତ୍କାର ପ୍ରଦର୍ଶନ ପାଇଁ ସେ ସମସ୍ତ କ୍ରୀଡ଼ାବିତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଏଭଳି ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ସେ ଉତ୍ତରାଖଣ୍ଡ ସରକାର ଏବଂ ଜନସାଧାରଣଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି ।

PM congratulates the Indian Men’s team on winning the Kho Kho World Cup

January 19th, 11:06 pm

Lauding their grit and dedication as commendable, the Prime Minister Shri Narendra Modi today congratulated the Indian Men’s team on winning the Kho Kho World Cup.

ଖୋ ଖୋ ବିଶ୍ୱକପ୍ ବିଜୟୀ ଭାରତୀୟ ମହିଳା ଟିମକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

January 19th, 09:21 pm

ପ୍ରଥମ ଖୋ ଖୋ ବିଶ୍ୱକପ୍ ବିଜୟୀ ହୋଇଥିବା ଭାରତୀୟ ମହିଳା ଟିମକୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ଜିତିଥିବାରୁ ଭାରତୀୟ ହକି ଦଳକୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

November 21st, 01:18 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହିଳା ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ଜିତିଥିବାରୁ ଭାରତୀୟ ହକି ଦଳକୁ ଅଭିନନ୍ଦନ ଜଣାଇଛନ୍ତି ।

ମୁମ୍ବାଇରେ ଆନ୍ତର୍ଜାତୀୟ ଅଲମ୍ପିକ୍ କମିଟି(ଆଇଓସି)ର 141 ତମ ଅଧିବେଶନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

October 14th, 10:34 pm

140 କୋଟି ଭାରତୀୟଙ୍କ ତରଫରୁ ଆପଣ ସମସ୍ତଙ୍କୁ ଏହିବିଶେଷ ଆୟୋଜନରେ ମୁଁ ସ୍ୱାଗତ କରୁଛି, ଅଭିନନ୍ଦନଜଣାଉଛି । ଆନ୍ତର୍ଜାତୀୟ ଅଲିମ୍ପିକ ସଂଘର ଏହି 141ତମଅଧିବେଶନ ଭାରତରେ ହେବା ହେଉଛି ବେଶ୍ ସ୍ୱତନ୍ତ୍ର । 40ବର୍ଷ ପରେ ଭାରତରେ ଆଇଓସିର ଅଧିବେଶନ ହେବା, ଆମପାଇଁ ହେଉଛି ବହୁତ ଗୌରବର କଥା ।

ମୁମ୍ବାଇରେ 141ତମ ଆନ୍ତର୍ଜାତୀୟ ଅଲିମ୍ପିକ୍ କମିଟି (ଆଇଓସି) ଅଧିବେଶନକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ

October 14th, 06:35 pm

ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ 40 ବର୍ଷ ପରେ ଭାରତରେ ଅନୁଷ୍ଠିତ ଅଧିବେଶନର ମହତ୍ତ୍ୱ ଉପରେ ଆଲୋକପାତ କରିଥିଲେ। ଅହମ୍ମଦାବାଦର ବିଶ୍ୱର ସର୍ବବୃହତ ଷ୍ଟାଡିୟମରେ କ୍ରିକେଟ୍ ବିଶ୍ୱକପ୍ ରେ ଭାରତର ବିଜୟ ବିଷୟରେ ସେ ଦର୍ଶକଙ୍କୁ ଅବଗତ କରାଇଥିଲେ। ସେ କହିଛନ୍ତି, “ମୁଁ ଭାରତୀୟ ଟିମ୍ ଏବଂ ପ୍ରତ୍ୟେକ ଭାରତୀୟଙ୍କୁ ଏହି ଐତିହାସିକ ବିଜୟ ପାଇଁ ଅଭିନନ୍ଦନ ଜଣାଉଛି।

ପୁରୁଷ ହକି୫ଏସ୍ ଏସିଆ କପ୍ ଜିତିବା ପାଇଁ ଭାରତୀୟ ପୁରୁଷ ହକି ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

September 03rd, 10:11 am

ପୁରୁଷ ହକି୫ଏସ୍ ଏସିଆ କପ୍ ଜିତିବା ପରେ ଭାରତୀୟ ପୁରୁଷ ହକି ଦଳକୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି ।

ଭାରତୀୟ ପୁରୁଷ ହକି ଟିମଙ୍କ ବିଜୟ ଉପରେ ପ୍ରସନ୍ନତା ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

August 12th, 11:48 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ପୁରୁଷ ହକି ଟିମକୁ ଚତୁର୍ଥ ଏସିଆନ୍‌ସ ଚାମ୍ପିୟନ୍‌ସ ଟ୍ରଫି ଜିତିଥିବାରୁ ଅଭିନନ୍ଦନ ଜଣାଇଛନ୍ତି।

ପୁରୁଷ ଜୁନିଅର ଏସିଆ କପରେ ବିଜୟ ପାଇଁ ଭାରତୀୟ ଜୁନିୟର ପୁରୁଷ ହକି ଦଳକୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

June 02nd, 08:19 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୁରୁଷ ଜୁନିଅର ଏସିଆ କପରେ ବିଜୟ ପାଇଁ ଭାରତୀୟ ଜୁନିୟର ପୁରୁଷ ହକି ଦଳକୁ ଅଭିନନ୍ଦନ ଜଣାଇଛନ୍ତି ।

୨୦୨୩ ହକି ବିଶ୍ୱକପ୍‌ର ସମସ୍ତ ଅଂଶଗ୍ରହଣକାରୀ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

January 11th, 07:37 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡିଶାରେ ହେଉଥିବା ୨୦୨୩ ହକି ବିଶ୍ୱକପ୍‌ରେ ସମସ୍ତ ଅଂଶଗ୍ରହଣକାରୀ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ।

Success starts with action: PM Modi at inauguration of National Games

September 29th, 10:13 pm

PM Modi declared the 36th National Games open, which is being held in Gujarat. He reiterated the importance of sports in national life. “The victory of the players in the field of play, their strong performance, also paves the way for the victory of the country in other fields. The soft power of sports enhances the country's identity and image manifold.”

PM Modi declares open the 36th National Games in Ahmedabad, Gujarat

September 29th, 07:34 pm

PM Modi declared the 36th National Games open, which is being held in Gujarat. He reiterated the importance of sports in national life. “The victory of the players in the field of play, their strong performance, also paves the way for the victory of the country in other fields. The soft power of sports enhances the country's identity and image manifold.”

ଭାରତର ଯୁବପିଢ଼ି କିଛି ନୂଆ ଏବଂ ବଡ଼ ଆକାରରେ କରିବାକୁ ଚାହୁଁଛନ୍ତି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

August 29th, 11:30 am

ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ ଆମ ଅଲିମ୍ପିଆନଙ୍କ ବିଷୟରେ ଉଲ୍ଲେଖ କରିଛନ୍ତି, ଯେଉଁମାନେ ଦେଶକୁ ବିଶ୍ୱ ମଞ୍ଚରେ ଗର୍ବିତ କରିଛନ୍ତି। ଦେଶର ଯୁବପିଢ଼ିଙ୍କ ରିସ୍କ ନେବା ଏବଂ ଆଗକୁ ବଢ଼ିବାର ଦକ୍ଷତାକୁ ପାଇଁ ସେ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ ଆମର କୁଶଳୀ ମାନବ ଶକ୍ତିର ପ୍ରୟାସକୁ ଆଲୋକପାତ କରି ଭଗବାନ୍ ବିଶ୍ୱକର୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି |

ବିଶେଷ ଫୋଟ! ପ୍ରଧାନମନ୍ତ୍ରୀ ମୋଦୀ ଅଲିମ୍ପିଆନମାନଙ୍କୁ ଭେଟିଛନ୍ତି ଯେଉଁମାନେ ଭାରତକୁ ଗର୍ବିତ କରିଛନ୍ତି!

August 16th, 10:56 am

ସ୍ୱାଧୀନତା ଦିବସ ଅବସରରେ ଦିଲ୍ଲୀର ଲାଲକିଲ୍ଲା ପ୍ରାଚୀରରୁ ପ୍ରଶଂସା କରିବା ଏବଂ ସମଗ୍ର ଦେଶ ଦ୍ୱାରା ପ୍ରଶଂସା ହେବାର ଗୋଟିଏ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିଥିବା ଭାରତୀୟ ଆଥଲେଟମାନଙ୍କୁ ଭେଟିଛନ୍ତି ଯେଉଁମାନେ ଭାରତକୁ ଗର୍ବିତ କରିଛନ୍ତି I ଏଠାରେ କାର୍ଯ୍ୟକ୍ରମର କିଛି ସ୍ୱତନ୍ତ୍ର ଫୋଟ !